ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ ପାଇଁ ପ୍ରେରଣା କାର୍ଯ୍ୟକ୍ରମ ଅନୁଷ୍ଠିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ବିଦ୍ୟାଳୟ ସ୍ତରରେ ଛାତ୍ରଛାତ୍ରୀମାନଙ୍କ ସାମଗ୍ରିକ ବିକାଶ, ନିୟମିତ ଉପସ୍ଥିତି, ଶିକ୍ଷା ପ୍ରତି ରୁଚି ତଥା ଆତ୍ମବିଶ୍ୱାସ ବୃଦ୍ଧି,ଭବିଷ୍ୟତ ପାଇଁ ପ୍ରସ୍ତୁତି, ନକାରାତ୍ମକ ପ୍ରବୃତ୍ତି ହ୍ରାସ ଏବଂ ଭଲ ଆଚରଣ ଗଠନ ପାଇଁ ଏନଏସି ଉଚ୍ଚ ବିଦ୍ୟାଳୟ, ନୟାଗଡ଼ରେ ଅନୁଭବ ଆଧାରିତ ଶିକ୍ଷା କାର୍ଯ୍ୟକ୍ରମ ‘ପ୍ରେରଣା’ ଆୟୋଜିତ ହୋଇଥିଲା। ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ରସିଦା ଖାତୁନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଆଇନସେବା ପ୍ରାଧିକରଣର ପୂର୍ବତନ ସଦସ୍ୟ ତଥା ଅବସର ପ୍ରାପ୍ତ ଅଧ୍ୟକ୍ଷ ମହମ୍ମଦ ଓମାର ମଲ୍ଲିକ ଯୋଗଦାନ କରି ପିଲାମାନେ କିପରି ଭଲ ମଣିଷ ହୋଇ ଭବିଷ୍ୟତରେ ନିଜର ରୁଚି ଓ ଦକ୍ଷତା ଅନୁଯାଇ କ୍ୟାରିୟର ଗଠନ କରି ପାରିବେ ତାହା ଉପରେ ବିସ୍ତୃତ ଭାବେ ବୁଝାଇଥିଲେ। ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ପୂର୍ଣ୍ଣିମା…

Read More

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଖୋଲିଲା କ୍ୟାନସର୍ ପରାମର୍ଶ କକ୍ଷ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଜି କ୍ୟାନସର୍ ପରାମର୍ଶ କକ୍ଷ ଉଦଘାଟିତ ହୋଇଯାଇଛି । ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦଘାଟନ କରିଛନ୍ତି । ସ୍ପର୍ଶ ହସ୍ପିଟାଲ ଏବଂ ସ୍ୱାସ୍ଥ୍ୟ ବିଭାଗ ମିଳିତ ଆନୁକୁଲ୍ୟରେ ଏହି ପରାମର୍ଶ କକ୍ଷ ଖୋଲାଯାଇଥିବା ଜଣାପଡ଼ିଛି। ସପ୍ତାହର ପ୍ରତ୍ୟେକ ଶନିବାର ସ୍ପର୍ଶ ହସ୍ପିଟାଲରୁ କ୍ୟାନସର୍ ସ୍ପେଶାଲିଷ୍ଟ ଡାକ୍ତର ରୋଗୀଙ୍କୁ ଦେଖିବା ପାଇଁ ବ୍ୟବସ୍ଥା କରାଯାଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଶାନ୍ତ କୁମାର ଦାଶଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ପର୍ଶ ହସ୍ପିଟାଲ ସିଏମଡି ଡା. ପ୍ରିୟବ୍ରତ ଧିର, ଡିଜିଏମ୍ ଅସିତ୍ କୁମାର ପ୍ରହରାଜ, ଜିଏମ୍ ସୈାମେନ୍ଦ୍ର ମିଶ୍ରଙ୍କ ସହ ସ୍ଥାନୀୟ କର୍ମଚାରୀ ରବୀନ୍ଦ୍ର କୁମାର ଦାଶ ପ୍ରମୁଖ ଉପସ୍ଥିତ ରହିଥିଲେ। ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀ, ବୁଦ୍ଧିଜୀବୀ ଓ ଗଣମାଧ୍ୟମ…

