“ବିଜୁ ମହତାବ ସ୍ଵଚ୍ଛାସେବୀ ସଂଗଠନ” ଏବଂ “GIVE BLOOD SAVE LIFE”ର ମିଳିତ ଆନୁକୁଲ୍ୟରେ ଶିଶୁ ଦିବସ ପାଳିତ

ଇଟାମାଟି, (ନୟାଗଡ଼ ଦର୍ପଣ): ଶିଶୁମାନେ ରାଷ୍ଟ୍ରର ପରିସମ୍ପତି। ଆଜିର ଶିଶୁ କାଲିର ନାଗରିକ। ଦେଶର ଭବିଷ୍ୟତ ଶିଶୁର ଶିକ୍ଷା, ଅଧିକାର ଏବଂ ସାମଗ୍ରିକ ବିକାଶ ଉପରେ ନିର୍ଭର କରେ। ଶିଶୁର ଅନ୍ତର୍ନିହିତ ପ୍ରତିଭାର ପରିପ୍ରକାଶ ଶିକ୍ଷକ, ବାପା, ମା’ ଏବଂ ସମାଜର ଦାୟିତ୍ଵ ବୋଲି “ବିଜୁ ମହତାବ ସ୍ଵଚ୍ଛାସେବୀ ସଂଗଠନ” ଏବଂ “GIVE BLOOD SAVE LIFE” ମିଳିତ ଆନୁକୁଲ୍ୟରେ ବାମନ ଅବକାଶ ସରକାରୀ ଉଚ୍ଚ ବିଦ୍ୟାଳୟର ପରିସରରେ ଅନୁଷ୍ଠିତ ଶିଶୁ ଦିବସ ଉତ୍ସବ -୨୦୨୫ ରେ ଯୋଗଦାନ କରି ଅତିଥିମାନେ ଏହା କହିଥିଲେ। ଉଭୟ ଅନୁଷ୍ଠାନର ସଭାପତି, ସମାଜସେବୀ ଭାଗିରଥି ବାଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଇଟାମାଟିର ସମସ୍ତ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ଯୋଗଦାନ କରି ଶିଶୁମେଳାରେ ଭାଗ ନେଇଥିଲେ। ଏହି ଅବସରରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଉପଖଣ୍ଡ ଆରାକ୍ଷୀ ଅଧିକାରୀ ଜ୍ୟୋତିରଞ୍ଜନ ସାମନ୍ତରାୟ,…

Read More

ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ, ଓଡ଼ିଶା  ତରଫରୁ ନୟାଗଡ଼ରେ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ହାଉସିଂ ବୋର୍ଡ କଲୋନୀ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ,ଓଡିଶାର ନୟାଗଡ଼ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଜିଲ୍ଲା ପ୍ରମୁଖ  ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ନୟାଗଡ଼ ଜିଲ୍ଲାର ବିଭିନ୍ନ ବିଦ୍ଯାଳୟର କୁନି କୁନି ଶିଶୁ ବୈଜ୍ଞାନିକ ମାନଙ୍କ ଦ୍ବାରା ଏହି ବିଜ୍ଞାନ ମେଳାରେ ମୋଟ ୭୨ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ଏହି ଉତ୍ସବରେ ଅବସରପ୍ରାପ୍ତ ବିଜ୍ଞାନ ଶିକ୍ଷକ ଅନାଦି ଚରଣ ମହାନ୍ତି ମୁଖ୍ଯ ଅତିଥି ଭାବେ ଯୋଗଦେଇ କୁନିକୁନି ବୈଜ୍ଞାନିକମାନଙ୍କୁ ଶୁଭେଚ୍ଛା ଜଣାଇବା ସହିତ ବିଜ୍ଞାନ ଯୁଗରେ ପ୍ରତ୍ଯେକ ଛାତ୍ରଛାତ୍ରୀ ବିଜ୍ଞାନ ଅନୁସନ୍ଧିତ୍ସୁ ହେବା ପାଇଁ ପରାମର୍ଶ ଦେଇଥିଲେ। ବିଜ୍ଞାନ ମେଳାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ବାରା ପୁରସ୍କାର ପ୍ରଦାନ କରାଯାଇଥିଲା। ଆଜିର ବିଜ୍ଞାନ ମେଳା…

