ନୟାଗଡ଼,(ନୟାଗଡ଼ ଦର୍ପଣ): ୭୬ତମ ସ୍ବାଧୀନତା ଦିବସ ଉପଲକ୍ଷ୍ୟେ ନୟାଗଡର ଅନ୍ୟତମ ଅଗ୍ରଣୀ ସଙ୍ଗୀତ ଅନୁଷ୍ଠାନ “ଶ୍ରୀ ସୃଜନ” (କଳା-ସାହିତ୍ୟ-ସଂସ୍କୃତିର ଭାବମୟ ଉତ୍ତରଣ)ପକ୍ଷରୁ ‘ସେବା ଅନୁଷ୍ଠାନ’ ନୟାଗଡରେ ଏକ ହୃଦୟ ଛୁଆଁ ଦେଶାତ୍ମବୋଧକ ସଙ୍ଗୀତ, ଶ୍ରୀ ସୃଜନର ସଭାପତି ଡ. ବିଜୟ କୁମାର ଚୌଧୁରୀ,କମ୍ରେଡ୍ ବିଶ୍ବନାଥ ମହାପାତ୍ରଙ୍କ ଉପସ୍ଥିତିରେ ଉନ୍ମୋଚିତ ହୋଇଯାଇଛି।ସଙ୍ଗୀତର ରଚୟିତା ଶିକ୍ଷୟିତ୍ରୀ କାଦମ୍ବିନୀ ମହାପାତ୍ର, ସ୍ବର ସଂଯୋଜନା ଓ କଣ୍ଠଦାନ କରିଛନ୍ତି ଶ୍ରୀ ସୃଜନର ସଂପାଦିକା ଅଧ୍ୟାପିକା, କଣ୍ଠଶିଳ୍ପୀ,ସଙ୍ଗୀତ ନିର୍ଦ୍ଦେଶିକା ଜୟଶ୍ରୀ ଦେବୀ।ଉନ୍ମୋଚନ ସମୟରେ ସଞ୍ଜୟ ସାହୁ,ପ୍ରଦୀପ ସାହୁ,ଲକ୍ଷ୍ମୀଧର ମହାପାତ୍ର, ଅଶୋକ ମଲ୍ଲ, ଦିଲ୍ଲୀପ ସାହୁ, କିଶୋର ମହାପାତ୍ର, ଚିତ୍ତରଞ୍ଜନ ନାୟକ, ଶିକ୍ଷକ, ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀଙ୍କ ସହ ଶ୍ରୀ ସୃଜନ ଅନୁଷ୍ଠାନର ସମସ୍ତ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିବା ସହିତ ସହଯୋଗୀ ଅନୁଷ୍ଠାନ ଚମତ୍କାର, ନାଟ୍ୟଧାରାର ସଭ୍ୟ ସଭ୍ୟା ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସୁଚାରୁ ରୂପେ…
Read MoreCategory: ନୟାଗଡ଼ ବ୍ଲକ
ବାଲୁଗାଁ ବିଜେପି ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା
ନୟାଗଡ଼,(ନୟାଗଡ଼ ଦର୍ପଣ): ଆଜାଦିକା ଅମୃତ ମହୋତ୍ସବ ଅବସରରେ ବାଲୁଗାଁ ବିଜେପି ପକ୍ଷରୁ ବାଲୁଗାଁ ପଞ୍ଚାୟତରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା I ଏହି ଅବସରରେ ଭାରତର ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ ହରଘର ତ୍ରିରଙ୍ଗା ଅଭିଯାନ ନେଇ ବିଶାଳ ବାଇକ ଶୋଭାଯାତ୍ରା ମାଧ୍ୟମରେ ଜନସଚେତନତା ସୃଷ୍ଟି କରାଯାଇଥିଲା I ବାଲୁଗାଁ ବିଜେପି ନେତା ସଞ୍ଜୟ କୁମାର ନାୟକ ଓ ଅଜୟ କୁମାର ନାୟକଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ବିଶାଳ ବାଇକ ଶୋଭାଯାତ୍ରାରେ ଜିଲ୍ଲା ବିଜେପି ସଭାପତି ଲାଲାମନୋଜ ରାୟ,ବିଜେପି ନେତା ସନ୍ତୋଷ କୁମାର ପ୍ରଧାନଙ୍କ ସମେତ ଶତାଧିକ ବଜେପି କାର୍ଯ୍ୟକର୍ତା ଯୋଗଦେଇଥିଲେ l
