୧୫ ହଜାର ମହିଳାଙ୍କ ସମେତ ୨୦ ହଜାର ଜନସମାବେଶ ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ପକ୍ଷରୁ ବିଜେଡି ପ୍ରତିଷ୍ଠା ୨୫ ବର୍ଷ ପୂର୍ତ୍ତୀ ପାଳନ ଅବସରରେ ଏକ ମହାସମାବେଶ ଶାଳଭଞ୍ଜ ନିକଟସ୍ଥ କଲମି ତୋଟାଠାରେ ଅନୁଷ୍ଠିତ ହୋଇଯାଇଛି । ନିର୍ବାଚନ ମଣ୍ଡଳୀ ସଭାପତି ଗଙ୍ଗାଧର ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲା ପର୍ଯ୍ୟବେକ୍ଷକ ପଦ୍ମନାଭ ବେହେରା, ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ ପ୍ରମୂଖ ଅତିଥି ଭାବେ ଯୋଗ ଦେଇଥିଲେ । ଜିଲ୍ଲା ପର୍ଯ୍ୟବେକ୍ଷକ ଶ୍ରୀଯୁକ୍ତ ବେହେରା, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାର ବିକାଶ ଧାରା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । ମହିଳାମାନଙ୍କ ସଶକ୍ତିକରଣ ପାଇଁ ମୁଖ୍ୟମନ୍ତ୍ରୀ ଦେଖିଥିବା ସ୍ୱପ୍ନ ପୂରଣ ହୋଇଛି ବୋଲି କହିଥିଲେ । ନୟାଗଡ଼ ବିଧାୟକ…
Read MoreCategory: ନୟାଗଡ଼ ବ୍ଲକ
ନୟାଗଡ ଜିଲ୍ଲା ଶ୍ରମ ଅଧିକାରୀ ଶିବ ନାରାୟଣ ସାହୁଙ୍କ ନାମରେ ଥାନାରେ ଏତଲା
ନୟାଗଡ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଶ୍ରମ ଅଧିକାରୀ ଶିବ ନାରାୟଣ ସାହୁ ଯୋଗଦେବା ଦିନଠାରୁ ଜିଲ୍ଲାରେ ବାରମ୍ବାର ଶ୍ରମିକ ଆନ୍ଦୋଳନ ଲାଗିରହିଛି। ଶ୍ରମିକଙ୍କ ବିଭିନ୍ନ ସହାୟତାରାଶି ଦେଉ ନଥିବା ବେଳେ ନୂଆ ଲେବର କାର୍ଡ ମଧ୍ୟ କରୁନଥିବା ଅଭିଯୋଗ ହୋଇଆସୁଛି। ଅଣସଂଗଠିତ ଶ୍ରମିକମାନଙ୍କୁ ଦୁର୍ବ୍ୟବହାର କରିବାସହ ମହିଳା ଶ୍ରମିକମାନଙ୍କୁ ଅଶ୍ଳୀଳ ଇଙ୍ଗିତ ଦେଉଥିବା ମଧ୍ୟ ଅଭିଯୋଗ ହେଉଥିଲା। ଏଥିନିମନ୍ତେ ଗତ ଅକ୍ଟୋବର ୨୭ ତାରିଖରେ ଶ୍ରମ ଅଫିସ ସମ୍ମୁଖରେ ଗଣ ଆନ୍ଦୋଳନ ହୋଇଥିବାବେଳେ ଡିସେମ୍ବର ୧୩ତାରିଖରେ ଜିଲ୍ଲାପାଳଙ୍କ ଅଫିସ ସାମନାରେ ଆମରଣ ଅନଶନ ହୋଇଥିଲା! ଜିଲ୍ଲା ରିଭ୍ୟୁ ମିଟିଂରେ ମଧ୍ୟ ନୟାଗଡ଼ ବିଧାୟକ, ଜିଲ୍ଲାପାଳ ବହୁତ ଗାଳି କରିଥିଲେ। ଏସବୁ ଅଭିଯୋଗକୁ ସଠିକ ବୋଲି ପ୍ରମାଣିତ କରିଛି ଦଶପଲ୍ଲା ଥାନାରେ ହୋଇଥିବା ହରିଜନ ଶ୍ରମିକଙ୍କୁ ଜାତିଆଣ ଆକ୍ଷେପ କରିଥିବାର ଲିଖିତ ଏତଲା। ସୂଚନା ଅନୁଯାଇ ଦଶପଲ୍ଲା ବ୍ଲକ…
