ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଦଶପଲ୍ଲା ଠାରେ ନିର୍ମିତ ନୂତନ ରେଳ ଷ୍ଟେସନର ସମସ୍ତ କାର୍ଯ୍ୟ ଗତ ଏକମାସ ପୂର୍ବରୁ ସମ୍ପୁର୍ଣ୍ଣ ହୋଇ ସାରିଥିବା ବେଳେ ଏଠାକୁ ରେଳ ଚଳାଚଳ ନେଇ ବିଭାଗ ପକ୍ଷରୁ କୌଣସି ତତ୍ପରତା ପ୍ରକାଶ ପାଉନାହିଁ । ପୂର୍ବତଟ ରେଳ ବିଭାଗର ମୁଖ୍ୟ ସୁରକ୍ଷା ଅଧିକାରୀ ଟ୍ରେନ ଚଳାଚଳର ସମସ୍ତ ଯାଞ୍ଚ କାର୍ଯ୍ୟ ଶେଷ କରି ଗତ ଦୁଇମାସ ତଳୁ ଟ୍ରେନ ଚଳାଚଳ ପାଇଁ ଆବଶ୍ୟକ ନିରାପତ୍ତା ପ୍ରମାଣପତ୍ର ପ୍ରଦାନ କରି ସାରିଛନ୍ତି । ଷ୍ଟେସନର ସମସ୍ତ ଆନୁସଙ୍ଗିକ କାର୍ଯ୍ୟ ଶେଷ ହୋଇ ସାରିଥିବା ବେଳେ ବିଭାଗ ଟ୍ରେନ ଚଳାଚଳର ନାମଗନ୍ଧ ଧରୁନାହିଁ । ଏପରିକି କେବେଠାରୁ ରେଳଗାଡ଼ି ଚାଲିବ ଏ ଉତ୍ତର ମଧ୍ୟ କାହା ପାଖରେ ନାହିଁ । ଟ୍ରେନ ଚଳାଚଳ ପାଇଁ ଅଞ୍ଚଳବାସୀ ଉତ୍ସୁକତାର ସହିତ ଚାହିଁ ବସିଥିବା…
Read MoreCategory: ନୂଆଗାଁ ବ୍ଲକ
ନୟାଗଡ଼ ଆଞ୍ଚଳିକ ବାଣିଜ୍ୟ ସମବାୟ ସମିତିର ଗୁରୁତ୍ବପୁର୍ଣ୍ଣ ବୈଠକ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଆଞ୍ଚଳିକ ବାଣିଜ୍ୟ ସମବାୟ ସମିତିର କଡା ପଦକ୍ଷେପ । ୬ଶହ ଟଙ୍କାରେ ଘର ଭଡା ନେଇ ମାଲିକ ୭ରୁ ୮ହଜାର ଟଙ୍କାରେ ଅନ୍ୟକୁ ଭଡା ଦେଉଛନ୍ତି । ମୁଳ ପଇସା ଛଅ ଶହ ଟଙ୍କା ଦେବାକୁ ଖାତିର କରୁନାହାନ୍ତି । ବାରମ୍ବାର ମାଗିଲେ ମଧ୍ୟ ଟଙ୍କା ଠିକ ସମୟରେ ଦେଉ ନାହାନ୍ତି । ଏଥିପାଇଁ ଆଜି ନୟାଗଡ଼ ଆଞ୍ଚଳିକ ବାଣିଜ୍ୟ ସମବାୟ ସମିତିର ପରିଚାଳନା ବୈଠକ କରାଯାଇ ୨୦ନଂ ଘରକୁ ସିଲ କରାଯାଇଛି । ଅପରାହ୍ନ ଦୁଇ ଘଟିକା ସମୟରେ ପରିଚାଳନା ପରିଷଦର ସଭ୍ୟ ସଭ୍ୟାମାନଙ୍କୁ ନେଇ ଗୁରୁତ୍ବପୁର୍ଣ୍ଣ ବୈଠକ ବସିଥିଲା । ଆଜିଠାରୁ ଉକ୍ତ ଦୋକାନୀର ମାଲିକଙ୍କୁ ୩୦ଦିନର ମହଲତ ଦିଆଯାଇଛି । ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ଘର ମାଲିକ ଟଙ୍କା ନଦେଲେ ସମିତି ଦଖଲକୁ ନେବ ବୋଲି ନିଷ୍ପତି ନିଆଯାଇଛି…
Read Moreଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଛି । ସକାଳୁ ରାମଧୁନ ସହ ତ୍ରିନାଥ ଛକଠାରେ ଥିବା ପ୍ରତିମୂର୍ତ୍ତୀରେ ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା। ଅପରାହ୍ନରେ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ସଭା ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥିଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ପୌର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନ ପ୍ରମୁଖ ଉପସ୍ଥିତ ରହିଥିଲେ । ମୁଖ୍ୟବକ୍ତା ଭାବେ ନାଟ୍ୟକାର ଡ଼ଃ. ବିଜୟ କୁମାର ଚୌଧୁରୀ ଯୋଗଦେଇ ଗାନ୍ଧୀ ଓ ସାହିତ୍ୟ ସମ୍ପର୍କରେ ଆଲୋଚନା କରିଥିଲେ । ଅନ୍ୟତମ ବକ୍ତା ମହମ୍ମଦ ଓମାର ମଲ୍ଲିକ ଗାନ୍ଧୀ…
