ଧନ୍ଦାମୂଳକ ଶିକ୍ଷା ପରିଧାନ ବିଭାଗର ଶିକ୍ଷକ ପ୍ରଶିକ୍ଷକ ଅଭିଭାବକ ବୈଠକ

ନୟାଗଡ଼, (ନୟାଗଡ଼ ଦର୍ପଣ): ଓଡ଼ଗାଁ ବ୍ଲକ ଶରଣକୁଳ ସ୍ଥିତ ନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟରେ ଧନ୍ଦାମୂଳକ ଶିକ୍ଷା ପରିଧାନ ବିଭାଗର ଶିକ୍ଷକ ପ୍ରଶିକ୍ଷକ ଓ ଅଭିଭାବକ ବୈଠକର ଆୟୋଜନ କରଯାଇଛି।ଉକ୍ତ ବୈଠକରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଶ୍ମିରଞ୍ଜନ ମିଶ୍ରଙ୍କ ସଭାପତିତ୍ବରେ ଧନ୍ଦାମୂଳକ ଶିକ୍ଷାର ଗୁଣାତ୍ମକ ମାନର ବିକାଶ, ଧନ୍ଦାମୂଳକ ଶିକ୍ଷାର ସଚେତନତା, ମାଟ୍ରିକ ପ୍ରାକ୍ଟିକାଲ ପରୀକ୍ଷା ସମେତ ବୋର୍ଡ ପରୀକ୍ଷା ପାଇଁ ପ୍ରସ୍ତୁତି ପ୍ରଣାଳୀ, କ୍ୟାରିଅର କାଉନସେଲିଂ ସହ ଛାତ୍ର ଛାତ୍ରୀଙ୍କର ଅନ୍ୟାନ୍ୟ ସୁବିଧା ଅସୁବିଧା ବିଷୟରେ ଆଲୋଚନା କରଯାଇଛି। ପ୍ରଧାନ ଶିକ୍ଷକ  ଦେଶର ଅର୍ଥନୈତିକ ଅଭିବୃଦ୍ଧି ଧନ୍ଦାମୂଳକ ଶିକ୍ଷା ଦ୍ଵାରା ହୋଇପାରିବ ଓ ଭାରତ ସରକାରଙ୍କ ଦ୍ଵାରା ପ୍ରଚଳିତ ଏହି ଧନ୍ଦାମୂଳକ ଶିକ୍ଷା,  ଶିକ୍ଷା କ୍ଷେତ୍ରରେ ରେ  ବହୁ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି।ସେହିପରି ସ୍ପୋକ ସ୍କୁଲ ତଥା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଶରଣକୁଳ ର…

Read More

ପତ୍ନୀ ହତ୍ୟାକାରୀ ସ୍ବାମୀଙ୍କୁ ମୃତ୍ୟୁ ପର୍ଯ୍ୟନ୍ତ ସଶ୍ରମ କାରାଦଣ୍ଡ

ଶରଣକୁଳ, (ନୟାଗଡ଼ ଦର୍ପଣ): ଶରଣକୁଳ ଥାନା ଅନ୍ତର୍ଗତ ପାଣିଭଣ୍ଡାର ଗ୍ରାମର ଶ୍ୟାମସୁନ୍ଦର ସ୍ୱାଇଁ ଶରଣକୁଳ ଥାନାରେ ଏକ ଲିଖିତ ଏତଲା  ଅନିଲ କୁମାର ଜେନା, ଅନିଲଙ୍କ ମାମୁଁ ଝୋଟ ଓ ମାଆଙ୍କ ବିରୋଧରେ ତାଙ୍କ କନ୍ୟା ସୁଭଦାକୁ ହତ୍ୟା କରିଥିବା  ଅଭିଯୋଗ କରି  ଉଲ୍ଲେଖ କରିଥିଲେ କି, ତାଙ୍କ  କନ୍ୟା ଶୁଭଦା ସ୍ୱାଇଁ ଙ୍କୁ ଅଭିଯୁକ୍ତ ଅନିଲ କୁମାର ଜେନା ଯିଏ କି କନ୍ଧମାଳ ଜିଲ୍ଲା ରେ ଥିବା ୮ମ ବାଟାଲିୟନ ରେ ହାବିଲଦାର ପଦବୀ ରେ କାର୍ଯ୍ୟ କରୁଥିଲେ ତାଙ୍କ ସହିତ ହିନ୍ଦୁ ବୈଦିକ ରୀତିରେ ବିବାହ ଦେଇଥିଲେ । ବିବାହ ର ୨/୩ ମାସପରେ ସୁଭଦା ଜାଣିବାକୁ ପାଇଲେ ଯେ ଅଭିଯୁକ୍ତ ଅନିଲ ଅନ୍ୟ ଏକ ଝିଅ ସହିତ ପ୍ରେମ ସମ୍ପର୍କ ରଖିଛନ୍ତି ତେଣୁ ସେ ବିରୋଧ କରିବାରେ ଅନିଲ ତାଙ୍କ ମାମୁଁ ଓ…

