ସାମୁହିକ ଛୁଟିରେ ଗଲେ ନୟାଗଡ଼ ଜିଲ୍ଲାର ପ୍ରାଥମିକ ଶିକ୍ଷକ

ବିଦ୍ୟାଳୟରେ ଝୁଲିଲା ତାଲା, ମଧ୍ୟାହ୍ନ ଭୋଜନ ଏବଂ ପାଠପଢ଼ା ଠପ୍‌ ନୟାଗଡ଼,(ନୟାଗଡ଼ ଦର୍ପଣ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ, ଭୁବନେଶ୍ୱରର ଡାକରାରେ ଆଜିଠାରୁ ସମଗ୍ର ରାଜ୍ୟରେ ପ୍ରାଥମିକ, ଉଚ୍ଚ ପ୍ରାଥମିକ ତଥା ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ପ୍ରାଥମିକ ଶିକ୍ଷକମାନେ ସାମୁହିକ ଛୁଟି ନେଇ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି । ତିନି ଦଫା ଦାବି ନେଇ ସମଗ୍ର ରାଜ୍ୟର ୩୧୪ଟି ବ୍ଳକରେ ପ୍ରାଥମିକ ଶିକ୍ଷକମାନେ ଅନିର୍ଦ୍ଦିଷ୍ଟ ସମୟ ପାଇଁ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ କରିଛନ୍ତି । ଏହି ପରିପ୍ରେକ୍ଷୀରେ ନୟାଗଡ ଜିଲ୍ଲା ଅନ୍ତର୍ଗତ ୮ଟି଼ ବ୍ଲକର ୧୦୬୬ଟି ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ୫ ହଜାରରୁ ଉର୍ଦ୍ଧ୍ୱ ଶିକ୍ଷକ ଶିକ୍ଷୟିତ୍ରୀ ଏହି ଆନ୍ଦୋଳନରେ ସାମିଲ ହେବା ସହିତ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଛନ୍ତି । ଆଜି ଅଧିକାଂଶ…

Read More

ନୟାଗଡ଼ ଜିଲ୍ଲା ସରପଞ୍ଚ ସଂଘ ଗଠିତ, ନୀରଞ୍ଜନ ହେଲେ ସଭାପତି, ଦୀପ୍ତିରଞ୍ଜନ ସାଧାରଣ ସମ୍ପାଦକ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସରପଞ୍ଚ ସଂଘ ଗଠିତ ହୋଇଯାଇଛି । ନୟାଗଡ଼ ସହର ମଧ୍ୟରେ ଥିବା ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ପରିସରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟକାରୀ ସଭାପତି ନୀରଞ୍ଜନ ବିଧାରଙ୍କ ଆହ୍ୱାନ କ୍ରମେ ଆଜିର ଏହି ବୈଠକରେ ଶ୍ରୀଯୁକ୍ତ ବିଧାର ସର୍ବସମ୍ମତି କ୍ରମେ ସଭାପତି ଦାୟିତ୍ବ ଗ୍ରହଣ କରିଛନ୍ତି । ଏଥିସହିତ ସାଧାରଣ ସମ୍ପାଦକ ଭାବେ ଦୀପ୍ତିରଞ୍ଜନ ପରିଡ଼ା, ଉପସଭାପତି ଭାବେ ଗୀତାଞ୍ଜଳୀ ଜେନା, ମାନସ କୁମାର ମହାକୁଡ଼, ବୃନ୍ଦାବନ ମହାନ୍ତିଙ୍କୁ ଚୟନ କରାଯାଇଛି । ସମ୍ପାଦକ ଭାବେ ରମେଶ ପ୍ରସାଦ ରାଉତ, ନିରୂପମା ପାତ୍ରଙ୍କୁ ଚୟନ କରଯାଇଛି । ସଂଘର ଉପଦେଷ୍ଟା ଭାବେ ସନ୍ୟାସୀ ପ୍ରଧାନ, ପ୍ରଭାତ କୁମାର ପ୍ରଧାନ ଏବଂ ସଞ୍ଜୟ ପଟ୍ଟନାୟକଙ୍କୁ ମନୋନୀତ କରାଯାଇଛି । ପ୍ରଦୀପ କୁମାର ସ୍ବାଇଁଙ୍କୁ କୋଷାଧ୍ୟକ୍ଷ ଭାବେ ଦାୟିତ୍ୱ ଦିଆଯାଇଛି…