Read Moreଘରେ ଘରେ ପହଞ୍ଚିବ ରାଜ୍ୟ ସରକାରଙ୍କ ବିକାଶର ବାର୍ତ୍ତା
ନୂଆଗାଁ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ନୂଆଗାଁ ସଦରମହକୁମାରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ୍ ବିଜେଡ଼ି ସଭାପତି ସନାତନ ସାମଲଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ କିପରି ପ୍ରତ୍ୟେକ ଘରେ ଘରେ ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ପହଞ୍ଚିବା ସହ ଲୋକମାନଙ୍କୁ ଅବଗତ କରାଯିବ ସେ ଉପରେ ଗୁରୁତ୍ୱାରୋପ କରିଥିଲେ। ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶର ବାର୍ତ୍ତା ଲୋକମାନଙ୍କ ପାଖରେ ପହଞ୍ଚାଇବାକୁ ଦଶପଲ୍ଲା ବିଧାୟକ ପରାମର୍ଶ ଦେଇଥିଲେ।ବିରୋଧୀ ମାନଙ୍କ ଅପପ୍ରଚାର ବିଷୟରେ ଲୋକମାନଙ୍କୁ ସଚେତନ କରାଇବା ପାଇଁ ବିଜୁ ଜନତା ଦଳର ପ୍ରତ୍ୟେକ କର୍ମୀ ଙ୍କୁ ଆହ୍ବାନ ଦେଇଥିଲେ ଦଶପଲ୍ଲା ଯୁବ ବିଧାୟକ। ଏହି ବୈଠକ ରେ…
Read Moreନୟାଗଡ଼ ଜିଲ୍ଲାର ଗର୍ବ ଓ ଗୌରବ ଡ଼ଃ. ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ହେବେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଅନ୍ତର୍ଗତ ପନ୍ତିଖାରୀ ଶାସନ ଗ୍ରାମରେ ଜନ୍ମଗ୍ରହଣ କରିଥିବା ଡ଼ ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡଙ୍ଗୀ ଅକ୍ଟୋବର ୪ ତାରିଖରେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କରିବା ପାଇଁ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି l ଏହି ବିଜ୍ଞତି ପାଇବା ପରେ ଖବରଟି ବିଜୁଳି ବେଗରେ ସମଗ୍ର ରାଜ୍ୟରେ ପ୍ରଚାରିତ ହୋଇଥିଲା। ରାତି ପାହିବା ବେଳକୁ ବୈଦ୍ୟୁତିକ, ସାମାଜିକ ଅଥବା ଛାପା ଗଣମାଧ୍ୟମରୁ ଖବର ପାଇ ଜଷ୍ଟିସ ଷଡଙ୍ଗୀଙ୍କ ଜନ୍ମ ସ୍ଥାନ ଓଡ଼ଗାଁ ଅଞ୍ଚଳରେ ସମସ୍ତଙ୍କ ମନରେ ଖୁସିର ଲହରୀ ଖେଳି ଯାଇଥିଲା। ପିଲାଟି ଦିନରୁ ନିଜ ଗାଁ ତଥା ଅଞ୍ଚଳ ପାଇଁ ବିଶେଷ ଆକର୍ଷଣ ରହିଥିବାରୁ ଏକଥାକୁ ଅଞ୍ଚଳବାସୀ ବେଶ ମନେ ରଖିଛନ୍ତି ଏବଂ ନିଜକୁ ଗୌରବାନ୍ବିତ ମନେ କରୁଛନ୍ତି। କେବଳ…
Read Moreସାଇବର ସଚେତନତା ଲୋଗ ଉନ୍ମୋଚିତ, ଆସନ୍ତା ୨ ତାରିଖରୁ ବୁଲିବ ‘ସାଇରା’
