ଓଡଗାଁ, (ନୟାଗଡ଼ ଦର୍ପଣ): ଓଡଗାଁ ବ୍ଲକ ସୋଲପଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିଶୁ ସୁରକ୍ଷା ଉପରେ ଆଲୋଚନା କରାଯାଇଥିଲା। ଜ଼ିଲ୍ଲା ଶିଶୁସୁରକ୍ଷା ଅଧକାରୀ ସିବିୟନ ପ୍ରଧାନଙ୍କ ନେତୃତ୍ବରେ ୧୦୯୮ ଟୋଲ ଫ୍ରି ନମ୍ବର ବିଷୟରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଚାଇଲ୍ଡ ହେଲ୍ପ ଲାଇନର କାଉନସିଲର୍ ଚନ୍ଦ୍ରଶେଖର ବେହେରା, କେଶ ୱାର୍କର ଗୌରବ ରାଉତ ଯୋଗଦେଇ ୧୦୯୮ ଟୋଲ ଫ୍ରି ନମ୍ବରର କାର୍ଯ୍ୟକାରିତା, ଶିଶୁମାନଙ୍କ ପୃଷ୍ଠପୋଷକତା ଓ ଆଇନର କାର୍ଯ୍ୟକାରିତା ବାଲ୍ୟ ବିବାହ, ଶିଶୁଚାଳନ, ଶିଶୁ ଶ୍ରମିକ, ଆଇନ ସହ ଦ୍ୱନ୍ଦ୍ୱରେ ଥିବା ଶିଶୁ ବିଷୟରେ ଆଲୋକପାତ କରିଥିଲେ। ସୋଲପଟା ବିଦ୍ୟାଳୟର ୧୦୦ ଛାତ୍ରଛାତ୍ରୀ ମାନଙ୍କୁ ଶିଶୁ ସୁରକ୍ଷା ସମ୍ବନ୍ଧୀୟ ଭିଡ଼ିଓ ପରିବେଷଣ କରା ଯାଇଥିଲା। ପରିଶେଷରେ ଛାତ୍ରଛାତ୍ରୀମାନଙ୍କୁ ନେଇ ବାଲ୍ୟ ବିବାହ ନକରିବା ନିମନ୍ତେ ଏକ ବାଲ୍ୟ ବିବାହ ଶପଥ ପାଠ କରାଯାଇଥିଲା। ସୋଲପଟା ଉଚ୍ଚପ୍ରାଥମିକ…
Read MoreCategory: ଓଡ଼ଗାଁ ବ୍ଲକ
ଓଡ଼ଗାଁ ବ୍ଲକର ବିଭିନ୍ନ ସ୍ଥାନରେ ସେବା ଉତ୍ସବ
ନୟାଗଡ଼,(ନୟାଗଡ଼ ଦର୍ପଣ): ଓଡ଼ଗାଁ ବ୍ଲକରେ ନବମ ବାର୍ଷିକ ଜିଲ୍ଲା ବ୍ୟାପି ସେବା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ସେବା ଉତ୍ସବ ସମିତି ଆନୁକୁଲ୍ୟରେ ରଙ୍ଗଣୀ ପାଟଣା, ଓଡ଼ଗାଁ, କଜଳେଇପଲ୍ଲୀ, ଶରଣକୁଳ ଆଦି ବିଭିର୍ଣ୍ଣ ସ୍ଥାନରେ ଗରିବ, ଅସହାୟମାନଙ୍କୁ ବସ୍ତ୍ର, ଚପଲ ଏବଂ ଖାଦ୍ୟ ସାମଗ୍ରୀ ବଣ୍ଟନ କରାଯାଇଥିଲା । ଅନ୍ୟପକ୍ଷେ ଓଡ଼ଗାଁ ବ୍ଲକର ବିଭିନ୍ନ ସ୍ଥାନରେ ଅବହେଳିତ ଅବସ୍ଥାରେ ଥିବା ମାଟିଆ କେଳା ସାମ୍ପ୍ରଦାୟର ଲୋକମାନଙ୍କୁ ରାସନ, ଖାଦ୍ୟ ଓ ବସ୍ତ୍ର, ଚପଲ ଆଦି ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ଏମସିଏଲ, ଷ୍ଟେଟବ୍ୟାଙ୍କ ଅଫଇଣ୍ଡିଆ, ଇଡକୋ, ଇମ୍ଫା, ଓମ୍ଫେଡ ପ୍ରମୁଖ ସହଯୋଗ କରିଥିଲେ। ସେବା