ପ୍ଲାଷ୍ଟିକ୍ ଫ୍ରି ପରିବେଶ ଗଠନ ପାଇଁ ଅନନ୍ୟା ଫାଉଣ୍ଡେସନ୍ ପକ୍ଷରୁ ନିଆରା ପ୍ରୟାସ, ପଲିଥିନ ବଦଳରେ ବାଉଁଶ ଚାଙ୍ଗୁଡ଼ି

ନୟାଗଡ଼,(ନୟାଗଡ଼ ଦର୍ପଣ): ଅନନ୍ୟା ଫାଉଣ୍ଡେସନ ତରଫରୁ କାର୍ତ୍ତିକ ମାସ ସାରା ନୟାଗଡ଼ ଜିଲ୍ଲାର ଶହେରୁ ଉର୍ଦ୍ଧ୍ବ ମନ୍ଦିର ସଫେଇ କରିବା ପରେ ଏହାର ସମାପନ ଦିବସ ପାଳନ କରାଯାଇଛି। ଏକ ମାସ ଧରି ଚାଲିଥିବା ସଫେଇ କାର୍ଯ୍ୟକ୍ରମର ସମାପନ ଦିବସରେ ଅନନ୍ୟା ଫାଉଣ୍ଡେସନ ତରଫରୁ କିଛି ନିଆରା କାର୍ଯ୍ୟକ୍ରମ କରାଯାଇଛି। ସୂଚନାଯୋଗ୍ୟ ଯେ ଅନନ୍ୟା ଫାଉଣ୍ଡେସନ୍ ତରଫରୁ ମାସେ ଧରି ମନ୍ଦିର ଗୁଡିକରୁ ପ୍ଲାଷ୍ଟିକ ସଂଗ୍ରହ କରି ବୈଜ୍ଞାନିକ ପଦ୍ଧତିରେ ପୁନଃଚକ୍ରଣ କରାଯାଉଛି। ଆଜିର ଏହି ସମାପନ ଦିବସରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ଜିଲ୍ଲାପାଳ ଶ୍ରୀ ରବୀନ୍ଦ୍ର ନାଥ ସାହୁ ଉପସ୍ଥିତ ଥିବା ବେଳେ ସମ୍ମାନିତ ଅତିଥି ଭାବେ ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ ଓ ସୁନାଖଳା ସରପଞ୍ଚ ତଥା ସ୍ୱଚ୍ଛତା ପାଇଁ ରାଷ୍ଟ୍ରପତି ପୁରସ୍କାର ପାଇଥିବା ଯୁବ ସମାଜସେବୀ ଚିତ୍ତରଞ୍ଜନ ପ୍ରଧାନ ଉପସ୍ଥିତ…

Read More

ଶ୍ରୀ ସୃଜନର ସଙ୍ଗୀତ ଭିଡିଓ ଉନ୍ମୋଚିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ ନୟାଗଡର ଅନ୍ୟତମ ଅଗ୍ରଣୀ ସଙ୍ଗୀତ ଅନୁଷ୍ଠାନ “ଶ୍ରୀ ସୃଜନ”, ନୟାଗଡ(କଳା-ସାହିତ୍ୟ-ସଂସ୍କୃତିର ଭାବମୟ ଉତ୍ତରଣ) ପକ୍ଷରୁ ନୟାଗଡ ପୁରୁଣା ସହରସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ଏକ ସଙ୍ଗୀତ ଭିଡିଓ “ଶ୍ରୀ ସୃଜନ”ର ସଭାପତି ଡ. ବିଜୟ କୁମାର ଚୌଧୁରୀ, ଉପ ସଭାପତି ନିରୁପମା ପଟ୍ଟନାୟକ, ସମାଜସେବୀ ପ୍ରମୋଦ ପଟ୍ଟନାୟକ, ପୂର୍ଣଚନ୍ଦ୍ର ଶତପଥୀ, ଶେଖ୍ ଅବଦୁଲ ଖାଲିକ୍, ପ୍ରଦୀପ ସାହୁ, ସରୋଜ ମିଶ୍ର, ଲକ୍ଷ୍ମୀଧର ମହାପାତ୍ର, କମ୍ରେଡ୍ ବିଶ୍ବନାଥ ମହାପାତ୍ରଙ୍କ ଉପସ୍ଥିତିରେ ଉନ୍ମୋଚିତ ହୋଇଯାଇଛି। ଗୀତଟିକୁ ରଚନା ଓ ସ୍ଵର ସଂଯୋଜନା କରିବା ସହ କଣ୍ଠ ଦାନ କରିଛନ୍ତି ଶ୍ରୀ ସୃଜନର ସଂପାଦିକା ତଥା କଣ୍ଠଶିଳ୍ପୀ ଅଧ୍ୟାପିକା ଜୟଶ୍ରୀ ଦେବୀ । ଶ୍ରୀ ସୃଜନ ନୟାଗଡ଼ ୟୁଟ୍ୟୁବ୍ ଚ୍ୟାନେଲରେ ଗୀତଟି ଶୁଣି ପାରିବେ। https://youtu.be/ELAst_K5x54

Read More

ମଣ୍ଡଳ ସ୍ତରୀୟ ଶିଶୁ ପ୍ରତିଭା ଉତ୍ସବ ‘ସୁରଭି’ ଅନୁଷ୍ଠିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ବିଦ୍ୟାଳୟ ସ୍ତରରେ ପିଲାମାନଙ୍କର ଅନ୍ତର୍ନିହିତ ତଥା ସୃଜନଶୀଳ ପ୍ରତିଭାର ବିକାଶ ପାଇଁ ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଛି ଶିଶୁ ପ୍ରତିଭା ଉତ୍ସବ ‘ସୁରଭି’ କାର୍ଯ୍ୟକ୍ରମ । ବିଭିନ୍ନ ବିଷୟରେ ପ୍ରାଥମିକ ସ୍ତରରୁ ହାଇସ୍କୁଲସ୍ତର ପର୍ଯ୍ୟନ୍ତ ପିଲାମାନଙ୍କ ମଧ୍ୟରେ ପ୍ରତିଯୋଗୀତା କରାଯାଇ ଶ୍ରେଷ୍ଠ ପ୍ରତିଯୋଗୀ ବାଛିବା ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ଅଟେ । ଏହି ପ୍ରତିଯୋଗୀତା କ୍ଲଷ୍ଟର ସ୍ତରରୁ ଆରମ୍ଭ ହୋଇ ବ୍ଲକ,ଜିଲ୍ଲା ଏବଂ ଶେଷରେ ରାଜ୍ୟସ୍ତର ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇ ଶ୍ରେଷ୍ଠ ପ୍ରତିଯୋଗୀ ମାନଙ୍କୁ ବଛାଯାଇଥାଏ । ଏହି ପରିପ୍ରେକ୍ଷୀରେ ଆଜି ବ୍ଲକ ସ୍ତରୀୟ ‘ସୁରଭି’ ପ୍ରତିଯୋଗିତା ନୟାଗଡ଼ ବ୍ଳକ ଅନ୍ତର୍ଗତ ଚଣ୍ଡୀ ସରକାରୀ ହାଇସ୍କୁଲ,ବାଲୁଗାଁ ଠାରେ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବ୍ଲକ ଶିକ୍ଷା ବିଭାଗ ଅନ୍ତର୍ଗତ ୧୫ଟି କ୍ଲଷ୍ଟରରୁ ଉଭୟ ଜୁନିୟର ଏବଂ ସିନିୟର ବିଭାଗରୁ ମୋଟ ୧୫୦ରୁ ଉର୍ଦ୍ଧ୍ୱ…

Read More

ନୟାଗଡ଼ରେ ଦୁର୍ନୀତି ନିବାରଣ ସଚେତନତା ରାଲି

ନୟାଗଡ଼,(ନୟାଗଡ଼ ଦର୍ପଣ): ଦୁର୍ନୀତି ନିବାରଣ ସଚେତନତା ପାଳନ ଅବସରରେ ନୟାଗଡ଼ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ପ୍ରାୟ ୫୦୦ ମିଶନଶକ୍ତି ମାଆମାନଙ୍କୁ ନେଇ ଏକ ସଚେତନତା ରାଲି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ପୂର୍ବାହ୍ନ ୧୦ଘଟିକା ସମୟରେ ବାହାରିଥିଲା। ଏହି ରାଲିକୁ ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁ ପତାକା ଦେଖାଇ ଶୁଭ ଉଦ୍‌ଘାଟନ କରିଥିଲେ । ଏଥିରେ ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା- ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ସୁବାସ ଚନ୍ଦ୍ର ରାୟ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ, ଉପ ଆରକ୍ଷୀ ଅଧୀକ୍ଷକ(ଦୁର୍ନୀତି ନିବାରଣ) ଶ୍ରୀକାନ୍ତ ବେହେରା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ମମତାରାଣୀ ପାତ୍ର, ଡି.ପି.ଏମ (ଓ.ଏଲ.ଏମ) ସଂଜୟ କୁମାର ମହାପାତ୍ର, ଡିପିସି (ମିଶନଶକ୍ତି) ସମିଧା ପାଢ଼ୀ ଯୋଗ ଦେଇଥିଲେ । ରାଲିରେ ଯୋଗଦେଇଥିବା ମାଆମାନେ…

