ଜେମାଦେଇପୁର ଶାସନର ୪୭ତମ ଗ୍ରାମ୍ୟ ଜୟନ୍ତୀ ଉତ୍ସବ ଉଦ୍‌ଯାପିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ୍‌ ଅନ୍ତର୍ଗତ ଜେମାଦେଇପୁର ଶାସନରେ ଗତ ୨ ତାରିଖରୁ ଚାଲିଥିବା ୪ତମ ଗ୍ରାମ୍ୟ ଜୟନ୍ତୀ ଉତ୍ସବ ଉଦ୍‌ଯାପିତ ହୋଇଯାଇଛି। ଉତ୍ସବର ପ୍ରତିଷ୍ଠାତା ସମ୍ପାଦକ ମୁରଲୀଧର ଆଚାର୍ଯ୍ୟଙ୍କ ଆବାହକତ୍ଵରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ପୁରୀ ସଂସଦ ଡ଼ ସମ୍ବିତ ପାତ୍ର, ମୁଖ୍ୟବକ୍ତା ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, କନ୍ଧମାଳର ପୂର୍ବତନ ସଂସଦ ପ୍ରତ୍ୟୁଷା ରାଜେଶ୍ଵରୀ ସିଂ, ଜିଲ୍ଲା ପରିଷଦ ସଦସ୍ୟ ସୁବାସଚନ୍ଦ୍ର କହଁର, କ୍ରିଦାଶପୁର ସରପଞ୍ଚ ସଂଯୁକ୍ତା ବିଶ୍ଵାଳ ପ୍ରମୁଖ ଯୋଗଦେଇ ସାମାଜିକ ଜୀବନରେ ଗ୍ରାମ୍ୟ ସଂସ୍କୃତି ଓ ବର୍ଷକେ ଥରେ ସମସ୍ତେ ଭାଇଚାରା ନେଇ ଏକାଠି ହେବାର ଅଭିନବ ପ୍ରୟାସ ଗ୍ରାମ୍ୟ ଜୟନ୍ତୀର ପରିକଳ୍ପନାକୁ ଭୂୟସୀ ପ୍ରଶଂସା କରିଥିଲେ। ଏଥିରେ ଗ୍ରାମ କମିଟି ସଭାପତି ପୂର୍ଣ୍ଣଚନ୍ଦ୍ର…

Read More

ଆଇନଜୀବୀ ପୀତବାସ ପଣ୍ଡାଙ୍କ ହତ୍ୟାକାରୀଙ୍କୁ ୪୮ଘଣ୍ଟା ମଧ୍ୟରେ ଗିରଫ କରିବା ପାଇଁ ନୟାଗଡ଼ ଓକିଲ ସଙ୍ଘର ଦାବୀ

ନୟାଗଡ଼, (ନୟାଗଡ଼ ଦର୍ପଣ): ଓଡିଶା ରାଜ୍ୟ ଆଇନଜୀବୀ ପରିଷଦ ସଭ୍ୟ ତଥା ବ୍ରହ୍ମପୁର ଲୋକପ୍ରିୟ ଆଇନଜୀବୀ ସ୍ବର୍ଗତ ପୀତବାସ ପଣ୍ଡାଙ୍କୁ ଗତ ୬ ଅକ୍ଟୋବର ରାତ୍ର ୧୦ ଘଟିକା ସମୟରେ ବର୍ବରଚିତ୍ତ ହତ୍ୟାକୁ ନୟାଗଡ଼ ଜିଲ୍ଲା ଓକିଲ ସଙ୍ଘ ସଦସ୍ୟ ମାନେ ତୀବ୍ର ନିନ୍ଦା କରିଛନ୍ତି। ହତ୍ୟାକାରୀଙ୍କୁ ୪୮ଘଣ୍ଟା ମଧ୍ୟରେ ଗିରଫ କରିବା ସହିତ ମାନ୍ୟବର ଓଡିଶା ହାଇକୋର୍ଟ ନ୍ୟାୟମୁର୍ତିଙ୍କ ଦ୍ୱାରା ନ୍ୟାୟିକ ତଦନ୍ତ କରାଯିବା ସହ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ବିଚାର ପ୍ରକ୍ରିୟା ସମାପ୍ତ ପାଇଁ ସମୟ ଧାର୍ଯ୍ୟ କରାଯାଉ। ସ୍ବର୍ଗତ ପଣ୍ଡାଙ୍କ ପରିବାରକୁ ରାଜ୍ୟ ସରକାର ୧ କୋଟି ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯିବା ସହ ରାଜ୍ୟର ଅନ୍ୟାନ୍ୟ ପୀଡିତା ଆଇନଜୀବୀ ପରିବାରଙ୍କୁ ମଧ୍ୟ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଉ ଏବଂ ସାରା ରାଜ୍ୟର ୫୦ ହଜାର ଆଇନଜୀବୀଙ୍କ ସୁରକ୍ଷା ପାଇଁ…

