ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ମିଳିତ ଅମଲା ମଞ୍ଚ ପକ୍ଷରୁ କୃଷି ବିଭାଗ ସଭାଗୃହ ମଧ୍ୟରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରାଯାଇଥିଲା । ଆଗାମୀ ଦିନର କାର୍ଯ୍ୟପନ୍ଥା ସମ୍ବନ୍ଧରେ ସୁଚନା ଦେଇଥିଲେ। ସେମାନଙ୍କ ଦାବି ପୁରଣ ନହେଲେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ରହିବେ ବୋଲି ପ୍ରକାଶ କରିଥିଲେ । ନୟାଗଡ଼ ଜିଲ୍ଲା ଅମଲା ସଂଘର ଆବାହକ ଶ୍ରୀଧର କୁମାର ସାହୁ, ଅଧ୍ୟକ୍ଷ କୈଳାସ ଚନ୍ଦ୍ର ଓଝା, ଉପସଭାପତି ରଶ୍ମିରଞ୍ଜନ ଦାସ ପ୍ରମୁଖ ଉପସ୍ଥିତ ରହିଥିଲେ । ମୁଖ୍ୟତଃ ସ୍ନାତକ ଶିକ୍ଷାଗତ ଯୋଗ୍ୟତା ଭିତିରେ ଜିଲ୍ଲା ସ୍ତରୀୟ କନିଷ୍ଠ ଅମଲା ସହିତ ଗ୍ରେଡ୍ ପେ ମାନଙ୍କର ମୁଳ ଦରମା ୯,୩୦୦ ଟଙ୍କା ୪,୨୦୦ ଟଙ୍କା ବୃଦ୍ଧି କରିବା ପାଇଁ ଦାବି ରଖୁଛନ୍ତି । ସଂଘ ପକ୍ଷରୁ ଗତ ଏପ୍ରିଲ ୨୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ…
Read MoreCategory: ନୟାଗଡ଼ ବ୍ଲକ
କାଳବୈଶାଖୀରେ ଗଛପଡି ରାସ୍ତା ଅବରୋଧ, ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା କ୍ରିଦାଶପୁର ଅଞ୍ଚଳରେ କାଳବୈଶାଖୀରେ ବହୁ ଗଛପଡି କ୍ଷୟକ୍ଷତି ହୋଇଥିବା ଜଣାପଡିଛି। କଞ୍ଚନବିଲିର ବିଭିନ୍ନ ସ୍ଥାନରେ ବର୍ଷା ସହ ପ୍ରବଳ ପବନ ହେବାରୁ ରାସ୍ତା ଉପରେ ବିରାଟ ବିରାଟ ଗଛ ଉପୁଡ଼ି ପଡ଼ି ରାସ୍ତା ଅବରୋଧ ହେବା ସହ ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହୋଇପଡିଛି। ଅଗ୍ନିଶମ କର୍ମଚାରୀଙ୍କ ଦ୍ୱାରା ରାସ୍ତା ଉପରେ ପଡ଼ିଥିବା ଗଛକୁ କଟାଯାଇଥିବା ବେଳେ ଜେସିବି ଦ୍ବାରା ବଡ଼ ବଡ଼ କାଠଗଣ୍ଡିକୁ ହଟା ଯାଇଛି । ବିଦ୍ୟୁତ କର୍ମଚାରୀମାନେ ବିଦ୍ୟୁତ୍ ଖୁଣ୍ଟ ଓ ତାର ସଜାଡିବାରେ ଲାଗି ପଡ଼ିଥିବା ଦେଖିବାକୁ ମିଳିଛି। ଏପରିକି କେତେକଙ୍କ ଚାଳ ଛପର ଘର ଉଡି ଯାଇଥିବାବେଳେ କଞ୍ଚନବିଲି ଗ୍ରାମର କୁଳମଣି ବେହେରାଙ୍କ ଝିଅ ଚୁମୁକି ବେହେରା(୩୨) ବଜ୍ରପାତରେ ଆଘାତ ପାଇ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ଜଣାପଡିଛି।
Read Moreମହାମହିମ ରାଜ୍ୟପାଳଙ୍କୁ କାଳିଆ କଳା ପୁସ୍ତକ ଉପହାର
