ଭାରତୀୟ ଅନୁବାଦ ସାହିତ୍ୟ ଆନୁକୁଲ୍ୟରେ ଜାତୀୟସ୍ତରର ଅନୂଦିତ କାବ୍ୟପାଠ ଓ ଆଲୋଚନାଚକ୍ର

ନୟାଗଡ଼, (ନୟାଗଡ଼ ଦର୍ପଣ): ଅନୁବାଦ ସାହିତ୍ୟର ସମୃଦ୍ଧି ତଥା ଯୁବ ଅନୁବାଦକମାନଙ୍କୁ ଉତ୍ସାହିତ କରିବା ଦିଗରେ ନିରନ୍ତର କାର୍ଯ୍ୟ କରିଆସୁଥିବା ଭାରତର ଅନ୍ୟତମ ପ୍ରମୁଖ ଅନୁଷ୍ଠାନ ଭାରତୀୟ ଅନୁବାଦ ସାହିତ୍ୟ ତରଫରୁ ଅନଲାଇନ୍ ମାଧ୍ୟମରେ ଆଲୋଚନା ଓ ଅନୂଦିତ କାବ୍ୟ ପାଠ ଅନୁଷ୍ଠିତ ହୋଇ ଯାଇଛି।ଅନୁବାଦ ଏକ ସର୍ଜନାତ୍ମକ କାର୍ଯ୍ୟ । ବିଶିଷ୍ଟ ଜ୍ଞାନ, ସାମର୍ଥ୍ୟ,ଅନୁଭବ ଏବଂ କଳାତ୍ମକ କୌଶଳ ଦ୍ୱାରା ଅନୁବାଦ ଲାଳିତ୍ୟପୁର୍ଣ୍ଣ ତଥା ପ୍ରଭାବଶାଳୀ ହୋଇଥାଏ। ଅନୁବାଦ ଆମ ପରସ୍ପରକୁ ନିକଟତର କରିବାସହ ବିଶ୍ୱ ଐକ୍ୟକୁ ପରିପୁଷ୍ଟ କରିଥାଏ ବୋଲି ଆଜିର କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ବିଶିଷ୍ଟ ପଞ୍ଜାବୀ ଅନୁବାଦକ ଅମରଜୀତ କୌଁକେ, ଓଡ଼ିଆ ଅନୁବାଦକ ଡ. ଚିତ୍ତରଞ୍ଜନ ମିଶ୍ର ଓ ମରାଠୀ ଅନୁବାଦକ ବିଜୟ ପ୍ରଭାକର ନାଗରକର ମତପ୍ରକାଶ କରିଥିଲେ। ଭାରତୀୟ ଅନୁବାଦ ସାହିତ୍ୟର ସଂପାଦକ ଶରତ ଚନ୍ଦ୍ର ଆଚାର୍ଯ୍ୟ ସମସ୍ତଙ୍କୁ ସ୍ୱାଗତ…

Read More

ପ୍ରେମ ପାଇଁ ସ୍ୱାମୀକୁ ମାରି ଘର ଭିତରେ ମାଟିତଳେ ପୋତିଦେଲା ସ୍ତ୍ରୀ

ଶାଶୁ, ସ୍ତ୍ରୀ ଓ ପ୍ରେମିକ ଗିରଫ ପରେ ଗାଁ ଶତାଧିକ ଲୋକ, ପୋଲିସ ମୁତୟନ ଓଡ଼ଗାଁ,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା କୋମଣ୍ତ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି। ୧୪ ବର୍ଷଘର ସଂସାର କରି ସାରିବା ପରେ ସ୍ୱାମୀ ସ୍ତ୍ରୀର ସଂପର୍କକୁ ପଛରେ ପକାଇ ନିଜ ପ୍ରେମିକ ସହ ମିଶି ସ୍ବାମୀକୁ ଜୀବନରେ ମାରି ଘର ଭିତରେ ପୋତି ଦେଇଛି ସ୍ତ୍ରୀ । ଘଟଣାକୁ ୧୦ ଦିନ ବିତି ଯାଇଥିଲେ ମଧ୍ୟ ଆଜି ପୁଲିସ ଗାଁରେ ପହଂଚି ସ୍ତ୍ରୀ ଓ ଶାଶୁକୁ ଉଠାଇ ଆଣିଥିବାବେଳେ ପ୍ରେମିକ ଫେରାର ହେବାକୁ ଚେଷ୍ଟା କରି ପୁଲିସ ଜାଲରେ ଧରାପଡିଛି। ସୂଚନା ଅନୁସାରେ, ଓଡ଼ଗାଁ ଥାନା ରୋହିବାଙ୍କ ଗ୍ରାମର ଗୋଲକ ନାୟକ ପୁଅ ପ୍ରକାଶ ନାୟକ(୩୭) ଜଣେ ଦିନ ମଜୁରିଆ ଭାବେ କାର୍ଯ୍ୟ କରନ୍ତି। ସେ…

Read More

‘ଶ୍ରୀ ସୃଜନ’ର ତୃତୀୟ ସାମ୍ବତ୍ସରିକ ଉତ୍ସବ

ନୟାଗଡ଼,(ନୟାଗଡ଼ ଦର୍ପଣ): ସଙ୍ଗୀତ ଅନୁଷ୍ଠାନ ଶ୍ରୀ ସୃଜନର ତୃତୀୟ ସାମ୍ବତ୍ସରିକ ଉତ୍ସବ ସ୍ଥାନୀୟ ନିଉ ଜନତା ହଲରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ନୟାଗଡ଼ ପୌର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ସମାଜସେବୀ ପ୍ରମୋଦ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଅନୁଷ୍ଠାନର ସଭାପତି ଡ. ବିଜୟ ଚୌଧୁରୀଙ୍କ ପୌରୋହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମ୍ପାଦିକା କଣ୍ଠଶିଳ୍ପୀ ଜୟଶ୍ରୀ ଦେବୀ ପ୍ରାରମ୍ଭିକ ସୂଚନା, ଅତିଥି ପରିଚୟ ଏବଂ ମଞ୍ଚ ସଞ୍ଚାଳନ କରିଥିଲେ। ଏହି ଅବସରରେ ପୁରୀର ବରିଷ୍ଠ କଣ୍ଠଶିଳ୍ପୀ ଅଶୋକ ମହାନ୍ତି, ଢେ଼ଙ୍କାନାଳର ବରିଷ୍ଠ ଅଭିନେତା ଶରତ ମାଝୀ ଏବଂ ଯାଜପୁରର ସୁନାମଧନ୍ୟ ସାହିତ୍ୟିକ ବିମଳ ପତିଙ୍କୁ ମୁଖ୍ୟ ଅତିଥି ଉପଢୌକନ ଏବଂ ଟ୍ରଫି ପ୍ରଦାନ କରି ସମ୍ବର୍ଦ୍ଧିତ…

Read More

ସହରରେ ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା, ବିଧାୟକଙ୍କ ଦ୍ୱାରା ୪ କିଓସ୍କୋ, ମିଶନ ଶକ୍ତି ଗୃହ, ତ୍ରିନାଥ ମନ୍ଦିର ଉଦଘାଟିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ପ୍ରତ୍ୟେକ ସ୍ଥାନରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ ଦେଇ ଆସୁଛନ୍ତି । ନୟାଗଡ଼ ସହରରେ ବିଶୁଦ୍ଧ ପାନୀୟ ଜଳ ପାଇଁ ମେଗା ପାନୀୟ ଜଳ ବ୍ୟବସ୍ଥା ହୋଇଥିବା ବେଳେ ସହର ମଧ୍ୟରେ ବିଭିନ୍ନ ସ୍ଥାନରେ ପାନୀୟ ଜଳ ସୁବିଧା ପାଇଁ କିଓସ୍କୋ ନିର୍ମାଣ କରାଯାଇଛି । ଜନସ୍ୱାସ୍ଥ୍ୟ ବିଭାଗ ଆନୁକୁଲ୍ୟରେ ଏହି କିଓସ୍କୋ ଗୁଡ଼ିକ ନିର୍ମାଣ କରାଯାଇଥିବା ବେଳେ ଆଜି ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଦ୍ୱାରା ଜନସାଧାରଣଙ୍କ ଉଦ୍ଦେସ୍ୟରେ ଲୋକାର୍ପିତ ହୋଇଛି । ନୟାଗଡ଼ ବାଳିକା ଉଚ୍ଚ ବିଦ୍ୟାଳୟ, ବଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ, ନୟାଗଡ଼ ଟ୍ୟାସ୍କି ଷ୍ଟାଣ୍ଡ, ବଲାଙ୍ଗୀ ପାର୍କ ପରିସରରେ ନିର୍ମାଣ କରାଯାଇଥିବା କିଓସ୍କୋ ଆଜି ଲୋକାର୍ପିତ ହୋଇଛି। ପ୍ରତ୍ୟେକ କିଓସ୍କୋ ନିର୍ମାଣ ପାଇଁ ୧୦ ଲକ୍ଷରୁ ଉର୍ଦ୍ଧ୍ୱ ବ୍ୟୟ କରାଯାଇଛି।…

