ଗଣିଆ,(ନୟାଗଡ଼ ଦର୍ପଣ): ଗଣିଆ ତହସିଲ ଅଫିସରେ ଦୀର୍ଘ ୧୦ବର୍ଷ ଧରି ଗୋଟିଏ ଅଫିସରେ ଗୌରହରି ମାଝୀ, ଅତିରିକ୍ତ ରାଜସ୍ବ ନିରୀକ୍ଷକ, ସୁଦୀପ ପଟ୍ଟନାୟକ, ଅମିନ କାର୍ଯ୍ୟ କରୁଛନ୍ତି। ସରକାରଙ୍କ ବଦଳି ନିୟମ ଅନୁଯାୟୀ, ତିନିବର୍ଷରେ ଥରେ ବଦଳି ହେବାର ନିୟମ ଅଛି। କିନ୍ତୁ ଏହି ସବୁ କର୍ମଚାରୀ ବଦଳି ନ ହୋଇ ଗୋଟିଏ ସ୍ଥାନରେ ରହିବାଦ୍ୱାରା ସରକାରଙ୍କ ବଦଳି ନିୟମ ଉଲଘଂନ ହୋଇଅଛି। ଜିଲାର ବିଭିନ୍ନ ବିଭାଗରେ ଥିବା କର୍ମଚାରୀ ବଦଳି ହେଉ ଥିବା ବେଳେ ଗଣିଆ ତହସିଲ ଅଫିସରେ ଏହି ବଦଳି ନିୟମ କଣ ପାଇଁ କାର୍ଯ୍ୟକାରୀ ହେଉ ନାହିଁ ଏ ନେଇ ଭାରତ ବିକାଶ ପରିଷଦ ଅସନ୍ତୋଷ ପ୍ରକାଶ କରିଛି । ଏନେଇ ଭାରତ ବିକାଶ ପରିଷଦ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ଦେଇଛନ୍ତି। ଏହି କର୍ମଚାରୀମାନେ ବହୁ ଦୁର୍ନୀତିରେ ଜଡିତ ରହି ସାଧାରଣ ଜନତାଙ୍କ…
Read MoreCategory: ଗଣିଆ ବ୍ଲକ
ଆଦାନୀ ଗ୍ରୁପକୁ ଏସବିଆଇ, ଏଲଆଇସି ୮୦ହଜାର କୋଟି ଋଣ ଜାଲିଆତି ତଦନ୍ତ ଦାବୀରେ କଂଗ୍ରେସର ବିକ୍ଷୋଭ
ନୟାଗଡ଼,(ନୟାଗଡ଼ ଦର୍ପଣ): ଦେଶର କୋଟିକୋଟି ସାଧାରଣ ଜନତା ଙ୍କ କଷ୍ଟ ଅର୍ଜିତ ଜମାରାଶିରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରିୟ ବନ୍ଧୁ ଗୌତମ ଅଦାନୀଙ୍କ ଆଦାନୀ ଗ୍ରୁପକୁ ଏସବିଆଇ ଏଲଆଇସି ର ମୁଖ୍ୟମାନେ ମାତ୍ରାଧିକ ଅନୁକମ୍ପା ଦେଖାଇ ପ୍ରାୟ ୮୦ହଜାର କୋଟି ଟଙ୍କା ଋଣ ଦେବା ପ୍ରସଙ୍ଗରେ ଆଜି ଜିଲ୍ଲା କଂଗ୍ରେସ ସଭାପତି ଆଇନଜୀବି ରଣଜିତ ଦାଶଙ୍କ ନେତୃତ୍ୱରେ ପିସିସି ସମ୍ପାଦକ ହୁସେନ ଖାଁ ଏବଂ ଦଳୀୟ ନେତୃବୃନ୍ଦ ଏହି ଋଣ ଘୋଟଲାର ଯୁଗ୍ମ ସଂସଦୀୟ କମିଟି ଯାଞ୍ଚ ଏବଂ ସର୍ବୋଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତିଙ୍କ ଦ୍ୱାରା ତଦନ୍ତ ଦବୀରେ ନୟାଗଡ଼ ଏସବିଆଇ ମୁଖ୍ୟ ଶାଖାଠାରେ ଧାରଣା ଦେଇ ମୋଦି ଆଦାନୀ ବିରୋଧୀ ନାରାବାଜି କରିଥିଲେ। ବିଶ୍ୱ ର ତିନି ନମ୍ବର ବିତ୍ତାଶାଳୀ ବୋଲାଉ ଥିବା ଦେଶଦ୍ରୋହୀ ଗୌତମ ଆଦାନୀ ହିଣ୍ଡେନ୍ସବର୍ଗ ରିପୋର୍ଟ ପ୍ରସାରଣ ପରେ ଗତ ସାତ ଦିନ…
Read Moreନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ପ୍ରସ୍ତୁତି ବୈଠକ
‘ବହି ପ୍ରତି ଛାତ୍ରଛାତ୍ରୀଙ୍କ ଆଗ୍ରହ ସୃଷ୍ଟି ପାଇଁ ସଚେତନତା ଆବଶ୍ୟକ’ ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଜିଲ୍ଲାରେ ଦୀର୍ଘ ବର୍ଷ ଧରି ବନ୍ଦ ରହିଥିବା ପୁସ୍ତକ ମହୋସବକୁ ରୂପାନ୍ତରିତ କରାଯାଇ ଚଳିତ ବର୍ଷ ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ଆୟୋଜନ କରାଯାଇଛି । ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ସଂଯୋଜକ ସଂଜୟ କୁମାର ସ୍ୱାଇଁଙ୍କ ଆବହକତ୍ୱରେ ନୟାଗଡ଼ ବ୍ଲକ ସଭାଗୃହରେ ଆୟୋଜିତ ପ୍ରସ୍ତୁତି ବୈଠକରେ ନୟାଗଡ଼ ଜିଲ୍ଲାର ବହୁ ବୁଦ୍ଧିଜୀବୀ, ସାହିତ୍ୟିକ ଓ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ରହି ଆଲୋଚନାରେ ସାମିଲ ହୋଇଛନ୍ତି । କବି ଓ ଅନୁବାଦକ ଶରତ ଚନ୍ଦ୍ର ଆଚାର୍ଯ୍ୟ ବୈଠକର ଆଭିମୁଖ୍ୟ ଉପସ୍ଥାପନ କରିଥିବା ବେଳେ ସାମ୍ବାଦିକ ଅନୀଲ କୁମାର ପଣ୍ଡା ସାହିତ୍ୟ ସଭା ପାଇଁ…
Read Moreପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା ଉଦଯାପିତ
ନୂଆଗାଁ,(ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ୍ ର କଳା, ଐତିହ୍ୟ,ସଂସ୍କୃତି କୁ ଅନୁଷ୍ଠିତ ହୋଇଥିବା ପଞ୍ଚୁପାଣ୍ଡବ ମହୋତ୍ସବ ଓ ଦାସିଆ ଅଜା ପଲ୍ଲୀଶ୍ରୀ ମେଳା ଉଦଯାପିତ ହୋଇଯାଇଛି। ଉଦଯାପନୀ ଦିବସରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ଲକର ଜନ ପ୍ରତିନିଧି, ଶିକ୍ଷାଵିତମାନଙ୍କୁ ସମ୍ବର୍ଦ୍ଧିତ କରାଯିବା ସହ କଳା ପରିବେଷଣ କରିଥିବା ସ୍ଥାନୀୟ କଳାକାରମାନଙ୍କୁ ପୁରସ୍କୃତ କରାଯାଇଥିଲା।ଦଶପଲ୍ଲା ବିଧାୟକ ତଥା ମହୋତ୍ସବ କମିଟିର ସଭାପତି ରମେଶ ଚନ୍ଦ୍ର ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ମନ୍ତ୍ରୀ ତଥା ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ଯୋଗଦେଇ କଳାକାରମାନଙ୍କ ଅନ୍ତର୍ନିହିତ କଳାକୁ ପରିବେଷଣ କରିବାର ମୁଖ୍ୟ ମାଧ୍ୟମ ଏହି ପଞ୍ଚୁପାଣ୍ଡବ ମହୋତ୍ସବ ବୋଲି ମୁଖ୍ୟ ଅତିଥି ବିଧାୟକ ପଦ୍ମନାଭ ବେହେରା କହିଥିଲେ। ଦଶପଲ୍ଲା ବିଧାୟକଙ୍କ ପ୍ରଚେଷ୍ଟା ଯୋଗୁଁ ଏଭଳି ମହୋତ୍ସବ ଆୟୋଜିତ ହୋଇ ପାରିଥିବା କହିବା ସହ ‘ପାଞ୍ଚାଳୀ’କୁ ଉନ୍ମୋଚନ କରିଥିଲେ।…
