ନୟାଗଡ଼,(ନୟାଗଡ଼ ଦର୍ପଣ): ସମଗ୍ର ଓଡିଶା ରାଜ୍ଯ ଘରୋଇ ବିଦ୍ୟାଳୟ ମହାସଂଘ ଡାକରାରେ ନୟାଗଡ଼ ଜିଲ୍ଲାର ସମସ୍ତ ଘରୋଇ ବିଦ୍ଯାଳୟ ଆଜି ବନ୍ଦ ରହିଛି। ଘରୋଇ ବିଦ୍ଯାଳୟ ପ୍ରତି ରାଜ୍ଯ ସରକାରଙ୍କର ବୈମାତୃକ ମନୋଭାବ, ମନମୁଖୀ କାର୍ଯ୍ୟକ୍ରମ ଓ ଘରୋଇ ବିଦ୍ଯାଳୟ ମାରଣ ନୀତି ବିରୁଦ୍ଧରେ ଅଲ ଓଡିଶା ପ୍ରାଇଭେଟ ସ୍କୁଲ ଆସୋସିଏସନ ତରଫରୁ ଭୁବନେଶ୍ୱର ଲୋୟର ପିଏମଜି ଠାରେ ରାଜ୍ଯ ସ୍ତରୀୟ ବିକ୍ଷୋଭ ପ୍ରଦର୍ଶନ ହୋଇଛି। ଘରୋଇ ବିଦ୍ଯାଳୟର ୦୪ ଦଫା ସମ୍ବଳିତ ଏକ ଦାବିପତ୍ର ନେଇ ନୟାଗଡ଼ ଜିଲ୍ଲାର ଘରୋଇ ବିଦ୍ଯାଳୟ ମହାସଂଘର କାର୍ଯ୍ଯକର୍ତ୍ତା ମାନେ ନୟାଗଡ଼ ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ମାଧ୍ୟମରେ ସରକାରଙ୍କୁ ଦାବିପତ୍ର ଦେବା ସହିତ ଭୁବନେଶ୍ୱର ଲୋୟର ପି ଏମ ଜି ରେ ଅନୁଷ୍ଠିତ ସାମୁହିକ ଧାରଣା ରେ ଭାଗ ନେଇଛନ୍ତି। ଚାରି ଦଫା ଦାବି ଗୁଡିକ ହେଲା……
Read MoreCategory: ଗଣିଆ ବ୍ଲକ
ସପ୍ତମ ବାର୍ଷିକ ଜିଲ୍ଲାବ୍ୟାପି ସେବା ଉତ୍ସବ ଉଦଯାପିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ଯୁବଗୋଷ୍ଠୀ ଚାହିଁଲେ ସେବା ଏକ ଆନ୍ଦୋଳନ ହୋଇପାରିବ। ସେବାକୁ ଓଲଟାଇଲେ ବାସେ, ଏଣୁ ଏହାର ମହକରେ ସମାଜ ସୁଧାରି ହେବ। ନୟାଗଡ଼ ସେବା ଉତ୍ସବ ସମିତି ପକ୍ଷରୁ ଗତ ଜୁଲାଇ ୧ ତାରିଖରୁ ଅନୁଷ୍ଠିତ ସପ୍ତମ ବାର୍ଷିକ ଜିଲ୍ଲାବ୍ୟାପି ସେବା ଉତ୍ସବରେ ଯୋଗଦେଇ ମଂଚାସୀନ ଅତିଥିମାନେ ଏଭଳି ମତ ରଖିଛନ୍ତି । ଗତ ଜୁଲାଇ ୧ତାରିଖ ଠାରୁ ଆରମ୍ଭ ହୋଇ ଜୁଲାଇ ୧୯ ତାରିଖ ଯାଏଁ ଅନୁଷ୍ଠିତ ହୋଇଯାଇଥିବା ଏହି ଜିଲ୍ଲାସ୍ଥରୀୟ ଉତ୍ସବରେ ଜିଲ୍ଲାର ୨ ହଜାର ଲୋକଙ୍କୁ ଖାଦ୍ୟ, ବସ୍ତ୍ର, ରାସନ ଓ ଆର୍ଥିକ ସହାୟତା ସାଙ୍ଗକୁ ମାଗଣା ସ୍ୱାସ୍ଥ୍ୟସେବା ଯୋଗାଯାଇଥିଲା। ଚଳିତ ବର୍ଷ ଏହି ସେବାଉତ୍ସବ ଜିଲ୍ଲାର ଆଠୋଟି ବ୍ଲକ ପରିକ୍ରମା କରିଥିବା ବେଳେ ସେବା ଉତ୍ସବର ସ୍ବେଛାସେବୀ ମାନେ ଘର ଘର ବୁଲି ଅସହାୟ ଓ ଅଭାବ ଅନାଟନ ଭିତରେ…
