ନୟାଗଡ଼: ନୟାଗଡ଼ ଜିଲ୍ଲାର ପ୍ରମୁଖ ଶିକ୍ଷାନୁଷ୍ଠାନ ମାଳିସାହି ଗତିକେଶ ଉଚ୍ଚ ବିଦ୍ୟାଳୟର ୧୯୮୧ ମାଟ୍ରିକ୍ ବ୍ୟାଚ୍ ପୂରାତନ ଛାତ୍ରଛାତ୍ରୀ ମାନଙ୍କର ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ତୁଳସୀ ପୁର ସ୍ଥିତ ମଧୁବୈଶ ସମାଜ କଲ୍ୟାଣ ମଣ୍ଡପ ଠାରେ ମହା ଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି। ଏହି ବନ୍ଧୁମିଳନ କାର୍ଯ୍ୟକ୍ରମରେ ପୁରାତନ ଛାତ୍ରଛାତ୍ରୀ ମଧ୍ୟରୁ ମଞ୍ଜୁଲତା ଦେଇ, ପ୍ରଫୁଲ୍ଲ କୁମାର ସାହୁ ଓ ଚରଣ ପୃଷ୍ଟିଙ୍କ ସଂଯୋଜନାରେ ଏବଂ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଅଲେଖ ସାହୁଙ୍କ ସଭାପତିତ୍ବରେ ଉକ୍ତ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମକୁ ମଧ୍ଯ ଇଂରାଜୀ ଓ ଉଚ୍ଚ ବିଦ୍ୟାଳୟରେ ଶିକ୍ଷାଦାନ କରିଥିବା ସମସ୍ତ ଅବସରପ୍ରାପ୍ତ ଶିକ୍ଷକଙ୍କୁ ନିମନ୍ତ୍ରଣ କରା ଯାଇଥିଲା। ନିମନ୍ତ୍ରିତ ଶିକ୍ଷକ ମାନଙ୍କ ମଧ୍ୟରେ ଅବସରପ୍ରାପ୍ତ ଶିକ୍ଷକ ରାମଚନ୍ଦ୍ର ମହାପାତ୍ର, ଭଗବାନ ସାହୁ ଓ ଉକ୍ତ ବିଦ୍ୟାଳୟର ଅବସରପ୍ରାପ୍ତ ପିଅନ ଅପର୍ତି ସ୍ୱାଇଁ ଯୋଗ ଦେଇଥିଲେ।…
Read MoreCategory: ନୟାଗଡ଼ ବ୍ଲକ
ବାଲୁଗାଁ ଚଣ୍ଡୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଦିବସ ପାଳିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ବ୍ଲକ୍ ଅନ୍ତର୍ଗତ ବାଲୁଗାଁ ଚଣ୍ଡୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଆଜି ହିନ୍ଦୀ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପିଲାମାନେ ହିନ୍ଦୀ ଶିକ୍ଷକ ଶୁଭାଶିଷ ସାହୁଙ୍କ ନିର୍ଦ୍ଦେଶନାରେ ଭାରତର ପ୍ରଥମ ମହିଳା ଡାକ୍ଟର ଆନନ୍ଦୀବେନ ଯୋଶୀଙ୍କ ଜୀବନୀ ଅଧାରିତ ଏକ କ୍ଷୁଦ୍ର ନାଟକ ପରିବେଷଣ କରିଥିଲେ। ସେହିପରି ହିନ୍ଦୀ ଭାଷା ସମ୍ପର୍କିତ ବିଭିନ୍ନ ବିଭାଗରେ ପ୍ରତିଯୋଗିତା କରାଯାଇ ଛାତ୍ର-ଛାତ୍ରୀ ମାନକୁ ପୁରଷ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାଷ୍କର ସାହୁ (CRCC) ହିନ୍ଦୀ ଭାଷା ଭାରତର ଏକତାର ମୁଳ ମନ୍ତ୍ର ରୁପେ ଅଭିହିତ କରିଥିଲେ ଏବଂ ହିନ୍ଦୀ ଶିକ୍ଷକ ଶୁଭାଶିଷ ସାହୁ ହିନ୍ଦୀ ଭାଷାର ଗୌରବମୟ ଇତିହାସକୁ ମନେପକେଇବା ସହିତ ହିନ୍ଦୀ ଭାଷାର ବିକାଶ ଏବଂ ହିନ୍ଦୀ ଭାଷାକୁ ଜନମାନସର ଭାଷା ରୁପେ ବର୍ଣ୍ଣନା କରିଥିଲେ। ପରିଶେଷରେ ବିଦ୍ୟାଳୟର ପ୍ରଧାନ…
