ମାଙ୍କପଲ୍ଲୀରେ ରୋଟାରୀ କ୍ଲବ ପକ୍ଷରୁ ଚାରା ବଣ୍ଟନ କାର୍ଯ୍ୟକ୍ରମ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ନିକଟସ୍ଥ ମାଙ୍କପଲ୍ଲୀ ଗ୍ରାମରେ ରୋଟାରୀ କ୍ଲବ ପକ୍ଷରୁ ଏକ ଚାରା ବଣ୍ଟନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ରୋଟାରୀ କ୍ଲବର ସଭାପତି ବାସୁଦେବ ସାହୁ ଏବଂ ସମ୍ପାଦକ ଦିଲ୍ଲୀପ କୁମାର ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ଅବସରରେ ଗ୍ରାମବାସୀ ଏବଂ ସ୍କୁଲର ଛାତ୍ରଛାତ୍ରୀମାନଙ୍କୁ ପ୍ରାୟ ୨୦୦ରୁ ଅଧିକ ଅଁଳା, ଅମୃତଭଣ୍ଡା, ପିଜୁଳି, ଡାଳିମ୍ବ ଓ ସଜନା ଚାରା ବଣ୍ଟନ କରାଯାଇଥିଲା। ପରିବେଶ ସୁରକ୍ଷା ଏବଂ ବୃକ୍ଷରୋପଣ ପ୍ରତି ସଚେତନତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ଏହି ପଦକ୍ଷେପ ଗ୍ରହଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବରିଷ୍ଠ ରୋଟାରିଆନ ପ୍ରଶନ୍ନ ବସନ୍ତିଆ, ପ୍ରକାଶ ପଟ୍ଟନାୟକ, ମିହିର ନାୟକ, ଜି ରଶ୍ମିରାଜ, ମଦନ ମୋହନ ମହାପାତ୍ର, ଶ୍ରୀଧର ସାହୁ, ପ୍ରବୀର ପୃଷ୍ଟି, ଅବିନାଶ ସାହୁ, ଦେବାଶିଷ ପଟ୍ଟନାୟକ, ଭାଗିରଥି ସାହୁ…

Read More

ଅବସର ଗ୍ରହଣ କଲେ ପ୍ରଧାନଶିକ୍ଷକ

ନୟାଗଡ଼, (ନୟାଗଡ଼ ଦର୍ପଣ): ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟର ପୂର୍ବତନ ଏନ୍.ସି.ସି ଶିକ୍ଷକ ଅଜୟ କୁମାର୍ ମିଶ୍ର ନିକଟରେ ପ୍ରଧାନଶିକ୍ଷକ ଭାବରେ ପଦୋନ୍ନତି ପାଇ ଗତ ଜୁନ୍ ଚାରି ତାରିଖରେ ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟରେ ଯୋଗଦେଇ ଆଜି ସରକାରୀ ଚାକିରିରୁ ଅବସର ନେଲେ। ଶ୍ରୀଯୁକ୍ତ ମିଶ୍ର ଜଣେ ବିଜ୍ଞାନ ଶିକ୍ଷକ ଭାବରେ ଶିକ୍ଷକତା ଜୀବନ ଆରମ୍ଭ କରିଥିବା ବେଳେ ପରେ ନିଜକୁ ଜଣେ ଏନ୍. ସି. ସି ଅଧିକାରୀ ଭାବରେ ନିଜକୁ ପ୍ରତିଷ୍ଠା କରିପାରିଥିଲେ। ତାଙ୍କର ଅବସରକାଳୀନ ସଭାରେ ବରିଷ୍ଠ ଶିକ୍ଷୟିତ୍ରୀ ଝୁମୁରୀ ସାହୁ ଅଧ୍ୟକ୍ଷତା କରିଥିବା ବେଳେ ବରିଷ୍ଠ ଶିକ୍ଷକ ଶେଖ୍ ଅବଦୁଲ୍ ଖାଲିକ୍ ସଂଯୋଜନା କରିଥିଲେ। ଆଜିର ସଭାରେ ନୟାଗଡ଼ ବ୍ଲକର ପୂର୍ବତନ ଶିକ୍ଷା ଅଧିକାରୀ ନିମାଇଁ ଚରଣ ପ୍ରଧାନ, ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଉମାକାନ୍ତ ସେଠୀ, ବିଦ୍ୟାଳୟର ପଞ୍ଚସଖା ଶିକ୍ଷା ସେତୁ…

