ରାଜ୍ୟସ୍ତରୀୟ ନାଟ୍ୟମେଳାର ୨ୟ ସଂଧ୍ୟା: ବିମୋହିତ କଲା ବସ୍ତାବଧର୍ମୀ ସାମାଜିକ ନାଟକ ‘ଭିନ୍ନ ଏକ ସହଯାତ୍ରୀ’

ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲାର ଅଗ୍ରଣୀ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ଏବଂ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୁଲ୍ୟରେ ଆୟୋଜିତ ୫ମ ରାଜ୍ୟସ୍ତରୀୟ ନାଟ୍ୟମେଳାର ଦ୍ୱିତୀୟ ସନ୍ଧ୍ୟାରେ ଦର୍ଶକଙ୍କୁ ବିମୋହିତ କରିଥିଲା ଭିନ୍ନ ସ୍ୱାଦର ଏକ ବାସ୍ତବଧର୍ମୀ ସାମାଜିକ ନାଟକ ‘ଭିନ୍ନ ଏକ ସହଯାତ୍ରୀ’ ।  ସୋମବାର ସଂଧ୍ୟାରେ ସ୍ଥାନୀୟ ପଠାଣି ସାମନ୍ତ ଅଡ଼ିଟୋରିୟମ ଠାରେ ମଞ୍ଚସ୍ଥ ହୋଇଥିବା ଏହି ନାଟକକୁ  ବିଶିଷ୍ଟ ନାଟ୍ୟକାର ପଞ୍ଚାନନ ଦାଶ ରଚନା କରିଥିବା ବେଳେ ନିର୍ଦ୍ଦେଶନା ଦେଇଥିଲେ ମଳୟ କୁମାର ମହାନ୍ତି । ପଞ୍ଚଧ୍ୱନି ନାଟ୍ୟ ପରିଷଦ, ଭୁବନେଶ୍ୱର ପକ୍ଷରୁ ପରିବେଷିତ ଏହି ନାଟକରେ ସଙ୍ଗୀତ ନିର୍ଦ୍ଦେଶନାରେ ଥିଲେ ମାନସ କୁମାର ପରିଡ଼ା।ଆଜି ଅତିଥିଭାବେ ନୟାଗଡ଼ ପୌରପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ ଯୋଗଦାନ କରିଥିବା ବେଳେ ନାଟ୍ୟଧାରା ପରିବାର ପକ୍ଷରୁ ସଭାପତି ପ୍ରମୋଦ ପଟ୍ଟନାୟକ, ସଂପାଦକ ଲକ୍ଷ୍ମୀଧର ମହାପାତ୍ର, ନାଟ୍ୟ ନିର୍ଦ୍ଦେଶକ ଡ.ବିଜୟ…

Read More

ସୁଦାମା – ୧୯୬୮ମସିହା ବନ୍ଧୁ ମିଳନ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ବଜେନ୍ଦ୍ର ହାଇସ୍କୁଲର ୧୯୬୮ବ୍ୟାଚ ସହପାଠୀ ମାନଙ୍କ ର ଏକ ବନ୍ଧୁମିଳନ ବୁଢାବୁଢିଆଣୀ ଜଳଭଣ୍ଡାର ଠାରେ ଗତ 2ତାରିଖ ମଧ୍ୟାହ୍ନ ରେ ଆନନ୍ଦ ଉଲ୍ଲାସ ମଧ୍ୟ ରେ ଅନୁଷ୍ଠିତ ହୋଇଛି, ବିଦାୟୀ ବନ୍ଧୁ ମାନଙ୍କ ର ଆତ୍ମା ର ସଦଗତି ନିମନ୍ତେ ନୀରବ ପ୍ରାର୍ଥନା ପରେ ସହପାଠୀ ମାନଙ୍କ ମଧ୍ୟ ରେ  ଆଲୋଚନା, ଛାତ୍ର ଜୀବନ ଅନୁଭୁତି, ସମ୍ପର୍କେ ଏବଂ ଅନେକ ସ୍ମରଣୀୟ କଥା କୁ ନିଜ ଭିତରେ ବାଣ୍ଟି ଥିଲେ,ମଉଜ ମଜଲିସ ମଧ୍ୟ ରେ ସାଙ୍ଗ ମନେ ସେମାନଙ୍କର ଧର୍ମପତ୍ନୀ ମାନଙ୍କ ସହ ଦୀର୍ଘ, 5ଘଣ୍ଟା ପର୍ଯ୍ୟନ୍ତ ଆନନ୍ଦ ର ସହ ବିତାଇଥିଲେ, ଡ଼କ୍ଟର ଅଶ୍ୱିନୀ କୁମାର ମିଶ୍ର ଙ୍କ ଅଧକ୍ଷତା ରେ ଅନୁଷ୍ଠିତ ବନ୍ଧୁ ମିଳନ ଉତ୍ସବ କୁ ଅନ୍ୟତମ ସହପାଠୀ ସମାଜ ସେବୀ ପ୍ରମୋଦ ପଟ୍ଟନାୟକ ଙ୍କ ପ୍ରତ୍ୟକ୍ଷ…