Read More‘ରେଡକ୍ରସ ସ୍ଵେଚ୍ଛାସେବୀ ଅନୁଷ୍ଠାନ’ ଏବଂ ‘ସତ୍ୟମ କମ୍ପ୍ୟୁଟର’ର ମିଳିତ ଆନୁକୂଲ୍ୟରେ ରକ୍ତଦାନ ଶିବିର
ନୟାଗଡ଼,(ନୟାଗଡ଼ ଦର୍ପଣ): ୭୬ତମ ସ୍ବାଧୀନତା ଦିବସ ଅବସରରେ ନୟାଗଡ଼ ରେଡକ୍ରସ ସ୍ଵେଚ୍ଛାସେବୀ ଅନୁଷ୍ଠାନ ଏବଂ ସତ୍ୟମ କମ୍ପ୍ୟୁଟର ର ମିଳିତ ଆନୁକୂଲ୍ୟରେ ଏକ ରକ୍ତଦାନ ଶିବିର ସତ୍ୟମ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରୁ ୧୬ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା । ନୟାଗଡ଼ ରେଡକ୍ରସ ସ୍ଵେଚ୍ଛାସେବୀ ଅନୁଷ୍ଠାନର ପରାମର୍ଶଦାତା ବିଭୁତି ଭୁଷଣ ପଟ୍ଟନାୟକ ଏବଂ ସତ୍ୟମର ନିର୍ଦେଶକ ଧିରେନ୍ଦ୍ର କୁମାର ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଚାଲିଥିବା ଏହି ଶିବିରର ପରିଚାଳନାରେ ସହଯୋଗ କରିଥିଲେ ଶ୍ରୀ ସନ୍ତୋଷ ଷଡ଼ଙ୍ଗୀ, ପବିତ୍ର ସାହୁ, ସୁଶାନ୍ତ ପାଇକରାୟ, ପ୍ରଦୀପ ବରାଡ ଏବଂ କାଜଲ ଡାକୁଆ ।
Read Moreଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ
ନୟାଗଡ଼,(ନୟାଗଡ଼ ଦର୍ପଣ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସ୍ବରଚିତ ଦେଶାତ୍ମାବୋଧକ କବିତା ପାଠ ଉତ୍ସବ ନୟାଗଡ଼ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ଜିଲ୍ଲା ସାହିତ୍ୟ ଏକାଡେମୀ ସଦସ୍ୟ ଅଶୋକ କୁମାର ନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ଅତିଥି ଭାବେ ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ପୌରାଞ୍ଚଳର ଅଧ୍ୟକ୍ଷା ନିରୁପମା ଖଟେଇ, ପ୍ରାକ୍ତନ ଅଧ୍ୟକ୍ଷ ତଥା ସାହିତିକ ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ବରିଷ୍ଠ ସାହିତିକା ବସିରନ ବିବି, ସାହିତ୍ୟିକ ଶେଖ ଅବଦୁଲ ଖାଲିକ ପ୍ରମୁଖ ଅତିଥିଭାବେ ଯୋଗ ଦେଇଥିଲେ। ଅତିଥିମାନେ ଆଜିର ଦିବସ ଉପରେ ବହୁ ସାରଗର୍ଭକ ଅଭିଭାଷଣ ରଖିଥିଲେ। ନୟାଗଡ଼ର ୨୦ରୁ ଉର୍ଦ୍ଧ୍ଵ ସୁସାହିତ୍ୟିକ ସ୍ବରଚିତ ଦେଶାତ୍ମବୋଧକ କବିତା ପାଠ କରିଥିଲେ।…