Read Moreଜିଲ୍ଲାପାଳଙ୍କ ଅଚାନକ ଓଡ଼ଗାଁ ଗସ୍ତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ ଆଜି ଅପ୍ରତ୍ୟାସିତ ଭାବେ ଓଡ଼ଗାଁ ଗସ୍ତ କରି କୋମଣ୍ଡ, ଓଡ଼ଗାଁ, ବାଉଁଶଗାଡ଼ିଆ, ନନ୍ଦିଘୋର ଇତ୍ୟାଦି ବିଭିନ୍ନ ଅଂଚଳର ଧାନମଣ୍ଡି ପରିଦର୍ଶନ କରିଛନ୍ତି। ଏହା ପରେ କୋମଣ୍ଡ ସ୍ଥିତ ମାଙ୍କଡ଼ା ପଥର ଖଣି ଅଂଚଳ ଜିଲ୍ଲାପାଳ ଓ ଉପଜିଲ୍ଲାପାଳ ପରିଦର୍ଶନ କରିବା ସମୟରେ ବିଭିନ୍ନ ପ୍ରକାର ଅନିୟମିତତା କାର୍ଯ୍ୟ ହୋଇଥିବା ଦୃଷ୍ଟିଗୋଚର ହୋଇଥିଲା । ଏଥିରେ ଜିଲ୍ଲାପାଳ ବିରକ୍ତି ପ୍ରକାଶ କରି କୋମଣ୍ଡ ସର୍କଲର ରେଭିନ୍ୟୁ ଇନିସପେକ୍ଟରଙ୍କୁ କାର୍ଯ୍ୟରୁ ତତକ୍ଷଣାତ ନିଲମ୍ବନ କରିବା ସଙ୍ଗେ ସଙ୍ଗେ ଓଡ଼ଗାଁ ତହସିଲଦାର ବିଜେୟିତା ସାମନ୍ତସିଂହାରଙ୍କୁ କାରଣ ଦର୍ଶାଅ ନୋଟିସ କାରି କରିଛନ୍ତି । ଏତଦ୍ ବ୍ୟତୀତ ତହସିଲଦାର ଓଡ଼ଗାଁଙ୍କ ନାମରେ ପ୍ରୋସିଡିଂ ପାଇଁ ଉପଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯାଇଛି । ଏହି କମିଟି ଏହାର ପୁଙ୍ଖାନୁପୁଙ୍ଖ ତଦନ୍ତ କରି…
Read Moreଧାନକିଣାରେ ମାତ୍ରାଧିକ ବିଳମ୍ବ ହେଉଥିବା ଅଭିଯୋଗ ଆଣିଲେ ଜିଲ୍ଲା କଂଗ୍ରେସ ସଭାପତି
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାରେ ଚଳିତ ଖରିଫ ଧାନକିଣାରେ ମାତ୍ରାଧିକ ବିଳମ୍ବ ହେଉଥିବାରୁ ଚାଷୀକୂଳଙ୍କ ଆଲୋଚନା ପାଇଁ ଆଜି ଜିଲ୍ଲା କଂଗ୍ରେସ ସଭାପତି ଆଇନଜୀବି ରଣଜିତ ଦାଶ ଓଡଗାଁ, ପାଣ୍ଡେରୀପଡା ଏବଂ ଗୋତିସାହି ପ୍ୟାକ୍ସ ଧାନମଣ୍ଡିକୁ ଯାଇ ଗ୍ରାଉଣ୍ଡଜିରୋରୁ ପ୍ରକୃତରେ ସୋସାଇଟି ସେକ୍ରେଟାରୀମାନେ କାହିଁକି ଧାନ କିଣୁ ନାହାଁନ୍ତି ତାହାର ରହସ୍ୟ ବାହାର କରିଛନ୍ତି। ସୋସାଇଟି ସମ୍ପାଦକ ଏବଂ ମିଲରଙ୍କ ଅସାଧୁ ମେଣ୍ଟ ହୋଇ ଗତବର୍ଷ ଭଳି ଏଫଏକ୍ୟୁ ମାନ ପରୀକ୍ଷଣ କରାନଯାଇ କୁଇଣ୍ଟାଲ ପିଛା ୧୦% କଟଣି କରିବା ପାଇଁ ବାଧ୍ୟ କରୁଛନ୍ତି ନଚେତ ଧାନ ନେବେନାହିଁ, ଏପଟେ ଚାଷୀଙ୍କୁ ମିଳିଥିବା ଟୋକନ ଅବଧି ସରିଗଲେ ଆଉ ଧାନ ନିଆଯିବ ନାହିଁ ବୋଲି ସୋସାଇଟି ସମ୍ପାଦକମାନେ ଚାଷୀଙ୍କୁ ଭୟ ଦେଖାଉଛନ୍ତି, ତେଣୁ ମିଲରମାନେ ଅଦ୍ୟାବଧି ଚାଷୀଙ୍କୁ ବସ୍ତା ସୁତୁଲି ଦେଇ ନାହାଁନ୍ତି। ଯାହାଫଳରେ ଚାଷୀ ମଣ୍ଡିକୁ…
