ନୟାଗଡ଼, (ନୟାଗଡ଼ ଦର୍ପଣ): ଜ୍ଞାନ ପ୍ରକାଶର ନବମ ବାର୍ଷିକ ଉତ୍ସବ ଓ ନେସନାଲ୍ କନଫରେନ୍ସ-୨୦୨୫ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜ୍ଞାନ ପ୍ରକାଶ ପତ୍ରିକା ଉନ୍ମୋଚନ ସହ ଆଦର୍ଶ ଶିକ୍ଷକ, ଲେଖକ ଓ କବି ଡକ୍ଟର ପ୍ରତାପ କୁମାର ପରିଡ଼ାଙ୍କର ପ୍ରଥମ କବିତା ସଂଙ୍କଳନ ଅଲଭ୍ୟ ପୁସ୍ତକ ଉନ୍ମୋଚନ ହୋଇଯାଇଛି । ସମ୍ବର୍ଦ୍ଧନା ପର୍ବରେ ପ୍ରତାପ କୁମାର ପରିଡ଼ାଙ୍କୁ ଶିକ୍ଷା ଓ ସାହିତ୍ୟ ସମ୍ମାନ-୨୦୨୫ରେ ସମ୍ମାନିତ କରାଯାଇଥିଲା। ମୁଖ୍ୟ ଅତିଥି ବ୍ୟଙ୍ଗକବି ଜ୍ଞାନ ହୋତା ଓ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ୱରର ପ୍ରଫେସର ଲକ୍ଷ୍ମୀଧର ବେହେରା, କୋଠଘର ପ୍ରତିଷ୍ଠାତା ସମ୍ପାଦିକା ଅମ୍ବିକା ସ୍ବାଇଁ ଓ ଅନ୍ୟାନ୍ୟ ଅତିଥି ଉପସ୍ଥିତ ଥିଲେ। ଜ୍ଞାନ ପ୍ରକାଶର ପ୍ରତିଷ୍ଠାତା ସମ୍ପାଦକ ଜ୍ଞାନଚାନ୍ଦ ଶତପଥୀ ମଞ୍ଚ ପରିଚାଳନା ଓ ଧନ୍ୟବାଦ ଅର୍ପଣ କରିଥିଲେ।
Read MoreCategory: ଗଣିଆ ବ୍ଲକ
ଗଣିଆରେ “ନିପୁଣ ଓଡିଶା ମେଳା” ଅନୁଷ୍ଠିତ
ଗଣିଆ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଗଣିଆ ବ୍ଲକ ଅନ୍ତର୍ଗତ କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ “ନିପୁଣ ଓଡିଶା ମେଳା” ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଉତ୍ସବରେ ମୁଖ୍ୟ ଅତିଥିଭାବେ ଗଣିଆ ପଞ୍ଚାୟତ ସମିତି ଅଧ୍ୟକ୍ଷା ଝୁନା ଜେନା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ନରେଶ ବେହେରା, ସମିତି ସଭ୍ୟ ଫକୀର ମୋହନ ଡାକୁଆ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରବୀନ୍ଦ୍ର ନାଥ ବେହେରା, କିଶୋର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ନିହାରବାଳା ରାଉତ, ନିରୁପମା ମହାପାତ୍ର, ବିନୋଦିନୀ ପଣ୍ଡା ଆଦି ଯୋଗ ଦେଇଥିଲେ। ମୁଖ୍ୟ ବକ୍ତା ଭାବେ ଜିଲ୍ଲା ପ୍ରଶିକ୍ଷଣ ଶିକ୍ଷା ଅନୁଷ୍ଠାନ, ରାଜସୁନାଖଳାର ବରିଷ୍ଠ ଶିକ୍ଷକ ମାନସ କୁମାର ସାହୁ ଯୋଗ ଦେଇଥିଲେ। ଗୋଷ୍ଠୀ ଶିକ୍ଷାଧିକାରୀ ରବୀନ୍ଦ୍ର ନାଥ ରାଉତରାୟଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟ…
Read Moreନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା
ନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା-୨୦୨୫ ଉଦଘାଟିତ ହୋଇଯାଇଛି । ଅପରାହ୍ନ ୨ ଘଟିକା ସମୟରେ ଏକ ମଶାଲ ଶୋଭାଯାତ୍ରାରେ ପଞ୍ଚୁପାଣ୍ଡବଙ୍କ ବେଶରେ ସୁସଜିତ୍ ହୋଇ କଳାକାର ମାନେ ନାମ ସଙ୍କୀର୍ତ୍ତନ, ଦୁଲୁ ଦୁଲି ବାଜାରେ ପଞ୍ଚୁପାଣ୍ଡବଙ୍କ ପୀଠରୁ ବାହାରି ନୂଆଗାଁ ବିରୁପାଖେଶ୍ଵର ମନ୍ଦିର ଏବଂ ଶହୀଦ କଷ୍ଟି ଡାକୁଆ ସ୍ମୃତିମଣ୍ଡପ, ନୂଆଗାଁ ବଜାର ଦେଇ ମହୋତ୍ସବ ପଡ଼ିଆ ଠାରେ ପହଞ୍ଚିଥିଲେ। ଉଦଘାଟକ ଭାବେ ପୂର୍ବତନ ମନ୍ତ୍ରୀ ତଥା ଓଡ଼ିଶାର ଦକ୍ଷ ନେତା ସୁରେଶ କୁମାର ରାଉତରାୟ ମଶାଲ ଶୋଭାଯାତ୍ରାରେ ଆସି ମହୋତ୍ସବ ପଡ଼ିଆରେ ପହଞ୍ଚି ପତାକା ଉତ୍ତୋଳନ କରିବା ସହ ମହୋତ୍ସବକୁ ଉଦ୍ଘାଟନ କରିଥଲେ। ତତସହିତ ବୃତଙ୍ଗ ପ୍ରକଳ୍ପ ଏବଂ ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ବିକାଶ ପାଇଁ ବିଧାୟକ…
Read Moreମହାବିଦ୍ୟାଳୟର କନିଷ୍ଠ କିରାଣୀଙ୍କ ବିୟୋଗରେ ଶୋକସଭା
ନୟାଗଡ଼, (ନୟାଗଡ଼ ଦର୍ପଣ): ଶ୍ରୀ ଶ୍ରୀ ରଘୁନାଥ ଜୀଉ ସ୍ନାତକ ମହାବିଦ୍ୟାଳୟର କାଯ୍ୟରତ କନିଷ୍ଠ କିରାଣୀ ଲଷ୍ମୀଧର ସାହୁଙ୍କ ଅକାଳ ବିୟୋଗ ହୋଇଯାଇଛି। ଏଥି ନିମନ୍ତେ ମହାବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀ, ଅଧ୍ୟାପକ, କର୍ମଚାରୀଙ୍କୁ ନେଇ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ଏହା ପରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଲଷ୍ମୀକାନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଶୋକସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ରଘୁନାଥ ଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷା ସଲୀଳା ସେଠୀ, ବରିଷ୍ଠ ଅଧ୍ୟାପକ ଅଖିଳ କୁମାର ହୋତା, ଅଶୋକ କୁମାର ମିଶ୍ର ଏବଂ ଅନ୍ୟ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଯୋଗଦାନ କରିଥିଲେ। ଏଥିରେ ସମସ୍ତେ ତାଙ୍କର ୩୨ବର୍ଷ ଚାକିରୀ ଜୀବନର ସ୍ମୃତିଚାରଣ କରିବା ସହିତ ତାଙ୍କ ଆତ୍ମାର ସଦଗତି ନିମନ୍ତେ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଥିଲେ।