Read More

ସହରରେ ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା, ବିଧାୟକଙ୍କ ଦ୍ୱାରା ୪ କିଓସ୍କୋ, ମିଶନ ଶକ୍ତି ଗୃହ, ତ୍ରିନାଥ ମନ୍ଦିର ଉଦଘାଟିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ପ୍ରତ୍ୟେକ ସ୍ଥାନରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ ଦେଇ ଆସୁଛନ୍ତି । ନୟାଗଡ଼ ସହରରେ ବିଶୁଦ୍ଧ ପାନୀୟ ଜଳ ପାଇଁ ମେଗା ପାନୀୟ ଜଳ ବ୍ୟବସ୍ଥା ହୋଇଥିବା ବେଳେ ସହର ମଧ୍ୟରେ ବିଭିନ୍ନ ସ୍ଥାନରେ ପାନୀୟ ଜଳ ସୁବିଧା ପାଇଁ କିଓସ୍କୋ ନିର୍ମାଣ କରାଯାଇଛି । ଜନସ୍ୱାସ୍ଥ୍ୟ ବିଭାଗ ଆନୁକୁଲ୍ୟରେ ଏହି କିଓସ୍କୋ ଗୁଡ଼ିକ ନିର୍ମାଣ କରାଯାଇଥିବା ବେଳେ ଆଜି ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଦ୍ୱାରା ଜନସାଧାରଣଙ୍କ ଉଦ୍ଦେସ୍ୟରେ ଲୋକାର୍ପିତ ହୋଇଛି । ନୟାଗଡ଼ ବାଳିକା ଉଚ୍ଚ ବିଦ୍ୟାଳୟ, ବଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ, ନୟାଗଡ଼ ଟ୍ୟାସ୍କି ଷ୍ଟାଣ୍ଡ, ବଲାଙ୍ଗୀ ପାର୍କ ପରିସରରେ ନିର୍ମାଣ କରାଯାଇଥିବା କିଓସ୍କୋ ଆଜି ଲୋକାର୍ପିତ ହୋଇଛି। ପ୍ରତ୍ୟେକ କିଓସ୍କୋ ନିର୍ମାଣ ପାଇଁ ୧୦ ଲକ୍ଷରୁ ଉର୍ଦ୍ଧ୍ୱ ବ୍ୟୟ କରାଯାଇଛି।…

Read More

ଭକ୍ତି ସଙ୍ଗୀତ ଫାଇନାଲ, ପ୍ରୟାତାତ୍ମା ହେଲେ ନୟାଗଡ଼ ସଙ୍ଗୀତ କଲ୍ଲୋଳ

ନୟାଗଡ଼,(ନୟାଗଡ଼ ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ସ୍ଥାନୀୟ ପଠାଣି ସମାନ୍ତ ସଂସ୍କୃତି ଭବନ ଠାରେ ଆୟୋଜିତ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ଫାଇନାଲରେ ପ୍ରୟାତତ୍ମା ରଥ ବିଜୟୀ ହୋଇ ୧୧ହଜାର ନଗଦ ରାଶି ସହିତ ନୟାଗଡ଼ ସଙ୍ଗୀତ କଲ୍ଲୋଳ ଉପାଧିରେ ଭୂଷିତ ହୋଇଛନ୍ତି। ସୂଚନାଯୋଗ୍ୟ ଯେ ଜିଲ୍ଲାର ୮ଟି ବ୍ଲକରେ ଅନୁଷ୍ଠିତ ହୋଇଥିବା ବ୍ଲକସ୍ତରୀୟ ପ୍ରତିଯୋଗିତାରୁ ଶ୍ରେଷ୍ଠ ୧୧ଜଣ ପ୍ରତିଯୋଗୀ ଫାଇନାଲ ପର୍ଯ୍ୟାୟକୁ ମନୋନୀତ ହୋଇଥିଲେ। ତିନି ପର୍ଯ୍ୟାୟରେ ଅନୁଷ୍ଠିତ ଏହି ଫାଇନାଲ ପ୍ରତିଯୋଗିତାରେ ବିଚାରକ ଭାବେ ଓଡ଼ିଶାର ଲବ୍ଧ ପ୍ରତିଷ୍ଠିତ ପ୍ରଚ୍ଛଦପଟ କଣ୍ଠଶିଳ୍ପୀ ଗୀତା ଦାଶ, ଆଲୋକ କୁଣ୍ଡୁ ଏବଂ ସଙ୍ଗୀତ ନିର୍ଦ୍ଦେଶକ ଅଶୋକ ଗଣ୍ଠିଆ ଯୋଗଦାନ କରି ଶ୍ରେଷ୍ଠ ୩ ଜଣ ବିଜେତାଙ୍କୁ ବାଛିଥିଲେ। ଶେଷରେ ଅନୁଷ୍ଠିତ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦାନ…