Read More

ନୟାଗଡ଼ ଜିଲ୍ଲା “ଇନର ହ୍ୱିଲ୍ କ୍ଲବ”ର ଜିଲ୍ଲା ଚେୟାରମ୍ୟାନ୍ ପରିଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ପ୍ରଥମ ଓ ଅଗ୍ରଣୀ ମହିଳା କ୍ଲବ, ଇନର ହ୍ୱିଲ୍ କ୍ଲବର ଜିଲ୍ଲା ଚେୟାରମ୍ୟାନ୍ ପରିଦର୍ଶନ କାର୍ଯ୍ୟକ୍ରମ ଏକ ବର୍ଣ୍ଣାଢ଼୍ୟ ପରିବେଶ ମଧ୍ୟର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୩୨୬ ଇନର ହୁଇଲ କ୍ଳବର ଜିଲ୍ଲା ଅଧ୍ୟକ୍ଷ, ମଧୁସ୍ମିତା ତ୍ରିପାଠୀ ଏବଂ ତାଙ୍କ ସହିତ Rotary R I D 3262ର ଗଭର୍ଣ୍ଣର ମନୋଜ କୁମାର ତ୍ରିପାଠୀଙ୍କୁ କ୍ଲବ ତରଫରୁ ପୁଷ୍ପଗୁଛ ପ୍ରଦାନ କରାଯାଇ ଭବ୍ୟ ସ୍ୱାଗତ ସହ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏହି କାର୍ଯ୍ୟକ୍ରମରେ କ୍ଲବର ସଭାପତି ସ୍ନିଗ୍ଧାରାଣୀ ପଟ୍ଟନାୟକ ଏବଂ କ୍ଲବର ୨୫ଜଣ ସଦସ୍ୟା ମଧୁସ୍ମିତା ତ୍ରିପାଠୀଙ୍କୁ ସ୍ୱାଗତ କରି କ୍ଲବ ପରିସର ମଧ୍ୟକୁ ପାଛୋଟି ନେଇଥିଲେ ।  ରୋଟାରୀ କ୍ଲବ ପରିସରରେ ଆୟୋଜିତ ହୋଇଥିବା ସପ୍ତମ ବାର୍ଷିକ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା । କ୍ଲବର ସଭାପତି,…

Read More

ସରସ୍ବତୀ ଶିଶୁମନ୍ଦିର ମାଳିସାହିର ବାର୍ଷିକ ଉତ୍ସବ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ ମାଳିସାହି ସରସ୍ବତୀ ଶିଶୁମନ୍ଦିରର ତ୍ରୟୋବିଂଶ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଅଛି। ବିଦ୍ୟାମନ୍ଦିରର ପ୍ରଧାନଆଚାର୍ଯ୍ୟ ମନୋରଞ୍ଜନ ପଣ୍ଡା ସଭାପତିତ୍ୱ କରିବା ସହିତ ସ୍ୱାଗତ ଅଭିଭାଷଣ ଏବଂ ବାର୍ଷିକ ବିବରଣୀ ପାଠ କରିଥିଲେ। ଶିଶୁମାନେ ଭବିଷ୍ୟତରେ ଭଲମଣିଷ ହୋଇ ସମୃଦ୍ଧ ଦେଶ ଗଠନରେ ସହାୟକ ହେବାକୁ ଅଭିଭାବକମାନେ ଯତ୍ନଶୀଳ ହେବା ଆବଶ୍ୟକ ବୋଲି ପରାମର୍ଶ ଦେଇଥିଲେ। ମୁଖ୍ୟଅତିଥି ଭାବେ ନୟାଗଡ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଡ଼ଃ. ଜ୍ୟୋତିରଞ୍ଜନ ସାମନ୍ତରାୟ, ମୁଖ୍ୟବକ୍ତାଭାବେ ବିଶିଷ୍ଟ ଶିକ୍ଷାବିତ୍ ଅଶୋକ କୁମାର ନାୟକ, ସମ୍ମାନିତ ଅତିଥିଭାବେ ଓଟିଭିର ଉପସ୍ଥାପକ ତଥା ଯୁବ ସାମ୍ବାଦିକ ଜୟେନ୍ଦ୍ର ବେହେରା ଯୋଗଦେଇ ଶିଶୁମନ୍ଦିରର ଶିକ୍ଷାଦାନ ବ୍ୟବସ୍ଥା  ଶିଶୁର ସାମଗ୍ରିକ ବିକାଶରେ ସହାୟକ ବୋଲି ମତବ୍ୟକ୍ତ କରିବା ସହିତ ଶିଶୁମାନଙ୍କୁ ଯଥାସମ୍ଭବ ମୋବାଇଲ ଫୋନର ବ୍ୟବହାରରୁ ନିବୃତ୍ତ ରଖିବାକୁ ଅଭିଭାବକମାନଙ୍କୁ ପରାମର୍ଶ ଦେଇଥିଲେ। ପରିଚାଳନା…

