ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଧାରଣା ଦେଲେ ଅଂଶିକା ସର୍ଭିସେସର ଲଣ୍ଡ୍ରୀ କର୍ମଚାରୀ । ଅଂଶିକା ସର୍ଭିସେସ ମାଧ୍ୟମରେ ଦିର୍ଘ ତିନି ବର୍ଷ ଧରି ମେଡିକାଲ ରେ ଲଣ୍ଡ୍ରୀ କର୍ମଚାରୀ ଭାବେ କାର୍ଯ୍ୟ କରିଥିଲେ ମଧ୍ୟ ସଂସ୍ଥା ମାଲିକ୍ ଚିତ୍ତରଞ୍ଜନ ଦାସ କର୍ମଚାରୀ ମାନଙ୍କୁ ଦରମା ଦେଉନଥିବା ଅଭିଯୋଗ କରିଛନ୍ତି । ଦରମା ମାଗିଲେ ସଂସ୍ଥା ର ସୁପରଭାଇଜର ଅନୁରାଗ ଖଟେଇ ଅସଭ୍ୟ ଭାଷାରେ ଗାଳି ଗୁଲଜ କରିବା ସହ ଧମକ ଦେଉଥିବା ଅଭିଯୋଗ କରିଛନ୍ତି କର୍ମଚାରୀ ମାନେ । ଏପରିକି ଦରମା, ସେକେଣ୍ଡ ସିପ୍ଟି , କୋଭିଡ ଇନସେଟିଭ ଦିଆଯାଇ ନଥିବା ବେଳେ ଇ.ପି.ଏଫ.ଓ , ଇଏଓ.ଆଇ ମାସିକ ପାରିଶ୍ରମିକ ରୁ କଟାଯାଇସିଛି . ଯାହାକୁ ପରେ ଆକାଉଣ୍ଟ ରେ ପରିଶୋଧ କରାଯାଇ ନଥିବା ଅଭିଯୋଗ କରିଛନ୍ତି କର୍ମଚାରୀ । କର୍ମଚାରୀ…
Read MoreCategory: ନୂଆଗାଁ ବ୍ଲକ
ବନ୍ୟା ପ୍ରପୀଡ଼ିତଙ୍କୁ ଭେଟିଲେ ଜିଲ୍ଲାପାଳ, ସାଂସଦ, ବିଧାୟକଙ୍କ ସମେତ ବହୁ ଲୋକ ପ୍ରତିନିଧି
ଭାପୁର,(ନୟାଗଡ଼ ଦର୍ପଣ): ଭାପୁର ବ୍ଳକର ଦୁଇ ପଞ୍ଚାୟତରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଉପାଧ୍ୟକ୍ଷ ବେଣୁଧର ପ୍ରଧାନଙ୍କ ନେତୃତ୍ୱରେ ଆଜି ବିଭିନ୍ନ ବନ୍ୟା ପ୍ଲାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ, ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ, ନୟାଗଡ଼ ଜିଲ୍ଲାପାଳ ଡ଼ଃ ପୋମା ଟୁଡୁ, ମୁଖ୍ୟ କାର୍ଯ୍ୟନିବାହୀ ଅଧିକାରୀ ଜିଲ୍ଲା ପରିଷଦ, ଭାପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ, ୧୮ନଂ ଜୋନ ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର କୁମାର ଧଳ, ୫ନଂ ଜୋନ ଜିଲ୍ଲା ପରିଷଦ ସଭ୍ୟ ରାମେଶ୍ୱର ଶତପଥି ଏବଂ ଭାପୁର ପଞ୍ଚାୟତ ସମିତିର ବହୁ ଜନପ୍ରତିନିଧିଙ୍କ ସମେତ ଜିଲ୍ଲା ପ୍ରଶାସନ, ବ୍ଲକ ପ୍ରଶାସନର ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ବୃନ୍ଦ। କରବର ଓ ଫତେଗଡ଼ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ବନ୍ୟା ପ୍ରପୀଡିତ ପରିବାରଙ୍କୁ ଭେଟିବା ସହ ବନ୍ୟାଞ୍ଚଳ ଅନୁଧ୍ୟାନ କରିଛନ୍ତି।…