Read Moreଭକ୍ତି ସଙ୍ଗୀତ ପ୍ରତିଯୋଗିତା, ଶେଷ ହେଲା ବ୍ଲକ ପର୍ଯ୍ୟାୟ ଅଡିସନ, ୫ ରେ ସେମିଫାଇନାଲ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସଙ୍ଗୀତଧାରା ପକ୍ଷରୁ ଚାଲିଥିବା ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ବ୍ଲକ ପର୍ଯ୍ୟାୟ ଅଡିସନ ଆଜି ଗଣିଆ ବ୍ଲକ ଅଡିସନ ସହିତ ଶେଷ ହୋଇଛି। ଆସନ୍ତା ୫ ତାରିଖରେ ଏହାର ସେମିଫାଇନାଲ ପ୍ରତିଯୋଗିତା ନୟାଗଡ଼ରେ ଅନୁଷ୍ଠିତ ହେବ। ଗଣିଆ ବ୍ଲକରେ ଅନୁଷ୍ଠିତ ପ୍ରତିଯୋଗିତାରେ ୪ ଜଣ ପ୍ରତିଯୋଗୀ ସେମିଫାଇନାଲକୁ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେମାନେ ହେଲେ ଓମକାର ମହାପାତ୍ର, ଅଭିମନ୍ୟୁ ପଣ୍ଡା, ଲୀନା ସାହୁ ଏବଂ କଲ୍ୟାଣୀ କରଣ ।ସଙ୍ଗୀତଧାରା ସମ୍ପାଦକ ତଥା ସଙ୍ଗୀତ ନିର୍ଦ୍ଦେଶକ ପ୍ରଶାନ୍ତ କୁମାର ଦାଶଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ପ୍ରତିଯୋଗିତାରେ ଅନୁଷ୍ଠାନ ସଂଯୋଜକ ଲକ୍ଷ୍ମୀଧର ସାହୁ,କବି ଅଶୋକ ମଲ୍ଲ, ସୁରେଶ ବେହେରା, ପୂର୍ଣଚନ୍ଦ୍ର ସାହୁ, ନୀଳିମା ସୁନ୍ଦରୀ ମହାରଣା ପ୍ରମୁଖ ଉପସ୍ଥିତ ଥିଲେ। ସୂଚନା ଯୋଗ୍ୟ ଯେ ଜିଲ୍ଲା ସ୍ତରରେ ଅନୁଷ୍ଠିତ ଏହି ଭକ୍ତି ସଙ୍ଗୀତ ପ୍ରତିଯୋଗିତାରେ ୮ଟି ବ୍ଲକରୁ ୧୩୯…
Read Moreସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା
ନୟାଗଡ଼,(ନୟାଗଡ଼ ଦର୍ପଣ): ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୨ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ଦଶପଲ୍ଲା ବ୍ଲକ ଅଡିସନ ଆସନ୍ତା ୨୨ ତାରିଖ ରବିବାର ଦିନ ଦଶପଲ୍ଲା ବ୍ଲକ ପ୍ରାଥମିକ ଶିକ୍ଷକ ଭବନ ପରିସରରେ ଅନୁଷ୍ଠିତ ହେବ। ଏନେଇ ଏକ ପ୍ରସ୍ତୁତି ବୈଠକ ତ୍ରିନାଥ ଛକସ୍ଥିତ ସୀତାରାମ ୟୁଥ କ୍ଳବ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଙ୍ଗୀତସମ୍ପାଦକ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପ୍ରତିଯୋଗିତାର ଆଭିମୁଖ୍ୟ ଏବଂ କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା । ପ୍ରସ୍ତୁତି ବୈଠକରେ ସଂଗୀତଧାରା ସହ ସମ୍ପାଦକ ପ୍ରଶାନ୍ତ କୁମାର ପଟ୍ଟନାୟକ,ସଂଯୋଜକ ଲକ୍ଷ୍ମୀଧର ସାହୁଙ୍କ ସମେତ ବରିଷ୍ଠ ଶିକ୍ଷାବିତ୍ ସୁଦର୍ଶନ ସାହୁ, ସାହିତ୍ୟିକ ହାଡିବନ୍ଧୁ ମହାକୁଡ଼, ବ୍ରଜେନ୍ଦ୍ର ପ୍ରସାଦ ଧଳ, ରାଜକିଶୋର ସ୍ୱାଇଁ, ଶିକ୍ଷକ ବିଘ୍ନେଶ୍ୱର ବେହେରା, ଲକ୍ଷ୍ମୀଧର ସାହୁ, ଶ୍ରୀକାନ୍ତ ସାହୁ,…