Read Moreଅଭିଜିତଙ୍କ ଆଶୁ ଆରୋଗ୍ୟ କାମନା କରି ‘ସଙ୍ଗୀତଧାରା’ ପକ୍ଷରୁ ସମୂହ ଦୀପଦାନ
ନୟାଗଡ଼,(ନୟାଗଡ଼ ଦର୍ପଣ): ଓଡ଼ିଶାର ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାରଙ୍କ ଆଶୁ ଆରୋଗ୍ୟ କାମନା କରି ‘ସଙ୍ଗୀତଧାରା’ ପକ୍ଷରୁ ନୟାଗଡ଼ ପୁରୁଣା ସହରସ୍ଥିତ ଶ୍ରୀଜଗନ୍ନାଥଙ୍କ ମନ୍ଦିର ପ୍ରାଙ୍ଗଣରେ ସମୂହ ଦୀପଦାନ କରାଯାଇଛି। ସଙ୍ଗୀତଧାରା ସମ୍ପାଦକ କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ଦୀପଦାନ କାର୍ଯ୍ୟକ୍ରମରେ ବେତାର କଣ୍ଠଶିଳ୍ପୀ ସୁରଗନ୍ଧର୍ବ ନବକିଶୋର ମିଶ୍ର, ପ୍ରଶାନ୍ତ ପଟ୍ଟନାୟକ, ଲକ୍ଷ୍ମୀଧର ସାହୁ, ଅଶୋକ କୁମାର ମଲ୍ଲ, ସୁଦର୍ଶନ ସାହୁ, ଦୀନବନ୍ଧୁ ସାହୁ ପ୍ରମୁଖ ଯୋଗଦାନ କରି ଶ୍ରୀଜଗନ୍ନାଥଙ୍କ ନିକଟରେ ଅଭିଜିତ ମଜୁମଦାରଙ୍କ ଦ୍ରୁତ ଆରୋଗ୍ୟ କାମନା କରି ସମୂହ ପ୍ରଦୀପ ପ୍ରଜ୍ଜ୍ୱଳନ କରିଥିଲେ। ସୂଚନା ଯୋଗ୍ୟ, ଓଡ଼ିଶାର ଲୋକପ୍ରିୟ ସଙ୍ଗୀତକାର ଶ୍ରୀ ମଜୁମଦାର ବର୍ତ୍ତମାନ ଉଚ୍ଚ ରକ୍ତଚାପ, ଥାଇରଏଡ୍, ଯକୃତ ରୋଗ,ଗମ୍ଭୀର ସ୍ନାୟୁଗତ ରୋଗ, ନିମୋନିଆ ଏବଂ ରକ୍ତପ୍ରବାହ ସଂକ୍ରମଣରେ ପୀଡ଼ିତ ହୋଇ ଭୁବନେଶ୍ୱର ଏମ୍ସରେ…
Read Moreନୟାଗଡ଼ ପୌରପରିଷଦ ପକ୍ଷରୁ ସ୍ୱଚ୍ଛତା ପକ୍ଷ ପାଳନ, ଜିଲ୍ଲାପାଳ କରାଇଲେ ଶପଥ ପାଠ
ନୟାଗଡ଼,(ନୟାଗଡ଼ ଦର୍ପଣ): ମାଆ ପାଇଁ ଗଛଟିଏ, ପରିବେଶର ସ୍ୱଚ୍ଛତା ଓ ସୁରକ୍ଷା, ଗଛ ଲଗାଇବା ପାଇଁ ଅନ୍ୟକୁ ସଚେତନ ତଥା ଉତ୍ସାହିତ କରାଇବା ଉଦ୍ଦେଶ୍ୟରେ ଏକ ସଚେତନତା ରାଲି ନୟାଗଡ଼ ପୌରପରିଷଦ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି। ଏହି ରାଲିରେ ଏନଏସି ଉଚ୍ଚ ବିଦ୍ୟାଳୟ ଓ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ,ନୟାଗଡ଼ର ଛାତ୍ରଛାତ୍ରୀ, ସମସ୍ତ କାଉନସିଲର, ଶିକ୍ଷକ ଶିକ୍ଷୟିତ୍ରୀ, ପୌରପରିଷଦ କର୍ମଚାରୀ ତଥା ବିଭିନ୍ନ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା ମାନେ ଯୋଗଦାନ କରିଥିଲେ। ଜିଲ୍ଲା ପାଠାଗାର ଠାରୁ ଶ୍ରୀଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ଅନୁଷ୍ଠିତ ଏହି ରାଲିକୁ ଜିଲ୍ଲା