ନୟାଗଡ଼,(ନୟାଗଡ଼ ଦର୍ପଣ): ମହାମହିମ ରାଜ୍ୟପାଳଙ୍କୁ କାଳିଆ କଳା ପୁସ୍ତକ ଉପହାର। ବିଶ୍ୱ ନିୟତା ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଚିତ୍ର ଗୀତି ଶତକ କାଳିଆ କଳା ପୁସ୍ତକ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପରିସରରେ ସମର୍ପିତ ହେଲା ପରେ ଆଜି ଅପରାହ୍ନରେ ରାଜଭବନ ପରିସରରେ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶି ଲାଲଜୀଙ୍କୁ ଆୟୋଜକମାନଙ୍କ ତରଫରୁ ଉକ୍ତ ପୁସ୍ତକକୁ ଉପହାର ସ୍ୱରୂପ ପ୍ରଦାନ କରାଯାଇଛି। କାଳିଆ କଳା ପୁସ୍ତକରେ୧୦୨ଗୋଟି ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଭିନ୍ନ ବେଶର ଫଟୋ ସମେତ ଶ୍ଳୋକ ସ୍ଥାନିତ କରାଯାଇଛି । ପୁସ୍ତକଟି ଅତ୍ୟନ୍ତ ଚମତ୍କାର ଏବଂ ଜଗନ୍ନାଥ ପ୍ରେମୀଙ୍କ ମନରେ ଅପାର ଆନନ୍ଦ ସୃଷ୍ଟି କରିବବୋଲି ମତବ୍ୟକ୍ତ କରିବା ସଙ୍ଗେ ସଙ୍ଗେ ବିଭିନ୍ନ ବର୍ଗର ଲୋକଙ୍କ ପାଖରେ ଅଧିକରୁ ଅଧିକ ସଂଖ୍ୟାରେ ପୁସ୍ତକଟିକୁ ପହଞ୍ଚାଇବା ପାଇଁ ମହାମହିମ ରାଜ୍ୟପାଳ ପରାମର୍ଶ ଦେଇଥିଲେ।ତତ୍ ସହିତ ନାଟ୍ୟଭୂଷଣ ଡ଼ଃ ବିଜୟ…
Read Moreଉଦଯାପିତ ହେଲା ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଦିବ୍ୟାଙ୍ଗ ଦ୍ୱାରାଦେଶ ଅଭିଯାନ, ଭିନ୍ନକ୍ଷମଙ୍କୁ ସହାୟତା ପ୍ରଦାନ
ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନୟାଗଡ ତରଫରୁ ଦିବ୍ୟାଙ୍ଗଙ୍କ ପାଇଁ ସପ୍ତାହବ୍ୟାପୀ ଦ୍ବାରଦେଶ ଅଭିଯାନ ଆଜି ଶେଷ ହୋଇଛି। ଏହି ଅଭିଯାନ ଚଳିତ ମାସ ୨୨ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ଜିଲ୍ଲା ସଦର ମହକୁମା ସମେତ ସମସ୍ତ ତାଲୁକରେ ଏହି ଅଭିଯାନ ଜାରି ରହିଥିଲା। ଏହି ଅଭିଯାନରେ ପ୍ରାୟ ୧ ହଜାରରୁ ଉର୍ଦ୍ଧ୍ବ ଦରଖାସ୍ତ ଗ୍ରହଣ କରାଯାଇ ତତ୍ ସମ୍ପର୍କିତ ପଦକ୍ଷେପ ଗ୍ରହଣ କରାଯାଉଥିବା ପ୍ରାଧିକରଣ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଅନ୍ତିମ ଦିବସରେ ୯ଜଣ ଦିବ୍ୟାଙ୍ଗଙ୍କ ମଧ୍ୟରେ ୫ଜଣଙ୍କୁ ଟ୍ରାଇ ସାଇକେଲ, ୩ଜଣଙ୍କୁ ଶ୍ରବଣ ଯନ୍ତ୍ର ଏବଂ ଜଣକୁ ଆଶା ବାଡ଼ି ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଵିଶେଷ କୁମାର ସାହୁ, ସଦସ୍ୟ ଓମାର ମଲ୍ଲିକ, ଜିଲା ସାମାଜିକ ନିରାପତ୍ତା ଅଧିକାରୀ ଆଦିପତି କଅଁର,…