Read Moreନୟାଗଡ଼ରେ ୫-ଟି ସଚିବ, ଦାବି ଦୋହରାଇଲା ବିକାଶ ମଞ୍ଚ
ନୟାଗଡ଼,(ନୟାଗଡ଼ ଦର୍ପଣ): ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶକ୍ରମେ ତାଙ୍କର ପ୍ରତିନିଧି ଭାବେ ନୟାଗଡ଼ ଜିଲ୍ଲାର ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ସମସ୍ୟା ଜାଣିବା ଓ ସେ ସବୁର ସମାଧାନ ପାଇଁ ବାଟ ତିଆରି କରିବା ଲକ୍ଷ୍ୟରେ ଦୁଇଦିନିଆ ନୟାଗଡ଼ ଜିଲ୍ଲା ଗସ୍ତରେ ଆସିଛନ୍ତି ଭି କାର୍ତିକେୟ ପାଣ୍ଡିଆନ୍। ମୁଖ୍ୟମନ୍ତ୍ରୀଙ୍କ ସଚିବ ତଥା ୫-ଟି ସଚିବ ଶ୍ରୀ ପାଣ୍ଡିଆନ୍ଙ୍କ ଗସ୍ତ ଅବସରରେ ଜିଲ୍ଲାର ବିଭିନ୍ନ ଦାବି ନେଇ ତାଙ୍କର ଦୃଷ୍ଟି ଆକର୍ଷଣ କରିଛି ନୟାଗଡ଼ ବିକାଶ ମଞ୍ଚ। ଦୀର୍ଘ ଦିନ ଧରି ଜିଲ୍ଲାର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ପାଖରେ ଅଳି କରି ଆସୁଥିବା ନୟାଗଡ଼ ବିକାଶ ମଞ୍ଚ ଆଜି ମେଲ୍ ଯୋଗେ ମୁଖ୍ୟମନ୍ତ୍ରୀ ଓ ୫-ଟି ସଚିବଙ୍କୁ ପୁଣିଥରେ ପୁରୁଣା ଦାବି ମନେ ପକାଇ ଦେଇଛନ୍ତି। ଜିଲ୍ଲା ଗସ୍ତ ଅବସରରେ ଶ୍ରୀ ପାଣ୍ଡିଆନ୍ ଏହି ଦାବି…
Read Moreସାଇ ଶୁଭମଙ୍କ ଜନ୍ମଦିନ ଅବସରରେ ରକ୍ତଦାନ ଶିବିର ୫୧ ୟୁନିଟ୍ ରକ୍ତ ସଂଗ୍ରହ
ନୟାଗଡ଼,(ନୟାଗଡ଼ ଦର୍ପଣ): ଆଜିକାଲିର ଯୁବପୀଢ଼ି ନିଜର ଜନ୍ମଦିନକୁ ଆଧୁନିକ ଚାକଚକ୍ୟ ଆଉ ଆଡମ୍ୱର ପୂର୍ଣ୍ଣ ଭାବେ ପାଳନ କରୁଥିବା ବେଳେ କିନ୍ତୁ ଆମ ନୟାଗଡ଼ ବ୍ଳକ ଅନ୍ତର୍ଗତ ଇଟାମାଟି ଗ୍ରାମର ସାଇ ଶୁଭମ୍ ଏଇ ସବୁର ଉର୍ଦ୍ଧ୍ବରେ ରହି ଆଗାମୀ ଭବିଷ୍ୟତ, ପରିବେଶକୁ ଦୃଷ୍ଟି ରଖି ନିଜ ଜନ୍ମଦିନରେ ସାଙ୍ଗ ସାଥୀଙ୍କ ସହ ବୃକ୍ଷରୋପଣ ଏବଂ ରାଜ୍ୟରେ ରକ୍ତ ଅଭାବ ଦୂର ନିମନ୍ତେ ରକ୍ତଦାନ ଶିବିରର ଆୟୋଜନ କରିଛନ୍ତି। ଏହି ପ୍ରରିପେକ୍ଷୀରେ ସାଇସିଦ୍ଧି ଫାଉଣ୍ଡେସନ, ଦି ସ୍କ୍ୱାର୍ଡ ଗ୍ରୁପ ଏବଂ ଜୀବନ ବିନ୍ଦୁ ସହଯୋଗରେ ବ୍ରଜେନ୍ଦ୍ର ହାଇ ସ୍କୁଲ ପରିସରରେ ଏହି ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୟାଗଡ଼ ବିଧାୟକ ଡ଼ଃ ଅରୁଣ କୁମାର ସାହୁ ଉଦ୍ଘାଟନ କରିଥିବା ବେଳେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ ଉପସ୍ଥିତ ଥିଲେ। ଯୁବବର୍ଗଙ୍କ ଏଭଳି…
Read Moreନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ବିଭିନ୍ନ ଦାବି ନେଇ ରେଳ ଷ୍ଟେସନରେ ଧାରଣା, ଉଚ୍ଚସ୍ତରୀୟ ବୈଠକ ପରେ ଆନ୍ଦୋଳନ ସ୍ଥଗିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ପୂର୍ବ ନିଷ୍ପତ୍ତି ମୁତାବକ ବିଭିନ୍ନ ଦାବି ନେଇ ନୟାଗଡ଼ ନାଗରିକ ମଞ୍ଚ ଓ ଅନ୍ୟାନ୍ୟ ସଂଗଠନ ପକ୍ଷରୁ ନୟାଗଡ଼ ଟାଉନ ରେଳ ଷ୍ଟେସନରେ ଆଜି ସକାଳେ ଶାନ୍ତିପୂର୍ଣ୍ଣ ଧାରଣା ଦିଆଯାଇଥିଲା । ତେବେ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା ପରେ ଆନ୍ଦୋଳନକୁ ଦୁଇମାସ ପାଇଁ ସ୍ଥଗିତ ରଖାଯାଇଛି । ସୂଚନାଯୋଗ୍ୟ ଯେ ଗତ ୧୦ ତାରିଖ ଦିନ ୮ଦଫା ଦାବି ସମ୍ବଳିତ ଏକ ଦାବିପତ୍ର ଖୋର୍ଦ୍ଧାରୋଡ଼ ଡିଭିଜନାଲ ରେଲୱେ ମ୍ୟାନେଜରଙ୍କ ଉଦ୍ଦେଶ୍ୟରେ ନୟାଗଡ଼ ଷ୍ଟେସନ ମ୍ୟାଜେନର ସଞ୍ଜୟ ପ୍ରଧାନଙ୍କୁ ପ୍ରଦାନ କରାଯାଇଥିଲା । ଏହି ଦାବି ଗୁଡ଼ିକ ମଧ୍ୟରେ ନୟାଗଡ଼ରୁ ଭୁବନେଶ୍ୱର ଯାଉଥିବା ମେମୁ ଟ୍ରେନ ବାରମ୍ବାର ଅଚଳ ହେବା, ଅପେକ୍ଷାରତ ଯାତ୍ରୀଙ୍କ ପାଇଁ ବିଶ୍ରାମସ୍ଥଳୀର ସଂପ୍ରସାରଣ, ଯାତ୍ରୀମାନଙ୍କ ପାଇଁ ଥଣ୍ଡାପାନୀୟ ଜଳର ବ୍ୟବସ୍ଥା, ନୟାଗଡ଼ରୁ କଲିକତା ଏବଂ ବିଶାଖାପାଟଣାକୁ ଟ୍ରେନ ଚଳାଚଳ, ନିର୍ମାଣଧିନ…
Read Moreମହିତମା ଫରେଷ୍ଟରଙ୍କ ବଦଳି ନେଇ ଅଞ୍ଚଳ ବାସୀଙ୍କ ଗଣଧାରଣା
