ନାରାୟଣ ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ଦକ୍ଷତା ଦିବସ ୨୦୨୫ପାଳିତ

ନୟାଗଡ, (ନୟାଗଡ଼ ଦର୍ପଣ): ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟ ଆନୁକୁଲ୍ୟରେ ଶରଣକୂଳ ସ୍ଥିତ ନାରାୟଣ ଉଚ୍ଚ ବିଦ୍ୟାଳୟ ପରିସରରେ ବିଶ୍ଵ ଯୁବ ଦକ୍ଷତା ଦିବସ ୨୦୨୫ ପାଳିତ ହୋଇଯାଇଛି। ଏହି ବର୍ଷର ବିଶ୍ଵ ଯୁବ ଦକ୍ଷତା ଦିବସ, କୃତ୍ରିମ ବୁଦ୍ଧିମତା ଏବଂ ଡିଜିଟାଲ ଦକ୍ଷତା ଦ୍ଵାରା ଯୁବ ସଶକ୍ତିକରଣ ଉପରେ ଆଧାରିତ ଥିଲା । ଏହି ଦିବସ ପାଳନ ଅବସରରେ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ମନସ୍ୱୀ ସେଠୀ, ରାଷ୍ଟ୍ରୀୟ ବୃତ୍ତି ସେବାର ଅଧିକାରୀ ପ୍ରଶାନ୍ତ କୁମାର ମଲ୍ଲିକ, ମୁଖ୍ୟମନ୍ତ୍ରୀ ଦକ୍ଷତା ବିକାଶ ଗବେଷଣା ଫେଲୋ ରବି କୁମାର, ନାରାୟଣ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଶ୍ମିରଞ୍ଜନ ମିଶ୍ର, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଶରଣକୁଳର ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ସାହୁ ଆଦି ଯୋଗଦେଇ ନିଜର ବହୁମୂଲ୍ୟ ବକ୍ତବ୍ୟ ରଖିଥିଲେ…

Read More

ରୋହିବାଙ୍କ ବିଦ୍ୟାଳୟରେ ବନ ମହୋତ୍ସବ ଓ ‘ଚରକ’ ଔଷଧୀୟ ବଗିଚା ଉନ୍ମୋଚନ

ଓଡଗାଁ, (ନୟାଗଡ଼ ଦର୍ପଣ): ପ୍ରାକୃତିକ ଔଷଧୀୟ ବୃକ୍ଷର ଦୈନନ୍ଦିନ ଜୀବନରେ ମନୁଷ୍ୟ  ପାଇଁ ଦରକାରିତା ଓ ଶରୀର ପ୍ରତି ପାର୍ଶ୍ଵ ପ୍ରତିକ୍ରିୟା କାରି ଭେଷଜ ଔଷଧ ଠାରୁ ଦୂରରେ ରହିବାପାଇଁ ଏକ ସଚେତନତା କାର୍ଯ୍ୟକ୍ରମ ନୟାଗଡ଼ ଜିଲ୍ଲା ଓଡଗାଁ ବ୍ଲକ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରୋହିବାଙ୍କ ରେ ବୃକ୍ଷ ରୋପଣ ସାଙ୍ଗକୁ “ଚରକ”  ଔଷଧୀୟ ବଗିଚା ଉନ୍ମୋଚନ  ହୋଇସାରିଛି। ଏଥିରେ ମୁଖ୍ୟ ଅତିଥିଭାବେ ଓଡଗାଁ ବ୍ଲକରେ ନୂତନ ଭାବେ ଯୋଗଦେଇଥିବା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଜକିଶୋର ସାହୁ, ସମ୍ମାନିତ ଅତିଥିଭାବେ ଓଡଗାଁ ଫରେଷ୍ଟର ସୌମ୍ୟ ରଞ୍ଜନ ଦଳେଇ ଓ ଦିପ୍ତିମୟୀ ରାଉତ, କୋମଣ୍ଡ ସାଧନ କେନ୍ଦ୍ର ସଂଯୋଜକ ଲଳିତ ମୋହନ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବିଷ୍ନୁପ୍ରିୟା ବାରିକ ଓ ମୁଖ୍ୟ ଅତିଥି ଶ୍ରୀ ସାହୁଙ୍କ ଦ୍ୱାରା ପ୍ରଥମେ…

Read More

ରୋଟାରୀ କ୍ଲବ ନୟାଗଡ଼ ତରଫରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଏବଂ ଚଷମା ବଣ୍ଟନ କାର୍ଯ୍ୟକ୍ରମ

