ସ୍ମୃତିତୀର୍ଥ’ ପକ୍ଷରୁ  ସାହିତ୍ୟ ଓ ସଂଗୀତର ଯୁଗଳ ବନ୍ଦୀ ‘ରଙ୍ଗ-ଫଗୁଣ’ ଅନୁଷ୍ଠିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ପବିତ୍ର ହୋଲି ପର୍ବରେ ସ୍ମୃତିତୀର୍ଥ ପକ୍ଷରୁ ରଙ୍ଗ-ଫଗୁଣ -୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ସାଗର ପୁଷ୍କରିଣୀ କୂଳସ୍ଥିତ ବୁଦ୍ଧ ମଣ୍ଡପରେ ଅନୁଷ୍ଠିତ ଏକ ବର୍ଣ୍ଣାଢ୍ଯ ସଭାରେ ସାହିତ୍ୟ ଓ ସଙ୍ଗୀତର ଯୁଗଳବନ୍ଦୀରୁ ଶତାଧିକ ଦର୍ଶକ ଭରପୂର ଆନନ୍ଦ ଉପଭୋଗ କରିଥିଲେ । ଅନୁଷ୍ଠାନର ସଭାପତି ଡ. ଗୀତାଞ୍ଜଳି ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରତିଷ୍ଠାତା ସଂପାଦକ ପ୍ରଭାତ କୁମାର ମିଶ୍ର ସଂପାଦକୀୟ ଉପସ୍ଥାପନାରେ ଗତ ବତିଶି ବର୍ଷ ଧରି ସ୍ମୃତିତୀର୍ଥର ଭୂମିକା ବିଷୟରେ ସମ୍ୟକ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମରେ ଅତିଥି ଭାବେ ବରିଷ୍ଠ ସଂସ୍କୃତି ଗବେଷକ ପ୍ରଦୀପ୍ତ କୁମାର ପଟ୍ଟନାୟକ, ବରିଷ୍ଠ ନାଟ୍ୟକାର ରାମଚନ୍ଦ୍ର ମିଶ୍ର, କମ୍ରେଡ ବିଶ୍ଵନାଥ ମହାପାତ୍ର ପ୍ରମୁଖ ଯୋଗଦାନ କରି ସ୍ଵକୀୟ ଭାଷଣ ଉପସ୍ଥାପନ କରିଥିଲେ । ପ୍ରତିବର୍ଷ ପରି ୨୦୨୫ ବର୍ଷ…

Read More

ଶିକ୍ଷକ ସହିଦ ଦିବସ ପାଳନ

ନୟାଗଡ଼,(ନୟାଗଡ଼ ଦର୍ପଣ): ଗତ ୧୯୭୮ ମସିହା ମାର୍ଚ୍ଚ ୯ ତାରିଖରେ ଭୁବନେଶ୍ୱର ଠାରେ ଶିକ୍ଷକମାନଙ୍କ ବିଭିନ୍ନ ଦାବି ନେଇ  ଶିକ୍ଷକ ମହାସଂଘର ଆନ୍ଦୋଳନ ଡାକରା ପରିପ୍ରେକ୍ଷୀରେ ନୟାଗଡ଼ ଜିଲ୍ଲାରୁ ବିଭିନ୍ନ ବର୍ଗର ଶିକ୍ଷକମାନେ ଆନ୍ଦୋଳନରେ ସାମିଲ ହେବାକୁ ବସ ଯୋଗେ ଯାଉଥିବା ବେଳେ ଖୋର୍ଦ୍ଧା ଜିଲ୍ଲା ଟିକାତାଳଠାରେ ଦୁର୍ଘଟଣାରେ ଶିକାର ହୋଇ ମୋଟ ୬ଜଣ ଶିକ୍ଷକ ପ୍ରାଣ ହରାଇଥିଲେ । ସେମାନଙ୍କ ମଧ୍ୟରେ  ନୟାଗଡ଼ ଜିଲ୍ଲାର ଜଣେ ଶିକ୍ଷକ ଏବଂ ୩ ଜଣ ଶିକ୍ଷୟିତ୍ରୀ ପ୍ରାଣ ହରାଇଥିଲେ । ପ୍ରାଣ ହରାଇଥିବା ଶିକ୍ଷକମାନେ ଥିଲେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟର କାହ୍ନୁ ଚରଣ ପଟ୍ଟନାୟକ,ଦଶପଲ୍ଲା ବାଳିକା ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ବିଳାସିନୀ ପଟ୍ଟନାୟକ, ସହକାରୀ ଶିକ୍ଷୟିତ୍ରୀ ଚାରୁଲତା ପଟ୍ଟନାୟକ ଏବଂ ଶାନ୍ତିଲତା ମହାରଣା । ଶିକ୍ଷକ ସମାଜ ପାଇଁ ପ୍ରାଣବଳି ଦେଇ ସହିଦ୍ ହୋଇଥିବା ଏହି ଶିକ୍ଷକ…