Read More

ଚିନ୍ମୟ ମିଶନ ପକ୍ଷରୁ ୧୮ରେ ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା

ନୟାଗଡ଼,(ନୟାଗଡ଼ ଦର୍ପଣ): ଚିନ୍ମୟ ମିଶନ, ନୟାଗଡ଼ ଶାଖା ପକ୍ଷରୁ ବିଦ୍ୟାଳୟ ସ୍ତରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଶ୍ରୀମଦ୍ ଭଗବତଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା ଚଳିତ ମାସ ୧୮ ତାରିଖରେ ପିଟିଏସ୍‌ ରୋଡ଼ରେ ଅବସ୍ଥିତ ଭାରତ ବିକାଶ ପରିଷଦ ଭବନରେ ଅନୁଷ୍ଠିତ ହେବ। ଜୁନିୟର ଏବଂ ସିନିୟର ଦୁଇଟି ବିଭାଗରେ ଅନୁଷ୍ଠିତ ହେବାକୁ ଥିବା ଏହି ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ଚିନ୍ମୟ ମିଶନ ପକ୍ଷରୁ ପ୍ରମାଣ ପତ୍ର ସହିତ ପୁରସ୍କୃତ କରାଯିବ। ଜିଲ୍ଲାସ୍ତରରେ ପ୍ରଥମ ଏବଂ ଦ୍ୱିତୀୟ ସ୍ଥାନ ହାସଲ କରିଥିବା ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବେ। ଏହି ପ୍ରତିଯୋଗିତାରେ ନର୍ସରୀ ଶ୍ରେଣୀ ଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମାନେ ଅଂଶ ଗ୍ରହଣ କରି ଭଗବତ ଗୀତାର ୧୫ତମ ଅଧ୍ୟାୟର ଶ୍ଳୋକ ପାଠ କରିବେ । ଏ ନେଇ…

Read More

ସମର୍ପଣ ଗୃହରେ ଆନ୍ତର୍ଜାତିକ ଜରା ଦିବସ ପାଳନ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଲେଖନପୁର ସ୍ଥିତ ସମର୍ପଣ ଗୃହରେ ଆନ୍ତର୍ଜାତିକ ଜରା ଦିବସ ପାଳନ ହୋଇଯାଇଛି। ଅକ୍ଟୋବର ୦୧ ତାରିଖ ହେଉଛି ଆନ୍ତର୍ଜାତିକ ଜରା ଦିବସ। ସରକାରଙ୍କ ତରଫରୁ ସପ୍ତାହବ୍ୟାପୀ ଏହି ଦିବସ ପାଳନ ହେବାକୁ ଥିବା ପରିପ୍ରେକ୍ଷୀରେ ନୟାଗଡ଼ ଜିଲ୍ଲା ମୁଖ୍ଯ ଚିକିତ୍ସା ଅଧିକାରୀଙ୍କ ନିର୍ଦ୍ଦେଶରେ ଜିଲ୍ଲା ସ୍ବାସ୍ଥ୍ଯ ସମିତି ତରଫରୁ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ପୁଷ୍ପା ନିଳିମା ଲାକ୍ରା,ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ଅଶୋକ କୁମାର ସାହୁ, ନୟାଗଡ଼ ଓଲ୍ଡଟାଉନ୍ ସ୍ବାସ୍ଥ୍ଯକେନ୍ଦ୍ରର ଫାର୍ମାସିଷ୍ଟ ବେଦବ୍ୟାସ ପ୍ରଧାନ ସସମର୍ପଣରେ ପହଞ୍ଚି ସମସ୍ତ ଅନ୍ତେବାସୀ ମାନଙ୍କୁ ଫୁଲ ଚନ୍ଦନ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିବା ସହିତ ଶୁଖିଲା ଖାଦ୍ୟ ବଣ୍ଟନ କରିଥିଲେ।ତାପରେ ସମସ୍ତ ଅନ୍ତେବାସୀ ମାନଙ୍କର ସ୍ବାସ୍ଥ୍ଯ ପରୀକ୍ଷା କରିବା ସହିତ ସ୍ବାସ୍ଥ୍ଯ ସୁରକ୍ଷା ଓ ବାର୍ଦ୍ଧକ୍ଯ ଜନିତ ବିଭିନ୍ନ ସମସ୍ଯାର…