Read More

ନୟାଗଡ଼ରେ ନିଯୁକ୍ତି ମେଳା, ୫ଗୋଟି ବ୍ଲକରୁ ୬୫୪ଜଣ ପ୍ରାର୍ଥୀଙ୍କର ନିଯୁକ୍ତି ନିମନ୍ତେ ନାମ ପଂଜୀକରଣ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ନୟାଗଡ଼, ଦଶପଲ୍ଲା, ଓଡ଼ଗାଁ, ରଣପୁର, ନୂଆଗାଁ ବ୍ଲକର ୧୮ରୁ ୩୫ବର୍ଷର ଯୁବକ ଯୁବତୀମାନଙ୍କର ବିଭିନ୍ନ କମ୍ପାନୀରେ ନିଯୁକ୍ତି ନିମନ୍ତେ ପୋଲିସ ଟ୍ରେନିଂ ପଡ଼ିଆରେ ଏକ ନିଯୁକ୍ତି ମେଳା ଜିଲ୍ଲା ନିୟୋଜନ କାର୍ଯ୍ୟାଳୟ ତରଫରୁ ଅନୁଷ୍ଠିତ ହୋଇଯାଇଛି । ଏହି ମେଳାକୁ ଜିଲ୍ଲା ପରିଷଦ ସଭାପତି ଇଂ. ଦେବାଶିଷ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ଶୁଭ ଉଦ୍‌ଘାଟନ କରିଥିଲେ। ପରେ ପରେ ଜିଲ୍ଲା ନିୟୋଜନ ଅଧିକାରୀ ଦୁର୍ଗା ଚରଣ ଦାସଙ୍କ ସଭାପତିତ୍ବରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା- ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ସୁବାସ ଚନ୍ଦ୍ର ରାୟ, ଅଧ୍ୟକ୍ଷ ସରକାରୀ ପଲିଟେକନିକ୍ ଓଡ଼ଗାଁ, ଅଧ୍ୟକ୍ଷ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ଖୁଟୁବନ୍ଧ, ଡି.ପି.ଏମ(ଓ.ଏଲ.ଏମ) ସଂଜୟ କୁମାର ମହାପାତ୍ର, ଜିଲ୍ଲା…

Read More

ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଏବଂ କଳା ଉତ୍ସବ -୨୦୨୨ ଆସନ୍ତା ତା, ୦୭/୧୧/୨୦୨୨ ସୋମବାର ନବଘନପୁର ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବ। ଏଥିରେ ସମଗ୍ର ଜିଲ୍ଲାରୁ ୬୦୦ରୁ ଅଧିକ ଛାତ୍ରଛାତ୍ରୀ, ଅଭିଭାବକ, ଦର୍ଶକ ସମସ୍ତ ବ୍ଲକରୁ ଆସିବେ । ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା କରାଯାଇ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରାଯିବ ବୋଲି ଜିଲ୍ଲା ପ୍ରକଳ୍ପ ସଂଯୋଜକ, ସର୍ବଶିକ୍ଷା ଅଭିଯାନ ପ୍ରକାଶ କରିଛନ୍ତି । ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ/ଶିକ୍ଷୟିତ୍ରୀ, ଅଭିଭାବକ, ବୁଦ୍ଧିଜୀବି ଏବଂ ଜନସାଧାରଣ ଏଥିରେ ଯୋଗଦାନ କରି ଏହି ଉତ୍ସବକୁ ସଫଳ କରିବା ନିମନ୍ତେ ଜିଲ୍ଲା ପ୍ରକଳ୍ପ ସଂଯୋଜକ, ସର୍ବଶିକ୍ଷା ଅଭିଯାନ ଅନୁରୋଧ କରିଛନ୍ତି ।

Read More

କୁକୁଡ଼ା ଫାର୍ମ ଯୋଗୁଁ ବ୍ୟାପକ ଫସଲ ନଷ୍ଟ, ଜିଲ୍ଲାପାଳ ଓ ଜିଲ୍ଲା କୃଷି ଅଧିକାରୀଙ୍କ ଦ୍ୱାରସ୍ତ ହେଲେ ଗ୍ରାମବାସୀ