Read More

ନୟାଗଡ଼ରେ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ଜାତୀୟ ଆଇନ ସେବା ପ୍ରାଧିରଣଙ୍କ ନିର୍ଦ୍ଦେଶମତେ ଆଜି ଭାରତର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ ୫ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ଷୋଳ ଲକ୍ଷ ପଞ୍ଚାଅଶୀ ହଜାର ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦେଶ ଦିଆଯାଇଥିଲା । ସେହିପରି ୫୧ ଟି ଦେୱାନି ମାମଲା ଫଇସଲା କରାଯାଇଥିଲା। ଏନ. ଆଇ. ଆକ୍ଟ କେସ ୬ଟି ଏବଂ ବିବାହଜନିତ ୧୦ ମାମଲା ଫଇସଲା କରାଯାଇଥିଲା ।  ବ୍ୟାଙ୍କରୁ ଋଣ ନେଇ ଋଣ ପରିଶୋଧ କରିନଥିବା ୧୩୦ ଜଣ ଋଣ ଗ୍ରହିତାଙ୍କଠାରୁ ୮୦,୬୯, ୫୭୧ ଟଙ୍କା ଦେବା ପାଇଁ ରାଜିନାମା…

Read More

ନୂଆଗାଁ ଗୋପାଳ ସମାଜର ନନ୍ଦ ଉତ୍ସବରେ ଯୋଗଦେଲେ ଦଶପଲ୍ଲା ବିଧାୟକ

ନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ କୋରଡ଼ା ଗ୍ରାମପଞ୍ଚାୟତ ଅନ୍ତର୍ଗତ ମହିତମା ଠାରେ ଆୟୋଜିତ ୦୯ ରାଜ୍ୟ ପାରମ୍ପପାରିକ ଗୋପାଳ ସମାଜର ନନ୍ଦ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଆଜିର ଏ କାର୍ଯ୍ୟକ୍ରମରେ ମାନ୍ୟବର ବିଧାୟକ ଦଶପଲ୍ଲା ତଥା ବିଜେଡି ଜିଲ୍ଲା ସଭାପତି ନୟାଗଡ଼ ଶ୍ରୀ ରମେଶ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ନୟାଗଡ ଜିଲ୍ଲାର ନୂଆଗାଁ, ଦଶପଲ୍ଲା, ଖଣ୍ଡପଡା ବ୍ଲକର ଗୋପାଳ ସମାଜର ୨୦୦ରୁ ଉର୍ଦ୍ଧ ଗୋପାଳ ମାନେ ଏକତ୍ରିତ ହୋଇଥିଲେ । ନନ୍ଦଉତ୍ସବ ପାରମ୍ପରିକ କାର୍ଯ୍ୟକ୍ରମରେ ନନ୍ଦ ଉତ୍ସବ ଗ୍ରାମପରିକ୍ରମା କରଯାଇଥିଲା। ଶେଷରେ ପ୍ରସାଦ ସେବନ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ତିନୋଟି ଗୋପାଳ ରାଜ୍ୟର ସଭାପତି ଯୋଗଦେଇଥିଲେ । ୯ ରାଜ୍ୟ ଗୋପ ଗୋପାଳ ସମାଜ ସଭାପତିଙ୍କ ସମେତ ବ୍ଲକ୍ ଅଧ୍ୟକ୍ଷାଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ରାଜକିଶୋର…

Read More

ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ବଳକେନ୍ଦ୍ର ଉଦଘାଟନ କରିବା ସହ ଗୁରୁପୂଜନ ପର୍ବରେ ଯୋଗଦେଲେ ଦଶପଲ୍ଲା ବିଧାୟକ

ନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଳକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ସଂପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ବଳ କେନ୍ଦ୍ର ଉଦଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଉଦ୍ଘାଟନ କରିଥିଲେ।ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ଲକ୍ଷ୍ମିପ୍ରିୟା ବେହେରା , ବ୍ଲକ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ , ରାଜସୁନାଖେଳା ଡିଆଇଟି ଅଧ୍ୟକ୍ଷ ବିଜୟ କୁମାର ତ୍ରିପାଠୀ, ବରିଷ୍ଠ ପ୍ରଶିକ୍ଷକ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ମନୋରଞ୍ଜନ ମିଶ୍ର , ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ନରେନ୍ଦ୍ର କୁମାର ବେହେରା, ଚିନ୍ତାମଣି ବିଦ୍ୟାପୀଠ ସଂପଡ଼ା ପ୍ରଧାନ ଶିକ୍ଷକ ଭୀମସେନ ସାହୁ, ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଫୁଲୋଚନ କହଁର ପ୍ରମୁଖ ଯୋଗ ଦେଇଥିଲେ । ସଂପଡା…

Read More

ଶ୍ରୀ ଜଗନ୍ନାଥ ସଂଗ୍ରହାଳୟ ଓ ପାଠାଗାରରେ ଦେବଦଳନ ରଥ ଚକ

ନୂଆଗାଁ,(ନୟାଗଡ଼ ଦର୍ପଣ): ପବିତ୍ର ରକ୍ଷାବନ୍ଧନ ଅବସରରେ ଅପରାହ୍ନରେ ଦୁରଦୁରା ଗ୍ରାମରେ ଅବସ୍ଥିତ ଶ୍ରୀ ଜଗନ୍ନାଥ ସଂଗ୍ରହାଳୟ ଓ ପାଠାଗାରରେ ପୁରୀରୁ ଦେବଦଳନ ରଥର ଚକ ଆସି ପହଞ୍ଚିଛି। ଦୁରୁଦୁରା ଗ୍ରାମରେ ରଥଚକ ପହଞ୍ଚିବା ପରେ ସେଠାରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ପ୍ରଥମେ ଆଜ୍ଞାମାଳ ଦେଇ ଶ୍ରଦ୍ଧାଳୁମାନେ ଗ୍ରାମକୁ ରଥଚକ୍ରକୁ ପାଛୋଟି ନେବା ସହ ଗ୍ରାମ ପରିକ୍ରମା କରିଥିଲେ । ପରେ ଉକ୍ତ ରଥଚକକୁ ଶ୍ରୀଜଗନ୍ନାଥ ସଂଗ୍ରହାଳୟରେ ସଂସ୍ଥାପନ କରାଯାଇଥିଲା l ଘଣ୍ଟ, ମୃଦଙ୍ଗ, ତୁରୀ, ଗିନି ଧ୍ଵନିରେ ଦୁରୁଦୁରା ଗ୍ରାମ ଉତ୍ସବମୁଖର ହୋଇଉଠିଥିଲା । ଏଥି ସହିତ କବିସୂର୍ଯ୍ୟନଗରରୁ ଆସିଥିବା ଘଣ୍ଟବାଦ୍ୟ ଦଳ ଏବଂ ମା’ ମଙ୍ଗଳା ପାଇକ ଆଖଡ଼ାର କଳାକାରମାନେ ସେମାନଙ୍କର ପାଇକ ନୃତ୍ୟକଳା ପ୍ରଦର୍ଶନ କରିଥିଲେ। ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସକଙ୍କ ସହଯୋଗରେ ସଂଗ୍ରହାଳୟକୁ ଆସିଥିବା ସଂଗ୍ରହାଳୟର ସଂପାଦକ ସଞ୍ଜୟ କୁମାର…

Read More

ବିଜୁ ମହିଳା ଜନତା ଦଳ କାର୍ଯ୍ୟକାରିଣୀ ବୈଠକ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ବିଜୁ ମହିଳା ଜନତା ଦଳର ଜିଲ୍ଲା କାର‌୍ୟ୍ୟକାରିଣୀ ବୈଠକ ବିଜେଡି କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ବିଜୁ ମହିଳା ଜନତା ଦଳ ନୟାଗଡ଼ ଜିଲ୍ଲା ସଭାପତି ବିରଜା ଲକ୍ଷ୍ମୀ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ବିଜୁ ମହିଳା ଜନତା ଦଳ ସଭାପତି ସ୍ନେହାଙ୍ଗିନ ଛୁରିଆ ଯୋଗ ଦେଇଥିଲେ । ଏହି ବୈଠକରେ ବିଜୁ ମହିଳା ଜନତା ଦଳର ମହାସଚିବ କସ୍ତୁରୀ ମହାପାତ୍ର, ଅନୁସୁଚିତ ଜାତି ଓ ଜନଜାତିର ରାଜ୍ୟ ସଂଯୋଜିକା ଭାରତୀ ସିଂ, ବରିଷ୍ଠ ଉପସଭାନେତ୍ରୀ ମାନସି ସୁନ୍ଦରାୟ, ରାଜ୍ୟ ବିଜୁ ମହିଳା ଜନତା ଦଳର କୋଷାଧ୍ୟକ୍ଷ ଜୟଶ୍ରୀ ଦାସ, ବରିଷ୍ଠ ଉପସଭାନେତ୍ରୀ ପ୍ରଭାସିନି ନନ୍ଦ, ମାଳତୀ ଗୁରୁ ଓ ଜିଲ୍ଲାସ୍ତରୀୟ ସମସ୍ତ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ । ଏହି ଅବସରରେ ନୟାଗଡ଼…