Read More୮ତାରିଖରୁ ନୟାଗଡ଼ରେ ସର୍ବଭାରତୀୟ ଫୁଟୁବଲ ଟୁର୍ଣ୍ଣାମେଣ୍ଟ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଖେଳ ପଡିଆଠାରେ ଆସନ୍ତା ୮ତାରିଖରୁ ସର୍ବଭାରତୀୟ ଫୁଟୁବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ । ନୟାଗଡ଼ କ୍ଲବ ଏବଂ ୭୮୬ୟୁଥ କ୍ଲବ ସିନ୍ଦୁରିଆ ଆନୁକୁଲ୍ୟରେ ଏହି ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ । ୮ ତାରିଖରେ ଓଡିଶା ଇଲେଭେନ ବନାମ ଜଗା ୟୁନାଇଟେଡ କ୍ଲବ ଭୁବନେଶ୍ବର ମଧ୍ୟରେ ଅନୁଷ୍ଠିତ ହେବ । ୯ତାରିଖରେ ସୁଦେଭା ସ୍ପୋର୍ଟସ ପ୍ରାଇଭେଟ ଲିମିଟେଡ ଦିଲ୍ଲୀ ବନାମ ୟୁନାଇଟେଡ କ୍ଲବ ବରଗଡ଼ ମଧ୍ୟରେ ଅନୁଷ୍ଠିତ ହେବ । ୧୦ତାରିଖରେ ସାଇହାଲ ସୁନାବେଢ଼ା ବନାମ ଇଣ୍ଟରନ୍ୟାସନାଲ ଏଫସି ପଞ୍ଜାବ ମଧ୍ୟରେ ଅନୁଷ୍ଠିତ ହେବ । ସେହିପରି ୧୧ ତାରିଖରେ ଖଜୁରା ଏଫସି ନେପାଳ ବନାମ କେଏଫଟିସି କ୍ଲବ କେରଳ ମଧ୍ୟରେ ଅନୁଷ୍ଠିତ ହେବ । ୧୨ ତାରିଖରେ ପ୍ରଥମ ସେମିଫାଇନାଲ ଓ ୧୩ ତାରିଖରେ ଦ୍ବିତୀୟ ସେମିଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ ।…
Read Moreସତ୍ୟମର ୨୧ତମ ଜନ୍ମବାର୍ଷିକୀ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ୨୦୦୨ ଜାନୁଆରୀ ମାସ ୧ ତାରିଖରେ ପ୍ରତିଷ୍ଠା ଲାଭ କରିଥିବା ନୟାଗଡ଼ ସ୍ଥିତ ସତ୍ୟମ ଅନୁଷ୍ଠାନ ତାର ୨୧ତମ ଜନ୍ମବାର୍ଷିକୀ ସ୍ଥାନୀୟ ରୋଟାରୀ ଭବନରେ ପାଳନ କରିଛି। ସତ୍ୟମ ନିର୍ଦ୍ଦେଶକ ଧିରେନ୍ଦ୍ର ପଟ୍ଟନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ହେଇଥିବା ଏହି କାର୍ଯ୍ୟକ୍ରମରେ ନୟାଗଡ଼ ପୈ।