ନୟାଗଡ଼,(ନୟାଗଡ଼ ଦର୍ପଣ): ଚଳିତ ମାଟ୍ରିକ୍ ପରୀକ୍ଷାରେ ଶିକ୍ଷାକେନ୍ଦ୍ରର ଛାତ୍ରଛାତ୍ରୀମାନେ ୧୦୦% (ଶତପ୍ରତିଶତ) ରେଜଲ୍ଟ କରି ବାଜିମାତ କରିବା ସହିତ ସମସ୍ତ ଛାତ୍ରଛାତ୍ରୀ ୬୦% ରୁ ଉର୍ଦ୍ଧ୍ବ ନମ୍ବର ରଖି ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇ ପୁଣି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। ଯାହା ବିଦ୍ଯାଳୟ ପାଇଁ ଗର୍ବ ଓ ଗୌରବର ବିଷୟ । ଏହି ଉପଲକ୍ଷେ ଆଜି ଅପରାହ୍ନ ୦୩ଟା ସମୟରେ ବିଦ୍ଯାଳୟ ପରିସରରେ ଶିକ୍ଷାକେନ୍ଦ୍ରର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଏକ ଅଭିନନ୍ଦନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ଶିକ୍ଷାବିତ୍ ହରିହର ପାତ୍ର ,ନୟାଗଡ ସ୍ବୟଂ ଶାସିତ ମହାବିଦ୍ୟାଳୟର ପ୍ରାଧ୍ୟାପକ ପ୍ରସନ୍ନ କୁମାର ବସନ୍ତିଆ , ସାମ୍ବାଦିକ ଧୀରେନ୍ଦ୍ର କୁମାର ପଟ୍ଟନାୟକ,ବିଦ୍ଯାଳୟର ଯୁଗ୍ମ ସଂପାଦକ ସନ୍ତୋଷ କୁମାର ନାୟକ ଓ ବିଦ୍ଯାଳୟର ଟ୍ରଷ୍ଟି ଗାୟତ୍ରୀ ମହାପାତ୍ର ଯୋଗଦେଇ କୃତୀ…
Read MoreCategory: ଗଣିଆ ବ୍ଲକ
ବିଶ୍ୱପ୍ରସିଦ୍ଧ ରଥଯାତ୍ରା ସମୟରେ ପୁରୀରୁ ନୟାଗଡ଼ ସ୍ୱତନ୍ତ୍ର ଟ୍ରେନ ରାତ୍ର ୮ଟାରେ ଛାଡ଼ିବା ପାଇଁ ଦାବି
ନୟାଗଡ଼,(ନୟାଗଡ଼ ଦର୍ପଣ): ବିଭିନ୍ନ ଦାବି ନେଇ ନୟାଗଡ଼ ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଖୋର୍ଦ୍ଧାରୋଡ଼ ଡିଭିଜନାଲ ମ୍ୟାନେଜରଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଷ୍ଟେସନ ମ୍ୟାନେଜର ସଞ୍ଜୟ ପ୍ରଧାନଙ୍କ ଜରିଆରେ ପ୍ରଦାନ କରାଯାଇଛି । ସୂଚନା ଯୋଗ୍ୟ ଯେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ସମୟରେ ପୂର୍ବତଟ ରେଳ ପକ୍ଷରୁ ନୟାଗଡ଼ ପୁରୀ ମଧ୍ୟରେ ତିନୋଟି ସ୍ୱତନ୍ତ୍ର ଟ୍ରେନ ପ୍ରଚଳନ କରାଯାଉଛି । ଫଳରେ ନୟାଗଡ଼ ଜିଲ୍ଲାରୁ ହଜାର ହଜାର ଶ୍ରଦ୍ଧାଳୁ ରଥଯାତ୍ରା,ବାହୁଡ଼ା, ସୁନାବେଶ ଆଦି ପୁରୀ ଯାଇ ସୁବିଧାରେ ଦେଖି ପାରୁଛନ୍ତି। ତେବେ ଏହି ଟ୍ରେନ ଗୁଡ଼ିକ ସଂଧ୍ୟା ପୂର୍ବରୁ ନୟାଗଡ଼ ଫେରି ଆସୁଛି । ଅର୍ଥାତ ଶେଷ ଟ୍ରେନଟି ସଂଧ୍ୟା ୫ଟାରେ ପୁରୀରୁ ନୟାଗଡ଼ ଅଭିମୁଖେ ଯାତ୍ରା କରୁଛି । ଫଳରେ ଅଧିକାଂଶ ଦର୍ଶନାର୍ଥି ରଥଯାତ୍ରା କିମ୍ବା ମହାପ୍ରଭୁଙ୍କୁ ସଂପୂର୍ଣ୍ଣ ଦର୍ଶନ କରି ନପାରି ବାଧ୍ୟ ହୋଇ…
