ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ବିଜୁ ଜନତା ଦଳର ୨୮ତମ ପ୍ରତିଷ୍ଠା ଦିବସ ଅବସରରେ ଆଜି ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ପାଳନ କରାଯାଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ତାଙ୍କ ବକ୍ତବ୍ୟରେ ଆଜିର ସରକାର ଦବା ସରକାର ନୁହେଁ ନବା ସରକାର ବୋଲି ପ୍ରକାଶ କରିଛନ୍ତି । ନବୀନ ପଟ୍ଟନାୟକଙ୍କ ସରକାରରେ ଦୃତ ବିକାଶ ହୋଇଥିଲା । ବର୍ତ୍ତମାନ ସରକାର ଦୃତ ବିଫଳତା ଆଡ଼କୁ ଅଗ୍ରସର ହେଉଛି । ଆଜିର ଦିନରେ ଜନ ମତ ପ୍ରଭାବିତ ହୋଇଛି । ରାଜନୀତିରେ ସାଳିନତା କେବେ ହରାଇବ ନାହିଁ ବୋଲି କର୍ମୀଙ୍କୁ ପରାମର୍ଶ ଦେଇଛନ୍ତି ଅରୁଣ। ଆଜିର ଦରଦାମ ବୃଦ୍ଧି ଲୋକଙ୍କୁ ବହୁତ ବାଧୁଛି । ଦରଦାମ କାହିଁକି ବୃଦ୍ଧି ହେଉଛି ଲୋକମାନେ ବୁଝିବା ଆରମ୍ଭ କଲେଣି । ରାଜ୍ୟ ସରକାର ଦୁଇ ପ୍ରକାର କଥା…

Read More

ଭଏସ୍ ଅଫ୍ ନୟାଗଡ଼ ଫାଇନାଲରେ “ଭଏସ୍ ଅଫ୍ ନୟାଗଡ଼” ହେଲେ ବିଷ୍ଣୁ ପ୍ରିୟା ବେହେରା

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସର୍ବବୃହତ ସଂଗୀତ ପ୍ରତିଯୋଗିତା ଭଏସ୍ ଅଫ୍ ନୟାଗଡ଼, ସିଜନ୍ ୫ର ଫାଇନାଲ ଅଡିସନ୍ ରୋଟାରୀ ଭବନରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର ଲୁକ୍କାୟିତ ଯୁବ ପ୍ରତିଭାମାନଙ୍କୁ ଲୋକଲୋଚନକୁ ଆଣିବା ଦିଗରେ ନୟାଗଡ଼ କ୍ଳବ୍ ତରଫରୁ ବିଗତ ଚାରିବର୍ଷ ହେଲା ଅନୁଷ୍ଠିତ ହୋଇଆସୁଛି ଭଏସ୍ ଅଫ୍ ନୟାଗଡ଼। ଆଜିର କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥିଭାବେ ନୟାଗଡ଼ ବିଧାୟକ ନୟାଗଡ଼ ଡକ୍ଟର ଅରୁଣ କୁମାର ସାହୁ ଯୋଗଦେଇ ଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲା ବେଳେ ସମ୍ମାନିତ ଅତିଥି ଭାବେ ନୟାଗଡ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ପୈାର ପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ ଓ ଜିଲ୍ଲା ପରିଷଦ ସଦସ୍ଯ ସରୋଜ ରଣସିଂହ ଉପସ୍ଥିତ ଥିଲେ। ବିଚାରକ ଭାବେ ବରିଷ୍ଠ କଣ୍ଠଶିଳ୍ପୀ ସୁରଗନ୍ଧର୍ବ ନବକିଶୋର ମିଶ୍ର, ବରିଷ୍ଠ ସଂଗୀତ ନିର୍ଦେଶକ ଶ୍ରୀକର ପାଢୀ…

Read More

ସରକାରୀ ମେଧାବୃତ୍ତି ପରୀକ୍ଷାରେ ନୟାଗଡ଼ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରର ଶତପ୍ରତିଶତ ସଫଳତା

