ନୟାଗଡ, (ନୟାଗଡ଼ ଦର୍ପଣ): ସ୍ଥାନୀୟ ନୀଳମାଧଵ ହୋଟେଲ ସମ୍ମିଳନୀ କକ୍ଷରେ ଲୌହ ମାନବ ତଥା ସ୍ୱାଧୀନ ଭାରତର ପ୍ରଥମ ଉପ ପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ସିଭିଲ ସୋସାଇଟି ଏବଂ ପୂଜ୍ୟପୂଜା କମିଟିର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ମହାନୁଭବ କାର୍ଯ୍ୟକ୍ରମ ସିଭିଲ ସୋସାଇଟିର ଅଧକ୍ଷ ଗୋଦାବରୀ ସାହୁଙ୍କ ଅଧକ୍ଷ୍ୟତରେ ଅନୁଷ୍ଠିତ ହୋଇଥିବା ବେଳେ ଶିକ୍ଷାବିତ୍ତ ପ୍ରସନ୍ନ କୁମାର ବସନ୍ତିଆ, ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ, ଅବସର ପ୍ରାପ୍ତ ସେନା ଅଧିକାରୀ ଶରତ କୁମାର ସାହୁ ପ୍ରମୁଖ ଯୋଗଦେଇ ପଟେଲଜୀଙ୍କ ଭାରତର ଅଖଣ୍ଡତା ଏବଂ ରାଷ୍ଟ୍ରୀୟ ଏକତା ପାଇଁ ନେଇଥିବା ନିସ୍ଵାର୍ଥପର ମନୋଭାବର ଭୁୟସୀ ପ୍ରଂଶସା କରିଥିଲେ। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ନାଗରିକ ନିରଞ୍ଜନ ମିଶ୍ର, ନବକୃଷ୍ଣ ସାହୁ, ରଜନୀକାନ୍ତ ଭୂୟାଁ, ରଘୁନାଥ ସାହୁ ପ୍ରମୁଖ ଉପସ୍ଥିତ ଥିବାବେଳେ ପୂଜ୍ୟପୂଜା…
Read MoreCategory: ନୟାଗଡ଼ ବ୍ଲକ
ନୟାଗଡ଼ ସରସ୍ଵତୀ ବିଦ୍ୟାମନ୍ଦିରରେ ସପ୍ତଶକ୍ତି ସଙ୍ଗମ କାର୍ଯ୍ୟକ୍ରମ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ମାଆ ମାନଙ୍କର ସପ୍ତଶକ୍ତି ସଙ୍ଗମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବିଶିଷ୍ଟ ସମାଜସେବୀ ଗାୟତ୍ରୀ ପଟ୍ଟନାୟକ ମୁଖ୍ୟବକ୍ତାଭାବେ ଯୋଗଦେଇଥିଲେ । ମୁଖ୍ୟ ଅତିଥି ଭାବେ ପ୍ରଭାସିନୀ ବରାଡ ଯୋଗ ଦେଇଥିବାବେଳେ ନମିତା କୁମାରୀ ନାୟକ ଓ ସସ୍ମିତା ନାୟକ ମହୋଦୟା ସମ୍ମାନିତା ଅତିଥି ଭାବେ ଯୋଗଦେଇଥିଲେ। ଏଠାରେ ଅତିଥିମାନେ ପର୍ଯ୍ୟାବରଣ ଓ କୁଟୁମ୍ବ ପ୍ରବୋଧନରେ ମହିଳାଙ୍କ ଭୂମିକା, ପ୍ରେରଣାଦାୟୀ ମହିଳାଙ୍କ ବାର୍ତ୍ତା, ଭାରତ ବିକାଶରେ ମହିଳାଙ୍କ ଭୂମିକା ଆଦି ବିଷୟରେ ତଥ୍ୟ ଉପସ୍ଥାପନା କରିଥିଲେ।ମୁଖ୍ୟଵକ୍ତା ଶ୍ରୀମତୀ ପଟ୍ଟନାୟକ ଭଗବାନଙ୍କର ଦଶ ଅବତାର ବିଷୟରେ ତଥ୍ୟ ଉପସ୍ଥାପନା କରିବା ସହିତ ପର୍ଯ୍ୟାବରଣ ସୁରକ୍ଷାରେ ପଞ୍ଚ ‘ଜ’ ଯେପରିକି ଜନ, ଜଳ, ଜମି, ଜୀବ, ଜଙ୍ଗଲ ଆଦି ବିଷୟରେ ନିଜର ମତ ଉପସ୍ଥାପନା କରିଥିଲେ। ତାଙ୍କ ପରେ…
