ନୟାଗଡ଼ ସରସ୍ବତୀ ଶିଶୁଵିଦ୍ୟା ମନ୍ଦିରରେ ବାର୍ଷିକ କ୍ରୀଡା

ନୟାଗଡ଼, (ନୟାଗଡ଼ ଦର୍ପଣ): ଗତ ଦୁଇଦିନ ଧରି ନୟାଗଡ଼ ସରସ୍ବତୀ ଶିଶୁଵିଦ୍ୟାମନ୍ଦିରର ବାର୍ଷିକ କ୍ରୀଡା PTS ପଡିଆରେ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ ଉତ୍ସବରେ ପୋଲିସ ଟ୍ରେନିଂ ସ୍କୁଲର ଅଧିକ୍ଷକ ଭୂପେଶ ନାୟକ ଦୀପ ପ୍ରଜ୍ବଳନ କରି ମା ସାରଦାଙ୍କ ନିକଟରେ ଆଶିଷ ଭିକ୍ଷା କରିଥିଲେ। ବିଶେଷ ଅତିଥି ଭାବେ ଶିକ୍ଷା ବିକାଶ ସମିତି ଓଡ଼ିଆଙ୍କ ଖୋର୍ଦ୍ଧା ବିଭାଗ ନିରୀକ୍ଷକ ପ୍ରସନ୍ନ କୁମାର ମହାନ୍ତି ଉପସ୍ଥିତ ଥିଲେ। ମୁଖ୍ୟ ଅତିଥି ଶ୍ରୀ ନାୟକ ଛାତ୍ରଛାତ୍ରୀମାନେ ମୋବାଇଲ ଠାରୁ ଦୁରେଇ ରହିବା ଓ କ୍ରୀଡାରେ ମନୋନିବେଶ କରି କୃତିତ୍ୱ ଅର୍ଜନ କରିବା ପାଇଁ ଉପଦେଶ ଦେଇଥିଲେ। ଦୁଇଦିନ ଧରି ଚାଲିଥିବା ଏହି ଉତ୍ସବ ରେ ଛାତ୍ରଛାତ୍ରୀ ମାନେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ। ପ୍ରାୟ ୮୦୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଦୌଡ଼, ଗୋଳା ଫିଙ୍ଗା, ଥାଳିଆ ଫିଙ୍ଗା, ଲମ୍ବାଡ଼ିଆଁ, ଉଚ୍ଚଡିଆଁ ଇତ୍ୟାଦି…

Read More

ଭଏସ୍ ଅଫ୍ ନୟାଗଡ଼ ସିଜିନ-୫

ଚଳିତ ବର୍ଷ ନଭେମ୍ବର ୨୪ ତାରିଖ ରବିବାର ଠାରୁ ଆରମ୍ଭ ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ର ଏକ ଅନନ୍ଯ ଅନୁଷ୍ଠାନ ନୟାଗଡ଼ କ୍ଳବ୍ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ସଂଗୀତ ପ୍ରତିଯୋଗିତା “ଭଏସ୍ ଅଫ୍ ନୟାଗଡ଼” କେବଳ ନୟାଗଡ଼ ନୁହେଁ ରାଜ୍ଯର ଏକ ସଫଳ ସଂଗୀତ ପ୍ରତିଯୋଗିତା କାର୍ଯ୍ୟକ୍ରମ। ସଂଗୀତ ସାଧନା କରୁଥିବା ଛାତ୍ରଛାତ୍ରୀ ଓ ଯୁବ ପ୍ରତିଭା ମାନଙ୍କୁ ଲୋକଲୋଚନକୁ ଆଣିବା ତଥା ରାଜ୍ଯ ସ୍ତରରେ ସେମାନଙ୍କୁ ପରିଚିତ କରାଇବା ଆମର ପ୍ରଧାନ ଲକ୍ଷ୍ଯ। ପ୍ରକାଶ ଥାଉକି, ଗତ ଚାରିବର୍ଷ ମଧ୍ଯ ରେ ହୋଇଥିବା ପ୍ରତିଯୋଗିତାର ୦୫ ଜଣ ପ୍ରତିଭାବାନ କଳାକାର ଆଜି ରାଜ୍ଯ ସ୍ତରରେ ନିଜସ୍ବ ପରିଚୟ ସ୍ରୁଷ୍ଟି କରି ପାରିଛନ୍ତି। ଚଳିତ ବର୍ଷ ନଭେମ୍ବର ୨୪ ତାରିଖ ରବିବାର ଦିନ ନୟାଗଡ଼ ୟୁନିଟେକ୍ କଲେଜ ରେ ପ୍ରଥମ ପର୍ଯ୍ଯାୟ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ…