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଳକର ୩ୟ ଓ ୫ମ ଶ୍ରେଣୀ ସରକାରୀ ମେଧାବୃତ୍ତି ପରୀକ୍ଷା- ୨୦୨୩-୨୪ ର ରେଜଲ୍ଟ ପ୍ରକାଶ ପାଇଛି। ଏହି ପରୀକ୍ଷାରେ ନୟାଗଡ଼ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପ୍ରତିବର୍ଷ ପରି ଏ ବର୍ଷ ମଧ୍ଯ ବାଜିମାତ କରି ଏକ ନୂଆ ଇତିହାସ ରଚନା କରିଛି । ବିଦ୍ଯାଳୟର ୩ୟ ଶ୍ରେଣୀରେ ମେଧାବୃତ୍ତି ପରୀକ୍ଷା ଦେଇଥିବା ସୁଶ୍ରୀ ପ୍ରିୟଦର୍ଶିନୀ, ପାୟଲ ଦାସ ଓ ଶୁଭଶ୍ରୀ ବାରିକ ମେଧାବୃତ୍ତି ପାଇ ଥିଲାବେଳେ ପଞ୍ଚମ ଶ୍ରେଣୀ ମେଧାବୃତ୍ତି ପରୀକ୍ଷା ଦେଇଥିବା ବିଶ୍ବବିଜିତା ମହାନ୍ତି, ଆଦ୍ଯାଂଶୀ ପ୍ରଧାନ ଓ ଶୁଭସ୍ମିତା ପଣ୍ଡା  ସଫଳତା ହାସଲ କରି ବିଦ୍ଯାଳୟ ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଛନ୍ତି। ଏହି ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏକ ଅଭିନନ୍ଦନ ସମାରୋହ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ…

Read More

ନୟାଗଡ଼ ଜିଲ୍ଲା ମହୋତ୍ସବ ପାଇଁ ଇଭେଣ୍ଟ ମ୍ୟାନେଜମେଣ୍ଟ ବୈଠକରେ ପ୍ରବଳ ହଟ୍ଟଗୋଳ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ମହୋତ୍ସବ ପଲ୍ଲିଶ୍ରୀ, ପୁସ୍ତକ ଓ କୃଷି ମେଳା ଆସନ୍ତାକାଲି ତଥା ୨୪ ତାରିଖଠାରୁ ଅନୁଷ୍ଠିତ ହେବାକୁ ଯାଉଛି । ଏଥିପାଇଁ ଆଜି ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାରଙ୍କ ଅଧ୍ୟକ୍ଷତାରେ ଇଭେଣ୍ଟ ମ୍ୟାନେଜ୍‌ମେଣ୍ଟ ବୈଠକ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ସହକାରୀ ଜିଲ୍ଲାପାଳ ତାପତି ରାଜ୍‌, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁରେନ୍ଦ୍ର ନାଥ ସାହୁ ପ୍ରମୁଖ ଉପସ୍ଥିତଥିଲେ । ବୈଠକରେ ଆଜି ପ୍ରବଳ ହଟ୍ଟଗୋଳ ହେବା ସହ ସଦସ୍ୟମାନେ ଉଦବେଗ ପ୍ରକାଶ କରିଥିଲେ । ଜିଲ୍ଲା ମହୋତ୍ସବ କେଉଁ ଅଦୃଶ୍ୟ ଶକ୍ତି ଦ୍ୱାରା ପରିଚାଳିତ ହେଉଛି ବୋଲି ପ୍ରଶ୍ନ କରିଥିଲେ । କଲଚରାଲ୍ କମିଟିକୁ ଭାଙ୍ଗି ଇଭେନ୍ଟ ମ୍ୟାନେଜ୍‌ମେଣ୍ଟ କମିଟି ଗଠନର କାରଣ କଣ ବୋଲି…