Read More

ବିଶିଷ୍ଟ ନାଟ୍ୟ ସଂଗଠକ ମି.କାଳିଆଙ୍କୁ ଭଞ୍ଜକଳା ମଣ୍ଡପରେ ସମ୍ବର୍ଦ୍ଧନା

ନୟାଗଡ଼,(ନୟାଗଡ଼ ଦର୍ପଣ): ନାଟକ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ନୟାଗଡ଼ ଜିଲ୍ଲାର ଅଗ୍ରଣୀ ନାଟ୍ୟାନୁଷ୍ଠାନ  ‘ଚମତ୍କାର’ର ସଭାପତି ତଥା ‘ନାଟ୍ୟଧାରା’ର ସମ୍ପାଦକ ତଥା ନାଟ୍ୟ ସଂଗଠକ ଲକ୍ଷ୍ମୀଧର ମହାପାତ୍ରଙ୍କୁ ଭଞ୍ଜକଳା ମଣ୍ଡପ, ଭୁବନେଶ୍ୱର ଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସରକାର ଏବଂ ପଞ୍ଚଧ୍ୱନି ନାଟ୍ୟ ପରିଷଦ, ଭୁବନେଶ୍ୱର ଦ୍ୱାରା ଆୟୋଜିତ ନାଟକ ମହୋତ୍ସବ ଅବସରରେ ସମ୍ବର୍ଦ୍ଧିତ କରାଯାଇଛି। ଏହି ଉପଲକ୍ଷେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଉପସ୍ଥିତ ଅତିଥି ମାନେ ଶ୍ରୀ ମହାପାତ୍ରଙ୍କୁ ଜଣେ ସୁଦକ୍ଷ ନାଟ୍ୟ ସଂଗଠକ, ନାଟ୍ୟକାର, ନାଟ୍ୟ ଅଭିନେତା ତଥା ସମାଜସେବୀ ଭାବେ ସମଗ୍ର ଜିଲ୍ଲାରେ  ବେଶ ଜଣାଶୁଣା ବୋଲି ମତବ୍ୟକ୍ତ କରିଥିଲେ। ଶ୍ରୀ ମହାପାତ୍ର  ସମଗ୍ର ନୟାଗଡ଼ ଅଞ୍ଚଳରେ ମି.କାଳିଆ ଭାବେ ସମସ୍ତଙ୍କ ନିକଟରେ ଅତି ପରିଚିତ। ତାଙ୍କରି ପ୍ରଚେଷ୍ଟାରେ ନୟାଗଡ଼ ସହରରେ ପ୍ରତ୍ୟେକ ବର୍ଷ…

Read More

ବିଦ୍ୟାଳୟକୁ ମାଡ଼ି ବସିଛି ଅଙ୍ଗନବାଡି କେନ୍ଦ୍ର, ପାଠପଢା ବିପର୍ଯ୍ୟସ୍ତ

ନୟାଗଡ଼,(ନୟାଗଡ଼ ଦର୍ପଣ): ବିଦ୍ୟାଳୟ ମଧ୍ୟରେ ଚାଲିଥିବା ଅଙ୍ଗନବାଡି କେନ୍ଦ୍ର ଯୋଗୁଁ ପ୍ରାଥମିକ ବିଦ୍ୟାଳୟରେ ପାଠପଢା କାର୍ଯ୍ୟ ଘୋର ବାଧାପ୍ରାପ୍ତ ହେଉଛି। ଅନ୍ୟ ପକ୍ଷରେ ଅଙ୍ଗନବାଡି କେନ୍ଦ୍ରର ନୂତନ ଗୃହ ନିର୍ମାଣ କାଯ୍ୟ ଗତ ଏକ ବର୍ଷ ତଳୁ ଶେଷ ହୋଇଥିଲେ ମଧ୍ୟ ତାହାକୁ କାର୍ଯ୍ୟକ୍ଷମ କରା ଯାଉନାହିଁ। ଏହାକୁ ନେଇ ଉପରିସ୍ଥ ଅଧିକାରୀଙ୍କ ନିକଟରେ ବାରମ୍ବାର ଦାବି କରାଯାଉ ଥିଲେ କେହି କର୍ଣ୍ଣପାତ କରୁନଥିବା ଜଣାପଡିଛି। ଏପରି ଏକ ଗୁରୁତର ଅଭିଯୋଗ କରିଛନ୍ତି ନୟାଗଡ଼ ମୁନିସିପାଲିଟି ଅନ୍ତର୍ଗତ ନୂଆ ରାଜବାଟୀ ସରକାରୀ ପ୍ରାଥମିକ ବିଦ୍ୟାଳୟର ଅଭିଭାବକ ମାନେ। ସୂଚନା ଯୋଗ୍ୟ ଯେ ୱାର୍ଡ଼ ନଂ-୧୩ ରେ ଥିବା ଅଙ୍ଗନବାଡି କେନ୍ଦ୍ରର ନିଜସ୍ୱ ଗୃହ ନଥିବାରୁ ତାହା ନୂଆ ରାଜବାଟୀ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀ ଗୃହରେ ଚାଲୁ ରହିଛି। ତେବେ ଏହି ପ୍ରାଥମିକ ବିଦ୍ୟାଳୟରେ ମାତ୍ର ଦୁଇଟି ଶ୍ରେଣୀ…

