ଫାଇଲେରିଆ ନିରାକରଣ ନିମନ୍ତେ ଗଣଔଷଧ ସେବନ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମନ୍ୱୟ କମିଟି ବୈଠକ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସଙ୍କ ସଭାପତିତ୍ୱରେ ଜିଲ୍ଲାର ଦଶପଲ୍ଲା, ନୂଆଗାଁ ଓ ଗଣିଆ ବ୍ଲକରେ ଫାଇଲେରିଆ ନିରାକରଣ ନିମନ୍ତେ ଗଣଔଷଧ ସେବନ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ୨୦୨୫ମସିହା ଫେବୃୟାରୀ ୧୦ତାରିଖରୁ ୧୯ତାରିଖ ପର୍ଯ୍ୟନ୍ତ ଉପରୋକ୍ତ ବ୍ଲକଗୁଡ଼ିକରେ ଫାଇଲେରିଆ ନିରାକରଣ ନିମନ୍ତେ ଗଣଔଷଧ ସେବନ କରାଯିବ । ଏଥିରେ ବିଭିନ୍ନ ବିଭାଗ ଯଥା- ପଞ୍ଚାୟତିରାଜ, ଶିକ୍ଷା, ମହିଳା ଓ ଶିଶୁ କଲ୍ୟାଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ସୂଚନା ଓ ଲୋକ ସଂପର୍କ, ପୋଲିସ ବିଭାଗ, କୃଷି, ମିଶନଶକ୍ତି, ଜଙ୍ଗଲ ବିଭାଗ, ଓଡ଼ିଶା ଜୀବିକା ମିଶନ ପ୍ରଭୃତି ବିଭାଗ ସହଯୋଗ କରିବା ପାଇଁ ସ୍ୱାସ୍ଥ୍ୟ ବିଭାଗ ଅନୁରୋଧ କରିଥିଲେ। ଏହି ଗଣଔଷଧ ସେବନରେ ୨ବର୍ଷରୁ କମ ବୟସର ଶିଶୁ, ଗର୍ଭବତୀ…

Read More

କଳାପାଟଠାରେ ବିଶ୍ୱଶାନ୍ତି ମହାଯଜ୍ଞ ନିମନ୍ତେ ନୟାଗଡ଼ରେ ପ୍ରସ୍ତୁତି ବୈଠକ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସଦ୍‌ଭାବନା ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ବଳଙ୍କ ଅଧ୍ୟକ୍ଷତାରେ ସିଦ୍ଧପୁରୁଷ ବାବା ରାମଦାସଙ୍କ ୭୪ତମ ଜନ୍ମ ବାର୍ଷିକୀ ପାଳନ ଅବସରରେ ଗଣିଆ ନିକଟସ୍ଥ ମଣିଭଦ୍ରା ପାହାଡ଼ ପାଦଦେଶରେ ମା କଳାପାଟ ଠାକୁରାଣୀଙ୍କ ପବିତ୍ର ପୀଠରେ ଆସନ୍ତା ତା.୦୪.୧୨.୨୦୨୪ରିଖ ଠାରୁ ତା.୦୭.୧୨.୨୦୨୪ରିଖ ଚାରିଦିନ ଧରି ହେବାକୁ ଥିବା ବିଶ୍ୱଶାନ୍ତି ମହାଯଜ୍ଞ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ତହସିଲଦାର ଗଣିଆ ଏବଂ ଦଶପଲ୍ଲା, ବିଡିଓ ଗଣିଆ, ବିଭିନ୍ନ ବିଭାଗୀୟ ଅଧିକାରୀ, ସ୍ଥାନୀୟ ନିର୍ବାଚିତ ପ୍ରତିନିଧି ଏବଂ ଟ୍ରଷ୍ଟିର ସଦସ୍ୟମାନେ ଉପସ୍ଥିତ ଥିଲେ । ଏହି ମହାଯଜ୍ଞଟି ସମସ୍ତଙ୍କ ସହଯୋଗରେ କିପରି ସୂଚାରୁ ରୂପେ ପାଳନ କରାଯିବ ତାହା ଉପରେ ଆଲୋଚନା କରାଯାଇ ନିତି ନିର୍ଦ୍ଧାରଣ କରାଯାଇଥିଲା ।