Read Moreନୟାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ୭୬ତମ ସ୍ବାଧୀନତା ଦିବସ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ଆଜାଦୀର ଅମୃତ ମହୋତ୍ସବ ଅବସରରେସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ନୟାଗଡ଼ ପ୍ରାଙ୍ଗଣରେ ୭୬ତମ ସ୍ବାଧୀନତାଦିବସ ପାଳିତ ହୋଇଯାଇଅଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେହରେକୃଷ୍ଣ ମୁଦୁଲି, ଜିଲ୍ଲା ପ୍ରମୁଖ ପତାକା ଉତ୍ତୋଳନ କରିଥିଲେ । ସମ୍ମାନିତଅତିଥିଭାବେ ନବରଙ୍ଗପୁର ଜିଲ୍ଲା ବିକ୍ରମପୁର ଉଚ୍ଚ ବିଦ୍ୟାଳୟର ରାଜ୍ୟପାଳପୁରସ୍କାର ପ୍ରାପ୍ତ ପ୍ରଧାନ ଶିକ୍ଷକ ଭଗବାନ ସାହୁ ଉପସ୍ଥିତ ରହି ଭାରତରସ୍ବାଧୀନତା ସଂଗ୍ରାମରେ ଯେଉଁ ମହାପୁରୁଷମାନେ ନିଜ ଜୀବନକୁ ବାଜି ଲଗାଇଭାରତକୁ ସ୍ବାଧୀନତା ଦେଇଥିଲେ ସେମାନଙ୍କ ନାମ ନେଇ ଛାତ୍ରଛାତ୍ରୀ ମାନଙ୍କମଧ୍ୟରେ ଜାତୀୟତା ବାଦର ବିକାଶ ପାଇଁ ଆହ୍ବାନ ଦେଇ ଶହୀଦ ଉଦାମସିଂହଙ୍କ ବୀରତ୍ବର କାହାଣୀ ଶୁଣାଇଥିଲେ । ଉକ୍ତ ଉତ୍ସବରେ ବିଦ୍ୟାଳୟର ପ୍ରାୟ ୮୦୦ ରୁ ଉଦ୍ଧାର୍ ଛାତ୍ରଛାତ୍ରୀ, ଅଭିଭାବକ, ପରିଚାଳନା ସମିତି ସଦସ୍ୟ ଓ ସମସ୍ତ ଗୁରୁଜୀ ଗୁରୁମା ଉପସ୍ଥିତ ରହିଥିଲେ । ଏହି କାର୍ଯ୍ୟକ୍ରମରେ…
Read More“ସେବା ସ୍ଵଧାର ଗୃହ”ରେ ଆଜାଦି କା ଅମୃତ ମହୋତ୍ସବ ପାଳନ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲାର ଅଗ୍ରଣି ସ୍ବେଚ୍ଛାସେବୀ ଅନୁଷ୍ଠାନ ସେବା ଠାରେ “ସେବା ସ୍ଵଧାର ଗୃହ” ତରଫରୁ ଆଜାଦି କା ଅମୃତ ମହୋତ୍ସବ ପାଳନ କରାଯାଇଛି। ଏହା ଚଳିତ ମାସ 13 ତାରିଖ ଠାରୁ 15ତାରିଖ ପର୍ଯ୍ୟନ୍ତ ପାଳିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ସେବାର ସାଧାରଣ ସମ୍ପାଦକ ଶ୍ରୀ ଅମରେନ୍ଦ୍ର କୁମାର ଦାସ ପରିଜା, ସେବାର ଉପ ସଭାପତି ଶ୍ରୀଯୁକ୍ତ ସଞ୍ଜୟ କୁମାର ସୁବୁଦ୍ଧି,ସେବା ସ୍ଵଧାର ଗୃହ ର ତତ୍ତ୍ୱାବଧାରିକା କୁମାରୀ ବନିତା ମଲ୍ଲିକ, ସ୍ଵଧାର ଗୃହର ପରାମର୍ଶଦାତ୍ରୀ ଶ୍ରୀମତି ସରିତା ଆଚାର୍ଯ୍ୟ ଙ୍କ ପ୍ରତକ୍ଷ ତତ୍ବାବଧନରେ ସମ୍ପାଦିତ ହୋଇଥିଲା। ସ୍ୱାଧୀନତା ର 75 ବର୍ଷ ଆନୁକୁଲ୍ୟରେ ସେବା ସ୍ଵଧାର ଗୃହ ତରଫରୁ ଅନ୍ତେବାସୀ ମାନଙ୍କୁ ନେଇ ଝୋଟି, ଚିତ୍ରାଙ୍କନ, ବକୃତା ଓ ସାଧାରଣ ଜ୍ଞାନ କୁଇଜ୍ ପ୍ରତିଯୋଗିତା ମଧ୍ୟ ଅନୁଷ୍ଠିତ ହୋଇଥିଲା। କୃତୀ ପ୍ରତିଯୋଗୀ ମାନଙ୍କୁ…
