ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ ବାଲୁଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ନୂତନ ଭାବେ ନିର୍ମାଣ କରାଯାଇଥିବା ସ୍ୱାସ୍ଥ୍ୟକେନ୍ଦ୍ର ଗୃହ ଆଜି ଉଦଘାଟିତ ହୋଇଯାଇଛି । ଜାତୀୟ ସ୍ୱାସ୍ଥ୍ୟ ମିଶନ ଆନୁକୁଲ୍ୟରେ ନିର୍ମାଣ କରାଯାଇଥିବା ଏହି ଗୃହକୁ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଉଦଘାଟନ କରିଛନ୍ତି । ୯୭ ଲକ୍ଷ ଟଙ୍କା ବ୍ୟୟରେ ଏହି ଅତ୍ୟାଧୁନିକ କ୍ଷମତା ବିଶିଷ୍ଟ ସ୍ୱାସ୍ଥ୍ୟକେନ୍ଦ୍ର ନିର୍ମାଣ କରାଯାଇଥିବା ସୂଚନା ମିଳିଛି । ନୟାଗଡ଼ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତଠାରୁ ୪ ଶହରୁ ଉର୍ଦ୍ଧ୍ୱ ବାଇକ ଶୋଭାଯାତ୍ରାରେ ବାଲୁଗାଁ ପଞ୍ଚାୟତ ବିଜୁ ଜନତା ଦଳ ପକ୍ଷରୁ ବିଧାୟକଙ୍କୁ ସ୍ୱାଗତ କରାଯାଇଥିଲା । ଦଳୀୟ କର୍ମୀମାନେ ନବୀନ ଓ ଅରୁଣ ନାରାରେ ନୟାଗଡ଼ ଖଣ୍ଡପଡ଼ା ରାସ୍ତାକୁ ପ୍ରକମ୍ପିତ କରିଥିଲେ । ଉଦଘାଟନ କାର୍ଯ୍ୟକ୍ରମରେ ବିଧାୟକଙ୍କ ସହ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ,…
Read MoreCategory: ଓଡ଼ଗାଁ ବ୍ଲକ
ବାହାଡ଼ାଝୋଲା ନିୟନ୍ତ୍ରିତ ବଜାର କମିଟି ଆନୁକୁଲ୍ୟରେ ହେବ ନିର୍ମାଣ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ବାହାଡ଼ାଝୋଲା ନିୟନ୍ତ୍ରିତ ବଜାର କମିଟି ଆନୁକୁଲ୍ୟରେ ନିର୍ମାଣ ହେବାକୁ ଥିବା ମଡେଲ୍ ମଣ୍ଡି ପାଇଁ ଆଜି ଶିଳାନ୍ୟାସ ପର୍ବ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଜିଲ୍ଲା ପରିଷଦ ସଦସ୍ୟ ସରୋଜ ରଣସିଂ, ସୁବାଷ ଚନ୍ଦ୍ର କହଁର, ସ୍ଥାନୀୟ ସରପଞ୍ଚସୁଶାନ୍ତ କୁମାର ପ୍ରଧାନ, ସମିତିସଭ୍ୟ ଦିଲ୍ଲୀପ କୁମାର ହାତୀ ପ୍ରମୂଖ ଯୋଗ ଦେଇଥିଲେ । ଉପଜିଲ୍ଲାପାଳ ତଥା ବାହାଡ଼ଝୋଲା ନିୟନ୍ତ୍ରିତ ବଜାର କମିଟି ଅଧ୍ୟକ୍ଷ କର୍ଣ୍ଣଦେବ ସମାଦାର, ସମ୍ପାଦକ ସୁଦାମ ଚରଣ ଜେନା କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ନୟାଗଡ଼ ବ୍ଲକ ଅନ୍ତର୍ଗତ ତୁଳସୀପୁର ମୈାଜାରେ ଏହି ମଡେଲ ମଣ୍ଡି ନିର୍ମାଣ ହେବାକୁ ବ୍ୟବସ୍ଥା ହୋଇଛି । ଏଥିପାଇଁ…