ନୟାଗଡ଼, (ନୟାଗଡ଼ ଦର୍ପଣ): ରୋଟାରୀ କ୍ଲବ ନୟାଗଡ଼ ଏବଂ ରୋଟାରୀ ଚକ୍ଷୁ ଚିକିତ୍ସାଳୟ ଭୁବନେଶ୍ୱର ର ମିଳିତ ସହଯୋଗରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଏବଂ ମାଗଣା ଚଷମା ବଣ୍ଟନ କାର୍ଯ୍ୟକ୍ରମ ଓଡ଼ଗାଁ ବ୍ଲକ ଆରଡା ପଞ୍ଚାୟତର କେନ୍ଦୁପଲ୍ଲୀ ଗାଁ’ରେ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରଟି ରୋଟାରୀ କ୍ଲବର ପୂର୍ବତନ ସଭାପତି ରୋଟାରିଆନ ଶ୍ରୀକାନ୍ତ ଖଟେଇଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଜିଲ୍ଲାପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସରପଞ୍ଚ ସୁନିତା ସାହୁ ଓ କେନ୍ଦୁପଲ୍ଲୀ ଗାଁ’ର ସଭାପତି ରାଜକିଶୋର ନାୟକ ଓ ସଂପାଦକ ପ୍ରମୋଦ ପ୍ରଧାନ ଯୋଗଦେଇଥିଲେ। ଅଧ୍ୟକ୍ଷ ଶ୍ରୀ ପଟ୍ଟନାୟକ ରୋଗୀମାନଙ୍କୁ ଚଷମା ବଣ୍ଟନ କରିବା ସହ ସେମାନଙ୍କ ସହ ତାଙ୍କର ଅସୁବିଧା ସମ୍ପର୍କରେ ଆଲୋଚନା କରିଥିଲେ । ଏହି…

Read More

ଧନ୍ଦାମୂଳକ ଶିକ୍ଷାର ଶିକ୍ଷକ ପ୍ରଶିକ୍ଷକ ଅଭିଭାବକ ବୈଠକ

ଶରଣକୁଳ,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଶରଣକୁଳ ନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟରେ ଧନ୍ଦାମୂଳକ ଶିକ୍ଷାର ଶିକ୍ଷକ ପ୍ରଶିକ୍ଷକ ଓ ଅଭିଭାବକ  ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଶ୍ମିରଞ୍ଜନ ମିଶ୍ରଙ୍କ ସଭାପତିତ୍ବରେ ନୂତନ ବର୍ଷରେ ଧନ୍ଦାମୂଳକ ଶିକ୍ଷାର ଗୁଣାତ୍ମକ ମାନର ବିକାଶ, ଧନ୍ଦାମୂଳକ ଶିକ୍ଷାର ସଚେତନତା, ଅତିଥି ଶିକ୍ଷକଙ୍କ ଶିକ୍ଷା, ଶିଳ୍ପ ପରିଭ୍ରମଣ ଓ ଛାତ୍ରଛାତ୍ରୀଙ୍କର ଅନ୍ୟାନ୍ୟ ସୁବିଧା ଅସୁବିଧା ବିଷୟରେ ଆଲୋଚନା କରଯାଇଛି। ପ୍ରଧାନ ଶିକ୍ଷକ ଦେଶର ଅର୍ଥନୈତିକ ଅଭିବୃଦ୍ଧି ଧନ୍ଦାମୂଳକ ଶିକ୍ଷା ଦ୍ଵାରା ହୋଇପାରିବ ଓ ଭାରତ ସରକାରଙ୍କ ଦ୍ଵାରା ପ୍ରଚଳିତ ଏହି ଧନ୍ଦାମୂଳକ ଶିକ୍ଷା, ଶିକ୍ଷା କ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି। ସେହିପରି ସ୍ପୋକ ସ୍କୁଲ ତଥା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଶରଣକୁଳର ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ସାହୁ ଧନ୍ଦାମୂଳକ ଶିକ୍ଷା…

