ନୟାଗଡ଼(ନୟାଗଡ଼ ଦର୍ପଣ): ଖଣ୍ଡପଡା ଭାପୁର ଗଣିଆ ତହସିଲ ଅନ୍ତର୍ଗତ ମହାନଦୀର ସମସ୍ତ ସରକାରୀ ବାଲିଘାଟରୁ ନିଲାମଧାରୀମାନେ ତହସିଲଦାର, ପୋଲିସ ଏବଂ ଖଣି ଅଧିକାରୀଙ୍କ ଜାଣତରେ ଜାଲ ଟ୍ରାଞ୍ଜିଟ ପାସ କାଟି ପ୍ରତ୍ୟେକ ଦିନ ଶହଶହ ଟ୍ରିପ ବାଲି ହାଇୱା ଚୋରା ଚାଲାଣ କରାଯାଇ ଲକ୍ଷାଧିକ ଟଙ୍କା ମୁନାଫା ଉଠାଉ ଥିବାର ଯେତେ ଅଭିଯୋଗ ଦେଲେ ମଧ୍ୟ ନାଁ ଖଣି ଅଧିକାରୀ କୌଣସି ଅଭିଯୋଗ ଶୁଣୁଥିଲେ ନା ପୋଲିସ ପ୍ରଶାସନ ଶୁଣୁଥିଲା। ଯୋଜନାବଦ୍ଧ ଭାବେ ମିଲିଭଗତ ଲୁଟ ହେଉଥିଲା ମହାନଦୀ ବାଲି, ଏପରି ସ୍ଥଳେ ମାନ୍ୟବର ପରିବହନ ମନ୍ତ୍ରୀ ଶ୍ରୀ ବିଭୁତି ଭୂଷଣ ଜେନା କଣ୍ଟିଲୋ- ଭୁବନେଶ୍ୱର ରାସ୍ତାର ବରକୋଳି ଠାରେ ବହୁ ବାଲି ବୋଝେଇ ହାଇୱାକୁ ଅଚାନକ ଅଟକାଇ ଜାଲ ଟ୍ରାଞ୍ଜିଟ ପାସ ଥିବାର ଦେଖି ପ୍ରାୟ ୨୦ଟି ବେଆଇନ ବାଲି ହାଇୱାକୁ ପ୍ରଶାସନ ଜିମା ଦେବା…
Read MoreCategory: ନୟାଗଡ଼ ବ୍ଲକ
ପ୍ରଧାନ ମନ୍ତ୍ରୀଙ୍କ ସ୍ଵଚ୍ଛ ଅଭିଯାନ ଆହ୍ୱାନରେ ଅନୁପ୍ରାଣିତ ନୟାଗଡ଼ର ସିଭିଲ ସୋସାଇଟି
ନୟାଗଡ଼,(ନୟାଗଡ଼ ଦର୍ପଣ): ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନକ୍ରମେ ନୟାଗଡ଼ର ସିଭିଲ ସୋସାଇଟି ପକ୍ଷରୁ ୧୪ଜାନୁଆରୀ ଠାରୁ ୨୨ଜାନୁଆରୀ ୨୦୨୫ ପର୍ଯ୍ୟନ୍ତ ନୟାଗଡ଼ ସ୍ଥିତ ସମସ୍ତ ମନ୍ଦିର ଓ ଦେବାଳୟ ଗୁଡ଼ିକରେ ସ୍ଵଚ୍ଛ ଅଭିଯାନ ଚାଲିଛି। ଗତ କାଲି ତା ୧୪-୦୧-୨୦୨୫ ମକର ସଂକ୍ରାନ୍ତିରେ ଜଗନ୍ନାଥ ମନ୍ଦିରକୁ ସ୍ଵଚ୍ଛ କରାଯାଇଥିଲା ଏବଂ ଆଜି ସକାଳ ୮ ଟା ରୁ ୧୦ଟା ସମୟରେ ଖଣ୍ଡପଡ଼ା ରୋଡ଼ ସ୍ଥିତ ହନୁମାନ ମନ୍ଦିର ସ୍ଵଚ୍ଛ କରାଯାଇଛି। ଆଗକୁ ଅନ୍ୟ ମନ୍ଦିର ଗୁଡିକ ସଫା କରାଯିବ ବୋଲି ସୋସାଇଟି ପକ୍ଷରୁ କୁହାଯାଇଛି। ଏହି କାର୍ଯ୍ୟକ୍ରମରେ ସିଭିଲ ସୋସାଇଟି ନୟାଗଡ଼ର ଅଧ୍ୟକ୍ଷ ଗୋଦାବରୀଶ ସାହୁ, ଭଗବତୀଚରଣ ପଟ୍ଟନାୟକ, ଭେଟେରାନ ଶରତ କୁମାର ସାହୁଙ୍କ ନିର୍ଦ୍ଦେଶନାରେ ଏହି କାର୍ଯ୍ୟକ୍ରମଟି ବହୁତ ଭଲରେ ଚାଲିଛି। ଏହି କାର୍ଯ୍ୟକ୍ରମରେ ଅନ୍ୟ ସଦସ୍ୟ ବସନ୍ତ ରାଉତ, ବିପିନି କୁମାର ସାହୁ, ନବକୃଷ୍ଣ ସାହୁ, ଅଜୟ…