Read More

ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ଛାତ୍ର ଯୋଗ ଚମ୍ପିୟାନ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଦୁଇଜଣ ଛାତ୍ର ଆନ୍ତଃମହାବିଦ୍ୟାଳୟ ସ୍ତରୀୟ ଯୋଗ ପ୍ରଶିକ୍ଷଣ ପ୍ରତିଯୋଗିତାରେ ଯୋଗଦାନ କରି ଚମ୍ପିୟାନ ହୋଇ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି।  ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାର, ଭୁବନେଶ୍ୱର ଠାରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ପକ୍ଷରୁ ଯୁକ୍ତ ୩ ଦ୍ୱିତୀୟ ବର୍ଷ ରସାୟନ ବିଭାଗର ଛାତ୍ର କୃଷ୍ଣ ଚନ୍ଦ୍ର ଜାନୀ ବ୍ୟକ୍ତିଗତ ଭାବେ ଚମ୍ପିୟାନ ହୋଇଛନ୍ତି। ସେହିପରି ଅନ୍ୟତମ ପ୍ରତିଯୋଗୀ ହିସାବରେ ଯୁକ୍ତ ୩ ବାଣିଜ୍ୟ ବିଭାଗ ପ୍ରଥମ ବର୍ଷର ଛାତ୍ର ସିପୁନ କୁମାର ଭଟ୍ଟ ମଧ୍ୟ ଆନ୍ତଃ ବିଶ୍ୱବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଛନ୍ତି। ଆସନ୍ତା ମାସରେ ହେବାକୁ ଥିବା ସର୍ବ ଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତାରେ ଉଭୟ ଛାତ୍ର ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରତିନିଧିତ୍ୱ କରିବେ। ଉଭୟ ଛାତ୍ରଙ୍କ ଏହି…

Read More

ଗତିକେଶ ଉଚ୍ଚ ବିଦ୍ୟାଳୟର ୧୯୮୧ ମାଟ୍ରିକ ବ୍ୟାଚ୍ ଛାତ୍ରଛାତ୍ରୀଙ୍କ ବନ୍ଧୁ ମିଳନ

ନୟାଗଡ଼: ନୟାଗଡ଼ ଜିଲ୍ଲାର ପ୍ରମୁଖ ଶିକ୍ଷାନୁଷ୍ଠାନ ମାଳିସାହି ଗତିକେଶ ଉଚ୍ଚ ବିଦ୍ୟାଳୟର ୧୯୮୧ ମାଟ୍ରିକ୍ ବ୍ୟାଚ୍ ପୂରାତନ ଛାତ୍ରଛାତ୍ରୀ ମାନଙ୍କର ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ତୁଳସୀ ପୁର ସ୍ଥିତ ମଧୁବୈଶ ସମାଜ କଲ୍ୟାଣ ମଣ୍ଡପ ଠାରେ ମହା ଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି। ଏହି ବନ୍ଧୁମିଳନ କାର୍ଯ୍ୟକ୍ରମରେ ପୁରାତନ ଛାତ୍ରଛାତ୍ରୀ ମଧ୍ୟରୁ ମଞ୍ଜୁଲତା ଦେଇ, ପ୍ରଫୁଲ୍ଲ କୁମାର ସାହୁ ଓ ଚରଣ ପୃଷ୍ଟିଙ୍କ ସଂଯୋଜନାରେ ଏବଂ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଅଲେଖ ସାହୁଙ୍କ ସଭାପତିତ୍ବରେ ଉକ୍ତ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମକୁ ମଧ୍ଯ ଇଂରାଜୀ ଓ ଉଚ୍ଚ ବିଦ୍ୟାଳୟରେ ଶିକ୍ଷାଦାନ କରିଥିବା ସମସ୍ତ ଅବସରପ୍ରାପ୍ତ ଶିକ୍ଷକଙ୍କୁ ନିମନ୍ତ୍ରଣ କରା ଯାଇଥିଲା। ନିମନ୍ତ୍ରିତ ଶିକ୍ଷକ ମାନଙ୍କ ମଧ୍ୟରେ ଅବସରପ୍ରାପ୍ତ ଶିକ୍ଷକ ରାମଚନ୍ଦ୍ର ମହାପାତ୍ର, ଭଗବାନ ସାହୁ ଓ ଉକ୍ତ ବିଦ୍ୟାଳୟର ଅବସରପ୍ରାପ୍ତ ପିଅନ ଅପର୍ତି ସ୍ୱାଇଁ ଯୋଗ ଦେଇଥିଲେ।…