ନୟାଗଡ଼,(ନୟାଗଡ଼ ଦର୍ପଣ): ବେଆଇନ ଲେୟାର ଫାର୍ମ ଯୋଗୁଁ ଚାଷୀଙ୍କ ବ୍ୟାପକ ଫସଲ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ଆଣି ଜିଲ୍ଲାପାଳ ଓ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ ଦ୍ୱାରସ୍ତ ହେଲେ ଗ୍ରାମବାସୀ l ନୂଆଗାଁ ବ୍ଲକ ଆନ୍ତର୍ଗତ ମହୀତମ ଠାରେ ଦିର୍ଘ ୮ ବର୍ଷ ଧରି ଏକ ଲେୟାର ଫାର୍ମ ଗଢି ଉଠିଥିବା ବେଳେ ଏହା ଜନବସତି ନିକଟରେ ରହିଥିବାରୁ କୀଟପତଙ୍ଗ ସଂଖ୍ୟା ବୃଦ୍ଧି ପାଇ ଲୋକେ ନହିନଥିବା ଅସୁବିଧା ଭୋଗୁଛନ୍ତି l ସେପଟେ ଗତ ୨ ବର୍ଷ ଧରି ଏହି ଫାର୍ମରୁ ନିର୍ଗତ କୁକୁଡ଼ା ମଳ ଓ ବିଭିର୍ଣ୍ଣ ରାସାୟନିକ ପାଣି ଚାଷୀଙ୍କ ବିଲରେ ମାଡିଯିବା ଯୋଗୁଁ ଚାଷୀମାନଙ୍କର ପ୍ରାୟ ତିରିଶ ଏକର ଫସଲ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଥିବା ନେଇ ଚାଷୀ ମାନେ ଲିଖିତ ଭାବେ ଆଜି ନୟାଗଡ଼ ଜିଲ୍ଲାପାଳ ଓ ଜିଲ୍ଲା ମୁଖ୍ୟ କୃଷି…

Read More

ଚଳିତ ମାସ ୧୩ରୁ ୧୯ତାରିଖ ପର୍ଯ୍ୟନ୍ତ ଶରଣକୁଳ ସର୍ବ ଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ

ଶରଣକୁଳ,(ନୟାଗଡ଼ ଦର୍ପଣ): ଶରଣକୁଳ ଲଡୁକେଶ ଆଥଲେଟିକ୍ ଆସୋସିଏସନ ଶରଣକୁଳ ପକ୍ଷରୁ ୬୧ତମ ସର୍ବ ଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଚଳିତ ନଭେମ୍ବର ମାସ ୧୩ତାରିଖରୁ ୧୯ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ ଅନୁଷ୍ଠିତହେବ। ଏହି ପ୍ରତିଯୋଗିତାରେ ମୋଟ ୮ଟି ଦଳ ଅଂଶଗ୍ରହଣ କରିବେ ବୋଲି ଆସୋସିଏସନ ପକ୍ଷରୁ ସୂଚନା ମିଳିଛି। ୧୩ତାରିଖ ପ୍ରଥମ ଦିନର ଖେଳରେ ଆଚିଭର କଟକ ଓ କିଶୋର କ୍ଲବ୍ ଭୁବନେଶ୍ବର ମଧ୍ୟରେ ମ୍ୟାଚ୍ ଅନୁଷ୍ଠିତ ହେବାକୁ ଥିବା ବେଳେ ୧୪ତାରିଖରେ ତାମିଲନାଡୁ ପୋଲିସ ଓ ୟୁନାଇଟେଡ଼ କ୍ଲବ୍ ବରଗଡ଼ ମଧ୍ୟରେ ଖେଳ ଅନୁଷ୍ଠିତ ହେବ । ସେହିପରି ୧୫ତାରିଖ ଖେଳରେ ହାଇଦ୍ରାବାଦ ଆର୍ମି ଓ ସ୍ପୋର୍ଟସ ହଷ୍ଟେଲ ବାରିପଦା ମଧ୍ୟରେ ହେବାକୁ ଥିବା ବେଳେ ୧୬ତାରିଖରେ ସାଇ ଏଚଏଏଲ ସୁନାବେଡା ଓ ସ୍ପୋର୍ଟସ ହଷ୍ଟେଲ ଭବାନୀ ପାଟଣା ମଧ୍ୟରେ…

Read More

ସଜେଇ ହେଉଛି ରାଜ୍ୟର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ସାତକୋଶିଆ ସ୍ୟାଣ୍ଡରିସର୍ଟ