Read More

ବିତର୍କ ପ୍ରତିଯୋଗିତା; ବରିଷ୍ଠରେ ଶୁଭାଶିଷ, କନିଷ୍ଠରେ ପ୍ରିୟରଞ୍ଜନ ପ୍ରଥମ

ନୟାଗଡ଼,(ନୟାଗଡ଼ ଦର୍ପଣ): ଦୈନିକ ଖବରକାଗଜ ‘ସକାଳ’ ୪ର୍ଥ ସ୍ୱନ୍ନକ୍ଷତ୍ର ଦିବସ ଉପଲକ୍ଷେ ନୟାଗଡ଼ ଜିଲ୍ଲାସ୍ତରୀୟ ବିତର୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବ୍ଲକ ସଭାଗୃହରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ବରିଷ୍ଠ ଓ କନିଷ୍ଠ ବିଭାଗରେ ଅନେକ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ । କନିଷ୍ଠ ବର୍ଗରେ ବିଚାରକ ଭାବେ ଅବସରପ୍ରାପ୍ତ ମହାବିଦ୍ୟାଳୟ ଅଧ୍ୟକ୍ଷ ମହମ୍ମର ଓମାର ମଲ୍ଲିକ, ସାମ୍ବାଦିକ ରାମକୃଷ୍ଣ ରଥ, ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟ ଓଡ଼ିଆ ଅଧ୍ୟାପକ ଶୁଭ୍ରାଂଶୁ ବିଶ୍ୱାଳ ଦାୟିତ୍ୱ ନିର୍ବାହ କରିଥିଲେ । ନୟାଗଡ଼ ଏନ୍‌ଏସି ଉଚ୍ଚ ବିଦ୍ୟାଳୟ ଛାତ୍ର ପ୍ରିୟରଞ୍ଜନ ସାହୁ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ଭାପୁର ବ୍ଲକ କଇଁଫୁଲିଆ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଛାତ୍ର ପ୍ରଦ୍ୟୁମ୍ନ କୁମାର ସାହୁ ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ । ରାଧାକାନ୍ତ ବାଳିକା ଉଚ୍ଚ ବିଦ୍ୟାଳୟ ଓଡ଼ଗାଁ ଛାତ୍ରୀ…

Read More

ଜିଲ୍ଲା ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା କାର୍ଯ୍ୟକ୍ରମ

ନୟାଗଡ଼, (ନୟାଗଡ଼ ଦର୍ପଣ): ପ୍ରଜ୍ଞାନ ମିଶନ, ଓଡ଼ିଶାଦ୍ଵାରା ଜିଲ୍ଲାସ୍ତରୀୟ ଗୀତା ସୁଗୀତା କର୍ତ୍ତବ୍ୟା କାର୍ଯ୍ୟକ୍ରମ ତଥା ଗୀତା ଆବୃତ୍ତି ପ୍ରତିଯୋଗିତା ସ୍ଥାନୀୟ ସରସ୍ଵତୀ ବିଦ୍ୟା ମନ୍ଦିର ନୟାଗଡ଼ ଠାରେ ଅନୁଷ୍ଠିତ ହୋଇଛି। ବିଭିନ୍ନ ବ୍ଲକର ବିଦ୍ୟାଳୟ ଓ ମହାବିଦ୍ୟାଳୟରୁ ଆସିଥିବା ୭୦ରୁ ଅଧିକ ଛାତ୍ରଛାତ୍ରୀମାନେ ଗୀତାର ଚତୁର୍ଥ ଅଧ୍ୟାୟକୁ ଆବୃତ୍ତି କରିଥିଲେ। ଆୟୋଜିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ବରିଷ୍ଠା କାର୍ଯ୍ୟକାରିଣୀ ସଦସ୍ୟା ମନୋରମା ପରିଡ଼ା ଯୋଗଦେଇ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ। ଜିଲ୍ଲାସଂଯୋଜକ ହରେକୃଷ୍ଣ ମୁଦୁଲି  ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଉଦ୍ଘାଟକ ଭାବେ ଚନ୍ଦ୍ରଭାନୁ ବରାଡ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନପୂର୍ବକ ଉଦ୍ଘାଟନ କରିଥିଲେ। ବିଚାରକ ଭାବେ ଅଧ୍ୟାପିକା ଶୁଭଲକ୍ଷ୍ମି ସାହୁ, ଅଧ୍ୟାପକ ରବୀନ୍ଦ୍ର କୁମାର ଦାସ, ଶିକ୍ଷୟିତ୍ରୀ ଲକ୍ଷ୍ମୀ ଚନ୍ଦନା ବିଶ୍ଵାଳ, ରଜନୀ ରାଉତ, ଋତୁପର୍ଣ୍ଣା ମହାନ୍ତି, ଅଧ୍ୟାପକ ଅକ୍ଷୟ କୁମାର ସାହୁ, ଆଲୋକ…