Read Moreପ୍ରାଥମିକ ବିଦ୍ୟାଳୟରୁ ଉଚ୍ଚ ବିଦ୍ୟାଳୟ, ଦଶପଲ୍ଲା ବିଧାୟକଙ୍କୁ କୃତଜ୍ଞତା ଜଣାଇଲେ ପଞ୍ଚାୟତବାସୀ
ନୂଆଗାଁ,(ନୟାଗଡ଼ ଦର୍ପଣ): ହାଇସ୍କୁଲକୁ ଉନ୍ନୀତ ହୋଇଛି ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ କାପ୍ତାପଲ୍ଲୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ । ଏହି ଅବସରରେ କାପ୍ତାପଲ୍ଲୀ ପଞ୍ଚାୟତବାସୀ ସାଂସଦ ଅଚ୍ୟୁତ ସାମନ୍ତ ଓ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି । ଏଥିପାଇଁ ବିଦ୍ୟାଳୟ ପରିସରରେ ଏକ ସଭା ଆୟୋଜିତ ହୋଇଥିଲା । ଏହି ସଭାରେ ପଞ୍ଚାୟତବାସୀ ବିଧାୟକଙ୍କୁ ବିରାଟ ପୁଷ୍ପମାଳ ପ୍ରଦାନ କରିଥିଲେ । ଛାତ୍ରଛାତ୍ରୀମାନେ ବିଦ୍ୟାଳୟରେ ଅନୁଷ୍ଠାନିକ ଭାବେ ନବମ ଶ୍ରେଣୀରେ ନାମ ଲେଖାଇବା ପରେ ପାଠପଢ଼ାର ଶୁଭାରମ୍ଭ ହୋଇଥିଲା । ଆଗାମୀ ଦିନରେ ଏହି ବିଦ୍ୟାଳୟକୁ ‘5-ଟି’ ଯୋଜନାରେ ସାମିଲ କରିବା ସହ ବିଦ୍ୟାଳୟରେ ଶିକ୍ଷକ ସମସ୍ୟାର ଶୂଘ୍ର ସମାଧାନ ପାଇଁ ବିଧାୟକ ପ୍ରତିଶୃତି ଦେଇଥିଲେ । କାର୍ଯ୍ୟକ୍ରମରେ ନୂଆଗାଁ ବିଡିଓ ପ୍ରମୋଦ କୁମାର ନାୟକ, ବ୍ଲକ ଅଧ୍ୟକ୍ଷାଙ୍କ…
Read Moreପୁଣିଥରେ ବିଜେଡି ରାଜ୍ୟ ସମ୍ପାଦକ ହେଲେ ଅନୱର ଅଲ୍ଲୀ
ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟ ରାଜନୀତି ଠାରୁ ଆରମ୍ଭ କରି ଜାତୀୟ ରାଜନୀତି ପର୍ଯ୍ୟନ୍ତ ବହୁ ଉଚ୍ଚ ପଦବୀରେ ସାମ୍ବାଦିକ ମାନେ ବିଭିନ୍ନ ଆସନ ଅଳଙ୍କୃତ କରିଥିବା ନଜିର ରହିଛି । ଓଡ଼ିଶା ରାଜ୍ୟ ରାଜନୀତିରେ ବିଜୁ ଜନତା ଦଳ ପ୍ରମୁଖ ଦଳ ଭାବେ ଏକ ନମ୍ବର ସ୍ଥାନରେ ରହିଛି । ଏହି କ୍ରମରେ ନିକଟରେ ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ନାମ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମ ନବୀନ ପଟ୍ଟନାୟକ । ନୟାଗଡ଼ ଜିଲ୍ଲାରୁ ରାଜ୍ୟ ସମ୍ପାଦକ ଭାବେ ପୁଣି ଥରେ ସାମ୍ବାଦିକ ଅନଓ୍ବର ଅଲ୍ଲୀଙ୍କୁ ଦାୟିତ୍ଵ ଦେଇଛନ୍ତି ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ । ଦଳର ନୀତି ନିୟମ ଅନୁସାରେ କାର୍ଯ୍ୟ କରିବା ସହ ସଙ୍ଗଠନକୁ ସୁଦୃଢ କରିବା ଏବଂ ସମାଜସେବାରେ ନିଜକୁ ନିୟୋଜିତ ରଖିବେ ବୋଲି ପ୍ରକାଶ କରିଛନ୍ତି ନବ ନିଯୁକ୍ତ ରାଜ୍ୟ…