Read Moreନୟାଗଡ ଜିଲ୍ଲା ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତରେ ୪୫୪୭ଟି ମାମଲା ଫଏସଲା
ନୟାଗଡ଼, (ନୟାଗଡ଼ ଦର୍ପଣ): ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶମତେ ଆଜି ନୟାଗଡ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ ୫ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ୩୯,୪୦,୦୦୦ ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦେଶ ଦିଆଯାଇଥିଲା । ସେହିପରି ୧୪୬ ଦେୱାନି ମାମଲା ଫଇସଲା କରାଯାଇଥିଲା। ଏନ. ଆଇ. ଆକ୍ଟ କେସ ୧୭ଟି ଫଇସଲା କରାଯାଇ ୧୫,୧୨,୪୦୫ ଟଙ୍କା ଆଦାୟ କରଯାଇଥିଲା ଏବଂ ବିବାହ ଜନିତ ୧୬ଟି ମାମଲା ଫଇସଲା କରାଯାଇଥିଲା । ଅନ୍ଯାନ୍ଯ ଫୌଜଦାରୀ ୨୪୫ଟି ମାମଲା ଫଇସଲା କରଯାଇଥିଲା।…
Read Moreଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଉଦ୍ଘାଟନ କଲେ ଦଶପଲ୍ଲା ବିଧାୟକ
ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ୍ ପରିସରରେ ବ୍ଲକ୍ ସାମାଜିକ ସୁରକ୍ଷା ଅଧିକାରିଣୀ ସ୍ଵର୍ଣ୍ଣସାରିକା ଜେନାଙ୍କ ତତ୍ବାବଧାନରେ ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥିଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଶିବିରକୁ ଉଦଘାଟନ କରିବା ସହ ବିଭିନ୍ନ ଷ୍ଟଲ୍ ବୁଲି ବିଭିନ୍ନ ବିଭାଗରେ ପଞ୍ଜିକୃତ ହୋଇଥିବା ଲୋକମାନେ କିପରି ସେବା ପାଇ ପାରିବେ ସେ ଉପରେ ଡାକ୍ତରମାନଙ୍କ ସହ ଆଲୋଚନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ବିଡ଼ିଓ ଅମୃତ କୁମାର ରାଉଳ, ସାଂସଦଙ୍କ ପ୍ରତିନିଧି ଭୀମସେନ ସେଠୀ, ଉପାଧ୍ୟକ୍ଷ ପର୍ଶୁରାମ ସ୍ବାଇଁ, ଜିଲ୍ଲା ପରିଷଦଙ୍କ ପ୍ରତିନିଧି ଦିଲ୍ଲୀପ କୁମାର ଦଳ ବେହେରା, ନୂଆଗାଁ ଗ୍ରାମ ପଞ୍ଚାୟତ ସରପଞ୍ଚ ଅମିତା ପରିଡ଼ା, ସମିତି ସଭ୍ୟା ଶ୍ରଦ୍ଧାଞ୍ଜଳୀ ସାସମଲଙ୍କ ସମେତ ଜନ ପ୍ରତିନିଧି ଉପସ୍ଥିତ ଥିଲେ। ଅଭିଜ୍ଞ ଡାକ୍ତରମାନଙ୍କୁ…