Read More

ନୟାଗଡ଼ ରୋଟାରୀ କ୍ଲବର ୩୬ତମ ପ୍ରତିଷ୍ଠା ଦିବସ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ରୋଟାରୀ କ୍ଲବ ନୟାଗଡ଼ ତାର ୩୬ତମ ପ୍ରତିଷ୍ଠା ଦିବସ ପାଳନ କରିଛି ।  ରୋଟାରୀ କ୍ଲବ, ନୟାଗଡ଼ ୩୬ ବର୍ଷ ଧରି ସମାଜ ସେବାରେ ନିଜକୁ ଉତ୍ସର୍ଗୀକୃତ କରିଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପାନୀୟ ଜଳ ବ୍ୟବସ୍ଥା, ସ୍ବଳ୍ପ ମୂଲ୍ୟରେ ଆମ୍ବୁଲାନ୍ସ ସେବା,  ନୟାଗଡ଼ ଡ଼ାକ୍ତରଖାନାରେ ଗରମ ପାଣିର ବ୍ୟବସ୍ଥା, ବୃକ୍ଷ ରୋପଣ, ରକ୍ତଦାନ ଶିବିର, ଚିକିତ୍ସା ଶିବିର, ମାଗଣା ଚଷମା ବଣ୍ଟନ, କୃତ୍ରିମ ଅଙ୍ଗ ପ୍ରତିରୋପଣ, ମାଗଣା ଶ୍ରବଣ ଯନ୍ତ୍ର ବଣ୍ଟନ ଇତ୍ୟାଦି ଅନେକ ସାମାଜିକ କାର୍ଯ୍ୟକ୍ରମରେ ସର୍ବଦା ଆଗରେ ରହିଛି ନୟାଗଡ଼ର ରୋଟାରୀ କ୍ଲବ୍। ଏହି ପ୍ରତିଷ୍ଠା ଦିବସରେ ରୋଟାରୀ କ୍ଲବ ଅନେକ କାର୍ଯ୍ୟକ୍ରମ କରିଥିଲା, ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ବୃକ୍ଷରୋପଣ, ସମର୍ପଣ ବୃଦ୍ଧାଶ୍ରମରେ ଅନ୍ତେବାସୀଙ୍କୁ ଚାଲିବାରେ ସହାୟକ ବାଡ଼ି ବଣ୍ଟନ ସହିତ “ଥିଲେ…

Read More

ମଦର ଆବାସିକ ବିଦ୍ୟାଳୟର ଭୂମି ପୂଜନ ଉତ୍ସବ ଅନୁଷ୍ଠିତ

ନୟାଗଡ, (ନୟାଗଡ଼ ଦର୍ପଣ): ନୟାଗଡ଼ କଳାପରିଷଦ ଶିଶୁଯତ୍ନ ପ୍ରତିଷ୍ଠାନ ଗୃହ ଭୂମି ଖନନ ଓ ମଦର ଆବାସିକ ବିଦ୍ୟାଳୟ ସଭାଗୃହ ଉଦଘାଟନ ଉତ୍ସବ ପାଳନ ଅବସରରେ ମୁଖ୍ୟ ଉଦଘାଟକ ବଂଶୀଧର ସାହୁ ଉପସ୍ଥିତ ଥିବାବେଳେ, ମୁଖ୍ୟ ଅତିଥିଭାବେ କସ୍ତୁରୀ ମହାପାତ୍ର, ସମାଜସେବୀ, ସମ୍ନାନୀତ ଅତିଥିଭାବେ ସିବିଲ ସୋସାଇଟିର ସଭାପତି ଗୋଦାବରୀ ସାହୁ, ତୈଳ ସମାଜ ସଭାପତି ଶିଶିର ସାହୁ, ଶିଶୁସୁରକ୍ଷା ୟୁନିଟର ପ୍ରୋଟେକ୍ସନ ଅଫିସର ସତ୍ୟରଞ୍ଜନ ଦାଶ, ବିଦ୍ୟାଳୟର ଉପ ସଭାପତି ବିଦ୍ୟାଧର ଆଚାର୍ଯ୍ୟ, ଅନୁଷ୍ଠାନର ପ୍ରତିଷ୍ଠାତା ପ୍ରଭାସିନୀ ନନ୍ଦ ଉପସ୍ଥିତ ଥିଲେ। ପିଲାଙ୍କର ଉର୍ନତି ଅନୁଷ୍ଠାନର କିଭଳି ଉନ୍ନତି ହେବ, ସରକାରଙ୍କ ଯଦି ସାହାଯ୍ୟ ରହିବ ତା’ହେଲେ ଅନୁଷ୍ଠାନ ଭବିଷ୍ୟତରେ ଆହୁରି ଆଗକୁ ଯିବ ସେଥିପ୍ରତି ସମସ୍ତେ ଧ୍ୟାନ ଦେବା ଉଚିତ ବୋଲି କହିଥିଲେ ଏବଂ ବିଦ୍ୟାଳୟର ପିଲାମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା। ଶେଷରେ…