Read Moreବଢୁଛି ରେଳ ଅନୁଦାନ, ତ୍ବରାନ୍ବିତ ହେଉନି କାର୍ଯ୍ୟ
ଦଶପଲ୍ଲା,(ନୟାଗଡ଼ ଦର୍ପଣ); ପୂର୍ବତଟ ରେଳପଥ ଅଧୀନେର ଚାଲିଥିବା ବହୁ ପ୍ରତୀକ୍ଷିତ ଖୋର୍ଦ୍ଧା–ବଲାଙ୍ଗୀର ରେଳ ଲାଇନ୍ ପ୍ରକଳ୍ପକୁ ନେଇ ଏବେ ଚର୍ଚ୍ଚା ଜୋର୍ ଧରିବାେର ଲାଗିଛି। ଏହି ନିର୍ମାଣ କାର୍ଯ୍ୟକୁ ଦଶପଲ୍ଲା ପର୍ଯ୍ୟନ୍ତ ଆସନ୍ତା ମାର୍ଚ୍ଚ ମଧ୍ୟରେ ଶେଷ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍ଷ୍ୟ ରଖାଯାଇଥିବା ବେଳେ କେନ୍ଦ୍ର ରେଳମନ୍ତ୍ରୀ ମଧ୍ୟ ଏହି ପ୍ରକଳ୍ପ ପ୍ରତି ଅଧିକ ଗୁରୁତ୍ବ ଦେଉଛନ୍ତି। ଏହାରି ମଧ୍ୟରେ ହାତରେ ଆଉମାତ୍ର ୧ମାସର ବ୍ୟବଧାନ। ଖୋର୍ଦ୍ଧା ରୋଡ଼ ଠାରୁ ନୂଆଗାଁ ପ୍ରର୍ଯ୍ୟନ୍ତ ରେଳ ଚଳାଚଳ ସ୍ବଭାବିକ ହୋଇଛି। ନୂଆଗାଁ ଠାରୁ ଦଶପଲ୍ଲା ମଧ୍ୟରେ ୧୫.୪୪୫କିମି ରେଳ ଲାଇନକୁ ଶେଷ କରିବା ପାଇଁ ରେଳ ମନ୍ତ୍ରଣାଳୟ ଯେଉଁ ଲକ୍ଷ୍ୟ ରଖିଛି ତାହା ସଠିକ୍ ସମୟ ମଧ୍ୟରେ ପୂର୍ଣ୍ଣାଙ୍ଗ ହେବାନେଇ ଏବେ ଅନେକ ଆଶଙ୍କା ପ୍ରକାଶ ପାଇଛି। କାରଣ ଏହାରି ମାଟି…
Read Moreଶରଣକୁଳ ନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟର ଧନ୍ଦାମୂଳକ ଶିକ୍ଷା ଛାତ୍ରଛାତ୍ରୀଙ୍କ ପରିଭ୍ରମଣ
ଓଡ଼ଗାଁ,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ଓଡ଼ଗାଁ ବ୍ଲକ ଅନ୍ତର୍ଗତ ଶରଣକୁଳ ନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗର ସମଗ୍ର ଶିକ୍ଷା ଯୋଜନା ଅଧୀନରେ ଚାଲୁଥିବା ଧନ୍ଦାମୂଳକ ଶିକ୍ଷା ଛାତ୍ରଛାତ୍ରୀ ଙ୍କ ଦ୍ୱାରା ଶିଳ୍ପାନୁଷ୍ଠାନ ଏବଂ ବିଭିନ୍ନ ହସ୍ତତନ୍ତ ତନ୍ତୁବାୟ ସମିତିର ପରିଭ୍ରମଣ ଶିକ୍ଷା ଅନୁଷ୍ଠିତ ହୋଇଛି। ବିଦ୍ୟାଳୟର ପୋଷାକ ପରିକଳ୍ପନା ଏବଂ ଇଲକ୍ଟ୍ରୋନିକ୍ସି ଓ ହାର୍ଡୱେର ବିଭାଗର ଛାତ୍ରଛାତ୍ରୀ ମାନେ ଶିଳ୍ପାନୁଷ୍ଠାନ ପରିଭ୍ରମଣ କରି