Read Moreନୂଆଗାଁ ବ୍ଲକରେ ଆର୍ଟ ଅଫ ଗିଭିଂ ପାଳିତ, ସାହାଯ୍ୟକାରୀକୁ ସାହାଯ୍ୟ ଏକ ମାନସିକତା
ନୂଆଗାଁ,(ନୟାଗଡ଼ ଦର୍ପଣ): ୨୦୧୩ ମସିହାରୁ ବିଶ୍ବବ୍ୟାପୀ ‘ଆର୍ଟ ଅଫ ଗିଭିଂ’ ପ୍ରୟାସ କୀଟ, କିସର ପ୍ରତିଷ୍ଠାତା ତଥା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତଙ୍କ ଦ୍ଵାରା ଆରମ୍ଭ ହୋଇଛି। ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଭାଗୃହରେ କିମ୍ସର ଫିଲ୍ଡ ଅଫିସର ପ୍ରମୋଦ କୁମାର ବାରିକୀଙ୍କ ତତ୍ବାବଧାନରେ ‘ଆର୍ଟ ଅଫ ଗିଭିଂ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ‘ଆର୍ଟ ଅଫ ଗିଭିଂ’ ଏକ ମାନସିକତା ଯାହାକି ଦୟା ଓ ଉଦାରତା ମାଧ୍ୟମରେ ଅନ୍ୟକୁ ପୂର୍ଣ୍ଣ ମାତ୍ରାରେ ସ୍ନେହ ଶାନ୍ତି ଖୁସି ଦେବା ନିମନ୍ତେ ଏକ ପ୍ରୟାସ କହିବା ସହ ଆଶାକର୍ମୀ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଝାଡୁଦାର, ହକର, ସମାଜ ସେବୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ସମ୍ମାନୀତ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ବିଡ଼ିଓ ସଚିଦା ନନ୍ଦ…
Read Moreଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ପ୍ରସ୍ତୁତି ବୈଠକ
ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲା ପରିଷଦର ସୃଜନ ସଭାଗୃହରେ ଜିଲ୍ଲାପାଳ ଶ୍ରୀ ରବୀନ୍ଦ୍ର ନାଥ ସାହୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ସୁବାସ ଚନ୍ଦ୍ର ରାୟ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ମକରନ୍ଦ ବେଉରା, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଦିଲିପ କୁମାର ଜେନା ଏବଂ ଏସ.ଡି.ପି.ଓ ସ୍ନେହାଶିଷ ସାହୁ ମଂଚାସୀନ ଥିଲେ । ଜିଲ୍ଲାପାଳ ଶ୍ରୀ ସାହୁ ବୈଠକରେ ସମସ୍ତଙ୍କୁ ସ୍ବାଗତ କରିବା ସଙ୍ଗେ ସଙ୍ଗେ ଆଗାମୀ ବର୍ଷାଋତୁରେ ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ନିମନ୍ତେ ଏଜେଣ୍ଡା ଅନୁଯାୟୀ ଆଲୋଚନା…
