ପାଣିପୋଇଲା ସରସ୍ବତୀ ଶିଶୁମନ୍ଦିରରେ ଅଭିଭାବକ ସମ୍ମିଳନୀ ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ପାଣିପୋଇଲା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଆନୁକୂଲ୍ୟରେ ମା ଘାଟି ଠାକୁରାଣୀ କଲ୍ୟାଣ ମଣ୍ଡପ, ଯୋଗିଆପଲ୍ଲୀ ଠାରେ ଶିଶୁର ସାମଗ୍ରିକ ବିକାଶରେ ଅଭିଭାବକମାନଙ୍କ ଭୂମିକା ଶୀର୍ଷକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଅଛି | ଉକ୍ତ ଆଲୋଚନା ଚକ୍ରରେ ବିଦ୍ୟାମନ୍ଦିରର ସମ୍ପାଦକ ମନୋରଞ୍ଜନ ପଣ୍ଡା  ବିଦ୍ୟାମନ୍ଦିରର ବାର୍ଷିକ ଯୋଜନା, ବିଦ୍ୟାଳୟର ଵିଧି ବ୍ୟବସ୍ଥା ଏବଂ ବିଦ୍ୟାମନ୍ଦିରର ବିଭିନ୍ନ ସମସ୍ୟା ଉପରେ ଉପସ୍ଥିତ ଅଭିଭାବକଙ୍କ ସହିତ ଆଲୋଚନା କରିଥିଲେ | ମୁଖ୍ୟ ଅତିଥି ଭାବେ ବ୍ୟଙ୍ଗକଵି ତଥା ବିଶିଷ୍ଟ ଶିକ୍ଷାବିତ୍ ରବିନ୍ଦ୍ର କୁମାର ମହାପାତ୍ର ଯୋଗଦେଇ ଶିଶୁଙ୍କର ଶୈକ୍ଷିକ ବିକାଶରେ ପିତାମାତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ମତବ୍ୟକ୍ତ କରିବା ସହିତ ଅଭିଭାବକମାନେ ପ୍ରତିଦିନ ଶିଶୁଙ୍କ ସହ କିଛି ସମୟ ଅତିବାହିତ କରିବା ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ | ମୁଖ୍ୟବକ୍ତାଭାବେ ବିଶିଷ୍ଟ ଶିକ୍ଷାବିତ୍…

Read More

ଭଞ୍ଜପୀଠ ମାଳିସାହିରେ ରାଜ୍ୟସ୍ତରୀୟ ଭଞ୍ଜ ଜୟନ୍ତୀ ଉତ୍ସବ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସିଦ୍ଧି ଓ ସାଧନାର  ପୀଠ  ମାଳିସାହି ଠାରେ ରାଜ୍ୟସ୍ତରୀୟ ଭଞ୍ଜ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉପେନ୍ଦ୍ର ଭଞ୍ଜ ସାହିତ୍ୟ ଓ ସାଂସ୍କୃତିକ ପରିଷଦର ସଭାପତି କୃଷ୍ଣଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ  ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ପ୍ରମୋଦ କୁମାର ପଟ୍ଟନାୟକ ଯୋଗଦେଇ ଥିବାବେଳେ ମୁଖ୍ୟବକ୍ତା ଭାବେ ବିଶିଷ୍ଟ ଶିକ୍ଷାବିତ୍ ଡ଼ଃ ପବିତ୍ର ସୁବୁଦ୍ଧି, ସମ୍ମାନିତ ଅତିଥି ଭାବେ ପଶ୍ଚିମବଙ୍ଗ ୟୁକୋ ବ୍ୟାଙ୍କର ଡିଜିଏମ୍ ରମେଶ କୁମାର ସାହୁ ଯୋଗଦେଇ କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସିଦ୍ଧି ଓ ସାଧନାର କ୍ଷେତ୍ର ମାଳିସାହି ଉପରେ ଆଲୋଚନା କରିଥିଲେ। ଏପରିକି ଅନାଲୋଚିତ ହୋଇ ରହିଥିବା ଏଭରି ଏକ ପବିତ୍ର ପୀଠର ଉନ୍ନତିକରଣ ପାଇଁ  ସରକାରଙ୍କ ନିକଟରେ ଦୃଢ଼ ଦାବି କରାଯାଇ ଥିଲା। ମୁଖ୍ୟବକ୍ତା…

