ବ୍ୟାସକବି ଫକୀରମୋହନ ସେନାପତିଙ୍କ ଜୟନ୍ତୀ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ୧୩ ଜାନୁଆରୀ ୧୮୪୩ରେ ବାଲେଶ୍ୱର ଜିଲ୍ଲା ମଲିକାଶପୁର ଗ୍ରାମରେ ଜନ୍ମଗ୍ରହଣ କରିଥିବା ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବେ ପରିଚିତ। କେବଳ ଉପନ୍ୟାସ ବା ଗଳ୍ପ ନୁହେଁ  କବିତା, ଅନୁବାଦ ସାହିତ୍ୟ, ଭ୍ରମଣ କାହାଣୀ  ସହ ପତ୍ର ପତ୍ରିକା ସମ୍ପାଦନା କ୍ଷେତ୍ରରେ ଫକୀର ମୋହନଙ୍କ ଅବଦାନ ଓଡ଼ିଆ ସାହିତ୍ୟକୁ ରୁଦ୍ଧିମନ୍ତ କରିଛି। ତତସହିତ ଭାଷା ସାହିତ୍ୟ ଆନ୍ଦୋଳନର ସେ ଥିଲେ ଯଥାର୍ଥ ସେନାପତି। ୧୮୬୮ ମସିହାରେ ନିଜସ୍ୱ ପ୍ରଚେଷ୍ଟାବଳରେ ବାଲେଶ୍ୱରଠାରେ  ଓଡ଼ିଶାର ଦ୍ୱିତୀୟ ଛାପାଖାନା  ଉତ୍କଳ ପ୍ରେସ ପ୍ରତିଷ୍ଠା କରିଥିଲେ। ନିଜର କାଳଜୟୀ ଲେଖାପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ ବୋଲି ଫକୀର ମୋହନଙ୍କ ଜୟନ୍ତୀ ଅବସରରେ ବକ୍ତାମାନେ ମତବ୍ୟକ୍ତ କରିଛନ୍ତି। ପୂଜ୍ୟପୂଜା କମିଟି ଏବଂ ସିଭିଲ ସୋସାଇଟି ନୟାଗଡ଼ର ମିଳିତ ସହଯୋଗରେ ଆଜି ସ୍ଥାନୀୟ ନୀଳମାଧବ…

Read More

ସେବା ସମିତି ପକ୍ଷରୁ ଆୟୋଜିତ ଯୁବ ଉତ୍ସବ ଉଦଯାପିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସେବାଉତ୍ସବ ସମିତି ପକ୍ଷରୁ ପୁରୁଣା ସହର ଠାରେ ଆୟୋଜିତ ଯୁବ ଉତ୍ସବ କାର୍ଯ୍ୟକ୍ରମ  ରବିବାର ବିଳମ୍ବିତ ରାତ୍ରିରେ ଉଦଯାପିତ ହୋଇଯାଇଛି l ରବିବାର ନୟାଗଡ଼ ପୁରୁଣା ସହର ସ୍ଥିତ ଯଦୁମଣି ନାଟ୍ୟ ମଣ୍ଡପ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ନୟାଗଡ଼ ସେବା ଉତ୍ସବ ସମିତି ଅଧକ୍ଷ ଶିବରାମ ମହାପାତ୍ରଙ୍କ ଅଧକ୍ଷତାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟ ଅତିଥି ଭାବେ ଓଡିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ  ଯୋଗଦେଇଥିବା ବେଳେ ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁ ଅନ୍ୟତମ ଅତିଥି ଭାବେ ଯୋଗଦେଇ ସ୍ୱାମୀ ବିବେକାନନ୍ଦଙ୍କ ଜୀବନ ଦର୍ଶନ ଉପରେ ଆଲୋଚନା କରିଥିଲେ। ପରେ ପରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ସହାଭାଗୀତରେ ଇଣ୍ଡିଆନ ଡ୍ୟାନ୍ସ ଏକାଡେମୀ, ନୟାଗଡ଼ ସରସ୍ବତୀ ଶିଶୁବିଦ୍ୟାମନ୍ଦିର, ବ୍ରହ୍ମପୁର କଳା ପରିଷଦ, ଢେଙ୍କାନାଳ ପାଇକ ଆଖଡ଼ା…

Read More

ନୟାଗଡ଼ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରର ବିଂଶତମ ବାର୍ଷିକ ଉତ୍ସବ ଓ ସ୍ବାମୀ ବିବେକାନନ୍ଦ ଜୟନ୍ତୀ ଉପଲକ୍ଷେ ବିଶାଳ ଶୋଭାଯାତ୍ରା