Read More

ଖବର କାଗଜ ବିତରକ ମାନଙ୍କୁ ଶୀତବସ୍ତ୍ର ବଣ୍ଟନ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଆଜି ଅପରାହ୍ନରେ ଖବର କାଗଜ ବିତରକ ମାନଙ୍କୁ  ପୁରୁଣା ସହର ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ନିକଟରେ ଶୀତବସ୍ତ୍ର ବଣ୍ଟନ କରାଯାଇଛି। ଜିଲ୍ଲା ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବଣ୍ଟନ କାର୍ଯ୍ୟକ୍ରମରେ ସଂଘର ସମସ୍ତ ସଦସ୍ୟ ଉପସ୍ଥିତ ଥିବା ବେଳେ ନୟାଗଡ଼ ସହର ମଧ୍ୟରେ ଦୈନିକ ଖବର ବାଣ୍ଟୁଥିବା ସମସ୍ତ ବିତରକ ମାନଙ୍କୁ ଶୀତବସ୍ତ୍ର ପ୍ରଦାନ କରାଯାଇ ସେମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା। ନୟାଗଡ଼ ଖବର କାଗଜ ବିତରକ ସଂଘର ପଞ୍ଜିକରଣ କାର୍ଯ୍ୟ ଏବଂ ଖବର କାଗଜ ବିକ୍ରୟ ପାଇଁ ଭେଣ୍ଡିଂ ଜୋନ ପ୍ରତିଷ୍ଠା ପାଇଁ ବିତରକମାନଙ୍କ ପକ୍ଷରୁ ଜିଲ୍ଲା ସାମ୍ବାଦିକ ସଂଘର ଦୃଷ୍ଟି ଆକର୍ଷଣ କରାଯାଇଥିଲା।  ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଭେଣ୍ଡିଂ ଜୋନ ପ୍ରତିଷ୍ଠା ପାଇଁ ଜିଲ୍ଲା ପ୍ରଶାସନ…

Read More

ନୟାଗଡ଼ ଜିଲ୍ଲା ମହୋତ୍ସବକୁ ନେଇ ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

ନୟାଗଡ଼, (ନୟାଗଡ଼ ଦର୍ପଣ): ଚଳିତ ମାସ ତା.୨୪ ରୁ ୨୮ ତାରିଖ ନୟାଗଡ଼ ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା, କୃଷି-ଯନ୍ତ୍ରପାତି ମେଳା, ପୁସ୍ତକ ମେଳା-୨୦୨୪ ଅନୁଷ୍ଠିତ ହେବ। ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୪ତାରିଖରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଜିଲ୍ଲା ମହୋତ୍ସବକୁ ଶୁଭ ଉଦ୍‌ଘାଟନ କରିବେ ବୋଲି ସମ୍ମତି ପ୍ରକାଶ କରିଛନ୍ତି। ଏହି ମହୋତ୍ସବରେ ପାଖାପାଖି ୩୧୩ ଷ୍ଟଲଟି ଖୋଲିବ। ଓରମାସ- ୧୧୬ଟି ଷ୍ଟଲ, ପୁସ୍ତକ ମେଳା-୨୦ଟି ଷ୍ଟଲ, କୃଷି-ଯନ୍ତ୍ରପାତି ମେଳା-୬୦ଟି ଷ୍ଟଲ, ଖାଦ୍ୟ ଷ୍ଟଲ-୫୦ଟି, ମିଶନ ଶକ୍ତି-୨୦ଟି ଷ୍ଟଲ, ହସ୍ତଶିଳ୍ପ-୧୦ଟି ଷ୍ଟଲ, ପୋଲିସ, ଫାୟାର, ମେଡିକାଲ- ୬ଟି ଷ୍ଟଲ, ବିଭିନ୍ନ ବିଭାଗ-୨୪ଟି ଷ୍ଟଲ, ବିଜ୍ଞାପନ ପାଇଁ ୭ଟି ଷ୍ଟଲ ଖୋଲାଯିବାର ବ୍ୟବସ୍ଥା ହୋଇଛି। ରାସ୍ତା ଘାଟ:- ଜଗନ୍ନାଥ ମନ୍ଦିର ଠାରୁ ଷ୍ଟାଡିୟମ ପଡ଼ିଆ ଏବଂ ପି.ଟି.ଏସ ରାସ୍ତାରୁ ଷ୍ଟାଡିୟମ ପର୍ଯ୍ୟନ୍ତ…