Read More

ଫାଇଲେରିଆ ବା ବାତଜ୍ଵର ନିରାକରଣ ନିମନ୍ତେ ଏକକାଳୀନ ସାମୁହିକ ଔଷଧ ସେବନ’ କାର୍ଯ୍ୟକ୍ରମ

ନୟାଗଡ଼, (ନୟାଗଡ଼ ଦର୍ପଣ): ତା ୧୦.୦୨.୨୦୨୪ ରିଖ ଠାରୁ ତା ୧୯.୦୨.୨୦୨୪ ରିଖ ପର୍ଯ୍ୟନ୍ତ ଆମ୍ଭ ନୟାଗଡ଼ ଜିଲ୍ଲାର ଦଶପଲ୍ଲା ବ୍ଲକରେ ଫାଇଲେରିଆ ବା ବାତଜ୍ଵର ନିରାକରଣ ନିମନ୍ତେ ‘ଏକକାଳୀନ ସାମୁହିକ ଔଷଧ ସେବନ’ କାର୍ଯ୍ୟକ୍ରମ ହେବାକୁ ଯାଉଅଛି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ‘ଡି.ଇ.ସି’ ବଟିକା ସହ ‘ଆଲ୍‌ବେଣ୍ଡାଜୋଲ’ ବଟିକା ବୟସ ଅନୁପାତରେ ଗୋଟିଏ ମାତ୍ରାର ଔଷଧ ଲୋକମାନଙ୍କୁ ପ୍ରଶିକ୍ଷିତ ଓ ଦକ୍ଷ ଔଷଧ ପ୍ରଦାନକାରୀମାନେ ପ୍ରତ୍ୟକ୍ଷ ଭାବରେ ଖାଇବାକୁ ଦେବେ । ଏହି ଔଷଧ ପ୍ରଦାନ କାରୀମାନେ ହେଲେ – ଆଶାକର୍ମୀ, ଅଙ୍ଗନୱାଡିକର୍ମୀ ଓ ସ୍ୱେଚ୍ଛାସେବୀ । ଏହି ଔଷଧ ଏକ ନିରାପଦ ଔଷଧ ଅଟେ ଏବଂ ଏହାର ସାଧାରଣତଃ କୈାଣସି ପାର୍ଶ୍ବ ପ୍ରତିକ୍ରିୟା ନାହିଁ । ଏହାକୁ ଯେକୌଣସି ସମୟରେ କିଛି ଖାଦ୍ୟ ଖାଇବା ପରେ ଖାଇବା ଉଚିତ୍ I ଯାହାଙ୍କ ଦେହରେ…

Read More

ନ୍ୟାୟ ପାଇଲା ପରୀ

ନୟାଗଡ଼, (ନୟାଗଡ଼ ଦର୍ପଣ): ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାର ଆସିଛି ରାୟ। ନୟାଗଡ଼ର ଏହି ଚର୍ଚ୍ଚିତ ହତ୍ୟା ଘଟଣାର ଶୁଣାଣୀ କରି ଦୋଷୀ ସରୋଜ ସେଠୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ନୟାଗଡ଼ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ । ୨୦୨୦ ମସିହା ଜୁଲାଇ ୧୪ ତାରିଖରେ ନୟାଗଡ଼ ନିକଟସ୍ଥ ଯଦୁପୁର ଗାଁରେ ପରୀକୁ ହତ୍ୟା କରାଯାଇଥିଲା ।ଏସ୍.ଆଇ.ଟି ଧରିଥିବା ନାବାଳକକୁ ଆଜି କୋର୍ଟରେ ହାଜର କରାଯାଇଥିଲା । ଏଥିପାଇଁ ରାଉରକେଲା ବାଳ ସ୍ୱଧାର ଗୃହରୁ ଅଭିଯୁକ୍ତକୁ ନୟାଗଡ଼ ଚିଲଡ୍ରେନ୍ କୋର୍ଟକୁ ଅଣାଯାଇଥିଲା । ଗତ ଜାନୁଆରୀ ୩୦ ତାରିଖରେ ଶୁଣାଣି ଶେଷ ହେବା ପରେ ରାୟ ସଂରକ୍ଷିତ କରିଥିଲେ କୋର୍ଟ । ପରୀ ହତ୍ୟାକାଣ୍ଡ ଘଟଣାରେ ଗଠିତ ଏସଆଇଟି ଗତ ୨୦ ଡିସେମ୍ବର ୨୦୨୦ରେ ଅଭିଯୁକ୍ତକୁ ଗିରଫ କରିଥିଲା । ରାଜ୍ୟ ସରକାର…