Read More

ନୟାଗଡ଼ ବ୍ଲକରେ ସାମାଜିକ ସୁରକ୍ଷା ଭତ୍ତା ବଣ୍ଟନ, ୨୬୦ଜଣ ନୂତନ ହିତାଧିକାରୀ ପାଇଲେ ସହାୟତା

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକର ନୂତନ ସମ୍ମିଳନୀ କକ୍ଷରେ ସାମାଜିକ ସୁରକ୍ଷା ଭତ୍ତା ସମ୍ପର୍କିତ ଏକ ସ୍ୱତନ୍ତ୍ର ବୈଠକ ସହ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ନୂତନ ଭାବେ ମଞ୍ଜୁରୀପ୍ରାପ୍ତ ୨୬୦ ଜଣ ହିତାଧିକାରୀଙ୍କୁ ସାମାଜିକ ସୁରକ୍ଷା ଭତ୍ତା ପ୍ରଦାନ କରାଯାଇଥିଲା। ଏହି ଅବସରରେ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏବଂ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ମୁଖ୍ୟ ଅତିଥି ଭାବେ ଉପସ୍ଥିତ ରହି ହିତାଧିକାରୀମାନଙ୍କୁ ଭତ୍ତା ବଣ୍ଟନ କରିଥିଲେ। ବୈଠକରେ ସରକାରଙ୍କ ସାମାଜିକ ସୁରକ୍ଷା ଯୋଜନାର ସଫଳ ରୂପାୟନ, ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀଙ୍କ ପାଖରେ ନିର୍ଦ୍ଦିଷ୍ଟ ସମୟରେ ସହାୟତା ପହଞ୍ଚାଇବା ଏବଂ ସରକାରୀ ସେବାକୁ ଅଧିକ ସ୍ୱଚ୍ଛ, ଦକ୍ଷ ଓ ଲୋକାଭିମୁଖୀ କରିବା ଉପରେ ବିସ୍ତୃତ ଆଲୋଚନା…

Read More

ପ୍ରତ୍ୟୁଷା ରାଜେଶ୍ୱରୀ ସିଂହଙ୍କ ଭୋଟର ତାଲିକା ଅନ୍ତର୍ଭୁକ୍ତିକୁ ନେଇ ଅଭିଯୋଗ, ଉପଜିଲ୍ଲାପାଳଙ୍କ ନିକଟରେ କଂଗ୍ରେସର ଫେରାଦ

ନୟାଗଡ଼, (ନୟାଗଡ଼ ଦର୍ପଣ): ୧୨୨–ନୟାଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀର ଖସଡ଼ା ଭୋଟର ତାଲିକା (SIR-୨୦୨୬)ରେ ପ୍ରତ୍ୟୁଷା ରାଜେଶ୍ୱରୀ ସିଂହଙ୍କ ନାମ ଅନ୍ତର୍ଭୁକ୍ତିକୁ ନେଇ ଭାରତୀୟ ଜାତୀୟ କଂଗ୍ରେସର ବୁଥ୍ ଲେଭଲ୍ ଏଜେଣ୍ଟ (BLA-1) ଲକ୍ଷ୍ମୀଧର ତ୍ରିପାଠୀ ଉପଜିଲ୍ଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀଙ୍କ ନିକଟରେ ଏକ ଲିଖିତ ଅଭିଯୋଗ ଦାଖଲ କରିଛନ୍ତି। ଅଭିଯୋଗରେ କୁହାଯାଇଛି ଯେ ବୁଥ୍ ନଂ–୮୫ର କ୍ରମିକ ନଂ–୨୯୭ (EPIC: RAU0029355)ରେ ଶ୍ରୀମତୀ ସିଂହଙ୍କ ନାମ ଅନ୍ତର୍ଭୁକ୍ତି ସମୟରେ ବିଶେଷ ସଘନ ସଂଶୋଧନ (SIR)-୨୦୨୬ ଅଧୀନରେ ନିର୍ଦ୍ଧାରିତ ଯାଞ୍ଚ ପ୍ରକ୍ରିୟା ସଠିକ୍ ଭାବେ ପାଳନ କରାଯାଇ ନଥିବା ସନ୍ଦେହ ରହିଛି। ଆବେଦନରେ ଦର୍ଶାଯାଇଛି ଯେ ତାଙ୍କ ନାମ ୨୦୦୨ ମସିହାର ରାଞ୍ଚି ଭୋଟର ତାଲିକାର “ମ୍ୟାପିଂ” ଆଧାରରେ ସାମିଲ କରାଯାଇଥିବା କୁହାଯାଉଥିଲେ ମଧ୍ୟ, ସେହି ସମୟରେ ସେ ପ୍ରକୃତରେ ଭୋଟର ଥିଲେ କି ନାହିଁ…

