ଆନ୍ତର୍ଜାତୀକ ନିଶା ସେବନ ଓ ଅବୈଧ ଚାଲାଣ ବିରୋଧୀ ଦିବସ ପାଳିତ

ନୟାଗଡ,(ନୟାଗଡ଼ ଦର୍ପଣ): ମାଦକ ଦ୍ରବ୍ୟ ଅପବ୍ୟବହାର ଓ ଏହାର ଅବୈଧ ଚାଲାଣ ଉପରେ ନୟାଗଡ଼ରେ ଏକ ସଚେତନତା ରାଲି ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଜଗନ୍ନାଥ ମନ୍ଦିର ଠାରେ ଅତିରିକ୍ତ ଜିଲ୍ଲାପାଳ ପତାକା ଦେଖାଇ ଶୁଭ ଉଦଘାଟନ କରିଥିବା ବେଳେ ଏହି ରାଲି ବଜାର ସହ ମୁଖ୍ୟ ଟ୍ରାଫିକ ଛକ ପର୍ଯ୍ୟନ୍ତ ସଚେତନତା ରାଲି ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲା। ଜିଲ୍ଲାପାଳଙ୍କ ସଦଭାବନା ଗୃହରେ ଏହି ଦିବସ ପାଳନର ଉଦ୍ଦେଶ୍ୟ ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଉପସ୍ଥିତ ଅତିଥିମାନେ ନିଶା ସେବନ ଦ୍ୱାରା କେବଳ ଯେ ସେବନକାରୀ ତଳିତଳାନ୍ତ ହୁଏ ତା ନୁହେଁ, ତାର ପରିବାର ମଧ୍ୟ ଆର୍ଥିକ ଓ ମାନସିକ ଦୁର୍ଗତି ର ଶିକାର ହୁଅନ୍ତି। ସମାଜ ଉପରେ ମଧ୍ୟ ପ୍ରଭାବ ପଡେ। ଯାହା ସେବନ କଲେ ମନୁଷ୍ୟ ର ଶରୀର,…

Read More

ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପ୍ରଶମନ ପରିଚାଳନା କମିଟି ବୈଠକ

ନୟାଗଡ଼,(ନୟାଗଡ ଦର୍ପଣ): ଜିଲ୍ଲା ପରିଷଦର ସୃଜନ ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ ଦିଲିପ କୁମାର ବଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ବିପର୍ଯ୍ୟୟ ପ୍ରଶମନ କମିଟିି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ନୟାଗଡ଼ ବିଧାୟକ ଡଃ ଅରୁଣ କୁମାର ସାହୁ, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦର ସଭାପତି ଇଂ. ଦେବାଶିଷ ପଟ୍ଟନାୟକ, ରଣପୁର ବିଧାୟିକା ତଥା ଓଡ଼ିଶା ବିଧାନସଭାର ବାଚସ୍ପତିଙ୍କ ପ୍ରତିନିଧି ଅଭିଷେକ ସାମନ୍ତରାୟ, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ତାପତିରାଜ୍‌ ଏବଂ ସମସ୍ତ ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ । ପ୍ରାରମ୍ଭରେ ମଞ୍ଚାସିନ ସମସ୍ତ ଅତିଥିମାନଙ୍କୁ ଫୁଲତୋଡ଼ା ଓ ଉତ୍ତରୀୟ ପ୍ରଦାନ ପୂର୍ବକ ସ୍ୱାଗତ କରାଯାଇଥିଲା । କାର୍ଯ୍ୟସୂଚୀ ଅନୁଯାୟୀ ବିଭିନ୍ନ ବିଭାଗ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା କରିବା ପାଇଁ…