Read More

ସିନ୍ଦୁରିଆ ଉଚ୍ଚ ବିଦ୍ୟାଳୟରେ “ଆମ ସଂସ୍କୃତି ଆମ ଖେଳନା” କାର୍ଯ୍ୟକ୍ରମ

ନୟାଗଡ଼, (ନୟାଗଡ଼ ଦର୍ପଣ): ସିନ୍ଦୁରିଆ ଉଚ୍ଚ ବିଦ୍ୟାଳୟରେ “ଆମ ସଂସ୍କୃତି ଆମ ଖେଳନା” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଧୀରେ ଧୀରେ ବିଲୁପ୍ତ ହୋଇଯାଉଥିବା ଆମ ସଂସ୍କୃତି ଓ ପରମ୍ପରା ଯଥା ଓଡ଼ିଆ ଘରର ଚାଲିଚଳଣୀ, ବେଶ ପୋଷାକ, ଖାଦ୍ୟପେୟ, ପିଠାପଣା ସହିତ ପର୍ବପର୍ବାଣୀ ଉପରେ ଛାତ୍ରଛାତ୍ରୀଙ୍କୁ ଧାରଣା ଦେବା ଓ ହାତତିଆରି କଣ୍ଢେଇ ବା ଖେଳନା, ଝୋଟି, କାଗଜର ଫୁଲ ସହିତ ଆକୃତି ଗଢ଼ିବା ଉପରେ ପିଲାଙ୍କ ମନରେ ଆଗ୍ରହ ଜାତ କରିବା ନିମନ୍ତେ ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନଶିକ୍ଷୟିତ୍ରୀ ଝୁମୁରୀ ସାହୁଙ୍କ ତତ୍ତ୍ଵାବଧାନରେ “ଆମ ସଂସ୍କୃତି ଓ ଆମ ଖେଳନା” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ପ୍ରଥମରୁ ଅଷ୍ଟମ ଶ୍ରେଣୀରେ ପାଠପଢ଼ୁଥିବା ଛାତ୍ରଛାତ୍ରୀ ମାନେ ରଙ୍ଗବେରଙ୍ଗର କାଗଜ ଓ କନା ତିଆରି ଫୁଲ, ଝାଲର, ତୈଳଚିତ୍ର ଇତ୍ୟାଦି ତିଆରିକରି ଆଣିଥିବା ବେଳେ ସେଗୁଡିକୁ ଆଜିର…

Read More

ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଆଇନ୍‌ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ପୌରହିତ୍ୟରେ ଜିଲ୍ଲା କୋର୍ଟ ପରିସରରେ ଶତାଧିକ ଗ୍ରାମୀଣ ଆଇନ ସଚେତନତା କର୍ମୀ, ସିଆର୍‌ପି, ୱାନ୍‌ଷ୍ଟପ୍ ସେଣ୍ଟରର କର୍ମୀ ଏବଂ କୋର୍ଟ କର୍ମଚାରୀମାନଙ୍କୁ ନେଇ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ସକାଳ ୯ଟା ସମୟରେ ନୟାଗଡ଼ ପୁରୁଣା କୋର୍ଟ ପରିସରରୁ ଏକ ଶୋଭଯାତ୍ରା ବାହାରି ଆନ୍ତର୍ଜାତୀୟ ମହିଳା ଦିବସର ବିଭିନ୍ନ ସ୍ଲୋଗାନ ଦେଇ ସହର ପରିକ୍ରମା କରି ନୂତନ ଜିଲ୍ଲା କୋର୍ଟକୁ ଆସିଥିଲେ । ଏହାପରେ କୋର୍ଟ ପରିସରରେ ଏକ ସଭାର ଆୟୋଜନ ହୋଇଥିଲା । ସଭା ପ୍ରାରମ୍ଭରେ ସଚିବ ଅଞ୍ଜଳି ମଛଖଣ୍ଡ ଆନ୍ତର୍ଜାତୀୟ ମହିଳାଦିବସରେ ଯୋଗଦେଇଥିବା ଅତିଥିମାନଙ୍କ ପରିଚୟ ପ୍ରଦାନ କରିବା ସହିତ ଆଜିର ଦିବସର ମହତ୍ୱ ଉପରେ ସୂଚନା ଦେଇଥିଲେ। ମୁଖ୍ୟଅତିଥି ଜିଲା ଦୌରାଜଜ୍…

Read More

ଇଟାମାଟି ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ “ଘର ହିଁ ବିଦ୍ୟାଳୟ ପ୍ରକଳ୍ପ” କାର୍ଯ୍ୟକ୍ରମ ଅନୁଷ୍ଠିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ଇଟାମାଟି ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁବାଟିକା ବିଭାଗ “ଘର ହିଁ ବିଦ୍ୟାଳୟ ପ୍ରକଳ୍ପ” ପ୍ରଥମ ପର୍ଯ୍ୟାୟର ଚତୁର୍ଥ ସୋପାନ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବଂଶୀଧର ମହାବିଦ୍ୟାଳୟ, ଇଟାମାଟିରର ଅବସରପ୍ରାପ୍ତ ଅଧ୍ୟକ୍ଷ ହରପ୍ରସାଦ ରଣସିଂ ମହୋଦୟ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଆଗେଇ ନେଇଥିଲେ। ପ୍ରଧାନାଚାର୍ଯ୍ୟ ପ୍ରକାଶ ଜୀବନ ପାଳ ମୁଖ୍ୟ ଅତିଥି ଅଧିକାରୀଙ୍କ ପରିଚୟ ପ୍ରଦାନ କରିବା ସହ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ମୁଖ୍ୟ ଅତିଥି ଆଜିର ଆଲୋଚ୍ୟ ବିଷୟ ଔପଚାରିକ ଓ ଅନୌପଚାରିକ ଶିକ୍ଷା ବିଷୟରେ ସୁଚିନ୍ତିତ ମତାମତ ଉପସ୍ଥାପନା କରିଥିଲେ। ଶିଶୁ ଭାଇଭଉଣୀମାନଙ୍କ ଦ୍ଵାରା ସ୍ବାଗତ ସଙ୍ଗୀତ, ବିଷୟକୁ ନେଇ ନୃତ୍ୟ, ପ୍ରାୟୋଗିକ (ଜନ୍ମଦିନ ପାଳନ, ଗଣେଶଙ୍କ ଚତୁରତା ବାଲନାଟ୍ୟ) କରାଯାଇଥିଲା। ପରିଚାଳନା ସମିତିର ସଦସ୍ୟା ସୁବାସିନୀ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମଟି…

