ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ହାଉସିଂ ବୋର୍ଡ କଲୋନୀ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ବାର୍ଷିକ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇ ଯାଇଛି। କୁନି କୁନି ଶିଶୁ ବୈଜ୍ଞାନିକ ମାନଙ୍କ ଦ୍ବାରା ଏହି ବିଜ୍ଞାନ ମେଳାରେ ମୋଟ ୧୫୨ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ସକାଳ ୧୦ଟାରେ କାର୍ଯ୍ୟକ୍ରମ ଉଦଘାଟନ ହୋଇଥିଲା ବେଳେ ଅପରାହ୍ନ ୦୨ ଟାରେ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା।ଏହି ଉତ୍ସବରେ ମୁଖ୍ଯ ଅତିଥି ଭାବେ ରଣପୁର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସତ୍ଯ ନାରାୟଣ ପ୍ରଧାନ ଯୋଗଦେଇ ଦୈନନ୍ଦିନ ଜୀବନରେ ବିଜ୍ଞାନର ବ୍ଯବହାର ବିଷୟରେ ଆଲୋଚନା କରିବା ସହିତ ବିଜ୍ଞାନ ଯୁଗରେ ପ୍ରତ୍ଯେକ ଅଭିଭାବକମାନେ ନିଜ ନିଜର ଶିଶୁମାନଙ୍କୁ ଅନ୍ଧ ବିଶ୍ବାସରୁ ଦୂରେଇ ଉପଯୁକ୍ତ ସଂସ୍କାରରେ ଗଢିବା ପାଇଁ ନିବେଦନ କରିଥିଲେ। ସମ୍ମାନିତ…
Read MoreCategory: ନୟାଗଡ଼ ବ୍ଲକ
ଆଧୁନିକ ନୟାଗଡ଼ ସହରର ରୂପକାର ସ୍ଵର୍ଗତ ରଘୁନାଥ ଦାସ (ନାଥବାବୁ)ଙ୍କ ଜନ୍ମ ଶତବାର୍ଷିକୀ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ର ପ୍ରଥମ ନଗରପାଳ ତଥା ଆଧୁନିକ ନୟାଗଡ଼ ସହରର ରୂପକାର ସ୍ଵର୍ଗତ ରଘୁନାଥ ଦାସ(ନାଥବାବୁ)ଙ୍କ ଜନ୍ମ ଶତବାର୍ଷିକୀ ଉତ୍ସବ ଚଳିତ ସେପ୍ଟେମ୍ବର ଚାରି ତାରିଖରେ ତାଙ୍କର ପ୍ରିୟ ନିଜ ହାତଗଢା ଏନ୍.ଏ.ସି. ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମହା ସମାରୋହରେ ପାଳିତ ହୋଇଯାଇଛି ! ଏହି ସମାବେଶରେ ଭାରତ ସରକାରଙ୍କ ଅବସରପ୍ରାପ୍ତ ଗଣମାଧ୍ୟମ ପରାମର୍ଶଦାତା ଡ. ଉମାକାନ୍ତ ମିଶ୍ର ମୁଖ୍ୟ ଅତିଥି, ବିଶିଷ୍ଟ ଶିଶୁ ସାହିତ୍ୟିକ ଦାଶ ବେନହୁର ବରେଣ୍ୟ ଅତିଥି, ପୌରପାଳ ଶ୍ରୀମତୀ ନିରୁପମା ଖଟେଇ ସମ୍ମାନିତ ଅତିଥି, ପ୍ରାକ୍ତନ ଉପାଧ୍ୟକ୍ଷ ବରିଷ୍ଠ ଓକିଲ କୃଷ୍ଣଚନ୍ଦ୍ର ପ୍ରଧାନ, ପ୍ରଧାନ ଶିକ୍ଷୟିତ୍ରୀ ରସିଦା ଖାତୁନ୍, ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା ସ୍ୱତନ୍ତ୍ର ଅତିଥି ଭାବେ ଯୋଗଦେଇ ନାଥବାବୁଙ୍କ ତ୍ୟାଗପୂତ ଜୀବନାଦର୍ଶ ଉପରେ ଆଲୋକପାତ କରିଥିଲେ ! ସ୍କୁଲ ପରିସରରେ ନାଥବାବୁଙ୍କ…