Read More

ନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଶ୍ଵ ଯୋଗଦିବସ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଶରଣକୁଳ ସ୍ଥିତ ନାରାୟଣ ହାଇସ୍କୁଲ ରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି।ଏହି ଦିବସରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ କାଞ୍ଚନ ଷଡ଼ଙ୍ଗୀ ବିଭିନ୍ନ ପ୍ରକାର ଯୋଗାସନ କରିବା ଦ୍ୱାରା ସୁସ୍ଥ ଜୀବନ ମାନସିକ ଶାନ୍ତି ଓ ଏକାଗ୍ରତା ପାଇଁ ଯୋଗ କରିବାକୁ ବାର୍ତ୍ତା ଦେଇଛନ୍ତି।ବିଦ୍ୟାଳୟ ର ଏନସିସି ଅଫସର ଶ୍ରୀ ରଶ୍ମିରଞ୍ଜନ ମିଶ୍ର ଆଜିର ଦିବସ ରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇବା ସହ ସମସ୍ତେ ପ୍ରାଣାୟମ କରନ୍ତୁ ଏବଂ ସୁସ୍ଥ ରୁହନ୍ତୁ ବୋଲି ବକ୍ତବ୍ୟ ରଖିଛନ୍ତି।ଏହି ଅବସର ରେ ୫୦ ଏନ.ସି.ସି କ୍ୟାଡେଟଙ୍କ ସହ ୪୦୦ରୁ ଅଧିକ ଛାତ୍ରଛାତ୍ରୀ ଯୋଗ ଦେଇଥିବା ବେଳେ ବିଦ୍ୟାଳୟର କ୍ରୀଡା ପ୍ରଶିକ୍ଷକ ଦାମୋଦର ସାହୁଙ୍କ ଦ୍ଵାରା ବିଭିନ୍ନ ପ୍ରକାରର ଯୋଗ ଶିକ୍ଷା ଦିଆଯାଇଛି। ଆଜିର ଯୋଗ ଦିବସରେ ବିଦ୍ୟାଳୟର…

Read More

ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଶ୍ବ ଯୋଗ ଦିବସ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଶ୍ବ ଯୋଗ ଦିବସ ପାଳିତ ହୋଇଯାଇଛି। ମଣିଷ ସୁସ୍ଥ ସବଳ ତଥା କର୍ମଠ ରହିବାରେ ଶାରିରୀକ ପରିଶ୍ରମ ବିଶେଷ କରି ଯୋଗ ପ୍ରାଣାୟମ ଏକ ମହୋଷଧି ପରି। ପୁରାତନ ଯୁଗରେ ଭେଷଜ ବିଦ୍ୟାର ଆବିଷ୍କାର ହୋଇନଥିବା ବେଳେ ତଥାପି ମଣିଷ ସୁସ୍ଥ ସବଳ ଜୀଵନ ଯାପନ କରୁଥିଲା। ତାହାର ଏକମାତ୍ର ଉପାୟ ଥିଲା ଯୋଗବିଦ୍ୟା। ଏପରିକି ବଡ଼ ବଡ଼ ବ୍ୟାଧି ଯୋଗ ମାଧ୍ୟମରେ ଭଲ ହେଉଥିଲା। ବିଶେଷ କରି ବନ ବିଦ୍ୟାଳୟ ତଥା ଗୁରୁ ଆଶ୍ରମରେ ଯୋଗଶିକ୍ଷା ପାଠ ଖସଡ଼ାର ଏକ ଅଂଶବିଶେଷ ଥିଲା। ସମଗ୍ର ବିଶ୍ଵରେ ଯଦି ଯୋଗ ଉପରେ ଆଲୋକପାତ କରାଯାଏ ତେବେ ଯୋଗର ଉତ୍ପତ୍ତି ଭାରତ ବର୍ଷରୁ ହୋଇଥିଲା। ଧୀରେ ଧୀରେ ଯୋଗକୁ ସମଗ୍ର ବିଶ୍ବ ସୁସ୍ଥ ଜୀଵନ ବଞ୍ଚିବାର ମାଧ୍ୟମ ବୋଲି…