ଗଣିଆ,(ନୟାଗଡ଼ ଦର୍ପଣ): ସଜେଇ ହେଉଛି ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ୍ ବଡ଼ମୂଳ ମଙ୍ଗାନାସୀସ୍ଥିତ ରାଜ୍ୟର ଅନ୍ୟତମ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ସାତକୋଶିଆ ସ୍ୟାଣ୍ଡରିସର୍ଟ। ଶୀତ ତଥା ପର୍ଯ୍ୟଟନ ଋତୁ ପ୍ରବେଶ କରୁଥିବା ବେଳେ ପ୍ରତିବର୍ଷ ଭଳି ଚଳିତବର୍ଷ ପର୍ଯ୍ୟଟକଙ୍କ ପାଇଁ ସ୍ୟାଣ୍ଡରିସର୍ଟ ସାଜସଜ୍ଜା ଚାଲିଥିବା ଦେଖିବାକୁ ମିଳିଛି। ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ମହାନଦୀର ବାଲୁକା ଶଯ୍ୟାରେ ଲାଗୁଥିବା କଟେଜ୍‌ ଗୁଡ଼ିକର ନିମାର୍ଣ କାର୍ଯ୍ୟରେ ବିଳମ୍ବ ହୋଇଥିଲା। ଆସନ୍ତା ୧୫ତାରିଖରେ ଏହାର ଶୁଭ ଉଦ୍‌ଘାଟନ କରାଯିବ । ଏ ନେଇ ମୁଦୁଲୀଗାଡ଼ିଆ, ମା’ ସାତଭଉଣୀ ପର୍ଯ୍ୟଟନ ପରିଚାଳନା କମିଟି ପକ୍ଷରୁ ସୂଚନା ମିଳିଛି। ଚଳିତବର୍ଷ ୧୬ଟି ଅଣଶୀତତାପ ନିତମ୍ବିତ ଅସ୍ଥାୟୀ ଟେଣ୍ଟ୍ ନିର୍ମାଣ କରାଯିବାକୁ ନିଷ୍ପତ୍ତିନିଆଯାଇଥିବା ବେଳେ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇଲେ ଆବଶ୍ୟକସ୍ଥଳେ ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶ କ୍ରମେ ଟେଣ୍ଟ ସଂଖ୍ୟାକୁ ବୃଦ୍ଧି କରାଯିବ। ସାତକୋଶିଆ…

Read More

ଅବସର ପ୍ରାପ୍ତ ଶିକ୍ଷକ ଶିକ୍ଷୟତ୍ରୀ ସଂଘର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଇଟାମାଟି,(ନୟାଗଡ଼ ଦର୍ପଣ): ଇଟାମାଟି ଗ୍ରାମ ପଞ୍ଚାୟତର ଅବସର ପ୍ରାପ୍ତ ଶିକ୍ଷକ ଶିକ୍ଷୟତ୍ରୀ ସଂଘର ୩ୟ ବାର୍ଷିକ ଉତ୍ସବ ସ୍ଥାନୀୟ ପ୍ରଫୁଲ ସାହୁ କଲ୍ୟାଣ ମଣ୍ଡପ ଠାରେ ସଂଘର ସଭାପତି ପ୍ରହଲ୍ଲାଦ ଶାନ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ମୁଖ୍ୟବକ୍ତାଭାବେ ଇଟାମାଟି ସରପଞ୍ଚ ସ୍ୱପ୍ନଶ୍ବରୀ ସେଠୀ ଓ ସାମାଜିକ କର୍ମୀ ପ୍ରଫୁଲ ସାହୁ ଯୋଗଦେଇଥିଲେ । ଏବର୍ଷ ନୂତନ କର୍ମକର୍ତ୍ତା ଭାବେ ସଭାପତି ପ୍ରହଲ୍ଲାଦ ଶାନ୍ତ, ଉପସଭାପତି ଶ୍ୟାମସୁନ୍ଦର ପାତ୍ର, ସମ୍ପାଦକ ରାଜକିଶୋର ନାୟକ, ସହ ସମ୍ପାଦକ ରବିନ୍ଦ୍ର କୁମାର ପାତ୍ର, କୋଷାଧ୍ୟକ୍ଷ ପ୍ରଦୀପ୍ତ କୁମାର ସାହୁ, ଅଡିଟର ବୃନ୍ଦାବନ ପରିଡା ଓ କୋଅର୍ଡିନେଟ ପ୍ରକାଶ ପଟ୍ଟନାୟକ ନିର୍ବାଚିତ ହୋଇଥିଲେ। ପରିଶେଷରେ ଶ୍ୟାମସୁନ୍ଦର ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

Read More