Read More

ନୟାଗଡ଼ରେ ଉତ୍ସାହର ସହ ପାଳିତ ହେଲା ରଜ ପର୍ବ, ସାମିଲ ହେଲେ ବିଧାୟକ ଡ଼ ଅରୁଣ ସାହୁ

ନୟାଗଡ଼,(ନୟାଗଡ଼ ଦର୍ପଣ): ଓଡ଼ିଶାର ଲୋକପ୍ରିୟ ଗଣପର୍ବ ରଜ ଅବସରରେ ନୟାଗଡ଼ରେ ଉତ୍ସବମୁଖର ପରିବେଶ ଦେଖିବାକୁ ମିଳିଛି। ନୟାଗଡ଼ ବିଧାୟକ ଅରୁଣ ସାହୁ ବିଭିନ୍ନ ପଞ୍ଚାୟତ ଗସ୍ତ କରି ସ୍ଥାନୀୟ ଲୋକଙ୍କ ସହ ରଜ ପର୍ବ ପାଳନ କରିଥିଲେ। ଏହି ଅବସରରେ ସେ ରଜ ଦୋଳି ଖେଳିବା ସହ ପୋଡ଼ ପିଠା ଓ ରଜ ପାନର ସ୍ୱାଦ ଉପଭୋଗ କରିଥିଲେ। ରଜ ଓଡ଼ିଆ ସଂସ୍କୃତି, ପରମ୍ପରା ଓ ସଭ୍ୟତାର ଏକ ଅନନ୍ୟ ପର୍ବ ହୋଇଥିବା ବେଳେ ଏହା ମାଟି ଓ ମେଘର ମିଳନର ପ୍ରତୀକ ଭାବେ ପରିଚିତ। ଏହି ପର୍ବରେ କୁମାରୀ ଓ ମହିଳାମାନେ ନୂତନ ବସ୍ତ୍ର ପରିଧାନ କରି, ପାଦରେ ଅଳତା ଲଗାଇ ଦୋଳି ଖେଳିବା ସହ ବିଭିନ୍ନ ପାରମ୍ପରିକ ଖେଳରେ ଭାଗ ନେଇଥାନ୍ତି। ଘରେ ଘରେ ପୋଡ଼ ପିଠା, ମଣ୍ଡା, ଆରିସା ଭଳି ବିଭିନ୍ନ ସୁସ୍ୱାଦୁ…

Read More

ଜନ ଶିକ୍ଷଣ ସଂସ୍ଥାନ, ନୟାଗଡ଼ରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ ପାଳିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ (World Day Against Child Labour) ଅବସରରେ ଆଜି ନୟାଗଡ଼ ସହରର ବାରମାସୀ ଲେନ୍‌ସ୍ଥିତ ଜନ ଶିକ୍ଷଣ ସଂସ୍ଥାନ ପରିସରରେ ଏକ ସଚେତନତାମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଶିଶୁ ଶ୍ରମ ବିରୋଧରେ ସମାଜରେ ସଚେତନତା ସୃଷ୍ଟି ଏବଂ ପ୍ରତ୍ୟେକ ଶିଶୁଙ୍କୁ ଶିକ୍ଷାର ମୁଖ୍ୟସ୍ରୋତରେ ସାମିଲ କରିବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମରେ ଶିଶୁ କଲ୍ୟାଣ ସମିତି ନୟାଗଡ଼ର ଅଧ୍ୟକ୍ଷ କାମାକ୍ଷା ପ୍ରସାଦ ଦାସ ମୁଖ୍ୟ ଅତିଥି ଭାବେ ଏବଂ ଅବିନାଶ ସାହୁ ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ। ଜନ ଶିକ୍ଷଣ ସଂସ୍ଥାନର ନିର୍ଦ୍ଦେଶକ ମନୋଜ କୁମାର ସେଠି ସଭାପତିତ୍ୱ କରି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ପ୍ରାରମ୍ଭରେ କାର୍ଯ୍ୟକ୍ରମ ଅଧିକାରୀ ସନ୍ଧ୍ୟାରାଣୀ ସାହୁ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସର ଉଦ୍ଦେଶ୍ୟ ଓ ତାହାର ସାମାଜିକ…

Read More

ଭାଗିରଥୀ ହାଇସ୍କୁଲ ପକ୍ଷରୁ ସଚେତନତା ସାଇକେଲ ରାଲି, ଗ୍ରାମବାସୀଙ୍କୁ ଦିଆଗଲା ପରିବେଶ ସୁରକ୍ଷା ବାର୍ତ୍ତା