Read More

ଡ଼ଃ ଜ୍ଞାନଦୀପ ପ୍ରଧାନଙ୍କୁ ଆଇପିସିଏମଏସ ୟୁନିଭରସିଟି ଫ୍ରାନ୍ସରେ ଡକ୍ଟରେଟ୍ ଲାଭ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଶଙ୍ଖେଇ ଗ୍ରାମର ତିକ୍ଷ୍ଣ ଗବେଷକ ପଦାର୍ଥ ବିଜ୍ଞାନରେ ନୂତନ ଉଦ୍ଭାବନ କରିଛନ୍ତି। ଆଇପିସିଏମଏସ ୟୁନିଭରସିଟି ଫ୍ରାନ୍ସର ଦୀକ୍ଷାନ୍ତ ସମାରୋହରେ ଓଡିଶାର ନୟାଗଡ଼ ଜିଲ୍ଲାର ସ୍ୱାଭିମାନୀ ପୁଅ ଡ଼ଃ ଜ୍ଞାନଦୀପ ପ୍ରଧାନଙ୍କୁ ସମ୍ମାନ ସୂଚକ ଡକ୍ଟରେଟ୍ ସମ୍ମାନ ଦିଆଯାଇଛି। ଏକ ପ୍ରତିଭାଶାଳୀ ଗବେଷକ ଭାବେ ପରିଚିତ ଡ଼ଃ. ପ୍ରଧାନ ତାଙ୍କ ଡ଼କ୍ଟରେଟ୍ କାର୍ଯ୍ୟ  ପ୍ରଫେସର ମାଥିୟ୍ୟୁ ବାଇଲ୍ଲେୟୂଲଙ୍କ ତତ୍ତ୍ୱାବଧାନରେ ଆଇପିସିଏମଏସ ୟୁନିଭରସିଟି, ଫ୍ରାନ୍ସ ପଦାର୍ଥ ବିଜ୍ଞାନ ବିଭାଗରେ ସମ୍ପୂର୍ଣ୍ଣ କରିଛନ୍ତି। ତାଙ୍କ ଗବେଷଣାର ମୁଖ୍ୟ କ୍ଷେତ୍ର ଥିଲା ବକ୍ର ଚୁମ୍ବକରେ ଘୂର୍ଣ୍ଣନ ତରଙ୍ଗର ଗତିଶୀଳତା। ପଦାର୍ଥ ବିଜ୍ଞାନ ପାଇଁ ସେ ଗତି ଦିଗରେ ନୂତନ ଉଦ୍ଭାବନ କରିଛନ୍ତି, ଯାହା ଗତିଜ ଶକ୍ତିରେ ନୂଆ ଆଶା ଦେଇପାରେ। ଡ଼ଃ ପ୍ରଧାନଙ୍କର ଏହି ଗବେଷଣା କାର୍ଯ୍ୟ ବିଶ୍ୱବ୍ୟାପୀ ମାନ୍ୟତା ପାଇଛି, ଏବଂ ସେ ବିଭିନ୍ନ ଆନ୍ତର୍ଜାତୀୟ ପତ୍ରିକାରେ…