Read More

ଡ. ସୁରେଶ ବରାଡ଼ଙ୍କ ହିନ୍ଦୀ ଆଭାସୀ ଗଳ୍ପ ସଂକଳନ ‘ଆଁସୁ’ ଲୋକାର୍ପିତ

ଶରଣକୁଳ,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସାରସ୍ବତ ସାଧକ, କବି, ପ୍ରାବନ୍ଧିକ, ଗାଳ୍ପିକ, ଉପନ୍ୟାସକାର, ନାଟ୍ୟକାର ତଥା ଲେଖକ ଡ. ସୁରେଶ ଚନ୍ଦ୍ର ବରାଡ଼ଙ୍କ ହିନ୍ଦୀ ଆଭାସୀ ଗଳ୍ପ ସଂକଳନ ‘ଆଁସୁ’ ଲୋକାର୍ପିତ ହୋଇ ଯାଇଛି। ନୟାଗଡ଼ ଜିଲ୍ଲା ଶିକ୍ଷାଧିକାରୀଙ୍କ ଦ୍ଵାରା ଆୟୋଜିତ ଚଳିତ ମାସ ୧୧ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ନୟାଗଡ଼ ବ୍ରଜେନ୍ଦ୍ର ହାଇସ୍କୁଲରେ କେନ୍ଦ୍ରୀୟ ହିନ୍ଦୀ ସଂସ୍ଥାନ, ଆଗ୍ରା ତଥା ଭୁବନେଶ୍ଵର କ୍ଷେତ୍ରୀୟ ଶାଖା ଆନୁକୁଲ୍ୟରେ ଚାଲିଥିବା ହିନ୍ଦୀ ଶିକ୍ଷକ ନବୀକରଣ ପାଠ୍ୟକ୍ରମ ଶିବିରରେ ଗତକାଲି ମଧ୍ୟାହ୍ଣ ବିରତି କାଳରେ ଉକ୍ତ ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ପାଠ୍ୟକ୍ରମ ଶିବିରରେ ନୟାଗଡ଼ ଜିଲ୍ଲାର ୬୩ଟି ବିଦ୍ୟାଳୟର ୬୩ ଜଣ ହିନ୍ଦୀ ଶିକ୍ଷକ ପ୍ରଶିକ୍ଷଣ ନେଉଥିଲେ। ଏଥିରେ କେନ୍ଦ୍ରୀୟ ହିନ୍ଦୀ ସଂସ୍ଥାନର ଭୁବନେଶ୍ଵର କେନ୍ଦ୍ରର ନିର୍ଦ୍ଦେଶକ ତଥା ବୈଜ୍ଞାନିକ ଡ. ରଞ୍ଜନ କୁମାର ଦାଶ…

Read More

ନୟାଗଡ଼ରେ ଜିଲ୍ଲା କଂଗ୍ରେସର ସାଙ୍ଗଠନିକ ବୈଠକ ଅନୁଷ୍ଠିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ନଡ଼ିଆଳି ଗ୍ରାମ ପଞ୍ଚାୟତ ପଲ୍ଲୀଶାସନ ବାଲୁଙ୍କେଶ୍ୱର ମହାଦେବ ମନ୍ଦିର ପ୍ରାଙ୍ଗଣ ଠାରେ ନୟାଗଡ଼ କଂଗ୍ରେସର ଏକ ସାଙ୍ଗଠନିକ ବୈଠକ ବ୍ଲକ କଂଗ୍ରେସ ସଭାପତି ପୂର୍ବତନ ସରପଞ୍ଚ ଫକୀର ଚରଣ ମଲ୍ଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ୨୦୨୪ ସାଧାରଣ ନିର୍ବାଚନ ପରେ ନୟାଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ଦଳ ପକ୍ଷରୁ ପ୍ରତ୍ୟେକ ପଞ୍ଚାୟତରେ ବୈଠକ ଆୟୋଜନ କରାଯାଇ ପ୍ରତ୍ୟକ୍ଷ ଭାବେ ଜନସାଧାରଣ ମାନଙ୍କ ସହ ଜନସମ୍ପର୍କ ମାଧ୍ୟମରେ ନୂଆ ସଂଗଠନ ଆରମ୍ଭ କରାଯାଇ ଆଗାମୀ ପଞ୍ଚାୟତ ନିର୍ବାଚନ ରେ ବିଜେପି ସହ ପ୍ରତିଦ୍ବନ୍ଦିତା କରିବା ପାଇଁ ରୋଡ଼ମ୍ୟାପ ପ୍ରସ୍ତୁତ କରାଯାଉ ଥିବା କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ଜିଲ୍ଲା ସଭାପତି ରଣଜିତ ଦାଶ କହିଛନ୍ତି। ନଡ଼ିଆଳି ଭଳି ବିଜେଡି ଦୁର୍ଗରେ କଂଗ୍ରେସ ସଭା ଆୟୋଜନ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ମନରେ…

