ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା କାର୍ଯ୍ୟ ନିର୍ବାହୀ ଅଧିକାରୀ ସଂଘର ସଭାପତି ପ୍ରକାଶ କୁମାର ଦାଶଙ୍କ ସଭାପତିତ୍ୱରେ ଏକ ସାଧାରଣ ବୈଠକ ନୟାଗଡ଼ ବ୍ଳକ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସାଧାରଣ ସଂପାଦକ ତୁଷାରକାନ୍ତ ରାଉତ, ରାଜ୍ୟ ସଂଘର ଛଅ ଦଫା ଦାବି ସମ୍ବନ୍ଧରେ ଆଲୋଚନା କରିଥିଲେ । ରାଜ୍ୟ ସରକାର ଯଦି ଏହି ଦାବୀଗୁଡିକ ପୂରଣ କରିବା ଦିଗରେ ଟାଳଟୁଳ ନିତି ଅବଲମ୍ବନ କରନ୍ତି, ତେବେ ରାଜ୍ୟ ସଂଘ ନିଷ୍ପତ୍ତି ଅନୁସାରେ କଳାବ୍ୟାଚ ପରିଧାନ କରି ପ୍ରତିବାଦ କରିବାକୁ ଆହ୍ୱାନ ଦେଇଥିଲେ । ୫୧ ଜଣ ପିଇଓଙ୍କର ଏମଏସିପି ଇତି ମଧ୍ୟରେ ମଞ୍ଜୁର ହୋଇଥିବା ଜିଲ୍ଲା ପ୍ରଶାସନଙ୍କୁ ସଙ୍ଘ ତରଫରୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା । ରାଜ୍ୟ ସଂଘ ଉପସଭାପତି ଗଗନ ବିହାରି ମିଶ୍ର ଜିଲ୍ଲା ସଂଘ ଓ ରାଜ୍ୟ ସଂଘ ମଧ୍ୟରେ…
Read MoreCategory: ନୂଆଗାଁ ବ୍ଲକ
ଭୟରେ ଗାଁ ଲୋକ ