ନୂଆଗାଁ, (ନୟାଗଡ଼ ଦର୍ପଣ): ନୁଆଗାଁ ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚବିଦ୍ୟାଳୟ ଶ୍ରୀବନ୍ତ ଦେଇପୁର ଠାରେ ଦୁରୁଦୁରା ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଏକ ଶିକ୍ଷା ସଭା ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ସଭାରେ ମୁଖ୍ୟ ଅତିଥି ରୁପେ ଶିକ୍ଷାବିତ୍ ଚରଣ ନାୟକ, ମୁଖ୍ୟବକ୍ତା ରୁପେ ନୟାଗଡ଼ ଇନ୍ନରହୁଇଲ୍ କ୍ଲବର ସଭାପତି ସ୍ନିଗ୍ଧାରାଣୀ ପଟ୍ଟନାୟକ, ସମ୍ମାନୀତ ଅତିଥି ଭାବରେ ପୁର୍ବତନ ପ୍ରଧାନ ଶିକ୍ଷକ ଆନନ୍ଦ ଚନ୍ଦ୍ର ବାରିକ, ଫକୀରଚରଣ ସୁନ୍ଦରା, କବି ସମ୍ପଦ କୁମାର ଦାଶ, ବିଦ୍ୟାଳୟର ସଭାପତି ପ୍ରଦୀପକୁମାର ମହାପାତ୍ର, ଜିଲ୍ଲା ଆଇନ ପ୍ରାଧିକରଣ ନୟାଗଡ଼ର ସଭ୍ୟ ସଭ୍ୟା, ଆଇନଜୀବୀ ପ୍ରଦୀପ୍ତ କୁମାର ପଟ୍ଟନାୟକ, ବିଦ୍ୟାଳୟର ପ୍ରଧାନଶିକ୍ଷକ ଭକ୍ତବନ୍ଧୁ ବେହେରା ଓ ସାଧନ କେନ୍ଦ୍ରର ସଂଯୋଜକ ଶ୍ରୀଧର ବେହେରା ଆଦି ମଞ୍ଚ ମଣ୍ଡନ କରିଥିଲେ। ଉକ୍ତ ସଭାରେ କ୍ଲଷ୍ଟରର ସମସ୍ତ ପ୍ରଧାନ ଶିକ୍ଷକ, ସହକାରୀ ଶିକ୍ଷକ…
Read MoreCategory: ନୂଆଗାଁ ବ୍ଲକ
ସରସ୍ବତୀ ଶିଶୁମନ୍ଦିର ମାଳିସାହିର ବାର୍ଷିକ ଉତ୍ସବ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ ମାଳିସାହି ସରସ୍ବତୀ ଶିଶୁମନ୍ଦିରର ତ୍ରୟୋବିଂଶ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଅଛି। ବିଦ୍ୟାମନ୍ଦିରର ପ୍ରଧାନଆଚାର୍ଯ୍ୟ ମନୋରଞ୍ଜନ ପଣ୍ଡା ସଭାପତିତ୍ୱ କରିବା ସହିତ ସ୍ୱାଗତ ଅଭିଭାଷଣ ଏବଂ ବାର୍ଷିକ ବିବରଣୀ ପାଠ କରିଥିଲେ। ଶିଶୁମାନେ ଭବିଷ୍ୟତରେ ଭଲମଣିଷ ହୋଇ ସମୃଦ୍ଧ ଦେଶ ଗଠନରେ ସହାୟକ ହେବାକୁ ଅଭିଭାବକମାନେ ଯତ୍ନଶୀଳ ହେବା ଆବଶ୍ୟକ ବୋଲି ପରାମର୍ଶ ଦେଇଥିଲେ। ମୁଖ୍ୟଅତିଥି ଭାବେ ନୟାଗଡ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଡ଼ଃ. ଜ୍ୟୋତିରଞ୍ଜନ ସାମନ୍ତରାୟ, ମୁଖ୍ୟବକ୍ତାଭାବେ ବିଶିଷ୍ଟ ଶିକ୍ଷାବିତ୍ ଅଶୋକ କୁମାର ନାୟକ, ସମ୍ମାନିତ ଅତିଥିଭାବେ ଓଟିଭିର ଉପସ୍ଥାପକ ତଥା ଯୁବ ସାମ୍ବାଦିକ ଜୟେନ୍ଦ୍ର ବେହେରା ଯୋଗଦେଇ ଶିଶୁମନ୍ଦିରର ଶିକ୍ଷାଦାନ ବ୍ୟବସ୍ଥା ଶିଶୁର ସାମଗ୍ରିକ ବିକାଶରେ ସହାୟକ ବୋଲି ମତବ୍ୟକ୍ତ କରିବା ସହିତ ଶିଶୁମାନଙ୍କୁ ଯଥାସମ୍ଭବ ମୋବାଇଲ ଫୋନର ବ୍ୟବହାରରୁ ନିବୃତ୍ତ ରଖିବାକୁ ଅଭିଭାବକମାନଙ୍କୁ ପରାମର୍ଶ ଦେଇଥିଲେ। ପରିଚାଳନା…