ନୟାଗଡ଼,(ନୟାଗଡ଼ ଦର୍ପଣ): ବିଶ୍ୱ ସାଇକେଲ ଦିବସ ଅବସରରେ ନୟାଗଡ଼ ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁରସ୍ଥିତ ଭାଗିରଥୀ ହାଇସ୍କୁଲ ପକ୍ଷରୁ ଏକ ସଚେତନତାମୂଳକ ସାଇକେଲ ରାଲି ଆୟୋଜିତ ହୋଇଛି। ଜୁନ୍ ୩ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳିତ ହେଉଥିବା ବିଶ୍ୱ ସାଇକେଲ ଦିବସ ସପ୍ତାହ ଅବସରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ନୂତନ ଭାବେ ଯୋଗଦେଇଥିବା ପ୍ରଧାନଶିକ୍ଷୟିତ୍ରୀ ପୂର୍ଣ୍ଣିମା ତ୍ରୀପାଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଓ କର୍ମଚାରୀମାନେ ସାଇକେଲ ଧରି ଗ୍ରାମ ପରିକ୍ରମା କରିଥିଲେ। ରାଲି ସମୟରେ ବିଭିନ୍ନ ସଚେତନତାମୂଳକ ସ୍ଲୋଗାନ ଦେବା ସହ ସାଇକେଲ ବ୍ୟବହାରର ଉପକାରିତା ସମ୍ପର୍କରେ ଲୋକଙ୍କୁ ଅବଗତ କରାଯାଇଥିଲା। ରାଲିରେ ଅଂଶଗ୍ରହଣକାରୀମାନେ ସାଇକେଲ ଚଳାଇବା ଦ୍ୱାରା ପରିବେଶ ପ୍ରଦୂଷଣ ହ୍ରାସ, ସ୍ୱାସ୍ଥ୍ୟ ସୁରକ୍ଷା ଏବଂ ପେଟ୍ରୋଲ-ଡିଜେଲ ଭଳି ଇନ୍ଧନର ବ୍ୟବହାର କମିବା ସମ୍ପର୍କରେ ଗ୍ରାମବାସୀଙ୍କୁ ସଚେତନ କରିଥିଲେ। ସାଇକେଲ ଏକ ପରିବେଶ…

Read More

ଅନାସ୍ଥା କାର୍ଯ୍ୟକାରୀ କରିବାକୁ ଜନପ୍ରତିନିଧିଙ୍କ ଧାରଣା

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଧାରଣା ଦେଲେ ନିର୍ବାଚିତ ଜନପ୍ରତିନିଧି । ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁଙ୍କ ବିରୁଦ୍ଧରେ ଆସିଥିବା ଅନାସ୍ଥା କାର୍ଯ୍ୟକାରୀ କରିବାରେ ପ୍ରଶାସନ କରୁଥିବା ଅବହେଳା ପ୍ରତିବାଦରେ ଧାରଣା ଦିଆଯାଇଥିଲା । ଗତ ମେ ୧୨ ତାରିଖରେ ବିଜେଡିରୁ ଇସ୍ତଫା ଦେଇ ୧୫ ତାରିଖରେ ବିଜେପିରେ ମିଶିଥିଲେ ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ। ଯାହାକୁ ନେଇ ନିର୍ବାଚିତ ସରପଞ୍ଚ ଓ ସମିତିସଭ୍ୟ ମେ ୧୮ ତାରିଖରେ ଅନାସ୍ଥା ପ୍ରସ୍ତାବ ଆଗତ କରିଥିଲେ।  ଆଜି ପର୍ଯ୍ୟନ୍ତ ଅନାସ୍ଥା ପ୍ରକିୟା ଆରମ୍ଭ ହୋଇନାହିଁ। ଉପଜିଲ୍ଲାପାଳ ଅନାସ୍ଥା ପ୍ରସ୍ତାବରେ ରହିଥିବା ଦସ୍ତଖତ ଯାଞ୍ଚ କରିବାକୁ ପଠାଇ ସମୟ ଗଡ଼ାଇ ଚାଲିଥିବା ଅଭିଯୋଗ ହୋଇଛି। ଗତ ୩୦ ତାରିଖରେ ଅନେକ ଜନପ୍ରତିନିଧି ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାରଙ୍କୁ ଘେରାଉ କରିଥିଲେ।…

