ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଟାଉନଥାନା ପୁଲିସ ଏକ ସାଇକେଲ୍ ଚୋର ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି । ଟାଉନ ପୁଲିସ ୨୬ଟି ଚୋରା ସାଇକେଲ ଜବତ କରିବା ସହ ୪ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ନୟାଗଡ଼ ସଦରଥାନା ଅନ୍ତର୍ଗତ ବାଲୁଗାଁ ପଞ୍ଚାୟତ କଣ୍ଟାବଣିଆ ଗ୍ରାମର ଅଲେଖ ପ୍ରଧାନ ମୁଖ୍ୟ ଅଭିଯୁକ୍ତ ବୋଲି ପୁଲିସଠାରୁ ସୂଚନା ମିଳିଛି । ଅନ୍ୟ ଅଭିଯୁକ୍ତମାନେ ହେଲେ ସଦରଥାନା ଅନ୍ତର୍ଗତ କ୍ରିଦାଶପୁର ପଞ୍ଚାୟତ ଡିମିରିପାଟଣା ଗ୍ରାମର କୁମର ସାହୁ, ପ୍ରଶାନ୍ତ କୁମାର ନାୟକ, ବାଲୁଗାଁ ପଞ୍ଚାୟତ ନୂଆକଣ୍ଟାବଣିଆ ଗ୍ରାମର ହରେଶ ସ୍ବାଇଁ ଓରଫ ମନୁଆ ବୋଲି ସୂଚନା ମିଳିଛି। ଗତ ୧୧ ତାରିଖ ନୟାଗଡ଼ ସହର ଓଡଗାଁ ଛକ ଜିନିୟସ ସୋରୁମ ସାମ୍ନାରୁ ପ୍ରକାଶ ଚନ୍ଦ୍ର ଷଡ଼ଙ୍ଗୀଙ୍କ ଏକ ସାଇକେଲ ଚୋରୀ ହୋଇଥିଲା। ଏନେଇ ଥାନାରେ ଅଭିଯୋଗ ପରେ…
Read MoreCategory: ଓଡ଼ଗାଁ ବ୍ଲକ
ଓଡ଼ଗାଁ ବ୍ଲକ୍ ପାଇଁ ଗୌରବ ସାଜିଲେ ତମନ୍ନା ଓ ନୀଲମ୍
ଓଡ଼ଗାଁ,(ନୟାଗଡ଼ ଦର୍ପଣ): ଗତ ୧୧ ଓ ୧୨ ତାରିଖ ଦୁଇ ଦିନ ଧରି ନୟାଗଡ଼ ବ୍ରଜେନ୍ଦ୍ର ହାଇସ୍କୁଲ ପରିସରରେ ୩୩ତମ ଜିଲ୍ଲାସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ସେମିନାର୍ ଅନୁଷ୍ଠିତ ହୋଇଥିଲା।ଉକ୍ତ ପ୍ରଦର୍ଶନୀରେ ଜୁନିୟର ବିଭାଗରେ ସରକାରୀ ଉ.ପ୍ରା.ବିଦ୍ୟାଳୟ, ଦଣ୍ଡୋରର ଚତୁର୍ଥଶ୍ରେଣୀ ଛାତ୍ରୀ ତମନ୍ନା ପଟ୍ଟନାୟକ ଦ୍ୱିତୀୟ ସ୍ଥାନ ହାସଲ କରିଥିବାବେଳେ ବିଜ୍ଞାନ ସେମିନାରରେ ଓଡ଼ଗାଁ ଆଖୁପଦରସ୍ଥିତ ଆଦର୍ଶ ବିଦ୍ୟାଳୟର ଷଷ୍ଠଶ୍ରେଣୀ ଛାତ୍ରୀ ନୀଲମ୍ ପ୍ରିୟଦର୍ଶିନୀ ତୄତୀୟ ସ୍ଥାନ ହାସଲ କରି ସମଗ୍ର ଜିଲ୍ଲା ତଥା ଓଡ଼ଗାଁ ବ୍ଲକ୍ ପାଇଁ ଗୌରବ ଆଣିଛନ୍ତି।ନୀଲମ୍ ମାଣ୍ଡିଆର ପୌଷ୍ଟିକତା ଓ ଏହାର ଗୁରୁତ୍ୱ ସମ୍ପର୍କରେ ଚମତ୍କାର ଉପସ୍ଥାପନା କରିଥିବା ସହ ତମନ୍ନାଙ୍କ ପ୍ରକଳ୍ପ “ବିନା ବିଜୁଳିରେ ଜଳସେଚନ” ଦର୍ଶକମାନଙ୍କ ମନ ମୋହିଥିଲା।ଉଭୟଙ୍କ ଏହି ସଫଳତା ପାଇଁ ବିଦ୍ୟାଳୟ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମେତ ଓଡ଼ଗାଁ ବ୍ଲକ୍ ଶିକ୍ଷାଧିକାରୀ ଗୀତାଞ୍ଜଳି ସାହୁ,ଅତିରିକ୍ତ…
Read Moreଦଶପଲ୍ଲାକୁ ୭ ଦିନ ଭିତରେ ରେଳ ଚଲାଅ, କଂଗ୍ରେସର ଆନ୍ଦୋଳନ ଧମକ