Read Moreପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରେ କଲବଲ ଅଙ୍ଗନବାଡ଼ି ଶିଶୁ, ଛୁଟି ଘୋଷଣା ଦାବୀ
ନୟାଗଡ଼,(ନୟାଗଡ଼ ଦର୍ପଣ): ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଲକ୍ଷ୍ୟ ରଖି ସରକାର ସ୍କୁଲ, କଲେଜ ବନ୍ଦ ରଖିଥିଲା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଖୋଲା ରଖିଛନ୍ତି। ଯାହାକି କୋମଳମତୀ ଶିଶୁମାନେ ଅଙ୍ଗନବାଡ଼ି କେନ୍ଦ୍ରକୁ ଯାଇ ଖରାରେ କଲବଲ ହେଉଥିବା ପରିଲକ୍ଷିତ ହୋଇଛି। ସକାଳ ୭ଟାରୁ ଟାଇଁ ଟାଇଁ ଖରା ଆରମ୍ଭ ହୋଇଯାଉଥିବା ବେଳେ ବୟସ୍କ ଲୋକମାନେ ପଦାକୁ ବାହାରିବା ମୁସ୍କିଲ ହୋଇପଡୁଛି । ଅଥଚ କୋମଳମତି ଶିଶୁମାନେ ସକାଳ ୭ଟାରୁ କେନ୍ଦ୍ର ଯାଇ ୧୦ଟାରେ ଅସହ୍ୟ ଖରାରେ କଙ୍କ୍ରିଟ୍ ରାସ୍ତା ଉପରେ ଚାଲି ଚାଲି ଫେରିବାକୁ କୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଜିଲାର ବହୁ ଅଙ୍ଗନବାଡ଼ି କେନ୍ଦ୍ରରେ ପାଣି କି ବିଦ୍ୟୁତ ସୁବିଧା ନାହିଁ। ଶିଶୁମାନେ ଅଙ୍ଗନବାଡ଼ି କେନ୍ଦ୍ରରେ ଦିନ ୧୦ଟା ଯାଏଁ ଅସହ୍ୟ ଗୁଳୁଗୁଳି ତାତିରେ ରହୁଥିଲା ବେଳେ ଅସହ୍ୟ ଗରମରେ ଆଉଟୁ ପାଉଟୁ ହେଉଥିବା, ଏପରିକି…
Read Moreଗାଁ’କୁ ଫେରିବେ ୨୦ ପରିବାର, ଗଠନ ହେଲା ଶାନ୍ତି କମିଟି
ନୟାଗଡ଼,(ନୟାଗଡ଼ ଦର୍ପଣ): ଓଡ଼ଗାଁ ବ୍ଲକ ଶରଣକୁଳ ଥାନା ଅନ୍ତର୍ଗତ ଜାକେଡା ଗ୍ରାମର ଅନୁସୂଚିତ ଜାତି ଲୋକ ଓ ସାଧାରଣ ବର୍ଗର ଲୋକଙ୍କ ମଧ୍ୟରେ ଗ୍ରାମର କୋଠ ସମ୍ପତ୍ତି, ମାଛ ଚାଷ, ଆମ୍ବତୋଟା ଓ କାଜୁ ଜଙ୍ଗଲକୁ ନେଇ ଅନୁସୂଚିତ ଜାତିର ୨୦ଟି ପରିବାର ଓ ସାଧାରଣ ବର୍ଗର ଲୋକମାନଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା। ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁ ମୁହିଁ ହୋଇ ଦୁଇ ଜଣଙ୍କୁ ଅପହରଣ ଓ ଗଣ୍ଡଗୋଳ ସମ୍ପର୍କରେ ଥାନାରେ ଅଭିଯୋଗ ହେବାରୁ ଉତ୍ତେଜନା ଆହୁରି ଅଧିକ ହୋଇଥିଲା । ଫଳରେ ଅନୁସୂଚିତ ଜାତିର ୨୦ଟି ପରିବାରର ୮୦ରୁ ଅଧିକ ସଦସ୍ୟ ଗାଁ’ଛାଡି ପ୍ରଥମେ ଶିଖରପୁର ପରେ ନୟାଗଡ଼ ପାଣିପୋଇଲା ଏବଂ ଶେଷରେ ଭୁବନେଶ୍ବର ପିଏମଜି ଛକରେ ଧାରଣା ଦେଇଥିଲେ । ଗତବର୍ଷ ନଭେମ୍ବର ମାସ ୨୬ ତାରିଖରେ ଜିଲ୍ଲା ପ୍ରଶାସନ ଧାରଣାଧାରୀଙ୍କୁ ନୟାଗଡ଼…