ପରିଷଦ ସଭାପତି ଇଂ ଦେବାଶିଷ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ପୌରାଧ୍ୟକ୍ଷା ନିରୁପମା ଖଟେଇ ଏବଂ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା ପ୍ରମୁଖ ଅତିଥି ଭାବେ ଯୋଗଦାନ ପୂର୍ବକ ପତାକା ଦେଖାଇ ଉଦଘାଟନ କରିଥିଲେ। ଶ୍ରୀଜଗନ୍ନାଥ ମନ୍ଦିର ନିକଟରେ…
Read Moreଏକ୍ ପେଡ୍ ମା କେ ନାମ୍ କାର୍ଯ୍ୟକ୍ରମରେ ଗଛଲଗାଇଲେ ଛାତ୍ରଛାତ୍ରୀ
ନୟାଗଡ଼, (ନୟାଗଡ଼ ଦର୍ପଣ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଆଜି ସାରା ଦେଶରେ “ଏକ୍ ପେଡ୍ ମା କେ ନାମ୍” କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ବିଦ୍ୟାଳୟ ପାଠପଢ଼ା ସକାଳୁଆ ହୋଇଛି। ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରିବା ପାଇଁ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରିଥିଲେ। ପ୍ରଧାନଶିକ୍ଷୟିତ୍ରୀ ଝୁମୁରୀ ସାହୁଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ। ସେହି ପରି ସିନ୍ଦୁରିଆ ପଞ୍ଚାୟତ ତରଫରୁ ଆୟୋଜିତ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣକରିଥିଲେ। ବରିଷ୍ଠ ସହକାରୀ ଶିକ୍ଷକ ଶେଖ୍ ଅବଦୁଲ୍ ଖାଲିକ୍, ସହକାରୀ ଶିକ୍ଷୟିତ୍ରୀ ମଗ୍ନମ୍ ଜାହାଁ ଓ କ୍ରୀଡ଼ାଶିକ୍ଷକ ଜିତେନ୍ଦ୍ର ଗୁରୁ ପଞ୍ଚାୟତ ଅଧିନରେ ହେଉଥିବା ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଉପସ୍ଥିତ…
Read More୧୧ତମ ଓଡିଶା କୃଷକ ସଭା ଅନୁଷ୍ଠିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ୧୧ ତମ ଓଡିଶା କୃଷକ ସଭା ନୟାଗଡ଼ ଜିଲ୍ଲା ସମ୍ମିଳନୀ ନୟାଗଡ଼ ଶିକ୍ଷକ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। କୃଷକ ସଭାର ପତାକାକୁ ଗୋଲକ ବିହାରୀ ମୁଦୁଲି ଉତୋଳନ କରିବା ପରେ ସହିଦ ବେଦିରେ ପୁଷ୍ପମାଲ୍ୟ ଦେବା ପରେ ରାଜ୍ୟ ସଭାପତି ଜମ୍ବେଶ୍ୱର ସାମନ୍ତରା ଅନୁଷ୍ଠାନିକ ଭାବେ ସଭା କାର୍ଯ୍ୟ ଆରମ୍ଭ କରିଥିଲେ। ସମ୍ପାଦକ ହରିଶ୍ଚନ୍ଦ୍ର ମିଶ୍ର ଚିଠା ପ୍ରସ୍ତାବ ଆଗତ କରିଥିଲେ। ଉକ୍ତ ପ୍ରସ୍ତାବ ୧୨ଜଣ ପ୍ରତିନିଧି ଆଲୋଚନା କରିବା ପରେ ପ୍ରସ୍ତାବ ଗୃହୀତ ହୋଇଥିଲା। ତା ସହିତ ଚାଷୀ ମାନଙ୍କ ବିରୁଦ୍ଧରେ ହୋଇଥିବା ବିଭିନ୍ନ ଚାଷୀ ବିରୋଧୀ ଆଇନ ବିଷୟରେ ଆଲୋଚନା ହୋଇଥିଲା। କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାମୀନାଥନ କମିଶନ ନୀତିକୁ କାର୍ଯକାରୀ କରୁ ନଥିବାରୁ ସମ୍ମିଳନୀ ଏହାକୁ ନିନ୍ଦା କରିଥିଲା। ସଠିକ ସମୟରେ ସାର ଯୋଗାଣ, ଫସଲ…