Read More

କୃଷକଙ୍କୁ ଦିଆଗଲା ପ୍ରଧାନମନ୍ତ୍ରୀ କୃଷକ ନିଧି ଯୋଜନାର ୧୭ତମ କିସ୍ତି

ନୟାଗଡ଼, (ନୟାଗଡ଼ ଦର୍ପଣ): ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ କୃଷକ ନିଧି ଯୋଜନାର ୧୭ତମ କିସ୍ତି ଅଧିନରେ ଆଜି ୯କୋଟି ୨୬ଲକ୍ଷ ହିତାଧିକାରୀଙ୍କୁ ୨୦ହଜାର କୋଟି ଟଙ୍କା ଦେଶର କୃଷକମନଙ୍କ ଖାତାକୁ ସ୍ଥାନାନ୍ତର ଉତ୍ତର ପ୍ରଦେଶର ବାରାଣାସୀରୁ ସିଧାପ୍ରସାରଣର କାର୍ଯ୍ୟକ୍ରମ କୃଷି ବିଜ୍ଞାନ କେନ୍ଦ୍ର, ପାଣିପୋଇଲା ଠାରେ ଅନୁଷ୍ଠିତ ହୋଇଥିଲା ଏଠାରେ ରାଜ୍ୟ ପଂଚାୟତିରାଜ୍ ଓ ପାନୀୟ ଜଳ ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ରବିନାରାୟଣ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ, କୃଷକମାନଙ୍କ ଉନ୍ନତି ନିମନ୍ତେ କୃଷକମାନଙ୍କ କ୍ଷେତକୁ ପାଣି,ଆଖୁଚାଷର ଉନ୍ନତି ଉପରେ ଆମ ସରକାର ଧ୍ୟାନ ଦେବ। ରଣପୁରର ମାନ୍ୟବର ବିଧାୟିକା ଶ୍ରୀମତୀ ସୁରମା ପାଢ଼ୀ କହିଲେ ଯେ, ସ୍ୱାମିନାଥନ୍ କମିଟି ଦେଇଥିବା ସୁପାରିଶ ଅନୁସାରେ ଧାନର ସହାୟକ ମୂଲ୍ୟ ୩୧୦୦ଟଙ୍କାକୁ ବୃଦ୍ଧି କରିବା ପାଇଁ ପ୍ରଥମ…

Read More

ଜିଲ୍ଲାସ୍ତରୀୟ ଟେବୁଲ ଟପ୍ ପ୍ରୟୋଗାତ୍ମକ ଅଭ୍ୟାସ

ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଜିଲ୍ଲାପାଳ ଶ୍ରୀମତୀ ସ୍ୱଧା ଦେବ ସିଂଙ୍କ ଅଧ୍ୟକ୍ଷତାରେ ଏବଂ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଶ୍ରୀ ଦିଲିପ କୁମାର ବଳଙ୍କ ସଂଯୋଜନାରେ ବିପର୍ଯ୍ୟୟ ପରିଚାଳନା ଉପରେ ଜିଲ୍ଲାସ୍ତରୀୟ ଟେବୁଲ ଟପ୍ ପ୍ରୟୋଗାତ୍ମକ ଅଭ୍ୟାସ ନିମନ୍ତେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବଳ ଉପସ୍ଥିତ ସମସ୍ତ ଅଧିକାରୀମାନଙ୍କୁ ସ୍ୱାଗତ ଜଣାଇବା ସହ ଜିଲ୍ଲାପାଳ ଶ୍ରୀମତୀ ସିଂଙ୍କୁ ଆଜିର କାର୍ଯ୍ୟକ୍ରମ ଉପରେ ତାଙ୍କର ପ୍ରାରମ୍ଭିକ ବକ୍ତବ୍ୟ ରଖିବା ପାଇଁ ଅନୁରୋଧ କରିଥିଲେ । ଜିଲ୍ଲାପାଳ ଶ୍ରୀମତୀ ସିଂ ତାଙ୍କ ବକ୍ତବ୍ୟରେ କହିଲେ ଯେ, ପ୍ରତି ବର୍ଷ ପ୍ରାକ୍ ମୌସୁମୀରେ ବିପର୍ଯ୍ୟୟ ମୁକାବିଲା ପାଇଁ ବିଭାଗୀୟ ଅଧିକାରୀ ଏବଂ ବିଭିନ୍ନ ବର୍ଗର ସମାଜସେବୀଙ୍କୁ ନେଇ ଏକ ମକ୍‌ଡ୍ରିଲ(ମିଛ ଅଭିନୟ) କରାଯାଏ । ଏଥିପାଇଁ ଆଜି ଜିଲ୍ଲାସ୍ତରରେ ଦିବା ୧୦ଘଟିକା ଠାରୁ…

Read More

ବିଧାୟକ ଅରୁଣଙ୍କ କୃତଜ୍ଞତା ସଭା

ନୟାଗଡ଼, (ନୟାଗଡ଼ ଦର୍ପଣ): ୨୦୨୪ ସାଧାରଣ ନିର୍ବାଚନ ପରେ ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ପ୍ରଥମ ସଭା ଅନୁଷ୍ଠିତ ହୋଇଛି । ନୟାଗଡ଼ ନିର୍ବାଚନ ମଣ୍ଡଳୀରୁ ପଞ୍ଚମ ଥର ପାଇଁ ଡ. ଅରୁଣ କୁମାର ସାହୁ ବିଧାୟକ ନିର୍ବାଚିତ ହୋଇଛନ୍ତି । ଏହି ଅବସରରେ ଆଜି ପୂର୍ବାହ୍ନରେ ଅନୁଷ୍ଠିତ କୃତଜ୍ଞତା ସଭାରେ ନୟାଗଡ଼ ବ୍ଲକ ଓ ପୈାରଞ୍ଚଳ ହଜାର ହଜାର କର୍ମୀ ଯୋଗ ଦେଇଥିଲେ । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଏବଂ ସହ ପର୍ଯ୍ୟବେକ୍ଷକ ଇରାନୀ ରାୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହି ଅବସରରେ ନୟାଗଡ଼ ବିଧାୟକ ନିର୍ବାଚନ ଫଳାଫଳ ସମୀକ୍ଷା କରିବା ସହ ଦଳୀୟ କର୍ମୀଙ୍କୁ ଉତ୍ସାହିତ କରିଥିଲେ। ସମାଜ ସେବାର ବିଜୟ ଉତ୍ସବ ନଥାଏ। ଜନସାଧାରଣଙ୍କ ସେବା, ରାଜ୍ୟ ଓ ଦେଶର ପ୍ରଗତି ପାଇଁ କାମ କରିବା ହେଉଛି…

Read More

ସମ୍ବର୍ଦ୍ଧନା ପରିବାର ‘ସମ୍ବର୍ଦ୍ଧନା ସଭା ଓ କବିତାପାଠ” କାର୍ଯ୍ୟକ୍ରମ ଅନୁଷ୍ଠିତ

ଓଡଗାଁ, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଶରଣକୁଳ ସର୍କଲ ଅଧିନସ୍ଥ ସମସ୍ତ ବିଦ୍ୟାଳୟର ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଏ-୧ ଗ୍ରେଡ ପାଇଥିବା ଛାତ୍ରଛାତ୍ରୀ ଙ୍କୁ ମେଧା ସମ୍ମାନ ସ୍ୱରୂପ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା ।ଶରଣକୁଳ ର ଅଗ୍ରଣୀ ସାହିତ୍ୟ ଓ ସଂସ୍କୃତି ଅନୁଷ୍ଠାନ ସମ୍ବର୍ଦ୍ଧନା ପରିବାର ଦ୍ୱାରା ମୋ ଗାଁ ମୋ ଲେଖା କାର୍ଯ୍ୟକ୍ରମରେ ପ୍ରତିଷ୍ଠାତା ସଦସ୍ୟ ଗୋଦାବରୀ ବସନ୍ତିଆ ଓ ଦୀନବନ୍ଧୁ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଓ ସଭାପତି ନିରାକାର ସ୍ବାଇଁଙ୍କ ଅଧକ୍ଷତାରେ ଏକ ସମ୍ବର୍ଦ୍ଧନା ସଭା ଓ କବିତାପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ପବ୍ଲିକ ସ୍କୁଲର ଛାତ୍ରୀ ସ୍ୱାଗତିକା ସାହୁ, ପ୍ରିୟଙ୍କା ବସନ୍ତିଆ, ଦଧିବାମନ ଜୀଉ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ପୂଜା ପାତ୍ର ଓ ତୁଳସୀ ବରାଡ ,ସୋଲାପଟ। ସରକାରୀ ଉଚ୍ଚ ବିଦ୍ୟାଳୟର…