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ସ୍ବାମୀ ବିବେକାନନ୍ଦଙ୍କ ୧୬୩ତମ ଜୟନ୍ତୀ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ନେତୃତ୍ବରେ ମହାସମାରୋହରେ ପାଳିତ ହୋଇ ଯାଇଛି। ସକାଳ ୦୯ଟା ସମୟରେ ଖଣ୍ଡପଡାରୋଡସ୍ଥ ହନୁମାନ ମନ୍ଦିର ଠାରୁ ଆୟୋଜିତ ବିଶାଳ ଶୋଭାଯାତ୍ରାକୁ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ପତାକା ଦେଖାଇ ଉଦଘାଟନ କରିଥିଲେ। ଶୋଭାଯାତ୍ରା ହନୁମାନ ମନ୍ଦିର ଠାରୁ ଶ୍ରୀଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇ ଥିଲା ବେଳେ ଉକ୍ତ ଶୋଭାଯାତ୍ରାରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର, ସ୍ବାମୀ ବିବେକାନନ୍ଦ ଲୋକ ସଂସଦ ନୟାଗଡ଼ ଜିଲ୍ଲା ଶାଖା,ଭାରତ ବିକାଶ ପରିଷଦ, ପୂଜ୍ଯପୂଜା କମିଟି, ରୋଟାରୀ କ୍ଲବ, ସିଭିଲ୍ ସୋସାଇଟି, ନୟାଗଡ଼ ଜିଲ୍ଲା କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ ଆଦି ଅନେକ ସାମାଜିକ ଅନୁଷ୍ଠାନ ଯୋଗଦେଇଥିଲେ। ସକାଳ ୧୧ଟାରେ ହାଉସିଂ…

Read More

ସି.ପି.ଆଇ.(ଏମ୍)ର ବରିଷ୍ଠ ସଭ୍ୟ କମ୍ରେଡ ଜଗନ୍ନାଥ ମିଶ୍ରଙ୍କ ବିୟୋଗରେ ଶୋକସଭା

ନୟାଗଡ଼, (ନୟାଗଡ଼ ଦର୍ପଣ): ଓଡ଼ିଶାର କୃଷକ ଆନ୍ଦୋଳନର ପ୍ରବୀଣ ନେତା ତଥା ସି.ପି.ଆଇ.(ଏମ୍) ଓଡ଼ିଶା ରାଜ୍ୟ କମିଟିର ବରିଷ୍ଠ ସଂପାଦକ ମଣ୍ଡଳୀ ସଭ୍ୟ କମ୍ରେଡ ଜଗନ୍ନାଥ ମିଶ୍ରଙ୍କ ବିୟୋଗରେ ନୟାଗଡ଼ରେ ସାଥୀ ବିଶ୍ଵନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଶୋକସଭା ପୂର୍ବକ ଗଭୀର ଶୋକ ବ୍ୟକ୍ତ କରାଯାଇଛି। ଜଗନ୍ନାଥ ମିଶ୍ରଙ୍କ ବିୟୋଗରେ ଓଡିଶା ତଥା କୃଷକ ସମାଜ ତା’ର ଜଣେ ଅଦ୍ୱିତୀୟ ଜନନେତାଙ୍କୁ ହରାଇଲା ବୋଲି ଶୋକବାର୍ତ୍ତାରେ କୁହାଯାଇଛି। ନୟାଗଡ଼ର ଆଖୁଚାଷୀଙ୍କ ଆନ୍ଦୋଳନ, ରଣପୁରର କାଜୁ ଆନ୍ଦୋଳନ, ଭାପୁରର ଜମି ସୁରକ୍ଷା ଆନ୍ଦୋଳନ, ଦଶପଲ୍ଲାର ଆଦିବାସୀ ଆନ୍ଦୋଳନରେ କମ୍ରେଡ ଜଗନ୍ନାଥ ମିଶ୍ରଙ୍କ ଅବଦାନ ଅବିସ୍ମରଣୀୟ ବୋଲି ନେତାମାନେ ପ୍ରକାଶ କରିଥିଲେ। ପାର୍ଟିର ପୂର୍ବତନ ଲୋକାଲ କମିଟି ସଂପାଦକ ଶ୍ରୀକାନ୍ତ ପଟ୍ଟନାୟକ, ବର୍ତ୍ତମାନର ସଂପାଦକ କୁଳମଣି ପୃଷ୍ଟି,  ଯୁବନେତା ବିଭୁତି ପଟ୍ଟନାୟକ, ସନ୍ତୋଷ ବେହେରା ପ୍ରମୁଖ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ !

Read More

ସେବା ଉତ୍ସବ ପକ୍ଷରୁ ମିନି ମାରାଥନ ଓ ଯୁବ ଉତ୍ସବ

ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ ନୟାଗଡ଼ ସେବା ଉତ୍ସବ ସମିତି ପକ୍ଷରୁ ଜାତୀୟ ଯୁବ ଦିବସ ଅବସରରେ ମିନି ମାରାଥନ ଓ ଯୁବ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସକାଳୁ ସକାଳୁ ବିଭିନ୍ନ ଶିକ୍ଷାନୁଷ୍ଠାନର ଏକ ହଜାରରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଓ ଜିଲ୍ଲାର ଅଗ୍ରଣୀ ଯୁବ ସଂଗଠନର ଯୁବକ ଯୁବତୀ ମାନେ ନୟାଗଡ଼ ଦୁର୍ଗାପ୍ରସାଦ ଠାରୁ ବାହାରି ପ୍ରାୟ ୩ କିମି ମାରାଥନରେ ଅଂଶଗ୍ରହଣ କରି ନୟାଗଡ଼ ଜଗନ୍ନାଥ ମନ୍ଦିର ନିକଟରେ ପହଂଚିଥିଲେ। ସବୁଜ ପୃଥିବୀ ଯିବା ଆଗରୁ ଆମକୁ ସବୁଜିମାମୟ ପୃଥବି ଗଢ଼ିବା ବାର୍ତା ନେଇ ଏହି ମାରାଥନ ଅନୁଷ୍ଠିତ ହୋଇଥିଲା। ଏହି ମାରାଥନକୁ ସକାଳେ ସେଵା ସମିତି ଅଧକ୍ଷ ଶିବରାମ ମହାପାତ୍ରଙ୍କ ଅଧକ୍ଷତାରେ ନୟାଗଡ଼ ଜିଲ୍ଲାପରିଷଦ ଅଧକ୍ଷ ଦେବାଶିଷ ପଟ୍ଟନାୟକ, ବିଜେପି ନେତା ସନ୍ତୋଷ ପ୍ରଧାନ, ଭାପୁର ବ୍ଲକ…

Read More

ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ରେଳ ଷ୍ଟେସନ ସଫେଇ

ନୟାଗଡ଼,(ନୟାଗଡ଼ ଦର୍ପଣ): ପରିବେଶକୁ ସ୍ୱଚ୍ଛ,ସୁନ୍ଦର ଓ ପରିଷ୍କାର ରଖିବା ଲକ୍ଷ୍ୟ ନେଇ ନୟାଗଡ଼ ଜିଲ୍ଲାର ଅଗ୍ରଣୀ ନାଗରିକ ଅନୁଷ୍ଠାନ ‘ନୟାଗଡ଼ ନାଗରିକ ମଞ୍ଚ’ ପକ୍ଷରୁ  ନୟାଗଡ଼ ଟାଉନ ରେଳ ଷ୍ଟେସନ ଏବଂ ଏହାର ପରିସରକୁ ସଫେଇ କରାଯାଇଛି । ରେଳ ଷ୍ଟେସନ ମଧ୍ୟରେ ପଡ଼ିଥିବା ପ୍ଲାଷ୍ଟିକ ପାଣି ବୋତଲ,ପାଉଚ, ଜରି,କାଗଜ ଟୁକୁରା ତଥା ବିଭିନ୍ନ ଆବର୍ଜନା ଗୁଡ଼ିକୁ ପରିଷ୍କାର କରାଯାଇଥିଲା । ସେହିପରି ଷ୍ଟେସନ ପରିସର ଏବଂ ଏହାର ଆଖପାଖରେ ଉଠିଥିବା ଅନାବନା ଗଛ,ଘାସ ଇତ୍ୟାଦିକୁ କଟାଯାଇ ଥିବା ବେଳେ ଷ୍ଟେସନ ମଧ୍ୟରେ ଥିବା ପିଇବା ପାଣି ଟ୍ୟାପ ନିକଟରେ ନିଷ୍କାସିତ ହୋଇ ନପାରି ଜମା ହୋଇ ରହୁଥିବା ଆବର୍ଜନା ପାଣିକୁ ନିଷ୍କାସିତ କରାଯାଇଥିଲା । ନୟାଗଡ଼ ନାଗରିକ ମଞ୍ଚ ସଭାପତି ପ୍ରମୋଦ ପଟ୍ଟନାୟକ ଏବଂ ଉପ ସଭାପତି ପ୍ରଦୀପ କୁମାର ସାହୁଙ୍କ  ନେତୃତ୍ୱରେ ଆୟୋଜିତ ଏହି…