Read More

ରାଷ୍ଟ୍ରଗୀତ “ବନ୍ଦେ ମାତରଂ”ର ୧୫୦ବର୍ଷ ପୂର୍ତ୍ତି ଅବସରରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ଆଜିର ଏହି ଐତିହାସିକ ଦିନଟି, ସମସ୍ତଙ୍କ ପାଇଁ ଏକ ମହାସଙ୍କଳ୍ପର କ୍ଷଣ। ଯେଉଁ ଚିରନ୍ତନ ବାଣୀ “ବନ୍ଦେ ମାତରମ୍” ଭାରତକୁ ଏକ ଅଖଣ୍ଡ ଶକ୍ତି ଭାବରେ ଦେଖିବାର ସ୍ୱପ୍ନ ସଞ୍ଚାର କରିଥିଲା, ଆଜି ତା’ର ୧୫୦ ବର୍ଷ ପୂର୍ତ୍ତି। ଏହା କେବଳ ମାତ୍ର ଏକ ଐତିହାସିକ ଦିନଟିଏ  ନୁହେଁ; ଏହା ହେଉଛି ଆମ ପୂର୍ବପୁରୁଷମାନଙ୍କର ବଳିଦାନ ଏବଂ ତ୍ୟାଗରୁ ଜନ୍ମ ନେଇଥିବା ଏକ ଜାତୀୟ ସଙ୍କଳ୍ପକୁ ମନେପକାଇବାର ଦିନ। ଋଷି ବଙ୍କିମ ଚନ୍ଦ୍ରଙ୍କ ଲେଖନୀରୁ ସୃଷ୍ଟି ହୋଇ, ଗୁରୁ ରବୀନ୍ଦ୍ରନାଥ ଟାଗୋରଙ୍କ କଣ୍ଠରେ ଶକ୍ତି ପାଇଥିବା ଏହି ଗୀତ ଆମ ସ୍ୱାଧୀନତା ସଂଗ୍ରାମୀମାନଙ୍କ ପାଇଁ ମୃତ୍ୟୁଞ୍ଜୟ ମନ୍ତ୍ର ଥିଲା। ରାଷ୍ଟ୍ରପ୍ରେମର ଏହି ମହାମନ୍ତ୍ର ସ୍ୱାଧୀନତା ସଂଗ୍ରାମର ଶହ ଶହ କ୍ରାନ୍ତିକାରୀଙ୍କୁ ଫାଶୀ ଖୁଣ୍ଟରେ ବିଜୟର ସ୍ମିତହାସ୍ୟ ଦେଇଥିଲା। ଯେତେବେଳେ ଇଂରେଜ ସରକାର ଏହାକୁ…

Read More

ଅବସର ପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସଙ୍ଘର ଷଷ୍ଠ ବାର୍ଷିକୋତ୍ସବ

ନୟାଗଡ଼, (ନୟାଗଡ଼ ଦର୍ପଣ): ଆଜି ଇଟାମାଟି ଗ୍ରାମ ପଞ୍ଚାୟତ ଅଧିନସ୍ଥ ଅବସର ପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସଙ୍ଘର ଷଷ୍ଠ ବାର୍ଷିକୋତ୍ସବ ପ୍ରଫୁଲ୍ଲ ସାହୁ କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇ ଯାଇଛି। ମୁଖ୍ୟ ଅତିଥି ଭାବେ ଜିଲ୍ଳା ଆଇନ ସେବା ପ୍ରାଧିକରଣ ସଚିବ ଅଞ୍ଜଳି ମଛଖଣ୍ଡ , ସମ୍ମାନିତ ଅତିଥି ଭାବେ ଜିଲ୍ଳା ଉପଖଣ୍ଡ ପୋଲିସ ଅଧିକାରୀ ଜ୍ୟୋତି ରଞ୍ଜନ ସାମନ୍ତରାୟ, ଷ୍ଟେଟ୍ ବ୍ୟାଙ୍କ ଶାଖା ପରିଚାଳକ ଦିପେଶ ପ୍ରସାଦ,ସରପଞ୍ଚ ସ୍ଵପ୍ନେଶ୍ୱରୀ ସେଠୀ, ସମିତି ସଭ୍ୟା ଗୋଲାପରାଣୀ ସେଠୀ ,ଆଇନଜ୍ଞ ପ୍ରମୋଦ କୁମାର ବିଶ୍ୱାଳ ,ସମାଜ ସେବୀ ପ୍ରଫୁଲ୍ଲ କୁମାର ସାହୁ ଇତ୍ୟାଦି ଯୋଗ ଦେଇ ଥିଲେ l ନିଜର ବକ୍ତବ୍ୟ ମାଧ୍ୟମରେ ବଶିଷ୍ଠ ନାଗରିକ ମାନେ କିପରି ଅନ୍ୟ ଉପରେ ନିର୍ଭରଶୀଳ ନ ହୋଇ ନିଜର ଜୀବନ ବିତାଇବେ ସେ କଥା କହିଥିଲେ। ପ୍ରତି ମୁହୂର୍ତ୍ତରେ…