Read More

ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ବିଜୁ ଜନତା ଦଳର ୨୮ତମ ପ୍ରତିଷ୍ଠା ଦିବସ ଅବସରରେ ଆଜି ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ପାଳନ କରାଯାଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ତାଙ୍କ ବକ୍ତବ୍ୟରେ ଆଜିର ସରକାର ଦବା ସରକାର ନୁହେଁ ନବା ସରକାର ବୋଲି ପ୍ରକାଶ କରିଛନ୍ତି । ନବୀନ ପଟ୍ଟନାୟକଙ୍କ ସରକାରରେ ଦୃତ ବିକାଶ ହୋଇଥିଲା । ବର୍ତ୍ତମାନ ସରକାର ଦୃତ ବିଫଳତା ଆଡ଼କୁ ଅଗ୍ରସର ହେଉଛି । ଆଜିର ଦିନରେ ଜନ ମତ ପ୍ରଭାବିତ ହୋଇଛି । ରାଜନୀତିରେ ସାଳିନତା କେବେ ହରାଇବ ନାହିଁ ବୋଲି କର୍ମୀଙ୍କୁ ପରାମର୍ଶ ଦେଇଛନ୍ତି ଅରୁଣ। ଆଜିର ଦରଦାମ ବୃଦ୍ଧି ଲୋକଙ୍କୁ ବହୁତ ବାଧୁଛି । ଦରଦାମ କାହିଁକି ବୃଦ୍ଧି ହେଉଛି ଲୋକମାନେ ବୁଝିବା ଆରମ୍ଭ କଲେଣି । ରାଜ୍ୟ ସରକାର ଦୁଇ ପ୍ରକାର କଥା…

Read More

ପିମିଟ କଲେଜ ଓଡ଼ଗାଁରେ ବାଲ୍ୟ ବିବାହ ସଚେତନତା

ଓଡ଼ଗାଁ, (ନୟାଗଡ଼ ଦର୍ପଣ): ଆଜି ଓଡ଼ଗାଁ ସ୍ଥିତ ପିମିଟ କଲେଜ ପରିସରରେ ବାଲ୍ୟ ବିବାହ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ସଚେତନତା କାର୍ଯ୍ୟକ୍ରମରେ ସମାଜସେଵୀ ତଥା ଆଡ଼ଭୋକେଟ ପ୍ରଭାସିନୀ ନନ୍ଦ ମୁଖ୍ୟଅତିଥିଭାବେ ଯୋଗ ଦେଇଥିଲେ।  ସୁଶ୍ରୀ ନନ୍ଦ ଛାତ୍ରଛାତ୍ରୀଙ୍କୁ ବାଲ୍ୟ ବିବାହ, ଶିଶୁ ଶ୍ରମିକ ଉଛେଦ, ଭୃଣ ହତ୍ୟା, ଜ୍ଵନ ନିର୍ଯାତନା କିଭଳି ଭାବେ ବଢୁଛି ଏବଂ ତାର ପ୍ରତିକାର ଆମେ କେମିତି କରିବା ସେ ବିଷୟରେ ସଚେତନ କରାଇଥିଲେ। ଛାତ୍ରଛାତ୍ରୀଙ୍କ ଦୃଢ ଇଚ୍ଛା ଶକ୍ତି ଓ ନିର୍ଭିକ ହେବା ପାଇଁ ବକ୍ତବ୍ୟ ରଖିଥିଲେ। ପରିଶେଷରେ ଯୁକ୍ତ ଦୁଇ ଅଧ୍ୟକ୍ଷ ସୁରେଶ ପ୍ରଧାନ ଏବଂ ଯୁକ୍ତ ୩ ଅଧ୍ୟକ୍ଷ ସୁନୀଲ ମହାପାତ୍ର ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ସଚେତନ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ କର୍ମକର୍ତା ଉପସ୍ଥିତ ଥିଲେ। ପରିଶେଷରେ ଅଧ୍ୟକ୍ଷ ସମସ୍ତଙ୍କୁ ଧନ୍ୟବାଦ ଦେଇ ସଚେତନତା…