Read Moreବଲାଙ୍ଗୀ ପାର୍କରେ କୃତ୍ରିମ ଜଳପ୍ରପାତ ଲୋକାର୍ପଣ ସହ ସାଂସ୍କୃତିକ କାର୍ଯ୍ୟକ୍ରମ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସହରରେ ନିର୍ମାଣଧିନ ବଲାଙ୍ଗୀପାର୍କରେ ଆଜି ପୈାର ପରିଷଦ ପକ୍ଷରୁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗ ଦେଇ ନିର୍ମାଣ କରାଯାଇଥିବା କୃତ୍ରିମ ଜଳପ୍ରପାଦ ଏବଂ ଜଳ ଫୁତକାରକୁ ଲୋକାର୍ପିତ କରିଛନ୍ତି । ନିକଟରେ ରହିଥିବା ୨୪୦ ଫୁଟ ଉଚ୍ଚା ପାହାଡ଼ ଉପରୁ ଜଳପ୍ରପାତ ନିର୍ମାଣ କରାଯାଇଛି । ଏହା ବଲାଙ୍ଗୀ ପାର୍କର ସୈାନ୍ଦର୍ଯ୍ୟ ବୃଦ୍ଧି କରୁଛି । ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କଂଣ୍ଠଶିଳ୍ପୀ ଅର୍ପିତା ଚୈାଧୁରୀଙ୍କ ସ୍ୱରରେ ଝୁମିଲେ ଦର୍ଶକ । ବିଧାୟକଙ୍କ ସହ ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ସମସ୍ତ କାଉନସିଲର ଯୋଗ ଦେଇଥିଲେ । ନୟାଗଡ଼ ସହର ଏବଂ ଆଖପାଖ ଗ୍ରାମାଞ୍ଚଳରୁ ୫ ହଜାରରୁ ଉର୍ଦ୍ଧ୍ୱ ଲୋକଙ୍କ…
Read More୩ରୂପାନ୍ତରିତ କଲେଜ ଲୋକାର୍ପିତ, ଉଚ୍ଚଶିକ୍ଷା ଭିତ୍ତିଭୂମୀକୁ ସୁଦୃଢ଼ କରିଛନ୍ତି ମୁଖ୍ୟମନ୍ତ୍ରୀ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସଦରବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ୩ଟି ରୂପାନ୍ତରିତ କଲେଜକୁ ଆଜି ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଲୋକାର୍ପିତ କରିଛନ୍ତି। ବିଦ୍ୟାଳୟ ଭିତ୍ତିଭୂମୀ ରୂପାନ୍ତରଣ ପରେ ଉଚ୍ଚଶିକ୍ଷା ଭିତ୍ତିଭୂମୀ ରୂପାନ୍ତରଣକୁ ରାଜ୍ୟ ସରକାର ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱ ଦେଇଛନ୍ତି । ନୟାଗଡ଼ ଜିଲ୍ଲାକୁ ଗସ୍ତ କରି ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍ ଏନେଇ ଘୋଷଣା କରିଥିଲେ । ନୟାଗଡ଼ ଜିଲ୍ଲା ସଦର ବ୍ଲକ ଅଧିନରେ ରହିଥିବା ନୋତର ପଞ୍ଚାୟତ ବଉଳିସାହି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ୫୦ ଲକ୍ଷ, ବଉଳିସାହି ପଣ୍ଢିକେଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ୨୫ ଲକ୍ଷ, ଇଟାମାଟି ବଂଶୀଧର ଡିଗ୍ରୀ ମହାବିଦ୍ୟାଳୟ ପାଇଁ ୫୦ ଲକ୍ଷ, କେନ୍ଦୁଢିପି ନବଚୈାଧୁରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ୫୦ ଲକ୍ଷ, କେନ୍ଦୁଢିପି ଶୁକୁର ବେହେରା…