Read Moreଦୈନିକ ଖବର କାଗଜ ‘ଦର୍ଶନ’ର ୨୨ବର୍ଷ ପୂର୍ତ୍ତି ଉପଲକ୍ଷେ ନୟାଗଡ଼ ଜିଲ୍ଲା ଶାଖାର ବନ୍ଧୁ ମିଳନ କାର୍ଯ୍ୟକ୍ରମ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ବ୍ଳକ୍ ଇଟାମାଟି ସ୍ଥିତ ଜୟଜଗନ୍ନାଥ କଲ୍ୟାଣ ମଣ୍ଡପ ଠାରେ ଦୈନିକ ଖବରକାଗଜ ‘ଦର୍ଶନ’ର ୨୨ବର୍ଷ ପୂର୍ତ୍ତି ଉପଲକ୍ଷେ ନୟାଗଡ଼ ଜିଲ୍ଲା ଶାଖାର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଜିଲ୍ଲା ପ୍ରତିନିଧି ଜନ୍ମେଜୟ ମହାନ୍ତିଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇ ସମାଜର ଉନ୍ନତି, ପ୍ରଗତି, ବିକାଶ କ୍ଷେତ୍ରରେ ସାମ୍ବାଦିକଙ୍କ ଭୂମିକା ସମ୍ପର୍କରେ ଆଲୋକପାତ କରିବା ସହ ସମାଜ ଗଠନରେ ନାରୀମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ତାଙ୍କ ଅଭିଭାଷଣରେ ଉପସ୍ଥାପନ କରି ସାମ୍ବାଦିକମାନେ ତାଙ୍କ କଲମ ମୁନରେ ନୂଆ ନୂଆ ଇତିହାସ ସୃଷ୍ଟି କରିବା ପାଇଁ ଆହ୍ବାନ ଦେଇ ‘ଦର୍ଶନ’ ଖବରକାଗଜର ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ। ଦର୍ଶନ ସମ୍ପାଦକ ଇଂ ବିଭୂତି ଭୂଷଣ…
Read Moreବ୍ୟାସକବି ଫକୀରମୋହନ ସେନାପତିଙ୍କ ଜୟନ୍ତୀ ପାଳିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ୧୩ ଜାନୁଆରୀ ୧୮୪୩ରେ ବାଲେଶ୍ୱର ଜିଲ୍ଲା ମଲିକାଶପୁର ଗ୍ରାମରେ ଜନ୍ମଗ୍ରହଣ କରିଥିବା ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବେ ପରିଚିତ। କେବଳ ଉପନ୍ୟାସ ବା ଗଳ୍ପ ନୁହେଁ କବିତା, ଅନୁବାଦ ସାହିତ୍ୟ, ଭ୍ରମଣ କାହାଣୀ ସହ ପତ୍ର ପତ୍ରିକା ସମ୍ପାଦନା କ୍ଷେତ୍ରରେ ଫକୀର ମୋହନଙ୍କ ଅବଦାନ ଓଡ଼ିଆ ସାହିତ୍ୟକୁ ରୁଦ୍ଧିମନ୍ତ କରିଛି। ତତସହିତ ଭାଷା ସାହିତ୍ୟ ଆନ୍ଦୋଳନର ସେ ଥିଲେ ଯଥାର୍ଥ ସେନାପତି। ୧୮୬୮ ମସିହାରେ ନିଜସ୍ୱ ପ୍ରଚେଷ୍ଟାବଳରେ ବାଲେଶ୍ୱରଠାରେ ଓଡ଼ିଶାର ଦ୍ୱିତୀୟ ଛାପାଖାନା ଉତ୍କଳ ପ୍ରେସ ପ୍ରତିଷ୍ଠା କରିଥିଲେ। ନିଜର କାଳଜୟୀ ଲେଖାପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ ବୋଲି ଫକୀର ମୋହନଙ୍କ ଜୟନ୍ତୀ ଅବସରରେ ବକ୍ତାମାନେ ମତବ୍ୟକ୍ତ କରିଛନ୍ତି। ପୂଜ୍ୟପୂଜା କମିଟି ଏବଂ ସିଭିଲ ସୋସାଇଟି ନୟାଗଡ଼ର ମିଳିତ ସହଯୋଗରେ ଆଜି ସ୍ଥାନୀୟ ନୀଳମାଧବ…