Read More

ଜଗବନ୍ଧୁଙ୍କୁ ଶୁଭେଚ୍ଛା ଜଣାଇଲେ ଦଶପଲ୍ଲା ବିଧାୟକ

ନୂଆଗାଁ,(ନୟାଗଡ଼ ଦର୍ପଣ):  ୬୮ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଯୋଗ ଓ ସନ୍ତରଣ ପ୍ରତିଯୋଗିତା ସମ୍ବଲପୁରର ଲେଡି ଲୁଇସ୍ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅକ୍ଟୋବର  ୨ତାରିଖ ଠାରୁ ୪ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି। ୧୭ବର୍ଷରୁ କମ ବାଳକ ବିଭାଗରେ ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକରେ ଥିବା ଚିନ୍ତାମଣି ବିଦ୍ୟାପୀଠ ସମ୍ପଡା, ନବମ ଶ୍ରେଣୀର ଛାତ୍ର ଜଗବନ୍ଧୁ ସାମନ୍ତରା ରାଜ୍ୟସ୍ତରରେ କୃତିତ୍ୱ ଅର୍ଜନ କରିଛନ୍ତି। ଆସନ୍ତା ୧୮ତାରିଖରୁ ମହାରାଷ୍ଟ୍ରରେ ହେବାକୁଥିବା ଜାତୀୟ ଯୋଗ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ। ସେ ଜାତୀୟ ସ୍ତରରେ ଜଣେ କୃତି ପ୍ରତିଯୋଗୀ । ପୂର୍ବରୁ ସେ ୧୪ବର୍ଷରୁ କମ ବୟସ୍କ ଦଳରେ ଅଂଶ ଗ୍ରହଣ କରି ଜାତୀୟ ସ୍ତରରେ ଦିଲ୍ଲୀ, ଭୋପାଳ ଓ ରାଜସ୍ଥାନର ଜୟପୁର ଠାରେ ଅଂଶ ଗ୍ରହଣ କରିସାରିଛନ୍ତି। ଚିନ୍ତାମଣି ବିଦ୍ୟାପୀଠର ଯୋଗ ଶିକ୍ଷକ ପରମାନନ୍ଦ ପରିଡ଼ାଙ୍କ ଠାରୁ ନିୟମିତ ଯୋଗ ଶିକ୍ଷା…

Read More

ସୁଭଦ୍ରା ଉଦଘାଟନୀ ଉତ୍ସବ, ମହିଳାଙ୍କୁ ଅସମ୍ମାନ, ବସିବାକୁ ଚେୟାର ନାହିଁ, ଖାଇବାକୁ ଖାଦ୍ୟ ନାହିଁ

ଗଣିଆ, (ନୟାଗଡ଼ ଦର୍ପଣ): ମହିଳାମାନେ ସମ୍ମାନର ସହିତ ବଞ୍ଚିବା ସହ ସେମାନଙ୍କୁ ସ୍ବାବଲମ୍ବୀ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିବସରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରାଯାଇଛି । ସରକାରଙ୍କ ଏହି ଲୋକାଭିମୁଖୀ ଯୋଜନା ପାଇଁ ପ୍ରଚାର ପ୍ରସାର ଜୋରଦାର କରିବା ସହିତ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ପ୍ରତ୍ୟେକ ବ୍ଳକ ସ୍ତରରେ ଆଭାସି ମାଧ୍ୟମରେ ମହିଳାମାନଙ୍କୁ ଏହି କାର୍ଯ୍ୟକ୍ରମର ସିଧା ପ୍ରସାରଣ କରିବାକୁ ବ୍ୟବସ୍ଥା କରିବାକୁ ବ୍ଳକ ପ୍ରଶାସନକୁ ଦାୟିତ୍ବ ପ୍ରଦାନ କରାଯାଇଥିଲା । ୫ହଜାର ମହିଳା ଯୋଗଦାନ କରିବାକୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଥିଲା । କିନ୍ତୁ ଗଣିଆରେ ମହିଳାଙ୍କୁ ଅସମ୍ମାନ କରାଯାଇଥିବା ଜଣାପଡ଼ିଛି । ୫ ହଜାର ମହିଳା ଆସିବା ବଦଳରେ ପ୍ରଚାର ପ୍ରସାର ଅଭାବରୁ ମାତ୍ର ୧ ହଜାର ମହିଳା ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ସେହି ୧…