ବିଭିନ୍ନ ଜ୍ଞାନ କୌଶଳ ଉପରେ ଶିକ୍ଷା ଲାଭ କରିଛନ୍ତି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ରଶ୍ମିରଞ୍ଜନ ମିଶ୍ର ଙ୍କ ତତ୍ବବଧାନ ରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ବାଲୁଙ୍କେଶ୍ୱର ତନ୍ତୁବାୟ ସହଯୋଗ ସମିତି ଏବଂ ଏମ୍ ଏସ ଜୟ ବଜରଙ୍ଗୀ ରାଇସ ମିଲ ପରିଭ୍ରମଣ କରି ବିଭିନ୍ନ ଶିକ୍ଷା ଗ୍ରହଣ କରିଥିଲେ। ଏହି…
Read Moreପଞ୍ଚୁପାଣ୍ଡବ ମହୋତ୍ସବ ଓ ଦାସିଆ ଅଜା ପଲ୍ଲିଶ୍ରୀ ମେଳା-୨୦୨୩ ଉଦଘାଟିତ
ନୂଆଗାଁ,(ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ଦାସିଆ ଅଜା ପଲ୍ଲିଶ୍ରୀ ମେଳା-୨୦୨୩ ଉଦଘାଟିତ ହୋଇଯାଇଛି। ଏକ ମଶାଲ ଶୋଭାଯାତ୍ରାରେ ପଞ୍ଚୁପାଣ୍ଡବଙ୍କ ବେଶରେ ସୁସଜିତ ହୋଇ କଳାକାରମାନେ ନାମ ସଙ୍କୀର୍ତ୍ତନ, ଦୁଲୁଦୁଲି ବାଦ୍ୟରେ ପଞ୍ଚୁପାଣ୍ଡବ ପୀଠରୁ ବାହାରି ନୂଆଗାଁ ବିରୁପାଖେସ୍ୱର ମନ୍ଦିର ଏବଂ ଶହୀଦ କଷ୍ଟି ଡାକୁଆ ସ୍ମୃତି ମଣ୍ଡପ, ନୂଆଗାଁ ବଜାର ଦେଇ ମହୋତ୍ସବ ପଡ଼ିଆ ଠାରେ ପହଞ୍ଚିଥିଲେ ।ଦଶପଲ୍ଲା ବିଧାୟକ ତଥା ପଞ୍ଚୁପାଣ୍ଡବ ମହୋତ୍ସବ କମିଟିର ସଭାପତି ରମେଶ ଚନ୍ଦ୍ର ବେହେରା ପତାକା ଉତୋଳନ କରି ମହୋତ୍ସବକୁ ଉଦଘାଟନ କରିଥିଲେ। ନୂଆଗାଁ କଲେଜର ପୂର୍ବତନ ଅଧ୍ୟକ୍ଷ ଭିକାରୀ ଚରଣ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ଲକର ଜନ ପ୍ରତିନିଧିଙ୍କୁ ନେଇ ସଭା କାର୍ଯ୍ୟ ଅନୁଷ୍ଠିତ ହେବା ସହ ଜନ ପ୍ରତିନିଧି, ଶିକ୍ଷାବିତମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।…
Read Moreବାଣୀଗୋଛା ପୋଲିସକୁ ସଫଳତା
ଦଶପଲ୍ଲା,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ବାଣୀଗୋଛା ପୋଲିସ ଏକ ବାଇକ୍ ଚୋର ଗ୍ୟାଙ୍ଗର ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କ ପାଖରୁ ୫ଟି ବାଇକ୍ ଉଦ୍ଧାର କରିଛି ପୋଲିସ । ବାଣୀଗୋଛା ଥାନାରେ କେସ୍ ନମ୍ବର ୦୭/୨୦୨୩ରେ ମାମଲା ରୁଜୁ କରି ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।