Read More

ବିଦ୍ୟାଳୟରେ ୭୬ତମ ବନମହୋତ୍ସବ ପାଳିତ

ଓଡ଼ଗାଁ, (ନୟାଗଡ଼ ଦର୍ପଣ): ଓଡ଼ଗାଁ ବ୍ଲକ୍ ମଶାବାରୀ କ୍ଲଷ୍ଟର ଅନ୍ତର୍ଗତ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ, ମଶାବାରୀ ଠାରେ ୭୬ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମ ରେ ଓଡ଼ଗାଁ ବନାଞ୍ଚଳ କାର୍ଯ୍ୟାଳୟ ରୁ ମୁଖ୍ୟ ଅତିଥି ଭାବରେ ବନପାଳ ସରିତା ବରାଳ, ମୁଖ୍ୟ ବକ୍ତା ଭାବରେ ପ୍ରକୃତିବନ୍ଧୁ ପଞ୍ଚାନନ ପଣ୍ଡା, ସ୍ୱତନ୍ତ୍ର ଅତିଥି ଭାବରେ ପ୍ରକୃତିବନ୍ଧୁ ରଞ୍ଜନ କୁମାର ଦାଶ, ସମ୍ମାନିତ ଅତିଥି ଭାବରେ ବନରକ୍ଷୀ ସୌମ୍ୟରଂଜନ ଦଳେଇ, ଉଦ୍ଧବ ପ୍ରଧାନ, ଅଲିଧା ବରାଳ, ବିନୟ ରଞ୍ଜନ ମିଶ୍ର, ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ଈଶ୍ବର ଚନ୍ଦ୍ର ସିଠ,ଶିକ୍ଷାବିତ ବାଇଧର ସ୍ୱାଇଁ,କମିଟିର ସଭ୍ୟ ସଭ୍ୟା, ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀଙ୍କ ଉପସ୍ଥିତିରେ ପ୍ରଥମେ ବୃକ୍ଷରେ ଅତିଥିମାନଙ୍କ ଦ୍ୱାରା ଜଳଦାନ କରାଇ ବୈଠକ ଅନୁଷ୍ଠିତ ହୋଇଥିଲା।ଛାତ୍ରଛାତ୍ରୀ ମାନେ ବୃକ୍ଷ ସମ୍ପର୍କରେ ବିଭିନ୍ନ ଭାଷଣ ପ୍ରଦାନ କରିଥିଲେ। ପରେ ଅତିଥି ମାନେ…

Read More

ଅବସରକାଳୀନ ସମ୍ବର୍ଦ୍ଧନା ସଭା

ଓଡ଼ଗାଁ, (ନୟାଗଡ଼ ଦର୍ପଣ): ଓଡ଼ଗାଁ ବ୍ଳକ କୋମଣ୍ଡ ଆଞ୍ଚଳିକ ସାଧନକେନ୍ଦ୍ର ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,କୋମଣ୍ଡ ଠାରେ ଆଜି ଅବସରକାଳୀନ ସମ୍ବର୍ଦ୍ଧନା ସଭା ଗୋବିନ୍ଦ ଚନ୍ଦ୍ର ଦଳେଇ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ସରପଞ୍ଚ ଦିପୀକା ସେଠୀ, ସ୍ୱତନ୍ତ୍ର ଅତିଥି ଓଡ଼ଗାଁ ରଘୁନାଥ ସମବାୟ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜକିଶୋର ସାହୁ,ମୁଖ୍ୟବକ୍ତା ଅତିରିକ୍ତ ମଣ୍ଡଳ ଶିକ୍ଷା ଅଧିକାରୀ ରଘୁନାଥ ମଲିକ, ସମ୍ମାନିତ ଅତିଥି ଅବସରପ୍ରାପ୍ତ ମଣ୍ଡଳ ଶିକ୍ଷା ଅଧିକାରୀ ବଟକୃଷ୍ଣ ପଣ୍ଡା, ଶେଷଦେବ ସାହୁ,ଅବସରପ୍ରାପ୍ତ ସରକାରୀ କର୍ମଚାରୀ ପରିଷଦର ସଭାପତି ରାମେଶ୍ୱର ପଣ୍ଡା, ସଚ୍ଚିଦାନନ୍ଦ ଦାସ, ସୁକାନ୍ତ ସାହୁ, ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ସିମାଞ୍ଚଳ ପ୍ରଧାନ,ପୂର୍ବତନ ପ୍ରଧାନ ଶିକ୍ଷକ ମନୋଜ କୁମାର ନାୟକ, ପୂର୍ବତନ ପରିଚାଳନା କମିଟି ଅଧ୍ୟକ୍ଷ ପବିତ୍ର ମୋହନ ପ୍ରଧାନ ଆସନ ଅଳଂକୃତ କରିଥିଲେ।ଅବସର ଗ୍ରହଣ କରିଥିବା ଶିକ୍ଷକ…