Read More

ନୟାଗଡ଼ରେ ମାର୍ଚ୍ଚ ୧ରୁ ପଞ୍ଚମ ରାଜ୍ୟସ୍ତରୀୟ ନାଟ୍ୟମେଳା

ନୟାଗଡ଼,(ନୟାଗଡ଼ ଦର୍ପଣ): ଚଳିତ ବର୍ଷ ମାର୍ଚ୍ଚ ୧ରୁ ସପ୍ତାହବ୍ୟାପୀ ପଞ୍ଚମ ରାଜ୍ୟସ୍ତରୀୟ ନାଟ୍ୟମେଳା ପଠାଣି ସାମନ୍ତ ଅଡିଟୋରିଅମ ଠାରେ ଅନୁଷ୍ଠିତ ହେବ। ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ବିଗତ ବର୍ଷ ମାନଙ୍କ ଭଳି ଚଳିତ ବର୍ଷ ମାର୍ଚ୍ଚ ୧ ରୁ ୭ ତାରିଖ ଯାଏଁ ନାଟକ ମହୋତ୍ସବ ଅନୁଷ୍ଠିତ ହେବ। ଚଳିତ ବର୍ଷ ଭୁବନେଶ୍ବର, ସମ୍ବଲପୁର, କଟକ ଏବଂ ନୟାଗଡ଼ ପ୍ରଭୃତି ସ୍ଥାନର ଧୁରୀଣ ନାଟ୍ୟାନୁଷ୍ଠାନମାନଙ୍କ ସହିତ ନାଟକ ମଞ୍ଚସ୍ଥ ନିମନ୍ତେ ଯୋଗାଯୋଗ କରାଯାଇଅଛି । ପ୍ରତ୍ୟହ ସନ୍ଧ୍ୟା ୭ ଘ. ୩୦ ମିନିଟ ସମୟରେ ଆରମ୍ଭ ହେବାକୁ ଥିବା ନାଟକ ଗୁଡିକ ଥିଏଟର ଶୈଳୀରେ ପ୍ରଦର୍ଶିତ ହୋଇ ସର୍ବାଧିକ ଦୁଇ ଘଣ୍ଟା ଅବଧି ମଧ୍ୟରେ ପରିସମାପ୍ତ ହେବ । ନାଟକ ସମୂହ ସାଂପ୍ରତିକ ସମାଜ ଭିତ୍ତିକ ହୋଇ ଦର୍ଶକୀୟ ଆଦୃତି ଲାଭ କରିବ ବୋଲି…

Read More

ଚିନ୍ମୟ ମିଶନ ପକ୍ଷରୁ ଗୀତାଶ୍ଳୋକ ଆବୃତ୍ତି ପ୍ରତିଯୋଗିତା

ନୟାଗଡ଼,(ନୟାଗଡ଼ ଦର୍ପଣ): ଚିନ୍ମୟ ମିଶନ ନୟାଗଡ଼ ଶାଖା ପକ୍ଷରୁ ଆଜି ପୂର୍ବାହ୍ନରେ ଗୀତା ଆବୃତ୍ତି ପ୍ରତିଯୋଗିତା ପିଟିଏସ ରୋଡ଼ରେ ଥିବା ଭାରତ ବିକାଶ ପରିଷଦ ଭବନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ନୟାଗଡ଼ରେ ଥିବା ବିଭିନ୍ନ ଉଚ୍ଚ ପ୍ରାଥମିକ ଏବଂ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ। ଏହି ଉପଲକ୍ଷେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ,ତିରୁପତି ବିଶ୍ୱ ବିଦ୍ୟାଳୟ କୁଳପତି ସତ୍ୟନାରାୟଣ ଆଚାର୍ଯ୍ୟ, ଚିନ୍ମୟ ମିଶନ ଭୁବନେଶ୍ୱରର ଅଧ୍ୟକ୍ଷ ସ୍ୱାମୀ ଚିତଘନାନନ୍ଦ ସରସ୍ବତୀ ପ୍ରମୁଖ ଯୋଗଦାନ କରି ଆଜିକାଲି ଦୁନିଆରେ ଗୀତାର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ। ଚିନ୍ମୟ ମିଶନ ନୟାଗଡ଼ ଶାଖା ସଭାପତି ସୁରେନ୍ଦ୍ର ନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମ୍ପାଦକ ଘନଶ୍ୟାମ ସାହୁ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ…