ଉତ୍ସବ ସମିତି ଅଧ୍ୟକ୍ଷ ଶିବରାମ ମହାପାତ୍ରଙ୍କ ତତ୍ତ୍ଵବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସେବା ଉତ୍ସବ କାର୍ଯ୍ୟକାରୀ ସଦସ୍ୟ ସୁନୀଲ କୁମାର ପଟ୍ଟନାୟକ, ବଳଭଦ୍ର ସ୍ୱାଇଁ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଅନ୍ୟମାନଙ୍କ…
Read Moreରୋହିବାଙ୍କ ଉଚ୍ଚ ବିଦ୍ୟାଳୟରେ ଛାତ୍ରୀମାନଙ୍କ ସଶକ୍ତି କରଣ ପାଇଁ ଆଲୋଚନା ଚକ୍ର
ଓଡ଼ଗାଁ, (ନୟାଗଡ଼ ଦର୍ପଣ): ବିଶ୍ୱ ବିଦ୍ୟାଳୟ ସାଙ୍ଗକୁ ମହା ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରୀ, ଅଧ୍ୟାପିକା ଓ ମହିଳା କର୍ମଚାରୀମାନେ ଅଧ୍ୟାପକ ଅବା ଶିକ୍ଷକମାନଙ୍କ ଖରାପ ବ୍ୟବହାରକୁ ରୋକିବା ସାଙ୍ଗକୁ ଛାତ୍ରୀମାନଙ୍କୁ ସାହାସିକତାର ବାର୍ତ୍ତା ଦେବା ପାଇଁ ଓଡିଶା ସରକାର ମହାବିଦ୍ୟାଳୟ ଏବଂ ବିଶ୍ୱ ବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ କେନ୍ଦ୍ର ସ୍ଥାପନ କଲେ। ତାହା ସର୍ବାଗ୍ରେ ପ୍ରସଂଶା ଯୋଗ୍ୟ ଏଥିରେ ତିଳେମାତ୍ର ସନ୍ଦେହ ନୁହେଁ। ଏଥୁରୁ ଆଉ ପାଦେ ଆଗକୁ ଯାଇ ନୟାଗଡ଼ ଜିଲ୍ଲା ଓଡଗାଁ ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରୋହିବାଙ୍କ ରେ ଛାତ୍ରୀମାନଙ୍କୁ ନେଇ ଏକ ସୁରକ୍ଷା ଆଲୋଚନା ଚକ୍ର ଅନୁଷ୍ଠିତ ହୋଇସାରିଛି। ପ୍ରଧାନ ଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ବାରିକ, ଶିକ୍ଷୟିତ୍ରୀ ଅବନ୍ତୀ ବେହେରା, ସୁନିତା ବେହେରା, ବିଜୟ ଲଷ୍ମୀ ଦଳେଇ, ପଦ୍ମିନୀ ନାୟକ, ଶିକ୍ଷକ ପ୍ରକୃତିବନ୍ଧୁ ସନ୍ତୋଷ କୁମାର ସାହୁ, ସୂର୍ଯ୍ୟମଣି ନାୟକ,…
Read Moreମା’ ପାଇଁ ଗଛଟିଏ କାର୍ଯ୍ୟକ୍ରମ
