ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ପୁସ୍ତକ ମହୋତ୍ସବ କମିଟି ଓ ଜିଲ୍ଲା ସଂସ୍କୃତି ପରିଷଦ ଆୟୋଜିତ ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ବୁଧବାର ଉଦଘାଟିତ ହୋଇଯାଇଛି । ନୟାଗଡ଼ ପୁରୁଣାସହର ଦକ୍ଷୀଣକାଳୀ ପଡ଼ିଆଠାରେ ଆୟୋଜିତ କାର୍ଯ୍ୟକ୍ରମକୁ ଉଦଘାଟକ ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ମୁଖ୍ୟ ଅତିଥି ଭାବେ ଖାତନାମା ସାହିତ୍ୟିକ ଡ. ଗୈାରହରୀ ଦାସ ସମ୍ମାନିତ ଅତିଥି ଭାବେ ପୈାର ପରିଷଦ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା ଯୋଗ ଉଦଘାଟନ କରିଥିଲେ । ନୟାଗଡ଼ ମାଟିରେ ବସ୍ତୁ ଅପେକ୍ଷା ଭାବକୁ ବେଶି ଗୁରୁତ୍ୱ ଦିଆଯାଇଥାଏ ବୋଲି ମୁଖ୍ୟ ଅତିଥି ଡ. ଦାସ କହିଥିଲେ । ବିଧାୟକ ଡ଼ଃ. ସାହୁ ତାଙ୍କ ବକ୍ତବ୍ୟରେ ସମାଜରେ ମହୁମାଛିଙ୍କ ସଂଖ୍ୟା କମ ଓ ମଶାଙ୍କ ସଂଖ୍ୟା ଅଧିକ ବୋଲି କହିଥିଲେ । ଏହା ସହିତ ଅନେକ ଉପାଦେୟ…
Read MoreCategory: ନୂଆଗାଁ ବ୍ଲକ
ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବିରେ ନୂଆଗାଁ ବି.ଡ଼଼ି.ଓଙ୍କ ଜରିଆରେ ମୁଖ୍ୟଶାସନ ସଚ଼ିବଙ୍କୁ ଦାବିପତ୍ର
ନୂଆଗାଁ,(ନୟାଗଡ଼ ଦର୍ପଣ): ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷା ପାଇଁ ମାନ୍ୟବର ଉଚ୍ଚତମ ନ୍ୟାୟାଳୟ ଡବ୍ଲୁ.ପି (ସି) ୧୩୨; ୨୦୧୬ ତା: ୨୮/୧୦/୨୦୨୧ ରେ ଏକ ରାୟ ର ଶୁଣାଣି କରି ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ଜଣେ ଜଣେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ଓଡ଼ିଶାର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟ ରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବିରେ ଆଜି ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରସନ ଫର ଦିବ୍ୟାଙ୍ଗ(ଓଏସ୍ଇଏଫଡ଼ି) ନୟାଗଡ଼ ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲା ଯୁଗ୍ମ ସମ୍ପାଦକ ବିଚିଶ୍ମିତା ସାହୁ, ସଂଯୋଜକ ଦିପ୍ତିମୟୀ ପରିଡ଼ା,ବ୍ଲକ ଲିଡର ଦୀପକ କୁମାର ନାୟକ ନୂଆଗାଁ ବ୍ଲକ ବି.ଡ଼ି.ଓ ଙ୍କ ଜରିଆରେ ମାନନୀୟ ମୁଖ୍ୟ ଶାସନ ସଚ଼ିବ ଙ୍କୁ ଦାବିପତ୍ର ପ୍ରଦାନ କଲେ।ଜଣେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମଧ୍ୟ ଏକ ସାଧାରଣ ବିଦ୍ୟାର୍ଥୀ…
