ସରସ୍ବତୀ ଶିଶୁବିଦ୍ୟା ମନ୍ଦିର ପରିସରରେ ଦୁଇ ଦିନିଆ ପୂର୍ବ ସମ୍ଭାଗ ସ୍ତରୀୟ ବୈଠକ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସରସ୍ୱତୀ ଶିଶୁବିଦ୍ୟା ମନ୍ଦିର ପରିସରରେ ଦୁଇ ଦିନିଆ ପୂର୍ବ ସମ୍ଭାଗ ସ୍ତରୀୟ ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲା ସମ୍ପାଦକ ଓ ପ୍ରଧାନଚାର୍ୟ୍ଯ ବୈଠକ ଉଦଘାଟିତ ହୋଇଯାଇଛି। ଶିକ୍ଷାବିକାଶ ସମିତି ଓଡିଶା, ପୂର୍ବ ସମ୍ଭାଗ ସଭାପତି ଶ୍ରୀଯୁକ୍ତ ଡ଼. କିଶୋର ଚନ୍ଦ୍ର ମହାନ୍ତି ଦ୍ୱୀପ ପ୍ରଜ୍ୱଳନ କରିଥିଲେ। ବାଙ୍କୀ ସଂକୁଳ ପ୍ରମୁଖ ଶ୍ରୀଯୁକ୍ତ ଧରଣୀଧର ସlହୁ ସଭା କାର୍ଯ୍ୟ ପରିଚାଳନା କରିଥିଲେ। ଖୋର୍ଦ୍ଧା ଜିଲ୍ଲା ପ୍ରମୁଖ ଶ୍ରୀଯୁକ୍ତ ପଦ୍ମଚରଣ ସାହୁ ପରିଚୟ ପ୍ରଦାନ କାର୍ଯ୍ୟ ସମ୍ପାଦନ କରିଥିଲେ। ନୟାଗଡ଼ ଜିଲ୍ଲା ପ୍ରମୁଖ ଶ୍ରୀଯୁକ୍ତ ହରେକୃଷ୍ଣ ମୁଦୁଲି ମହାମାରୀ କରୋନା ରେ ସ୍ଵର୍ଗବାସ କରିଥିବା ଶିଶୁଓ କାର୍ଯ୍ୟକର୍ତା ଙ୍କ ଉଦ୍ଧେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ବିଦ୍ୟାଳୟ ର ପୂର୍ବ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସ୍ୱାଗତ ଓ ସ୍ୱାଗତ ସଙ୍ଗୀତ ପରିବେଷଣ କରାଯାଇଥିଲା। ଶିଶୁ ବlଟିକା କାର୍ଯ୍ୟାଶାଳା ଉଦଘାଟନ…

