ନୟାଗଡ଼, (ନୟାଗଡ଼ ଦର୍ପଣ): ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଶ୍ବ ଯୋଗ ଦିବସ ପାଳିତ ହୋଇଯାଇଛି। ମଣିଷ ସୁସ୍ଥ ସବଳ ତଥା କର୍ମଠ ରହିବାରେ ଶାରିରୀକ ପରିଶ୍ରମ ବିଶେଷ କରି ଯୋଗ ପ୍ରାଣାୟମ ଏକ ମହୋଷଧି ପରି। ପୁରାତନ ଯୁଗରେ ଭେଷଜ ବିଦ୍ୟାର ଆବିଷ୍କାର ହୋଇନଥିବା ବେଳେ ତଥାପି ମଣିଷ ସୁସ୍ଥ ସବଳ ଜୀଵନ ଯାପନ କରୁଥିଲା। ତାହାର ଏକମାତ୍ର ଉପାୟ ଥିଲା ଯୋଗବିଦ୍ୟା। ଏପରିକି ବଡ଼ ବଡ଼ ବ୍ୟାଧି ଯୋଗ ମାଧ୍ୟମରେ ଭଲ ହେଉଥିଲା। ବିଶେଷ କରି ବନ ବିଦ୍ୟାଳୟ ତଥା ଗୁରୁ ଆଶ୍ରମରେ ଯୋଗଶିକ୍ଷା ପାଠ ଖସଡ଼ାର ଏକ ଅଂଶବିଶେଷ ଥିଲା। ସମଗ୍ର ବିଶ୍ଵରେ ଯଦି ଯୋଗ ଉପରେ ଆଲୋକପାତ କରାଯାଏ ତେବେ ଯୋଗର ଉତ୍ପତ୍ତି ଭାରତ ବର୍ଷରୁ ହୋଇଥିଲା। ଧୀରେ ଧୀରେ ଯୋଗକୁ ସମଗ୍ର ବିଶ୍ବ ସୁସ୍ଥ ଜୀଵନ ବଞ୍ଚିବାର ମାଧ୍ୟମ ବୋଲି…
Read MoreCategory: ଓଡ଼ଗାଁ ବ୍ଲକ
କୃଷକଙ୍କୁ ଦିଆଗଲା ପ୍ରଧାନମନ୍ତ୍ରୀ କୃଷକ ନିଧି ଯୋଜନାର ୧୭ତମ କିସ୍ତି
ନୟାଗଡ଼, (ନୟାଗଡ଼ ଦର୍ପଣ): ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ କୃଷକ ନିଧି ଯୋଜନାର ୧୭ତମ କିସ୍ତି ଅଧିନରେ ଆଜି ୯କୋଟି ୨୬ଲକ୍ଷ ହିତାଧିକାରୀଙ୍କୁ ୨୦ହଜାର କୋଟି ଟଙ୍କା ଦେଶର କୃଷକମନଙ୍କ ଖାତାକୁ ସ୍ଥାନାନ୍ତର ଉତ୍ତର ପ୍ରଦେଶର ବାରାଣାସୀରୁ ସିଧାପ୍ରସାରଣର କାର୍ଯ୍ୟକ୍ରମ କୃଷି ବିଜ୍ଞାନ କେନ୍ଦ୍ର, ପାଣିପୋଇଲା ଠାରେ ଅନୁଷ୍ଠିତ ହୋଇଥିଲା ଏଠାରେ ରାଜ୍ୟ ପଂଚାୟତିରାଜ୍ ଓ ପାନୀୟ ଜଳ ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ରବିନାରାୟଣ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ, କୃଷକମାନଙ୍କ ଉନ୍ନତି ନିମନ୍ତେ କୃଷକମାନଙ୍କ କ୍ଷେତକୁ ପାଣି,ଆଖୁଚାଷର ଉନ୍ନତି ଉପରେ ଆମ ସରକାର ଧ୍ୟାନ ଦେବ। ରଣପୁରର ମାନ୍ୟବର ବିଧାୟିକା ଶ୍ରୀମତୀ ସୁରମା ପାଢ଼ୀ କହିଲେ ଯେ, ସ୍ୱାମିନାଥନ୍ କମିଟି ଦେଇଥିବା ସୁପାରିଶ ଅନୁସାରେ ଧାନର ସହାୟକ ମୂଲ୍ୟ ୩୧୦୦ଟଙ୍କାକୁ ବୃଦ୍ଧି କରିବା ପାଇଁ ପ୍ରଥମ…
Read Moreଜିଲ୍ଲାସ୍ତରୀୟ ଟେବୁଲ ଟପ୍ ପ୍ରୟୋଗାତ୍ମକ ଅଭ୍ୟାସ
ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଜିଲ୍ଲାପାଳ ଶ୍ରୀମତୀ ସ୍ୱଧା ଦେବ ସିଂଙ୍କ ଅଧ୍ୟକ୍ଷତାରେ ଏବଂ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଶ୍ରୀ ଦିଲିପ କୁମାର ବଳଙ୍କ ସଂଯୋଜନାରେ ବିପର୍ଯ୍ୟୟ ପରିଚାଳନା ଉପରେ ଜିଲ୍ଲାସ୍ତରୀୟ ଟେବୁଲ ଟପ୍ ପ୍ରୟୋଗାତ୍ମକ ଅଭ୍ୟାସ ନିମନ୍ତେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବଳ ଉପସ୍ଥିତ ସମସ୍ତ ଅଧିକାରୀମାନଙ୍କୁ ସ୍ୱାଗତ ଜଣାଇବା ସହ ଜିଲ୍ଲାପାଳ ଶ୍ରୀମତୀ ସିଂଙ୍କୁ ଆଜିର କାର୍ଯ୍ୟକ୍ରମ ଉପରେ ତାଙ୍କର ପ୍ରାରମ୍ଭିକ ବକ୍ତବ୍ୟ ରଖିବା ପାଇଁ ଅନୁରୋଧ କରିଥିଲେ । ଜିଲ୍ଲାପାଳ ଶ୍ରୀମତୀ ସିଂ ତାଙ୍କ ବକ୍ତବ୍ୟରେ କହିଲେ ଯେ, ପ୍ରତି ବର୍ଷ ପ୍ରାକ୍ ମୌସୁମୀରେ ବିପର୍ଯ୍ୟୟ ମୁକାବିଲା ପାଇଁ ବିଭାଗୀୟ ଅଧିକାରୀ ଏବଂ ବିଭିନ୍ନ ବର୍ଗର ସମାଜସେବୀଙ୍କୁ ନେଇ ଏକ ମକ୍ଡ୍ରିଲ(ମିଛ ଅଭିନୟ) କରାଯାଏ । ଏଥିପାଇଁ ଆଜି ଜିଲ୍ଲାସ୍ତରରେ ଦିବା ୧୦ଘଟିକା ଠାରୁ…
Read Moreବିଧାୟକ ଅରୁଣଙ୍କ କୃତଜ୍ଞତା ସଭା
ନୟାଗଡ଼, (ନୟାଗଡ଼ ଦର୍ପଣ): ୨୦୨୪ ସାଧାରଣ ନିର୍ବାଚନ ପରେ ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ପ୍ରଥମ ସଭା ଅନୁଷ୍ଠିତ ହୋଇଛି । ନୟାଗଡ଼ ନିର୍ବାଚନ ମଣ୍ଡଳୀରୁ ପଞ୍ଚମ ଥର ପାଇଁ ଡ. ଅରୁଣ କୁମାର ସାହୁ ବିଧାୟକ ନିର୍ବାଚିତ ହୋଇଛନ୍ତି । ଏହି ଅବସରରେ ଆଜି ପୂର୍ବାହ୍ନରେ ଅନୁଷ୍ଠିତ କୃତଜ୍ଞତା ସଭାରେ ନୟାଗଡ଼ ବ୍ଲକ ଓ ପୈାରଞ୍ଚଳ ହଜାର ହଜାର କର୍ମୀ ଯୋଗ ଦେଇଥିଲେ । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଏବଂ ସହ ପର୍ଯ୍ୟବେକ୍ଷକ ଇରାନୀ ରାୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହି ଅବସରରେ ନୟାଗଡ଼ ବିଧାୟକ ନିର୍ବାଚନ ଫଳାଫଳ ସମୀକ୍ଷା କରିବା ସହ ଦଳୀୟ କର୍ମୀଙ୍କୁ ଉତ୍ସାହିତ କରିଥିଲେ। ସମାଜ ସେବାର ବିଜୟ ଉତ୍ସବ ନଥାଏ। ଜନସାଧାରଣଙ୍କ ସେବା, ରାଜ୍ୟ ଓ ଦେଶର ପ୍ରଗତି ପାଇଁ କାମ କରିବା ହେଉଛି…
Read Moreସମ୍ବର୍ଦ୍ଧନା ପରିବାର ‘ସମ୍ବର୍ଦ୍ଧନା ସଭା ଓ କବିତାପାଠ” କାର୍ଯ୍ୟକ୍ରମ ଅନୁଷ୍ଠିତ