Read More

ନୟାଗଡ଼ରେ ସମ୍ଭାଗ ସ୍ତରୀୟ ଶିଶୁ ବାଟିକା ପ୍ରମୁଖ କାର୍ଯ୍ୟଶାଳା ଉଦ୍‌ଯାପିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ନୟାଗଡ଼ ପ୍ରାଙ୍ଗଣରେ ବିଗତ ଦୁଇ ଦିନ ଧରି ଚାଲିଥିବା ସମ୍ଭାଗ ସ୍ତରୀୟ ଆଧାର ସ୍ତର ଶିଶୁ ବାଟିକା ପ୍ରମୁଖ କାର୍ଯ୍ୟଶାଳା ରବିବାର ସମାରୋପ ହୋଇଯାଇଛି। ଏହି କାର୍ଯ୍ୟଶାଳାରେ ସମ୍ଭାଗ ଅଧୀନ ୧୩୬ଟି ବିଦ୍ୟାଳୟର ୮୬ ଜଣ ଗୁରୁଜୀ ଓ ଗୁରୁମା ଅଂଶଗ୍ରହଣ କରି ଶିଶୁମାନଙ୍କର ସର୍ବାଙ୍ଗୀଣ ବିକାଶ, ଗୁଣାତ୍ମକ ଶିକ୍ଷା ଓ ଶିକ୍ଷାଦାନର ନୂତନ ପଦ୍ଧତି ସମ୍ପର୍କରେ ବିସ୍ତୃତ ଜ୍ଞାନ ଆହରଣ କରିଥିଲେ। ସମାରୋପ ଉତ୍ସବରେ ପ୍ରାନ୍ତ ମାଧ୍ୟମିକ ଶୈକ୍ଷିକ ସଂଯୋଜକ ଆଶିଷ କୁମାର ରଥ, ନୟାଗଡ଼ ଜିଲ୍ଲା ସହ ପ୍ରମୁଖ କେଶବ ଚନ୍ଦ୍ର ରାଉତରାୟ, ସମ୍ଭାଗ ଶିଶୁ ବାଟିକା ଶୈକ୍ଷିକ ସଂଯୋଜକ ପବିତ୍ର କୁମାର ପଣ୍ଡା, ବିଭାଗ ନିରୀକ୍ଷକ ପ୍ରଶାନ୍ତ କୁମାର ପ୍ରଧାନ, ପ୍ରାନ୍ତ ଶିଶୁ ବାଟିକା ସହ ପ୍ରମୁଖ ରୀନା ରାଉତରାୟ, ସମ୍ଭାଗ ଶିଶୁ…

Read More

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ହାଉସିଂବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ବିଦ୍ଯାଳୟର ସଂପାଦକ ସମାଜସେବୀ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ରଥପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।  ରଥ ନିର୍ମାଣ ପାଇଁ ବ୍ଯବହୃତ ହେଉଥିବା ଫାସି, ଅସନ, ଧଉରା ଗଛର ଅଭାବକୁ ନେଇ ସୃଷ୍ଟି ହେଉଥିବା ବିଭିନ୍ନ ବାଦବିବାଦରୁ ଦୂରେଇ ବିଦ୍ଯାଳୟର ସେବାବ୍ରତୀ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ ମାନେ ନିଜ ନିଜ ଜମିବାଡିରେ ଫାସି ଗଛ ଲଗାଇ ତାକୁ ଯତ୍ନ ସହକାରେ ବଡକରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ସମର୍ପଣ କରିବାକୁ ସଂକଳ୍ପ ନେଇଛନ୍ତି। ଏହି ଫାସି ଚାରା ବଣ୍ଟନ କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥିଭାବେ ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ ଯୋଗଦେଇଥିଲା ବେଳେ ବିଶିଷ୍ଟ ଅତିଥି ଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇ ଥିଲେ, ସମ୍ମାନିତ…