Read More

ଗଣିଆରେ ବ୍ଲକସ୍ତରୀୟ ହିନ୍ଦୀ ଦିବସ ପାଳିତ

ଗଣିଆ, (ନୟାଗଡ଼ ଦର୍ପଣ): ଗଣିଆ ବ୍ଲକ ବେଲପଡା ପାଟଣା ଦଧିବାମନ ଜୀଉ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକସ୍ତରୀୟ ହିନ୍ଦୀ ଦିବସ ପାଳିତ ହୋଇଯାଇଛି। ଏହି ହିନ୍ଦୀ ଦିବସ ଅବସରରେ ମୁଖ୍ୟ ଅତିଥି ଭାବେ ବିଇଓ ରବୀନ୍ଦ୍ରନାଥ ରାଉତରାୟ ଯୋଗ ଦେଇଥିବାବେଳେ ମୁଖ୍ୟ ବକ୍ତାରୂପେ କିଶୋର ପ୍ରସାଦ ହାଇସ୍କୁଲର ପ୍ରଧାନ ଶିକ୍ଷକ ଜଗଦୀଶଚନ୍ଦ୍ର ମିଶ୍ର, ସଂମ୍ମାନିତ ଅତିଥି ଭାବେ କାହ୍ନୁ ଚରଣ ରାଉତ, ବିଜୟ କୁମାର ସେନ,, ସୁରେଶ କୁମାର ସାହୁ ଉପସ୍ଥିତ ରହି ହିନ୍ଦୀ ଦିବସ ଉପରେ ଆଲୋକପାତ କରିବା ସହ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ନବ ଶିକ୍ଷକ କିଶୋର ମହାରଣା ସ୍ୱାଗତ ଭାଷଣ ଓ ମଞ୍ଚ ପରିଚାଳନା କରିଥିବା ବେଳେ, ସମସ୍ତ ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ଯଥା ସଞ୍ଜୟ କୁମାର ପରିଡା, ଲକ୍ଷ୍ମୀ ପ୍ରିୟା ମହାଳିକ, ରିଙ୍କି ମଲ୍ଲିକ, ସୁରେଶ…

Read More

ବିଜେପି ନେତା ରାଘବଙ୍କ ନାଁ’ରେ ନୂଆଗାଁ ଥାନାରେ ଅଭିଯୋଗ କଲେ ସମିତି ସଭ୍ୟା

ଦଶପଲ୍ଲା, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ବାହାଡ଼ଝୋଲା ପଞ୍ଚାୟତର ସମିତି ସଭ୍ୟା ମିତା ଅଧିକାରିଙ୍କୁ ଦଶପଲ୍ଲା ନିର୍ବାଚନ ମଣ୍ଡଳୀରେ ଗତ ନିର୍ବାଚନରେ ବିଜେପିର ବିଧାୟକ ପାର୍ଥି ହୋଇଥିବା ରାଘବ ମଲ୍ଲିକ ଓ ତାଙ୍କ ସହଯୋଗୀମାନେ ଅସଦାଚରଣ କରିବା ସହ ଜୀବନରୁ ମାରିଦେବା ଧମକକୁ  ନେଇ ନୂଆଗାଁ ଥାନାରେ ଅଭିଯୋଗ ହୋଇଛି । ସୂଚନା ଥାଉକି ଗତ ତା ୧୨/୯/୨୦୨୪ ରିଖ ଗୁରୁବାର ଦିନ ୧.୩୦ ମିନିଟ୍ ସମୟରେ ବିଜେପି ନେତା ରାଘବ ମଲ୍ଲିକ କିଛି ଗୁଣ୍ଡା ଶ୍ରେଣୀର ଅସାମାଜିକ ଲୋକଙ୍କୁ ଆଣି ନୂଆଗାଁ ପରିସରରେ ଥିବା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ କାର୍ଯ୍ୟାଳୟରେ ଧସେଇ ପସି ଥିଲେ। ଅଧ୍ୟକ୍ଷାଙ୍କୁ ନାନା ପ୍ରକାର କଟୁ କଥା କହିବା ସହ ଅସମ୍ମାନ କରୁଥିବା ସମୟରେ ପାଖରେ ବସିଥିବା ବାହାଡ଼ାଝୋଲା ସମିତି ସଭ୍ୟା ମିତା ଅଧିକାରୀ ଏହାର ପ୍ରତିବାଦ…

Read More

କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କ ମହାନତା

ଦଶପଲ୍ଲା,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ଡିହଗାଁ ପଂଚାୟତ ମଧୁପୁର ଗ୍ରାମର ଶ୍ରୀକାନ୍ତ ପ୍ରଧାନ ନାମକ ଜୈନିକ ଯୁବକଙ୍କର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି । ଅହମଦାବାଦରୁ ମୃତ ଶରୀରକୁ ଆମ୍ବୁଲାନ୍ସ ଯୋଗେ ନିଜ ଜନ୍ମମାଟି ତଥା ମଧୁପୁର ଗ୍ରାମକୁ ଅଣାଯାଇଛି । ଶ୍ରୀକାନ୍ତଙ୍କ ମରଶରୀର ଗାଁ’ରେ ପହଞ୍ଚିବା ପରେ ମଧୁପୁର ଗ୍ରାମରେ ଦୁଃଖର ବାତାବରଣ ଖେଳିଯାଇଥିଲା । ସୂଚନାଯୋଗ୍ୟ ଯେ ଶ୍ରୀକାନ୍ତ ଗୁଜୁରାଟରେ ରହି କାମ କରୁଥିଲେ। ଅହମଦାବାଦ ଠାରେ ତାଙ୍କର ଦୁର୍ଘଟଣା ଘଟିଥିଲା। ପରେ ଡାକ୍ତରଖାନାରେ ଚିକିତ୍ସିତ ସମୟରେ ମୃତ୍ୟୁ ଘଟିଥିଲା। ପାଖରେ ଆଉ ଅର୍ଥ ନଥିବାରୁ ଶ୍ରୀକାନ୍ତଙ୍କ ମରଶରୀରକୁ ଡାକ୍ତରଖାନା କର୍ମଚାରୀ ନିଜ ଗ୍ରାମକୁ ପଠାଉନଥିଲେ। ଏହି ଦୁଃଖଦ ଖବର ପାଇ କନ୍ଧମାଳ ସାଂସଦ ତଥା ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ଗଣିଆ ଅଞ୍ଚଳର ପୁଅ ସୁକାନ୍ତ ପାଣିଗ୍ରାହୀ ଏହି ବିଷୟରେ…

Read More

ନୟାଗଡ଼ ଜିଲ୍ଲାରେ ସୁଭଦ୍ରା ଯୋଜନା କାର୍ଯ୍ୟକ୍ରମର ସୁପରିଚାଳନା

ନୟାଗଡ଼,(ନୟାଗଡ଼ ଦର୍ପଣ): ଜନ କଲ୍ୟାଣକାରୀ ସୁଭଦ୍ରା ଯୋଜନାର ସଫଳ ରୂପାୟନ ନିମନ୍ତେ ନୟାଗଡ଼ ଜିଲ୍ଲାରେ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ,ଭା.ପ୍ର.ସେ.ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଖୁବ ସୁନ୍ଦର ଭାବରେ ଯୋଜନାର ସୁପରିଚାଳନା କରାଯାଉଛି । ସମସ୍ତ ହିତାଧିକାରୀମାନଙ୍କ ପାଖରେ ଏହି ଯୋଜନାର ଫର୍ମ ପ୍ରାୟତଃ ପହଁଚିସାରିଲାଣି । ଏହି ଜିଲ୍ଲାର ୮ଟି ବ୍ଲକ ଯଥା-ଭାପୁରକୁ ୪୬୭୭୫, ନୟାଗଡ଼କୁ ୭୪୩୦୨, ରଣପୁରକୁ ୭୪୩୨୭, ଓଡ଼ଗାଁକୁ ୮୧୬୨୩, ନୂଆଗାଁକୁ ୪୪୬୨୦, ଦଶପଲ୍ଲାକୁ ୪୫୬୧୦, ଗଣିଆକୁ ୧୭୪୨୮ ଏବଂ ଖଣ୍ଡପଡ଼ାକୁ ୫୧୩୧୫ ସର୍ବମୋଟ ୪୩୬୦୦୦ଫର୍ମ ଯୋଗାଇ ଦିଆଯାଇଛି । ଏହି ଫର୍ମ ମଧ୍ୟରୁ ୮ ବ୍ଲକର ୮ ସିଡିପିଓଙ୍କୁ ୩୧୫୧୫୭,ଜିଲ୍ଲାର ୪୬୩ଟି ସହଜ ଜନସେବା କେନ୍ଦ୍ରକୁ ୮୯୯୦, ଜିଲ୍ଲାର ୩୪୬ଟି ମୋ ସେବା କେନ୍ଦ୍ରକୁ ୭୪୭୦, ବିଡିଓମାନଙ୍କ ପାଖରେ ୩୩୫୦,ଏନଏସି ଓ ପୌର ପରିଷଦର ନିର୍ବାହୀ ଅଧିକାରୀମାନଙ୍କୁ ୩୬୦୦,ପଂଚାୟତିରାଜର ନିର୍ବାଚିତ ପ୍ରତିନିଧିମାନଙ୍କୁ ୮୫୦…