Read Moreନୟାଗଡ଼ ଜିଲ୍ଲା ଅମଲା ସଂଘର ଗୁରୁତ୍ୱପୁର୍ଣ୍ଣ ବୈଠକ
ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟ ଅମଲା ସଂଘର ଆହ୍ୱାନ କ୍ରମେ ଜିଲ୍ଲା ଅମଲା ସଂଘର ଏକ ଗୁରୁତ୍ୱପୁର୍ଣ୍ଣ ବୈଠକ ଜିଲ୍ଲା କୃଷି ଭବନ ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି । ଅମଲା ସଂଘ ସଭାପତି ବାଳକୃଷ୍ଣ ଦାଶଙ୍କ ପୌରହିତ୍ୟରେ ଆୟୋଜିତ ଏହି ବୈଠକରେ ଅମଲାମାନଙ୍କ ବିଭିନ୍ନ ଦାବି ପୂରଣ କରିବାରେ ସରକାର ଟାଳଟୁଳ ନୀତି ଅବଲମ୍ବନ କରିବା ସହିତ ସେମାନଙ୍କ ସମସ୍ୟା ସମାଧାନ କରିବାରେ ସରକାର ବିମୂଖ ରହୁଥିବା ନେଇ ସଂଘ ପକ୍ଷରୁ ଉଦବେଗ ପ୍ରକାଶ ପାଇଛି। ରାଜ୍ୟ ସରକାର ଅମଲାମାନଙ୍କର ସର୍ବନିମ୍ନ ଯୋଗ୍ୟତା ସ୍ନାତକ ଏବଂ କମ୍ପ୍ୟୁଟର ଡିପ୍ଲୋମା ଧାର୍ଯ୍ୟ କରିଥିବା ବେଳେ ସେହି ଅନୁଯାୟୀ ସେମାନଙ୍କୁ ୪୨୦୦ ଗ୍ରେଡ ପେ’ରେ ଦରମା ଦେବାପାଇଁ ସଂଘ ଦୀର୍ଘ ଦିନଧରି ଦାବି କରି ଆସୁଅଛି । ମାତ୍ର ସରକାର ବିଗତ ଦିନରେ ରାଜ୍ୟ ଅମଲା ସଂଘ ସହିତ ଆଲୋଚନା…
Read Moreନୟାଗଡ଼ ପାଇଁ ଗୌରବ ଆଣିଲେ ସ୍ବୟଂପ୍ରଭା
ନୟାଗଡ଼,(ନୟାଗଡ଼ ଦର୍ପଣ): ଇକୋନୋମିକ୍ସରେ ଗୋଲଡ଼ ମେଡାଲ ପାଇ ଜିଲ୍ଲା ପାଇଁ ଗୌରବ ଆଣିଲେ ନୟାଗଡର ଝିଅ ସ୍ବୟଂପ୍ରଭା । ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ଚାହାଳୀ ଗ୍ରାମର ଝିଅ ସ୍ୱୟଂପ୍ରଭା ବେହେରା ଜିଲ୍ଲା ସମଗ୍ର ପାଇଁ ଆଣିଛନ୍ତି ଗୌରବ । ଶ୍ରୀଯୁକ୍ତ ସତ୍ୟବାଦୀ ବେହେରା ଓ ଶ୍ରୀମତି ଜୟନ୍ତୀ ବେହେରାଙ୍କ ଝିଅ ହେଉଛନ୍ତି ସ୍ୱୟଂପ୍ରଭା ବେହେରା । ଭୁବନେଶ୍ବର ରମାଦେବୀ ମହିଳା ମହାବିଦ୍ୟାଳୟର ଇକୋନୋମିକ୍ସ ବିଭାଗରେ ଟପ୍ପର ହୋଇ ସମଗ୍ର ଜିଲ୍ଲା ପାଇଁ ଗର୍ବ ଓ ଗୌରବର ଉଦାହରଣ ପାଲଟିଛନ୍ତି ସ୍ୱୟଂପ୍ରଭା ବେହେରା | ସ୍ୱୟଂପ୍ରଭା ପିଲାଟି ଦିନରୁ ଅତି ସରଳ ଏବଂ ମେଧାଵୀ ଛାତ୍ରୀ ଥିଲେ । ରମାଦେବୀ ମହିଳା ମହାବିଦ୍ୟାଳୟର ୨ ୟ ସମାବର୍ତ୍ତନ ଉତ୍ସବରେ ଦେଶର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଠାରୁ ଗୋଲଡ଼ ମେଡାଲ ଓ ବୃତ୍ତି ପାଇଛନ୍ତି…