Read More

ଧନ୍ଦାମୂଳକ ଶିକ୍ଷାର୍ଥୀଙ୍କ ଶିଳ୍ପ ପରିଭ୍ରମଣ

ନୟାଗଡ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ ଶରଣକୁଳ ସ୍ଥିତ ନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମଗ୍ର ଶିକ୍ଷା ଯୋଜନା ଅଧୀନରେ ଚାଲୁଥିବା ଧନ୍ଦାମୂଳକ ଶିକ୍ଷା ଛାତ୍ରୀଛାତ୍ରଙ୍କ ଦ୍ବାରା ଶିଳ୍ପାନୁଷ୍ଠାନ ପରିଭ୍ରମଣ ଶିକ୍ଷା ଅନୁଷ୍ଠିତ ହୋଇଛି। ଏହି ପରିଭ୍ରମଣରେ ନାରାୟଣ ଉଚ୍ଚ ବିଦ୍ୟାଳୟ(ହବ୍ ସ୍କୁଲ)ର ନବମ ଓ ଦଶମ ଶ୍ରେଣୀର ୬୦ ଶିକ୍ଷାର୍ଥୀ ଏବଂ(ସ୍ପୋକ ସ୍କୁଲ)ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଶରଣକୁଳର ୧୮ଜଣ ଶିକ୍ଷାର୍ଥୀ ସାମିଲ ହୋଇଛନ୍ତି। ବିଦ୍ୟାଳୟର  ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ରଶ୍ମିରଞ୍ଜନ ମିଶ୍ରଙ୍କ ତତ୍ୱାବଧାନରେ ଦୁଇଟି ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ମାଛିପଡ଼ା ସ୍ଥିତ ଭୂଇଁଆଣି ଟେକ୍ସଟାଇଲକୁ ପରିଭ୍ରମଣ କରିଥିଲେ। ମ୍ୟାନେଜର ରାକେଶ କୁମାର ସାହୁ ଏବଂ ନାରାୟଣ ଉଚ୍ଚ ବିଦ୍ୟାଳୟର ପରିଧାନ ବିଭାଗର ପ୍ରଶିକ୍ଷିକା ରୋଜାଲିନ ମିଶ୍ରଙ୍କ ସହାୟତା ହସ୍ତତନ୍ତରେ କପଡାର ବୁଣେଇ କିପରି…

Read More

ନୟାଗଡ ଜିଲ୍ଲା ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତରେ ୪୫୪୭ଟି ମାମଲା ଫଏସଲା

ନୟାଗଡ଼, (ନୟାଗଡ଼ ଦର୍ପଣ): ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶମତେ ଆଜି ନୟାଗଡ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ  ୫ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ  ବାବଦକୁ ୩୯,୪୦,୦୦୦ ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦେଶ ଦିଆଯାଇଥିଲା । ସେହିପରି ୧୪୬ ଦେୱାନି ମାମଲା ଫଇସଲା କରାଯାଇଥିଲା। ଏନ. ଆଇ. ଆକ୍ଟ କେସ ୧୭ଟି ଫଇସଲା କରାଯାଇ ୧୫,୧୨,୪୦୫ ଟଙ୍କା ଆଦାୟ କରଯାଇଥିଲା ଏବଂ ବିବାହ ଜନିତ ୧୬ଟି ମାମଲା ଫଇସଲା କରାଯାଇଥିଲା । ଅନ୍ଯାନ୍ଯ ଫୌଜଦାରୀ ୨୪୫ଟି ମାମଲା ଫଇସଲା କରଯାଇଥିଲା।…