Read More

ରାଜ୍ୟସ୍ତରୀୟ ନାଟ୍ୟମେଳାର ପଞ୍ଚମ ସନ୍ଧ୍ୟା

ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟସ୍ତରୀୟ ନାଟ୍ୟମେଳାର ଆଜି ପଞ୍ଚମ ସନ୍ଧ୍ୟାରେ ମଞ୍ଚସ୍ଥ ହୋଇଥିଲା ସ୍ବସ୍ତି ଝଙ୍କାର, ରାଉରକେଲା ପ୍ରଯୋଜିତ ନାଟକ ‘ବିଶ୍ୱାସର ଆତ୍ମଲିପି’ । ଅବିଶ୍ୱାସ,ସନ୍ଦେହ ଭିତରେ ପାରିବାରିକ ସମ୍ପର୍କ ରୁଗ୍‌ଣ-କ୍ଷତାକ୍ତ । ଏକ ସୁନ୍ଦର ଦାମ୍ପତ୍ୟ ଜୀବନ ମଧ୍ୟରେ କିପରି ସନ୍ଦେହ ଦୁଇଟି ଆତ୍ମାକୁ କ୍ଷତ ବିକ୍ଷତ କରେ ତାହାର ଏକ ସୁନ୍ଦର ପ୍ରତିଫଳନକୁ ନିଖୁଣ ଅଭିନୟ ମାଧ୍ୟମରେ ପରିପ୍ରକାଶ କରିଥିଲେ କଳାକାର ମାନେ। ସନ୍ଦେହ’ ପୁରୁଷର ସହଜାତ ପ୍ରବୃତ୍ତି ଏବଂ ସମର୍ପଣରେ ନାରୀ ହୁଏ ମହନୀୟା ମହୀୟସୀ । ପ୍ରଫେସର ଅବିନାଶ ଦାସ ଏବଂ ତାଙ୍କ ପତ୍ନୀ ଆଶା ଦେବୀଙ୍କ ଭିତରେ ଏକ ସୁନ୍ଦର ସୃଜନ ପରିବାରଟିଏ ଗଢି ଉଠିଥାଏ । ପରସ୍ପର ଭିତରେ ଏତେ ନିବିଡ଼ପଣ, ସେମାନଙ୍କୁ ନ ଦେଖ‌ିଲେ ଚିନ୍ତା କରାଯାଇ ପାରିବନି । ହଠାତ୍ ପରିବାର ଭିତରେ ଉଠିଲା ଝଡ଼ ।…

Read More

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ବିଜେଡିର ବିକ୍ଷୋଭ

ନୟାଗଡ଼, (ନୟାଗଡ଼ ଦର୍ପଣ): ବିଜୁ ବାବୁଙ୍କ ଜୟନ୍ତୀରେ ପଞ୍ଚାୟତ ରାଜ ଦିବସ ବାତିଲ ପ୍ରସଙ୍ଗରେ ଆଜି ବିଜୁ ଜନତା ଦଳ ପକ୍ଷରୁ ଜୋରଦାର ବିରୋଧ କରାଯାଇଛି। ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ପ୍ରତିବାଦ ସଭା ପଠାଣି ସାମନ୍ତ ପ୍ରେକ୍ଷାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ବିଜୁ ବାବୁଙ୍କୁ ଅସମ୍ମାନକୁ ଓଡ଼ିଶା ବାସୀ ଗାଁ ଗାଁରେ ବିରୋଧ କରିବେ ବୋଲି ଉପସ୍ଥିତ ନେତାମାନେ କହିଥିଲେ। ପ୍ରବାଦ ପୁରୁଷ ବିଜୁ ବାବୁ ବିଶ୍ୱରେ ପରିଚିତ ଥିଲେ। ବିଜୁ ବାବୁ ମହିଳାଙ୍କୁ ଅଗ୍ରାଧିକାର ଦେଇଥିଲେ। ସାଢ଼େ ଚାରି କୋଟି ଓଡ଼ିଆ ବିଜୁ ବାବୁଙ୍କୁ ସମ୍ମାନ ଦେଉଥିବା ବେଳେ ବିଜେପି ସରକାର ବହୁତ୍ ବଡ଼ ଛଳନା କରିଛି ବୋଲି ମତ ପ୍ରକାଶ ପାଇଥିଲା। ବିଜେପି ସରକାର ଭୟଭୀତ ହୋଇ ଏଭଳି ନିଷ୍ପତି ନେଇଛି ବୋଲି ବରିଷ୍ଠ ବିଜେଡି ନେତ୍ରୀ ଇରାନୀ…