Read Moreନୟାଗଡ଼ ଜିଲ୍ଲାରେ କାଳବୈଶାଖୀ ତାଣ୍ଡବ, ୨ମୃତ ୩ଗୁରୁତର
ଖଣ୍ଡପଡା,ଗଣିଆ,(ନୟାଗଡ଼ ଦର୍ପଣ): କାଳବୈଶାଖୀ ତାଣ୍ଡବ ଯୋଗୁଁ ନୟାଗଡ ଜିଲ୍ଲାର ଦୁଇଟି ପୃଥକ ସ୍ଥାନରେ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଓ ୩ଜଣ ଗୁରୁତର ଆହତ ହୋଇ ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସତ ହେଉଛନ୍ତି। ଅଭିଯୋଗ ଅନୁଯାଇ ଆଜି ଅପରାହ୍ନ ୪ଟା ସମୟରେ ଖଣ୍ଡପଡା -ଖଲିସାହି ରାସ୍ତା ଅଁଳାପଟା ଠାରେ ୪ଜଣ ମହିଳାଙ୍କୁ ନେଇ ଏକ ଅଟୋ ଯାଉଥିବା ସମୟରେ କାଳବୈଶାଖୀ ପବନ ଯୋଗୁଁ ରାସ୍ତା କଡ଼ରେ ଥିବା ଏକ ଜାମୁ ଡାଳ ଭାଙ୍ଗି ଅଟୋ ଉପରେ ପଡିଯାଇଥିଲା। ତେବେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ଜଣ ଆହତ ହୋଇଥିଲେ। ମୃତକ ଜଣଙ୍କ ହେଲେ ଖଲିସାହି ଗ୍ରାମର ରଶ୍ମିତା ନାୟକ। ସେହିଭଳି କାଳବୈଶାଖୀ ପ୍ରଭାବରେ ଗଣିଆ ଥାନା ଅନ୍ତର୍ଗତ କିଶୋରଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ଗଛ ଡ଼ାଳ ଭାଙ୍ଗି ଜଣକର ମୃତ୍ୟୁ ହୋଇଥିବା…
Read Moreବଦଳିଲେ ଜିଲ୍ଲାର ୭ ଥାନା ଅଧିକାରୀ, ଅଦଳବଦଳ କଲେ ଆରକ୍ଷୀ ଅଧିକ୍ଷକ
ନୟାଗଡ଼,(ନୟାଗଡ଼ ଦର୍ପଣ): ବଦଳିଲେ ଜିଲ୍ଲାର ୭ଟି ଥାନା ଅଧିକାରୀ ଏହି ବଦଳିକୁ ନୟାଗଡ଼ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅଲେଖ ଚନ୍ଦ୍ର ପହି କରିଥିବା ଜଣାପଡିଛି। ସୂଚନା ଥାଉକି, ଶରଣକୁଳ ଥାନାରେ କାର୍ଯ୍ୟରତ ଇନିସ୍ପେକ୍ଟର ଜୟଦୀପ ମହାନ୍ତିଙ୍କୁ ଓଡ଼ଗାଁ ଥାନାକୁ ବଦଳି କରାଯାଇଛି । ନୂଆଗାଁ ଥାନାରେ କାର୍ଯ୍ୟରତ ପୁଲିସ ଇନିସ୍ପେକ୍ଟର ପୁଷ୍ପଲତା ବେହେରାଙ୍କୁ ଶରଣକୁଳ ଥାନାକୁ ବଦଳି କରାଯାଇଛି। ନୟାଗଡ଼ ସଦର ଥାନାରେ କାର୍ଯ୍ୟରତ ପୁଲିସ ଇନିସ୍ପେକ୍ଟର ଦୀପକ କୁମାର ଖଣ୍ଡାୟତରାୟଙ୍କୁ ଇଟାମାଟି ଥାନାକୁ ବଦଳି କରାଯାଇଛି । ରିଜର୍ଭ ପୋଲିସରେ ଥିବା ଇନିସ୍ପେକ୍ଟର ଅନିତା ସାହୁଙ୍କୁ ସଦର ଥାନାକୁ ବଦଳି କରାଯାଇଛି। ଗଣିଆ ଥାନାରେ କାର୍ଯ୍ୟରତ ଇନିସ୍ପେକ୍ଟର ବିମଳ କୁମାର ମଲ୍ଲିକଙ୍କୁ ନୂଆଗାଁ ଥାନାକୁ ବଦଳି କରାଯାଇଛି। ଭାପୁର ବିଟ୍ ହାଉସ୍ର ସବ୍ଇନିସପେକ୍ଟର ବିନୟ ରଞ୍ଜନ ପରିଡାଙ୍କୁ ଗଣିଆ ଥାନାର ଓଆଇସି ଭାବେ ବଦଳି କରାଯାଇଛି।…