Read More

ଦାସିଆ ଅଜାଙ୍କ ୧୧୯ତମ ଜୟନ୍ତୀ ପାଳିତ, ଛାତ୍ରଛାତ୍ରୀଙ୍କୁ ସଂଘର୍ଷ ଓ ସଂକଳ୍ପର ବାର୍ତ୍ତା

ନୟାଗଡ଼,(ନୟାଗଡ଼ ଦର୍ପଣ): ସ୍ଥାନୀୟ ୟୁନିଟେକ କଲେଜ ପରିସରରେ ନୟାଗଡ଼ ପୂଜ୍ୟପୂଜା କମିଟି ପକ୍ଷରୁ ପାଠାଗାର ଆନ୍ଦୋଳନର ପୁରୋଧା ଦାଶରଥି ପଟ୍ଟନାୟକ (ଦାସିଆ ଅଜା)ଙ୍କ ୧୧୯ତମ ଜୟନ୍ତୀ ଅବସରରେ ଏକ ଶ୍ରଦ୍ଧାଞ୍ଜଳି ଓ ସ୍ମୃତିଚାରଣ ସଭା ଆୟୋଜିତ ହୋଇଯାଇଛି। ପୂଜ୍ୟପୂଜା କମିଟିର ଆବାହକ ଧିରେନ୍ଦ୍ର ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ୟୁନିଟେକର ଚେୟାରମ୍ୟାନ ଶ୍ରୀ ପ୍ରଦୀପ ପୃଷ୍ଟି ମୁଖ୍ୟ ଅତିଥି ଏବଂ ନୟାଗଡ଼ କ୍ଲବ୍ ତଥା ସମର୍ପଣ ବୃଦ୍ଧାଶ୍ରମର ସମ୍ପାଦକ ଶ୍ରୀ ଶ୍ରୀଧର ସାହୁ ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିଲେ। ଅତିଥିମାନେ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଦାସିଆ ଅଜାଙ୍କ ସଂଘର୍ଷମୟ ଜୀବନ, ତାଙ୍କର ନିଷ୍ଠା, ପ୍ରୟାସ ଏବଂ କିଛି କରି ଦେଖାଇବାର ଦୃଢ଼ ସଂକଳ୍ପରୁ ପ୍ରେରଣା ନେଇ ଜୀବନରେ ସଫଳତା ହାସଲ କରିବାକୁ ଆହ୍ୱାନ ଜଣାଇଥିଲେ। ପୂଜ୍ୟପୂଜା କମିଟିର ବରିଷ୍ଠ ସଦସ୍ୟ ଶ୍ରୀ ଶରତ ଚନ୍ଦ୍ର ଆଚାର୍ଯ୍ୟ ସ୍ୱାଗତ ଭାଷଣ…

Read More

ଭାଗିରଥୀ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ୟାପକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ବନ ମହୋତ୍ସବ ଅବସରରେ ନୟାଗଡ଼ ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁରସ୍ଥିତ ଭାଗିରଥୀ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ୟାପକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପୂର୍ଣ୍ଣିମା ତ୍ରିପାଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ କରାଯାଇଥିଲା। ବିଦ୍ୟାଳୟର ଇକୋ କ୍ଲବ ପକ୍ଷରୁ ପରିଚାଳିତ ଏହି ପରିବେଶ ସଚେତନତା କାର୍ଯ୍ୟକ୍ରମରେ ସମସ୍ତ ଛାତ୍ରଛାତ୍ରୀ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ସ୍କୁଲ ପରିଚାଳନା କମିଟିର ସଭାପତି ନବ କିଶୋର ପରିଡ଼ା, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ଦାସଙ୍କ ସମେତ ଶିକ୍ଷକ ବିଭୂତି ଭୂଷଣ ରଣସିଂହ, ସୂର୍ଯ୍ୟତା ବେହେରା, ଅନସୂୟା ବେହେରା, ଲୋମିତ ପ୍ରିୟଦର୍ଶିନୀ, ସ୍ୱାଗତିକା ମହାନ୍ତି, ବେଣୁଧର ବିଶ୍ୱାଳ, ରାଜେଶ କୁମାର ପଣ୍ଡା, ଦୀପକ କୁମାର ମଙ୍ଗଳ, କିଶୋର କୁମାର ଭଞ୍ଜ, ଚିତ୍ତରଞ୍ଜନ ଦାଶ, ଯୋଗେଶ…