Read More

ଗଣିଆ ବସ ଷ୍ଟାଣ୍ଡର ଶୁଭ ଉଦଘାଟନ କରିବେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଗଣିଆ,(ନୟାଗଡ଼ ଦର୍ପଣ): ଆସନ୍ତା ତା.୨୩.୦୮.୨୦୨୩ ରିଖ ସନ୍ଧ୍ୟା ୫ ଘଟିକା ସମୟରେ ଆଭାସୀ ମାଧ୍ୟମରେ ଗଣିଆ ବସ ଷ୍ଟାଣ୍ଡର ଶୁଭ ଉଦଘାଟନ କରିବେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ l ଗଣିଆ ଠାରେ ଏହିଉଦଘାଟନ କାର୍ଯ୍ୟକ୍ରମରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ, ଜିଲ୍ଲା ପରିବହନ ଅଧିକାରୀ ପ୍ରଶାନ୍ତ କୁମାର ବେହେରାଙ୍କ ସମେତ ଅଞ୍ଚଳର ମାନ୍ୟଗଣ୍ୟ ବ୍ୟକ୍ତି ଓ ଜନ ସାଧାରଣ ଉପସ୍ଥିତ ରହିବେ l ତତ୍ ସହିତ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଓଡ଼ଗାଁ ବସଷ୍ଟାଣ୍ଡର ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମ ଜିଲ୍ଲା ସସୱାଲ ହଲରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ବଳଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତିରେ ହେବ ।…

Read More

ବନ୍ଧଭୂଇଁ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶୁଭ ଉଦଘାଟନ କଲେ ଦଶପଲ୍ଲାର ଜନପ୍ରିୟ ବିଧାୟକ ରମେଶ ବେହେରା

ନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ବେରୁଆଁବାରି ପଞ୍ଚାୟତ ବନ୍ଧାଭୂଇଁ ଗ୍ରାମରେ ଥିବା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଶୁଭ ଉଦ୍ଘାଟନ ଉତ୍ସବ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ଯୁବ ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ବନ୍ଧାଭୂଇଁ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ କୁ ଉଦ୍ଘାଟନ କରିଥିଲେ । ତତ୍ ସହିତ ଶିକ୍ଷାର ଉନ୍ନତି ପାଇଁ ଛାତ୍ର ଛାତ୍ରୀ ମାନଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚେଷ୍ଟା ଓ ବିଭିନ୍ନ ଯୋଜନା ସମ୍ପର୍କରେ କହିଥିଲେ। ୧୯୮୧ ମସିହାରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଦୀର୍ଘ ୪୨ ବର୍ଷ ଧରି ବିଦ୍ୟାଳୟଟି ପ୍ରାଥମିକ ବିଦ୍ୟାଳୟ ଭାବରେ ଚାଲିଥିଲା । ଆଜି ଅନୁଷ୍ଠାନିକ ଭାବରେ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ରୂପାନ୍ତର ହୋଇଯାଇଛି…

Read More

ରାମେଶ୍ବର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ

ନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ରାମେଶ୍ବର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଖାଲମଡାରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅମୀୟ କୁମାର ରଥଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୂଆଗାଁ ଗ୍ରାମପଞ୍ଚାୟତ ସରପଞ୍ଚ ଅମିତା ପରିଡ଼ା,ସମ୍ମାନୀତ ଅତିଥି ଭାବେ ସମିତି ସଭ୍ୟା ଶ୍ରଦ୍ଧାଞ୍ଜଳୀ ସାସମଲ ଯୋଗଦେଇ ୧୭୯ ଜଣ ଛାତ୍ର ଛାତ୍ରୀଙ୍କୁ ପୋଷାକ ବଣ୍ଟନ କରିଥିଲେ।ଏହି କାର୍ଯ୍ୟକ୍ରମ କୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ସ୍ବାଇଁ ପରିଚାଳନା କରିଥିବା ବେଳେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ। ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟସଭ୍ୟା ପୋଷାକ ବଣ୍ଟନ ସମୟରେ ଉପସ୍ଥିତ ଥିଲେ।

Read More