Read More

ଜିଲ୍ଲା ସ୍ତରୀୟ ତିନି ଦିନିଆ ଦକ୍ଷତା ବୃଦ୍ଧି ତାଲିମ କାର୍ଯ୍ୟକ୍ରମ

ନୟାଗଡ଼, (ନୟାଗଡ଼ ଦର୍ପଣ): ଏସ.ଜି. ଫାଉଣ୍ଡେସନ ଅନୁଷ୍ଠାନର ସ୍ମାର୍ଟ ସ୍କିଲ ପ୍ରକଳ୍ପ ଦ୍ଵାରା ନୟାଗଡ଼ ସହରସ୍ଥିତ ହୋଟେଲ ନୀଳମାଧଵ ଠାରେ ତିନି ଦିନିଆ ଜିଲ୍ଲା ସ୍ତରୀୟ ଦକ୍ଷତା ବୃଦ୍ଧି ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ମୁଖ୍ୟତଃ ଓଡଗାଁ ଏବଂ ଦଶପଲ୍ଲା ବ୍ଲକରେ ରିୱାର୍ଡ ପ୍ରକଳ୍ପ ମାଧ୍ୟମରେ ଗଠନ କରାଯାଇଥିବା ଜଳ ବିଭାଜିକା କମିଟି ଗୁଡିକର ସାଙ୍ଗଠନିକ ଅଭିବୃଦ୍ଧି, ପ୍ରାକୃତିକ ସମ୍ପଦର ପରିଚାଳନା, ଜଳ ବାୟୁ ବିପତ୍ତିର ପରିଚାଳନା ଓ ଆର୍ଥିକ ସୁପରିଚାଳନା ବିଷୟରେ ଆଲୋଚନା କରାଯାଇଥିଲା। ଜଳ ବିଭାଜିକା ଅଞ୍ଚଳ ଗୁଡ଼ିକରେ କୃଷକ, ମହିଳା ଓ ଭୂମି ହୀନ ଲୋକମାନଙ୍କର କୃଷି ଓ ଜୀବନ ଜୀବିକାମାନରେ କିପରି ଅଭିବୃଦ୍ଧି ହୋଇପାରିବ ଏବଂ କୃଷି ଜାତ ଦ୍ରବ୍ୟର ଉପଯୁକ୍ତ ମୂଲ୍ୟ ନିର୍ଧାରଣ ଏବଂ ସଠିକ ଉପାୟରେ ବଜାରୀକରଣ ହୋଇପାରିବ ସେ ବିଷୟରେ ତାଲିମ ପ୍ରଦାନ କରାଯାଇଥିଲା। ଏହି ତାଲିମରେ…

Read More

ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ, ଦୈନିକ ଖବର କାଗଜର ଶିରୋନାମା ପାଲଟୁଛି ଅସଦାଚରଣ, ଦୁଷ୍କର୍ମ, ଅପହରଣ ଓ ହତ୍ୟା ଘଟଣା

ନୟାଗଡ଼, (ନୟାଗଡ଼ ଦର୍ପଣ) : ରାଜ୍ୟରେ ଛାତ୍ରୀଙ୍କୁ ଅସଦାଚରଣ, ଦୁଷ୍କର୍ମ, ହତ୍ୟା ଭଳି ଘଟଣା ଅହେତୁକ ବୃଦ୍ଧି ପାଇଥିବା ବେଳେ ରାଜ୍ୟ ବିଜେପି ସରକାର ନୀରବଦ୍ରଷ୍ଟା ସାଜିଛନ୍ତି । ଯାହାକୁ ନେଇ ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ତଥା ବିଧାୟକ ବ୍ୟୋମେକେଶ ରାୟ ଏବଂ ପୂର୍ବତନ ଛାତ୍ର ସଭାପତି ତଥା ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ଆସନ୍ତା ଜୁନ ୨୫ ତାରିଖ ସାରା ରାଜ୍ୟରେ ଛାତ୍ର ଆନ୍ଦୋଳନ ପାଇଁ ଡାକରା ଦେଇଛନ୍ତି । ଏହି ଅବସରରେ ନୟାଗଡ଼ ଜିଲ୍ଲା ବିଜେଡି ସଭାପତି ତଥା ବିଧାୟକ ରମେଶ ଚନ୍ଦ୍ର ବେହେରା, ନୟାଗଡ଼ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ପରାମର୍ଶ କ୍ରମେ ଆସନ୍ତାକାଲି ସକାଳ ୧୦ ଘଟିକା ସମୟରେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସାମ୍ନାରେ ରାସ୍ତାରୋକ ଓ ବିକ୍ଷୋଭ ଅନୁଷ୍ଠିତ…