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସାଇବର ସଚେତନତା ଲୋଗ ଉନ୍ମୋଚିତ ହୋଇଛି । ନୟାଗଡ଼ ଏସପି ରାହୁଲ ଜୈନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ସାଇବର ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବା ଏସପି ସୂଚନା ଦେବା ସହ ଏହାର ଲୋଗକୁ ଉନ୍ମୋଚନ କରାଯାଇଥିଲା । ଆସନ୍ତା ୩୦ ତାରିଖ ମୁଖ୍ୟମନ୍ତ୍ରୀ ରାଜ୍ୟ ସ୍ତରରେ ସଚେତନତା ରଥ ଉଦଘାଟନ କରିବେ । ନୟାଗଡ଼ ଜିଲ୍ଲାରେ ୨ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ରଥ ବୁଲିବା ସହ ସଚେତନତା ନେଇ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯିବ । ଏହି ରଥରେ ଭିଡିଓ ମାଧ୍ୟମରେ ସଚେତନ କରାଯିବା ପାଇଁଯୋଜନା ରହିଛି । ନୟାଗଡ଼ ଜିଲ୍ଲା ପୁଲିସ…
Read Moreଖଣ୍ଡୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ
ନୂଆଗାଁ: ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟ ଖଣ୍ଡୁଗାଁ ରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ଦୟାନିଧି ମହାପାତ୍ର ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ସରପଞ୍ଚ ସସ୍ମିତା ମଳିକ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ।ସମ୍ମାନୀତ ଅତିଥି ଭାବେ ମୋ ସ୍କୁଲ ସଭାପତି ଅନ୍ତର୍ଯ୍ୟାମୀ ମହାପାତ୍ର,ବିଦ୍ୟାଳୟ ପରିଚାଳନା କମିଟି ସଭାପତି ନିରଞ୍ଜନ ପାଣୀ,ମୋ ସ୍କୁଲ ର ସକ୍ରିୟ ସଦସ୍ୟ ଦୀପକ ରଞ୍ଜନ ଦାସ,ସୁରେଶ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।ଏହି ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ରେ କୁନି କୁନି ବୈଜ୍ଞାନିକ ମାନଙ୍କ ଦ୍ଵାରା ୫୨ ଟି ପ୍ରକଳ୍ପ ପ୍ରଦର୍ଶିତ କରଯାଇଥିଲା।ବିଚାରକ ଭାବେ ନୟାଗଡ ସ୍ବୟଂ ଶାସିତ ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନର ଅଧ୍ୟାପିକା ସ୍ୱାଗତିକା ମହାପାତ୍ର, ମାଳିସାହି…
Read Moreଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ
ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲାସ୍ତରରେ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଜିଲ୍ଲାପାଳ ସମସ୍ତଙ୍କୁ ସ୍ୱାଗତ କରି ଏହି ଦିବସ ପାଳନ ନିମନ୍ତେ ସମସ୍ତଙ୍କର ଅକୁଣ୍ଠ ସହଯୋଗ କାମନା କରି କହିଥିଲେ ଯେ,ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଅକ୍ଟୋବର ୧ ତାରିଖରେ ବରିଷ୍ଠ ନାଗରିକ ଦିବସ ଜିଲ୍ଲାସ୍ତରରେ ପାଳନ କରାଯିବ । ଏହି ପରିପ୍ରେକ୍ଷୀରେ ବରିଷ୍ଠ ନାଗରିକମାନଙ୍କ ନିମନ୍ତେ ଏକ ସ୍ୱାସ୍ଥ୍ୟସେବା ଶିବିର ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବ । ପ୍ରତ୍ୟେକ ବ୍ଲକରୁ ପ୍ରାୟ ୫୦ରୁ ୬୦ଜଣ ବରିଷ୍ଠ ନାଗରିକ ବ୍ଲକ ସାମାଜିକ କଲ୍ୟାଣ ଅଧିକାରୀମାନଙ୍କ ଦ୍ୱାରା ସ୍ୱାସ୍ଥ୍ୟ ଶିବିରକୁ ଆଣିବାର ବ୍ୟବସ୍ଥା କରାଯାଇଛି । ଏଥିପାଇଁ ଆଂଚଳିକ…