Read More

ବିଦେଶରୁ ଫେରିବା ପରେ ବିଭିନ୍ନ ପଦରୁ ଇସ୍ତଫା ଦେଲେ ବନୁ ଭାଇ

ନୟାଗଡ଼,(ନୟାଗଡ଼ ଦର୍ପଣ): ବିଭିନ୍ନ ସାଙ୍ଗଠନିକ ପଦ ପଦବୀରୁ ଆନୁଷ୍ଠାନିକ ଭାବେ ଇସ୍ତଫା ଦେଲେ ସମାଜସେବୀ ପ୍ରମୋଦ ପଟ୍ଟନାୟକ (ବନୁ ଭାଇ) । ଶ୍ରୀଯୁକ୍ତ ପଟ୍ଟନାୟକ ବିଦେଶ ଗସ୍ତ ପୂର୍ବରୁ ଇସ୍ତଫା ସମ୍ପର୍କରେ ମେ’ମାସ ୨୨ ତାରିଖରେ ପୁର୍ବତନ ମନ୍ତ୍ରୀ ତଥା ନୟାଗଡ ବିଧାୟକ ନୟାଗଡ଼ ଡ଼ଃ. ଅରୁଣ କୁମାର ସାହୁଙ୍କୁ ଲିଖିତ ଭାବେ ଅବଗତ କରିଥିଲେ । ଗତ ତିନି ମାସ ଧରି ଶ୍ରୀ ପଟ୍ଟନାୟକ ବିଦେଶ ଗସ୍ତରେ ରହି ଏବେ ନୟାଗଡ଼ରେ ପହଞ୍ଚିବା ପରେ ଆଜି ଆନୁଷ୍ଠାନିକ ଭାବେ “ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ”, ମୋ ସ୍କୁଲ ଯୋଜନା ସଂଯୋଜକ, ମୋ କଲେଜ ଷ୍ଟିଅରିଂ କମିଟି ସଭ୍ୟ , ନୟାଗଡ଼ କ୍ଲବ୍ ସଭାପତି ଏବଂ ବିଭିନ୍ନ ଅନୁଷ୍ଠାନର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସୂଚନାଯୋଗ୍ୟ, ଗତ ଏପ୍ରିଲ ୩୦…

Read More

ନାବାଳିକାକୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଆସାମୀକୁ ୫ବର୍ଷ ଜେଲ ଓ ୧୦ହଜାର ଜୋରିମାନା

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଳ୍ଲା ଫାଷ୍ଟ ଟ୍ରାକ ପୋକ୍‌ସ କୋର୍ଟର ବିଚାରପତି ବିରଞ୍ଚି କୁମାର ରଥ ଏକ ୫ବର୍ଷର ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ ଉଦ୍ୟମ ଅଭିଯୋଗର ବିଚାର କରି ଆସାମୀ ପ୍ରମୋଦ ଦେହୁରୀକୁ ୫ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହିତ ୧୦ ହଜାର ଟଙ୍କା ଜୋରିମାନା କରିଛନ୍ତି । ମାମଲା ପରିଚାଳନା କରୁଥିବା ସ୍ୱତନ୍ତ୍ର ସରକାରୀ ଓକିଲ ଅମୀୟ ପଟ୍ଟନାୟକଙ୍କଠାରୁ ମିଳିଥିବା ସୂଚନା ଅନୁସାରେ ଗତ ୨୪.୪.୨୦୧୮ରେ ଫତେଗଡ଼ ଥାନାରେ ହୋଇଥିବା ଅଭିଯୋଗ ଅନୁଯାୟୀ କେଶ ନଂ-୮୫/୧୮ରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଆରମ୍ଭ ହୋଇଥିଲା। ଫତେଗଡ଼ ଥାନା ଅଞ୍ଚଳରେ ଜନୈକ ୫ବର୍ଷର ନାବାଳିକା ଦିନ ଦ୍ୱିପ୍ରହରେ ଗାଁ ଦାଣ୍ଡରେ ତାଙ୍କ ସାଥି ମାନଙ୍କ ସହିତ ଖେଳୁଥିବା ବେଳେ ଆସାମୀ ପ୍ରମୋଦ ତାକୁ ଚକୋଲେଟ ଓ ମିକ୍‌ଚର କିଣିବା ପାଇଁ ଟଙ୍କା ଦେଇ ପାଖ ଦୋକାନକୁ…