ରେଲୱେ ଡିଆରଏମଙ୍କୁ ସ୍ମାରକପତ୍ର ଦେଲା କଂଗ୍ରେସ ନୟାଗଡ଼, (ନୟାଗଡ଼ ଦର୍ପଣ): ଦଶପଲ୍ଲାକୁ ରେଳ ଚଳାଇବା ପାଇଁ ଦଶପଲ୍ଲା ଜନସାଧାରଣଙ୍କ କ୍ରମାଗତ ଦାବୀକୁ କାର୍ଯ୍ୟକାରୀ କରିବା ପାଇଁ ମୋଦି ସରକାରଙ୍କ ଅବହେଳା ପ୍ରତିବାଦରେ କଂଗ୍ରେସ ଆନ୍ଦୋଳନ ଧମକ ଦେଇଛି। ଆଜି ଜଟଣୀ ସ୍ଥିତ ରେଲୱେ ଡିଆରଏମ ଏଚ.ଏସ. ବାଜ୍ୱାଙ୍କୁ ଏନେଇ ଜିଲ୍ଲା କଂଗ୍ରେସ ପକ୍ଷରୁ ୭ଦିନ ମଧ୍ୟରେ ଦଶପଲ୍ଲା କୁ ରେଳ ଚଳାଚଳ କରିବା ପାଇଁ ଚେତାବନୀ ଦିଆଯାଇଛି। ଯଦି ୭ ଦିନ ଭିତରେ ରେଳ ଚଳାଚଳ ନହୁଏ ତେବେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ କଂଗ୍ରେସ କାର୍ଯ୍ୟକର୍ତା ମାନେ ମହୀପୁର ଏବଂ କୋରଡ଼ା ରେଳ ଷ୍ଟେସନରେ ବିକ୍ଷୋଭ ପ୍ରଦର୍ଶନ କରି ପ୍ରଧାନମନ୍ତ୍ରୀ ମୋଦି, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୁଶପୁତ୍ତଳିକା ଦାହ କରାଯିବ ବୋଲି ଜିଲ୍ଲା କଂଗ୍ରେସ ସଭାପତି ଆଇନଜୀବୀ ରଣଜିତ ଦାଶ…
Read Moreଶିକ୍ଷାନୁଷ୍ଠାନ ଚାଣ୍ୟକ ଏକାଡେମୀର ବାର୍ଷିକ ଉତ୍ସବ
ଓଡ଼ଗାଁ, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଗୋଡିପଡା ଠାରେ ପ୍ରତିଷ୍ଠିତ +୨ କଳା ଓ ବିଜ୍ଞାନ ଶିକ୍ଷାନୁଷ୍ଠାନ ଚାଣ୍ୟକ ଏକାଡେମୀର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶିକ୍ଷାବିତ ଦୀନବନ୍ଧୁ ମହାପାତ୍ର ଙ୍କ ପୌରହିତରେ ଅନୁଷ୍ଠିତ ଉତ୍ସବରେ ଅଧ୍ୟାପକ ସରୋଜ କୁମାର ରଥ ବଉଳିସାହି କଲେଜ ମୁଖ୍ୟଅତିଥି, ସମାଜସେବୀ ଶିକ୍ଷାବିତ ପରମାନନ୍ଦ ସ୍ୱାଇଁ,ଶିକ୍ଷାବିତ ବିଭୁପ୍ରସାଦ ସାହୂ ,ସୁନାମଧନ୍ୟ ଶିକ୍ଷକ ପ୍ରିୟରଞ୍ଜନ ସାମନ୍ତ ସିଂହାର ସଂମାନିତ ଅତିଥିଭାବରେ ଯୋଗଦେଇ ଛାତ୍ରଛାତ୍ରୀ ମାନକୁ ଉତ୍ତମ ଶିକ୍ଷାଲାଭ କରି ସମାଜ ଗଠନରେ ବ୍ରତୀ ହେବାକୁ ପରାମର୍ଶ ଦେଇଥିଲେ ।ଅତିଥିମାନଙ୍କ ଦ୍ୱାରା ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପୁଷ୍ପମାଲ୍ୟ ପ୍ରଦାନ ସହିତ ପ୍ରଦୀପ ପ୍ରଜ୍ଜ୍ଵଳନ କରି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବରେ ଉଦ୍ଘାଟନ କରାଯାଇଥିଲା ।ଅନୁଷ୍ଠାନର ଉପଦେଷ୍ଟା ରାଜେଶ କୁମାର ଷଡଙ୍ଗୀ ଅତିଥିମାନଙ୍କ ପରିଚୟ ପ୍ରଦାନ ସହିତ ଅତିଥିମାନଙ୍କୁ ପୁଷ୍ପଗୁଚ୍ଛ ଉତରୀୟ…
Read Moreଓ.ଏସ.ଇ.ଏଫ.ଡ଼ି ନୟାଗଡ଼ ଶାଖା ପକ୍ଷରୁ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ
ରାଜସୁନାଖଳା,(ନୟାଗଡ଼ ଦର୍ପଣ): ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରସନ ଫର ଦିବ୍ୟାଙ୍ଗ ନୟାଗଡ଼ ଶାଖା ପକ୍ଷରୁ ରାଜସୁନାଖଳା ଠାରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳନ କରାଯାଇଛି। ଦିବ୍ୟାଙ୍ଗ ବିଦ୍ୟାର୍ଥୀମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ଏହି ଦିବସର ମୂଳ ଲକ୍ଷ୍ୟ। ଦିବ୍ୟାଙ୍ଗ ବିଦ୍ୟାର୍ଥୀମାନଙ୍କୁ ଏକତ୍ରିତ କରି ତାଙ୍କ ସହ ଓଏସଇଏଫଡ଼ି ସଂଘର କାର୍ଯ୍ୟକର୍ତ୍ତା କିଛି ସମୟ ବିତାଇବା ଦ୍ବାରା ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନେ ଖୁସି ପ୍ରକଟ କରିଥିଲେ। ଏହି ଦିବସକୁ ଓଡ଼ିଶା ସରକାର ରାଜ୍ୟସାରା ବହୁ ଆଡ଼ମ୍ବରରେ ପାଳନ କରୁଛନ୍ତି, କିନ୍ତୁ ସମସ୍ତ ସାଧାରଣ ବିଦ୍ୟାଳୟରେ ଦିବ୍ୟାଙ୍ଗ ବିଦ୍ୟାର୍ଥୀମାନେ ଶିକ୍ଷା ଗ୍ରହଣ କରୁଥିଲେ ମଧ୍ୟ ତାଙ୍କ ପାଇଁ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞାପନ ଆଜି ପର୍ଯ୍ୟନ୍ତ ରାଜ୍ୟ ସରକାର ବାହାର କଲେ ନାହିଁ। ଏହି ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ପାଇଁ ମାନ୍ୟବର ସୁପ୍ରିମକୋର୍ଟଙ୍କ…
Read Moreବିଜେଡ଼ିରେ ସାମିଲ ହେଲେ ଇକିରି ପଞ୍ଚାୟତ ବିଜେପି ନେତା ଓ କର୍ମୀ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିଜେଡି ଦିନକୁ ଦିନ ଶକ୍ତିଶାଳୀ ହେଉଛି । ବିରୋଧି ଦଳର ଅନ୍ତକନ୍ଦଳ ପାଇଁ ପ୍ରମୂଖ ନେତା ଓ କର୍ମୀ ବିଜୁ ଜନତା ଦଳରେ ସାମିଲ ହେଉଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଓ ଆଦର୍ଶ ତଥା ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ବିକାଶ ମୂଳକ ଚିନ୍ତାଧାରାକୁ ନେଇ ବିରୋଧି ନେତା ଓ କର୍ମୀ ବିଜୁ ଜନତା ଦଳରେ ସାମିଲ ହେଉଛନ୍ତି । ନୟାଗଡ଼ ବ୍ଲକ ଇକିରି ପଞ୍ଚାୟତର ପ୍ରମୂଖ ବିରୋଧି ନେତୃତ୍ୱ ଓ କର୍ମୀମାନେ ଆଜି ବିଜେଡିରେ ସାମିଲ ହୋଇଛନ୍ତି । ଇକିରି ପଞ୍ଚାୟତ ପ୍ରମୂଖ ନେତା ସୁଶାନ୍ତ କୁମାର ଦାସ ଏବଂ ୩୯ ଜଣ କର୍ମୀ ବିଜେଡିରେ ମିଶିଛନ୍ତି । ସେମାନଙ୍କ ମଧ୍ୟରେ ଶୁଦର୍ଶନ ପ୍ରଧାନ, ଶୁରେଶ କୁମାର ବେହେରା, ଶ୍ୟାମ ସୁନ୍ଦର ପରିଡା,…
Read Moreସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗୀତା ପାଇଁ ପ୍ରସ୍ତୁତି ବୈଠକ