ନୂଆଗାଁ,(ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ ଅନ୍ତର୍ଗତ ମହିପୁର ବନାଞ୍ଚଳ ଅଧୀନରେ ଥିବା ମହିତମା ବନପାଳ ରାକେଶ କୁମାର ସାହୁଙ୍କ ତୁରନ୍ତ ବଦଳି ନିମନ୍ତେ ଅଞ୍ଚଳବାସୀଙ୍କ ତରଫରୁ ଗଣଧାରଣା ଦିଆଯାଇଛି । ସୂଚନା ଥାଉକି ମହିତମା ବନପାଳ ରାକେଶ କୁମାର ସାହୁ ଜଙ୍ଗଲକୁ ଠିକ୍ ଭାବେ ଜଗୁନଥିବା ଯୋଗୁଁ କାଠ ମାଫିଆମାନେ ଅବାଧରେ ଗଛ କାଟି ଖୁଲମଖୁଲା ଜଙ୍ଗଲରୁ ଲୁଟ୍ କରୁଛନ୍ତି ଏବଂ ପୁରୁଣା ଘରକୁ ଭାଙ୍ଗି ନୂଆ ପାଚେରି କାମରେ ଲଗାଉଛନ୍ତି। କାମ କରୁନଥିବା ଲୋକମାନଙ୍କଠାରୁ ଜବ କାର୍ଡ ନେଇ ଟଙ୍କା ଉଠାଉଛନ୍ତି। ଏଭଳି ଦୁର୍ନୀତି କରିବା ସହ ରକ୍ଷକ ହୋଇ ଭକ୍ଷକ ସାଜିଛନ୍ତି ମହିତମା ଫରେଷ୍ଟର ରାକେଶ କୁମାର ସାହୁ। ଏ ନେଇ ଫରେଷ୍ଟ ଶ୍ରୀ ସାହୁଙ୍କୁ ତୁରନ୍ତ ବଦଳି କରିବା ନେଇ ଜିଲ୍ଲାପାଳ, ବିଧାୟକ, ଆର.ସି.ଏଫ୍, ପି.ସି.ସି.ଏଫ୍, ଏସ.ପି, ଡି.ଏଫ.ଓଙ୍କୁ ଚଳିତ ମାସ ୧୪…
Read Moreକୋଟି କୋଟି ଟଙ୍କାର ସମ୍ପତ୍ତି ଥାଇ ପ୍ରଭୁ ଗୋପୀନାଥ ଉପାସରେ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ପୁରୁଣା ସହରରେ ବିଜେ ଗୋପୀନାଥ ଜୀଉଙ୍କ ନାମରେ ଥିବା କୋଟି କୋଟି ଟଙ୍କା ମୂଲ୍ୟର ଭୁସମ୍ପତ୍ତି ନୟାଗଡ଼ କଲେଜ ନିଜ ଅକ୍ତିଆରରେ ଜୋର ଜବରଦସ୍ତ ରଖି କିଛି ଜମିରେ ନିର୍ମାଣ କାର୍ଯ୍ୟ କରିଥିବା ବେଳେ ଠାକୁରଙ୍କୁ ଏକଟଙ୍କା ନଦେବା ପାଇଁ ବିଭିନ୍ନ ଷଡଯନ୍ତ୍ର କରୁଥିବାର ଅଭିଯୋଗ ପରେ ବର୍ତ୍ତମାନ ଠାକୁରଙ୍କ ନାମରେ ଥିବା ନୟାଗଡ଼ ବ୍ଲକ୍ କୃଷ୍ଣପ୍ରସାଦ ଗ୍ରାମରେ ୩ଏକର ୨୦ ଡିସିମିଲ ଯାଗାକୁ ହସ୍ତାନ୍ତର କରିବା ପାଇଁ ନିଜେ ଉପ-ଜିଲ୍ଲାପାଳ ତଥା ଦେବୋତ୍ତର ନିର୍ବାହି ଅଧିକାରୀ ଦୋବୋତ୍ତର କମିଶନରଙ୍କୁ ଆବେଦନ କରିଛନ୍ତି। କାହାକୁ କିମ୍ବା କାହାପାଇଁ ଉକ୍ତ ଜମିକୁ ହସ୍ତାନ୍ତର କରାଯିବ ସେ ସଂକ୍ରାନ୍ତରେ ଅଭିଯୋଗ ଆହ୍ବାନ ଚିଠିରେ କିଛି ସୂଚନା ନଥିବାବେଳେ ଉପଜିଲ୍ଲାପାଳ କାହା ଚାପରେ ଠାକୁରଙ୍କ ଜମି ଅନ୍ୟ କାହାକୁ ଦେବାପାଇଁ ଆଗ୍ରହ ପ୍ରକାଶ କରିଛନ୍ତି ଏହା ଏକ…