Read More

ବସ ଧକ୍କାରେ ଭାଙ୍ଗିଲା ଦୁଇଟି ଘର, ଜଣେ ଗୁରୁତର ତିନି ଆହତ

ସରଣକୂଳ, (ନୟାଗଡ଼ ଦର୍ପଣ): ଓଡ଼ଗାଁ ବ୍ଲକ ଶରଣକୁଳ ପୂର୍ତ୍ତବିଭାଗ ବଙ୍ଗଳା ନିକଟରେ ଭୁବନେଶ୍ୱରରୁ ଭଞ୍ଜନଗର ଯାଉଥିବା ଓଡି ୩୩ -ପି ୦୧୨୦ ନମ୍ବର ବିଶିଷ୍ଟ ଏକ ଘରୋଇ ଯାତ୍ରୀବାହୀ ବସ ଆଜି ସକାଳେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୨ବଖରା ଟିଣ ଛପର ଘର ଭାଙ୍ଗିଯାଇଥିବା ବେଳେ ଜଣେ ଗୁରୁତର ଏବଂ ତିନି ଜଣ ଆହତ ହୋଇଥିବା ସୂଚନା ମିଳିଛି। ଗୁରୁତର ବ୍ୟକ୍ତି ଏବଂ ଆହତ ବ୍ୟକ୍ତିଙ୍କୁ ପ୍ରଥମେ ଶରଣକୁଳ ମେଡ଼ିକାଲରେ ଚିକିତ୍ସା ପରେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାରେ ଗୁରୁତର ହୋଇଥିବା ଶେକ ଖାସିମଙ୍କ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱର ମେଡିକାଲକୁ ପଠାଯାଇଛି । ଘଟଣାସ୍ଥଳରେ ଉପସ୍ଥିତ ପ୍ରତକ୍ଷଦର୍ଶୀଙ୍କ ଠାରୁ ସୂଚନା ଅନୁଯାୟୀ କୌଣସି କାରଣରୁ ବସଟି ବଙ୍ଗଳା ବୁଲାଣିରେ ବାମକୁ ବୁଲାଇବା ପରିବର୍ତ୍ତେ ରାସ୍ତାର ଡାହାଣ ପାଖକୁ ମାଡି…

Read More

ଡଃ.ସୁରେଶ ବରାଡଙ୍କ ପୁସ୍ତକ “ଗୀତାର ପ୍ରଥମ ଶବ୍ଦ” ବାଚସ୍ପତିଙ୍କ କରକମଳରେ ଉନ୍ମୋଚିତ

ଶରଣକୁଳ, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସାରସ୍ଵତ ସାଧକ, ଗାଳ୍ପିକ, ଔପନ୍ୟାସିକ, କାବ୍ୟକାର, କବି ଡ.ସୁରେଶ ଚନ୍ଦ୍ର ବରାଡଙ୍କ ଆଧ୍ୟାତ୍ମିକ ପୁସ୍ତକ “ଗୀତାର ପ୍ରଥମ ଶବ୍ଦ” ରଣପୁର ବିଧାୟିକା ତଥା ଓଡ଼ିଶାର ମାନ୍ୟବର ବାଚସ୍ପତି ସୁରମା ପାଢ଼ୀଙ୍କ କରକମଳରେ ଉନ୍ମୋଚିତ ହୋଇଯାଇଛି। ଶରଣକୁଳ ପଥୁରିଆସାହି ଦାମୋଦର ଶିଶୁରାଇଜର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଶ୍ରୀମତୀ ପାଢ଼ୀ ଡଃ.ବରାଡଙ୍କ ଏହି ପୁସ୍ତକର ଲୋକାର୍ପଣ କରିଥିଲେ।   ଦାମୋଦର ଶିଶୁରାଇଜର ଏହି ସପ୍ତମ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ  ଅନୁଷ୍ଠାନର ସଭାପତି ବିଭୁଦତ୍ତ ମହାପାତ୍ର ପୌରହିତ୍ୟ କରିଥିଲା ବେଳେ ମୁଖ୍ୟ ଅତିଥି ଭାବରେ ଓଡ଼ିଶାର ବାଚସ୍ପତି ତଥା ରଣପୁର ନିର୍ବାଚନ ମଣ୍ଡଳୀ ବିଧାୟିକା ସୁରମା ପାଢ଼ୀ ଯୋଗଦେଇ ଉତ୍ସବର ଉଦ୍ଘାଟନ କରିଥିଲେ।  ଜିଲ୍ଲା ପରିଷଦ ସଦସ୍ୟା ଚିନ୍ମୟୀ ଦାଶ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲା ବେଳେ ସମ୍ମାନିତ ଅତିଥିଭାବରେ ଶରଣକୁଳ ଗ୍ରା.ପ.…