Read Moreସମର୍ପଣ (ବୃଦ୍ଧାଶ୍ରମ)ରେ ସ୍ବାଧୀନତା ଦିବସ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ସ୍ବାଧୀନତାର ଅମ୍ରୃତ ମହୋତ୍ସବ ତଥା ୭୬ ତମ ସ୍ବାଧିନତା ଦିବସ ସମର୍ପଣ ପରିସରରେ ପାଳିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ନୟାଗଡ ଷ୍ଟେଟ ବ୍ଯାଙ୍କ ( କ୍ରୁଷି ଉନ୍ନୟନ) ଶାଖାର ମୂଖ୍ଯ ପରିଚାଳକ ଶ୍ରୀଯୁକ୍ତ ଶିବରାମ ପାଣିଗ୍ରାହୀ ମୁଖ୍ଯ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହିତ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଆଜି ପ୍ରତ୍ଯେକ ଆଦିବାସୀ ଅଧୁଷିତ ଅଞ୍ଚଳରେ ମଧ୍ଯ ଅତି ସୁନ୍ଦର ଭାବେ ଦେଖିବାକୁ ମିଳିଛି ବୋଲି ଉଦବୋଧନ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ସମର୍ପଣ ପରିଚାଳନା କମିଟିର କାର୍ଯ୍ୟକାରୀ ସଭାପତି ଅରୁଣ କୁମାର ମହାନ୍ତି, ସଂପାଦକ ଦାମୋଦର ସାହୁ, କୋଷାଧ୍ୟକ୍ଷ ଶ୍ରୀଧର ସାହୁ, କାର୍ଯ୍ଯନିର୍ବାହୀ ସଦସ୍ଯ ପ୍ରସନ୍ନ କୁମାର ବସନ୍ତିଆ ଉପସ୍ଥିତ ଥିଲାବେଳେ ସଦସ୍ଯ ଶ୍ରୀକାନ୍ତ କୁମାର ପଟ୍ଟନାୟକ, ମଦନମୋହନ ମହାପାତ୍ର, ରାଧେଶ୍ଯାମ ମୋହୋତା, ରବିନ୍ଦ୍ର କୁମାର ସାହୁ, ମିହିର…
Read Moreଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ରେ ୭୬ ତମ ସ୍ବାଧୀନତା ଦିବସ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ସମଗ୍ର ଦେଶରେ ମହା ସମାରୋହରେ ସ୍ବାଧୀନତାର ଅମ୍ରୃତ ମହୋତ୍ସବ ପାଳନ ହେଉଥିବା ବେଳେ ଆଜି ନୟାଗଡ଼ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ୧୭୦ ଫୁଟର ତ୍ରିରଙ୍ଗା ପ୍ରଦର୍ଶିତ ହେବା ସହିତ ୭୬ ତମ ସ୍ବାଧିନତା ଦିବସ ପାଳିତ ହୋଇ ଯାଇଛି। ବିଦ୍ଯାଳୟର ସଂପାଦକ ସମାଜସେବୀ ଶ୍ରୀଧର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ବ୍ଳକ ଚେୟାରମ୍ୟାନ ଶ୍ରୀଯୁକ୍ତ କିଶୋର ଚନ୍ଦ୍ର ସାହୁ ଯୋଗଦେଇ ପତାକା ଉତ୍ତୋଳନ କରିବା ସହିତ ମହାପୁରୁଷଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ଉଦବୋଧନ ଦେଇଥିଲେ। ଦୁଇ ବର୍ଷ ପରେ ସ୍ବାଧୀନତା ଦିବସ ପାଳନ ହେଉଥିବାରୁ ଛାତ୍ରଛାତ୍ରୀ ମାନଙ୍କ ମଧ୍ଯରେ ଅନେକ ଉତ୍ସାହ ଉଦ୍ଦୀପନା ସ୍ରୁଷ୍ଟି ହୋଇଥିଲା। ବିଦ୍ଯାଳୟର ଯୁଗ୍ମ ସଂପାଦକ ସନ୍ତୋଷ କୁମାର ନାୟକ ସମେତ ସମସ୍ତ ସେବାବ୍ରତୀ ଆଚାର୍ଯ୍ୟ ଆଚାର୍ଯ୍ୟା ଉପସ୍ଥିତ ଥିଲେ।…
Read Moreତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ
ନୟାଗଡ଼,(ନୟାଗଡ଼ ଦର୍ପଣ): ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକଅଦାଲତ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଲୋକ ଅଦାଲତରେ ଜିଲ୍ଲାର ବିଚାର ବିଭାଗୀୟ ସମସ୍ତ ଅଦାଲତଙ୍କ ପକ୍ଷରୁ ୪୮୩୩ଗୋଟି ମାମଲା ଆଗତ କରାଯାଇ ୩୯୯୬ଗୋଟି ମାମଲାର ଫଇସଲା ହୋଇ ଟ.୨,୧୧,୭୪,୪୭୫/- (ଦୁଇ କୋଟି ଏଗାର ଲକ୍ଷ ଚଉସ୍ତରୀ ହଜାର ଚାରିଶହ ପଞ୍ଚସ୍ତୋରୀ ଟଙ୍କା) ଆଦାୟ ପାଇଁ ଧାର୍ଯ୍ୟ ହୋଇଅଛି । ଜିଲ୍ଲାସ୍ତରୀୟ ଲୋକ ଅଦାଲତରେ ନୟାଗଡ଼ ଜିଲ୍ଲା ଜଜ୍ ଶ୍ରୀମତୀ ରୂପଶ୍ରୀ ଚୌଧୁରୀଙ୍କ କୋର୍ଟ ପକ୍ଷରୁ ୬୦ଗୋଟି ଗାଡ଼ିମଟର ଦୁର୍ଘଟଣା ଜନିତ ମାମଲା ଆଗତ ହୋଇ ୧୭ଗୋଟି ମାମଲା ଫଇସଲା ହୋଇ ରେକର୍ଡ ସଂଖ୍ୟକ କ୍ଷତିପୂରଣ ଜମାରାଶି ଟ.୧,୧୬,୫୪, ୦୦୦/ -( ଏକ କୋଟି ଷୋହଳ ଲକ୍ଷ ଚଉବନ ହଜାର ଟଙ୍କା) ବୀମାରାଶି ଦେବାକୁ ବୀମା କଂପାନୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ…
Read Moreଭୋଟର ପଂଜୀକରଣ ନିମନ୍ତେ ସଚେତନତା ରଥ
ନୟାଗଡ଼,(ନୟାଗଡ଼ ଦର୍ପଣ): ଇଲେକ୍ଟୋରାଲ ରେଜିଷ୍ଟ୍ରେସନ ଅଧିକାରୀ ତଥା ଉପଜିଲ୍ଲାପାଳ ଶ୍ରୀ ଲଗ୍ନଜିତ ରାଉତ ଓ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧ୍ୟାକାରୀ ଶ୍ରୀ ସୁରେନ୍ଦ୍ର କୁମାର ସାହୁ ଭୋଟର ତାଲିକା ସଂଶୋଧନ, ନୂତନ ଭୋଟର ପଂଜୀକରଣ ଏବଂ ଆଧାର ସଂଯୋଗୀକରଣର ଜନସଚେତନତା ପାଇଁ ଏକ ସଚେତନତା ରଥ ପତାକା ହଲାଇ ଶୁଭାରମ୍ଭ କରିଥିଲେ । ଏହି ରଥ ଦୀର୍ଘ ଆଠ ଦିନ ବ୍ୟାପି ଜିଲ୍ଲାର ସମସ୍ତ ବ୍ଲକ ଏବଂ ସହରାଂଚଳ ପରିକ୍ରମା କରି ଭୋଟର ତ୍ରୁଟି ସଂଶୋଧନ ସହ ନିର୍ବାଚନ ମଣ୍ଡଳୀ ମଧ୍ୟରେ କିମ୍ବା ବାହାରକୁ ବାସସ୍ଥାନ ସ୍ଥାନାନ୍ତରଣ, ଭୋଟର ପରିଚୟ ପତ୍ର ବଦଳ, ଦିବ୍ୟାଙ୍ଗ ଭୋଟରଙ୍କ ଚିହ୍ନଟ, ମତଦାନ କେନ୍ଦ୍ରର ନିର୍ଦ୍ଧାରଣ ଓ ପରିବର୍ତନ, ଭୋଟର ତାଲିକାର ଅସଙ୍ଗତି ଦୂରୀକରଣ, ଭୋଟରମାନଙ୍କର ଉନ୍ନତମାନର ଫଟୋ ସଂଗ୍ରହ ଓ ଆଧାର ସଂଯୋଗୀକରଣ ଇତ୍ୟାଦି ଉପରେଜନସଚେତନତା ସୃଷ୍ଟି କରାଯିବ…
Read More