Read Moreନୟାଗଡ଼ ଜିଲ୍ଲାସ୍ତରୀୟ ଆଦି କର୍ମଯୋଗୀ ଅଭିଯାନ କର୍ମଶାଳା
ଦଶପଲ୍ଲା, (ନୟାଗଡ଼ ଦର୍ପଣ): ଭାରତ ସରକାରଙ୍କ ଆଦିବାସୀ ମନ୍ତ୍ରଣାଳୟର ତରଫରୁ ଧରିତ୍ ଆବା- ଜନଜାତି ଗ୍ରାମ ଉତ୍କର୍ଷ ଅଭିଯାନର ଦ୍ବାରା ତିନି ଦିନିଆ ନୟାଗଡ଼ ଜିଲ୍ଲାସ୍ତରୀୟ ଆଦି କର୍ମଯୋଗୀ ଅଭିଯାନର ଏକ ପ୍ରୟୋଗଶାଳା ଦଶପଲ୍ଲା ବ୍ଲକରେ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଦଶପଲ୍ଲା ତହସିଲଦାର, ମଣ୍ଡଳ ଉନ୍ନୟନ ଅଧିକାରୀ ପ୍ରଦୀପ ପ୍ରଜ୍ବଳନ କରି ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମ ଦ୍ବାରା ଦଶପଲ୍ଲା, ଗଣିଆ ଓ ନୂଆଗାଁ ବ୍ଲକର ମୋଟ ୧୧୩ଟି ଅନୂସୁଚିତ ଜନଜାତି ବହୁଳ ଗ୍ରାମର ସାମଗ୍ରିକ ଉନ୍ନତ କରାଯିବାର ଲକ୍ଷ ରଖାଯାଇଛି। ସେଇ ଗ୍ରାମର ଜନଜାତି ଯୁବକ ଯୁବତୀମାନେ ସଶକ୍ତ ହେବା ସହ ଗ୍ରାମ ଓ ସରକାରୀ କର୍ମଚାରୀଙ୍କ ସହ ସଂଯୋଗ ସ୍ଥାପନା କରି ବିକାଶ ବାହକ ହେବେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରଶିକ୍ଷକ ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ, ଦଶପଲା, ଜିଲ୍ଲା ମଙ୍ଗଳ…
Read Moreଡ. ସୁରେଶ ବରାଡ଼ଙ୍କ ଉପନ୍ୟାସ ‘ଡଙ୍ଗରରେ ନିଆଁ’ ଲୋକାର୍ପିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ଜାଜ୍ଵଲ୍ୟମାନ ସାରସ୍ବତ ସାଧକ, କବି, ପ୍ରାବନ୍ଧିକ, ଗାଳ୍ପିକ, ଔପନାସିକ ତଥା ଲେଖକ ଡ. ସୁରେଶ ଚନ୍ଦ୍ର ବରାଡ଼ଙ୍କ ଉପନ୍ୟାସ ‘ଡଙ୍ଗରରେ ନିଆଁ’ ପୁସ୍ତକ ଲୋକାର୍ପିତ ହୋଇ ଯାଇଛି। ସ୍ବାଧୀନତା ଦିବସ ଅବସରରେ ଗ୍ରାମ ସଭାପତି ଭରତ ସାହୁଙ୍କ ପୌରୋହିତ୍ୟରେ ଥୁଆବାରୀ ଗ୍ରାମବାସୀମାନଙ୍କ ଦ୍ଵାରା ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଅତିଥି ମାନଙ୍କ କରକମଳରେ ଏହି ଉପନ୍ୟାସ ପୁସ୍ତକର ଲୋକାର୍ପଣ ହୋଇ ଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟର ଓଡ଼ିଆ ଭାଷା ସାହିତ୍ୟ ବିଭାଗର ପ୍ରାକ୍ତନ ମୁଖ୍ୟ ପ୍ରାଧ୍ୟାପକ ଡ.ଗୋବିନ୍ଦ ଚନ୍ଦ୍ର ଦାଶ, ସମ୍ମାନିତ ଅତିଥି ରୂପେ ନୂଆଗାଁ ପଞ୍ଚାୟତ ସମିତି ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ପାରାଢ଼ିପି ସରପଞ୍ଚ ବିଭୂତି…