Read More

ଭଞ୍ଜ ଜୟନ୍ତୀ ପାଳନ ପ୍ରସ୍ତୁତି ବୈଠକ

ନୟାଗଡ଼(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଳକ ଅନ୍ତର୍ଗତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସିଦ୍ଧି ଓ ସାଧନାର କ୍ଷେତ୍ର ନୂଆଗାଁ ବ୍ଳକ ଅନ୍ତର୍ଗତ ମାଳିସାହି ଗତିଶ୍ବରଙ୍କ ପୀଠରେ ଭଞ୍ଜ ଜୟନ୍ତୀ ଉତ୍ସବ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉପେନ୍ଦ୍ର ଭଞ୍ଜ ସାହିତ୍ୟ ଓ ସଂସ୍କୃତି ପରିଷଦର ସଭାପତି କୃଷ୍ଣ ଚନ୍ଦ୍ର ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ବୈଠକରେ ଗତବର୍ଷ ଭଞ୍ଜ ଜୟନ୍ତୀ ଉତ୍ସବର ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇ ଏହାର ସାଫଲ୍ୟତା ନେଇ ସଭା ଖୁସି ପ୍ରକଟ କରିଥିଲା।ତେବେ ଜୟନ୍ତୀ ଉତ୍ସବକୁ ଅଧିକ ଉତ୍ସବ ମୂଖର ତଥା ଭଞ୍ଜଙ୍କ ଏହି ଅନାଲୋଚିତ ସାଧନାର ପୀଠକୁ ପ୍ରଚାର ପ୍ରସାର କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଚଳିତ ଭଞ୍ଜ ଜୟନ୍ତୀ ଉତ୍ସବ ଆସନ୍ତା ଜୁନ ୧୦ ତାରିଖରେ ପାଳନ କରାଯିବା ସହ ଉତ୍ସବକୁ…

Read More

ଶତପ୍ରତିଶତ ରେଜଲ୍ଟ କରି ନୟାଗଡ଼ ପାଢ଼ି ଟ୍ୟୁଟରିଆଲର ସଫଳତା

ନୟାଗଡ଼,(ନୟାଗଡ଼ ଦର୍ପଣ): ଚଳିତ ବର୍ଷ ଗୋଟିଏ ଦିନରେ ଏକା ଥରକେ ପ୍ରକାଶ ପାଇଲା ମ୍ୟାଟ୍ରିକ, +୨ ବିଜ୍ଞାନ, କଳା, ବାଣିଜ୍ୟ ପରୀକ୍ଷା ଫଳ । ଏଥିରେ ନୟାଗଡ଼ର ସର୍ବ ପୁରାତନ ଅନୁଷ୍ଠାନପାଢ଼ି ଟ୍ୟୁଟରିଆଲର ଛାତ୍ରଛାତ୍ରୀମାନେ ଅଦ୍ଭୁତ ପୂର୍ବ ସଫଳତା ହାସଲ କରିଛନ୍ତି। ଶତପ୍ରତିଶତ ରେଜଲ୍ଟ ହୋଇଥିବା ବେଳେ ସମସ୍ତ ଛାତ୍ରଛାତ୍ରୀ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସର୍ବାଧ‌ିକ ୬ ଜଣ ଏ-୧ (୯୦% ରୁ ଅଧିକ) ମାର୍କ ରଖୁଛନ୍ତି । ୫୦୦ ବା ତାଠାରୁ ଅଧ‌ିକ ବର୍ଗରେ ୩୭ ଜଣ ଏବଂ ୮୦% ରୁ ଅଧିକ ବର୍ଗରେ ୬୧ ଜଣ ରହିଛନ୍ତି । ଏହି ସଫଳତା ପାଇଁ ନୟାଗଡ଼ ପାଢ଼ୀ ଟ୍ୟୁଟୋରିଆଲରେ ଖୁସିର ଲହରୀ ଖେଳି ଯାଇଛି । ବିଜିତେନ୍ଦ୍ରିୟ ଦାସ ଏବଂ ସାଇ ପ୍ରସାଦ ନନ୍ଦ ଉଭୟ ୫୫୦ ମାର୍କ ରଖି…

Read More