ଓଡଗାଁ, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଶରଣକୁଳ ସର୍କଲ ଅଧିନସ୍ଥ ସମସ୍ତ ବିଦ୍ୟାଳୟର ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଏ-୧ ଗ୍ରେଡ ପାଇଥିବା ଛାତ୍ରଛାତ୍ରୀ ଙ୍କୁ ମେଧା ସମ୍ମାନ ସ୍ୱରୂପ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା ।ଶରଣକୁଳ ର ଅଗ୍ରଣୀ ସାହିତ୍ୟ ଓ ସଂସ୍କୃତି ଅନୁଷ୍ଠାନ ସମ୍ବର୍ଦ୍ଧନା ପରିବାର ଦ୍ୱାରା ମୋ ଗାଁ ମୋ ଲେଖା କାର୍ଯ୍ୟକ୍ରମରେ ପ୍ରତିଷ୍ଠାତା ସଦସ୍ୟ ଗୋଦାବରୀ ବସନ୍ତିଆ ଓ ଦୀନବନ୍ଧୁ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଓ ସଭାପତି ନିରାକାର ସ୍ବାଇଁଙ୍କ ଅଧକ୍ଷତାରେ ଏକ ସମ୍ବର୍ଦ୍ଧନା ସଭା ଓ କବିତାପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ପବ୍ଲିକ ସ୍କୁଲର ଛାତ୍ରୀ ସ୍ୱାଗତିକା ସାହୁ, ପ୍ରିୟଙ୍କା ବସନ୍ତିଆ, ଦଧିବାମନ ଜୀଉ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ପୂଜା ପାତ୍ର ଓ ତୁଳସୀ ବରାଡ ,ସୋଲାପଟ। ସରକାରୀ ଉଚ୍ଚ ବିଦ୍ୟାଳୟର…
Read Moreଭଞ୍ଜ ଜୟନ୍ତୀ ପାଳନ ପ୍ରସ୍ତୁତି ବୈଠକ
ନୟାଗଡ଼(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଳକ ଅନ୍ତର୍ଗତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସିଦ୍ଧି ଓ ସାଧନାର କ୍ଷେତ୍ର ନୂଆଗାଁ ବ୍ଳକ ଅନ୍ତର୍ଗତ ମାଳିସାହି ଗତିଶ୍ବରଙ୍କ ପୀଠରେ ଭଞ୍ଜ ଜୟନ୍ତୀ ଉତ୍ସବ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉପେନ୍ଦ୍ର ଭଞ୍ଜ ସାହିତ୍ୟ ଓ ସଂସ୍କୃତି ପରିଷଦର ସଭାପତି କୃଷ୍ଣ ଚନ୍ଦ୍ର ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ବୈଠକରେ ଗତବର୍ଷ ଭଞ୍ଜ ଜୟନ୍ତୀ ଉତ୍ସବର ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇ ଏହାର ସାଫଲ୍ୟତା ନେଇ ସଭା ଖୁସି ପ୍ରକଟ କରିଥିଲା।ତେବେ ଜୟନ୍ତୀ ଉତ୍ସବକୁ ଅଧିକ ଉତ୍ସବ ମୂଖର ତଥା ଭଞ୍ଜଙ୍କ ଏହି ଅନାଲୋଚିତ ସାଧନାର ପୀଠକୁ ପ୍ରଚାର ପ୍ରସାର କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଚଳିତ ଭଞ୍ଜ ଜୟନ୍ତୀ ଉତ୍ସବ ଆସନ୍ତା ଜୁନ ୧୦ ତାରିଖରେ ପାଳନ କରାଯିବା ସହ ଉତ୍ସବକୁ…