Read More

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଚିତ୍ରାଙ୍କନ ପ୍ରତିଯୋଗିତା

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ବିଦ୍ୟାଳୟ ସ୍ତରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଏକ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା ଆଜି ସ୍ଥାନୀୟ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ଦୁଇଟି ବିଭାଗ ଯଥା ଉଚ୍ଚ ପ୍ରାଥମିକ ଏବଂ ଉଚ୍ଚ ବିଦ୍ୟାଳୟ ସ୍ତରରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ମୋଟ ୪୫ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ। ଶିଶୁ ସୁରକ୍ଷା ଅଧିକାର,ଶିଶୁ ଶିକ୍ଷା ଅଧିକାର,ଶିଶୁ ଉପରେ ବୈଷୟିକ ଜ୍ଞାନର ପ୍ରଭାବ, ବାଲ୍ୟ ବିବାହ,ଶିଶୁ ଶ୍ରମିକ ବିରୋଧରେ ସମାଜ, ଶିଶୁଙ୍କ ଉପରେ ସୋସିଆଲ ମିଡ଼ିଆର କୁପ୍ରଭାବ ତଥା ଶିଶୁ ଚୋରା ଚାଲାଣ ଆଦି ବିଷୟ ସଂପର୍କରେ ଏହି ଚିତାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଧନେଶ୍ୱର ସେଠିଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ଚିତ୍ରାଙ୍କନ ପ୍ରତିଯୋଗିତାକୁ ଶିକ୍ଷକ ସରୋଜ କୁମାର ବେହେରା, ଭାସ୍କର…

Read More

ଗଳ୍ପ ସଂକଳନ “ଭିନ୍ନ ରଙ୍ଗ” ଉନ୍ମୋଚିତ

ନୟାଗଡ଼, (ନୟାଗଡ଼ ଦର୍ପଣ): କବି ତଥା ଲେଖକ ଧିରେନ୍ଦ୍ର ପଟ୍ଟନାୟକଙ୍କ ନୂତନ ଗଳ୍ପ  ସଂକଳନ “ଭିନ୍ନ ରଙ୍ଗ” ଆଜି ରୋଟାରୀ କ୍ଲବ, ନୟାଗଡ଼ରେ ଉନ୍ମୋଚିତ ହେଇଯାଇଛି। ଆଜିର ଏହି ପୁସ୍ତକ  ଲୋକାର୍ପଣ ଉତ୍ସବକୁ ସାମ୍ବାଦିକ ରାମକୃଷ୍ଣ ରଥ ସଂଯୋଜନା କରିଥିବା ବେଳେ ସାହିତ୍ୟିକ ଶରତ ଚନ୍ଦ୍ର ଆଚାର୍ଯ୍ୟ ସମୀକ୍ଷା କରିଥିଲେ । ଏହି  ଉନ୍ମୋଚନ କାର୍ଯ୍ୟକ୍ରମରେ ସାହିତ୍ୟିକା ବସିରନ୍ ବିବି, କଥାକାର ଅନିଲ ପଣ୍ଡା, କବି ରବିନ୍ଦ୍ର ମହାପାତ୍ର, କବି ମଣିମାଳା ପାଣିଗ୍ରାହୀ, ସମାଜସେବୀ ଶ୍ରୀଧର ସାହୁ, ରୋଟାରିଆନ ଅବିନାଶ ସାହୁ, ରୋଟାରିଆନ ସନ୍ତୋଷ ନାୟକ, ସାମ୍ବାଦିକ ବିଶ୍ବଜିତ ନାୟକ, ସୁଶାନ୍ତ ପାଇକରାୟ, ପ୍ରଦୀପ ବରାଡ଼, କାଜଲ ଡାକୁଆ, ସୌମ୍ୟରଞ୍ଜନ ରଥ, ସୁଜିତ୍ ବାରିକ୍ ପ୍ରମୁଖ ଉପସ୍ଥିତ ଥିଲେ। ଅତିଥିମାନେ ଭିନ୍ନ ରଙ୍ଗରେ  ମାନବୀୟ ଭାବନା, ଦୈନିକ ଜୀବନ ଓ ସରଳ ଶୈଳୀରେ ଲେଖାଯାଇଥିବା ଗଳ୍ପଗୁଡ଼ିକୁ ସ୍ୱାଗତ…