Read Moreମାଳିସାହି ସରସ୍ବତୀ ଶିଶୁମନ୍ଦିରରେ ବିଜ୍ଞାନମେଳା ଓ କଣ୍ଢେଇମେଳା ଅନୁଷ୍ଠିତ
ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ ମାଳିସାହି ସରସ୍ବତୀ ଶିଶୁଵିଦ୍ୟାମନ୍ଦିର ପରିସରରେ ଶିଶୁମାନଙ୍କ ମଧ୍ୟରେ ବିଜ୍ଞାନ ପ୍ରତି ରୁଚିସୃଷ୍ଟି କରାଇବା ପାଇଁ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନମେଳା ଏବଂ ଅରୁଣ ଓ ଉଦୟ ଶ୍ରେଣୀ ଶିଶୁମାନଙ୍କ ପାଇଁ କଣ୍ଢେଇମେଳା ଅନୁଷ୍ଠିତ ହୋଇଯାଇଅଛି। ବିଜ୍ଞାନମେଳାରେ ୩୦ଜଣ କୁନି ବୈଜ୍ଞାନିକ ସେମାନଙ୍କର ପ୍ରକଳ୍ପ ପ୍ରଦର୍ଶନ କରିଥିବା ଜଣାଯାଇଛି, ସେହିପରି କଣ୍ଢେଇମେଳାରେ ୨୫ଜଣ କୁନିକୁନି ଶିଶୁ ବିଭିନ୍ନ ରଙ୍ଗ ବେରଙ୍ଗର ସୁସଜ୍ଜିତ କଣ୍ଢେଇ ପ୍ରଦର୍ଶନ କରିଛନ୍ତି।ପ୍ରତିଯୋଗିତାର ବିଚାରକଭାବେ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ, କ୍ରିଦାଶପୁରର ବିଜ୍ଞାନ ଶିକ୍ଷକ ପ୍ରସନ୍ନ କୁମାର କୁଣ୍ଡ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ରାଧାମୋହନ ପତି ଓ ମୁରଲୀଧର ମହାରଣା ଯୋଗଦେଇ ପ୍ରକଳ୍ପଗୁଡିକ ମୂଲ୍ୟାଙ୍କନ କରିବା ସହିତ କୁନି ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିଛନ୍ତି। ବିଦ୍ୟାମନ୍ଦିରର ପ୍ରଧାନ ଆଚାର୍ଯ୍ୟ ମନୋରଞ୍ଜନ ପଣ୍ଡା ସମସ୍ତ ଶିଶୁଙ୍କ ମନରେ ବୈଜ୍ଞାନିକ ଭାବନା ସୃଷ୍ଟି ହୋଇ ସମୃଦ୍ଧ ଦେଶ…
Read Moreରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ, ଦୈନିକ ଖବର କାଗଜର ଶିରୋନାମା ପାଲଟୁଛି ଅସଦାଚରଣ, ଦୁଷ୍କର୍ମ, ଅପହରଣ ଓ ହତ୍ୟା ଘଟଣା
ନୟାଗଡ଼, (ନୟାଗଡ଼ ଦର୍ପଣ) : ରାଜ୍ୟରେ ଛାତ୍ରୀଙ୍କୁ ଅସଦାଚରଣ, ଦୁଷ୍କର୍ମ, ହତ୍ୟା ଭଳି ଘଟଣା ଅହେତୁକ ବୃଦ୍ଧି ପାଇଥିବା ବେଳେ ରାଜ୍ୟ ବିଜେପି ସରକାର ନୀରବଦ୍ରଷ୍ଟା ସାଜିଛନ୍ତି । ଯାହାକୁ ନେଇ ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ତଥା ବିଧାୟକ ବ୍ୟୋମେକେଶ ରାୟ ଏବଂ ପୂର୍ବତନ ଛାତ୍ର ସଭାପତି ତଥା ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ଆସନ୍ତା ଜୁନ ୨୫ ତାରିଖ ସାରା ରାଜ୍ୟରେ ଛାତ୍ର ଆନ୍ଦୋଳନ ପାଇଁ ଡାକରା