Read More

ନୟାଗଡ଼ରେ କ୍ରମାଗତ ମନ୍ଦିର ଚୋରିକୁ ନେଇ ଜିଲ୍ଲା କଂଗ୍ରେସ ପକ୍ଷରୁ ଆଇନ ମନ୍ତ୍ରୀଙ୍କୁ ଚିଠି

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲାର ଢିଲା ପ୍ରଶାସନିକ ବ୍ୟବସ୍ଥା ପାଇଁ ବିଭିନ୍ନ ମଠ ମନ୍ଦିର ସମ୍ପତି ସୁରକ୍ଷିତ ନାହିଁ। କେହି ଦୁର୍ବୁତ୍ତ କ୍ରମାଗତ ଭାବେ ବଡପଣ୍ଡୁସର ଉଗ୍ରେଶ୍ୱର ମହାଦେବ ମନ୍ଦିର, ଓଡଗାଁ ଦୁତିକେଶ୍ୱର ମହାଦେବ ମନ୍ଦିର, ନୟାଗଡ ଜଗନ୍ନାଥ ମନ୍ଦିର ଏବଂ ଗୋପୀନାଥ ମନ୍ଦିର, ଦକ୍ଷିଣକାଳୀ ମନ୍ଦିରରେ ସମାନ ପ୍ରକ୍ରିୟାରେ ଚୋରି ହୋଇ ଠାକୁରଙ୍କ ବହୁପୁରାତନ ମୂଲ୍ୟବାନ ମୂର୍ତ୍ତି, ବିଭିନ୍ନ ପ୍ରକାର ସୁନାରୂପା ଅଳଙ୍କାର ଏବଂ ଦାନ ହୁଣ୍ଡୀ ଭାଙ୍ଗି ଲକ୍ଷାଧିକ ଟଙ୍କା ଚୋରି ହୋଇଯିବା ପରେ ମଧ୍ୟ ଚୋରଙ୍କୁ ଧରିବା ଏବଂ ଚୋରି ଯାଇଥିବା ଠାକୁରଙ୍କ ସମ୍ପତ୍ତି ଉଦ୍ଧାର ହୋଇ ପାରୁନାହିଁ ନୟାଗଡ଼ ପୋଲିସ। ଜିଲ୍ଲାର ପ୍ରତିଷ୍ଠିତ ମନ୍ଦିର ମାନଙ୍କରେ ଯେତିକି ପୋଲିସ ସୁରକ୍ଷା ଯୋଗାଇ ଦିଆଯିବା କଥା ସେତିକି ହୋଇନଥିବାରୁ ଜିଲ୍ଲା ପୋଲିସ ଏବଂ ପ୍ରଶାସନ କାର୍ଯ୍ୟଦକ୍ଷତାଙ୍କୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହେଉଛି। ନୟାଗଡ…

Read More

ସିନ୍ଦୁରିଆ ଉଚ୍ଚ ବିଦ୍ୟାଳୟରେ ଗପ ଶୁଣିବା ଓ କହିବା କାର୍ଯ୍ୟକ୍ରମ ଅନୁଷ୍ଠିତ ହେଲା

ନୟାଗଡ଼, (ନୟାଗଡ଼ ଦର୍ପଣ): ଗପ ଆମ ସଂସ୍କୃତିର ଅଭିନ୍ନ ଅଧ୍ୟାୟ। ଗପ ମାଧ୍ୟମରେ ଶିଶୁର ବୌଦ୍ଧିକ ବିକାଶ ହେବା ସହିତ ଭଲ ମଣିଷ ହେବାକୁ ପ୍ରେରିତ ହୋଇଥାଏ। ସେଥିପାଇଁ ଅଜା,ଆଈ ଓ ଜେଜେମା ନାତି ନାତୁଣୀଙ୍କୁ ପିଲାଦିନେ ଗପ ଶୁଣାନ୍ତି। ଧୀରେଧୀରେ ଗପ ଶୁଣିବା ଓ ଶୁଣାଇବା ପ୍ରଥା ବିଲୁପ୍ତ ହେବାକୁ ବସିଲାଣି। ଇଣ୍ଟରନେଟ୍ ର ପ୍ରଚୁର ବ୍ୟବହାର ଆଜି ଆମ ପୁରୁଣା ସଂସ୍କୃତିକୁ ବାଟବଣା କଲାଣି। ପିଲାଟି ଗପ ଶୁଣି ପରେ କହିଥାଏ। ଏହି ପ୍ରଥାକୁ ପୁନଃର୍ଜୀବିତ କରିବା ଉଦ୍ଦେଶ୍ୟରେ ସିନ୍ଦୁରିଆ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ନେଇ “ଗପ ଶୁଣିବା ଓ କହିବା” କାର୍ଯ୍ୟକ୍ରମ ପ୍ରଧାନଶିକ୍ଷୟିତ୍ରୀ ଝୁମୁରୀ ସାହୁଙ୍କ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିଲା। ଏଥିରେ ପ୍ରଥମରୁ ନବମ ଶ୍ରେଣୀର ପାଖାପାଖି ପଚାଶ ଜଣ ଛାତ୍ରଛାତ୍ରୀ ଖୁବ୍ ସୁନ୍ଦର୍ ସୁନ୍ଦର୍ ଗପ ଶୁଣାଇ ଥିଲେ। ଆଜିର…

Read More

ପ୍ରଧାନ ଶିକ୍ଷୟିତ୍ରୀଙ୍କ ଅବସର କାଳୀନ ସମ୍ବର୍ଦ୍ଧନା

ନୟାଗଡ଼,(ନୟାଗଡ଼ ଦର୍ପଣ): ଜଣେ ଶିକ୍ଷକର କେବେ ଅବସର ନଥାଏ। ସେ ସବୁ ସମୟ ପାଇଁ ହିଁ ଶିକ୍ଷକ ଅଟେ । ଜଣେ ଶିକ୍ଷକ ସମଗ୍ର ଜୀବନକାଳ ପର୍ଯ୍ୟନ୍ତ ଶିକ୍ଷକର ମର୍ଯ୍ୟଦା ହିଁ ପାଇଥାଏ । ନୟାଗଡ଼ ବ୍ଲକ ଅନ୍ତର୍ଗତ ମୁଥାଗାଡ଼ିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରୋଜାଲିନ ପଟ୍ଟନାୟକଙ୍କ ଆଜି ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭାରେ ଯୋଗଦାନ କରିଥିବା ଅତିଥିମାନେ ଏଭଳି ମତବ୍ୟକ୍ତ କରିଛନ୍ତି । ମୁଥାଗାଡ଼ିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭାରେ ନବଘନପୁର କ୍ଲଷ୍ଟର ସିଆରସିସି ଅଶୋକ କୁମାର ପ୍ରଧାନ ପୌରହିତ୍ୟ କରିଥିବା ବେଳେ ସମ୍ମାନୀତ ଅତିଥିଭାବେ ଗ୍ରାମ ସଭାପତି ପ୍ରବିତ୍ର ମୋହନ ପରିଡ଼ା, ପ୍ରାଥମିକ ଶିକ୍ଷକ ସଂଘ ସମ୍ପାଦକ ସୁରେଶ କୁମାର ସେଠି, ଲକ୍ଷ୍ମୀଧର ସାହୁ, ସୁରେଶ ସେଠୀ, ଅଶୋକ ମଲ୍ଲ, ଧନେଶ୍ୱର ସ୍ୱାଇଁ,…

Read More

ପାଟଚଣ୍ଡୀ ପ୍ରସାଦ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ପାଟଚଣ୍ଡୀ ପ୍ରସାଦ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଆଜି ଅପରାହ୍ନରେ ଅନୁଷ୍ଠିତ ହୋଇଥିଲା। ଏହି ଉପଲକ୍ଷେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବରିଷ୍ଠ ଶିକ୍ଷକ ତଥା କବି ଅଶୋକ କୁମାର ମଲ୍ଲ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ବ୍ଲକ ଶିକ୍ଷାଧିକାରୀ ନିମାଇଁ ଚରଣ ପ୍ରଧାନ ଏବଂ ସମ୍ମାନିତ ଅତିଥି ଭାବେ ସ୍ତମ୍ଭକାର ତଥା ବରିଷ୍ଠ ଶିକ୍ଷକ ଲକ୍ଷ୍ମୀଧର ସାହୁ ଯୋଗଦାନ କରିଥିଲେ। ବାର୍ଷିକ ଉତ୍ସବ ଆୟୋଜନ ଦ୍ୱାରା ପିଲାମାନଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭା ପରିସ୍ଫୁଟନ ହୋଇଥାଏ। ପିଲାମାନଙ୍କ ଶିକ୍ଷଣ ଦକ୍ଷତା ବାଦ ସେମାନଙ୍କ ମଧ୍ୟରେ ଥିବା କଳା, ସାହିତ୍ୟ, ସଂସ୍କୃତି, ସଙ୍ଗୀତ, ଅଭିନୟ ଆଦିରେ ଦକ୍ଷତା ପ୍ରତିପାଦନ କରିବା ପାଇଁ ବାର୍ଷିକ ଉତ୍ସବ ଏକ ପ୍ରକୃଷ୍ଟ…