Read Moreସଙ୍ଗୀତଧାରା’ ପକ୍ଷରୁ ଆରମ୍ଭ ହେବ ଭକ୍ତିସଙ୍ଗୀତ ପ୍ରତିଯୋଗିତା
ନୟାଗଡ଼,(ନୟାଗଡ଼ ଦର୍ପଣ): ପୂର୍ବ ବର୍ଷର ଅପୂର୍ବ ସଫଳତା ପରେ ଚଳିତ ବର୍ଷ ପୁନର୍ବାର ଆରମ୍ଭ ହେବ ଜିଲ୍ଲାସ୍ତରୀୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତା। ଜିଲ୍ଲାର ଲୁକ୍କାୟିତ ସଙ୍ଗୀତ ପ୍ରତିଭା ତଥା କଣ୍ଠଶିଳ୍ପୀ ମାନଙ୍କୁ ଲୋକ ଲୋଚନକୁ ଆଣି ସେମାନଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଏହି ଭକ୍ତି ସଙ୍ଗୀତ ପ୍ରତିଯୋଗିତା ଚଳିତ ମାସରୁ ଆରମ୍ଭ ହେବାକୁ ଯାଉଛି । ନୟାଗଡ଼ ଜିଲ୍ଲାର ଅଗ୍ରଣୀ ସଙ୍ଗୀତାନୁଷ୍ଠାନ ‘ସଙ୍ଗୀତଧାରା’ ପକ୍ଷରୁ ଆୟୋଜିତ ହେବାକୁ ଯାଉଥିବା ଏହି ପ୍ରତିଯୋଗିତାରେ ୧୪ରୁ ୨୪ବର୍ଷ ବୟସର ଉଭୟ ପୁଅ ଝିଅ ଅଂଶ ଗ୍ରହଣ କରି ପାରିବେ । ଏ ନେଇ ଆଜି ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଉଚ୍ଚ ବିଦ୍ୟାଳୟ, ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟ, ସଂଗୀତ ଅନୁଷ୍ଠାନ ଓ ଏହା ବାହାରେ ଥିବା ପୁଅଝିଅମାନେ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିପାରିବେ ବୋଲି ନିଷ୍ପତ୍ତି ନିଆଯାଇଛି। ପ୍ରତିଯୋଗିମାନେ ଶାଳୀନତାଭିିକ ଭଜନ,ଜଣାଣ,ଧର୍ମୀୟ ଲଘୁସଙ୍ଗୀତ…
Read Moreବିଜ୍ଞାନର ପ୍ରକୃତି ସ୍ଥିରତା ରେ ଭୂମିକା
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ମଡେଲ ଡିଗ୍ରୀ କଲେଜ ବିଜ୍ଞାନ ସମିତି ଆନୁକୂଲ୍ୟରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଯୁକ୍ତ ତିନ ତୃତୀୟ ବାର୍ଷିକ ଛାତ୍ରଛାତ୍ରୀଙ୍କୁ ନେଇ ଉକ୍ତ ଆଲୋଚନା ଚକ୍ରରେ ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ, ବାରିପଦାର ସୁନାମଧନ୍ୟ ରସାୟନ ବିଜ୍ଞାନ ପ୍ରଫେସର ଓ ବିଭାଗୀୟ ମୁଖ୍ୟ ଡକ୍ଟର ପ୍ରମୋଦ କୁମାର ଶତପଥୀ ଯୋଗଦେଇ ବିଶେଷ ଭାବେ କିପରି ଆଜିର ଅସ୍ଥିର ପ୍ରକୃତିକୁ ବିଜ୍ଞାନ ସହାୟତାରେ ସ୍ଥିରତା ଅଣାଯାଇପାରିବ ସେ ସଂକ୍ରାନ୍ତରେ ଆଲୋକପାତ କରିଥିଲେ। ରସାୟନ ବିଜ୍ଞାନର ପ୍ରବଳ ପାର୍ଶ୍ୱ ପ୍ରତିକ୍ରିୟା ଗୁଡିକର ନିୟନ୍ତ୍ରଣ କରା ଯାଇପାରିଲେ ଋତୁ ଅନିୟମିତତାର ଦୀର୍ଘ ସୂତ୍ରୀ ସମାଧାନ ଅଣାଯାଇପାରିବ। ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥୀଙ୍କ ପୌରହିତ୍ୟରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଅତିଥି ପରିଚୟ ଡକ୍ଟର ସନ୍ତୋଷ କୁମାର ବେହେରା କରିଥିଲେ. ବିଜ୍ଞାନ ସମିତି ମୁଖ୍ୟା ବିଜୟିନୀ…
Read Moreସାର୍ବଜନୀନ ଦୁର୍ଗାପୂଜା ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ
ନୟାଗଡ଼,(ନୟାଗଡ଼ ଦର୍ପଣ) : ନୟାଗଡ଼ ସହରରେ ଅନୁଷ୍ଠିତ ହେଉଥିବା ସାର୍ବଜନୀନ ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ନୟାଗଡ଼ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ନୟାଗଡ଼ ପୌରଧ୍ଯକ୍ଷା ନିରୁପମା ଖଟେଇ, ପୌର ଉପାଧ୍ଯକ୍ଷ ଗୁରୁପ୍ରସାଦ ଜେନା, ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ବରିଷ୍ଠ ବିଜେଡି ନେତ୍ରୀ ଇରାନୀ ରାୟ ଓ ଜିଲ୍ଲା ପରିଷଦ ସୁବାସ କଅଁର ପ୍ରମୁଖ ଯୋଗ ଦେଇଥିଲେ। ଏ ବର୍ଷ କିପରି ଭଲ ଭାବରେ ସାର୍ବଜନୀନ ଦୁର୍ଗାପୂଜା ଅନୁଷ୍ଠିତ ହେବ ସେଥି ନିମନ୍ତେ ଆଲୋଚନା କରାଯାଇଥିଲା। ସାର୍ବଜନୀନ ଦୁର୍ଗାପୂଜା କମିଟିର ସମ୍ପାଦକ…
Read Moreଶିକ୍ଷାବିଭାଗର ମୁଖ୍ୟ କିରାଣୀଙ୍କ ଅବସର ଗ୍ରହଣ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଶିକ୍ଷା ବିଭାଗର ବରିଷ୍ଠ ତଥା ମୁଖ୍ୟ କିରାଣୀ କୈଳାସ ଚନ୍ଦ୍ର ରଥ ଆଜି ତାଙ୍କ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି। ପ୍ରଥମେ ନୟାଗଡ଼ ଏନଏସିରେ କର୍ମମୟ ଜୀବନ ଆରମ୍ଭ କରି ପରବର୍ତ୍ତୀ ସମୟରେ ଏନଏସି ହାଇସ୍କୁଲ, ନୟାଗଡ଼ରେ କିରାଣୀ ଚାକିରୀରେ ଯୋଗ ଦେଇଥିଲେ। ଏଠାରେ ଦୀର୍ଘ ୩୦ ବର୍ଷ ଧରି କାର୍ଯ୍ୟ ସମ୍ପାଦନ କରି ଗତ ଫେବ୍ରୁଆରୀ ମାସରେ ପଦୋନ୍ନତି ପାଇ ଜିଲ୍ଲା ଶିକ୍ଷା ବିଭାଗରେ ବରିଷ୍ଠ କିରାଣୀ ଭାବେ ଯୋଗଦାନ କରିଥିଲେ। ଶ୍ରୀଯୁକ୍ତ ରଥ ଆଜି ଚାକିରୀ ଜୀବନରୁ ଅବସର ଗ୍ରହଣ କରିଥିବା