Read Moreଜିଲ୍ଲା ଶିକ୍ଷା ସମୂହ ସଂଗଠନ ଦ୍ବାରା ମେଧା ସମ୍ମାନ କାର୍ଯ୍ୟକ୍ରମ ଅନୁଷ୍ଠିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଶିକ୍ଷା ସମୂହ ସଂଗଠନ ଦ୍ବାରା ମେଧା ସମ୍ମାନ କାର୍ଯ୍ୟକ୍ରମ ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟଅଡିଟୋରିୟମଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଜିଲ୍ଲା ପରିଷଦଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁ, ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟ ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ପ୍ରଧାନ, ବିଡିଓ ପଦ୍ମଲୋଚନ ସାହୁ, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ, ପୌର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ଉପାଧ୍ୟକ୍ଷ ଗୁରୁ ପ୍ରସାଦ ଜେନା, ଜିଲ୍ଲା ପରିଷଦ ସଦସ୍ୟ କ୍ଷୀରୋଦ ମହାପାତ୍ର, ସରୋଜ ରଣସିଂହ, ଆଶିଷ ଅଗ୍ରୱାଲ, ସୁବାଷ କଅଁର ପ୍ରମୁଖ ଉପସ୍ଥିତ ରହିଥିଲେ। ମୁଖ୍ୟ ଅତିଥି ଡ଼ଃ. ସାହୁ ତାଙ୍କ ବକ୍ତବ୍ୟରେ, ପାଠ ବହି ସହ ଅନ୍ୟ ବହି ପଢ଼ିବା ପାଇଁ ଉପଦେଶ…
Read Moreନବୀନଙ୍କ ବିକାଶ ଧାରାକୁ ପାଥେୟ କରିବା ପାଇଁ ଆହ୍ୱାନ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ବଡ଼ପଣ୍ଡୁସର ଗ୍ରାମ ପଞ୍ଚାୟତ ସାନପଣ୍ଡୁସର ଗ୍ରାମର ବିଜୁ ଜନତା ଦଳର କର୍ମୀଙ୍କୁ ନେଇ କର୍ମୀ ସମିଳନୀ ଅନୁଷ୍ଠିତ ହୋଇଯାଇଛି । ସାନପଣ୍ଡୁସର ନିକଟସ୍ଥ ପାଟଚଣ୍ଡିପ୍ରସାଦର ଆମ୍ବତୋଟାଠାରେ ଅନୁଷ୍ଠିତ କର୍ମି ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ.ଅରୁଣ କୁମାର ସାହୁ ଯୋଗ ଦେଇଥିଲେ । ଏହି ଅବସରରେ ଡ.ସାହୁ କର୍ମୀଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀଙ୍କ ହାତ ମୁଠାକୁ ଟାଣ କରିବା ପାଇଁ ଅଭିଭାଷଣ ରଖିଥିଲେ । ସାରା ଭାରତ ବର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେଉଛନ୍ତି ବିକାଶ ପୁରୁଷ । ଗ୍ରାମାଞ୍ଚଳଠାରୁ ସହରାଞ୍ଚଳ ପର୍ୟ୍ୟନ୍ତ ଯେଉଁ ବିକାଶ ଘଟିଛି ସମସ୍ତଙ୍କର ଶ୍ରେୟ ହେଉଛନ୍ତି ନବୀନ । ନବୀନଙ୍କ ବିକାଶ ଧାରାକୁ ପାଥେୟ କରିବା ପାଇଁ ଡ. ସାହୁ ଆହ୍ୱାନ ଦେଇଥିଲେ । ବଡ଼ପଣ୍ଡୁସର ଗ୍ରାମ ପଞ୍ଚାୟତରେ ଅନେକ ବିକାଶ…