ଦେଇଛନ୍ତି । ଏହି ଅବସରରେ ନୟାଗଡ଼ ଜିଲ୍ଲା ବିଜେଡି ସଭାପତି ତଥା ବିଧାୟକ ରମେଶ ଚନ୍ଦ୍ର ବେହେରା, ନୟାଗଡ଼ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ପରାମର୍ଶ କ୍ରମେ ଆସନ୍ତାକାଲି ସକାଳ ୧୦ ଘଟିକା ସମୟରେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସାମ୍ନାରେ ରାସ୍ତାରୋକ ଓ ବିକ୍ଷୋଭ ଅନୁଷ୍ଠିତ…
Read More‘ଅପରେସନ ସିନ୍ଦୁର’କୁ ନେଇ ଭାରତୀୟ ସେନାଙ୍କ ଗୁଣଗାନ
ନୂଆଗାଁ, (ନୟାଗଡ଼ ଦର୍ପଣ): ଭାରତୀୟ ସେନାର ‘ଅପରେସନ ସିନ୍ଦୁର’କୁ ସମର୍ଥନ କରି ନୂଆଗାଁ ମଣ୍ଡଳ ବିଜେପି କାର୍ଯ୍ୟକର୍ତାମାନେ ମହୀପୁର ଛକରେ ବୀର ଭାରତୀୟ ସେନାଙ୍କ ଗୁଣଗାନ କରିବା ସହ ତିନି ସେନାର ସୈନିକଙ୍କ ମନ ବଳ ବୃଦ୍ଧି ନିମିତ୍ତ ଏକ ସାଧାରଣ ନାରାବାଜି କରି ବୀର ଯବାନଙ୍କୁ ସମର୍ଥନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ନୂଆଗାଁ ମଣ୍ଡଳ ସାଧାରଣ ସମ୍ପାଦକ ରତ୍ନାକର ପ୍ରଧାନ, ଉପ ସଭାପତି ବିଜୟ କୁମାର ପାତ୍ର, ଯୁବମୋର୍ଚ୍ଚା କାର୍ଯ୍ୟକର୍ତା ଦେଶପ୍ରେମୀ ପରମେଶ୍ୱର ସାହୁ, ଜୋତି ରଞ୍ଜନ ସାହୁ ଓ ସମାଜ ସେବୀ ରାଜ କିଶୋର ସାହୁ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
Read Moreନୂଆଗାଁ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ଉଦ୍ଘାଟିତ
ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଳକର କଳା, ସାହିତ୍ୟ ଓ ସଂସ୍କୃତିକୁ ନେଇ ନୂଆଗାଁ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ଉଦ୍ଘାଟିତ ହୋଇଯାଇଛି । ଅପରାହ୍ନରେ ମଞ୍ଚ ପୂଜା କରାଯାଇ ସ୍ଥାନୀୟ କଳାକାର ଓ କୁନି କୁନି ପ୍ରତିଭାମାନଙ୍କ ଦ୍ବାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ସନ୍ଧ୍ୟାରେ କନ୍ଧମାଳ ସାଂସଦ ତଥା ନୂଆଗାଁ ମହାତ୍ସବ କମିଟି ଓ ପଲ୍ଲିଶ୍ରୀ ମେଳାର ଅଧ୍ୟକ୍ଷ ସୁକାନ୍ତ କୁମାର ପାଣିଗ୍ରାହୀ ଯୋଗଦେଇ ଆନୁଷ୍ଠାନିକ ଭାବେ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଅତିଥି ଭାବେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସମବାୟ ହସ୍ତତନ୍ତ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, ଯାଜପୁର ସାଂସଦ ରବି ନାରାୟଣ ବେହେରା, ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ଦଶପଲ୍ଲାର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ନାୟକ, ବିଜେପି ଯୁବ ମୋର୍ଚ୍ଚା ରାଜ୍ୟ ସଭାପତି…