Read More

ସ୍ୱାୟତ୍ତ ଶାସନ ଦବିସ ପାଇଁ ବିଭିନ୍ନ ପ୍ରତିଯାଗୀତା ଅନୁଷ୍ଠିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ଆଜି ନୟାଗଡ଼ ମୁନିସିପାଲିଟି ତରଫରୁ ସ୍ଥାନୀୟ ଏନ.ଏ.ସି ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଛାତ୍ରଛାତ୍ରୀଙ୍କୁ ନେଇ ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ପଞ୍ଚମ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ୨୧ଟି ବିଦ୍ୟାଳୟର ୮୦ଜଣ ପ୍ରତିଯୋଗୀ ଅଂଶଗ୍ରହଣକରିଥିଲେ । ପୌରାଧକ୍ଷା ନିରୂପମା ଖଟେଇ ଓ ନିର୍ବାହୀ ଅଧିକାରୀ ମିସ୍ ସ୍ବାତୀ ମିଶ୍ର ନିଜେ ଉପସ୍ଥିତ ରହି ପ୍ରତିଯୋଗୀତାକୁ ପରିଚାଳନା କରିଥିଲେ । ଦେଶାତ୍ମବୋଧକ ସଙ୍ଗୀତ, ଓଡ଼ିଆ ବିତର୍କ, ଚିତ୍ରାଙ୍କନ ଓ ସାଧାରଣ ଜ୍ଞାନ ପ୍ରଭୃତି ୪ଟି ଇଭେଣ୍ଟରେ ଛାତ୍ରଛାତ୍ରୀମାନେ ଭାଗ ନେଇଥିଲେ । ସଂଗୀତଜ୍ଞ ନବକକିଶୋର ମିଶ୍ର, ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ, କୁଇଜ ମାଷ୍ଟର ଚନ୍ଦ୍ରବିଜୟୀ ମିଶ୍ର, ଅଧ୍ୟାପିକା ଜୟଶ୍ରୀ ଦାଶ, ବେତାର କଣ୍ଠଶିଳ୍ପୀ ପ୍ରଶାନ୍ତ ଦାଶ, ଶିକ୍ଷକ ଲକ୍ଷ୍ମୀଧର ସାହୁ, ଚିତ୍ରଶିଳ୍ପୀ ନିର୍ମଳ ଚନ୍ଦ୍ର ଶୁରଦେଓ, ପ୍ରାକ୍ତନ ନିର୍ବାହୀ ଅଧିକାରୀ ବୈଦ୍ୟନାଥ…

Read More

ଜିଲ୍ଲାରେ ପ୍ରଥମ ମାସିକ ହାସ୍ୟ ବ୍ୟଙ୍ଗ ପତ୍ରିକା ‘ବ୍ୟଙ୍ଗ କଲମ’ ଉନ୍ମୋଚିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ବ୍ୟଙ୍ଗକାର ରବୀନ୍ଦ୍ର ରାଉତଙ୍କ ଦ୍ୱାରା ସମ୍ପାଦିତ ଜିଲ୍ଲାର ସର୍ବପ୍ରଥମ ବ୍ୟଙ୍ଗ ପତ୍ରିକା ଆଜି ଅପରାହ୍ନରେ ନୟାଗଡ଼ ପୁରୁଣା ସହରସ୍ଥିତ ଶ୍ରୀଜଗନ୍ନାଥଙ୍କ ମନ୍ଦିର ସାମନାରେ ଥିବା ଉତ୍କଳ ଘଣ୍ଟ ଯଦୁମଣିଙ୍କ ପ୍ରତିମୂତ୍ତିୀ ସାମନାରେ ଏହି ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ନୟାଗଡ଼ ଜିଲ୍ଲାରୁ ପ୍ରକାଶିତ ହେଲା ସମାଲୋଚନା ଧର୍ମୀ ତଥା ହାସ୍ୟ ବ୍ୟଙ୍ଗ ପତ୍ରିକା ‘ବ୍ୟଙ୍ଗ କଲମ’ । ଉନ୍ମୋଚନ ପୂର୍ବରୁ ପ୍ରଥମେ ପତ୍ରିକାକୁ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସମର୍ପଣ କରାଯାଇ ପୂଜାର୍ଚ୍ଚନା କରାଯାଇଥିଲା। ଏହି ଉନ୍ମୋଚନ କାର୍ଯ୍ୟକ୍ରମରକୁ ବରିଷ୍ଠ ସାମ୍ବାଦିକ ତଥା ସାହିତ୍ୟିକ ରାମକୃଷ୍ଣ ରଥ ସଂଯୋଜନା କରିଥିବା ବେଳେ ନାଟ୍ୟକାର ଡ.ବିଜୟ ଚୌଧୁରୀ, ବରିଷ୍ଠ ଅଧିବକ୍ତା ମନୋରଂଜନ ମହାପାତ୍ର, ସାହିତ୍ୟ ଏକାଡେମୀ ସଦସ୍ୟ ଅଧ୍ୟାପକ ଅଶୋକ କୁମାର ନାୟକ, କବି ନିର୍ମଳ ଶୂରଦେଓ, କୈଳାସ ବାଣ୍ଠ, ପ୍ରଶାନ୍ତ ଦାଶ, ସମାଜସେବୀ ମନୋଜ ସାହୁ,…