Read More

ବ୍ଲକ ସ୍ତରୀୟ ଗୀତାଆବୃତ୍ତି ପ୍ରତିଯୋଗିତା ଆୟୋଜିତ

ଓଡ଼ଗାଁ, (ନୟାଗଡ଼ ଦର୍ପଣ): ପ୍ରଜ୍ଞାନ ମିଶନ, ଓଡ଼ିଶା ଆନୁକୁଲ୍ୟରେ ଗୀତା ସୁଗୀତା କର୍ତବ୍ୟା କାର୍ଯକ୍ରମ ମାଧ୍ୟମରେ ଓଡ଼ଗାଁ ବ୍ଲକ ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, ସରଣକୁଳଠାରେ ଅନୁଷ୍ଠିତ ହୋଇଛି। ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟରୁ ଆସିଥିବା ତୃତୀୟ ଶ୍ରେଣୀ ଠାରୁ ସ୍ନାତକ ଡିଗ୍ରୀ ପର୍ଯ୍ୟନ୍ତ ଛାତ୍ର ଛାତ୍ରୀ ମାନେ  ଗୀତାର ଚତୁର୍ଥ ଅଧ୍ୟାୟର ଚାରୋଟି ବର୍ଗରେ ବିଭକ୍ତ ହୋଇ ଆବୃତ୍ତି କରିଥିଲେ। ଆୟୋଜିତ ଏହି ଉତ୍ସବରେ ଓଡ଼ଗାଁ ବ୍ଲକ ସଂଯୋଜକ  ଗୋବିନ୍ଦ ଚନ୍ଦ୍ର ସାହୁ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନପୂର୍ବକ ଉଦ୍ଘାଟନ କରିବା ସହ ସଭାପତିତ୍ବ କରିଥିଲେ। ବିଚାରକ ଭାବେ ଶିକ୍ଷୟିତ୍ରୀ ଲକ୍ଷ୍ମୀ ଚନ୍ଦନା ବିଶ୍ଵାଳ , ଶିକ୍ଷାବିତ୍ କେଦାର ଚନ୍ଦ୍ର ନାୟକ, ଡ: ସନ୍ତୋଷ କୁମାର ସାହୁ , ହେମନ୍ତ କୁମାର ପ୍ରଧାନ ଓ ଆଚର୍ଯ୍ୟା  ପ୍ରମୁଖ ଯୋଗଦେଇ ଗୀତାକୁ…

Read More

ରାଜ୍ୟ ସରକାରଙ୍କ ବିଫଳତା ଓ ବିଜେପିର ମିଥ୍ୟା ପ୍ରତିଶୃତିକୁ ପ୍ରସଙ୍ଗ କରି ମଇଦାନକୁ ଓହ୍ଲାଇବ ବିଜେଡି

ନୟାଗଡ଼, (ନୟାଗଡ଼ ଦର୍ପଣ): ରାଜ୍ୟ ସରକାରଙ୍କ ବିଫଳତା ଓ ବିଜେପିର ମିଥ୍ୟା ପ୍ରତିଶୃତିକୁ ପ୍ରସଙ୍ଗ କରି ବିଜେଡି ମଇଦାନକୁ ଓହ୍ଲାଇବ। ଜନସାଧାରଣଙ୍କୁ ଏ ବିଷୟରେ ସଚେତନ କରିବେ ଦଳୀୟ କର୍ମକର୍ତ୍ତା। ଆସନ୍ତା ଅକ୍ଟୋବର ମାସ ୩୦ ତାରିଖ ବୁଧବାର ଦିନ ଓଡ଼ଗାଁ ବିଜୁ ଜନତା ଦଳ ପକ୍ଷରୁ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହେବ। ଏନେଇ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ  ସ୍ଥାନୀୟ ଓଡ଼ଗାଁ ବ୍ଲକ ରୋଡ଼ ସ୍ଥିତ କଲ୍ୟାଣମଣ୍ଡପ ପରିସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଶେଷ କରି ଉକ୍ତ ପଦଯାତ୍ରା ରଘୁନାଥ ମନ୍ଦିର ପରିସରରୁ ବାହାରି ଖେଳପଡିଆ ସାହି ଦେଇ ଆମ୍ବତୋଟାଠାରେ ପହଞ୍ଚିବ ଓ ସେଠାରେ ଦଳୀୟ କର୍ମକର୍ତ୍ତାଙ୍କ ସମାବେଶ ଅନୁଷ୍ଠିତ ହେବ ବୋଲି ବୈଠକରେ ସ୍ଥିରୀକୃତ ହୋଇଛି। ଏହି ଅବସରରେ ବିଧାୟକ ସାହୁ ସାମାଜିକ ଗଣମାଧ୍ୟମକୁ ଅଧିକ ସକ୍ରିୟ…

Read More