ନୂଆଗାଁ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ସଂପଡା କ୍ଲଷ୍ଟରର ମସ୍କାବାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜଗନ୍ନାଥ ବେହେରାଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ ନୂଆଗାଁ ପ୍ରାଥମିକ ଶିକ୍ଷକ ସଂଘର ସଭାପତି ସୀମାଞ୍ଚଳ ସେନାପତିଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ, ସମ୍ମାନୀତ ଅତିଥି ଭାବେ ସି ଆର୍ ସି ସି କୈଳାଶ ନାୟକ, ଶିକ୍ଷକ ସୁଧୀର କୁମାର ପ୍ରଧାନ, ସୁରେଶ ଚନ୍ଦ୍ର ମହାପାତ୍ର, ଅବସରପ୍ରାପ୍ତ ଶିକ୍ଷକ ନବକୃଷ୍ଣ ସାହୁ, ଚିନ୍ତାମଣି ବିଦ୍ୟାପୀଠ ଶିକ୍ଷକ ବିନାୟକ ପରିଡ଼ା, ହୃଷୀକେଶ ପ୍ରଧାନ, ପରମାନନ୍ଦ ପରିଡ଼ା, ଲକ୍ଷ୍ମୀଧର ବେହେରା, ପ୍ରଶାନ୍ତ ପ୍ରଧାନ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପ୍ରମୋଦ କୁମାର ନାୟକ, ଦୟାନିଧି ପ୍ରଧାନ, ଗ୍ରାମ ସଭାପତି…
Read MoreCategory: ନୂଆଗାଁ ବ୍ଲକ
ମହିଳା ସଶକ୍ତି କରଣ ନିମନ୍ତେ ସୁଭଦ୍ରା ଯୋଜନା ଆରମ୍ଭର କାର୍ଯ୍ୟ ଖସଡ଼ା
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନିଲ ଅଗ୍ରୱାଲ ଜିଲ୍ଲାରେ ମହିଳାମାନଙ୍କୁ ସଶକ୍ତି କରଣ ନିମନ୍ତେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ଉଦ୍ଦେଶ୍ୟରେ ଜିଲ୍ଲା ଓଶ୍ୱାନ୍ ସଭା କକ୍ଷରୁ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କ ସହ ବ୍ଲକ ଓଶ୍ୱାନ୍ ସଭା କକ୍ଷକୁ ସଂଯୋଗ କରି ସମସ୍ତ ବିଭାଗର ଭୂମିକା ଓ ଦାୟିତ୍ୱ ସମ୍ବନ୍ଧରେ ବୁଝାଇଥିଲେ । ଏହି ଯୋଜନାରେ ମହିଳାମାନଙ୍କୁ ଆଗାମୀ ୫ବର୍ଷରେ ଟ.୫୦,୦୦୦/- ଦେଇ ଆତ୍ମ ନିର୍ଭରଶୀଳ କରିବାର କାର୍ଯ୍ୟକ୍ରମ ରହିଅଛି । ଦୁଇଟି କିସ୍ତିରେ(ରାକ୍ଷୀ ପୂର୍ଣ୍ଣିମା ଓ ବିଶ୍ୱ ମହିଳା ଦିବସ) ଟ.୫,୦୦୦/-ଲେଖାଏଁ ମୋଟ ଟ.୧୦,୦୦୦/- ବାର୍ଷିକ ୫ବର୍ଷରେ ଟ.୫୦,୦୦୦/- ପ୍ରଦାନ କରାଯିବ । ୨୧ ରୁ ୬୦ବର୍ଷ ବୟସର ମହିଳାମାନେ ଏଥିପାଇଁ ଆବେଦନ କରିପାରିବେ । ଯେଉଁ ମହିଳାମାନେ ମାସିକ ୧୫୦୦ଟଙ୍କା ଭତ୍ତା ପାଉଥିବେ,ସାଂସଦ କିମ୍ବା ବିଧାୟକ ପରିବାରର ମହିଳା ହୋଇଥିବେ,ନିର୍ବାଚିତ ପ୍ରତିନିଧି ହୋଇଥିବେ,…