Read Moreନଗର ବିଜେଡି ସଭାପତିଙ୍କ ଉଦ୍ଦେଶ୍ୟରେ ସ୍ମୃତିସଭା, ଅମୁଲ୍ୟ ନୟାଗଡ଼ ପାଇଁ ଅମୁଲ୍ୟ ଥିଲେ
ନୟାଗଡ଼,(ନୟାଗଡ଼ ଦର୍ପଣ): ଅବସରପ୍ରାପ୍ତ ପୁଲିସ ଅଧିକାରୀ ତଥା ନଗର ବିଜେଡି ସଭାପତି ଅମୁଲ୍ୟ ମହାନ୍ତିଙ୍କ ପରଲୋକରେ ଆଜି ବ୍ଲକ ସଭାଗୃହଠାରେ ଏକ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ଆଇନଜୀବୀ ପ୍ରତାପ ନନ୍ଦଙ୍କ ସଂଯୋଜନାରେ ଅନୁଷ୍ଠିତ ସ୍ମୃତି ସଭାରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ପୈାର ପରିଷଦ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ ପ୍ରମୂଖ ଯୋଗ ଦେଇଥିଲେ । ଏହି ସଭାରେ ବହୁ ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ଓ ସାମ୍ବାଦିକ ଯୋଗ ଦେଇ ଅମୁଲ୍ୟ ମହାନ୍ତି ନୟାଗଡ଼ ପାଇଁ ଅମୁଲ୍ୟ ଥିଲେ ମତବ୍ୟକ୍ତ କରିଥିଲେ । ଶ୍ରୀଯୁକ୍ତ ମହାନ୍ତିଙ୍କ ଜନ୍ମ ଜଗତସିଂହପୁର ଜିଲ୍ଲାରେ ହୋଇଥିଲେ ବି ସେ ନିଜକୁ ସର୍ବଦା ନୟାଗଡ଼ିଆ ବୋଲି…
Read Moreମରାମତି ହେଉନି ଭଙ୍ଗା ଗେଟ, ଗାଈଗୋରୁଙ୍କ ଆଡ଼ାସ୍ଥଳୀ ପାଲଟିଛି ନୟାଗଡ଼ ରେଳଷ୍ଟେସନ
ନୟାଗଡ଼,(ନୟାଗଡ଼ ଦର୍ପଣ): ରକ୍ଷଣା ବେକ୍ଷଣ ଅଭାବ ତଥା ରେଳ ବିଭାଗର ପରିଚାଳନା ଗତ ତ୍ରୁଟି ପାଇଁ ନୟାଗଡ଼ ଟାଉନ ରେଳ ଷ୍ଟେସନ ଏବେ ବୁଲା ଗାଈଗୋରୁଙ୍କ ଆଡାସ୍ଥଳୀ ପାଲଟିଛି। ସେହିପରି ସଫେଇ କାର୍ଯ୍ୟ ଠିକ ଭାବରେ ହେଉ ନଥିବାରୁ ଷ୍ଟେସନ ପରିସର ମଧ୍ୟରେ ଅଳିଆ ଆବର୍ଜନା କୁଢ଼ କୁଢ଼ ହୋଇ ଜମା ହେବା ସହିତ ବିଭିନ୍ନ ଅନାବନା ଗଛଲତା ଷ୍ଟେସନ ଚତୁର୍ପାଶ୍ୱରେ ଉଠି ଲଟାବୁଦାରେ ପରିପୂର୍ଣ୍ଣ ହେବାରେ ଲାଗିଛି। ବର୍ଷା ଦିନେ ଏହି ଲଟାବୁଦା ମଧ୍ୟରୁ ସାପ ବିଛା ଆଦି ସରୀସୃପ ଜାତୀୟ ଜୀବଜନ୍ତୁ ବାହାରି ଯାତ୍ରୀମାନଙ୍କ ପ୍ରତି ବିପଦ ସୃଷ୍ଟି କରୁଛନ୍ତି। ଏଠାରେ କେହି ସ୍ଥାୟୀ ସଫେଇ କର୍ମଚାରୀ ନଥିବାରୁ ଏପରି ପରିବେଶ ସୃଷ୍ଟି ହେଉଥିବା ଜାଣିବାକୁ ମିଳିଛି।ରେଳ ବିଭାଗ ପକ୍ଷରୁ ଷ୍ଟେସନ ପରିମଳ ଏବଂ ସଫେଇ ବାବଦକୁ ମାସିକ ମାତ୍ର ୮ହଜାର ଟଙ୍କା ଅନୁଦାନ…