Read Moreଶତପ୍ରତିଶତ ରେଜଲ୍ଟ କରି ନୟାଗଡ଼ ପାଢ଼ି ଟ୍ୟୁଟରିଆଲର ସଫଳତା
ନୟାଗଡ଼,(ନୟାଗଡ଼ ଦର୍ପଣ): ଚଳିତ ବର୍ଷ ଗୋଟିଏ ଦିନରେ ଏକା ଥରକେ ପ୍ରକାଶ ପାଇଲା ମ୍ୟାଟ୍ରିକ, +୨ ବିଜ୍ଞାନ, କଳା, ବାଣିଜ୍ୟ ପରୀକ୍ଷା ଫଳ । ଏଥିରେ ନୟାଗଡ଼ର ସର୍ବ ପୁରାତନ ଅନୁଷ୍ଠାନପାଢ଼ି ଟ୍ୟୁଟରିଆଲର ଛାତ୍ରଛାତ୍ରୀମାନେ ଅଦ୍ଭୁତ ପୂର୍ବ ସଫଳତା ହାସଲ କରିଛନ୍ତି। ଶତପ୍ରତିଶତ ରେଜଲ୍ଟ ହୋଇଥିବା ବେଳେ ସମସ୍ତ ଛାତ୍ରଛାତ୍ରୀ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସର୍ବାଧିକ ୬ ଜଣ ଏ-୧ (୯୦% ରୁ ଅଧିକ) ମାର୍କ ରଖୁଛନ୍ତି । ୫୦୦ ବା ତାଠାରୁ ଅଧିକ ବର୍ଗରେ ୩୭ ଜଣ ଏବଂ ୮୦% ରୁ ଅଧିକ ବର୍ଗରେ ୬୧ ଜଣ ରହିଛନ୍ତି । ଏହି ସଫଳତା ପାଇଁ ନୟାଗଡ଼ ପାଢ଼ୀ ଟ୍ୟୁଟୋରିଆଲରେ ଖୁସିର ଲହରୀ ଖେଳି ଯାଇଛି । ବିଜିତେନ୍ଦ୍ରିୟ ଦାସ ଏବଂ ସାଇ ପ୍ରସାଦ ନନ୍ଦ ଉଭୟ ୫୫୦ ମାର୍କ ରଖି…
Read Moreନିର୍ବାଚନ ପ୍ରଚାରର ଶେଷ ଦିନ, ଅରୁଣଙ୍କ ନିଆରା ପ୍ରୟାସ ‘ପ୍ରତିବଦ୍ଧତା’
ଏକ ଲକ୍ଷ ଲୋକଙ୍କୁ ଭେଟିଲି, ଶାନ୍ତି ପ୍ରତିଷ୍ଠା ହୋଇଛି, ଗ୍ରୀନ୍ କ୍ୟାମ୍ପେନ ସଫଳ ହୋଇଛି : ଅରୁଣ ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଆସନ୍ତା ୨୫ ତାରିଖରେ ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ଅନୁଷ୍ଠିତ ହେବ ନିର୍ବାଚନ । ଆଜି ପ୍ରଚାର କାର୍ଯ୍ୟ ସରିଛି । ଏହା ମଧ୍ୟରେ ଏକ ରୋଚକ ସ୍ଥିତି ଦେଖିବାକୁ ମିଳିଛି । ନୟାଗଡ଼ ନିର୍ବାଚନ ମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ହୋଇଥିବା ଡ. ଅରୁଣ କୁମାର ସାହୁଙ୍କ ନିଆରା ପ୍ରୟାସ ଦେଖିବାକୁ ମିଳିଛି । ଯୁବ, ଛାତ୍ର, ମହିଳା, ବରିଷ୍ଠ ନାଗରିକ, ବୁଦ୍ଧିଜିବୀ ଓ ଆଇନଜିବୀ ମାନଙ୍କୁ ନେଇ ଏକ ପ୍ରତିବଦ୍ଧତା ସମ୍ପର୍କରେ ଅଭିଭାଷଣ ରଖିଥିଲେ । ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅରୁଣ ନିଜ ଜୀବନର ପ୍ରତିଶୃତି, ପ୍ରତିବଦ୍ଧତା, ନୟାଗଡ଼ରେ ଶାନ୍ତି ପ୍ରତିଷ୍ଠା, ଗ୍ରୀନ୍ କ୍ୟାମ୍ପେନ୍ ଓ ଭଲ ମଣିଷ…
Read Moreବିଜେଡିର ବିରାଟ ମହିଳା ଶୋଭାଯାତ୍ରା, ହଜାର ହଜାର ସାମିଲ
ମା’ ମାନଙ୍କର ଦୁଃଖ ବୁଝନ୍ତି କେବଳ ନବୀନ : ଅରୁଣ। ନୟାଗଡ଼,(ନୟାଗଡ଼ ଦର୍ପଣ): ଆଜି ଶେଷ ହୋଇଛି ପ୍ରଚାର କାର୍ଯ୍ୟ । ଶେଷ ପର୍ଯ୍ୟାୟରେ ଆଜି ନୟାଗଡ଼ ନିର୍ବାଚନ ମଣ୍ଡଳୀ ଓଡ଼ଗାଁରେ ବିଜେଡି ପକ୍ଷରୁ କରାଯାଇଛି ବିରାଟ ମହିଳା ଶୋଭାଯାତ୍ରା । ହଜାର ହଜାର ମହିଳା ଏହି ସମାବେଶରେ ଯୋଗ ଦେଇଛନ୍ତି । ଓଡ଼ଗାଁ ରଘୁନାଥ ମନ୍ଦିରରୁ ଏହି ସମାବେଶ ବାହାରି ଓଡ଼ଗାଁ ମିନି ଷ୍ଟାଡିୟମ ପାଖରେ ପହଞ୍ଚିଥିଲା । ମହିଳା ମାନେ ଚାଲି ଚାଲି ବିଭିନ୍ନ ନାରା ଦେଇ ପଦଯାତ୍ରାରେ ସାମିଲ ହୋଇଥିଲେ । ଏହି ମହିଳା ସମାବେଶରେ ନୟାଗଡ଼ ବିଜେଡି ବିଧାୟକ ପ୍ରାର୍ଥୀ ଡ. ଅରୁଣ କୁମାର ସାହୁ ସାମିଲ ହୋଇ ରାଜ୍ୟ ସରକାରଙ୍କ ବିଭିନ୍ନ ବିକାଶ ମୁଳକ କାର୍ଯ୍ୟ ଉପରେ ଉଦବୋଧନ ଦେଇଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଦାସର୍ବଦା ମହିଳା ମାନଙ୍କୁ…
Read Moreସରିଲା ପ୍ରଚାର, ପ୍ରତ୍ୟେକ ଲୋକଙ୍କ ପାଖରେ ପହଞ୍ଚିଲେ ଅରୁଣ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ୩ ଗୋଟି ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ହେବାକୁ ଯାଉଛି ଭୋଟ ଦାନ । ଆଜି ସରିଲା ପ୍ରଚାର କାର୍ଯ୍ୟ । ଶେଷ ଦିନରେ ସବୁ ଦଳ ପକ୍ଷରୁ ପ୍ରୟାସ ଜାରି ରହିଛି । ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳର ପ୍ରାର୍ଥୀ ହୋଇଥିବା ଡ. ଅରୁଣ କୁମାର ସାହୁଙ୍କ ପ୍ରଚାର କାର୍ଯ୍ୟ ନିଆରା ହୋଇଛି । ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିଜେଡି, ବିଜେପି ଓ କଂଗ୍ରେସ ଦଳ ମଧ୍ୟରେ ସଂଘର୍ଷ ହେବାକୁ ଯାଉଥିବା ବେଳେ ବିଜେଡି ପ୍ରଚାର ଓ ପ୍ରସାର ସ୍ତରରେ ୧ ନଂ ସ୍ଥାନରେ ରହିଛି । ବିଜେଡି ପ୍ରାର୍ଥୀ ଡ. ସାହୁ ନୟାଗଡ଼ ନିର୍ବାଚନ ମଣ୍ଡଳୀର ପ୍ରତ୍ୟେକ ଗାଁ ଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ବ୍ୟକ୍ତିଗତ ଭାବେ ସମସ୍ତଙ୍କୁ ଭେଟି ସାରିଲେଣି…
Read More