Read More

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଧାରଣା ଦେଲେ ଅଂଶିକା ସର୍ଭିସେସର ଲଣ୍ଡ୍ରୀ କର୍ମଚାରୀ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଧାରଣା ଦେଲେ ଅଂଶିକା ସର୍ଭିସେସର ଲଣ୍ଡ୍ରୀ କର୍ମଚାରୀ । ଅଂଶିକା ସର୍ଭିସେସ ମାଧ୍ୟମରେ ଦିର୍ଘ ତିନି ବର୍ଷ ଧରି ମେଡିକାଲ ରେ ଲଣ୍ଡ୍ରୀ କର୍ମଚାରୀ ଭାବେ କାର୍ଯ୍ୟ କରିଥିଲେ ମଧ୍ୟ ସଂସ୍ଥା ମାଲିକ୍ ଚିତ୍ତରଞ୍ଜନ ଦାସ କର୍ମଚାରୀ ମାନଙ୍କୁ ଦରମା ଦେଉନଥିବା ଅଭିଯୋଗ କରିଛନ୍ତି । ଦରମା ମାଗିଲେ ସଂସ୍ଥା ର ସୁପରଭାଇଜର ଅନୁରାଗ ଖଟେଇ ଅସଭ୍ୟ ଭାଷାରେ ଗାଳି ଗୁଲଜ କରିବା ସହ ଧମକ ଦେଉଥିବା ଅଭିଯୋଗ କରିଛନ୍ତି କର୍ମଚାରୀ ମାନେ । ଏପରିକି ଦରମା, ସେକେଣ୍ଡ ସିପ୍ଟି , କୋଭିଡ ଇନସେଟିଭ ଦିଆଯାଇ ନଥିବା ବେଳେ ଇ.ପି.ଏଫ.ଓ , ଇଏଓ.ଆଇ ମାସିକ ପାରିଶ୍ରମିକ ରୁ କଟାଯାଇସିଛି . ଯାହାକୁ ପରେ ଆକାଉଣ୍ଟ ରେ ପରିଶୋଧ କରାଯାଇ ନଥିବା ଅଭିଯୋଗ କରିଛନ୍ତି କର୍ମଚାରୀ । କର୍ମଚାରୀ…