Read More

ବାଲୁଗାଁ ଚଣ୍ଡୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଦିବସ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ବ୍ଲକ୍ ଅନ୍ତର୍ଗତ ବାଲୁଗାଁ ଚଣ୍ଡୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଆଜି ହିନ୍ଦୀ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପିଲାମାନେ ହିନ୍ଦୀ ଶିକ୍ଷକ ଶୁଭାଶିଷ ସାହୁଙ୍କ ନିର୍ଦ୍ଦେଶନାରେ ଭାରତର ପ୍ରଥମ ମହିଳା ଡାକ୍ଟର ଆନନ୍ଦୀବେନ ଯୋଶୀଙ୍କ ଜୀବନୀ ଅଧାରିତ ଏକ କ୍ଷୁଦ୍ର ନାଟକ ପରିବେଷଣ କରିଥିଲେ। ସେହିପରି ହିନ୍ଦୀ ଭାଷା ସମ୍ପର୍କିତ ବିଭିନ୍ନ ବିଭାଗରେ ପ୍ରତିଯୋଗିତା କରାଯାଇ ଛାତ୍ର-ଛାତ୍ରୀ ମାନକୁ ପୁରଷ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାଷ୍କର ସାହୁ (CRCC) ହିନ୍ଦୀ ଭାଷା ଭାରତର ଏକତାର ମୁଳ ମନ୍ତ୍ର ରୁପେ ଅଭିହିତ କରିଥିଲେ ଏବଂ ହିନ୍ଦୀ ଶିକ୍ଷକ ଶୁଭାଶିଷ ସାହୁ ହିନ୍ଦୀ ଭାଷାର ଗୌରବମୟ ଇତିହାସକୁ ମନେପକେଇବା ସହିତ ହିନ୍ଦୀ ଭାଷାର ବିକାଶ ଏବଂ ହିନ୍ଦୀ ଭାଷାକୁ ଜନମାନସର ଭାଷା ରୁପେ ବର୍ଣ୍ଣନା କରିଥିଲେ। ପରିଶେଷରେ ବିଦ୍ୟାଳୟର ପ୍ରଧାନ…

Read More

ଅଭିଜିତଙ୍କ ଆଶୁ ଆରୋଗ୍ୟ କାମନା କରି ‘ସଙ୍ଗୀତଧାରା’ ପକ୍ଷରୁ ସମୂହ ଦୀପଦାନ

ନୟାଗଡ଼,(ନୟାଗଡ଼ ଦର୍ପଣ): ଓଡ଼ିଶାର ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାରଙ୍କ ଆଶୁ ଆରୋଗ୍ୟ କାମନା କରି ‘ସଙ୍ଗୀତଧାରା’ ପକ୍ଷରୁ ନୟାଗଡ଼ ପୁରୁଣା ସହରସ୍ଥିତ ଶ୍ରୀଜଗନ୍ନାଥଙ୍କ ମନ୍ଦିର ପ୍ରାଙ୍ଗଣରେ ସମୂହ ଦୀପଦାନ କରାଯାଇଛି। ସଙ୍ଗୀତଧାରା ସମ୍ପାଦକ କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ଦୀପଦାନ କାର୍ଯ୍ୟକ୍ରମରେ ବେତାର କଣ୍ଠଶିଳ୍ପୀ ସୁରଗନ୍ଧର୍ବ ନବକିଶୋର ମିଶ୍ର, ପ୍ରଶାନ୍ତ ପଟ୍ଟନାୟକ, ଲକ୍ଷ୍ମୀଧର ସାହୁ, ଅଶୋକ କୁମାର ମଲ୍ଲ, ସୁଦର୍ଶନ ସାହୁ, ଦୀନବନ୍ଧୁ ସାହୁ ପ୍ରମୁଖ ଯୋଗଦାନ କରି ଶ୍ରୀଜଗନ୍ନାଥଙ୍କ ନିକଟରେ ଅଭିଜିତ ମଜୁମଦାରଙ୍କ ଦ୍ରୁତ ଆରୋଗ୍ୟ କାମନା କରି ସମୂହ ପ୍ରଦୀପ ପ୍ରଜ୍ଜ୍ୱଳନ କରିଥିଲେ। ସୂଚନା ଯୋଗ୍ୟ, ଓଡ଼ିଶାର ଲୋକପ୍ରିୟ ସଙ୍ଗୀତକାର ଶ୍ରୀ ମଜୁମଦାର ବର୍ତ୍ତମାନ ଉଚ୍ଚ ରକ୍ତଚାପ, ଥାଇରଏଡ୍, ଯକୃତ ରୋଗ,ଗମ୍ଭୀର ସ୍ନାୟୁଗତ ରୋଗ, ନିମୋନିଆ ଏବଂ ରକ୍ତପ୍ରବାହ ସଂକ୍ରମଣରେ ପୀଡ଼ିତ ହୋଇ  ଭୁବନେଶ୍ୱର ଏମ୍ସରେ…