Read Moreଇଟାମାଟି ପଞ୍ଚାୟତରେ ଯୁବକଙ୍କ ଦ୍ଵାରା ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଇଟାମାଟି, (ନୟାଗଡ଼ ଦର୍ପଣ): ଇଟାମାଟି ଗ୍ରାମ ପଞ୍ଚାୟତର ଯୁବକଙ୍କ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ୭୮ତମ ସ୍ବାଧିନତା ଦିବସ ଉପଲକ୍ଷେ ବୃକ୍ଷ ରୋପଣ ଓ ପରିବେଶ ସୁରକ୍ଷା ପ୍ରତି ସଚେତନତା ଉଦ୍ଦେଶ୍ୟରେ ଆଜି ଇଟାମାଟି ପଞ୍ଚାୟତର ବିଭିନ୍ନ ସ୍ଥାନରେ ଯୁବକଙ୍କ ଦ୍ଵାରା ବୃକ୍ଷ ରୋପଣ କରାଯାଇଛି। ବୃକ୍ଷ ରୋପଣ କରାଯିବା ସହିତ ” ଗଛ ଲଗାଅ ଜୀବନ ବଞ୍ଚାଅ” , “ପରିବେଶ ସୁରକ୍ଷା ଜୀବନ ରକ୍ଷା”, “ବୃକ୍ଷ ଟିଏ ପିଲା ଟିଏ ” ଇତ୍ୟାଦି ସ୍ଲୋଗାନ ଦେଇଛନ୍ତି। ଗ୍ରାମରେ ଥିବା ଏକ ପୁଷ୍କରିଣୀର ଚତୁଃପାର୍ଶ୍ଵରେ ଲିମ୍ବ, ବଉଳ, ଅଶୋକ ଓ କଦମ୍ବ ପରି ବହୁ ମୂଲ୍ୟବାନ ବୃକ୍ଷ ମାନ ଲଗାଯାଇଛି । ଇଟାମାଟି ଅଞ୍ଚଳର ଅନନ୍ତ ସାହୁ, ପ୍ରଶାନ୍ତ କୁମାର ସାହୁ, ସୁମିତି କୁମାର ମହାରଣା, ହାପି, ସାହିଲ ରାୟ , ରାଜେଶ ବାରିକ,…
Read Moreକାର ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତିଲେ ଗାଡି ଚାଳକ ଓ ଯାତ୍ରୀ
ନୂଆଗାଁ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ଥାନା ୫୭ନଂ ଜାତୀୟ ରାଜପଥ ସୋରଡ଼ା ନିକଟରେ ବିଳମ୍ବିତ ରାତିରେ ଏକ କାର ନଂ OD 15 S 0874 ଭୁବନେଶ୍ୱରରୁ ବୀର ମହାରାଜପୁର ଅଭିମୁଖେ ଯାଉଥିବା ବେଳେ ଗାଡି ଚାଳକ ଭାରସାମ୍ୟ ହରାଇ ସୋରଡ଼ା ନିକଟରେ ଏକ ଗଛରେ ପିଟି ଦେଇଥିଲା। ଗାଡ଼ିରେ ବେଲୁନ ବାହାରିବା ଫଳରେ ଅଳ୍ପକେ ବର୍ତ୍ତି ଯାଇଥିଲେ ଗାଡି ଚାଳକ ଓ ଯାତ୍ରୀ । ଘଟଣା ସ୍ଥଳରେ ନୂଆଗାଁ ପୁଲିସ ପହଞ୍ଚି ଗାଡିକୁ ଜବତ କରି ନୂଆଗାଁ ଥାନାକୁ ଆଣିବା ସହ କେସ ନଂ ୧୪୪/୨୪ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରାଯାଇଥିବା ନୂଆଗାଁ ଥାନା ଅଧିକାରୀ ଶରତ ଚନ୍ଦ୍ର ସେଠୀ ସୂଚନା ଦେଇଛନ୍ତି।