Read More

ପାଣିପୋଇଲା ସରସ୍ୱତୀ ଶିଶୁମନ୍ଦିରର ବାର୍ଷିକ ଉତ୍ସବ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ୍ ପାଣିପୋଇଲା ସରସ୍ୱତୀ ଶିଶୁବିଦ୍ୟାମନ୍ଦିରର ପଂଚଦଶ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଅଛି । ବିଦ୍ୟାମନ୍ଦିରର ସଂପାଦକ ମନୋରଂଜନ ପଣ୍ଡା ତତ୍ତ୍ଵାବଧାନରେ ଆୟୋଜିତ ସଭାରେ ସଭାପତିତ୍ୱ କରିବା ସହିତ ସ୍ୱାଗତ ଅଭିଭାଷଣ ଓ ବାର୍ଷିକ ବିବରଣୀ ପାଠ କରିଥିଲେ। ଏଥିସହିତ ଶିଶୁପ୍ରେମୀ ଜନନାୟକ ପଣ୍ଡିତ୍ ନେହେରୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଶିଶୁମାନେ ଦେଶ ଗଠନରେ ସହାୟକ ହେବାକୁ ପରାମର୍ଶ ଦେଇଥିଲେ । ମୁଖ୍ୟ ଅତିଥି ଭାବେ ବଉଳସାହି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରାଣୀ ବିଜ୍ଞାନର ଅଧ୍ୟାପକ ଆଲୋକ ଚନ୍ଦ୍ର ସାମନ୍ତରାୟ ସୋସିଆଲ ମିଡିଆରୁ ଶିଶୁଙ୍କୁ ଦୂରେଇ ରଖି ଆଦର୍ଶ ଛାତ୍ର ଗଠନ କରିବା ପାଇଁ ଅଭିଭାବକ ଯତ୍ନଶୀଳ ହେବା ନିମନ୍ତେ ପରାମର୍ଶ ଦେଇଥିଲେ । ମୁଖ୍ୟବକ୍ତା ଭାବେ ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟ ଓଡ଼ିଆ ଅଧ୍ୟାପକ ଶୁଭ୍ରାଂଶୁ ବିଶ୍ୱାଳ ଯୋଗଦେଇ ଆଧ୍ୟାତ୍ମିକତା , ନୈତିକତା…

Read More

ନୟାଗଡ଼ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ଶିଶୁ ଦିବସ ପାଳିତ

“ପିଲାମାନେ ଦୁଷ୍ଟ ହୁଅ କିନ୍ତୁ ନଷ୍ଟ ହୁଅ ନାହିଁ”- ବିଧାୟକ ଡକ୍ଟର ଅରୁଣ କୁମାର ସାହୁ ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ଶିଶୁ ଦିବସ ପାଳିତ ହୋଇଯାଇଛି। ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ସମାଜସେବୀ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଆୟୋଜିତ ଏହି ଭବ୍ୟ କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥିଭାବେ ସ୍ଥାନୀୟ ବିଧାୟକ ଡକ୍ଟର ଅରୁଣ କୁମାର ସାହୁ ଯୋଗଦେଇ ଦୀର୍ଘ ୩୦ମିନିଟ୍ ସମୟ ଧରି ଶିଶୁମାନଙ୍କ ସହିତ ପ୍ରଶ୍ନ ଉତ୍ତର ମାଧ୍ୟମରେ ଆଳାପ କରିଥିଲେ। ଶିଶୁ ଦିବସ ଅବସରରେ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ଯ ଶିଶୁମାନଙ୍କ ମଧ୍ଯରେ କୌତୁକିଆ ପୋଷାକ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ବିଭିନ୍ନ ପ୍ରକାର ବେଶ ହୋଇଥିବା ଶିଶୁମାନଙ୍କୁ ସେହି ବେଷ ହେବାର ଅଭିପ୍ରାୟ ଓ ଲକ୍ଷ୍ଯ ବିଷୟରେ ପ୍ରଶ୍ନ କରି ଶିଶୁମାନଙ୍କୁ ଶିକ୍ଷଣୀୟ ଉପଦେଶ…

Read More

ନୟାଗଡ଼ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଶିଶୁଦିବସ ପାଳନ

ନୟାଗଡ଼ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଶିଶୁଦିବସ ପାଳନ ହୋଇଯାଇଅଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ନୟାଗଡ଼ର ଶିଶୁ ସାହିତ୍ୟିକା ପ୍ରଭାସିନୀ ବରାଡ ଯୋଗଦେଇ ଶିଶୁମାନଙ୍କୁ ଶିଶୁ ଦିବସର ମହତ୍ତ୍ୱ ଏବଂ ଶିଶୁଙ୍କ ଉତ୍ତମ ଭବିଷ୍ୟତ ପାଇଁ ଅନେକ ମାର୍ଗଦର୍ଶନ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ୫୦୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀମାନେ ଏବଂ ସମସ୍ତ ଗୁରୁଜୀ ଗୁରୁମା ଯୋଗଦେଇ ଉତ୍ସବକୁ ସରସ ସୁନ୍ଦର କରିଥିଲେ। ଏହି ଅବସରରେ ଶ୍ରୀମତୀ ବରାଡ ବିଦ୍ୟାଳୟର ପୁସ୍ତକ ଭଣ୍ଡାରକୁ ସ୍ବରଚିତ “ପୁସ୍ତକ ସାବାସ ସୁମନ”, “ଆହା କି ମିଠା” ,”ମା ଲୋ ମା କହିଦେ ମତେ” ଆଦି ପ୍ରଦାନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଅମ୍ବିକା ପ୍ରସାଦ ପଟ୍ଟନାୟକ, ବିଦ୍ୟାମନ୍ଦିର ସୁରେନ୍ଦ୍ର କୁମାର ପ୍ରଧାନ ଓ ପରିଚାଲନା ସମିତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ସମାପନ ହୋଇଥିଲା।

Read More

ପୋଷ୍ୟ ସନ୍ତାନ ଗ୍ରହଣ ସଂପର୍କରେ ଏକ ଦିବସୀୟ ସଚେତନତା କାର୍ଯ୍ୟକ୍ରମ

ନୟାଗଡ଼, (ନୟାଗଡ଼ ଦର୍ପଣ): ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଦ୍ୱାରା ପୋଷ୍ୟ ସନ୍ତାନ ଗ୍ରହଣ ମାସ ପାଳନ ଅବସରରେ ଏକ ସଚେତନତା ରଥର ଶୁଭ ଉଦ୍‌ଘାଟନ କରାଯାଇଥିଲା । ଏହାପରେ ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ  ଅତିରିକ୍ତ ଜିଲ୍ଲାପାଳ ଦିଲିପ କୁମାର ବଳଙ୍କ ଅଧ୍ୟକ୍ଷତାରେ ପୋଷ୍ୟ ସନ୍ତାନ ଗ୍ରହଣ କର୍ମଶାଳା ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷ କିଶୋର ଚନ୍ଦ୍ର ମହାପାତ୍ର, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସିବିୟାନ ପ୍ରଧାନ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ଅର୍ଚ୍ଚନା କଅଁର, ଉପ ଆରକ୍ଷୀ ଅଧୀକ୍ଷକ ହେମନ୍ତ ରାଓ, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡା.ସୁବାସ ଚନ୍ଦ୍ର ନାୟକ କାର୍ଯ୍ୟକ୍ରମରେ…