Read Moreସେବା ସମିତି ପକ୍ଷରୁ ଆୟୋଜିତ ଯୁବ ଉତ୍ସବ ଉଦଯାପିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସେବାଉତ୍ସବ ସମିତି ପକ୍ଷରୁ ପୁରୁଣା ସହର ଠାରେ ଆୟୋଜିତ ଯୁବ ଉତ୍ସବ କାର୍ଯ୍ୟକ୍ରମ ରବିବାର ବିଳମ୍ବିତ ରାତ୍ରିରେ ଉଦଯାପିତ ହୋଇଯାଇଛି l ରବିବାର ନୟାଗଡ଼ ପୁରୁଣା ସହର ସ୍ଥିତ ଯଦୁମଣି ନାଟ୍ୟ ମଣ୍ଡପ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ନୟାଗଡ଼ ସେବା ଉତ୍ସବ ସମିତି ଅଧକ୍ଷ ଶିବରାମ ମହାପାତ୍ରଙ୍କ ଅଧକ୍ଷତାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟ ଅତିଥି ଭାବେ ଓଡିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ଯୋଗଦେଇଥିବା ବେଳେ ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁ ଅନ୍ୟତମ ଅତିଥି ଭାବେ ଯୋଗଦେଇ ସ୍ୱାମୀ ବିବେକାନନ୍ଦଙ୍କ ଜୀବନ ଦର୍ଶନ ଉପରେ ଆଲୋଚନା କରିଥିଲେ। ପରେ ପରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ସହାଭାଗୀତରେ ଇଣ୍ଡିଆନ ଡ୍ୟାନ୍ସ ଏକାଡେମୀ, ନୟାଗଡ଼ ସରସ୍ବତୀ ଶିଶୁବିଦ୍ୟାମନ୍ଦିର, ବ୍ରହ୍ମପୁର କଳା ପରିଷଦ, ଢେଙ୍କାନାଳ ପାଇକ ଆଖଡ଼ା…
Read Moreନୟାଗଡ଼ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରର ବିଂଶତମ ବାର୍ଷିକ ଉତ୍ସବ ଓ ସ୍ବାମୀ ବିବେକାନନ୍ଦ ଜୟନ୍ତୀ ଉପଲକ୍ଷେ ବିଶାଳ ଶୋଭାଯାତ୍ରା
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ସ୍ବାମୀ ବିବେକାନନ୍ଦଙ୍କ ୧୬୩ତମ ଜୟନ୍ତୀ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ନେତୃତ୍ବରେ ମହାସମାରୋହରେ ପାଳିତ ହୋଇ ଯାଇଛି। ସକାଳ ୦୯ଟା ସମୟରେ ଖଣ୍ଡପଡାରୋଡସ୍ଥ ହନୁମାନ ମନ୍ଦିର ଠାରୁ ଆୟୋଜିତ ବିଶାଳ ଶୋଭାଯାତ୍ରାକୁ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ପତାକା ଦେଖାଇ ଉଦଘାଟନ କରିଥିଲେ। ଶୋଭାଯାତ୍ରା ହନୁମାନ ମନ୍ଦିର ଠାରୁ ଶ୍ରୀଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇ ଥିଲା ବେଳେ ଉକ୍ତ ଶୋଭାଯାତ୍ରାରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର, ସ୍ବାମୀ ବିବେକାନନ୍ଦ ଲୋକ ସଂସଦ ନୟାଗଡ଼ ଜିଲ୍ଲା ଶାଖା,ଭାରତ ବିକାଶ ପରିଷଦ, ପୂଜ୍ଯପୂଜା କମିଟି, ରୋଟାରୀ କ୍ଲବ, ସିଭିଲ୍ ସୋସାଇଟି, ନୟାଗଡ଼ ଜିଲ୍ଲା କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ ଆଦି ଅନେକ ସାମାଜିକ ଅନୁଷ୍ଠାନ ଯୋଗଦେଇଥିଲେ। ସକାଳ ୧୧ଟାରେ ହାଉସିଂ…
Read Moreସି.ପି.ଆଇ.(ଏମ୍)ର ବରିଷ୍ଠ ସଭ୍ୟ କମ୍ରେଡ ଜଗନ୍ନାଥ ମିଶ୍ରଙ୍କ ବିୟୋଗରେ ଶୋକସଭା
ନୟାଗଡ଼, (ନୟାଗଡ଼ ଦର୍ପଣ): ଓଡ଼ିଶାର କୃଷକ ଆନ୍ଦୋଳନର ପ୍ରବୀଣ ନେତା ତଥା ସି.ପି.ଆଇ.(ଏମ୍) ଓଡ଼ିଶା ରାଜ୍ୟ କମିଟିର ବରିଷ୍ଠ ସଂପାଦକ ମଣ୍ଡଳୀ ସଭ୍ୟ କମ୍ରେଡ ଜଗନ୍ନାଥ ମିଶ୍ରଙ୍କ ବିୟୋଗରେ ନୟାଗଡ଼ରେ ସାଥୀ ବିଶ୍ଵନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଶୋକସଭା ପୂର୍ବକ ଗଭୀର ଶୋକ ବ୍ୟକ୍ତ କରାଯାଇଛି। ଜଗନ୍ନାଥ ମିଶ୍ରଙ୍କ ବିୟୋଗରେ ଓଡିଶା ତଥା କୃଷକ ସମାଜ ତା’ର ଜଣେ ଅଦ୍ୱିତୀୟ ଜନନେତାଙ୍କୁ ହରାଇଲା ବୋଲି ଶୋକବାର୍ତ୍ତାରେ କୁହାଯାଇଛି। ନୟାଗଡ଼ର ଆଖୁଚାଷୀଙ୍କ ଆନ୍ଦୋଳନ, ରଣପୁରର କାଜୁ ଆନ୍ଦୋଳନ, ଭାପୁରର ଜମି ସୁରକ୍ଷା ଆନ୍ଦୋଳନ, ଦଶପଲ୍ଲାର ଆଦିବାସୀ ଆନ୍ଦୋଳନରେ କମ୍ରେଡ ଜଗନ୍ନାଥ ମିଶ୍ରଙ୍କ ଅବଦାନ ଅବିସ୍ମରଣୀୟ ବୋଲି ନେତାମାନେ ପ୍ରକାଶ କରିଥିଲେ। ପାର୍ଟିର ପୂର୍ବତନ ଲୋକାଲ କମିଟି ସଂପାଦକ ଶ୍ରୀକାନ୍ତ ପଟ୍ଟନାୟକ, ବର୍ତ୍ତମାନର ସଂପାଦକ କୁଳମଣି ପୃଷ୍ଟି, ଯୁବନେତା ବିଭୁତି ପଟ୍ଟନାୟକ, ସନ୍ତୋଷ ବେହେରା ପ୍ରମୁଖ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ !
Read Moreସେବା ଉତ୍ସବ ପକ୍ଷରୁ ମିନି ମାରାଥନ ଓ ଯୁବ ଉତ୍ସବ
ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ ନୟାଗଡ଼ ସେବା ଉତ୍ସବ ସମିତି ପକ୍ଷରୁ ଜାତୀୟ ଯୁବ ଦିବସ ଅବସରରେ ମିନି ମାରାଥନ ଓ ଯୁବ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସକାଳୁ ସକାଳୁ ବିଭିନ୍ନ ଶିକ୍ଷାନୁଷ୍ଠାନର ଏକ ହଜାରରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଓ ଜିଲ୍ଲାର ଅଗ୍ରଣୀ ଯୁବ ସଂଗଠନର ଯୁବକ ଯୁବତୀ ମାନେ ନୟାଗଡ଼ ଦୁର୍ଗାପ୍ରସାଦ ଠାରୁ ବାହାରି ପ୍ରାୟ ୩ କିମି ମାରାଥନରେ ଅଂଶଗ୍ରହଣ କରି ନୟାଗଡ଼ ଜଗନ୍ନାଥ ମନ୍ଦିର ନିକଟରେ ପହଂଚିଥିଲେ। ସବୁଜ ପୃଥିବୀ ଯିବା ଆଗରୁ ଆମକୁ ସବୁଜିମାମୟ ପୃଥବି ଗଢ଼ିବା ବାର୍ତା ନେଇ ଏହି ମାରାଥନ ଅନୁଷ୍ଠିତ ହୋଇଥିଲା। ଏହି ମାରାଥନକୁ ସକାଳେ ସେଵା ସମିତି ଅଧକ୍ଷ ଶିବରାମ ମହାପାତ୍ରଙ୍କ ଅଧକ୍ଷତାରେ ନୟାଗଡ଼ ଜିଲ୍ଲାପରିଷଦ ଅଧକ୍ଷ ଦେବାଶିଷ ପଟ୍ଟନାୟକ, ବିଜେପି ନେତା ସନ୍ତୋଷ ପ୍ରଧାନ, ଭାପୁର ବ୍ଲକ…
Read Moreନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ରେଳ ଷ୍ଟେସନ ସଫେଇ
ନୟାଗଡ଼,(ନୟାଗଡ଼ ଦର୍ପଣ): ପରିବେଶକୁ ସ୍ୱଚ୍ଛ,ସୁନ୍ଦର ଓ ପରିଷ୍କାର ରଖିବା ଲକ୍ଷ୍ୟ ନେଇ ନୟାଗଡ଼ ଜିଲ୍ଲାର ଅଗ୍ରଣୀ ନାଗରିକ ଅନୁଷ୍ଠାନ ‘ନୟାଗଡ଼ ନାଗରିକ ମଞ୍ଚ’ ପକ୍ଷରୁ ନୟାଗଡ଼ ଟାଉନ ରେଳ ଷ୍ଟେସନ ଏବଂ ଏହାର ପରିସରକୁ ସଫେଇ କରାଯାଇଛି । ରେଳ ଷ୍ଟେସନ ମଧ୍ୟରେ ପଡ଼ିଥିବା ପ୍ଲାଷ୍ଟିକ ପାଣି ବୋତଲ,ପାଉଚ, ଜରି,କାଗଜ ଟୁକୁରା ତଥା ବିଭିନ୍ନ ଆବର୍ଜନା ଗୁଡ଼ିକୁ ପରିଷ୍କାର କରାଯାଇଥିଲା । ସେହିପରି ଷ୍ଟେସନ ପରିସର ଏବଂ ଏହାର ଆଖପାଖରେ ଉଠିଥିବା ଅନାବନା ଗଛ,ଘାସ ଇତ୍ୟାଦିକୁ କଟାଯାଇ ଥିବା ବେଳେ ଷ୍ଟେସନ ମଧ୍ୟରେ ଥିବା ପିଇବା ପାଣି ଟ୍ୟାପ ନିକଟରେ ନିଷ୍କାସିତ ହୋଇ ନପାରି ଜମା ହୋଇ ରହୁଥିବା ଆବର୍ଜନା ପାଣିକୁ ନିଷ୍କାସିତ କରାଯାଇଥିଲା । ନୟାଗଡ଼ ନାଗରିକ ମଞ୍ଚ ସଭାପତି ପ୍ରମୋଦ ପଟ୍ଟନାୟକ ଏବଂ ଉପ ସଭାପତି ପ୍ରଦୀପ କୁମାର ସାହୁଙ୍କ ନେତୃତ୍ୱରେ ଆୟୋଜିତ ଏହି…
Read Moreନୟାଗଡ଼ରେ ମାର୍ଚ୍ଚ ୧ରୁ ପଞ୍ଚମ ରାଜ୍ୟସ୍ତରୀୟ ନାଟ୍ୟମେଳା
ନୟାଗଡ଼,(ନୟାଗଡ଼ ଦର୍ପଣ): ଚଳିତ ବର୍ଷ ମାର୍ଚ୍ଚ ୧ରୁ ସପ୍ତାହବ୍ୟାପୀ ପଞ୍ଚମ ରାଜ୍ୟସ୍ତରୀୟ ନାଟ୍ୟମେଳା ପଠାଣି ସାମନ୍ତ ଅଡିଟୋରିଅମ ଠାରେ ଅନୁଷ୍ଠିତ ହେବ। ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ବିଗତ ବର୍ଷ ମାନଙ୍କ ଭଳି ଚଳିତ ବର୍ଷ ମାର୍ଚ୍ଚ ୧ ରୁ ୭ ତାରିଖ ଯାଏଁ ନାଟକ ମହୋତ୍ସବ ଅନୁଷ୍ଠିତ ହେବ। ଚଳିତ ବର୍ଷ ଭୁବନେଶ୍ବର, ସମ୍ବଲପୁର, କଟକ ଏବଂ ନୟାଗଡ଼ ପ୍ରଭୃତି ସ୍ଥାନର ଧୁରୀଣ ନାଟ୍ୟାନୁଷ୍ଠାନମାନଙ୍କ ସହିତ ନାଟକ ମଞ୍ଚସ୍ଥ ନିମନ୍ତେ ଯୋଗାଯୋଗ କରାଯାଇଅଛି । ପ୍ରତ୍ୟହ ସନ୍ଧ୍ୟା ୭ ଘ. ୩୦ ମିନିଟ ସମୟରେ ଆରମ୍ଭ ହେବାକୁ ଥିବା ନାଟକ ଗୁଡିକ ଥିଏଟର ଶୈଳୀରେ ପ୍ରଦର୍ଶିତ ହୋଇ ସର୍ବାଧିକ ଦୁଇ ଘଣ୍ଟା ଅବଧି ମଧ୍ୟରେ ପରିସମାପ୍ତ ହେବ । ନାଟକ ସମୂହ ସାଂପ୍ରତିକ ସମାଜ ଭିତ୍ତିକ ହୋଇ ଦର୍ଶକୀୟ ଆଦୃତି ଲାଭ କରିବ ବୋଲି…
Read More