Read More

ରାଜ୍ୟରେ ବନ୍ଦ ଥିବା ବିଦ୍ୟାଳୟ ଖୋଲିବା ପାଇଁ କି ପଦକ୍ଷେପ ନିଆଯାଇଛି ପ୍ରଶ୍ନ କଲେ ଦଶପଲ୍ଲା ବିଧାୟକ

ନୂଆଗାଁ, (ନୟାଗଡ଼ ଦର୍ପଣ): ରାଜ୍ୟରେ ବନ୍ଦ ଥିବା ବିଦ୍ୟାଳୟ ଗୁଡ଼ିକୁ ପୁଣି ଥରେ ଖୋଲିବା ପାଇଁ ସ୍ଥିର କରୁଥିଲେ, ଏ ଦିଗରେ କୁ ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଙ୍କୁ ବିଧାନସଭାରେ ପ୍ରଶ୍ନ କରିଥିଲେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା। ମିଶ୍ରଣ ହୋଇଥିବା ବିଦ୍ୟାଳୟ କୁ ପୁନଃ ଖୋଲିବା ସମ୍ବନ୍ଧୀୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ଵାରା ଆବେଦନ କରାଯାଇଥିବା WA No 417/2021 ମାନନୀୟ ଉଚ୍ଚ ନ୍ୟାୟାଳୟ ଙ୍କ ବିଚରାଧୀନ ଅଛି ,ମାନ୍ୟବର ଉଚ୍ଚ ନ୍ୟାୟାଳୟ ଙ୍କ ଆଦେଶ ଅନୁଯାୟୀ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଥିଲେ।

Read More

ମହିଳା ସଶକ୍ତି କରଣ ନିମନ୍ତେ ସୁଭଦ୍ରା ଯୋଜନା ଆରମ୍ଭର କାର୍ଯ୍ୟ ଖସଡ଼ା

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନିଲ ଅଗ୍ରୱାଲ ଜିଲ୍ଲାରେ ମହିଳାମାନଙ୍କୁ ସଶକ୍ତି କରଣ ନିମନ୍ତେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ଉଦ୍ଦେଶ୍ୟରେ ଜିଲ୍ଲା ଓଶ୍ୱାନ୍ ସଭା କକ୍ଷରୁ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କ ସହ ବ୍ଲକ ଓଶ୍ୱାନ୍ ସଭା କକ୍ଷକୁ ସଂଯୋଗ କରି ସମସ୍ତ ବିଭାଗର ଭୂମିକା ଓ ଦାୟିତ୍ୱ ସମ୍ବନ୍ଧରେ ବୁଝାଇଥିଲେ । ଏହି ଯୋଜନାରେ ମହିଳାମାନଙ୍କୁ ଆଗାମୀ ୫ବର୍ଷରେ ଟ.୫୦,୦୦୦/- ଦେଇ ଆତ୍ମ ନିର୍ଭରଶୀଳ କରିବାର କାର୍ଯ୍ୟକ୍ରମ ରହିଅଛି । ଦୁଇଟି କିସ୍ତିରେ(ରାକ୍ଷୀ ପୂର୍ଣ୍ଣିମା ଓ ବିଶ୍ୱ ମହିଳା ଦିବସ) ଟ.୫,୦୦୦/-ଲେଖାଏଁ ମୋଟ ଟ.୧୦,୦୦୦/- ବାର୍ଷିକ ୫ବର୍ଷରେ ଟ.୫୦,୦୦୦/- ପ୍ରଦାନ କରାଯିବ । ୨୧ ରୁ ୬୦ବର୍ଷ ବୟସର ମହିଳାମାନେ ଏଥିପାଇଁ ଆବେଦନ କରିପାରିବେ । ଯେଉଁ ମହିଳାମାନେ ମାସିକ ୧୫୦୦ଟଙ୍କା ଭତ୍ତା ପାଉଥିବେ,ସାଂସଦ କିମ୍ବା ବିଧାୟକ ପରିବାରର ମହିଳା ହୋଇଥିବେ,ନିର୍ବାଚିତ ପ୍ରତିନିଧି ହୋଇଥିବେ,…

Read More