Read Moreଶ୍ୟାମାକାଳୀ ପୂଜା ଉଦଯାପିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ବ୍ଲକ ଅନ୍ତର୍ଗତ ସଠିଆପଲ୍ଲୀ ଗ୍ରାମରେ ଆନନ୍ଦ ଉଦ୍ଦୀପନା ମଧ୍ୟରେ ଚାଲିଥିବା ଦୁଇ ଦିନିଆ ଶ୍ୟାମାକାଳୀ ପୂଜା ଗୁରବାର ଉଦଯାପିତ ହୋଇ ଯାଇଛି। ଉଦଯାପନୀ ସନ୍ଧ୍ୟାରେ ଅତିଥି ଭାବେ ସାମ୍ବାଦିକ ରଜତ ପଟ୍ଟନାୟକ, ସମାଜସେବୀ ରୋଟାରୀଆନ ପୂର୍ଣ୍ଣଚନ୍ଦ୍ର ସାହୁ, ସହକାରୀ ଶିକ୍ଷୟତ୍ରୀ ଝିଲିମିଲି ସାହୁ ପ୍ରମୁଖ ଯୋଗଦେଇ ମାତୃପୂଜା ତଥା ପୂଜ୍ୟପୂଜା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ବକ୍ତବ୍ୟ ପ୍ରଦାନ ସହ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ପୂଜାକମିଟିର ସଭାପତି କାହ୍ନା ସ୍ୱାଇଁଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ବ୍ୟକ୍ତିବିଶେଷ, ଅନୁଷ୍ଠାନମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବାବେଳେ ଖୁବ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଶେଷରେ ଅନୁଷ୍ଠାନର ସଭାପତି ଶ୍ରୀଯୁକ୍ତ ସ୍ୱାଇଁ ଧନ୍ୟବାଦ ଅର୍ପଣ କରିଥିଲେ।
Read Moreଜ୍ଯୋତି କଳସ ରଥଯାତ୍ରା ଓ ପଞ୍ଚ କୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ଅନୁଷ୍ଠିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ଅଖିଳ ବିଶ୍ବ ଗାୟତ୍ରୀ ପରିବାର,ଶାନ୍ତିକୁଞ୍ଜ ହରିଦ୍ଵାର ଆନୁକୂଲ୍ୟରେ ଦିବ୍ଯ ଅଖଣ୍ଡ ଦୀପର ଶତାବ୍ଦୀ ସମାରୋହ ଓ ପରମ ବନ୍ଦନୀୟା ମାତାଜୀ ଭଗବତୀ ଦେବୀ ଶର୍ମାଙ୍କ ଜନ୍ମ ଶତାବ୍ଦୀ ବର୍ଷ ଅବସରରେ ଶାନ୍ତିକୁଞ୍ଜ ହରିଦ୍ବାରରୁ ଆସିଥିବା ଜ୍ଯୋତି କଳସ ରଥକୁ ନୟାଗଡ଼ ଜିଲ୍ଲା ତରଫରୁ ଚମ୍ପତିପୁର ଗ୍ରାମ ଠାରେ ସ୍ବାଗତ କରାଯିବ ସହିତ ଶହେରୁ ଉର୍ଦ୍ଧ୍ବ ଗାୟତ୍ରୀ ପରିଜନ ମାନଙ୍କୁ ନେଇ ଏକ ବିଶାଳ ନିଶା ନିବାରଣ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି। ଏହି ଶୋଭାଯାତ୍ରା ଚମ୍ପତିପୁର, ଆଙ୍କୁଲିପାଟଣା, ନାଟୁଗାଁ ପରିକ୍ରମା କରି କଦଳୀବସ୍ତ ସାହିରେ ପହଞ୍ଚିବା ପରେ ସେଠାରେ ଆୟୋଜିତ ପଞ୍ଚ କୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ଅନୁଷ୍ଠିତ ହୋଇ ଯାଇଛି। ଏହି ଜ୍ଯୋତି କଳସ ରଥରେ ପରିବ୍ରାଜକ ଭାବେ ସମଗ୍ର ଓଡିଶା ରାଜ୍ଯ ପରିକ୍ରମା କରୁଥିବା ପ୍ରତାପ କୁମାର ସ୍ବାଇଁ,ଅନନ୍ତ ବଳିୟାର ସିଂହ…