Read Moreନୟାଗଡ଼ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ପବିତ୍ର ଗୁରୁ ଦିବସ ଉତ୍ସବ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ପବିତ୍ର ଗୁରୁ ଦିବସ ଉତ୍ସବ ପାଳନ ହୋଇଯାଇଅଛି। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ହରେକୃଷ୍ଣ ମୁଦୁଲି, କୃପାସିନ୍ଧୁ କରଣ, ଭଗବାନ ସାହୁ, ଉମା ଚରଣ ତ୍ରିପାଠୀ ଉପସ୍ଥିତ ଥିଲେ। ମୁଖ୍ୟଅତିଥିଭାବେ ଅବସରପ୍ରାପ୍ତ ନୟାଗଡ଼ ମଣ୍ଡଳ ଶିକ୍ଷା ଅଧିକାରୀ ନିମାଇଁ ଚରଣ ପ୍ରଧାନ ଯୋଗଦେଇ ଶିଶୁମାନଙ୍କୁ ଉଦବୋଧନ ଦେଇଥିଲେ। ମୁଖ୍ୟ ଅତିଥି ଶିଶୁମାନଙ୍କୁ ଗୁରୁ ଶିଷ୍ୟ ପାଠ୍ୟକ୍ରମ ସହ ସମ୍ପର୍କକୁ ନେଇ କହିଥିଲେ ତିନିହେଁ ତ୍ରିଭୁଜର ଶୀର୍ଷ ବିନ୍ଦୁ ଅଟନ୍ତି । ଗୁରୁ ଶିଷ୍ୟ ପରସ୍ପର ମଧ୍ୟରେ ସମନ୍ବୟ ରକ୍ଷା କରି ଦେଶ ମାତୃକାର ମଙ୍ଗଳ କାମନା ରଖିବା ଉଚିତ୍ ବୋଲି ଆହ୍ବାନ କରିଥିଲେ। ୫୦୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଉପସ୍ଥିତ ରହି ଗୁରୁପୂଜନ କାର୍ଯ୍ୟକ୍ରମକୁ ମହାଆଡମ୍ବରରେ ପାଳନ କରିଥିଲେ। ପ୍ରଧାନ ଆଚାର୍ଯ୍ୟ ଅମ୍ବିକା ପ୍ରସାଦ ପଟ୍ଟନାୟକଙ୍କ…
Read Moreବିଜେଡି ନଗର ସଭାପତିଙ୍କ ପରଲୋକ,
ଗଭୀର ଶୋକବ୍ୟକ୍ତ କଲେ ବିଧାୟକ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ନୟାଗଡ଼ ପୈାର ପରିଷଦ ନଗର ସଭାପତି ତଥା ଅବସରପ୍ରାପ୍ତ ପୁଲିସ ଅଧିକାରୀ ଅମୁଲ୍ୟ କୁମାର ମହାନ୍ତିଙ୍କ ଆଜି ପରଲୋକ ଘଟିଛି । ଭୁବନେଶ୍ୱର ଘରୋଇ ହସ୍ପିଟାଲରେ ସେ ଇହଳିଳା ସମ୍ବରଣ କରିଛନ୍ତି । ଦୀର୍ଘଦିନ ହେବ ସେ ଅସୁସ୍ଥ ରହିଥିଲେ । ତାଙ୍କର ଚିକିତ୍ସା କରାଯାଉଥିଲା । ଗତକାଲି ତାଙ୍କ ସ୍ୱାସ୍ଥ୍ୟରେ ଅବନତୀ ଘଟିଥିଲା । ତାଙ୍କ ପରଲୋକ ଖବର ପାଇ ନୟାଗଡ଼ରେ ଶୋକାକୂଳ ପରିସ୍ଥିତି ସୃଷ୍ଟି ହୋଇଛି । ସେ ଜଣେ ଭଦ୍ର, ଅମାୟିକ, ପରପୋକାରୀ ମଣିଷ ଥିଲେ । ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ବୋରିଗିନା ନିକଟସ୍ଥ ଓଳାସ ଗ୍ରାମରେ ଜନ୍ମ ଗ୍ରହଣ କରିଥିବା ଶ୍ରୀଯୁକ୍ତ ମହାନ୍ତି ପୁଲିସ ବିଭାଗରେ ଦୀର୍ଘଦିନ ଧରି କାର୍ଯ୍ୟ କରିଥିଲେ । ଅଭିଭୁକ୍ତ ପୁରୀ ଜିଲ୍ଲାରେ ସେ କାର୍ଯ୍ୟ କରି ସୁନାମ ଅର୍ଜ୍ଜନ…
Read More