Read Moreବାଇକ ଶୋଭାଯାତ୍ରାରେ ସାମିଲ ହେଲେ ମହିଳା
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସଦରବ୍ଲକ ଅନ୍ତର୍ଗତ କ୍ରିଦାଶପୁର ପଞ୍ଚାୟତ କୋଡ଼ିଏକାହାଣିଆଠାରୁ ଢାମେଣି ଦେଇ କ୍ରିଦାଶପୁର ଓ ବାଲୁୁଗାଁକୁ ସଂଯୋଗ କରୁଥିବା ରାସ୍ତା ନିର୍ମାଣ ପାଇଁ ଆଜି ଶିଳାନ୍ୟାସ ହୋଇଛି । ଗ୍ରାମ୍ୟ ନିର୍ମାଣ ବିଭାଗ ଆନୁକୁଲ୍ୟରେ ଏହି ରାସ୍ତା ନିର୍ମାଣ ହେବାକୁ ଥିବା ବେଳେ ୬ କୋଟି ୯୧ ଲକ୍ଷ ଟଙ୍କା ମଞ୍ଜୁର ହୋଇଛି । ୭ କିଲୋମିଟର ରାସ୍ତା ନିର୍ମାଣ ହେବ ବୋଲି ସୂଚନା ମିଳିଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶିଳାନ୍ୟାସ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ସରପଞ୍ଚ ସଞ୍ଜୁବାଳା ବିଶ୍ୱାଳ, ସହକାରୀ ଯନ୍ତ୍ରୀ ସସ୍ମିତା ମୁଣ୍ଡୁରୀ, ଯନ୍ତ୍ରୀ ଅମିୟ ରଞ୍ଜନ ମହାନ୍ତି ପ୍ରମୂଖ ସାମିଲ ହୋଇଥିଲେ । ଏହି ଅବସରରେ ବିଧାୟକ ଡ.…
Read Moreଓଡ଼ଗାଁକୁ ୩୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଭେଟିଦେଲେ ବିଧାୟକ ଡ଼ଃ. ଅରୁଣ
ଓଡଗାଁ, (ନୟାଗଡ଼ ଦର୍ପଣ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ଗାଁରେ ବିକାଶର ମହାପର୍ବ ଚାଲିଛି। ରାସ୍ତାଘାଟ ଠାରୁ ଆରମ୍ଭ କରି ସ୍ୱାସ୍ଥ୍ୟ,ଶିକ୍ଷା କ୍ଷେତ୍ରରେ ରୂପାନ୍ତରୀକରଣ ହୋଇଛି। ଏହି କ୍ରମରେ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ଓଡ଼ଗାଁ ଗସ୍ତ କରି ୧୦ କୋଟି ବ୍ୟୟ ଅଟକଳରେ କେନାଲ ଛକ ଠାରୁ ବୁଢାବୁଢ଼ୀଆଣି ଡ୍ୟାମ ଦୀର୍ଘ ୧୧ କିମି ରାସ୍ତା, ୯ କୋଟି ୧୬ ଲକ୍ଷ ବ୍ୟୟ ଅଟକଳରେ ଓଡ଼ଗାଁ ଏନଏସିରେ ନୂତନ ବସଷ୍ଟାଣ୍ଡ ଓ ୮ କୋଟି ୨୦ ଲକ୍ଷ ବ୍ୟୟରେ ମଶାବାରୀ କୁସୁମୀ ନଦୀ ଉପରେ ନୂତନ ସେତୁ,କୁରାଳ ଠାରେ ୩୦ ଲକ୍ଷ ବ୍ୟୟ ଅଟକଳରେ ପଞ୍ଚାୟତସ୍ତରୀୟ ମିଶନ ଭବନ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଠିକ ସେହିପରି କେନାଲ ଛକ ଘସାଦେଇପୁର ଠାରେ ନୂତନ ଲକ୍ଷ୍ମୀ ବସଷ୍ଟପ, ରଙ୍ଗଣୀପାଟଣା ଓ ଦଣ୍ଡୋର…