Read Moreଦକ୍ଷିଣକାଳୀ ପଡ଼ିଆରେ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା
ପୁସ୍ତକ ମେଳାକୁ ଆକର୍ଷଣୀୟ କରିବା ପାଇଁ ପ୍ରୟାସ ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସଂସ୍କୃତି ପରିଷଦ ଓ ପୁସ୍ତକ ମହୋତ୍ସବ କମିଟି ଦ୍ୱାରା ଆୟୋଜିତ ହେବାକୁ ଯାଉଛି ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା । ଏଥିପାଇଁ ଶନିବାର ସଂନ୍ଧ୍ୟାରେ ନୟାଗଡ଼ ବିଧାୟକଙ୍କ ଅଧ୍ୟକ୍ଷତାରେ ଏକ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ଫେବୃୟାରୀ ୧୫ରୁ ୧୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ବେଳେ ଅନିବାର୍ଯ୍ୟ କାରଣ ପାଇଁ ସ୍ଥାନ ପରିବର୍ତ୍ତନ କରାଯାଇଥିବା ସୂଚନା ମିଳିଛି । ପଠାଣି ସାମନ୍ତ ଅଡିଟୋରିୟମ ପଡ଼ିଆ ବଦଳରେ ପୁସ୍ତକ ମହୋତ୍ସବ ପୂର୍ବ ନିଷ୍ପତ୍ତି ମୁତାବକ ଦକ୍ଷିଣକାଳୀ ପଡ଼ିଆରେ ଅନୁଷ୍ଠିତ ହେବ ବୋଲି ଜଣାଯାଇଛି । ସଂଖ୍ୟାଧିକ ପୁସ୍ତକ ବିକ୍ରେତା ଓ କ୍ୟାରିୟର କାଉନସେଲିଂ ସଂସ୍ଥା ଏହି କାର୍ଯ୍ୟକ୍ରମରେ ଯୋଗ…
Read Moreନୟାଗଡ ଅବକାରୀ ବିଭାଗକୁ ସଫଳତା
ନୟାଗଡ଼,(ନୟାଗଡ଼ ଦର୍ପଣ): ଦାମୀ କାର ଓ ଜିପରେ ଗଞ୍ଜେଇ ଫୁଲବାଣୀରୁ ଭାୟା ନୟାଗଡ଼ ଦେଇ ଭୁବନେଶ୍ୱରକୁ ଚୋରା ଚାଲାଣ ବେଳେ ନୟାଗଡ଼ରେ ଜବତ। ଗଞ୍ଜେଇ ବୋଝେଇ କାର ଓ ଜିପ ସହ ୩ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ। ଜବତ ହୋଇଥିବା ଗଞ୍ଜେଇ ପ୍ୟାକେଟର ଓଜନ ୨୨କେଜି ହୋଇଥିବା ବେଳେ ଏହାର ଆନୁମାନିକ ମୂଲ୍ୟ ୫ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ବିଭାଗ ପକ୍ଷରୁ କୁହାଯାଇଛି। ସୂଚନା ଅନୁଯାୟୀ ଫୁଲବାଣୀରୁ ଗଞ୍ଜେଇ ଭୁବନେଶ୍ୱରକୁ ଦିନ ବେଳେ ଚୋରା ଚାଲାଣ ହେଉଥିବା ସୁରାକ ପାଇଁ ଅବକାରୀ ବିଭାଗ ପକ୍ଷରୁ ନୟାଗଡ଼ ସହରରେ ଚଢ଼ାଉ କରାଯାଇଥିଲା। ନୟାଗଡ଼ ସହର ଦେଇ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଅବକାରୀ ବିଭାଗର କର୍ମଚାରୀଙ୍କ ହାତରେ ଧରାପଡିଲା ଗଞ୍ଜେଇ ବୋଝେଇ କାର ଏବଂ ଜିପ, ଏହା ଭିତରେ ଥିଲା ୨୨କେଜି…