Read Moreୟୁନିଟେକ ପବ୍ଲିକ ସ୍କୁଲରେ ଶିକ୍ଷା ଓ ବିଜ୍ଞାନମେଳା ଅନୁଷ୍ଠିତ
ନୟାଗଡ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ସଦର ମହକୁମାସ୍ଥିତ ଯୁନିଟେକ ପବ୍ଲିକ ସ୍କୁଲରେ ଶିକ୍ଷା ଓ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୧୫୯ ଜଣ ଛାତ୍ରଛାତ୍ରୀ ବିଜ୍ଞାନ, ଗଣିତ, ଇଂରାଜୀ, ସାମାଜିକ ବିଜ୍ଞାନ, ସଂସ୍କୃତ ଓ ହିନ୍ଦୀ ବିଷୟରେ ନିଜ ନିଜ ପ୍ରକଳ୍ପ ପ୍ରଦର୍ଶନ କରିଥିଲେ। ନୟାଗଡ ଜିଲ୍ଲାରେ ପ୍ରଥମ ଥର ପାଇଁ ସମସ୍ତ ପାଠ୍ୟ ବିଷୟରେ ଏଭଳି ଏକ ଶିକ୍ଷା ପ୍ରଦର୍ଶନୀ ଆୟୋଜିତ ହୋଇଥିଲା। ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରିଣୀ ବନଲତା ବେହେରା ମୁଖ୍ୟଅତିଥି ଭାବେ ଯୋଗଦାନ କରି ପ୍ରଦୀପ ପ୍ରଜ୍ବଳନ ସହିତ ପ୍ରଦର୍ଶନୀକୁ ଉଦଘାଟନ କରି ଛାତ୍ରଛାତ୍ରୀ ମାନଙ୍କର ପ୍ରୟାସ ଓ ନୂତନ ଚିନ୍ତାଧାରାକୁ ଉଚ୍ଚ ପ୍ରଶଂସା କରି ସେମାନଙ୍କୁ ଆଗାମୀ ଦିନରେ ଆହୁରି ଉନ୍ନତି କରିବା ପାଇଁ ଉତ୍ସାହିତ କରିଥିଲେ। ବିଭିନ୍ନ ବିଷୟର ପ୍ରକଳ୍ପ ଗୁଡ଼ିକର ମୂଲ୍ୟାୟନ କାର୍ଯ୍ୟରେ…
Read Moreଜେମାଦେଇପୁର ଶାସନର ୪୭ତମ ଗ୍ରାମ୍ୟ ଜୟନ୍ତୀ ଉତ୍ସବ ଉଦ୍ଯାପିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ୍ ଅନ୍ତର୍ଗତ ଜେମାଦେଇପୁର ଶାସନରେ ଗତ ୨ ତାରିଖରୁ ଚାଲିଥିବା ୪ତମ ଗ୍ରାମ୍ୟ ଜୟନ୍ତୀ ଉତ୍ସବ ଉଦ୍ଯାପିତ ହୋଇଯାଇଛି। ଉତ୍ସବର ପ୍ରତିଷ୍ଠାତା ସମ୍ପାଦକ ମୁରଲୀଧର ଆଚାର୍ଯ୍ୟଙ୍କ ଆବାହକତ୍ଵରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ପୁରୀ ସଂସଦ ଡ଼ ସମ୍ବିତ ପାତ୍ର, ମୁଖ୍ୟବକ୍ତା ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, କନ୍ଧମାଳର ପୂର୍ବତନ ସଂସଦ ପ୍ରତ୍ୟୁଷା ରାଜେଶ୍ଵରୀ ସିଂ, ଜିଲ୍ଲା ପରିଷଦ ସଦସ୍ୟ ସୁବାସଚନ୍ଦ୍ର କହଁର, କ୍ରିଦାଶପୁର ସରପଞ୍ଚ ସଂଯୁକ୍ତା ବିଶ୍ଵାଳ ପ୍ରମୁଖ ଯୋଗଦେଇ ସାମାଜିକ ଜୀବନରେ ଗ୍ରାମ୍ୟ ସଂସ୍କୃତି ଓ ବର୍ଷକେ ଥରେ ସମସ୍ତେ ଭାଇଚାରା ନେଇ ଏକାଠି ହେବାର ଅଭିନବ ପ୍ରୟାସ ଗ୍ରାମ୍ୟ ଜୟନ୍ତୀର ପରିକଳ୍ପନାକୁ ଭୂୟସୀ ପ୍ରଶଂସା କରିଥିଲେ। ଏଥିରେ ଗ୍ରାମ କମିଟି ସଭାପତି ପୂର୍ଣ୍ଣଚନ୍ଦ୍ର…
Read Moreଆଇନଜୀବୀ ପୀତବାସ ପଣ୍ଡାଙ୍କ ହତ୍ୟାକାରୀଙ୍କୁ ୪୮ଘଣ୍ଟା ମଧ୍ୟରେ ଗିରଫ କରିବା ପାଇଁ ନୟାଗଡ଼ ଓକିଲ ସଙ୍ଘର ଦାବୀ