Read More

“ବିଜୁ ମହତାବ ସ୍ଵଚ୍ଛାସେବୀ ସଂଗଠନ” ଏବଂ “GIVE BLOOD SAVE LIFE”ର ମିଳିତ ଆନୁକୁଲ୍ୟରେ ଶିଶୁ ଦିବସ ପାଳିତ

ଇଟାମାଟି, (ନୟାଗଡ଼ ଦର୍ପଣ): ଶିଶୁମାନେ ରାଷ୍ଟ୍ରର ପରିସମ୍ପତି। ଆଜିର ଶିଶୁ କାଲିର ନାଗରିକ। ଦେଶର ଭବିଷ୍ୟତ ଶିଶୁର ଶିକ୍ଷା, ଅଧିକାର ଏବଂ ସାମଗ୍ରିକ ବିକାଶ ଉପରେ ନିର୍ଭର କରେ। ଶିଶୁର ଅନ୍ତର୍ନିହିତ ପ୍ରତିଭାର ପରିପ୍ରକାଶ ଶିକ୍ଷକ, ବାପା, ମା’ ଏବଂ ସମାଜର ଦାୟିତ୍ଵ ବୋଲି “ବିଜୁ ମହତାବ ସ୍ଵଚ୍ଛାସେବୀ ସଂଗଠନ” ଏବଂ “GIVE BLOOD SAVE LIFE” ମିଳିତ ଆନୁକୁଲ୍ୟରେ ବାମନ ଅବକାଶ ସରକାରୀ ଉଚ୍ଚ ବିଦ୍ୟାଳୟର ପରିସରରେ ଅନୁଷ୍ଠିତ ଶିଶୁ ଦିବସ ଉତ୍ସବ -୨୦୨୫ ରେ ଯୋଗଦାନ କରି ଅତିଥିମାନେ ଏହା କହିଥିଲେ। ଉଭୟ ଅନୁଷ୍ଠାନର ସଭାପତି, ସମାଜସେବୀ ଭାଗିରଥି ବାଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଇଟାମାଟିର ସମସ୍ତ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ଯୋଗଦାନ କରି ଶିଶୁମେଳାରେ ଭାଗ ନେଇଥିଲେ। ଏହି ଅବସରରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଉପଖଣ୍ଡ ଆରାକ୍ଷୀ ଅଧିକାରୀ ଜ୍ୟୋତିରଞ୍ଜନ ସାମନ୍ତରାୟ,…

Read More

ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ, ଓଡ଼ିଶା  ତରଫରୁ ନୟାଗଡ଼ରେ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ହାଉସିଂ ବୋର୍ଡ କଲୋନୀ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ,ଓଡିଶାର ନୟାଗଡ଼ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଜିଲ୍ଲା ପ୍ରମୁଖ  ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ନୟାଗଡ଼ ଜିଲ୍ଲାର ବିଭିନ୍ନ ବିଦ୍ଯାଳୟର କୁନି କୁନି ଶିଶୁ ବୈଜ୍ଞାନିକ ମାନଙ୍କ ଦ୍ବାରା ଏହି ବିଜ୍ଞାନ ମେଳାରେ ମୋଟ ୭୨ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ଏହି ଉତ୍ସବରେ ଅବସରପ୍ରାପ୍ତ ବିଜ୍ଞାନ ଶିକ୍ଷକ ଅନାଦି ଚରଣ ମହାନ୍ତି ମୁଖ୍ଯ ଅତିଥି ଭାବେ ଯୋଗଦେଇ କୁନିକୁନି ବୈଜ୍ଞାନିକମାନଙ୍କୁ ଶୁଭେଚ୍ଛା ଜଣାଇବା ସହିତ ବିଜ୍ଞାନ ଯୁଗରେ ପ୍ରତ୍ଯେକ ଛାତ୍ରଛାତ୍ରୀ ବିଜ୍ଞାନ ଅନୁସନ୍ଧିତ୍ସୁ ହେବା ପାଇଁ ପରାମର୍ଶ ଦେଇଥିଲେ। ବିଜ୍ଞାନ ମେଳାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ବାରା ପୁରସ୍କାର ପ୍ରଦାନ କରାଯାଇଥିଲା। ଆଜିର ବିଜ୍ଞାନ ମେଳା…

Read More