Read Moreଶ୍ରୀଜଗନ୍ନାଥ ସଂଗ୍ରହାଳୟକୁ ତାଳପତ୍ର ପୋଥି ଦାନ
ନୟାଗଡ଼, (ନୟାଗଡ଼ ଦର୍ପଣ): ଖଣ୍ଡପଡ଼ା ବ୍ଲକ୍ ଅନ୍ତର୍ଗତ ପୁଆଣିଆ ଗ୍ରାମର ଦୂର୍ଯ୍ୟଧନ ବରାଡଙ୍କ ଘରେ ଦୀର୍ଘ ବର୍ଷଧରି ଥିବା ନୃସିଂହ ପୁରାଣ ସହ ଗୀତା ଭାଗବତ ତାଳପତ୍ର ପୋଥି ୧୦ ଖଣ୍ଡ ସ୍ଵେଚ୍ଛାକୃତ ଭାବେ ଦୁର୍ଦ୍ଦୁରା ଗାଁରେ ଥିବା ଅଗ୍ରଣୀ ଅନୁଷ୍ଠାନ ଶ୍ରୀ ଜଗନ୍ନାଥ ସଂଗ୍ରହାଳୟ ଓ ପାଠାଗାରକୁ ପରିବାରର ସଦସ୍ୟମାନେ ପୂଜାର୍ଚ୍ଚନା କରି ଦାନ କରିଛନ୍ତି। ଉକ୍ତ ତାଳପତ୍ର ପୋଥି ଦାନ ସମୟରେ ପୂଜା କର୍ମଣୀରେ ମୁଖ୍ୟ ଅନ୍ତର୍ଯ୍ୟାମୀ ଦାସଙ୍କ ତତ୍ତ୍ଵାବଧାନରେ ବିଧିନୁଯାୟୀ ପୂଜା ପାଠ କରାଯାଇ ଅନୁଷ୍ଠାନର ସଂଗ୍ରହାକ ସଞ୍ଜୟ କୁମାର ସାହୁଙ୍କୁ ହସ୍ତାନ୍ତର କରିଥିଲେ। ଏହି ଅବସରରେ ପରବାରର ସଦସ୍ୟ ଘନଶ୍ୟାମ ବରାଡ଼, ପିଙ୍କୁ ବରାଡ, ସତ୍ୟଭାମା ବରାଡ, ରୁଷି ବରାଡ ପ୍ରମୁଖ ସହଯୋଗ କରିଥିଲେ। ଏଥି ସହ ସଂଗ୍ରହାଳୟରେ ସଂଗୃହିତ ହୋଇଥିବା ଦୁର୍ଲ୍ଲଭ ତାଳପତ୍ର ପୋଥି ଗୁଡ଼ିକକୁ ବିଭିନ୍ନ ସମୟରେ ଦୂରଦୂରାନ୍ତରୁ…
Read Moreସାମୁହିକ ଛୁଟିରେ ଗଲେ ନୟାଗଡ଼ ଜିଲ୍ଲାର ପ୍ରାଥମିକ ଶିକ୍ଷକ
ବିଦ୍ୟାଳୟରେ ଝୁଲିଲା ତାଲା, ମଧ୍ୟାହ୍ନ ଭୋଜନ ଏବଂ ପାଠପଢ଼ା ଠପ୍ ନୟାଗଡ଼,(ନୟାଗଡ଼ ଦର୍ପଣ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ, ଭୁବନେଶ୍ୱରର ଡାକରାରେ ଆଜିଠାରୁ ସମଗ୍ର ରାଜ୍ୟରେ ପ୍ରାଥମିକ, ଉଚ୍ଚ ପ୍ରାଥମିକ ତଥା ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ପ୍ରାଥମିକ ଶିକ୍ଷକମାନେ ସାମୁହିକ ଛୁଟି ନେଇ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି । ତିନି ଦଫା ଦାବି ନେଇ ସମଗ୍ର ରାଜ୍ୟର ୩୧୪ଟି ବ୍ଳକରେ ପ୍ରାଥମିକ ଶିକ୍ଷକମାନେ ଅନିର୍ଦ୍ଦିଷ୍ଟ ସମୟ ପାଇଁ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ କରିଛନ୍ତି । ଏହି ପରିପ୍ରେକ୍ଷୀରେ ନୟାଗଡ ଜିଲ୍ଲା ଅନ୍ତର୍ଗତ ୮ଟି଼ ବ୍ଲକର ୧୦୬୬ଟି ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ୫ ହଜାରରୁ ଉର୍ଦ୍ଧ୍ୱ ଶିକ୍ଷକ ଶିକ୍ଷୟିତ୍ରୀ ଏହି ଆନ୍ଦୋଳନରେ ସାମିଲ ହେବା ସହିତ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଛନ୍ତି । ଆଜି ଅଧିକାଂଶ…
Read More