ନୟାଗଡ଼, (ନୟାଗଡ଼ ଦର୍ପଣ): ଓଡିଶା ରାଜ୍ୟ ଆଇନଜୀବୀ ପରିଷଦ ସଭ୍ୟ ତଥା ବ୍ରହ୍ମପୁର ଲୋକପ୍ରିୟ ଆଇନଜୀବୀ ସ୍ବର୍ଗତ ପୀତବାସ ପଣ୍ଡାଙ୍କୁ ଗତ ୬ ଅକ୍ଟୋବର ରାତ୍ର ୧୦ ଘଟିକା ସମୟରେ ବର୍ବରଚିତ୍ତ ହତ୍ୟାକୁ ନୟାଗଡ଼ ଜିଲ୍ଲା ଓକିଲ ସଙ୍ଘ ସଦସ୍ୟ ମାନେ ତୀବ୍ର ନିନ୍ଦା କରିଛନ୍ତି। ହତ୍ୟାକାରୀଙ୍କୁ ୪୮ଘଣ୍ଟା ମଧ୍ୟରେ ଗିରଫ କରିବା ସହିତ ମାନ୍ୟବର ଓଡିଶା ହାଇକୋର୍ଟ ନ୍ୟାୟମୁର୍ତିଙ୍କ ଦ୍ୱାରା ନ୍ୟାୟିକ ତଦନ୍ତ କରାଯିବା ସହ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ବିଚାର ପ୍ରକ୍ରିୟା ସମାପ୍ତ ପାଇଁ ସମୟ ଧାର୍ଯ୍ୟ କରାଯାଉ। ସ୍ବର୍ଗତ ପଣ୍ଡାଙ୍କ ପରିବାରକୁ ରାଜ୍ୟ ସରକାର ୧ କୋଟି ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯିବା ସହ ରାଜ୍ୟର ଅନ୍ୟାନ୍ୟ ପୀଡିତା ଆଇନଜୀବୀ ପରିବାରଙ୍କୁ ମଧ୍ୟ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଉ ଏବଂ ସାରା ରାଜ୍ୟର ୫୦ ହଜାର ଆଇନଜୀବୀଙ୍କ ସୁରକ୍ଷା ପାଇଁ…
Read Moreଚିନ୍ମୟ ମିଶନ ପକ୍ଷରୁ ୧୮ରେ ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା
ନୟାଗଡ଼,(ନୟାଗଡ଼ ଦର୍ପଣ): ଚିନ୍ମୟ ମିଶନ, ନୟାଗଡ଼ ଶାଖା ପକ୍ଷରୁ ବିଦ୍ୟାଳୟ ସ୍ତରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଶ୍ରୀମଦ୍ ଭଗବତଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା ଚଳିତ ମାସ ୧୮ ତାରିଖରେ ପିଟିଏସ୍ ରୋଡ଼ରେ ଅବସ୍ଥିତ ଭାରତ ବିକାଶ ପରିଷଦ ଭବନରେ ଅନୁଷ୍ଠିତ ହେବ। ଜୁନିୟର ଏବଂ ସିନିୟର ଦୁଇଟି ବିଭାଗରେ ଅନୁଷ୍ଠିତ ହେବାକୁ ଥିବା ଏହି ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ଚିନ୍ମୟ ମିଶନ ପକ୍ଷରୁ ପ୍ରମାଣ ପତ୍ର ସହିତ ପୁରସ୍କୃତ କରାଯିବ। ଜିଲ୍ଲାସ୍ତରରେ ପ୍ରଥମ ଏବଂ ଦ୍ୱିତୀୟ ସ୍ଥାନ ହାସଲ କରିଥିବା ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବେ। ଏହି ପ୍ରତିଯୋଗିତାରେ ନର୍ସରୀ ଶ୍ରେଣୀ ଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମାନେ ଅଂଶ ଗ୍ରହଣ କରି ଭଗବତ ଗୀତାର ୧୫ତମ ଅଧ୍ୟାୟର ଶ୍ଳୋକ ପାଠ କରିବେ । ଏ ନେଇ…