ରପରିଷଦର ଅଧ୍ୟକ୍ଷା ଶ୍ରୀମତୀ ନିରୁପମା ଖଟେଇ ମୂଖ୍ୟ ଅତିଥି ଏବଂ ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟ ର ରସାୟନ ବିଭାଗର ଅଧ୍ୟାପକ ଶ୍ରୀଯୁକ୍ତ ପ୍ରଶନ୍ନ କୁମାର ବସନ୍ତିଆ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ସତ୍ୟମ ପରି ଉତ୍ତମ ଅନୁଷ୍ଠାନ ମାନେ ସମାଜରେ ଉତ୍ତମ ନାଗରିକ ସୃଷ୍ଟି କରିବାରେ ସହାୟକ ହୁଅନ୍ତି ବୋଲି ଅତିଥି ମାନେ ମତବ୍ୟକ୍ତ କରିବା ସହିତ ଅନୁଷ୍ଠାନର ଉନ୍ନତି କାମନା କରିଥିଲେ । ଅନୁଷ୍ଠାନ ର ଅଧ୍ୟକ୍ଷ ଇଂ ମନୋଜ ମହାପାତ୍ର ସ୍ବାଗତ ଭାଷଣ ଦେଇଥିବାବେଳେ ଅନୁଷ୍ଠାନର…
Read Moreନୂଆବର୍ଷରେ ନୟାଗଡ଼କୁ ସ୍ୱର୍ଣ୍ଣ
ନୟାଗଡ଼ ଜିଲ୍ଲା ପାଇଁ ପୁଣି ଥରେ ଗୌରବ ଆଣିଲେ ଦଶପଲ୍ଲାର ସୁନା ଝିଅ ଝିଲ୍ଲୀ ଦଳବେହେରା। ତାମିଲନାଡୁରେ ଅନୁଷ୍ଠିତ ଜାତୀୟ ଭାରତ୍ତୋଳନ ପ୍ରତିଯୋଗିତାର ୪୯କେଜି ବର୍ଗରେ ଭାଗ ନେଇଥିଲେ ଝିଲ୍ଲୀ।
Read Moreଜଗନ୍ନାଥଙ୍କ ଉପରେ ଆଧାରିତ ‘କାଳିଆ କଳା’ ଲୋକାର୍ପିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ଶ୍ରୀଜଗନ୍ନାଥ ଚିତ୍ର ଗୀତି ଶତକ ପୁସ୍ତକ କାଳିଆ କଳା ନବବର୍ଷ ୨୦୨୩ ପୂର୍ବାହ୍ନରେ ନୟାଗଡ଼ ପୁରୁଣା ସହରସ୍ଥିତ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଶତାଧିକ ଶ୍ରୀଜଗନ୍ନାଥ ଆଶ୍ରିତଙ୍କ ଗହଣରେ ଲୋକାର୍ପିତ ହୋଇଯାଇଛି। ‘କାଳିଆ କଳା’ ପୁସ୍ତକରେ ପ୍ରଭୁ ଶ୍ରୀଜଗନ୍ନାଥଙ୍କର ବିଭିନ୍ନ ବେଶରେ ୧୦୪ଗୋଟି ଫୋଟୋ ସମେତ ପ୍ରତ୍ୟେକ ବେଶକୁ ନେଇ ଶ୍ଳୋକ ମଧ୍ୟ ସ୍ଥାନିତ କରାଯାଇଛି। ମୁଖ୍ୟ ଉଦ୍ୟକ୍ତା ତଥା ସମାଜସେବୀ ପ୍ରମୋଦ ପଟ୍ଟନାୟକ, ନାଟ୍ୟଭୂଷଣ ବିଜୟ ଚୌଧୁରୀ, କବି ଗୋଦାବରୀଶ ମିଶ୍ରଙ୍କ ସମେତ ନୟାଗଡ଼ର ବହୁ ବିଶିଷ୍ଟ ବ୍ୟକ୍ତି, ବୁଦ୍ଧିଜୀବୀ, ସାମ୍ବାଦିକ ଏହି ଲୋକାର୍ପଣ ଉତ୍ସବରେ ଯୋଗଦେଇଥିଲେ। ଏହି ଅବସରରେ ସମସ୍ତ ଜ୍ଞାନୀ ଗୁଣୀ, କବି ସାହିତ୍ୟିକଙ୍କ ଉପସ୍ଥିତି ନୂଆବର୍ଷ ଭେଟଘାଟ କାର୍ଯ୍ୟକୁ ଅଧିକ ସ୍ମରଣୀୟ କରିଦେଇଥିଲା। ପୁସ୍ତକର ପ୍ରକାଶିକା ଶ୍ରୀମତୀ ନିରୂପମା ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲା।
Read Moreବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ର ଥିଲେ ସ୍ବାଧୀନତା ସଂଗ୍ରାମର ଏକ ଅନିର୍ବାଣ ଅଗ୍ନିଶିଖା