Read More

ଭାରତ ବିକାଶ ପରିଷଦ, ନୟାଗଡର ପ୍ରତିଷ୍ଠା ଦିବସ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସର୍କିଟ୍ ହାଉସ୍ ନିକଟରେ ଅବସ୍ଥିତ ଭାରତ ବିକାଶ ପରିଷଦ, ନୟାଗଡ଼ ଶାଖା ଭବନରେ ପରିଷଦର ପ୍ରତିଷ୍ଠା ଦିବସ ତଥା ନୟାଗଡ଼ ଶାଖାର ସ୍ଥାପନା ଦିବସ ପାଳିତ ହୋଇ ଯାଇଛି। ଶାଖା ଅଧ୍ଯକ୍ଷ ପ୍ରସନ୍ନ କୁମାର ବସନ୍ତିଆଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ଓଡିଆ ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ସତ୍ଯ ନାରାୟଣ ଆଚାର୍ଯ୍ୟ ଯୋଗଦେଇ ଥିଲା ବେଳେ ମୁଖ୍ଯବକ୍ତା ଭାବେ ବରିଷ୍ଠ ଆଇନଜୀବୀ ତଥା ବିଶିଷ୍ଟ ସାହିତ୍ୟିକ ଚନ୍ଦ୍ର ବିଜୟୀ ମିଶ୍ର ଓ ସମ୍ମାନିତ ଅତିଥି ଭାବେ ଭାରତ ବିକାଶ ପରିଷଦ ଓଡିଶା ପୂର୍ବପ୍ରାନ୍ତର ଉପାଧ୍ୟକ୍ଷ ଶ୍ରୀଧର ସାହୁ ଯୋଗଦେଇଥିଲେ। ନୟାଗଡ଼ ଶାଖାର ପ୍ରତିଷ୍ଠାତା ସଦସ୍ଯ ପ୍ରଫେସର ହର ପ୍ରସାଦ ମହାପାତ୍ର ମଞ୍ଚାସୀନ ହୋଇ ମାଆ ଭାରତୀଙ୍କ ବନ୍ଦନା ବନ୍ଦେମାତରମ୍ ସାମୂହିକ ଗାନ କରି ଭାରତ ବିକାଶ ପରିଷଦର…

Read More

ଚକ୍ଷୁଦାନ କଲେ ଅଙ୍ଗନବାଡ଼ି ଜିଲ୍ଲା ସଭାନେତ୍ରୀ ଜ୍ୟୋତ୍ସାମୟୀ

ହଜାର ହଜାର ଲୋକଙ୍କ ଉପସ୍ଥିତିରେ ଶେଷକୃତ୍ତ୍ୟ, ଝିଅ ଦେଲା ମୁଖାଗ୍ନି ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଅଙ୍ଗନବାଡ଼ି ସଂଘ ସଭାନେତ୍ରୀ ଜ୍ୟୋତ୍ସାମୟୀ ପଣ୍ଡାଙ୍କ ଗତକାଲି ସଂନ୍ଧ୍ୟାରେ ପରଲୋକ ଘଟିଥିଲା । ଜ୍ୟୋତ୍ସାମୟୀଙ୍କ ମୃତ୍ୟୁ ପରେ ପରିବାର ସମ୍ମତିକ୍ରମେ ତାଙ୍କ ଚକ୍ଷୁଦାନ କରାଯାଇଛି । ଆଜି ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଶବ ବ୍ୟବଚ୍ଛେଦ କରାଯିବା ପରେ ନୟାଗଡ଼ ବ୍ଲକ ପରିସରକୁ ଅଣାଯାଇଥିଲା । ସିଡିପିଓ କାର୍ଯ୍ୟାଳୟଠାରେ ବହୁ ଅଙ୍ଗନବାଡ଼ି କର୍ମୀ ଶେଷ ଦର୍ଶନ କରିଥିଲେ । ଏହା ପରେ ତାଙ୍କ କ୍ରିଦାଶପୁର ସ୍ଥିତ ବାସଭବନକୁ ଅଣାଯାଇଥିଲା । ସେଠାରେ ବିଧି ଅନୁସାରେ ସମସ୍ତ କାର୍ଯ୍ୟ କରାଯିବା ସହ ହଜାର ହଜାର ଲୋକ ଶେଷ ଦର୍ଶନ କରିଥିଲେ । ବହୁ ଲୋକଙ୍କ ସହ ଶବ ଶୋଭାଯାତ୍ରା କରାଯାଇ ଗାଁ ସ୍ମଶାନରେ ଶେଷକୃତ୍ତ୍ୟ ସମ୍ପର୍ଣ୍ଣ ହୋଇଛି । ତାଙ୍କର ଏକ ମାତ୍ର…

Read More