Read Moreପ୍ରବାଦ ପୁରୁଷଙ୍କ ସ୍ମୃତିରେ ସାଇକେଲ ଶୋଭାଯାତ୍ରା
ଅରୁଣଙ୍କ ନେତୃତ୍ୱରେ ଦମ ଦେଖାଇଲା ବିଜେଡି ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ବିଜୁ ଜନତା ଦଳ ପକ୍ଷରୁ ବିଜୁ ବାବୁଙ୍କ ଜୟନ୍ତୀ ଅବସରରେ ବିଶାଳ ସାଇକେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଶୋଭାଯାତ୍ରାରେ ନୟାଗଡ଼ ବ୍ଲକର ୨୯ ପଞ୍ଚାୟତ ଏବଂ ପୈାର ପରିଷଦର ୩ ହଜାରରୁ ଉର୍ଦ୍ଧ୍ୱ କର୍ମୀ ସାମିଲ ହୋଇଥିଲେ । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଜଣେ ସାହାସୀ ବ୍ୟକ୍ତିତ୍ୱ ଥିଲେ । କଟକରୁ ପେସୱାର ସାଇକେଲରେ ଗସ୍ତ କରିଥିଲେ । ତାଙ୍କର ସ୍ମୃତିକୁ ଉଜ୍ଜ୍ୱିବିତ କରିବା ପାଇଁ ଏହି ସାଇକେଲ ଶୋଭାଯାତ୍ରାର ପରିକଳ୍ପନା କରାଯାଇଥିବା ବିଧାୟକ ଡ. ସାହୁ କହିଥିଲେ । ବିଜୁ ଜନତା ଦଳ ସରକାର ରାଜ୍ୟର ଜନସାଧାରଣଙ୍କ ପାଇଁ ଅନେକ ଜନହିତକର ଯୋଜନା କରିଥିବା ବେଳେ ମୁଖ୍ୟମନ୍ତ୍ରୀ…
Read Moreକୁରାଳ ଉଚ୍ଚ ବିଦ୍ୟାଳୟରେ ‘ସବୁଜ ବାହିନୀ’ର ବାର୍ଷିକ ଉତ୍ସବ
ଓଡଗାଁ, (ନୟାଗଡ଼ ଦର୍ପଣ): ଓଡ଼ଗାଁ ବ୍ଲକ୍ କୁରାଳ ସ୍ଥିତ ଆନନ୍ଦ ସାହୁ ସରକାରୀ ଉଚ୍ଚ ବିଦ୍ୟାଳୟର ‘ଯୁବ ଏବଂ ସବୁଜ ବାହିନୀ’ର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୀମାଞ୍ଚଳ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସସ୍ମିତା ଦାଶ ଏବଂ ସବୁଜ ବାହିନୀ ମାର୍ଗ ଦର୍ଶିକା ସସ୍ମିତା ପାଣିଗ୍ରାହୀ ସଭା ସଂଯୋଜନା କରିଥିବା ବେଳେ ପ୍ରକୃତି ତଥା ସମାଜର ବନ୍ଧୁ ସୁକାନ୍ତ ଚୌଧୁରୀ ମୁଖ୍ୟଅତିଥି ରୂପେ ଯୋଗଦେଇ ସବୁଜ ସୁନ୍ଦର ଏ ପୃଥିବୀର ସୁରକ୍ଷା ନିମନ୍ତେ ଭ.ବ.ନ ସୂତ୍ର (ଭଲହେବା, ବନ୍ଧୁହେବା, ନଷ୍ଟ କରିବାରୁ କ୍ଷାନ୍ତହେବା)ର ବାଖ୍ୟାନ କରି ସହଯୋଗୀ ହେବା ନିମନ୍ତେ ଆହ୍ବାନ କରିଥିଲେ। ଏକକ ବ୍ୟବହୃତ ପ୍ଲାଷ୍ଟିକ ବର୍ଜନ, ଜଙ୍ଗଲ ସୁରକ୍ଷା, ବୃକ୍ଷ ରୋପଣ, ଡଷ୍ଟବିନର ବ୍ୟବହାର, ପାଳ ପୋଡ଼ି ଜନିତ ପ୍ରଦୂଷଣ ରୋକିବା, ଜଳ, ବିଦ୍ୟୁତ ତଥା…