Read More

ବନ୍ୟା ପ୍ରପୀଡ଼ିତଙ୍କୁ ଭେଟିଲେ ଜିଲ୍ଲାପାଳ, ସାଂସଦ, ବିଧାୟକଙ୍କ ସମେତ ବହୁ ଲୋକ ପ୍ରତିନିଧି

ଭାପୁର,(ନୟାଗଡ଼ ଦର୍ପଣ): ଭାପୁର ବ୍ଳକର ଦୁଇ ପଞ୍ଚାୟତରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଉପାଧ୍ୟକ୍ଷ ବେଣୁଧର ପ୍ରଧାନଙ୍କ ନେତୃତ୍ୱରେ ଆଜି ବିଭିନ୍ନ ବନ୍ୟା ପ୍ଲାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ, ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ, ନୟାଗଡ଼ ଜିଲ୍ଲାପାଳ ଡ଼ଃ ପୋମା ଟୁଡୁ, ମୁଖ୍ୟ କାର୍ଯ୍ୟନିବାହୀ ଅଧିକାରୀ ଜିଲ୍ଲା ପରିଷଦ, ଭାପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ, ୧୮ନଂ ଜୋନ ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର କୁମାର ଧଳ, ୫ନଂ ଜୋନ ଜିଲ୍ଲା ପରିଷଦ ସଭ୍ୟ ରାମେଶ୍ୱର ଶତପଥି ଏବଂ ଭାପୁର ପଞ୍ଚାୟତ ସମିତିର ବହୁ ଜନପ୍ରତିନିଧିଙ୍କ ସମେତ ଜିଲ୍ଲା ପ୍ରଶାସନ, ବ୍ଲକ ପ୍ରଶାସନର ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ବୃନ୍ଦ। କରବର ଓ ଫତେଗଡ଼ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ବନ୍ୟା ପ୍ରପୀଡିତ ପରିବାରଙ୍କୁ ଭେଟିବା ସହ ବନ୍ୟାଞ୍ଚଳ ଅନୁଧ୍ୟାନ କରିଛନ୍ତି।…

Read More

ପୁଣିଥରେ ବିଜେଡି ରାଜ୍ୟ ସମ୍ପାଦକ ହେଲେ ଅନୱର ଅଲ୍ଲୀ

ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟ ରାଜନୀତି ଠାରୁ ଆରମ୍ଭ କରି ଜାତୀୟ ରାଜନୀତି ପର୍ଯ୍ୟନ୍ତ ବହୁ ଉଚ୍ଚ ପଦବୀରେ ସାମ୍ବାଦିକ ମାନେ ବିଭିନ୍ନ ଆସନ ଅଳଙ୍କୃତ କରିଥିବା ନଜିର ରହିଛି । ଓଡ଼ିଶା ରାଜ୍ୟ ରାଜନୀତିରେ ବିଜୁ ଜନତା ଦଳ ପ୍ରମୁଖ ଦଳ ଭାବେ ଏକ ନମ୍ବର ସ୍ଥାନରେ ରହିଛି । ଏହି କ୍ରମରେ ନିକଟରେ ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ନାମ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମ ନବୀନ ପଟ୍ଟନାୟକ । ନୟାଗଡ଼ ଜିଲ୍ଲାରୁ ରାଜ୍ୟ ସମ୍ପାଦକ ଭାବେ ପୁଣି ଥରେ ସାମ୍ବାଦିକ ଅନଓ୍ବର ଅଲ୍ଲୀଙ୍କୁ ଦାୟିତ୍ଵ ଦେଇଛନ୍ତି ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ । ଦଳର ନୀତି ନିୟମ ଅନୁସାରେ କାର୍ଯ୍ୟ କରିବା ସହ ସଙ୍ଗଠନକୁ ସୁଦୃଢ କରିବା ଏବଂ ସମାଜସେବାରେ ନିଜକୁ ନିୟୋଜିତ ରଖିବେ ବୋଲି ପ୍ରକାଶ କରିଛନ୍ତି ନବ ନିଯୁକ୍ତ ରାଜ୍ୟ…