ନୟାଗଡ଼,(ନୟାଗଡ଼ ଦର୍ପଣ): ଆସନ୍ତା ଡିସେମ୍ବର ୩ ତାରିଖ ରବିବାରଠାରୁ ଆରମ୍ଭ ହେବାକୁ ଯାଉଥିବା ଭକ୍ତି ସଙ୍ଗୀତ ପ୍ରତିଯୋଗିତା ଉପଲକ୍ଷ୍ୟେ ଏକ ପ୍ରସ୍ତୁତି ବୈଠକ ନୟାଗଡ଼ ସଙ୍ଗୀତଧାରା ପକ୍ଷରୁ ମହର୍ଷି ବିଦ୍ୟାମନ୍ଦିର ଖେଳ ପଡ଼ିଆଠାରେ ଅନୁଷ୍ଠିତ ହୋଇ ଯାଇଛି । ଅନୁଷ୍ଠାନର ସଭାପତି ଡ.ବିଜୟ ଚୌଧୁରୀଙ୍କ ପୌରହିତ୍ୟରେ ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ସମ୍ପାଦକ କଣ୍ଠଶିଳ୍ପୀ ପ୍ରଶାନ୍ତ ଦାଶ ସଙ୍ଗୀତଧାରା ଭକ୍ତିସଙ୍ଗୀତ ପ୍ରତିଯୋଗିତାର ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା କରିଥିଲେ । ସୁରଗନ୍ଧର୍ବ ନବକିଶୋର ମିଶ୍ର,ଗୁରୁ ପ୍ରଭାତ ଦାଶ,ରଜନୀକାନ୍ତ ମହାପାତ୍ର,ନିର୍ମଳ ଶୂରଦେଓ,ପ୍ରଦୀପ ସାହୁ,ଲକ୍ଷ୍ମୀଧର ସାହୁ,ପ୍ରଦୀପ୍ତ ରଥ,ଡ.ଆଶୁତୋଷ ମହାପାତ୍ର,ସ୍ୱପ୍ନେଶ୍ୱର ଜେନା,ବିଜୟାନନ୍ଦ ମହାପାତ୍ର,ଗୋପୀନାଥ ସେଠୀ,ଲକ୍ଷ୍ମୀଧର ମହାପାତ୍ର,ପ୍ରଶାନ୍ତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ପ୍ରତିଯୋଗିତାର ବିଭିନ୍ନ ନିୟମାବଳୀ ସମ୍ପର୍କରେ ଆଲୋଚନା କରି ଚୂଡ଼ାନ୍ତ ନିଷ୍ପତ୍ତି ଗ୍ରହଣ କରିଥିଲେ । ନିଷ୍ପତ୍ତି ମୁତାବକ ଏହି ପ୍ରତିଯୋଗୀତାରେ ୧୪ରୁ ୨୪ବର୍ଷ ବୟସର ଉଭୟ ପୁଅ ଝିଅ ଅଂଶ…
Read Moreନୟାଗଡ଼ରେ ବିଜେଡି ଯୁବ ଓ ଛାତ୍ର କର୍ମଶାଳା
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ଆଜି ବିଜୁ ଯୁବ ଓ ଛାତ୍ର ସଂଗଠନକୁ ନେଇ ଏକ କର୍ମଶାଳା ତଥା ମୁଁ ବି ହେବି ନବୀନ ଓଡ଼ିଶାର ସାରଥି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ତତ୍ୱାବଧାନ ତଥା ଯୁବ ବିଜେଡି ଜିଲ୍ଲା ସଭାପତି ଦୁର୍ଯ୍ୟୋଧନ ବେହେରା, ଛାତ୍ର ବିଜେଡି ଜିଲ୍ଲା ସଭାପତି ନୀଳମାଧବ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କର୍ମଶାଳାରେ ବିଜେଡି ରାଜ୍ୟ ଛାତ୍ର ସଭାପତି ତଥା ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ଯୋଗ ଦେଇ ନବୀନ ଓଡ଼ିଶାର ସାରଥି ହେବା ପାଇଁ ଛାତ୍ର ଓ ଯୁବକମାନଙ୍କୁ ଆହ୍ୱାନ ଦେଇଥିଲେ । ଛାତ୍ର ସଂଗଠନକୁ ତୃଣମୂଳ ସ୍ତରରୁ ମଜବୁତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଯୁବ ବିଜେଡି ରାଜ୍ୟ ସଭାପତି ତଥା ଚାନ୍ଦବାଲି…
Read Moreଓଡ଼ଗାଁ କଲେଜରେ ରକ୍ତଦାନ ଶିବିର: ୧୨୦ ୟୁନିଟ ରକ୍ତ ସଂଗ୍ରହ