Read Moreନୟାଗଡ଼ ପୁଲିସକୁ ବଡ଼ ସଫଳତା, ନୟାଗଡ଼ ଏସପିଙ୍କ ସାମ୍ବାଦିକ ସମ୍ମିଳନୀ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଏସପି ରାହୁଲ ଜୈନ ଏକ ସାମ୍ବାଦିକ ସମ୍ମିଳନୀ କରି ଜିଲ୍ଲାର ପ୍ରତ୍ୟେକ ଥାନାରେ ହୋଇଥିବା ସଫଳତା ସମ୍ପର୍କରେ ସୁଚନା ଦେଇଛନ୍ତି। ସବୁଠାରୁ ଗୁରୁତ୍ବପୁର୍ଣ୍ଣ ହେଉଛି ଜଣେ ପୁଲିସ୍ ବାବୁ ଚାନ୍ଦା ଆଦାୟ କରି ସସ୍ପେଣ୍ଡ ହେବା ସହ ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି । ଓଡ଼ଗାଁ ଥାନାରେ କଦଳୀବନ୍ଧ ଗ୍ରାମର କାଳୁ ପ୍ରଧାନ ଚାନ୍ଦା ଆଦାୟ ନିମନ୍ତେ ଏକ ଅଭିଯୋଗ କରିଥିଲେ ପୁଲିସ ବାବୁ ତାଙ୍କୁ ୫ହଜାର ଟଙ୍କା ଚାନ୍ଦା ମାଗିଥିଲେ। ଏନେଇ ଅଭିଯୁକ୍ତ ପୁଲିସ ବାବୁ ଦିଲ୍ଲୀପ କୁମାର ନାହାକଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ସେହିପରି ଭାବେ ନୂଆଗାଁ ଥାନା ପକ୍ଷରୁ ନକଲି ଜନ୍ମ ମୃତ୍ୟୁ ସାର୍ଟିଫିକେଟ ଦେଇ ଜଣଙ୍କୁ ପୁଲିସ ଗିରଫ କରିଛି । ସୁଚନାନୁସାରେ ଜଗତସିଂପୁର ଜିଲ୍ଲା କୁଜଙ୍ଗ ଥାନା ଅଗପଡା…
Read Moreନୟାଗଡ଼ ପୋଲିସରେ ବଡ଼ଧରଣର ଅଦଳବଦଳ କଲେ ଏସପି
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ପୋଲିସରେ ବଡ଼ଧରଣର ଅଦଳବଦଳ ହୋଇଛି। ନୟାଗଡ଼ ସଦରଥାନା ଅଧିକାରୀ ଅନିତା ସାହୁଙ୍କୁ ବାଣିଗୋଚ୍ଛା ଥାନାକୁ ବଦଳି କରାଯାଇଥିବା ବେଳେ ବାଣିଗୋଚ୍ଛା ଥାନା ଅଧିକାରୀ ଲକ୍ଷ୍ମଣ ଦଣ୍ଡସେନାଙ୍କୁ ଗଣିଆ, ଗଣିଆ ଥାନା ଅଧିକାରୀ ବିନୟ ରଞ୍ଜନ ପରିଡ଼ାଙ୍କୁ ଚାନ୍ଦପୁର ବଦଳି କରାଯାଇଥିବା ବେଳେ ଚାନ୍ଦପୁର ଥାନା ଅଧିକାରୀ ଜଗଦିଶ କରଙ୍କୁ ଇଟାମାଟି ଥାନା, ଇଟାମାଟି ଥାନା ଅଧିକାରୀ ଦିଲ୍ଲୀପ କୁମାର ସ୍ବାଇଁଙ୍କୁ ରଣପୁର, ରଣପୁର ଥାନା ନିହାର ରଞ୍ଜନ ମହାନ୍ତିଙ୍କୁ ଖଣ୍ଡପଡ଼ା, ଖଣ୍ଡପଡ଼ା ଥାନା ଅଧିକାରୀ ଜ୍ୟୋତି ପ୍ରକାଶ ସ୍ବାଇଁଙ୍କୁ ଶରଣକୁଳ, ଶରଣକୁଳ ଥାନା ଅଧିକାରୀ ପୁଷ୍ପଲତା ବେହେରାଙ୍କୁ ହେଡକ୍ଵାର୍ଟରକୁ କରାଯାଇଥିବା ବେଳେ ରିଜର୍ଭରେ ଥିବା ଇନ୍ସିପେକ୍ଟର ବିଜୟା ସାହୁଙ୍କୁ ସଦରଥାନାଅଧିକାରୀ ଭାବେ ବଦଳି କରାଯାଇଛି । ସେହିଭଳି ଏସଆଇ ଓ ଏଏସଆଇ ସ୍ତରରେ ମଧ୍ୟ ଅଦଳବଦଳ କରାଯାଇଛି। ନୟାଗଡ଼ ଟାଉନଥାନାରେ…
Read Moreସଞ୍ଜ ନଇଁଲେ ରାସ୍ତା ଉପରେ ମଦ ଆସର, ଓଡଗାଁ ବାହାଡ଼ାଝୋଲା ରାସ୍ତା ଅସୁରକ୍ଷିତ