Read More

ନୟାଗଡ଼ ଜିଲ୍ଲାରେ ବନ୍ଦେ ଉତ୍କଳ ଜନନୀ ଗାନ ଏବଂ ଲାଇଭ୍ ଷ୍ଟ୍ରିମିଙ୍ଗ ମାଧ୍ୟମରେ ଏହାର ଦୃଶ୍ୟ ଶ୍ରାବ୍ୟ ପ୍ରଦର୍ଶନ

ନୟାଗଡ଼, (ନୟାଗଡ଼ ଦର୍ପଣ): ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଜନତା ମୈଦାନ, ଭୁବନେଶ୍ବର ଠାରେ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଉଦ୍‌ଘାଟନ କରୁଥିଲାବେଳେ ଠିକ୍ ଏକା ସମୟରେ ନୟାଗଡ଼ ଜିଲ୍ଲାରେ ଜିଲ୍ଲା ପ୍ରଶାସନ ତରଫରୁ ଅତିରିକ୍ତ ଜିଲ୍ଲାପାଳ ଦିଲିପ କୁମାର ବଳଙ୍କ ନେତୃତ୍ବରେ ଜିଲ୍ଲାକାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଉପସ୍ଥିତ ରହି ରାଜ୍ୟ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ଗାନ କରିବା ସହ କାର୍ଯ୍ୟକ୍ରମକୁ ଲାଇଭ୍ ଷ୍ଟ୍ରିମିଙ୍ଗ୍ ମାଧ୍ୟମରେ ଦେଖିଥିଲେ । ଏହି କାର୍ଯ୍ୟକ୍ରମରେ ପଂଚାୟତ ଠାରୁ ଆରମ୍ଭ କରି ବ୍ଲକ ଓ ଜିଲ୍ଲା ମଧ୍ୟରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନମାନେ ଭାଗ ନେବା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ନିର୍ଦ୍ଦେଶନାମା ଜାରୀ କରାଯାଇଥିଲା । ଜିଲ୍ଲା ମଧ୍ୟରେ ଥିବା ସମସ୍ତ ବରପୁତ୍ରମାନଙ୍କ ଚତୁଃପାର୍ଶ୍ଵ ପରିସ୍କାର କରିବା ସହ…

Read More

ଧନ୍ଦାମୂଳକ ଶିକ୍ଷାର୍ଥୀଙ୍କ ଶିଳ୍ପ ପରିଭ୍ରମଣ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ ଶରଣ କୁଳ ସ୍ଥିତ ନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗର ସମଗ୍ର ଶିକ୍ଷା ଯୋଜନା ଅଧୀନରେ ଚାଲୁଥିବା ଧନ୍ଦାମୂଳକ ଶିକ୍ଷା ଛାତ୍ରୀ ଛାତ୍ର ଙ୍କ ଦ୍ବାରା ଶିଳ୍ପାନୁଷ୍ଠାନ ପରିଭ୍ରମଣ ଶିକ୍ଷା ଅନୁଷ୍ଠିତ ହୋଇଛି।ଏହି ପରିଭ୍ରମଣ ରେ ନାରାୟଣ ଉଚ୍ଚ ବିଦ୍ୟାଳୟ ର ନବମ ଓ ଦଶମ ଶ୍ରେଣୀର ପରିଧାନ ବିଭାଗ ର ୬୮ ଶିକ୍ଷାର୍ଥୀ ଏବଂ( ସ୍ପୋକ ସ୍କୁଲ)ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଶରଣ କୁଳ ର ୧୧ ଶିକ୍ଷାର୍ଥୀ ସାମିଲ ହୋଇଛନ୍ତି।ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ କାଞ୍ଚନ ଷଡ଼ଙ୍ଗୀ ଙ୍କ ତତ୍ୱାବଧାନ ରେ ଦୁଇଟି ବିଦ୍ୟାଳୟ ର ଛାତ୍ରୀ ଛାତ୍ର ମାନେ ସୋଲପଟା ସ୍ଥିତ ବାଲୁଙ୍କେଶ୍ୱର ତନ୍ତୁବାୟ ସମିତି କୁ ପରିଭ୍ରମଣ କରିଥିଲେ।…

Read More