Read More

ରାଜ୍ୟସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଶ୍ରେଷ୍ଠ ୫ରେ ଏନଏସି ହାଇସ୍କୁଲର ଛାତ୍ର ପ୍ରିୟରଞ୍ଜନ

ନୟାଗଡ଼,(ନୟାଗଡ଼ ଦର୍ପଣ): ଭୁବନେଶ୍ୱର ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତା-୨୦୨୫ରେ ଶ୍ରେଷ୍ଠ ୫ରେ ନୟାଗଡ଼ ଏନଏସି ହାଇସ୍କୁଲର ଛାତ୍ର ପ୍ରିୟରଞ୍ଜନ ମିଶ୍ର କୃତିତ୍ୱ ହାସଲ କରି ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। ରାଜ୍ୟସ୍ତରୀୟ ଏହି ପ୍ରତିଯୋଗିତାରେ ୩୦ଟି ଜିଲାରୁ ୩୦ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ।  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ସଂସଦୀୟ ବ୍ୟାପାର ବିଭାଗର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ଠାରେ ଥିବା ରାଜ୍ୟ କୃଷି ଭବନ ପରିସରରେ ଅନୁଷ୍ଠିତ ଏକ ଛାୟା ପାର୍ଲିଆମେଣ୍ଟ ଅଧିବେଶନ କାର୍ଯ୍ୟକ୍ରମରେ ନୟାଗଡ଼ ଜିଲାରୁ ପ୍ରତିନିଧିତ୍ୱ କରୁଥିବା ଏନଏସି ହାଇସ୍କୁଲର ଛାତ୍ର ପ୍ରିୟରଞ୍ଜନ  ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଭୂମିକାରେ ନିଖୁଣ ଅଭିନୟ କରି ଅତିଥି ମାନଙ୍କ ଠାରୁ ପୁରସ୍କୃତ ହୋଇଥିଲେ। ତାଙ୍କର ଏହି ଚମତ୍କାର ଅଭିନୟ ପାଇଁ ସମଗ୍ର ରାଜ୍ୟରେ ଶ୍ରେଷ୍ଠ ୫ଜଣଙ୍କ ମଧ୍ୟରେ ରହି…

Read More

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ବିଂଶତମ ବାର୍ଷିକ ଉତ୍ସବ ଉପଲକ୍ଷେ ରକ୍ତଦାନ ଶିବିର ଓ ସାଂସ୍କୃତିକ କାର୍ଯ୍ୟକ୍ରମ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ବିଦ୍ଯାଳୟର ବିଂଶତମ ବାର୍ଷିକ ଉତ୍ସବ ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ନେତୃତ୍ବରେ ମହାସମାରୋହରେ ପାଳିତ ହୋଇ ଯାଇଛି। ସକାଳ ୧୦ଟା ସମୟରେ ଆୟୋଜିତ ରକ୍ତଦାନ ଶିବିରକୁ ବ୍ଳକ ଚେୟାରମ୍ୟାନ କିଶୋର ଚନ୍ଦ୍ର ସାହୁ ଓ ପ୍ରାକ୍ତନ ଉପବନ ସଂରକ୍ଷକ ସୁରେଶ ଚନ୍ଦ୍ର ହୋତା ଉଦଘାଟନ କରିଥିଲେ।ରକ୍ତଦାନ ଶିବିରରେ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା। ଅପରାହ୍ନ ୦୧ଟା ସମୟରେ ବିଦ୍ଯାଳୟର ଉପଦେଷ୍ଟା ହରିହର ପାତ୍ରଙ୍କ ଅଧ୍ଯକ୍ଷତାରେ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା।ଏହି ଉତ୍ସବରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇ ମୂଲ୍ଯବୋଧ ଭିତ୍ତିକ ଶିକ୍ଷା ଉପରେ ବକ୍ତବ୍ଯ ଦେଇ ଅଭିଭାବକ ମାନେ ଏକ ସୁସ୍ଥ ସମାଜ ଗଠନ କରିବା ପାଇଁ…

Read More