Read More

ରୋହିବାଙ୍କ ଉଚ୍ଚ ବିଦ୍ୟାଳୟରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଓଡ଼ଗାଁ, (ନୟାଗଡ଼ ଦର୍ପଣ): ପ୍ରଥମେ ସୁସ୍ଥ ଶରୀର ତାପରେ ବିଦ୍ୟାଧ୍ୟୟନ। ସୁସ୍ଥ ଶରୀର ପାଇଁ ଯୋଗ ଓ ବ୍ୟାୟାମ ନିତ୍ୟାନ୍ତ ଆବଶ୍ୟକ। ସୁସ୍ଥ ଶରୀର ସୁସ୍ଥ ମନ ସୃଷ୍ଟି କରେ ଯାହା କି ବିଦ୍ୟାର୍ଥୀମାନଙ୍କ ପାଇଁ ଅତି ଜରୁରୀ। ସେଥିପାଇଁ ପ୍ରତି ବିଦ୍ୟାଳୟରେ ଶାରୀରିକ କ୍ରୀଡା ଶିକ୍ଷକ ନିଯୁକ୍ତି କରାଯାଇଛି। ଆଜି ଆନ୍ତର୍ଜାତୀୟ ଯୋଗ ଦିବସ ଓଡ଼ଗାଁ ବ୍ଲକ ସରକାରୀ ଉଚ୍ଚ ବିଦ୍ୟାଳୟ ରୋହିବାଙ୍କରେ ପାଳିତ ହୋଇସାରିଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ବାରିକଙ୍କ ନିର୍ଦେଶ କ୍ରମେ କ୍ରୀଡା ଶିକ୍ଷକ ଆଲୋକ ନାୟକ ଓ ସହଯୋଗୀ ଶିକ୍ଷକ ପ୍ରକୃତି ବନ୍ଧୁ ସନ୍ତୋଷ କୁମାର ସାହୁ ପ୍ରାୟ ଉପସ୍ଥିତ ୨୮୭ଜଣ ଛାତ୍ରଛାତ୍ରୀଙ୍କୁ ନେଇ ବିଦ୍ୟାଳୟ ପରିସରରେ ଯୋଗ ଦିବସ ପାଳନ କରାଯାଇଥିଲା। ସମସ୍ତ ପିଲାମାନଙ୍କୁ ନେଇ ପଦ୍ମାସନ, ବାଳାସନ, ନଟରାଜାସନ, ତାଡାସନ, ଚକ୍ରାସନ, ବୃକ୍ଷା ସନ, ସୁଯ୍ୟ ନମସ୍କାର,…

Read More

ଓଡ଼ଗାଁ ବ୍ଲକ ରୋହିବାଙ୍କ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାର

ନୟାଗଡ଼, (ନୟାଗଡ଼ ଦର୍ପଣ): ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ଅଧ୍ୟୟନ ବିଭାଗ ଓଡ଼ିଶା ଭୁବନେଶ୍ୱର ଓ ନୟାଗଡ଼ ଜିଲ୍ଲା ଜଙ୍ଗଲ ପରିବେଶ ବିଭାଗ ତରଫରୁ ୨୦୨୪-୨୫ ବର୍ଷ ପାଇଁ ଓଡ଼ଗାଁ ବ୍ଲକରୁ ପନ୍ତିଖାରୀ ପଞ୍ଚାୟତ ଅନ୍ତର୍ଗତ ପନ୍ତିଖାରୀ ଶାସନ ନିବାସୀ ସନ୍ତୋଷ କୁମାର ସାହୁ ପ୍ରକୃତି ବନ୍ଧୁ ପୁରସ୍କାର ପାଇଛନ୍ତି। ସେ ରୋହିବାଙ୍କ ପଞ୍ଚାୟତ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ରୋହିବାଙ୍କର ଜଣେ ସରକାରୀ ଶିକ୍ଷକ ଅଟନ୍ତି। ସେ ୨୦୦୬ ମସିହାରୁ ଶିକ୍ଷକତା କରି ୨୦୦୭ ମସିହାରେ ପରିବେଶ ସଚେତନତା ସମ୍ବନ୍ଧିତ କେଳା କେଳୁଣୀ ଗୀତ ନାଚ ଦ୍ୱାରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଶାବାରୀର ନିଜ ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦେଇ ବିଜ୍ଞାନ ମେଳାରେ ସମଗ୍ର ଓଡଗାଁ ବ୍ଲକରେ ପରିଚିତ ହୋଇଥିଲେ। ତାପରେ ଇକୋକ୍ଳବ ଶିକ୍ଷକ ହିସାବରେ ବର୍ତ୍ତମାନ ଶିକ୍ଷକତା କରୁଥିବା ରୋହିବାଙ୍କ ଉଚ୍ଚ ବିଦ୍ୟାଳୟକୁ…

Read More