Read More

“ସ୍ମାଇଲ ନୟାଗଡ଼” ପକ୍ଷରୁ ଉଲ୍ଲାସ ଉତ୍ସବ ପାଳିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ସ୍ମାଇଲ ନୟାଗଡ଼ ପକ୍ଷରୁ ଉଲ୍ଲାସ ଉତ୍ସବ-୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୟାଗଡ଼ ପୁରୁଣା ସହରସ୍ଥିତ ଜଗନ୍ନାଥ ମନ୍ଦିର ସମ୍ମୁଖରେ ଯଦୁମଣୀ ମଣ୍ଡପ ଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ସ୍ମାଇଲ ନୟାଗଡ଼ ଅନୁଷ୍ଠାନର ମୁଖ୍ୟ ରବିନ୍ଦ୍ର କୁମାର ଦାସଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ନୟାଗଡ଼ ପୌରାଧକ୍ଷା ନିରୁପମା ଖଟେଇ, ରଣପୁର ପଂଚାୟତ ସମିତି ଅଧକ୍ଷା ନିର୍ମଳା ବେହେରା, ସମାଜସେବୀ ସନ୍ତୋଷ ପ୍ରଧାନ, ବରିଷ୍ଠ ସାମ୍ବାଦିକ ତଥା ସମାଜସେବୀ ପ୍ରମୋଦ ପଟନାୟକ, ଦାମୋଦର ସାହୁ, ସେବା ଉତ୍ସବ ସମିତି ଅଧକ୍ଷ ଶିବରାମ ମହାପାତ୍ର ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ଓଡିଶା ସରକାରଙ୍କ ସଂସ୍କୃତି ବିଭାଗ ସହାଭାଗିତାରେ ଓଡିଶୀ, ସମ୍ବଲପୁରୀ ଆଦି ଲୋକନୃତ୍ୟରେ ଲୋକମାନେ ଝୁମିବା ସହ କାର୍ଯ୍ୟକ୍ରମର…

Read More

ପଞ୍ଚାୟତ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର ଦ୍ବିତୀୟ ସଂନ୍ଧ୍ୟା ଧୁମଧାମରେ ପାଳିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ଜେମାଦେଇପୁର ପାଟଣା ରାଜପାଟଣା ମିନି ଷ୍ଟାଡିୟମ ଠାରେ ପଞ୍ଚାୟତ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର ଆଜି ଦ୍ବିତୀୟ ସଂନ୍ଧ୍ୟା ଧୁମଧାମରେ ଅନୁଷ୍ଠିତ ହୋଇଯାଇଛି। ଆଜି ସନ୍ଧ୍ୟାରେ ମୁଖ୍ୟଅତିଥିଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥିଭାବେ ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହି ଅଧିକାରୀ ଦେବଦତ୍ତ ପଣ୍ଡା, ନୟାଗଡ଼ ବ୍ଲକ ବିଡିଓ ପଦ୍ମଚରଣ ସାହୁ, ଜିଲ୍ଲା ପରିଷଦ ସଦସ୍ୟ ସରୋଜ ରଣସିଂ, ବ୍ଲକ ଉପାଧ୍ଯକ୍ଷା ଲକ୍ଷ୍ମୀପ୍ରିୟା ସାହୁ, କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ରବିନ୍ଦ୍ର ସାହୁ, ସ୍ଥାନୀୟ ସରପଞ୍ଚ ସଦାଶିବ ନାୟକ ପ୍ରମୁଖ ଅତିଥିଭାବେ ଯୋଗଦେଇଥିଲେ। ଏହି ଅବସରରେ ମୁଖ୍ୟଅତିଥି ତାଙ୍କ ଅଭିଭାଷଣରେ ପଞ୍ଚାୟତ ସ୍ତରରେ ଏଭଳି ଆୟୋଜନ କୌଣସି ସ୍ଥାନରେ ଦେଖିବାକୁ ମିଳିନାହିଁ ବୋଲି ପ୍ରକାଶ କରିବା ସହ ଆୟୋଜକମାନଙ୍କୁ ପ୍ରଶଂସା କରିଥିଲେ…