Read More

କାରାଗାର ଅନ୍ତେବାସୀମାନଙ୍କୁ ବିଭିନ୍ନ ଦକ୍ଷତା କୌଶଳ ତାଲିମ

ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲା କାରାଗାର ନୟାଗଡ଼ ଠାରେ ଜେଲ ଅନ୍ତେବାସୀମାନଙ୍କ ପାଇଁ ଏକ ବିଶେଷ ଦକ୍ଷତା ବିକାଶ ତାଲିମ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ଏହି କାର୍ଯ୍ୟକ୍ରମକୁ ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଏସ. ସୁଶ୍ରୀ ଉଦ୍‌ଘାଟନ କରିଥିଲେ । ଏହି ଅବସରରେ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ଦୁର୍ଗା ଚରଣ ଦାସ, ଜିଲ୍ଲା କାରାଗାରର ଅଧୀକ୍ଷକ ପ୍ରଫୁଲ୍ଲ କୁମାର କବି, ସରକାରୀ ତାଲିମ ପ୍ରତିଷ୍ଠାନ ନୟାଗଡ଼ର ଅଧ୍ୟକ୍ଷ କାନ୍ତି ରଂଜନ ସାହୁ ଏବଂ ସି.ପି.ଆଇ.ଟି. ସଂସ୍ଥାର ଓଡ଼ିଶା ମୁଖ୍ୟ ଅନିକେତ୍ ଦାଶ ଆଦି ଉପସ୍ଥିତ ରହି କାର୍ଯ୍ୟକ୍ରମର ସୁପରିଚାଳନା କରିଥିଲେ । ଜିଲ୍ଲା କାରାଗାର ନୟାଗଡ଼ର ୬୦ଜଣ ଅନ୍ତେବାସୀଙ୍କୁ ଇଲେକ୍ଟ୍ରିକାଲ ଟେକ୍‌ନିସିଆନ ଏବଂ ଏଲ.ଇ.ଡି. ଲାଇଟ୍  ଟେକ୍‌ନିସିଆନ ବିଭାଗରେ ପ୍ରଶିକ୍ଷଣ ପ୍ରଦାନ କରାଯିବ। ଜିଲ୍ଲାପାଳ, ଆରକ୍ଷୀ…

Read More

ଦତ୍ତପନ୍ତ ଠେଙ୍ଗଡ଼ିଙ୍କର ଜନ୍ମଜୟନ୍ତୀ ପାଳନ କଲା ସ୍ୱଦେଶୀ ଜାଗରଣ ମଞ୍ଚ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ତରଫରୁ ରାଷ୍ଟ୍ରରୁଷି ଦତ୍ତପନ୍ତ ଠେଙ୍ଗଡ଼ିଙ୍କର ଜନ୍ମଜୟନ୍ତୀ ପାଳନ କରାଯାଇଛି। ଏହି ଅବସରରେ ଜିଲ୍ଲା ସମ୍ମିଳନୀ କରିବାସହ ଜିଲ୍ଲାପାଳ ଅଫିସରୁ ଏକ ସ୍ଵଦେଶୀ ସନ୍ଦେଶ ଯାତ୍ରା ବାହାରି ହୋଟେଲ ନୀଳମାଧବ ପର୍ଯ୍ୟନ୍ତ ସନ୍ଦେଶ ଯାତ୍ରା ମାଧ୍ୟମରେ ସାଧାରଣ ଲୋକ ମାନଙ୍କୁ ସ୍ୱଦେଶୀ ସାମଗ୍ରୀ ବ୍ୟବହାର କରିବାକୁ ସ୍ୱଦେଶୀ ପତ୍ରିକା ବାଣ୍ଟିବା ସହ ସଚେତନ କରାଯାଇଥିଲା । ରାଷ୍ଟ୍ରୀୟ ସ୍ତରରେ ଭାରତର ପ୍ରତ୍ୟେକ ଜିଲ୍ଲାରେ ଜିଲ୍ଲା ସମ୍ମିଳନିକୁ ତରଙ୍ଗ ମାଧ୍ୟମରେ ଯୋଗଦେବେ ମୁଖ୍ୟ ଅତିଥି ଭାବେ ଶ୍ରୀ ଶ୍ରୀ ରବିଶଙ୍କର ଜି ଅଖିଳ ଭାରତୀୟ। ସମନ୍ଵୟକ ଶ୍ରୀ ଭଗବତୀ ପ୍ରକାଶ ଶର୍ମା ଜି, ସ୍ୱଦେଶୀ ଜାଗରଣ ମଞ୍ଚର ଅଖିଳ ଭାରତୀୟ ସଂଯୋଜକ ଆର ସୁନ୍ଦରମ ଜି ଏହି କାର୍ଯ୍ୟକ୍ରମର ଅଧ୍ୟକ୍ଷତା କରିଥିଲେ । ଏହି କାର୍ଯ୍ୟକ୍ରମରେ ଦତ୍ତପନ୍ତ ଠେଙ୍ଗଡ଼ିଙ୍କ ଜୀବନ ଉପରେ ଶ୍ରୀ ଶ୍ରୀ…

Read More