Read Moreସମର୍ପଣ ‘ବୃଦ୍ଧାଶ୍ରମ’ରେ ସମ୍ପର୍କ ସମାବେଶ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସହର ଉପକଣ୍ଠ ଲେଖନପୁର ସ୍ଥିତ ବୃଦ୍ଧାଶ୍ରମ(ସମର୍ପଣ) ହେଉଛି ଅସହାୟ ମାନଙ୍କର ସହାୟ। ଗରିବ, ଦୁଃସ୍ଥ,ନିଷ୍ପେଷିତ ଓ ଅବହେଳିତ ବୃଦ୍ଧବୃଦ୍ଧା ମାନଙ୍କ ପାଇଁ ଏକ ସୁନ୍ଦର ଆଶ୍ରୟସ୍ଥଳ। ବଦାନ୍ଯ ବ୍ଯକ୍ତି ମାନଙ୍କର ସାହାଯ୍ୟ ସହଯୋଗରେ ପରିଚାଳିତ ହେଉଥିବା ବୃଦ୍ଧାଶ୍ରମ ରେ ଏକ ସମ୍ପର୍କ ସମାବେଶ ଜିଲ୍ଲାପାଳ ତଥା “ସମର୍ପଣ ” ପରିଚାଳନା କମିଟିର ସଭାପତି ରବୀନ୍ଦ୍ରନାଥ ସାହୁଙ୍କ ସଭାପତିତ୍ୱରେ ମହାସମାରୋହରେ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ମାନ୍ଯବର ନୟାଗଡ଼ ବିଧାୟକ ଡକ୍ଟର ଅରୁଣ କୁମାର ସାହୁ ଯୋଗଦେଇଥିଲା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ପୌରପରିଷଦ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଆଦିପତି କଅଁର, ନୟାଗଡ଼ ବ୍ଳକ ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ ଯୋଗଦେଇ ଥିଲେ। ସର୍ବପ୍ରଥମେ ସମର୍ପଣ…
Read Moreପୋଲିସ ହାତରୁ ଖସିବେନି ଅପରାଧୀ, ୬ୱାରେଣ୍ଟି ଗିରଫ
ନୟାଗଡ଼,(ନୟାଗଡ଼ ଦର୍ପଣ): ରାସ୍ତାରୋକ, ପୁଲିସକୁ ମାଡ଼ ମାରିବା, ଯୌତୁକ ନିର୍ଯ୍ୟାତନା ଓ ବିଭିନ୍ନ ଅସାମାଜିକ କାର୍ଯ୍ୟରେ ଲିପ୍ତଥିବା ୬ଜଣ ୱାରେଣ୍ଟି ଗିରଫ। ନୟାଗଡ଼ ବ୍ଲକ ଅନ୍ତର୍ଗତ କାଳିକାପ୍ରସାଦ ଗ୍ରାମ ପଞ୍ଚାୟତ ସିପାହି ଅସୁରିଢିପା ଗ୍ରାମର ୬ଜଣ ୱାରେଣ୍ଟି ଗିରଫ ହୋଇଛନ୍ତି। ନୟାଗଡ଼ ସଦର ଥାନା ଅଧିକାରୀ ଦିପକ ଖଣ୍ଡାୟତରାୟଙ୍କ ନେତୃତ୍ବରେ ପୋଲିସ ଏହି ୱାରେଣ୍ଟିମାନଙ୍କୁ ଧରିବାକୁ ଚଢ଼ାଉ ଜାରି ରଖିଥିଲେ। ସିପାହି ଅସୁରଢିପା ଗ୍ରାମର ମଧୁ ଗୌଡଙ୍କ ପୁଅ ହରସ ଗୌଡ, ଫକିର ଗୌଡଙ୍କ ପୁଅ ମଧୁ ଗୌଡ, ରଥି ମହାପାତ୍ରଙ୍କ ପୁଅ ଅସୁନି ମହାପାତ୍ର, ମଧୁ ଗୌଡଙ୍କ ପତ୍ନୀ ସାବି ଗୌଡ, ମୀନା ଗୌଡ ଓ ରୀନା ଗୌଡକୁ ଗିରଫ କରାଯାଇଛି । ଏମାନଙ୍କ ନାମରେ ବିଭିନ୍ନ ଅଭିଯୋଗମାନ ହୋଇଥିଲା । ଆଜି ସେମାନଙ୍କୁ କୋର୍ଟ ଫରୱାର୍ଡ କରାଯାଇଛି।
Read More