Read More

ଗାଇଡାନ୍ସର “ମେମୋରିଆ ୨୪-୨୫” ଉତ୍ସବ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସହରର ସର୍ବ ପୁରାତନ ପ୍ଲେ ସ୍କୁଲ ବଚପନ୍ ଓ ଗାଇଡାନ୍ସ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ “ମେମୋରିଆ ୨୪-୨୫” ଦୁଇଦିନ ବ୍ୟାପୀ ମହା ଆଡ଼ମ୍ବରରେ ବାରମାସୀ ଦଣ୍ଡା କଲ୍ୟାଣ ମଣ୍ଡପ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଦିବସରେ ଅବସର ପ୍ରାପ୍ତ ପ୍ରାଧ୍ୟାପକ ପ୍ରସନ୍ନ କୁମାର ବସନ୍ତିଆଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ପୌର ପରିଷଦର ଅଧ୍ୟକ୍ଷା ନିରୁପମା ଖଟେଇ ଏବଂ ଶରଣକୁଳ ମହାବିଦ୍ୟାଳୟର ପ୍ରାକ୍ତନ ଅଧକ୍ଷ ବିଜୟ କୁମାର ରଥ ମୁଖ୍ୟବକ୍ତା ଭାବରେ ଯୋଗ ଦେଇଥିଲେ।ଶିଶୁର ସର୍ବାଙ୍ଗୀନ ଉନ୍ନତି ହିଁ ପ୍ରକୃତ ଶିକ୍ଷା ବୋଲି ଅତିଥି ମାନଙ୍କ ଆହ୍ବାନ ଥିଲା । ଦ୍ଵିତୀୟ ଦିବସରେ ଅବସର ପ୍ରାପ୍ତ ପ୍ରାଧ୍ୟାପକ ପ୍ରସନ୍ନ କୁମାର ବସନ୍ତିଆଙ୍କ ସଭାପତିତ୍ବରେ ନୟାଗଡ଼ ଜିଲ୍ଲା ପରିଷଦର ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ମୁଖ୍ୟ ଅତିଥି ଏବଂ ନୟାଗଡ଼…

Read More

ମହାଶିବରାତ୍ରି ଅବସରରେ ଶରଣକୂଳ ଲଡ଼ୁବାବା ପୀଠରେ ଜନହିତକର କାର୍ଯ୍ୟକ୍ରମ

ନୟାଗଡ଼, (ନୟାଗଡ଼ ଦର୍ପଣ): ଭାରତୀୟ ଜୁନିଅର୍ ରେଡ୍ କ୍ରସ୍ ସଂସ୍ଥା ଓଡିଶା ଶାଖା, ନୟାଗଡ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଓ ନାରାୟଣ ଉଚ୍ଚ ବିଦ୍ୟାଳୟ, ଶରଣକୁଳ ପ୍ରଧାନଶିକ୍ଷକ ରଶ୍ମିରଞ୍ଜନ ମିଶ୍ରଙ୍କ ଆନୁକୁଲ୍ୟରେ ଜାଗରଯାତ୍ରା ଉପଲକ୍ଷେ ଲଡୁବାବା ପୀଠରେ ସାମାଜିକ ସେବା, ପ୍ରାଥମିକ ଚିକିତ୍ସା ଓ ଜଳଛତ୍ର ଆୟୋଜନ କରାଯାଇଥିଲା।ଏଥିରେ ପୁରୀ ସାଂସଦ ଡ଼. ସମ୍ବିତ ପାତ୍ର ଜୁନିଅର୍ ରେଡ୍ କ୍ରସ୍ ସଂସ୍ଥାକୁ ସାଧୁବାଦ୍ ଜଣାଇ ନିଜେ ଜଳଛତ୍ର ସେବା କାର୍ଯ୍ୟରେ ସହଯୋଗ କରିଥିଲେ। ରାତ୍ରରେ ମହାଦୀପ ଉଠିବା ବେଳକୁ ନୟାଗଡ଼ ଜିଲ୍ଲା ଜୁନିଅର୍ ରେଡ୍ କ୍ରସ୍ ଅଧିକାରୀ ସନ୍ୟାସୀ ପ୍ରଧାନ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଅନୀଲ କୁମାର ଦାସ ଏବଂ କାଉନସିଲର ଗୋସ୍ୱାମୀ ଦାସ, ନିରଞ୍ଜନ ପ୍ରଧାନ, ଡକ୍ଟର ପ୍ରତାପ କୁମାର ପରିଡ଼ା ଉପସ୍ଥିତ ରହି ପ୍ରାଥମିକ ସ୍ବାସ୍ଥ୍ୟ ଚିକିତ୍ସା ଶରଣକୁଳ କର୍ମଚାରୀ ମିଳିତ ଭାବରେ…

