ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଓ ଦୌରାଜଜ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନନ୍ଦ ନାରାୟଣ ମହାରଣାଙ୍କ ପରାମର୍ଶ କ୍ରମେ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ପୁରୁଣା କୋର୍ଟ ପରିସରରେ “ଆନ୍ତର୍ଜାତିକ ଶ୍ରମ ଦିବସ” ପାଳିତ ହୋଇଅଛି । ନୟାଗଡ଼ କ୍ଷେତ୍ର ଶ୍ରମ ଆୟୁକ୍ତ, ଭାରପ୍ରାପ୍ତ ଅଧିକାରୀ ଚିତ୍ତରଞ୍ଜନ ରାଉତ ଅତିଥିମାନଙ୍କୁ ସ୍ଵାଗତ ସହିତ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣ, ସଚିବ ତଥା ବରିଷ୍ଠ ବର୍ଗ ବିଚାରପତି, ବିଶେଷ କୁମାର ସାହୁ ଶ୍ରମ ଆଇନ ଏବଂ ଶ୍ରମିକ ବ୍ୟବସ୍ଥାର ବିଶେଷତ୍ଵ, ଆଇନଗତ ସହାୟତା ଏବଂ କ୍ଷତି ପୂରଣ ବ୍ୟବସ୍ଥାର ତର୍ଜମା କରିଥିଲେ। ୨୦୨୪ ମସିହାର ତତ୍ଵ- “ପରିବତ୍ତିତ ଜଳବାୟୁରେ କାର୍ଯ୍ୟକ୍ଷେତ୍ରରେ ନିରାପତ୍ତା ଏବଂ ସ୍ଵାସ୍ଥ୍ୟ ପ୍ରତିବଦ୍ଧତା” କିପରି ପାଳନ କରାଯାଇ ପାରିବ ତାହା ଉପରେ ଆଲୋକପାତ…
Read MoreCategory: ଗଣିଆ ବ୍ଲକ
ଧାଡ଼ିକିଆ ଖବର, ତାରିଖ-୨୦.୦୪.୨୪ (ଶନିବାର)
⭕ଶାନ୍ତିପୂର୍ଣ୍ଣ ଭାବେ ଶେଷ ହେଲା ପ୍ରଥମ ପର୍ଯ୍ୟାୟ ମତଦାନ।ଅପରାହ୍ନ ୫ଟା ସୁଦ୍ଧା ହାରାହାରି ୬୨ ପ୍ରତିଶତ ହେଲା ମତଦାନ। ⭕ଜୁନ ୧ ଯାଏଁ ଏକଜିଟ ପୋଲ ନିଷିଦ୍ଧ ଘୋଷଣା କଲେ ନିର୍ବାଚନ ଆୟୋଗ। ⭕ଏଥର ଓଡ଼ିଶାରେ ନବୀନ ପଟ୍ଟନାୟକଙ୍କ ସହ ସାମ୍ନାସାମ୍ନି ଲଢ଼େଇ ହେବ: ଅମିତ୍ ଶାହା ⭕ରାଜ୍ୟରେ ଅସମ୍ଭାଳ ତାତି ୪୩.୦୮ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଭୁବନେଶ୍ୱର ୪୧.୪। ⭕ରାଜ୍ୟକୁ ଏବେ ଘାରିଛି ଆଳୁ ଚିନ୍ତା, ୨ ସପ୍ତାହରେ ବଢ଼ିଲାଣି ୧୫ ଟଙ୍କା ! ⭕ଲଖନପୁର ନୌକା ଦୁର୍ଘଟଣାରେ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ, ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା। ⭕ଆସୁଛି କାଳବୈଶାଖୀ, ତାତିରୁ ମିଳିବ ମୁକ୍ତି , କମିବ ତାପମାତ୍ରା, ଆସନ୍ତା ୨୧ ଓ ୨୨ ତାରିଖରେ କାଳବୈଶାଖୀ…
Read Moreନିର୍ବାଚନକୁ ନେଇ ନୟାଗଡ଼ରେ ଗଡ଼ିଲା ମୁଣ୍ଡ, ୨ନିଲମ୍ବିତ
ନୟାଗଡ଼(ନୟାଗଡ଼ ଦର୍ପଣ): ସାଧାରଣ ନିର୍ବାଚନ ୨୦୨୪ ପରିପ୍ରେକ୍ଷୀରେ ଓଡଗାଁ ଦୂତୀକେଶ୍ୱର ମନ୍ଦିର ଠାରେ ଆଦର୍ଶ ଆଚରଣ ବିଧି ଉଲଙ୍ଘନ କରିଥିବାରୁ, ନିର୍ବାଚନ ଆଚରଣ ବିଧି କମିଟିର ତଦନ୍ତକୁ ଆଧାର କରି ନୂଆଗାଁ ବ୍ଲକ ଅନ୍ତର୍ଗତ ଗତିଶ୍ୱର ମହାବିଦ୍ୟାଳୟର ଖେଳ ଶିକ୍ଷକ ପ୍ରଶାନ୍ତ କୁମାର ବେହେରା ଓ ନୟାଗଡ଼ କେନ୍ଦ୍ରୀୟ ସମବାୟ ବ୍ୟାଙ୍କର ସହକାରୀ ପରିଚାଳକ ଯୁଗଳ କିଶୋର ପ୍ରଧାନଙ୍କୁ ପୁନଃ ଆଦେଶ ପର୍ଯ୍ୟନ୍ତ ନିଲମ୍ବିତ କରାଯାଇଛି।