Read Moreଜିଲ୍ଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦଯାପିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଆଜି ଜିଲ୍ଲାପାଳଙ୍କ ସଦଭାବନା ଗୃହରେ ଉଦଯାପିତ ହୋଇଯାଇଛି। ଏଠାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ ଓ ସମ୍ମାନିତ ଅତିଥି ଭାବେ ଉଠା ଜଳସେଚନ ନିର୍ବାହୀ ଯନ୍ତ୍ରୀ ଭଗବାନ ଚନ୍ଦ୍ର ଦାସ, କ୍ଷୁଦ୍ର ଜଳସେଚନ ନିର୍ବାହୀ ଯନ୍ତ୍ରୀ ମନୋଜ କୁମାର ପଟ୍ଟନାୟକ ନୟାଗଡ଼ ଜିଲ୍ଲାପାଳଙ୍କ ସଭାପତିତ୍ବରେ ପାଣି ପଞ୍ଚାୟତର ଆଲୋଚନା ଚକ୍ରକୁ ସଫଳାନ୍ଵିତ କରିଥିଲେ। ଫେବୃଆରୀ ୧ ରୁ ୧୫ ତାରିଖ ପର୍ଯ୍ୟନ୍ତ ପାଣି ପଞ୍ଚାୟତ ପକ୍ଷ ପାଳନ ନିମନ୍ତେ ସରକାର ଘୋଷଣା କରିଥିବା ନେଇ ସୂଚନା ପ୍ରଦାନ କରାଯାଇଥିଲା। ଜିଲ୍ଲାପାଳ ଏହି ଯୋଜନାକୁ ଗଣତାନ୍ତ୍ରିକ ପଦ୍ଧତିରେ ସଫଳ ଓ ଦୀର୍ଘାୟୁ କରିବାକୁ କିପରି ମିଳିମିଶି ପାଣିର ସଦ୍ ବିନିଯୋଗ କରିବା ଏବଂ ପାଣିକୁ କିପରି ସଞ୍ଚୟ କରିବା, ଏହାକୁ କୃଷି କ୍ଷେତ୍ରରେ…
Read Moreଆଦାନୀ ଗ୍ରୁପକୁ ଏସବିଆଇ, ଏଲଆଇସି ୮୦ହଜାର କୋଟି ଋଣ ଜାଲିଆତି ତଦନ୍ତ ଦାବୀରେ କଂଗ୍ରେସର ବିକ୍ଷୋଭ
ନୟାଗଡ଼,(ନୟାଗଡ଼ ଦର୍ପଣ): ଦେଶର କୋଟିକୋଟି ସାଧାରଣ ଜନତା ଙ୍କ କଷ୍ଟ ଅର୍ଜିତ ଜମାରାଶିରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରିୟ ବନ୍ଧୁ ଗୌତମ ଅଦାନୀଙ୍କ ଆଦାନୀ ଗ୍ରୁପକୁ ଏସବିଆଇ ଏଲଆଇସି ର ମୁଖ୍ୟମାନେ ମାତ୍ରାଧିକ ଅନୁକମ୍ପା ଦେଖାଇ ପ୍ରାୟ ୮୦ହଜାର କୋଟି ଟଙ୍କା ଋଣ ଦେବା ପ୍ରସଙ୍ଗରେ ଆଜି ଜିଲ୍ଲା କଂଗ୍ରେସ ସଭାପତି ଆଇନଜୀବି ରଣଜିତ ଦାଶଙ୍କ ନେତୃତ୍ୱରେ ପିସିସି ସମ୍ପାଦକ ହୁସେନ ଖାଁ ଏବଂ ଦଳୀୟ ନେତୃବୃନ୍ଦ ଏହି ଋଣ ଘୋଟଲାର ଯୁଗ୍ମ ସଂସଦୀୟ କମିଟି ଯାଞ୍ଚ ଏବଂ ସର୍ବୋଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତିଙ୍କ ଦ୍ୱାରା ତଦନ୍ତ ଦବୀରେ ନୟାଗଡ଼ ଏସବିଆଇ ମୁଖ୍ୟ ଶାଖାଠାରେ ଧାରଣା ଦେଇ ମୋଦି ଆଦାନୀ ବିରୋଧୀ ନାରାବାଜି କରିଥିଲେ। ବିଶ୍ୱ ର ତିନି ନମ୍ବର ବିତ୍ତାଶାଳୀ ବୋଲାଉ ଥିବା ଦେଶଦ୍ରୋହୀ ଗୌତମ ଆଦାନୀ ହିଣ୍ଡେନ୍ସବର୍ଗ ରିପୋର୍ଟ ପ୍ରସାରଣ ପରେ ଗତ ସାତ ଦିନ…
Read Moreନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ପ୍ରସ୍ତୁତି ବୈଠକ