Read Moreକଣ୍ଟ୍ରାକ୍ଟରଙ୍କ ମନମାନି ଦୁଇବର୍ଷ ଧରି ନିର୍ମାଣ ହୋଇନି ପୋଲ
ଓଡ଼ଗାଁ,(ନୟାଗଡ଼ ଦର୍ପଣ): ଓଡ଼ଗାଁ ବ୍ଳକ ବାଣ୍ଠପୁର ଠାରୁ ବଡ଼ପୁଟ ଛକ ପର୍ଯ୍ୟନ୍ତ କୋଟି କୋଟି ଟଙ୍କା ବେୟରେ ନିର୍ମାଣ ହୋଇଛି ପିଚୁ ରାସ୍ତା। କିନ୍ତୁ ଦୁଃଖ ଓ ପରିତାପର ବିଷୟ ବାଣ୍ଠପୁର ପଞ୍ଚାୟତର ଧବଳେଇ ଗ୍ରାମ ନିକଟସ୍ଥ କେନାଲ ଉପରେ ନିର୍ମାଣ ହୋଇଛି ଏକ ପୋଲ। ଦୀର୍ଘ ଦୁଇବର୍ଷ ହେଲା ଏହି ପୋଲ ନିର୍ମାଣ ହୋଇ ରାସ୍ତା ସଂଯୋଗ ପାଇଁ ମାଟି ପଡିନଥିବାରୁ କେନାଲ ଉପରେ ଡାଇଭର୍ଶନ ରାସ୍ତାରେ ବିପଦ ସଂକୁଳ ଅବସ୍ଥାରେ ଗାଡିମୋଟର ଯାତାୟତ କରୁଛି। ଏଥିଯୋଗୁଁ ଦୁଇ ବର୍ଷ ଭିତରେ ଅନେକ ଥର ଛୋଟବଡ଼ ଦୁର୍ଘଟଣାମାନ ଘଟିଛି। ଗତ କିଛିଦିନ ପୂର୍ବେ ଏହି ଡାଇଭର୍ଶନରେ ଏକ କାର କେନାଲ ମଧ୍ୟକୁ ଖସି ପଡ଼ିଥିବା ବେଳେ ଆଜି ସକାଳେ ଏକ ୧୬ଚକିଆ ଆନ୍ଧ୍ର ଟ୍ରକ କେନାଲ ମଧ୍ୟକୁ ଖସିଯାଇଛି। ଏଥିରେ ବସିଥିବା ୧୦ଜଣ ଶ୍ରମିକ ଶ୍ରେଣୀର…
Read More“ମୋ ମାଟି ମୋ ମା” ଭିଡିଓ ଉନ୍ମୋଚିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ୭୬ତମ ସ୍ବାଧୀନତା ଦିବସ ଉପଲକ୍ଷ୍ୟେ ନୟାଗଡର ଅନ୍ୟତମ ଅଗ୍ରଣୀ ସଙ୍ଗୀତ ଅନୁଷ୍ଠାନ “ଶ୍ରୀ ସୃଜନ” (କଳା-ସାହିତ୍ୟ-ସଂସ୍କୃତିର ଭାବମୟ ଉତ୍ତରଣ)ପକ୍ଷରୁ ‘ସେବା ଅନୁଷ୍ଠାନ’ ନୟାଗଡରେ ଏକ ହୃଦୟ ଛୁଆଁ ଦେଶାତ୍ମବୋଧକ ସଙ୍ଗୀତ, ଶ୍ରୀ ସୃଜନର ସଭାପତି ଡ. ବିଜୟ କୁମାର ଚୌଧୁରୀ,କମ୍ରେଡ୍ ବିଶ୍ବନାଥ ମହାପାତ୍ରଙ୍କ ଉପସ୍ଥିତିରେ ଉନ୍ମୋଚିତ ହୋଇଯାଇଛି।ସଙ୍ଗୀତର ରଚୟିତା ଶିକ୍ଷୟିତ୍ରୀ କାଦମ୍ବିନୀ ମହାପାତ୍ର, ସ୍ବର ସଂଯୋଜନା ଓ କଣ୍ଠଦାନ କରିଛନ୍ତି ଶ୍ରୀ ସୃଜନର ସଂପାଦିକା ଅଧ୍ୟାପିକା, କଣ୍ଠଶିଳ୍ପୀ,ସଙ୍ଗୀତ ନିର୍ଦ୍ଦେଶିକା ଜୟଶ୍ରୀ ଦେବୀ।ଉନ୍ମୋଚନ ସମୟରେ ସଞ୍ଜୟ ସାହୁ,ପ୍ରଦୀପ ସାହୁ,ଲକ୍ଷ୍ମୀଧର ମହାପାତ୍ର, ଅଶୋକ ମଲ୍ଲ, ଦିଲ୍ଲୀପ ସାହୁ, କିଶୋର ମହାପାତ୍ର, ଚିତ୍ତରଞ୍ଜନ ନାୟକ, ଶିକ୍ଷକ, ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀଙ୍କ ସହ ଶ୍ରୀ ସୃଜନ ଅନୁଷ୍ଠାନର ସମସ୍ତ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିବା ସହିତ ସହଯୋଗୀ ଅନୁଷ୍ଠାନ ଚମତ୍କାର, ନାଟ୍ୟଧାରାର ସଭ୍ୟ ସଭ୍ୟା ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସୁଚାରୁ ରୂପେ…