Read More

ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନ ଦେବାରେ କୁଣ୍ଠାବୋଧ କାହିଁକି : ଡ଼. ଅରୁଣ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗଦେଇ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଏହି ଅବସରରେ ବିଜୁ ବାବୁଙ୍କର ସାହସିକତା ଓ ଓଡିଶା ପ୍ରତି ତାଙ୍କର ଅବଦାନ ଉପରେ ଟିପ୍ପଣି ପ୍ରଦାନ କରିଥିଲେ । ବିଜୁ ବାବୁ ତ୍ରିସ୍ତରୀୟ ପଞ୍ଚାୟତି ରାଜ ବ୍ୟବସ୍ଥାକୁ ଆରମ୍ଭ କରିଥିଲେ । କଂଗ୍ରେସ ଦଳ ଠାରୁ ଆରମ୍ଭ କରି ସମସ୍ତ ଦଳ ମାର୍ଚ୍ଚ ୫କୁ ବିଜୁ ବାବୁଙ୍କ ଜନ୍ମ ଦିବସ ତଥା ପଞ୍ଚାୟତରାଜ ଦିବସ ଭାବେ ସାରା ରାଜ୍ୟରେ ପାଳନ ହୋଇ ଆସୁଥିଲା । ଡବଲ ଇଞ୍ଜିନ ସରକାର ଆସିଲା ଦିନ ଠାରୁ ଆଜିର ଦିବସକୁ ପଞ୍ଚାୟତ…

Read More

ରାଜ୍ୟସ୍ତରୀୟ ନାଟ୍ୟମେଳାର ୪ର୍ଥ ସଂଧ୍ୟା: ସମ୍ବଲପୁରୀ ନାଟକ ‘ଭାବନୁ ଅଭାବ’ରେ ବାନ୍ଧି ହେଲେ ଦର୍ଶକ

ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲାର ଅଗ୍ରଣୀ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ଏବଂ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୁଲ୍ୟରେ ଆୟୋଜିତ ୫ମ ରାଜ୍ୟସ୍ତରୀୟ ନାଟ୍ୟ ମେଳାର ଚତୁର୍ଥ ସନ୍ଧ୍ୟାରେ ଦର୍ଶକଙ୍କୁ ବାନ୍ଧି ରଖିଥିଲା ସମ୍ବଲପୁରୀ ଭାଷାର ସମ୍ପୂର୍ଣ ପାରିବାରିକ ନାଟକ ‘ଭାବନୁ ଅଭାବ’ ।  ବୁଧବାର ସଂଧ୍ୟାରେ ସ୍ଥାନୀୟ ପଠାଣି ସାମନ୍ତ ଅଡ଼ିଟୋରିୟମ ଠାରେ ମଞ୍ଚସ୍ଥ ହୋଇଥିବା ଏହି ନାଟକକୁ  ବିଶିଷ୍ଟ ନାଟ୍ୟକାର ଅତିଶ କୁମାର ଶତପଥୀ ରଚନା ଏବଂ ନିର୍ଦ୍ଦେଶନା ଦେଇଥିଲେ। ଅଦୃଶ୍ୟ ନାଟ୍ୟାଶ୍ରମ, ସମ୍ବଲପୁର ପକ୍ଷରୁ ପରିବେଷିତ ଏହି ନାଟକର ବିଭିନ୍ନ ଭୂମିକାରେ ଅଭିନୟ କରିଥିବା ନରେନ୍ଦ୍ର ବେହେରା, ଅତିଶ କୁମାର ଶତପଥୀ, ରାହୁଲ ମହାନନ୍ଦ, ସୁମିତ୍ରା ମହାକୁଡ଼ ଏବଂ ପଙ୍କଜିନୀ ମେହେରଙ୍କ ଅଭିନୟ ଯାଦୁ ସମସ୍ତ ଦର୍ଶକଙ୍କୁ ଭାବର ଡୋରିରେ ବାନ୍ଧି ରଖିଥିଲା। ଏହି ନାଟକରେ ସଙ୍ଗୀତ ଦେଇଥିଲେ ଗିରିଜା ଶଙ୍କର ମିଶ୍ର ଏବଂ ଘନଶ୍ୟାମ…

Read More