Read Moreଆଶ୍ରୟ ସେବା ସଂସ୍କୃତି ଉତ୍ସବ-୨୦୨୪” ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ଶରଣକୁଳ ନିକଟବର୍ତ୍ତୀ ବାଉଁଶିଆ ଗ୍ରାମରେ ଥିବା ଦିବ୍ୟାଙ୍ଗ, ଅସହାୟ, ବୃଦ୍ଧବୃଦ୍ଧା ଏବଂ ମାନସିକ ଅନଗ୍ରସର ବ୍ୟକ୍ତିଙ୍କ ସାହାରା “ଆଶ୍ରୟ”ର ଦିବ୍ୟାଙ୍ଗ ସେବାଶ୍ରମ ପରିସରରେ ପ୍ରତିବର୍ଷ ଭଳି ଆଜି “ଆଶ୍ରୟର ସେବା ସଂସ୍କୃତି ଉତ୍ସବ- ୨୦୨୪” ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଆଶ୍ରୟ ର ପ୍ରତିଷ୍ଠାତା ତଥା ନିର୍ଦ୍ଦେଶକ ତଥା ସାମାଜସେଵୀ ଲୋକନାଥ ଦାଶ ସଭାପତିତ୍ୱ କରିଥିଲାବେଳେ ଅତିଥି ଭାବେ ପୂର୍ବତନ ମହିଳା କମିଶନର, ଓଡିଶା ଶ୍ରୀମତୀ ଲୋପାମୁଦ୍ରା ମହାନ୍ତି, ବରିଷ୍ଠ କୈବୟତ୍ରୀ ବସରିନ ବିବି, ଖ୍ୟାତନାମା ସାହିତ୍ୟିକ ଓ ଗବେଷକ ତଥା ଆଶ୍ରୟର ଦିଗଦ୍ରଷ୍ଟା ଦାଶ ବେନହୁର, ନାଟ୍ୟଭୂଷଣ ଡ. ବିଜୟ ଚୌଧୁରୀ, ଶରଣକୂଳ ମହାବିଦ୍ୟାଳୟ ଅଧକ୍ଷ ବସନ୍ତ କୁମାର ରଥ, ଅବସରପ୍ରାପ୍ତ ଶିକ୍ଷକ ତଥା କବି ବ୍ରଜବନ୍ଧୁ ମହାପାତ୍ର ଯୋଗଦେଇ ଥିଲେ। ଅତିଥି ମାନେ ଦିବ୍ୟାଙ୍ଗ, ଅସହାୟ, ବୃଦ୍ଧବୃଦ୍ଧା ଏବଂ ମାନସିକ ବିକାରଗ୍ରସ୍ତ…
Read Moreଶିଖରପୁରରେ ସି.ପି.ଆଇ.ଏମର କର୍ମୀ ସମ୍ମିଳନୀ
ଶରଣକୁଳ, (ନୟାଗଡ଼ ଦର୍ପଣ): ଶିଖରପୁରଠାରେ ସି.ପି.ଆଇ.(ଏମ୍) ପକ୍ଷରୁ ଏକ ବଡ଼ ଧରଣର କର୍ମୀ ସମ୍ମିଳନୀରେ କେନ୍ଦ୍ରରେ କୃଷକ-ଶ୍ରମିକ ବିରୋଧୀ ବିଜେପି ମେଣ୍ଟ ସରକାରକୁ ଏବଂ ତାକୁ ସମର୍ଥନ କରୁଥିବା ଓଡିଶାର ବିଜେଡ଼ି ଦଳକୁ ଆଗାମୀ ସାଧାରଣ ନିର୍ବାଚନରେ ପରାସ୍ତ କରିବା ପାଇଁ ନିଷ୍ପତ୍ତି ନେବା ସହିତ ସି.ପି.ଆଇ.ଏମ୍ ପ୍ରାର୍ଥୀଙ୍କୁ ବିଜୟୀ କରିବା ପାଇଁ ଅଣ୍ଟା ଭିଡିବାକୁ ଶପଥ ନିଆଯାଇଛି। ପାର୍ଟିର ବରିଷ୍ଠ ନେତା ବିଶ୍ଵନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମ୍ମିଳନୀରେ ରାଜ୍ୟ ସଂପାଦକ ମଣ୍ଡଳୀ ସଭ୍ୟ କମ୍ରେଡ୍ ସୁରେଶ ପାଣିଗ୍ରାହୀ ଓ ଦୁଷ୍ମନ୍ତ ଦାସ କେନ୍ଦ୍ର ବିଜେପି ସରକାରର ଦରବୃଦ୍ଧି ନୀତି,ଘରୋଇକରଣ ନୀତି, ଗଣତନ୍ତ୍ର ଆଉ ସାମ୍ବିଧାନିକ ବିଧିବ୍ୟବସ୍ଥା ବିରୋଧୀ ଏକଛତ୍ରବାଦ ନୀତି ବିରୁଦ୍ଧରେ ବ୍ୟାପକ ଆଲୋଚନା ରଖିଥିଲେ। ଜିଲ୍ଲାର ଅନ୍ୟତମ ନେତୃତ୍ବ କମ୍ରେଡ୍ ଶରତଚନ୍ଦ୍ର ବେହେରା, ଗୋଲକ ବିହାରୀ ମୁଦୁଲି, ପବିତ୍ର ଇନ୍ଦ୍ରଜିତ, ନିତ୍ୟାନନ୍ଦ…
Read More