ଓଡଗାଁ,(ନୟାଗଡ଼ ଦର୍ପଣ): ଓଡଗାଁ ବ୍ଲକ୍ ଅନ୍ତର୍ଗତ ଓଡଗାଁ – ବାହାଡ଼ାଝୋଲା ରାସ୍ତାରେ ବେଆଇନ ମଦ କାରବାର ବଢ଼ିଚାଲିଛି। ଗାଡି ଟାଙ୍କିକୁ ତେଲ ପେଟକୁ ମଦ ମିଳୁଥିବା ଅଭିଯୋଗ ଆସିଛି ଦୁତିକେଶ୍ୱର ମନ୍ଦିର ଠାରୁ ବାହାଡ଼ାଝୋଲା ଯିବା ରାସ୍ତା ମଧ୍ୟରେ। ସକାଳୁ ସନ୍ଧ୍ୟ ଯାଏଁ ଚାଲିଛି ଖୁଲମ ଖୋଲା ମଦ ବ୍ୟବସାୟ। ବିନା ଲାଇସେନ୍ସରେ ଖୋଲା ଯାଇଛି ମଦ ଦୋକାନ। ଲାଇସେନ୍ସପ୍ରାପ୍ତ ମଦ ଦୋକାନ ବ୍ୟତୀତ ଅନେକ ସ୍ଥାନରେ ବେଆଇନ ମଦ ବିକ୍ରି ହେଉଥିବା ଅଭିଯୋଗ ହେଉଛି। ରାସ୍ତାକଡ଼ରେ ଖୋଲାଖୋଲି ଚାଲୁଛି ଦେଶୀ ବିଦେଶୀ ମଦ କାରବାର ଯାହାଦ୍ଵାରା ସଞ୍ଜ ନଇଁଲେ ଏହି ରାସ୍ତା ଦେଇ ପଥଚାରୀମାନେ ଅସୁରକ୍ଷିତ ମଣୁଛନ୍ତି। ହେଲେ ବେଆଇନ ମଦ କାରବାରକୁ ଅବକାରୀ ବିଭାଗ କିମ୍ବା ପୁଲିସ ରୋକି ନପାରିବା ଚିନ୍ତାର ବିଷୟ ପାଲଟିଛି। ଚୋରା ମଦ କାରବାର କରୁଥିବା ମାଫିଆମାନେ ଏହି ବ୍ୟବସାୟରୁ…
Read Moreଦଶପଲ୍ଲାରେ ସେବା ଉତ୍ସବ,
ମାଗଣା ସ୍ବାସ୍ଥ୍ୟ ଶିବିରରେ ସାମିଲ ହେଲେ ୨ଶହ ପଚାଶ ରୋଗୀ
ଦଶପଲ୍ଲା, (ନୟାଗଡ଼ ଦର୍ପଣ): ଦଶପଲ୍ଲା ଠାରେ ଅନୁଷ୍ଠିତ ହେଲା ସେବା ଉତ୍ସବ। ଚଳିତ ମାସ ୧୫ତାରିଖ ଠାରୁ ୨୫ ତାରିଖ ଯାଏଁ ଦଶ ଦିନ ପର୍ଯ୍ୟନ୍ତ ଜିଲ୍ଲାବ୍ୟାପୀ ସେବା ଉତ୍ସବ ଅନୁଷ୍ଠିତ ହେବାକୁ ଥିବା ବେଳେ ଅଷ୍ଟମ ବାର୍ଷିକ ସେବା ମହୋତ୍ସବ କାର୍ଯ୍ୟକ୍ରମ ଆଜି ସେବା ଉତ୍ସବ ସମିତି ଓ ସୀତାରାମ ୟୁଥ କ୍ଲବ ମିଳିତ ସହଭାଗିତାରେ ଦଶପଲ୍ଲା ବ୍ଲକ ଘୁଗୁଡିପଡା ପଞ୍ଚାୟତ ଦୁର୍ଗମ ଅଞ୍ଚଳ ମର୍ଦ୍ଦାବାଡ଼ି ଠାରେ ଅଭିଜ୍ଞ ଡାକ୍ତର ମାନଙ୍କ ଦ୍ୱାରା ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ୨୬୦ ଜଣ ରୋଗୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ସହ ନିଃଶୁଳ୍କ ଔଷଧ ଓ ଚଷମା ବଣ୍ଟନ କରାଯାଇଛି। ଆଜିର ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଗ୍ରାମରୁ ଆସିଥିବା ୨ ଶହ ପଚାଶ ରୋଗୀ ଉପସ୍ଥିତ ରହି ନିଜର ସ୍ବାସ୍ଥ୍ୟ ପରୀକ୍ଷା କରିବା ସହ ମାଗଣା ଔଷଧ ସୁବିଧା ପାଇଥିଲେ।…
Read Moreନୟାଗଡ଼ରେ କନ୍ଧମାଳ ଲୋକସଭା ସଂସଦୀୟ କ୍ଷେତ୍ର ସମୀକ୍ଷା ବୈଠକ
ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲା ପରିଷଦ ସୃଜନ୍ ସଭାଗୃହରେ ମାନ୍ୟବର କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ କନ୍ଧମାଳ ଲୋକସଭା ସଂସଦୀୟ କ୍ଷେତ୍ର ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ଉନ୍ନୟନ ସମ୍ବନ୍ଧୀୟ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲାପାଳ ସ୍ୱଧା ଦେବ ସିଂ ସମସ୍ତଙ୍କୁ ସ୍ୱାଗତ ଜଣାଇ ଏହି ବୈଠକର ଆଭିମୁଖ୍ୟ ସଂପର୍କରେ ସୂଚନା ଦେଇ କହିଥିଲେ ଯେ, ସମସ୍ତ ବିଭାଗ ସେମାନଙ୍କ ବିଭାଗର କାର୍ଯ୍ୟ ତାଲିକା ପ୍ରଦାନ କରିଛନ୍ତି । ତଥାପି ନିଜ ନିଜ ବିଭାଗର ଚାଲୁ ରହିଥିବା ପ୍ରକଳ୍ପ, ସମ୍ପୂର୍ଣ୍ଣ ହୋଇ କାର୍ଯ୍ୟକ୍ଷମ ହୋଇଥିବା ପ୍ରକଳ୍ପ ତଥା ବିଭାଗମାନଙ୍କର ବିଭିନ୍ନ ସମସ୍ୟା ଓ ଆବଶ୍ୟକ ସଂକ୍ଷେପରେ ପ୍ରଦାନ କରିବା ପାଇଁ କହିଥିଲେ । ଏହାପରେ ସେ ମାନ୍ୟବର ସାଂସଦ ଶ୍ରୀ ପାଣିଗ୍ରାହୀଙ୍କୁ ଆଜିର ବୈଠକ ଉପରେ ସମ୍ୟକ୍ ବାର୍ତ୍ତା ଉପସ୍ଥିତ…
Read Moreବୃତ୍ତଙ୍ଗ ବୃହତ୍ ଜଳସେଚନ ପ୍ରକଳ୍ପକୁ ମିଳିଲା ପରିବେଶ ମଞ୍ଜୁରୀ
ଦଶପଲ୍ଲା, (ନୟାଗଡ଼ ଦର୍ପଣ) ନୟାଗଡ଼ ଜିଲ୍ଲାବାସୀଙ୍କ ପ୍ରାୟ ଦୀର୍ଘ ପାଞ୍ଚ ଦଶନ୍ଧିର ସ୍ୱପ୍ନ ପୂରଣ ହେବାକୁ ଯାଉଛି। ବହୁ ପ୍ରତୀକ୍ଷିତ ବୃତଙ୍ଗ ଜଳସେଚନ ପ୍ରକଳ୍ପକୁ ଦ୍ଵିତୀୟ ପର୍ଯ୍ୟାୟ ପରିବେଶ ମଞ୍ଜୁରି ମିଳିଛି। କେନ୍ଦ୍ର ସରକାରଙ୍କ ଜଙ୍ଗଲ, ପରିବେଶ ଏବଂ ଜଳବାୟୁମନ୍ତ୍ରାଳୟର ମଞ୍ଜୁରି ପରେ ଏହି ପ୍ରକଳ୍ପ ବାସ୍ତବ ରୂପ ନେବାକୁ ଯାଉଥିବାରୁ ଜିଲ୍ଲାର ହଜାର ହଜାର ଚାଷୀଙ୍କ ମୁହଁରେ ଉତ୍ସାହ ଦେଖାଦେଇଛି । ଏହି ପ୍ରକଳ୍ପ ଦ୍ବାରା ନୟାଗଡ଼ ଜିଲ୍ଲାର ଦଶପଲ୍ଲା, ଖଣ୍ଡପଡ଼ା, ନୂଆଗାଁ ଓ ଓଡ଼ଗାଁ ବ୍ଲକର ୨୩ହଜାର ୩ଶହ ହେକ୍ଟର ଜମି ଜଳସେଚିତ ହେବାସହ ପାନୀୟ ଜଳର ମଧ୍ୟ ସୁବନ୍ଦୋବସ୍ତ ହୋଇପାରିବ। ଟାକରା ପଞ୍ଚାୟତର ମଞ୍ଜାରୀ ନିକଟରେ ଥିବା ମାଇ ଓ ତାବଲଦେଈ ପାହାଡ଼ର ସଂଯୋଗରେ ଏହି ପ୍ରକଳ୍ପ ନିର୍ମାଣ କରାଯିବ। ସମୁଦାୟ ୩,୫୫୨ ହେକ୍ଟରରେ ନିର୍ମାଣ ହେବାକୁ ଥିବା ଏହି ପ୍ରକଳ୍ପ ମଧ୍ୟରେ…
Read More