ବେଳେ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ତାଙ୍କୁ ଉପଢୌକନ ଏବଂ ପୁଷ୍ପଗୁଚ୍ଛ ଦିଆଯାଇ ଅବସର କାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏଥିରେ ଜିଲ୍ଲା ଶିକ୍ଷାଧିକାରୀ ରାଜଶ୍ରୀ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଦୀପ୍ତିମୟୀ ପ୍ରିୟଦର୍ଶିନୀଙ୍କ ସମେତ ଶିକ୍ଷା…
Read Moreଶିକ୍ଷାବିତ ଅଶୋକ ନାୟକ ହେଲେ ନୟାଗଡ଼ କ୍ଲବର ନୂତନ ଅଧକ୍ଷ
ନୟାଗଡ଼, (ନୟାଗଡ଼ ଦର୍ପଣ): ରୋଟାରିଆନ ଆରିଫ ଖାନଙ୍କ ଦେହାନ୍ତ ପରେ ଖାଲି ଥିବା ନୟାଗଡ଼ କ୍ଲବ ଅଧକ୍ଷ ପଦ ପାଇଁ ଆଜି କ୍ଲବର ସାଧାରଣ ପରିଷଦ ବୈଠକରେ ଇଟାମାଟି କଲେଜର ପୂର୍ବତନ ଅଧକ୍ଷ ଶ୍ରୀଯୁକ୍ତ ଅଶୋକ ନାୟକଙ୍କୁ ନୟାଗଡ଼ କ୍ଲବର ଅଧକ୍ଷ ଭାବେ ସର୍ବସମ୍ମତିକ୍ରମେ ନିର୍ବାଚିତ କରାଯାଇଥିଲା ।
Read Moreଜିଲ୍ଲା ସ୍ତରୀୟ ୨୧ତମ ପ୍ରାଣୀ ଗଣନା ପ୍ରଶିକ୍ଷଣ ଶିବିର
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲାର ରୋଟାରୀ ଭବନ ଠାରେ ୨୧ତମ ପ୍ରାଣୀ ସମ୍ପଦ ଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଏଥି ସହିତ ପ୍ରାଣୀ ଗଣନା ସମ୍ପର୍କିତ ସଫ୍ଟୱେୟାରର ପରିଚାଳନା ଏବଂ ପ୍ରାଣୀଙ୍କ ପ୍ରଜାତି ବିଷୟରେ କର୍ମଚାରୀ ମାନଙ୍କୁ ତାଲିମ୍ ମଧ୍ୟ ପ୍ରଦାନ କରଯାଇଥିଲା । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଈଂ. ଦେବାଶିଷ ପଟ୍ଟନାୟକ, ସହକାରୀ ଜିଲ୍ଲାପାଳ ଡା. ଅଭିଜିତ୍ ଷଡଙ୍ଗୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମର ସଫଳତାରେ ଜନ ସହଭାଗୀତାକୁ ଗୁରୁତ୍ଵ ଦେବାକୁ ଉପଦେଶ ଦେଇଥିଲେ । ଜିଲ୍ଲା ମୁଖ୍ୟ ପ୍ରାଣୀସମ୍ପଦ ଅଧିକାରୀ ଡା. ଦିଲ୍ଲୀପ କୁମାର ଦାସ ଏବଂ ଭାପୁର ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ବିଭୁ ପ୍ରସାଦ ଶତପଥି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।ସୂଚନାଯୋଗ୍ୟ ଯେ, ପ୍ରତି ପାଞ୍ଚ ବର୍ଷରେ…