Read Moreସମର୍ପଣ ଗୃହରେ ଆନ୍ତର୍ଜାତିକ ଜରା ଦିବସ ପାଳନ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଲେଖନପୁର ସ୍ଥିତ ସମର୍ପଣ ଗୃହରେ ଆନ୍ତର୍ଜାତିକ ଜରା ଦିବସ ପାଳନ ହୋଇଯାଇଛି। ଅକ୍ଟୋବର ୦୧ ତାରିଖ ହେଉଛି ଆନ୍ତର୍ଜାତିକ ଜରା ଦିବସ। ସରକାରଙ୍କ ତରଫରୁ ସପ୍ତାହବ୍ୟାପୀ ଏହି ଦିବସ ପାଳନ ହେବାକୁ ଥିବା ପରିପ୍ରେକ୍ଷୀରେ ନୟାଗଡ଼ ଜିଲ୍ଲା ମୁଖ୍ଯ ଚିକିତ୍ସା ଅଧିକାରୀଙ୍କ ନିର୍ଦ୍ଦେଶରେ ଜିଲ୍ଲା ସ୍ବାସ୍ଥ୍ଯ ସମିତି ତରଫରୁ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ପୁଷ୍ପା ନିଳିମା ଲାକ୍ରା,ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ଅଶୋକ କୁମାର ସାହୁ, ନୟାଗଡ଼ ଓଲ୍ଡଟାଉନ୍ ସ୍ବାସ୍ଥ୍ଯକେନ୍ଦ୍ରର ଫାର୍ମାସିଷ୍ଟ ବେଦବ୍ୟାସ ପ୍ରଧାନ ସସମର୍ପଣରେ ପହଞ୍ଚି ସମସ୍ତ ଅନ୍ତେବାସୀ ମାନଙ୍କୁ ଫୁଲ ଚନ୍ଦନ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିବା ସହିତ ଶୁଖିଲା ଖାଦ୍ୟ ବଣ୍ଟନ କରିଥିଲେ।ତାପରେ ସମସ୍ତ ଅନ୍ତେବାସୀ ମାନଙ୍କର ସ୍ବାସ୍ଥ୍ଯ ପରୀକ୍ଷା କରିବା ସହିତ ସ୍ବାସ୍ଥ୍ଯ ସୁରକ୍ଷା ଓ ବାର୍ଦ୍ଧକ୍ଯ ଜନିତ ବିଭିନ୍ନ ସମସ୍ଯାର…
Read Moreନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ଛାତ୍ର ଯୋଗ ଚମ୍ପିୟାନ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଦୁଇଜଣ ଛାତ୍ର ଆନ୍ତଃମହାବିଦ୍ୟାଳୟ ସ୍ତରୀୟ ଯୋଗ ପ୍ରଶିକ୍ଷଣ ପ୍ରତିଯୋଗିତାରେ ଯୋଗଦାନ କରି ଚମ୍ପିୟାନ ହୋଇ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାର, ଭୁବନେଶ୍ୱର ଠାରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ପକ୍ଷରୁ ଯୁକ୍ତ ୩ ଦ୍ୱିତୀୟ ବର୍ଷ ରସାୟନ ବିଭାଗର ଛାତ୍ର କୃଷ୍ଣ ଚନ୍ଦ୍ର ଜାନୀ ବ୍ୟକ୍ତିଗତ ଭାବେ ଚମ୍ପିୟାନ ହୋଇଛନ୍ତି। ସେହିପରି ଅନ୍ୟତମ ପ୍ରତିଯୋଗୀ ହିସାବରେ ଯୁକ୍ତ ୩ ବାଣିଜ୍ୟ ବିଭାଗ ପ୍ରଥମ ବର୍ଷର ଛାତ୍ର ସିପୁନ କୁମାର ଭଟ୍ଟ ମଧ୍ୟ ଆନ୍ତଃ ବିଶ୍ୱବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଛନ୍ତି। ଆସନ୍ତା ମାସରେ ହେବାକୁ ଥିବା ସର୍ବ ଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତାରେ ଉଭୟ ଛାତ୍ର ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରତିନିଧିତ୍ୱ କରିବେ। ଉଭୟ ଛାତ୍ରଙ୍କ ଏହି…
Read More