Read Moreନିଖିଳ ଉତ୍କଳ ଶିକ୍ଷକ ମହାସଂଘ ପକ୍ଷରୁ ରାଜ୍ୟ ନେତୃବୃନ୍ଦଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା
ନୟାଗଡ଼,(ନୟାଗଡ଼ ଦର୍ପଣ): ନିଖିଳ ଉତ୍କଳ ଶିକ୍ଷକ ମହାସଂଘ, ନୟାଗଡ଼ ଜିଲ୍ଲା ଶାଖା ପକ୍ଷରୁ ନିକଟରେ ନିର୍ବାଚିତ ରାଜ୍ୟ ନେତୃବୃନ୍ଦଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଜିଲ୍ଲାପରିଷଦ ସୃଜନ ସଭାଗୃହରେ ଏ ନେଇ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ ଅରୁଣ କୁମାର ସାହୁ ଯୋଗଦାନ କରି ପିଲାମାନଙ୍କୁ ଚିରାଚରିତ ଢଙ୍ଗରେ ଶିକ୍ଷାଦାନ ନକରି ସେମାନଙ୍କୁ ନୈତିକ ଶିକ୍ଷା ଏବଂ ନୀତିଶାସ୍ତ୍ର ଉପରେ ଶିକ୍ଷାଦାନ କରିବା ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ। ଶିକ୍ଷକମାନେ ସମାଜରେ ନିଜର ଆଦର୍ଶ ଓ ପରାକାଷ୍ଠା ବଜାୟ ରଖିବା ଉଚିତ ବୋଲି ମୁଖ୍ୟଅତିଥି ତାଙ୍କ ବକ୍ତବ୍ୟରେ ଉପସ୍ଥିତ ଶିକ୍ଷକ ମାନଙ୍କୁ ପରାମର୍ଶ ଦେଇଥିଲେ। ଅବସରପ୍ରାପ୍ତ ଶିକ୍ଷକ ନେତା ଦୀନବନ୍ଧୁ ମହାପାତ୍ରଙ୍କ ପୌରହିତ୍ୟରେ ଆୟୋଜିତ ଏହି ସମ୍ବର୍ଦ୍ଧନା ସଭାରେ ସମ୍ମାନିତ ଅତିଥି ଭାବେ ଜିଲା ପରିଷଦ ଅଧ୍ୟକ୍ଷ ଇଂ…
Read Moreସାଉଦି ଆରବରେ ପାଳିତ ହେଲା ଉତ୍କଳ ଦିବସ
ପାଞ୍ଚ ଜଣ ଓଡ଼ିଆଙ୍କୁ ମିଳିଲା “ଉତ୍କଳ ରତ୍ନ” ଓ ପଦ୍ମଶ୍ରୀ ଦିଲିପ ତିର୍କୀ ହେଲେ ବ୍ରାଣ୍ଡ ଅମ୍ବାସଡର ନୟାଗଡ଼,(ନୟାଗଡ଼ ଦର୍ପଣ): ସାଉଦି ଆରବର ଜୁବେଲ ସିଟି ଠାରେ ପ୍ରବାସୀ ଓଡ଼ିଆ ମାନଙ୍କ ସଂଗଠନ ‘ଉତ୍କଳିକା’ ତରଫରୁ ୮୮ତମ ଉତ୍କଳ ଦିବସ ଏବଂ ନିଜର ୧୪ ତମ ବାର୍ଷିକ ଉତ୍ସବ ଧୁମ୍ ଧାମ ରେ ପାଳନ ହୋଇ ଯାଇଛି। ଏହି ଅବସରରେ “ପଦ୍ମଶ୍ରୀ ଦିଲିପ” ତିର୍କୀ ଉତ୍କଳିକା ର ବ୍ରାଣ୍ଡ ଆମ୍ବାସଡର ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି, ଯାହାକି ସାଉଦି ଆରବରେ ଥିବା ପ୍ରତ୍ଯେକ ଓଡିଆଙ୍କ ପାଇଁ ଗର୍ବର ବିଷୟ। ଏଥିସହିତ ଉତ୍ସବରେ ୫ ଜଣ ଓଡ଼ିଆଙ୍କୁ ଉତ୍କଳିକା ତରଫରୁ ସର୍ବୋଚ୍ଚ ଓଡ଼ିଆ ସମ୍ମାନ “ଉତ୍କଳ ରତ୍ନ” ସମ୍ମାନରେ ସମ୍ମାନିତ କରାଯାଇଛି। ଏଥି ମଧ୍ୟରେ ରହିଛନ୍ତି ପଦ୍ମଭୂଷଣ ପ୍ରତିଭା ରାୟ, ପଦ୍ମଶ୍ରୀ ହଳଧର ନାଗ, ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ,…