Read More

ହରିପୁର ବିଦ୍ୟାଳୟର ବାର୍ଷିକ ଉତ୍ସବ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ହରିପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଆଜି ମଧ୍ୟାହ୍ନରେ ଅନୁଷ୍ଠିତ ହୋଇଥିଲା। ଏହି ଉପଲକ୍ଷେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଉଷାରାଣୀ ପଟ୍ଟନାୟକ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଆଦର୍ଶ ଶିକ୍ଷକ ବ୍ରହ୍ମାନନ୍ଦ ରଥ ଯୋଗଦାନ କରି ପିଲାମାନଙ୍କୁ ସମାଜ ପ୍ରତି ସେମାନଙ୍କ କର୍ତ୍ତବ୍ୟ ସମ୍ପର୍କରେ ସୁଚିନ୍ତିତ ଉପଦେଶ ଦେଇଥିଲେ। ସେହିପରି ମୁଖ୍ୟ ବକ୍ତା ଭାବେ ଶିକ୍ଷକ ନେତା ଶେଖ ଅବଦୁଲ ଖାଲିକ ଏବଂ ସମ୍ମାନିତ ଅତିଥି ଭାବେ ଶିକ୍ଷକ ଲକ୍ଷ୍ମୀଧର ସାହୁ, ଅଶୋକ ମଲ୍ଲ, ପ୍ରଫୁଲ୍ଲ ମହାପାତ୍ର,କୃଷ୍ଣଚନ୍ଦ୍ର ପଣ୍ଡା,ସୈଫୁଦ୍ଦିନ ଅହମଦ ପ୍ରମୁଖ ଯୋଗଦାନ କରି ପିଲାମାନଙ୍କୁ ଭଲ ମଣିଷ ହୋଇ ଦେଶର ସେବା କରିବା ପାଇଁ ବିଭିନ୍ନ ଉପଦେଶ ମାଧ୍ୟମରେ ବୁଝାଇଥିଲେ।…

Read More

ଜିଲ୍ଲାପାଳଙ୍କ ଦ୍ଵାରା ନୂତନ “ଡୁଡା” କାର୍ଯ୍ୟାଳୟ ଉଦଘାଟିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସହରର ଗୁଣ୍ଡିଚା ମନ୍ଦିର ସମ୍ମୁଖ ଭାଗରେ ଆଜି ଜିଲ୍ଲା ପୌର ଉନ୍ନୟନ ସଂସ୍ଥାର ନୂତନ କାର୍ଯ୍ୟାଳୟ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି । ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉକ୍ତ କାର୍ଯ୍ୟାଳୟ ଉଦଘାଟନ କରିଛନ୍ତି । ଉଦଘାଟନୀ ପର୍ବରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଜିଲ୍ଲା ପୌର ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସୁମନ ବେହେରା, ଜିଲ୍ଲାର ସମସ୍ତ ଏନ.ଏ.ସି ଓ ପୌର ପରିଷଦର ନିର୍ବାହୀ ଅଧିକାରୀ ଗଣ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ । ସହରାଞ୍ଚଳର ବିକାଶ ନିମନ୍ତେ ଏହି କାର୍ଯ୍ୟାଳୟ ଏକ ପ୍ରମୁଖ ଦାୟିତ୍ଵ ନିର୍ବାହ କରିବ ବୋଲି ଜିଲ୍ଲାପାଳ ମହୋଦୟ ମତବ୍ୟକ୍ତ କରିଥିଲେ । ସୂଚନାଯୋଗ୍ୟ…

Read More