Read Moreଦୁଡ଼ା ଗ୍ରାମରେ ସେବା ଉତ୍ସବ ଓ ମାଗଣା ସ୍ବାସ୍ଥ୍ୟ ଶିବିର
ଦଶପଲ୍ଲା,(ନୟାଗଡ଼ ଦର୍ପଣ) : ଚଳିତ ମାସ ପହିଲା ଠାରୁ ୧୫ ଦିନ ପର୍ଯ୍ୟନ୍ତ ଜିଲ୍ଲାବ୍ୟାପୀ ନୟାଗଡ ସେବା ଉତ୍ସବ ସମିତି ପକ୍ଷରୁ ଆରମ୍ଭ ହୋଇଥିବା ସପ୍ତମ ବାର୍ଷିକ ସେବା ମହୋତ୍ସବ କାର୍ଯ୍ୟକ୍ରମ ଆଜି ଦଶପଲ୍ଲା ବ୍ଲକର ଦୁଡ଼ା ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ସେବା ଉତ୍ସବ ସମିତି ଓ ସୀତାରାମ ୟୁଥ କ୍ଲବର ମିଳିତ ଆନୁକୁଲ୍ୟରେ ମାଗଣା ସ୍ବାସ୍ଥ୍ୟସେବା ଶିବିର କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଆଜିର ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଗ୍ରାମରୁ ଆସିଥିବା ପ୍ରାୟ ୨୫o ଜଣ ରୋଗୀ ଉପସ୍ଥିତ ରହି ନିଜର ସ୍ବାସ୍ଥ୍ୟ ପରୀକ୍ଷା କରିବା ସହ ମାଗଣା ଔଷଧ ନେଇ ଯାଇଥିଲେ। ସେବା ଉତ୍ସବ ସମିତି ପକ୍ଷରୁ ପ୍ରତିବର୍ଷ ଜିଲ୍ଲାର ବିଭିନ୍ନ ଅପହଂଚ ଅଂଚଳରେ ମାଗଣା ସ୍ବାସ୍ଥ୍ୟ ସେବା ଯୋଗାଇ ଦିଆଯାଇଥାଏ। ଏତଦବ୍ୟତୀତ ସେବା ଉତ୍ସବ ସମିତି ପକ୍ଷରୁ ନୟାଗଡ ଜିଲ୍ଲାର…
Read Moreପୁରୁଣା ରାଜବାଟୀଠାରେ ବିଜେପିର ମିଶ୍ରଣ ପର୍ବ
ନୟାଗଡ଼,(ନୟାଗଡ଼ ଦର୍ପଣ): ଭାରତୀୟ ଜନତା ପାର୍ଟି ପକ୍ଷରୁ ନୟାଗଡରେ ବିଜେପି ନେତ୍ରୀ ପ୍ରତ୍ୟୁଷା ରାଜେଶ୍ବରୀ ସିଂଙ୍କ ନେତୃତ୍ବରେ ପୁରୁଣା ରାଜବାଟି ଠାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହେଇଯାଇଛି । ଏହି ମିଶ୍ରଣ ପର୍ବରେ ନୟାଗଡ ବ୍ଲକ ଖୁଣ୍ଟୁବନ୍ଧ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଅଶ୍ବସ୍ଥପଡା ଗ୍ରାମର ନୟାଗଡ ଜିଲ୍ଲା କଂଗ୍ରେସର ଦଳିତ ଓ ଆଦିବାସୀ ସେଲ ସଭାପତି ଭଗବାନ ମଲ୍ଲିକଙ୍କ ସମେତ ସେହି ଗ୍ରାମର ପ୍ରଫୁଲ୍ଲ ରାଉତ, ଡମି ବରାଡ, ଖଦାଳ ସେଠି, ଧନୀ ପ୍ରଧାନ, ଗୋବିନ୍ଦ ମଲ୍ଲିକ, ମହନ୍ତ ପ୍ରଧାନଙ୍କ ସହ ୫୦ରୁ ଉର୍ଦ୍ଧ୍ବ ଗ୍ରାମବାସୀ ଏବଂ କାନକଟା ସ୍ଥିତ ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ମଜଦୁର ସଙ୍ଘର ସଭାପତି ରବି ଜେନା, ସମ୍ପାଦକ ବିରଞ୍ଚି ନାରାୟଣ ବେହେରା ଓ ବିଜୟ କୁମାର ପ୍ରଧାନଙ୍କ ନେତୃତ୍ବରେ ବହୁ କର୍ମକର୍ତ୍ତା ଆଜି ଭାରତୀୟ ଜନତା ପାର୍ଟିରେ ଯୋଗଦାନ ଦେଇଛନ୍ତି।…
Read Moreଜିଲ୍ଲା ଆଇନ ସେବା ପ୍ରାଧିକରଣ ନୟାଗଡଙ୍କ ଦ୍ବାରସ୍ଥ ହୋଇ ନ୍ୟାୟ ପାଇଲେ ବୃଦ୍ଧ ପିତାମାତା
ନୟାଗଡ଼,(ନୟାଗଡ଼ ଦର୍ପଣ): ଓଡଗାଁ ଥାନା ଅଧ୍ଵନସ୍ଥ ବାଲିଶିଂସା ଗ୍ରାମର କୃଷ୍ଣ ଚନ୍ଦ୍ର ସାହୁ ଓ ପଦ୍ମିନୀ ସାହୁ ବାର୍ଦ୍ଧକ୍ୟ ସମୟରେ ସେମାନଙ୍କ ଖାଦ୍ୟପେୟ ଓ ଅନ୍ୟାନ୍ୟ ମୌଳିକ ସୁବିଧାରୁ ବଞ୍ଚିତ ହେବାରୁ; ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ଦ୍ବାରସ୍ଥ ହୋଇଥିଲେ। ପ୍ରାଧିକରଣ ସେମାନଙ୍କ ଦରଖାସ୍ତକୁ ଗ୍ରହଣକରି ପଞ୍ଜୀକୃତ କରିଥିଲେ ଏବଂ ପ୍ରାଧିକରଣର ତାଲିକାଭୁକ୍ତ ଓକିଲ ରମେଶ ଚନ୍ଦ୍ର ମହାରଣାଙ୍କୁ ମୋକଦ୍ଦମା ପରିଚାଳନା ନିମନ୍ତେ ନିର୍ଦେଶ ଦେଇଥିଲେ । ମାନ୍ୟବର ପରିବାର ଅଦାଲତ, ନୟାଗଡ ସେମାନଙ୍କ କେସକୁଗ୍ରହଣକରିବା ସହିତ ଉଭୟପକ୍ଷଙ୍କ ଯୁକ୍ତିକୁ ଶୁଣି ବୃଦ୍ଧ ପିତାମାତାଙ୍କ ଭରଣ ପୋଷଣ ନିମନ୍ତେ ବଡ ପୁଅ ଶିବ ସାହୁ ବାପାଙ୍କୁ ମାସିକ ଟ. ୧୮୦୦.୦୦ ଓ ମାଙ୍କୁ ଟ. ୧୮୦୦,୦୦ ଏବଂ ସାନ ପୁଅ ବିଜୟ ସାହୁ ବାପା ଙ୍କୁ ଟ. ୧୨୦୦,୦୦ ଓ ମାଙ୍କୁ ଟ. ୧୨୦୦,୦୦ ଲେଖାଏଁ ଦେବାପାଇଁ…
Read More