Read Moreକୋରଡ଼ା ପଞ୍ଚାୟତରେ ବିଶାଳ ତ୍ରିରଙ୍ଗା ବାଇକ ଶୋଭାଯାତ୍ରା
ନୂଆଗାଁ,(ନୟାଗଡ଼ ଦର୍ପଣ): ୭୬ତମ ସ୍ୱାଧୀନତା ଦିବସ ଅବସରରେ କୋରଡ଼ା ପଞ୍ଚାୟତରେ ଏକ ବିଶାଳ ତ୍ରିରଙ୍ଗା ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି I ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅଧୀନ କୋରଡ଼ା ପଞ୍ଚାୟତରେ ଶତାଧିକ ସ୍ଥାନୀୟ ଲୋକେ ଏହି ବାଇକ ଶୋଭାଯାତ୍ରାରେ ସାମିଲ ହୋଇଥିବା ଦେଖିବାକୁ ମିଳିଛି I ସେବା ଉତ୍ସବ ସମିତି ଅଧକ୍ଷ ଶିବରାମ ମହାପାତ୍ର ଓ ସମାଜସେବୀ ଗୋଲଖ ବିହାରୀ ଗୋଛାୟତଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ବାଇକ ଶୋଭାଯାତ୍ରାରେ ଶତାଧିକ ସ୍ଥାନୀୟ ବାସିନ୍ଦା ବାଇକ ଶୋଭାଯାତ୍ରାରେ ସାମିଲ ହୋଇ ଭାରତ ମାତାର ଜୟଗାନ କରି ଗ୍ରାମ ପରିକ୍ରମା କରିଥିଲେ I ଅନ୍ୟମାନଙ୍କ ମଧ୍ୟରେ ଆଜିର ଏହି ଶୋଭାଯାତ୍ରାରେ ପାଞ୍ଚଶାଖା କୃଷକ କ୍ଲବର ଭଗବାନ ସାହୁ,ପ୍ରଫୁଲ କୁମାର ବାରିକି, ଅନନ୍ତ ସାହୁ,ହରେକୃଷ୍ଣ ସାହୁ, ଅନ୍ତର୍ଯ୍ୟାମୀ ସୁବୁଦ୍ଧି,ସମୀର ମହାପାତ୍ର ପ୍ରମୁଖ ସାମିଲ ହୋଇଥିଲେ l
Read More‘ରେଡକ୍ରସ ସ୍ଵେଚ୍ଛାସେବୀ ଅନୁଷ୍ଠାନ’ ଏବଂ ‘ସତ୍ୟମ କମ୍ପ୍ୟୁଟର’ର ମିଳିତ ଆନୁକୂଲ୍ୟରେ ରକ୍ତଦାନ ଶିବିର
ନୟାଗଡ଼,(ନୟାଗଡ଼ ଦର୍ପଣ): ୭୬ତମ ସ୍ବାଧୀନତା ଦିବସ ଅବସରରେ ନୟାଗଡ଼ ରେଡକ୍ରସ ସ୍ଵେଚ୍ଛାସେବୀ ଅନୁଷ୍ଠାନ ଏବଂ ସତ୍ୟମ କମ୍ପ୍ୟୁଟର ର ମିଳିତ ଆନୁକୂଲ୍ୟରେ ଏକ ରକ୍ତଦାନ ଶିବିର ସତ୍ୟମ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରୁ ୧୬ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା । ନୟାଗଡ଼ ରେଡକ୍ରସ ସ୍ଵେଚ୍ଛାସେବୀ ଅନୁଷ୍ଠାନର ପରାମର୍ଶଦାତା ବିଭୁତି ଭୁଷଣ ପଟ୍ଟନାୟକ ଏବଂ ସତ୍ୟମର ନିର୍ଦେଶକ ଧିରେନ୍ଦ୍ର କୁମାର ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଚାଲିଥିବା ଏହି ଶିବିରର ପରିଚାଳନାରେ ସହଯୋଗ କରିଥିଲେ ଶ୍ରୀ ସନ୍ତୋଷ ଷଡ଼ଙ୍ଗୀ, ପବିତ୍ର ସାହୁ, ସୁଶାନ୍ତ ପାଇକରାୟ, ପ୍ରଦୀପ ବରାଡ ଏବଂ କାଜଲ ଡାକୁଆ ।