‘ବହି ପ୍ରତି ଛାତ୍ରଛାତ୍ରୀଙ୍କ ଆଗ୍ରହ ସୃଷ୍ଟି ପାଇଁ ସଚେତନତା ଆବଶ୍ୟକ’ ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଜିଲ୍ଲାରେ ଦୀର୍ଘ ବର୍ଷ ଧରି ବନ୍ଦ ରହିଥିବା ପୁସ୍ତକ ମହୋସବକୁ ରୂପାନ୍ତରିତ କରାଯାଇ ଚଳିତ ବର୍ଷ ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ଆୟୋଜନ କରାଯାଇଛି । ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ସଂଯୋଜକ ସଂଜୟ କୁମାର ସ୍ୱାଇଁଙ୍କ ଆବହକତ୍ୱରେ ନୟାଗଡ଼ ବ୍ଲକ ସଭାଗୃହରେ ଆୟୋଜିତ ପ୍ରସ୍ତୁତି ବୈଠକରେ ନୟାଗଡ଼ ଜିଲ୍ଲାର ବହୁ ବୁଦ୍ଧିଜୀବୀ, ସାହିତ୍ୟିକ ଓ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ରହି ଆଲୋଚନାରେ ସାମିଲ ହୋଇଛନ୍ତି । କବି ଓ ଅନୁବାଦକ ଶରତ ଚନ୍ଦ୍ର ଆଚାର୍ଯ୍ୟ ବୈଠକର ଆଭିମୁଖ୍ୟ ଉପସ୍ଥାପନ କରିଥିବା ବେଳେ ସାମ୍ବାଦିକ ଅନୀଲ କୁମାର ପଣ୍ଡା ସାହିତ୍ୟ ସଭା ପାଇଁ…
Read Moreପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା ଉଦଯାପିତ
ନୂଆଗାଁ,(ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ୍ ର କଳା, ଐତିହ୍ୟ,ସଂସ୍କୃତି କୁ ଅନୁଷ୍ଠିତ ହୋଇଥିବା ପଞ୍ଚୁପାଣ୍ଡବ ମହୋତ୍ସବ ଓ ଦାସିଆ ଅଜା ପଲ୍ଲୀଶ୍ରୀ ମେଳା ଉଦଯାପିତ ହୋଇଯାଇଛି। ଉଦଯାପନୀ ଦିବସରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ଲକର ଜନ ପ୍ରତିନିଧି, ଶିକ୍ଷାଵିତମାନଙ୍କୁ ସମ୍ବର୍ଦ୍ଧିତ କରାଯିବା ସହ କଳା ପରିବେଷଣ କରିଥିବା ସ୍ଥାନୀୟ କଳାକାରମାନଙ୍କୁ ପୁରସ୍କୃତ କରାଯାଇଥିଲା।ଦଶପଲ୍ଲା ବିଧାୟକ ତଥା ମହୋତ୍ସବ କମିଟିର ସଭାପତି ରମେଶ ଚନ୍ଦ୍ର ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ମନ୍ତ୍ରୀ ତଥା ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ଯୋଗଦେଇ କଳାକାରମାନଙ୍କ ଅନ୍ତର୍ନିହିତ କଳାକୁ ପରିବେଷଣ କରିବାର ମୁଖ୍ୟ ମାଧ୍ୟମ ଏହି ପଞ୍ଚୁପାଣ୍ଡବ ମହୋତ୍ସବ ବୋଲି ମୁଖ୍ୟ ଅତିଥି ବିଧାୟକ ପଦ୍ମନାଭ ବେହେରା କହିଥିଲେ। ଦଶପଲ୍ଲା ବିଧାୟକଙ୍କ ପ୍ରଚେଷ୍ଟା ଯୋଗୁଁ ଏଭଳି ମହୋତ୍ସବ ଆୟୋଜିତ ହୋଇ ପାରିଥିବା କହିବା ସହ ‘ପାଞ୍ଚାଳୀ’କୁ ଉନ୍ମୋଚନ କରିଥିଲେ।…
Read More