ଓଡ଼ଗାଁ, (ନୟାଗଡ଼ ଦର୍ପଣ): ଓଡ଼ଗାଁ ବ୍ଳକ୍ ମଣ୍ଡଳ ଶିକ୍ଷା କାର୍ଯ୍ୟାଳୟ ଓ ସରକାରୀ ପ୍ରାଥମିକ ବିଦ୍ୟାଳୟ, କଦଳୀବନ୍ଧ ଠାରେ ଆଜି ମା’ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ମଣ୍ଡଳ ଶିକ୍ଷା ଅଧିକାରୀ ରାଜକିଶୋର ସାହୁ ଓ ରଘୁନାଥ ମଲିକଙ୍କ ଉପସ୍ଥିତିରେ କାର୍ଯ୍ୟାଳୟ ହତା ମଧ୍ୟରେ ବଉଳ, ଚମ୍ପା, ଅଁଳା, ପେସ୍ତାବାଦାମ ବୃକ୍ଷରୋପଣ କରାଯାଇଛି।ବରିଷ୍ଠ କିରାଣୀ ବିମଳ ବାରିକ,ଲକ୍ଷ୍ମଣ ତ୍ରିପାଠୀ, ପ୍ରକୃତିବନ୍ଧୁ ଶିକ୍ଷକ ରଞ୍ଜନ କୁମାର ଦାଶ ଆକାଉଣ୍ଟାଣ୍ଟ୍ ନିରଞ୍ଜନ ରଥ,ସ୍ୱାଗତିକା ମହାପାତ୍ର, ଚିନ୍ମୟ ସାଥୁଆ,ସଶ୍ମିତା ନାୟକ,ଗୌରାଙ୍ଗ ମୁଦୁଲି ଓ ଅନୁଜ ନାୟକ ସହଯୋଗ କରିଥିଲେ।ପୂର୍ବରୁ ଲଗାଯାଇଥିବା ଗଛ ଗୁଡିକର ଯତ୍ନ ନେଇଥିବା ଯୋଗୁଁ ଗଛ ଯେପରି ବଞ୍ଚିରହିଛି ଠିକ ସେହିପରି ଆଜି ଲଗାଯାଇଥିବା ଗଛର ଯତ୍ନ ନେବାପାଇଁ ସଭିଏଁ ଶପଥ କରିଥିଲେ।ସେହିପରି ସରକାରୀ ପ୍ରାଥମିକ ବିଦ୍ୟାଳୟ,କଦଳୀବନ୍ଧ ଠାରେ ପ୍ରଧାନଶିକ୍ଷକ ରଞ୍ଜନ କୁମାର ଦାଶ ଓ ଶିକ୍ଷିକା…
Read Moreନୟାଗଡ଼ରେ ବିଜେପିର ବିଶାଳ ବାଇକ୍ ଶୋଭାଯାତ୍ରା
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ରେ ବିଜେପି ପକ୍ଷରୁ ଏକ ମୋଟର ସାଇକେଲ ଶୋଭାଯାତ୍ରାରେ ପୂର୍ବତନ ସାଂସଦ ତଥା ବରିଷ୍ଠ ବିଜେପି ନେତ୍ରୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂଙ୍କୁ ନୟାଗଡ଼ ବିଜିପୁର ଗେଟ ଠାରୁ ନୟାଗଡ଼ ପୁରୁଣା ରାଜବାଟି ପର୍ଯ୍ୟନ୍ତ ପାଛୋଟି ନେଇଥିଲେ ଦଳୀୟ କାର୍ଯ୍ୟକର୍ତ୍ତା। ବିଜେପି ନେତ୍ରୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଭାବେ ନିର୍ବାଚିତ ହେବା ପରେ ନୟାଗଡ଼ର ବିଜେପି କର୍ମୀଙ୍କ ମହଲରେ ଉତ୍ସାହ ସୃଷ୍ଟି ହୋଇଛି। ଏହି ଶୋଭାଯାତ୍ରାରେ ରାସ୍ତାର ପ୍ରତ୍ୟେକ ଗାଁ ମୁଣ୍ଡରେ ପ୍ରତ୍ୟୁଷାଙ୍କୁ ଫୁଲମାଳ ଓ ପୁଷ୍ପଗୁଚ୍ଛ ଦେଇ ନୟାଗଡ଼ ନିର୍ବାଚନ ମଣ୍ଡଳୀର ବିଭିନ୍ନ ଗ୍ରାମବାସୀ ସମ୍ବର୍ଦ୍ଧିତ କରୁଥିବା ଦେଖିବାକୁ ମିଳିଥିଲା। ପ୍ରବଳ ଖରା ସତ୍ତ୍ୱେ ମୋ ପ୍ରତି ନୟାଗଡ଼ବାସୀଙ୍କ ଏହି ଅଦ୍ଭୂତପୂର୍ବ ସମ୍ମାନ ପାଇଁ ସେମାନଙ୍କ ନିକଟରର ଚିରଋଣୀ ହୋଇ ରହିବା ସହ ନୟାଗଡ଼ିଆ ତଥା ଭାରତୀୟ ଜନତା ପାର୍ଟି…