Read Moreସମର୍ପଣ (ବୃଦ୍ଧାଶ୍ରମ)ରେ ସ୍ବାଧୀନତା ଦିବସ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ସ୍ବାଧୀନତାର ଅମ୍ରୃତ ମହୋତ୍ସବ ତଥା ୭୬ ତମ ସ୍ବାଧିନତା ଦିବସ ସମର୍ପଣ ପରିସରରେ ପାଳିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ନୟାଗଡ ଷ୍ଟେଟ ବ୍ଯାଙ୍କ ( କ୍ରୁଷି ଉନ୍ନୟନ) ଶାଖାର ମୂଖ୍ଯ ପରିଚାଳକ ଶ୍ରୀଯୁକ୍ତ ଶିବରାମ ପାଣିଗ୍ରାହୀ ମୁଖ୍ଯ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହିତ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଆଜି ପ୍ରତ୍ଯେକ ଆଦିବାସୀ ଅଧୁଷିତ ଅଞ୍ଚଳରେ ମଧ୍ଯ ଅତି ସୁନ୍ଦର ଭାବେ ଦେଖିବାକୁ ମିଳିଛି ବୋଲି ଉଦବୋଧନ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ସମର୍ପଣ ପରିଚାଳନା କମିଟିର କାର୍ଯ୍ୟକାରୀ ସଭାପତି ଅରୁଣ କୁମାର ମହାନ୍ତି, ସଂପାଦକ ଦାମୋଦର ସାହୁ, କୋଷାଧ୍ୟକ୍ଷ ଶ୍ରୀଧର ସାହୁ, କାର୍ଯ୍ଯନିର୍ବାହୀ ସଦସ୍ଯ ପ୍ରସନ୍ନ କୁମାର ବସନ୍ତିଆ ଉପସ୍ଥିତ ଥିଲାବେଳେ ସଦସ୍ଯ ଶ୍ରୀକାନ୍ତ କୁମାର ପଟ୍ଟନାୟକ, ମଦନମୋହନ ମହାପାତ୍ର, ରାଧେଶ୍ଯାମ ମୋହୋତା, ରବିନ୍ଦ୍ର କୁମାର ସାହୁ, ମିହିର…
Read Moreତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ
ନୟାଗଡ଼,(ନୟାଗଡ଼ ଦର୍ପଣ): ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକଅଦାଲତ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଲୋକ ଅଦାଲତରେ ଜିଲ୍ଲାର ବିଚାର ବିଭାଗୀୟ ସମସ୍ତ ଅଦାଲତଙ୍କ ପକ୍ଷରୁ ୪୮୩୩ଗୋଟି ମାମଲା ଆଗତ କରାଯାଇ ୩୯୯୬ଗୋଟି ମାମଲାର ଫଇସଲା ହୋଇ ଟ.୨,୧୧,୭୪,୪୭୫/- (ଦୁଇ କୋଟି ଏଗାର ଲକ୍ଷ ଚଉସ୍ତରୀ ହଜାର ଚାରିଶହ ପଞ୍ଚସ୍ତୋରୀ ଟଙ୍କା) ଆଦାୟ ପାଇଁ ଧାର୍ଯ୍ୟ ହୋଇଅଛି । ଜିଲ୍ଲାସ୍ତରୀୟ ଲୋକ ଅଦାଲତରେ ନୟାଗଡ଼ ଜିଲ୍ଲା ଜଜ୍ ଶ୍ରୀମତୀ ରୂପଶ୍ରୀ ଚୌଧୁରୀଙ୍କ କୋର୍ଟ ପକ୍ଷରୁ ୬୦ଗୋଟି ଗାଡ଼ିମଟର ଦୁର୍ଘଟଣା ଜନିତ ମାମଲା ଆଗତ ହୋଇ ୧୭ଗୋଟି ମାମଲା ଫଇସଲା ହୋଇ ରେକର୍ଡ ସଂଖ୍ୟକ କ୍ଷତିପୂରଣ ଜମାରାଶି ଟ.୧,୧୬,୫୪, ୦୦୦/ -( ଏକ କୋଟି ଷୋହଳ ଲକ୍ଷ ଚଉବନ ହଜାର ଟଙ୍କା) ବୀମାରାଶି ଦେବାକୁ ବୀମା କଂପାନୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ…
Read More