Read Moreନୟାଗଡ଼ରେ ଜାତୀୟ କ୍ରୀଡ଼ା ଦିବସ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ଜାତୀୟ କ୍ରୀଡ଼ା ଦିବସ ଉପଲକ୍ଷେ ଆଜି ନୟାଗଡ଼ ପ୍ରଶାସନ ପକ୍ଷରୁ ଉକ୍ତ ଦିବସକୁ ପାଳନ କରାଯାଇଛି। ଅଗଷ୍ଟ ୨୬ ରୁ ୩୧ ପର୍ଯ୍ୟନ୍ତ ଏହା ସାରା ଦେଶରେ ପାଳନ କରାଯାଇଛି । ହକି କିମ୍ବଦନ୍ତି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସ ଅବସରରେ ଏଭଳି କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି। ଏଥି ସହିତ ଧ୍ୟାନଚାନ୍ଦଙ୍କ ଫଟୋରେ ପୁଷ୍ପ ମାଲ୍ୟ ଅର୍ପଣ କରାଯାଇ ତାଙ୍କ ସ୍ମୃତି ଚାରଣ କରାଯାଇଥିଲା । ଏହି ଅବସରରେ ଆଜି ନୟାଗଡ଼ ଷ୍ଟାଡିୟମ ଠାରୁ ଏକ ଶୋଭାଯାତ୍ରା ବାହାରି ନୟାଗଡ଼ କଲେଜ ରୋଡ଼ ନାରାୟଣୀ ମନ୍ଦିର ପର୍ଯ୍ୟନ୍ତ ଆସିଥିଲା । ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ପତାକା ଦେଖାଇ ଏହାର ଉଦଘାଟନ କରିଥିଲେ। ଷ୍ଟାଡିୟମ ଠାରେ ଏକ ଫୁଟବଲ ମ୍ଯାଚର ଆୟୋଜନ କରାଯାଇଥିଲା। ଏହି ଅବସରରେ ଜିଲ୍ଲାପାଳ ବହୁମୁଖୀ ଇନଡୋର ଷ୍ଟାଡିୟମ ପରିଦର୍ଶନ କରିବା…
Read Moreମହିଳା ସଶକ୍ତି କରଣ ନିମନ୍ତେ ସୁଭଦ୍ରା ଯୋଜନା ଆରମ୍ଭର କାର୍ଯ୍ୟ ଖସଡ଼ା
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନିଲ ଅଗ୍ରୱାଲ ଜିଲ୍ଲାରେ ମହିଳାମାନଙ୍କୁ ସଶକ୍ତି କରଣ ନିମନ୍ତେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ଉଦ୍ଦେଶ୍ୟରେ ଜିଲ୍ଲା ଓଶ୍ୱାନ୍ ସଭା କକ୍ଷରୁ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କ ସହ ବ୍ଲକ ଓଶ୍ୱାନ୍ ସଭା କକ୍ଷକୁ ସଂଯୋଗ କରି ସମସ୍ତ ବିଭାଗର ଭୂମିକା ଓ ଦାୟିତ୍ୱ ସମ୍ବନ୍ଧରେ ବୁଝାଇଥିଲେ । ଏହି ଯୋଜନାରେ ମହିଳାମାନଙ୍କୁ ଆଗାମୀ ୫ବର୍ଷରେ ଟ.୫୦,୦୦୦/- ଦେଇ ଆତ୍ମ ନିର୍ଭରଶୀଳ କରିବାର କାର୍ଯ୍ୟକ୍ରମ ରହିଅଛି । ଦୁଇଟି କିସ୍ତିରେ(ରାକ୍ଷୀ ପୂର୍ଣ୍ଣିମା ଓ ବିଶ୍ୱ ମହିଳା ଦିବସ) ଟ.୫,୦୦୦/-ଲେଖାଏଁ ମୋଟ ଟ.୧୦,୦୦୦/- ବାର୍ଷିକ ୫ବର୍ଷରେ ଟ.୫୦,୦୦୦/- ପ୍ରଦାନ କରାଯିବ । ୨୧ ରୁ ୬୦ବର୍ଷ ବୟସର ମହିଳାମାନେ ଏଥିପାଇଁ ଆବେଦନ କରିପାରିବେ । ଯେଉଁ ମହିଳାମାନେ ମାସିକ ୧୫୦୦ଟଙ୍କା ଭତ୍ତା ପାଉଥିବେ,ସାଂସଦ କିମ୍ବା ବିଧାୟକ ପରିବାରର ମହିଳା ହୋଇଥିବେ,ନିର୍ବାଚିତ ପ୍ରତିନିଧି ହୋଇଥିବେ,…
Read More