Read Moreପଞ୍ଚୁପାଣ୍ଡବ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମନମୋହିଲା ସାନ ବଡ଼ ଘୁଡୁକା ଲୋକନୃତ୍ୟ ଏବଂ ନୂଆଗାଁ ବନ୍ଦନା
ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା-୨୦୨୫ର ଦ୍ଵିତୀୟ ସଂଧ୍ୟା ଅନୁଷ୍ଠିତ ହୋଇଯାଇଛି। ବିଶିଷ୍ଟ ଅତିଥି ଭାବେ ବେଗୁନିଆ ବିଧାୟକ ପ୍ରଦୀପ କୁମାର ସାହୁ ଯୋଗଦେଇ କହିଥିଲେ ଯେ ଦଶପଲ୍ଲା ବିଧାୟକଙ୍କ ପାଇଁ ଆଜି ଏହି ମହୋତ୍ସବ ଯାହା ଦ୍ଵାରା ଭାଇ ଚାରା ସୃଷ୍ଟି ହୋଇପାରିଛି । ସମ୍ମାନିତ ଅତିଥି ଭାବେ ନୟାଗଡ ପୌର ପରିଷଦ ଅଧ୍ୟକ୍ଷ ନିରୁପମା ଖଟେଇ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ ନୟାଗଡ ଲଗ୍ନଜିତ ରାଉତ, ଜିଲ୍ଲା ପରିଷଦ ସଭ୍ୟ ଜୋନ୍ ନଂ ୧୧ ବସନ୍ତ କୁମାର ପ୍ରଧାନ, ଜିଲ୍ଲା ପରିଷଦ ସଭ୍ୟ ଜୋନ ନଂ ୮ ନରେଶ କୁମାର ବେହେରା, ନୂଆଗାଁ ଥାନା ଅଧିକାରୀ ଶରତ କୁମାର ସେଠୀ, ପଞ୍ଚୁପାଣ୍ଡବ ମହୋତ୍ସବ ଉପ…
Read Moreନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା
ନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା-୨୦୨୫ ଉଦଘାଟିତ ହୋଇଯାଇଛି । ଅପରାହ୍ନ ୨ ଘଟିକା ସମୟରେ ଏକ ମଶାଲ ଶୋଭାଯାତ୍ରାରେ ପଞ୍ଚୁପାଣ୍ଡବଙ୍କ ବେଶରେ ସୁସଜିତ୍ ହୋଇ କଳାକାର ମାନେ ନାମ ସଙ୍କୀର୍ତ୍ତନ, ଦୁଲୁ ଦୁଲି ବାଜାରେ ପଞ୍ଚୁପାଣ୍ଡବଙ୍କ ପୀଠରୁ ବାହାରି ନୂଆଗାଁ ବିରୁପାଖେଶ୍ଵର ମନ୍ଦିର ଏବଂ ଶହୀଦ କଷ୍ଟି ଡାକୁଆ ସ୍ମୃତିମଣ୍ଡପ, ନୂଆଗାଁ ବଜାର ଦେଇ ମହୋତ୍ସବ ପଡ଼ିଆ ଠାରେ ପହଞ୍ଚିଥିଲେ। ଉଦଘାଟକ ଭାବେ ପୂର୍ବତନ ମନ୍ତ୍ରୀ ତଥା ଓଡ଼ିଶାର ଦକ୍ଷ ନେତା ସୁରେଶ କୁମାର ରାଉତରାୟ ମଶାଲ ଶୋଭାଯାତ୍ରାରେ ଆସି ମହୋତ୍ସବ ପଡ଼ିଆରେ ପହଞ୍ଚି ପତାକା ଉତ୍ତୋଳନ କରିବା ସହ ମହୋତ୍ସବକୁ ଉଦ୍ଘାଟନ କରିଥଲେ। ତତସହିତ ବୃତଙ୍ଗ ପ୍ରକଳ୍ପ ଏବଂ ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ବିକାଶ ପାଇଁ ବିଧାୟକ…
Read More