Read Moreତାପମାତ୍ରା ବୃଦ୍ଧି ଯୋଗୁଁ ତିନିଦିନ ସ୍କୁଲ ବନ୍ଦ ରହିବ
ଭୁବନେଶ୍ୱର,(ନୟାଗଡ଼ ଦର୍ପଣ): ସଂପ୍ରତି ରାଜ୍ୟରେ ଗ୍ରୀଷ୍ମପ୍ରବାହ ଓ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟକୁ ତିନିଦିନ ପାଇଁ ବନ୍ଦ କରିଛନ୍ତି । ଚଳିତ ଅପ୍ରେଲ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି ।
Read Moreଗତ ନିର୍ବାଚନ ଠାରୁ ଚଳିତ ନିର୍ବାଚନରେ ବହୁ ଭୋଟରେ ରମେଶଙ୍କୁ ଜିତାଇବା ପାଇଁ କର୍ମୀଙ୍କ ସଙ୍କଳ୍ପ
ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ ସଦରମହକୁମାରେ ବିଜୁ ଜନତା କାର୍ଯ୍ୟାଳୟ ଠାରେ ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ନୂଆଗାଁ ବିଜୁ ଜନତା ଦଳର ସଭାପତି ସନାତନ ସାମଲ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ମେ ୨୦ ତାରିଖରେ ହେବାକୁ ଥିବା ସାଧାରଣ ନିର୍ବାଚନରେ ବିଗତ ନିର୍ବାଚନ ଠାରୁ ଚଳିତ ବର୍ଷ ସାଧାରଣ ନିର୍ବାଚନରେ କିଭଳି ବିଜୁ ଜନତା ଦଳ ଅଧିକ ରୁ ଅଧିକ ଭଲ ପ୍ରଦର୍ଶନ କରିବ ସେ ଉପରେ ଗୁରୁତ୍ଵାରୋପ କରିବା ସହ ଏ ନେଇ ପ୍ରତି ଗ୍ରାମାଞ୍ଚଳରେ ବୋଥ ସ୍ତରୀୟ ଏକ କମିଟି ଗଠନ କରିବା ପାଇଁ ପରାମର୍ଶ ଦେଇଥିଲେ। ଏହା ସହିତ…
Read Moreନୂଆଗାଁ ବ୍ଲକ୍ ବିଜୁ ଛାତ୍ର ଜନତା ଦଳରର ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ବୈଠକ
ନୂଆଗାଁ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ନୂଆଗାଁ ବ୍ଲକ ସଦର ମହକୁମାରେ ଥିବା ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ନୂଆଗାଁ ବିଜୁ ଛାତ୍ର ଜନତା ଦଳ ତରଫରୁ ଆଗାମୀ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା କିଭଳି ଗ୍ରାମାଞ୍ଚଳରେ ଲୋକମାନଙ୍କ ପାଖରେ ପହଞ୍ଚିବା ସହ ବିଜୁ ଜନତା ଦଳ ସପକ୍ଷରେ କିଭଳି ବହୁମାତ୍ରାରେ ଜନମତ ଆସିବ ସେ ଉପରେ ଛାତ୍ରମାନଙ୍କୁ ପରାମର୍ଶ ଦିଆଯାଇଥିଲା। ବ୍ଲକ୍ ଛାତ୍ର ବିଜେଡ଼ି ସଭାପତି ସୁବ୍ରତ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ଼ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ବ୍ଲକ…