Read More

ଗୋବିନ୍ଦପୁର ହାଇସ୍କୁଲର ନୂତନ ପ୍ରଧାନଶିକ୍ଷୟିତ୍ରୀ ହେଲେ ପୂର୍ଣ୍ଣିମା ତ୍ରିପାଠୀ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ୍ ଅନ୍ତର୍ଗତ ଗୋବିନ୍ଦପୁର ସ୍ଥିତ ହାଇସ୍କୁଲର ନୂତନ ପ୍ରଧାନଶିକ୍ଷୟିତ୍ରୀ ଭାବେ ଶ୍ରୀମତୀ ପୂର୍ଣ୍ଣିମା ତ୍ରିପାଠୀ ବୁଧବାର ପୂର୍ବାହ୍ନରେ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ବିଦ୍ୟାଳୟ ପରିସରରେ ଏକ ସ୍ୱାଗତ ସମାରୋହର ଆୟୋଜନ କରାଯାଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ନୂତନ ପ୍ରଧାନଶିକ୍ଷୟିତ୍ରୀଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ୱାଗତ ଓ ଶୁଭେଚ୍ଛା ଜଣାଇଥିଲେ। ଦାୟିତ୍ୱ ଗ୍ରହଣ ପରେ ଶ୍ରୀମତୀ ତ୍ରିପାଠୀ ବିଦ୍ୟାଳୟର ସାମଗ୍ରିକ ବିକାଶ ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ସେ ଛାତ୍ରଛାତ୍ରୀଙ୍କ ଗୁଣାତ୍ମକ ଶିକ୍ଷା, ଶୃଙ୍ଖଳା ଓ ସର୍ବାଙ୍ଗୀନ ବିକାଶ ଉପରେ ବିଶେଷ ଗୁରୁତ୍ୱ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ। ଉଲ୍ଲେଖଯୋଗ୍ୟ ଯେ, ଶ୍ରୀମତୀ ତ୍ରିପାଠୀ ଏହା ପୂର୍ବରୁ ନୟାଗଡ଼ ସହରସ୍ଥିତ ମ୍ୟୁନିସିପାଲିଟି ଉଚ୍ଚବିଦ୍ୟାଳୟରେ ଦୀର୍ଘ ବର୍ଷ ଧରି ସଫଳତାର ସହ କାର୍ଯ୍ୟରତ…

Read More

ଅନାସ୍ଥା ପ୍ରସ୍ତାବ ଉପରେ ଶୀଘ୍ର କାର୍ଯ୍ୟାନୁଷ୍ଠାନ ଦାବି, ନହେଲେ ୧୭ରୁ ଅହୋରାତ୍ର ଧାରଣା

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ୍ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ଉଠିଛି। ଏହି ପ୍ରସଙ୍ଗରେ ନୟାଗଡ଼ ବ୍ଲକ୍‌ର ବିଭିନ୍ନ ପଞ୍ଚାୟତର ଜନପ୍ରତିନିଧିମାନେ ନୟାଗଡ଼ ଜିଲ୍ଲାପାଳଙ୍କୁ ଲିଖିତ ଭାବେ ଅବଗତ କରାଇଛନ୍ତି। ଦାବି ପୂରଣ ନହେଲେ ଆସନ୍ତା ୧୭ ତାରିଖରୁ ଅହୋରାତ୍ର ଧାରଣାରେ ବସିବେ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ସୂଚନା ଅନୁଯାୟୀ, ମଙ୍ଗଳବାର ନୟାଗଡ଼ ବ୍ଲକ୍ ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁଙ୍କ ନେତୃତ୍ୱରେ ବହୁ ସରପଞ୍ଚ ଓ ସମିତି ସଭ୍ୟ ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଧାରଣା ପ୍ରଦର୍ଶନ କରିଥିଲେ। ଏହି ଅବସରରେ ସେମାନେ ଅନାସ୍ଥା ପ୍ରସ୍ତାବ ସମ୍ପର୍କିତ ପ୍ରକ୍ରିୟାକୁ ଆଗକୁ ବଢ଼ାଇବା ସହ ନିୟମାନୁସାରେ ଶୀଘ୍ର ବୈଠକ ଡାକିବାକୁ ଦାବି କରିଥିଲେ। ଜନପ୍ରତିନିଧିମାନଙ୍କ କହିବା ଅନୁଯାୟୀ, ଗଣତାନ୍ତ୍ରିକ ବ୍ୟବସ୍ଥାରେ ଆଗତ ଅନାସ୍ଥା ପ୍ରସ୍ତାବ…