Read More

୫ମ ଶୁଭମ ମେମୋରିଆଲ ଭଲି ଟୁର୍ନାମେଣ୍ଟ ଉଦଘାଟିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ମା ଦକ୍ଷିଣ କାଳୀ ଭଲି କ୍ଳବ ପୁରୁଣା ସହର ଆନୁକୂଲ୍ୟରେ ମଣ୍ଡାବାଗନ ପଡିଆରେ ୫ମ ଶୁଭମ ମେମୋରିଆଲ ଭଲି ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ଆଜି ଅପରାହ୍ନ ୪ଘଟିକା ସମୟରେ ମୁଖ୍ୟଅତିଥି ରୂପେ ବରିଷ୍ଠ ସାମ୍ବାଦିକ ତଥା ସମାଜସେଵୀ ପ୍ରମୋଦ ପଟ୍ଟନାୟକ ଯୋଗଦେଇ ଭଲି ଟୁର୍ନାମେଣ୍ଟକୁ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ। ଉଦଘାଟନ ସନ୍ଧ୍ୟାରେ ଭଲି ଟୁର୍ନାମେଣ୍ଟରେ କୋମଣ୍ଡ ଭଲି କ୍ଳବ ବନାମ ଦୁର୍ଗାପ୍ରସାଦ ଭଲି କ୍ଳବ ପରସ୍ପରକୁ ଭେଟି ଥିଲେ। ଏହି ଟୁର୍ନାମେଣ୍ଟ ଆସନ୍ତା ୨୪ତାରିଖ ପର୍ଯ୍ୟନ୍ତ ଖେଳା ଯିବା ନେଇ କ୍ଳବର ସଦସ୍ୟ ସୂଚନା ଦେଇଛନ୍ତି। ଆଜିର ଏହି ଉଦଘାଟନୀ ଅବସରରେ ମା ଦକ୍ଷିଣକାଳୀ ଭଲି କ୍ଳବର ସଭାପତି ରାଜା ପଟ୍ଟନାୟକ ଓ ସମ୍ପାଦକ ମାନସ ପ୍ରିତମ ପ୍ରମୁଖ ଥିବାବେଳେ କ୍ଳବର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।

Read More

ରାଜ୍ୟସ୍ତରକୁ ମନୋନୀତ ହେଲା ବାଲ୍ ବିଜ୍ଞାନୀଙ୍କ ସ୍ୱତନ୍ତ୍ର ପ୍ରକଳ୍ପ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିବା ବିଜ୍ଞାନ ମେଳାରେ ରାଜ୍ୟସ୍ତରକୁ ସାତୋଟି ପ୍ରକଳ୍ପ ବିଚାରକଙ୍କ ଦ୍ୱାରା ମନୋନୀତ ହୋଇଥିବା ବେଳେ ସେଥିମଧ୍ୟରେ ରହିଛି ବାମନ ଅବକାଶ ସରକାରୀ ଉଚ୍ଚବିଦ୍ୟାଳୟର ନବମ ଶ୍ରେଣୀର ଛାତ୍ର ଆଶୁତୋଷ ମହାରଣାଙ୍କ ଗବେଷଣାଧର୍ମୀ ପ୍ରକଳ୍ପ ” ହାଇଡ୍ରୋପୋନିକ୍ କୃଷି”। ଏହି ପଦ୍ଧତି ଦ୍ୱାରା ବିନା ମାଟିରେ କୃଷି କାର୍ଯ୍ୟ ହୋଇପାରିବ।ଏହା ମୁଖ୍ୟତଃ ଏକ ପୋଷଣୀୟ ଦ୍ରବଣର ସହାୟତାରେ ସମ୍ପାଦିତ ହୋଇଥାଏ। ବର୍ତ୍ତମାନ ସମୟରେ ଆଶାତୀତ ଭାବେ ବଢୁଥିବା ସହରୀକରଣ ଯୋଗୁଁ ମାଟି ନଥିବାସ୍ଥାନରେ ମଧ୍ୟ ଛୋଟଚାରା ପ୍ରସ୍ତୁତି, ଔଷଧୀୟ ବୃକ୍ଷ,ଫୁଲ-ଫଳ ଗଛ ସହ ଅନ୍ୟାନ୍ୟ ଶସ୍ୟ ଉତ୍ପାଦନ ହୋଇପାରିବାର ନିଆରା ପଦ୍ଧତି ହେଉଛି ଏହି ପ୍ରକଳ୍ପ। ଗତକାଲି ବାମନ ଅବକାଶ ସରକାରୀ ଉଚ୍ଚବିଦ୍ୟାଳୟର ଛାତ୍ରଙ୍କ ଏହି ପ୍ରକଳ୍ପ ରାଜ୍ୟସ୍ତରକୁ ମନୋନୀତ…

Read More