Read Moreଗଣିଆରେ ଉତ୍କଳ ସାମ୍ବାଦିକ ସଂଘର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ
ନୟାଗଡ଼,(ନୟାଗଡ଼ ଦର୍ପଣ): ଗଣିଆ ଶିକ୍ଷକ ଭବନ ପରିସରରେ ନୟାଗଡ଼ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଉତ୍କଳ ସାମ୍ବାଦିକ ସଂଘର ରାଜ୍ୟ ସଭାପତି ବିଭୂତି ଭୂଷଣ କର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ରାଜ୍ୟ ସମ୍ପାଦକ ବେଣୁଧର ପଣ୍ଡା, ରାଜ୍ୟ ଉପସଭାପତି ହୃଷିକେଶ ମହାନ୍ତି, ନୟାଗଡ଼ ଜିଲ୍ଲା ସଭାପତି ଶ୍ରୀକାନ୍ତ କୁମାର ଖଟେଇ, ଜିଲ୍ଲା ସମ୍ପାଦକ ବୈଦ୍ୟଭୂଷଣ ମହାପାତ୍ର, ରାଜ୍ୟ କାର୍ୟ୍ୟକାରିଣୀ ସଦସ୍ୟ ପ୍ରଶାନ୍ତ କୁମାର ସାହୁ, ଆଞ୍ଚଳିକ ସାମ୍ବାଦିକ ସଂଘ ଗଣିଆର ସଭାପତି ଅଖିଳ ବିହାରୀ ପାଣିଗ୍ରାହୀ ପ୍ରମୁଖ ମଞ୍ଚାସୀନ ଥିଲେ । ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ଅତିଥି ପରିଚୟ ପ୍ରଦାନ କରିବା ସହିତ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ । ସମସ୍ୟା ସମ୍ପର୍କରେ ଉପସ୍ଥିତ ସାମ୍ବାଦିକମାନେ ମତବ୍ୟକ୍ତ କରିବା ସହିତ…
Read Moreଦୁର୍ଗମ ଅଞ୍ଚଳ ବୁଲି ଆଦିବାସୀଲୋକଙ୍କ ସମସ୍ୟା ବୁଝିଲେ ବିଧାୟକ
ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଜାକେଡା ପଞ୍ଚାୟତ ଅଧିନରେ ଥିବା ଦୁର୍ଗମ ଆଦିବାସୀ ଅଞ୍ଚଳ ବଡ଼ଜିରୀ, ତୁକୁଡ଼ା, ଲୁଣି ପରିଦର୍ଶନ କରି ଲୋକ ମାନଙ୍କ ସମସ୍ୟା ବୁଝିବା ସହ ତୁକୁଡା ଗ୍ରାମରେ ଏକ କୋଠଘର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା। ବିଧାୟକଙ୍କ ସହିତ ବ୍ଲକ୍ ଅଧ୍ୟକ୍ଷାଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ସରପଞ୍ଚ ସୁମିତ୍ରା ଜାନୀ, ସମିତି ସଭ୍ୟା ପ୍ରଭାତୀ ମଳିକ, ନାଏବ ସରପଞ୍ଚ ପ୍ରହଲ୍ଲାଦ ମଳିକ, ଛାତ୍ର ବିଜେଡ଼ି ସଭାପତି ସୁବ୍ରତ ପରିଡ଼ା, ଯୁବ ସଂଗଠକ ଦିଲ୍ଲୀପ କୁମାର ଜାନୀ, ପ୍ରକାଶ ନାୟକ ପ୍ରମୁଖ ଯୋଗ ଦେଇଥିଲେ। ଲୋକମାନଙ୍କୁ ବିଭିନ୍ନ ସମସ୍ୟା ପଚାରି ବୁଝିବା ସହ ଅଞ୍ଚଳର ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ ବିଧାୟକ। ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କୁ ଅଞ୍ଚଳ ବାସୀ ବିପୁଳ ସ୍ଵାଗତ…
Read More