Read More

ଦୁଇ ଗାଁ ମଧ୍ୟରେ ବର୍ଷ ବର୍ଷର ସୀମା ବିବାଦର ଅନ୍ତ, ତହସିଲଦାରଙ୍କ ହସ୍ତକ୍ଷେପରେ ସମାଧାନ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ବିରୁଡ଼ା ଗ୍ରାମପଞ୍ଚାୟତର ବିରୁଡ଼ା ଓ ବାଘରା ଗ୍ରାମ ମଧ୍ୟରେ ଦୀର୍ଘ ଦିନ ଧରି ଲାଗି ରହିଥିବା ସୀମା ବିବାଦର ଶେଷରେ ସମାଧାନ ହୋଇଛି। ନୟାଗଡ଼ ତହସିଲଦାର ରାଜେଶ କେଶରୀ ସ୍ୱାଇଁଙ୍କ ସିଧାସଳଖ ହସ୍ତକ୍ଷେପ ଓ ସ୍ଥାନୀୟ ଲୋକଙ୍କ ସହଯୋଗରେ ଏହି ଜଟିଳ ସମସ୍ୟାର ସଫଳ ସମାଧାନ ହୋଇଥିବାରୁ ଦୁଇ ଗ୍ରାମରେ ଖୁସିର ମାହୋଲ ଦେଖାଦେଇଛି। ସୂଚନା ଅନୁଯାୟୀ, ପାଣ୍ଡେରି ପାଟଣା ସାହିର ମଶାଣି ଜମି ଓ ବାଘରା ଗ୍ରାମର ଖେଳ ପଡ଼ିଆକୁ କେନ୍ଦ୍ର କରି ବର୍ଷ ବର୍ଷ ଧରି ବିବାଦ ଲାଗି ରହିଥିଲା। ଏହି ବିବାଦକୁ ନେଇ ଉଭୟ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ୁଥିବା ବେଳେ କିଛି ସ୍ୱାର୍ଥାନ୍ୱେଷୀ ବ୍ୟକ୍ତି ଏହାକୁ ଅଧିକ ଜଟିଳ କରୁଥିବା ଅଭିଯୋଗ ହୋଇଥିଲା। ତହସିଲ ପ୍ରଶାସନ ପକ୍ଷରୁ ପୂର୍ବରୁ ତିନିଥର ଜମି ମାପଚୁପ କରାଯାଇଥିଲେ…

Read More

ଏନଏସି ହାଇସ୍କୁଲରେ ନୂତନ ପ୍ରଧାନ ଶିକ୍ଷକଙ୍କ ଯୋଗଦାନ

ନୟାଗଡ଼,(ନୟାଗଡ଼ ଦର୍ପଣ): ନିକଟରେ ରାଜ୍ୟ ସରକାର ବରିଷ୍ଠ ମାଧ୍ୟମିକ ଶିକ୍ଷକ ମାନଙ୍କୁ ପଦୋନ୍ନତି ଦେଇ ପ୍ରଧାନ ଶିକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି। ଫଳରେ ରାଜ୍ୟର ବିଭିନ୍ନ ଉଚ୍ଚ ବିଦ୍ୟାଳୟରେ ଖାଲି ପଡ଼ିଥିବା ପ୍ରଧାନ ଶିକ୍ଷକ ପଦବୀ ଗୁଡିକ ପୂରଣ ହୋଇ ପାରିଛି। ଏହି କ୍ରମରେ ନୟାଗଡ଼ ଏନଏସି ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭାବେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଥିବା ଆଦର୍ଶ ଶିକ୍ଷକ ସୁରେନ୍ଦ୍ର କୁମାର ଖଣ୍ଡା ଆଜି ଯୋଗଦାନ କରିଛନ୍ତି। ଫଳରେ ଦୀର୍ଘ ଦୁଇବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ବିଦ୍ୟାଳୟରେ ଖାଲି ପଡ଼ିଥିବା ପ୍ରଧାନ ଶିକ୍ଷକ ପଦ ପୂରଣ ହୋଇପାରିଛି। ବିଦ୍ୟାଳୟ ପକ୍ଷରୁ ଶିକ୍ଷକ ଓ ଶିକ୍ଷୟତ୍ରୀ ଜ୍ୟୋତିର୍ମୟୀ ରଥ, ଭବାନୀ କୁମାରୀ ଆଚାର୍ଯ୍ୟ, ସୁନିତା ନାୟକ, ସୌଦାମିନୀ ପ୍ରଧାନ, ରୋଜାଲିନ ମିଶ୍ର,ଉମାକାନ୍ତ ମିଶ୍ର,ଲକ୍ଷ୍ମୀଧର ସାହୁ, କାଦମ୍ବିନୀ କରଣ,ଅଶୋକ କୁମାର ମିଶ୍ର,ସ୍ମିତା ମଲ୍ଲିକ ପ୍ରମୁଖ ପ୍ରଧାନ…

Read More