Read Moreଜିଲ୍ଲାପାଇଁ ଗୌରବ ଆଣିଥିବାରୁ ଜିଲ୍ଲା ପ୍ରଶାସନ ତରଫରୁ ସମ୍ବର୍ଦ୍ଧିତ ହେଲେ ନୋତ୍ତର ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନୋତରସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ସିବିଏସି ଦଶମ ଶ୍ରେଣୀ ପରୀକ୍ଷାରେ ମୋଟ ୮୧ଜଣ ପରୀକ୍ଷା ଦେଇଥିଲେ । ଏଥିରେ ଛାତ୍ରୀ ପ୍ରତ୍ୟାଶା ଶତପଥୀ ୯୮% ମାର୍କ ରଖି ଟପ୍ପର ହୋଇଛନ୍ତି । ପ୍ରତ୍ୟାଶା ରାଜ୍ୟ ସ୍ତରରେ ଟପ୍ପର ହୋଇଛନ୍ତି । ସେ ମୋଟ ୫୦୦ ନମ୍ବରରୁ ୪୯୦ ନମ୍ବର ରଖୁଛନ୍ତି । ସେହିପରି ଭାବେ ଶୁଭକାନ୍ତ ମାଝି ଦ୍ବିତୀୟସ୍ଥାନ ଅଧିକାର କରିଛନ୍ତି । ସେ ୯୭.୨% ମାର୍କ ରଖିଛନ୍ତି। ସେ ରାଜ୍ୟ ସ୍ତରରେ ଚତୁର୍ଥ ସ୍ଥାନ ଅଧିକାର କରିଛନ୍ତି ଦିବେଶ ଦାସ ୯୫.୨% ମାର୍କ ରଖି ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଉକ୍ତ ବିଦ୍ୟାଳୟରେ ୯୫ ରୁ ୧୦୦ % ମଧ୍ୟରେ ୩ ଜଣ ମେଧାବୀ ଥିବା ବେଳେ ୯୦ ରୁ ୧୦୦% ଭିତରେ ୨୧ ଜଣ ଛାତ୍ରଛାତ୍ରୀ ସଫଳତା ପାଇଛନ୍ତି…
Read Moreରାଜପଥରେ ଲୁଟ ପାଇଁ ଡ୍ରାଇଭରକୁ ଆକ୍ରମଣ ଘଟଣା, ଜଣେ ଗିରଫ ୩ଫେରାର
ନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ଥାନା ଅଧୀନରେ ଥିବା ଲୁଣିସରା ଗ୍ରାମ ନିକଟସ୍ଥ ୫୭ ନଂ ଜାତୀୟ ରାଜପଥ ରେ ଦୁଇଦିନ ତଳେ କାର ଗାଡ଼ି ଡ୍ରାଇଭରକୁ ମରଣାତ୍ମକ ଆକ୍ରମଣ ଅଭିଯୋଗରେ ନୂଆଗାଁ ଥାନା ପୁଲିସ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି। ସୂଚନା ଅନୁଯାୟୀ ଦୁଇଦିନ ତଳେ କଣ୍ଟିଲୋ ଗ୍ରାମର କାର୍ ଡ଼୍ରାଇଭର କୁଲକ୍ ସାହୁ ଦୁଇଜଣ ଯାତ୍ରୀକୁ ନେଇ ଦଶପଲ୍ଲା ଯାଉଥିବା ବେଳେ, ଗାଡ଼ିରେ ବସିଥିବା ଦୁଇଜଣ ଯୁବକ ଏବଂ ବାଇକ୍ ରେ ଦୁଇଜଣ ଆସି କାରକୁ ଅଟକାଇବା ସହ ଡ୍ରାଇଭରକୁ ମରଣାତ୍ମକ ଆକ୍ରମଣ କରି ମୋବାଇଲ୍ ସହ, ୩୩୦୦ ଟଙ୍କା ନେଇ ଫେରାର ହେବା ସମୟରେ ସ୍ଥାନୀୟ ଲୋକ ଜଣକୁ କାବୁ କରି ନୂଆଗାଁ ଥାନା ପୁଲିସକୁ ଜିମା ଦେଇଥିଲେ । ଯୁବକ ଜଣକ ଗଞ୍ଜାମ ଜିଲ୍ଲାର ହାଡ଼ିବନ୍ଧୁ…
Read More