Read Moreଲୋକସେବା ଭବନରେ ପ୍ରକୃତିମିତ୍ର ସମ୍ମାନରେ ସମ୍ବର୍ଦ୍ଧିତ ହେବ ଅନନ୍ୟା ଫାଉଣ୍ଡେସନ
ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟ ସରକାରଙ୍କ ତରଫରୁ ୨୦୨୨-୨୦୨୩ ଆର୍ଥିକ ବର୍ଷ ପାଇଁ ନୟାଗଡ଼ ବ୍ଲକରୁ ଅନନ୍ୟା ଫାଉଣ୍ଡେସନକୁ ମନୋନୀତ କରାଯାଇଛି। ଅନନ୍ୟା ଫାଉଣ୍ଡେସନ ନୟାଗଡ଼ ଜିଲ୍ଲାରେ ବିଭିନ୍ନ ସ୍ୱେଚ୍ଛାସେବୀ କାର୍ଯ୍ୟ ସହ ସକ୍ରିୟ ଅବଦାନ ଥିବା ବେଳେ ବିଶେଷ କରି ପରିବେଶ ପ୍ରତି ଥିବା ନିରବଚ୍ଛିନ୍ନ ଅବଦାନ ପାଇଁ ରାଜ୍ୟ ସରକାର ଏହି ପୁରସ୍କାର ପାଇଁ ମନୋନୀତ କରିଛନ୍ତି। ସୂଚନା ଥାଉକି ଟାଙ୍ଗରା ଭୂଇଁକୁ ସବୁଜ ବନାନୀରେ ପରିଣତ କରିବା ସହ ପ୍ଲାଷ୍ଟିକ ଫ୍ରି ନୟାଗଡ଼ ଅଭିଯାନ ପାଇଁ ‘ଅନନ୍ୟା ଫାଉଣ୍ଡେସନ’ ସଦସ୍ୟମାନେ ଅହରହ ଉଦ୍ୟମ ଚଳାଇଛନ୍ତି। ବିଭିନ୍ନ ସମୟରେ ପଶୁପକ୍ଷୀମାନଙ୍କ ଜଳପାନ ସୁବିଧା ସହ ବିଭିନ୍ନ ଦେବାଳୟରେ ପଲିଥିନ୍ ବ୍ୟବହାର କମ ପାଇଁ ‘ଅନନ୍ୟା ଫାଉଣ୍ଡେସନ’ ନିଜସ୍ଵ ଉଦ୍ୟମରେ ବାଉଁଶ ଚାଙ୍ଗୁଡ଼ି ବଣ୍ଟନ ସହ ନିଆରା କାର୍ଯ୍ୟକ୍ରମ କରି ଚର୍ଚ୍ଚାକୁ ଆସିଥିଲେ। ଅନେକ ସମୟରେ ବିଭିନ୍ନ…
Read Moreଭାରତୀୟ ଦର୍ଶନ ଓ ସଂସ୍କୃତିର ଆଧାର ସଂସ୍କୃତ ଭାଷା, ଦଶଦିବସୀୟ ଆବାସିକ ସଂସ୍କୃତ ପ୍ରଶିକ୍ଷଣ ଶିବିର
ନୟାଗଡ଼,(ନୟାଗଡ଼ ଦର୍ପଣ): ଭାରତର ପ୍ରାଚୀନ ଭାଷା ହେଉଛି ସଂସ୍କୃତ ଯାହାର ସମୃଦ୍ଧ ପରମ୍ପରା ଓ ଇତିହାସ ରହିଛି।କେବଳ ଭାରତ ନୁହେଁ ବିଶ୍ଵର ପ୍ରାଚୀନତମ ଓ ଶ୍ରେଷ୍ଠ ଭାଷାଭାବେ ମଧ୍ୟ ସଂସ୍କୃତକୁ ଗ୍ରହଣ କରାଯାଏ। ବୈଦିକ ଯୁଗରେ ଋଷିମାନେ ଭାରତୀୟ ଦର୍ଶନଶାସ୍ତ୍ରର ସ୍ରଷ୍ଟା ଅଟନ୍ତି। ଭାରତୀୟ ଦର୍ଶନର କେନ୍ଦ୍ରବିନ୍ଦୁ ହେଉଛି ବେଦ ଓ ଉପନିଷଦ ସେହିପରି ତତ୍ୱଜ୍ଞାନ ହେଉଛି ଭାରତୀୟ ସଂସ୍କୃତି ଓ ଧର୍ମର ମୂଳପିଣ୍ଡ। ବେଦ, ଉପନିଷଦ, ରାମାୟଣ, ମହାଭାରତ, ଗୀତା, ପୁରାଣ ଆଦି ମହାନ ଗ୍ରନ୍ଥର ରଚନା ପ୍ରଥମେ ସଂସ୍କୃତ ଭାଷାରେ ହୋଇଥିଲା । ବିଶେଷଭାବେ ଭାରତୀୟ ଦର୍ଶନ ଓ ସଂସ୍କୃତିର ଆଧାର ହେଉଛି ସଂସ୍କୃତ ଭାଷା ବୋଲି ନୟାଗଡ ସ୍ୱୟଂଶାସିତ ମହାବିଦ୍ୟାଳୟରେ ପରିସରରେ ଆୟୋଜିତ ହୋଇଥିବା ଦଶଦିବସୀୟ ଆବାସିକ ସଂସ୍କୃତ ପ୍ରଶିକ୍ଷଣ ଶିବିରରେ ଅତିଥି ଭାବେ ଯୋଗଦେଇ ସାହିତ୍ୟିକ ତଥା ଦର୍ଶନଶାସ୍ତ୍ର ଗବେଷକ ଶରତ…
Read More