Read More

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ କଣ୍ଢେଇ ମେଳା ସହିତ ବିଜ୍ଞାନ ମେଳା ଅନୁଷ୍ଠିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ହାଉସିଂ ବୋର୍ଡ କଲୋନୀ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ବାର୍ଷିକ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇ ଯାଇଛି। କୁନି କୁନି ଶିଶୁ ବୈଜ୍ଞାନିକ ମାନଙ୍କ ଦ୍ବାରା ଏହି ମେଳାରେ ୬୪ ଜଣ କୁନିକୁନି ଶିଶୁ କଣ୍ଢେଇ ମେଳାରେ ଭାଗନେଇଥିବା ବେଳେ  ପ୍ରାଥମିକ ଓ ଉଚ୍ଚ ବିଦ୍ଯାଳୟର ଛାତ୍ରଛାତ୍ରୀ ମାନେ ୧୭୦ଟି ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ କରିଥିଲେ। ସକାଳ ୧୦ଟାରେ କାର୍ଯ୍ୟକ୍ରମ ଉଦଘାଟନ ହୋଇଥିଲା ବେଳେ ଅପରାହ୍ନ ୦୨ ଟାରେ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସର୍ବେଶ୍ୱର ପାଣିଗ୍ରାହୀ ଯୋଗଦେଇ ଦୈନନ୍ଦିନ ଜୀବନରେ ବିଜ୍ଞାନର ଆବଶ୍ଯକତା ବିଷୟରେ ଆଲୋଚନା କରିବା ସହିତ ବିଜ୍ଞାନ ଯୁଗରେ ପ୍ରତ୍ଯେକ ଅଭିଭାବକମାନେ…

Read More

ବାଲୁଗାଁ ଚଣ୍ଡୀ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନମେଳା

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ଚଣ୍ଡୀ ସରକାରୀ ଉଚ୍ଚ ବିଦ୍ୟାଳୟ, ବାଲୁଗାଁ ରେ ଶନିବାର ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ତମିଶ୍ରା ସେଠୀଙ୍କ ଅଧ୍ୟକ୍ଷତାରେ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀମାନେ ସର୍ବମୋଟ ୫୩ଟି ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ କରିଥିଲେ। ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ପଦ୍ମଚରଣ ସାହୁ, ପଦ୍ମନାଭ ବେହେରା ଓ ଭବାନୀ ମିଶ୍ରଙ୍କ ତତ୍ତ୍ଵାବଧାନରେ ଏହି ପ୍ରକଳ୍ପ ଗୁଡ଼ିକ ସ୍ଥାନିତ ହୋଇଥିଲା। ବିଦ୍ୟାଳୟର ଅନ୍ୟ ଶିକ୍ଷକ ମାନଙ୍କ ମଧ୍ୟରେ ଜିତେନ୍ଦ୍ର କହଁର, ମନମୋହନ ଚମ୍ପତି, ସ୍ମିତାରାଣୀ ରାଉତ, ଶୁଭାଶିଷ ସାହୁ ପୂର୍ଣ୍ଣ ସହୋଯୋଗ କରିଥିଲେ। ଏହି ବିଜ୍ଞାନ ମେଳାରେ ଭାଗିରଥି ଉଚ୍ଚ ବିଦ୍ୟାଳୟ, ଗୋବିନ୍ଦପୁରର ବିଜ୍ଞାନ ଶିକ୍ଷକ ବିଭୂତିଭୂଷଣ ରଣସିଂ ବିଚାରପତି ଭାବରେ ଯୋଗ ଦେଇ ବିଜ୍ଞାନ ମେଳାକୁ ପରିଚାଳନା କରିଥିଲେ। ଏହି ଅବସରରେ ବର୍ତ୍ତମାନ ବିଜ୍ଞାନର…

Read More