Read Moreନୟାଗଡ଼ ଜିଲ୍ଲା ବିଜୁ ଜନତା ଦଳର ସହ-ପର୍ଯ୍ୟବେକ୍ଷକ ଇରାନୀ ରାୟ
ନୟାଗଡ଼,(ନୟାଗଡ଼ ଦର୍ପଣ): ବିଜେଡ଼ି ନେତ୍ରୀ ଇରାନୀ ରାୟ ନୟାଗଡ଼ ଜିଲ୍ଲା ପାଇଁ ବିଜୁ ଜନତା ଦଳର ସହ ପର୍ଯ୍ୟବେକ୍ଷକ ଭାବେ ପାଇଲେ ନିଯୁକ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଶ୍ରୀମତୀ ରାୟଙ୍କୁ ନୂଆ ଦାୟୀତ୍ବ ଦେଇଛନ୍ତି। ଇରାନୀ ରାୟ ୨୦୧୯ ସାଧାରଣ ନିର୍ବାଚନରେ ବିଜେପି ଦଳ ପକ୍ଷରୁ ନୟାଗଡ଼ରେ ବିଧାୟିକା ପାର୍ଥୀନୀ ଭାବେ ଲଢେଇ କରି ପରାଜୟ ହୋଇଥିଲେ। ତେବେ ବିଜେପି ଦଳ ତାଙ୍କୁ କଣଠେସା କରିବା ସହ ମହିଳାଙ୍କୁ ସମ୍ମାନ ନଦେବାରୁ କିଛି ଦିନ ହେଲା ଇରାନୀ ବିଜେପି ଛାଡ଼ି ବିଜେଡ଼ି ଯୋଗ ଦେଇଥିଲେ। ମିଶ୍ରଣ ହେବା ଦିନ ଠାରୁ ବିଜେଡ଼ି ଯେଉଁ ଦାୟିତ୍ୱ ଦେଇଛି, ତାକୁ ସୁଚାରୁ ରୂପେ ତୁଲାଇ ଆସୁଛନ୍ତି। ତାଙ୍କ କାର୍ଯ୍ୟକଳାପ ଦେଖି ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ…
Read Moreମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଲେ ଦଶପଲ୍ଲା ବିଧାୟକ ରମେଶ
ନିର୍ବାଚନ ମଣ୍ଡଳୀ ବାସୀଙ୍କ ଆଶ୍ରୀବାଦ କାମନା କଲେ ରମେଶ ନୂଆଗାଁ, (ନୟାଗଡ଼ ଦର୍ପଣ): ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଭିନ୍ନ ବିଧାନ ସଭା ଓ ଲୋକସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି।ନୟାଗଡ଼ ଜିଲ୍ଲା ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ପାଇଁ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଙ୍କ ପ୍ରତି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଆସ୍ଥା ପ୍ରକଟ କରିବା ସହ ପୁନଃ ଟିକେଟ ପ୍ରଦାନ କରିଛନ୍ତି।ଏଥି ପାଇଁ ଦଶପଲ୍ଲା ବିଧାୟକ ରମେଶ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇବା ସହ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାଶ,୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ, କନ୍ଧମାଳ ସାଂସଦ ଡ ଅଚ୍ୟୁତ ସାମନ୍ତ,ନୟାଗଡ଼ ଜିଲ୍ଲା ପର୍ଯ୍ୟବେକ୍ଷକ ପଦ୍ମନାଭ ବେହେରା, ବରିଷ୍ଠ ପର୍ଯ୍ୟବେକ୍ଷକ ଦେବୀ ମିଶ୍ର ଏବଂ ନୟାଗଡ଼ ବିଧାୟକ ଡ ଅରୁଣ କୁମାର ସାହୁ ଙ୍କୁ କୃତଜ୍ଞତା…
Read Moreନିର୍ବାଚନକୁ ନେଇ ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ
ନୟାଗଡ଼, (ନୟାଗଡ଼ ଦର୍ପଣ): ନିର୍ବାଚନ ତାରିଖ ଘୋଷଣା ହେବା ପରେ ନୟାଗଡ଼ ଜିଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ। ଜିଲ୍ଲାପାଳ ସ୍ଵଧାଦେବ ସିଂଙ୍କ ସଭାପତିତ୍ବରେ ଏହି ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନ, ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ବଳ, ଅତିରିକ୍ତ ଜିଲ୍ଲାପାଳ ନିର୍ବାଚନ ରୋଜିନା ଦାସ, ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଦେବଦତ ପଣ୍ଡା, ଉପଜିଲ୍ଲାପାଳ କର୍ଣଦେବ ସମାଦାର, ଡେପୁଟି କଲେକ୍ଟର ଅଭିଜିତ ଷଡ଼ଙ୍ଗୀ, ଅନ୍ୟତମ ଡେପୁଟି କଲେକ୍ଟର ପ୍ରାପ୍ତି ରାଜ ପ୍ରମୁଖ ଉପସ୍ଥିତ ଥିଲେ। ଜିଲ୍ଲାର ୪ଗୋଟି ନିର୍ବାଚନ ମଣ୍ଡଳୀରେ କିପରି ଶାନ୍ତିପୂର୍ଣ୍ଣ ଭାବେ ନିର୍ବାଚନ ଅନୁଷ୍ଠିତ ହେବ ସେଥି ନିମନ୍ତେ ସମସ୍ତ ପଦକ୍ଷେପ ନିଆଯାଇଥିବା ଜିଲ୍ଲାପାଳ ଜଣାଇଥିଲେ। ନିର୍ବାଚନ ଆଚରଣ ଵିଧି ଲାଗୁ ହେବାପରେ କୌଣସି ସ୍ଥାନରେ ନୂଆ କାମ କିମ୍ବା ନୂଆ ନିଯୁକ୍ତି ପ୍ରଦାନ କରାଯିବ ନାହିଁ,ନିର୍ବାଚନ ତାରିଖ ଘୋଷଣା ହେବା ପରେ…
Read Moreନୟାଗଡ଼ ଜିଲ୍ଲାରେ ଅତିରିକ୍ତ ନିର୍ବାଚନ ଅଧିକାରୀଙ୍କ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା
ନୟାଗଡ଼,(ନୟାଗଡ଼ ଦର୍ପଣ): ଓଡ଼ିଶା ଅତିରିକ୍ତ ନିର୍ବାଚନ ଅଧିକାରୀ ଶତୃଘ୍ନ କର ଆଜି ଅପରାହ୍ନରେ ନୟାଗଡ଼ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ନୟାଗଡ଼ ଜିଲ୍ଲାରେ ନିର୍ବାଚନ ପ୍ରାକ୍ ପ୍ରସ୍ତୁତି ଉପରେ ସମୀକ୍ଷା କରିଥିଲେ । ପ୍ରଥମେ ଶ୍ରୀଯୁକ୍ତ କର ନୟାଗଡ଼ ଜିଲ୍ଲାରେ ବୁଥ୍ ପୋଷ୍ଟାଲ ବ୍ୟାଲେଟ୍, ଯାନ, ଟ୍ରେନିଂ ପ୍ରୋଗ୍ରାମ, ଏମ.ସି.ଏମ.ସି., ଏମ.ସି.ସି., ପୋଲିସ ମାଜିଷ୍ଟ୍ରେଟ୍ ସମନ୍ଵୟ ଉପରେ ସମୀକ୍ଷା କରିଥିଲେ। ଏହି ବୈଠକରେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ସ୍ଵଧା ଦେବସିଂ ନିର୍ବାଚନ ସମ୍ବନ୍ଧୀୟ ସନ୍ଦେହ ଗୁଡ଼ିକ ପଚାରି ବୁଝିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ତଥା ରିଟର୍ନିଙ୍ଗ ଅଧିକାରୀ ଦିଲିପ କୁମାର ବଳ, ଅତିରିକ୍ତ ଜିଲ୍ଲାପାଳ ତଥା ରିଟର୍ନିଙ୍ଗ ଅଧିକାରୀ ରୋଜିନା ଦାସ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ରିଟର୍ନିଙ୍ଗ ଅଧିକାରୀ ଦେବଦତ୍ତ ପଣ୍ଡା, ଉପଜିଲ୍ଲାପାଳ ତଥା ରିଟର୍ନିଙ୍ଗ ଅଧିକାରୀ କର୍ଣ୍ଣଦେବ ସମାଦାର, ଅତିରିକ୍ତ…
Read More