Read More

ନୟାଗଡ଼ ସଦର ମହକୁମାରେ ଜିଲ୍ଲାସ୍ତରୀୟ ଜନଶୁଣାଣୀ ଶିବିର

ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଜିଲ୍ଲାପାଳ ଡା. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ଡା. ଟୁଡୁ ଲୋକମାନଙ୍କରବିଭିନ୍ନ ଅଭିଯୋଗ ଶୁଣିଥିଲେ । ଆଜି ସମୁଦାୟ ୨୮ଗୋଟି ଅଭିଯୋଗ ପଂଜିକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଭାବେ ୧୪ଗୋଟି ଅଭିଯୋଗ, ଗୋଟିଏ ସାମୁହିକ ଗ୍ରାମ ବିବାଦର ଶୁଣାଣି କରାଯାଇ ସମୁଦାୟ ୧୭ଗୋଟି କେସର ତତ୍କାଳ ସମାଧାନ କରାଯାଇଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ୦୬ଜଣ ଦରଖାସ୍ତକାରୀଙ୍କୁ ଟ.୫୯୦୦୦/-( ଅଣଷଠି ହଜାର ଟଙ୍କା) ଆର୍ଥିକ ଅନୁଦାନ ଏବଂ ଜିଲ୍ଲା ରେଡ୍‌କ୍ରସ ସଂସ୍ଥାରୁ ୦୭ଜଣ ଦରଖାସ୍ତକାରୀଙ୍କୁ ଟ.୪୯୦୦୦/- (ଅଣଚାଷ ହଜାର ଟଙ୍କା) ଆର୍ଥିକ ଅନୁଦାନ ଅନୁମୋଦନ କରାଯାଇଥିଲା । ଅବଶିଷ୍ଟ କେସଗୁଡ଼ିକୁ ସାମାଧାନ ନିମନ୍ତେ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ଜନଶୁଣାଣି ଶିବିରରେ ଅତିରିକ୍ତ ଆରକ୍ଷୀ…

Read More

କଣ୍ଟ୍ରାକ୍ଟରଙ୍କ ମନମାନି ଦୁଇବର୍ଷ ଧରି ନିର୍ମାଣ ହୋଇନି ପୋଲ

ଓଡ଼ଗାଁ,(ନୟାଗଡ଼ ଦର୍ପଣ): ଓଡ଼ଗାଁ ବ୍ଳକ ବାଣ୍ଠପୁର ଠାରୁ ବଡ଼ପୁଟ ଛକ ପର୍ଯ୍ୟନ୍ତ କୋଟି କୋଟି ଟଙ୍କା ବେୟରେ ନିର୍ମାଣ ହୋଇଛି ପିଚୁ ରାସ୍ତା। କିନ୍ତୁ ଦୁଃଖ ଓ ପରିତାପର ବିଷୟ ବାଣ୍ଠପୁର ପଞ୍ଚାୟତର ଧବଳେଇ ଗ୍ରାମ ନିକଟସ୍ଥ କେନାଲ ଉପରେ ନିର୍ମାଣ ହୋଇଛି ଏକ ପୋଲ। ଦୀର୍ଘ ଦୁଇବର୍ଷ ହେଲା ଏହି ପୋଲ ନିର୍ମାଣ ହୋଇ ରାସ୍ତା ସଂଯୋଗ ପାଇଁ ମାଟି ପଡିନଥିବାରୁ କେନାଲ ଉପରେ ଡାଇଭର୍ଶନ ରାସ୍ତାରେ ବିପଦ ସଂକୁଳ ଅବସ୍ଥାରେ ଗାଡିମୋଟର ଯାତାୟତ କରୁଛି। ଏଥିଯୋଗୁଁ ଦୁଇ ବର୍ଷ ଭିତରେ ଅନେକ ଥର ଛୋଟବଡ଼ ଦୁର୍ଘଟଣାମାନ ଘଟିଛି। ଗତ କିଛିଦିନ ପୂର୍ବେ ଏହି ଡାଇଭର୍ଶନରେ ଏକ କାର କେନାଲ ମଧ୍ୟକୁ ଖସି ପଡ଼ିଥିବା ବେଳେ ଆଜି ସକାଳେ ଏକ ୧୬ଚକିଆ ଆନ୍ଧ୍ର ଟ୍ରକ କେନାଲ ମଧ୍ୟକୁ ଖସିଯାଇଛି। ଏଥିରେ ବସିଥିବା ୧୦ଜଣ ଶ୍ରମିକ ଶ୍ରେଣୀର…

Read More