Read More

ନୟାଗଡ଼ ପୌରପରିଷଦ ପକ୍ଷରୁ ସ୍ୱଚ୍ଛତା ପକ୍ଷ ପାଳନ, ଜିଲ୍ଲାପାଳ କରାଇଲେ ଶପଥ ପାଠ

ନୟାଗଡ଼,(ନୟାଗଡ଼ ଦର୍ପଣ): ମାଆ ପାଇଁ ଗଛଟିଏ, ପରିବେଶର ସ୍ୱଚ୍ଛତା ଓ ସୁରକ୍ଷା, ଗଛ ଲଗାଇବା ପାଇଁ ଅନ୍ୟକୁ ସଚେତନ ତଥା ଉତ୍ସାହିତ କରାଇବା ଉଦ୍ଦେଶ୍ୟରେ ଏକ ସଚେତନତା ରାଲି ନୟାଗଡ଼ ପୌରପରିଷଦ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି। ଏହି ରାଲିରେ ଏନଏସି ଉଚ୍ଚ ବିଦ୍ୟାଳୟ ଓ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ,ନୟାଗଡ଼ର ଛାତ୍ରଛାତ୍ରୀ, ସମସ୍ତ କାଉନସିଲର, ଶିକ୍ଷକ ଶିକ୍ଷୟିତ୍ରୀ, ପୌରପରିଷଦ କର୍ମଚାରୀ ତଥା ବିଭିନ୍ନ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା ମାନେ ଯୋଗଦାନ କରିଥିଲେ। ଜିଲ୍ଲା ପାଠାଗାର ଠାରୁ ଶ୍ରୀଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ଅନୁଷ୍ଠିତ ଏହି ରାଲିକୁ ଜିଲ୍ଲା ପରିଷଦ ସଭାପତି ଇଂ ଦେବାଶିଷ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ପୌରାଧ୍ୟକ୍ଷା ନିରୁପମା ଖଟେଇ ଏବଂ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା ପ୍ରମୁଖ ଅତିଥି ଭାବେ ଯୋଗଦାନ ପୂର୍ବକ ପତାକା ଦେଖାଇ ଉଦଘାଟନ କରିଥିଲେ। ଶ୍ରୀଜଗନ୍ନାଥ ମନ୍ଦିର ନିକଟରେ…

Read More

ଏକ୍ ପେଡ୍ ମା କେ ନାମ୍ କାର୍ଯ୍ୟକ୍ରମରେ ଗଛଲଗାଇଲେ ଛାତ୍ରଛାତ୍ରୀ

ନୟାଗଡ଼, (ନୟାଗଡ଼ ଦର୍ପଣ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଆଜି ସାରା ଦେଶରେ “ଏକ୍ ପେଡ୍ ମା କେ ନାମ୍” କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ବିଦ୍ୟାଳୟ ପାଠପଢ଼ା ସକାଳୁଆ ହୋଇଛି। ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରିବା ପାଇଁ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରିଥିଲେ। ପ୍ରଧାନଶିକ୍ଷୟିତ୍ରୀ ଝୁମୁରୀ ସାହୁଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ। ସେହି ପରି ସିନ୍ଦୁରିଆ ପଞ୍ଚାୟତ ତରଫରୁ ଆୟୋଜିତ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣକରିଥିଲେ। ବରିଷ୍ଠ ସହକାରୀ ଶିକ୍ଷକ ଶେଖ୍ ଅବଦୁଲ୍ ଖାଲିକ୍, ସହକାରୀ ଶିକ୍ଷୟିତ୍ରୀ ମଗ୍ନମ୍ ଜାହାଁ ଓ କ୍ରୀଡ଼ାଶିକ୍ଷକ ଜିତେନ୍ଦ୍ର ଗୁରୁ ପଞ୍ଚାୟତ ଅଧିନରେ ହେଉଥିବା ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଉପସ୍ଥିତ…

Read More