ନୟାଗଡ଼,(ନୟାଗଡ଼ ଦର୍ପଣ): ଓଡିଶାର ଯେଉଁ ବ୍ଯକ୍ତି ପ୍ରଥମେ ମହାତ୍ମା ଗାନ୍ଧୀଙ୍କୁ ସାକ୍ଷାତ କରି ଓଡ଼ିଆଙ୍କ ଦୁରବସ୍ଥା ଓ ଦୁଃଖ ଦୁର୍ଦ୍ଦଶା ଜଣାଇ ଥିଲେ ସେ ହେଉଛନ୍ତି ଗାନ୍ଧୀ ବାଦୀ ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ର। ସେହି ଓଡିଶାର ମହାନାୟକ ଗାନ୍ଧୀ ଙ୍କ ପ୍ରିୟ ଓଡିଆ ଶ୍ରୀ ମିଶ୍ର ଙ୍କର ୧୩୩ ତମ ଜିଲ୍ଲା ସ୍ତରୀୟ ଜନ୍ମ ଜୟନ୍ତୀ ଆଜି ନୟାଗଡ଼ ବ୍ଳକ ସଭାଗୃହରେ ପୂଜ୍ୟପୂଜା କମିଟି ନୟାଗଡ଼ ତରଫରୁ ଅନୁଷ୍ଠିତ ହୋଇଯାଇଛି। ପୂଜ୍ୟପୂଜା କମିଟି ନୟାଗଡ଼ ର ସଭାପତି ପ୍ରଫେସର ରାମଚନ୍ଦ୍ର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ବିଧାୟକ ଡକ୍ଟର ଅରୁଣ କୁମାର ସାହୁ ଯୋଗଦେଇ ଗୋବିନ୍ଦ ଚନ୍ଦ୍ର ମିଶ୍ରଙ୍କ ପ୍ରତିଛବିରେ ଧୂପ ଓ ପୁଷ୍ପମାଲ୍ୟାର୍ପଣ କରି ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ର ଥିଲେ ସ୍ବାଧୀନତା ସଂଗ୍ରାମର ଏକ ଅନିର୍ବାଣ…
Read Moreପାଳିତ ହେଲା ଉତ୍କଳ ସମ୍ମିଳନୀ ପ୍ରତିଷ୍ଠା ଦିବସ
ନୟାଗଡ଼,(ନୟାଗଡ଼ ଦର୍ପଣ): ଉତ୍କଳ ସମ୍ମିଳନୀର ନିରବଚ୍ଛିନ୍ନ ପ୍ରୟାସ ଯୋଗୁଁ ୧୯୩୬ ଏପ୍ରିଲ୍ ୧ ତାରିଖ ଦିନ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ହୋଇପାରିଥିଲା। ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରଚେଷ୍ଟାକ୍ରମେ ୧୯୦୩ ମସିହାରେ ଉତ୍କଳ ସମ୍ମିଳନୀ ପ୍ରତିଷ୍ଠା ହୋଇଥିଲା ଏବଂ ଏହାର ବୈଠକ ଡିସେମ୍ବର ୩୦ ତଥା ୩୧ ତାରିଖରେ କଟକର ଇଦଘା ପଡିଆ ଠାରେ ଅନୁଷ୍ଠିତ ହୋଇ ସେତେବେଳେ ଖଣ୍ଡ ବିଖଣ୍ଡିତ ଥିବା ଓଡ଼ିଶାକୁ ଏକାଠି କରି ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଦିଗରେ ପ୍ରୟାସ ଆରମ୍ଭ ହୋଇଥିଲା। ଏହି ଐତିହାସିକ ଦିନଟିକୁ ସ୍ମରଣକରିବା ନିମନ୍ତେ ଉତ୍କଳ ସମ୍ମିଳନୀ ନୟାଗଡ଼ ଜିଲ୍ଲା ଶାଖା ତରଫରୁ ପାଳିତ ହୋଇଯାଇଛି ଉତ୍କଳ ସମ୍ମିଳନୀ ପ୍ରତିଷ୍ଠା ଦିବସ। ପ୍ରାତଃ ସମୟରେ ନୟାଗଡ଼ ସହରରେ ଥିବା ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ନୟାଗଡ଼ ଜିଲ୍ଲା ଶାଖା ତରଫରୁ ପୁଷ୍ପମାଲ୍ୟ ପ୍ରଦାନ କରାଯିବା ସହ…
Read More