Read Moreନାରାୟଣ ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ଦକ୍ଷତା ଦିବସ ୨୦୨୫ପାଳିତ
ନୟାଗଡ, (ନୟାଗଡ଼ ଦର୍ପଣ): ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟ ଆନୁକୁଲ୍ୟରେ ଶରଣକୂଳ ସ୍ଥିତ ନାରାୟଣ ଉଚ୍ଚ ବିଦ୍ୟାଳୟ ପରିସରରେ ବିଶ୍ଵ ଯୁବ ଦକ୍ଷତା ଦିବସ ୨୦୨୫ ପାଳିତ ହୋଇଯାଇଛି। ଏହି ବର୍ଷର ବିଶ୍ଵ ଯୁବ ଦକ୍ଷତା ଦିବସ, କୃତ୍ରିମ ବୁଦ୍ଧିମତା ଏବଂ ଡିଜିଟାଲ ଦକ୍ଷତା ଦ୍ଵାରା ଯୁବ ସଶକ୍ତିକରଣ ଉପରେ ଆଧାରିତ ଥିଲା । ଏହି ଦିବସ ପାଳନ ଅବସରରେ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ମନସ୍ୱୀ ସେଠୀ, ରାଷ୍ଟ୍ରୀୟ ବୃତ୍ତି ସେବାର ଅଧିକାରୀ ପ୍ରଶାନ୍ତ କୁମାର ମଲ୍ଲିକ, ମୁଖ୍ୟମନ୍ତ୍ରୀ ଦକ୍ଷତା ବିକାଶ ଗବେଷଣା ଫେଲୋ ରବି କୁମାର, ନାରାୟଣ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଶ୍ମିରଞ୍ଜନ ମିଶ୍ର, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଶରଣକୁଳର ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ସାହୁ ଆଦି ଯୋଗଦେଇ ନିଜର ବହୁମୂଲ୍ୟ ବକ୍ତବ୍ୟ ରଖିଥିଲେ…
Read Moreରୋହିବାଙ୍କ ବିଦ୍ୟାଳୟରେ ବନ ମହୋତ୍ସବ ଓ ‘ଚରକ’ ଔଷଧୀୟ ବଗିଚା ଉନ୍ମୋଚନ
ଓଡଗାଁ, (ନୟାଗଡ଼ ଦର୍ପଣ): ପ୍ରାକୃତିକ ଔଷଧୀୟ ବୃକ୍ଷର ଦୈନନ୍ଦିନ ଜୀବନରେ ମନୁଷ୍ୟ ପାଇଁ ଦରକାରିତା ଓ ଶରୀର ପ୍ରତି ପାର୍ଶ୍ଵ ପ୍ରତିକ୍ରିୟା କାରି ଭେଷଜ ଔଷଧ ଠାରୁ ଦୂରରେ ରହିବାପାଇଁ ଏକ ସଚେତନତା କାର୍ଯ୍ୟକ୍ରମ ନୟାଗଡ଼ ଜିଲ୍ଲା ଓଡଗାଁ ବ୍ଲକ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରୋହିବାଙ୍କ ରେ ବୃକ୍ଷ ରୋପଣ ସାଙ୍ଗକୁ “ଚରକ” ଔଷଧୀୟ ବଗିଚା ଉନ୍ମୋଚନ ହୋଇସାରିଛି। ଏଥିରେ ମୁଖ୍ୟ ଅତିଥିଭାବେ ଓଡଗାଁ ବ୍ଲକରେ ନୂତନ ଭାବେ ଯୋଗଦେଇଥିବା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଜକିଶୋର ସାହୁ, ସମ୍ମାନିତ ଅତିଥିଭାବେ ଓଡଗାଁ ଫରେଷ୍ଟର ସୌମ୍ୟ ରଞ୍ଜନ ଦଳେଇ ଓ ଦିପ୍ତିମୟୀ ରାଉତ, କୋମଣ୍ଡ ସାଧନ କେନ୍ଦ୍ର ସଂଯୋଜକ ଲଳିତ ମୋହନ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବିଷ୍ନୁପ୍ରିୟା ବାରିକ ଓ ମୁଖ୍ୟ ଅତିଥି ଶ୍ରୀ ସାହୁଙ୍କ ଦ୍ୱାରା ପ୍ରଥମେ…
Read Moreରୋଟାରୀ କ୍ଲବ ନୟାଗଡ଼ ତରଫରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଏବଂ ଚଷମା ବଣ୍ଟନ କାର୍ଯ୍ୟକ୍ରମ
ନୟାଗଡ଼, (ନୟାଗଡ଼ ଦର୍ପଣ): ରୋଟାରୀ କ୍ଲବ ନୟାଗଡ଼ ଏବଂ ରୋଟାରୀ ଚକ୍ଷୁ ଚିକିତ୍ସାଳୟ ଭୁବନେଶ୍ୱର ର ମିଳିତ ସହଯୋଗରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଏବଂ ମାଗଣା ଚଷମା ବଣ୍ଟନ କାର୍ଯ୍ୟକ୍ରମ ଓଡ଼ଗାଁ ବ୍ଲକ ଆରଡା ପଞ୍ଚାୟତର କେନ୍ଦୁପଲ୍ଲୀ ଗାଁ’ରେ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରଟି ରୋଟାରୀ କ୍ଲବର ପୂର୍ବତନ ସଭାପତି ରୋଟାରିଆନ ଶ୍ରୀକାନ୍ତ ଖଟେଇଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଜିଲ୍ଲାପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସରପଞ୍ଚ ସୁନିତା ସାହୁ ଓ କେନ୍ଦୁପଲ୍ଲୀ ଗାଁ’ର ସଭାପତି ରାଜକିଶୋର ନାୟକ ଓ ସଂପାଦକ ପ୍ରମୋଦ ପ୍ରଧାନ ଯୋଗଦେଇଥିଲେ। ଅଧ୍ୟକ୍ଷ ଶ୍ରୀ ପଟ୍ଟନାୟକ ରୋଗୀମାନଙ୍କୁ ଚଷମା ବଣ୍ଟନ କରିବା ସହ ସେମାନଙ୍କ ସହ ତାଙ୍କର ଅସୁବିଧା ସମ୍ପର୍କରେ ଆଲୋଚନା କରିଥିଲେ । ଏହି…
Read Moreଧନ୍ଦାମୂଳକ ଶିକ୍ଷାର ଶିକ୍ଷକ ପ୍ରଶିକ୍ଷକ ଅଭିଭାବକ ବୈଠକ
ଶରଣକୁଳ,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଶରଣକୁଳ ନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟରେ ଧନ୍ଦାମୂଳକ ଶିକ୍ଷାର ଶିକ୍ଷକ ପ୍ରଶିକ୍ଷକ ଓ ଅଭିଭାବକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଶ୍ମିରଞ୍ଜନ ମିଶ୍ରଙ୍କ ସଭାପତିତ୍ବରେ ନୂତନ ବର୍ଷରେ ଧନ୍ଦାମୂଳକ ଶିକ୍ଷାର ଗୁଣାତ୍ମକ ମାନର ବିକାଶ, ଧନ୍ଦାମୂଳକ ଶିକ୍ଷାର ସଚେତନତା, ଅତିଥି ଶିକ୍ଷକଙ୍କ ଶିକ୍ଷା, ଶିଳ୍ପ ପରିଭ୍ରମଣ ଓ ଛାତ୍ରଛାତ୍ରୀଙ୍କର ଅନ୍ୟାନ୍ୟ ସୁବିଧା ଅସୁବିଧା ବିଷୟରେ ଆଲୋଚନା କରଯାଇଛି। ପ୍ରଧାନ ଶିକ୍ଷକ ଦେଶର ଅର୍ଥନୈତିକ ଅଭିବୃଦ୍ଧି ଧନ୍ଦାମୂଳକ ଶିକ୍ଷା ଦ୍ଵାରା ହୋଇପାରିବ ଓ ଭାରତ ସରକାରଙ୍କ ଦ୍ଵାରା ପ୍ରଚଳିତ ଏହି ଧନ୍ଦାମୂଳକ ଶିକ୍ଷା, ଶିକ୍ଷା କ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି। ସେହିପରି ସ୍ପୋକ ସ୍କୁଲ ତଥା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଶରଣକୁଳର ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ସାହୁ ଧନ୍ଦାମୂଳକ ଶିକ୍ଷା…
Read Moreବିଦ୍ୟାଳୟରେ ୭୬ତମ ବନମହୋତ୍ସବ ପାଳିତ
ଓଡ଼ଗାଁ, (ନୟାଗଡ଼ ଦର୍ପଣ): ଓଡ଼ଗାଁ ବ୍ଲକ୍ ମଶାବାରୀ କ୍ଲଷ୍ଟର ଅନ୍ତର୍ଗତ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ, ମଶାବାରୀ ଠାରେ ୭୬ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମ ରେ ଓଡ଼ଗାଁ ବନାଞ୍ଚଳ କାର୍ଯ୍ୟାଳୟ ରୁ ମୁଖ୍ୟ ଅତିଥି ଭାବରେ ବନପାଳ ସରିତା ବରାଳ, ମୁଖ୍ୟ ବକ୍ତା ଭାବରେ ପ୍ରକୃତିବନ୍ଧୁ ପଞ୍ଚାନନ ପଣ୍ଡା, ସ୍ୱତନ୍ତ୍ର ଅତିଥି ଭାବରେ ପ୍ରକୃତିବନ୍ଧୁ ରଞ୍ଜନ କୁମାର ଦାଶ, ସମ୍ମାନିତ ଅତିଥି ଭାବରେ ବନରକ୍ଷୀ ସୌମ୍ୟରଂଜନ ଦଳେଇ, ଉଦ୍ଧବ ପ୍ରଧାନ, ଅଲିଧା ବରାଳ, ବିନୟ ରଞ୍ଜନ ମିଶ୍ର, ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ଈଶ୍ବର ଚନ୍ଦ୍ର ସିଠ,ଶିକ୍ଷାବିତ ବାଇଧର ସ୍ୱାଇଁ,କମିଟିର ସଭ୍ୟ ସଭ୍ୟା, ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀଙ୍କ ଉପସ୍ଥିତିରେ ପ୍ରଥମେ ବୃକ୍ଷରେ ଅତିଥିମାନଙ୍କ ଦ୍ୱାରା ଜଳଦାନ କରାଇ ବୈଠକ ଅନୁଷ୍ଠିତ ହୋଇଥିଲା।ଛାତ୍ରଛାତ୍ରୀ ମାନେ ବୃକ୍ଷ ସମ୍ପର୍କରେ ବିଭିନ୍ନ ଭାଷଣ ପ୍ରଦାନ କରିଥିଲେ। ପରେ ଅତିଥି ମାନେ…
Read More