ଓଡଗାଁ, (ନୟାଗଡ଼ ଦର୍ପଣ): ରଘୁନାଥ ସମବାୟ ମହାବିଦ୍ୟାଳୟ ଓଡ଼ଗାଁ ଓ ଜୀବନ ବିନ୍ଦୁ ଆନୁକୂଲ୍ୟରେ ନୂଆ-ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ମାଧ୍ୟମରେ କଲେଜ ପରିସରରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।ଶିବିରରେ ମୋଟ ୧୨୦ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା।ଶିବିରରେ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବାବେଳେ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ,ତହସିଲଦାର ମାନସ ରଞ୍ଜନ ଭୋଇ,ବିଡ଼ିଓ ଜିତେନ୍ଦ୍ର କୁମାର ନାୟକ,କଲେଜ ଅଧ୍ୟକ୍ଷ ରାଜକିଶୋର ସାହୁ,ପରିଚାଳନା ପରିଷଦ ସଭାପତି ସୁରେଶ ଚନ୍ଦ୍ର ହୋତା,ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ସୁଧାଂଶୁ ଶେଖର ବେହେରା,ଜିଲ୍ଲା ପରିଷଦ ସଭ୍ୟା ବିରଜାଲକ୍ଷ୍ମୀ ସାହୁ,ଝିଲି ପ୍ରଧାନ, ସରପଞ୍ଚ ସସ୍ମିତା ପାତ୍ର,ସୁଶ୍ରୀ ଶ୍ରାବଣୀ ବିଶ୍ୱାଳ ଯୋଗ ଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ।ଡ଼ ନରେଶ କୁମାର ନାୟକ ରକ୍ତ ପରୀକ୍ଷା କରିଥିବାବେଳେ ନୟାଗଡ଼ ରକ୍ତ…
Read Moreଓଡ଼ଗାଁ କଲେଜରେ ନୂତନ ସ୍ମାର୍ଟ ଶ୍ରେଣୀ ଗୃହ ଓ ପାନୀୟ ଜଳ ବିତରଣ କେନ୍ଦ୍ର ଉଦଘାଟିତ
ଓଡ଼ଗାଁ, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓଡ଼ଗାଁ ରଘୁନାଥ ସମବାୟ ମହାବିଦ୍ୟାଳୟ ପରିସରରେ ୧ କୋଟି ୫୦ ଲକ୍ଷ ବ୍ୟୟ ଅଟକଳରେ ନୂତନ ଅତିରିକ୍ତ ସ୍ମାର୍ଟ ଶ୍ରେଣୀ ଗୃହ ଓ ୧୨ ଲକ୍ଷ ବ୍ୟୟ ଅଟକଳରେ ନିର୍ମିତ ନୂତନ ପାନୀୟ ଜଳ ବିତରଣ କେନ୍ଦ୍ର ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁଙ୍କ କରକମଳରେ ଉଦଘାଟିତ ହୋଇଯାଇଛି।ମହାବିଦ୍ୟାଳୟ ପରିଚାଳନା ପରିଷଦ ସଭାପତି ସୁରେଶ ଚନ୍ଦ୍ର ହୋତାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦଘାଟନୀ ଉତ୍ସବରେ ନୟାଗଡ଼ ବିଧାୟକ ଡ଼ ସାହୁ ମୁଖ୍ୟ ଅତିଥିରୂପେ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥିରୂପେ ବିଡ଼ିଓ ଜିତେନ୍ଦ୍ର କୁମାର ନାୟକ, ତହସିଲଦାର ମାନସ ରଞ୍ଜନ ଭୋଇ,ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଦୁଃଶାସନ ସ୍ୱାଇଁ,ଓଡ଼ଗାଁ କଲେଜ ଅଧ୍ୟକ୍ଷ ରାଜକିଶୋର ସାହୁ,ସରକାରୀ ବହୁବୃତ୍ତି ଶିକ୍ଷାନୁଷ୍ଠାନ ଅଧ୍ୟକ୍ଷ ସୁର୍ଯ୍ୟମଣି ସାହୁ,ପୂର୍ବତନ ସରପଞ୍ଚ ଦିବାକର ନାୟକ ପ୍ରମୁଖ…
Read More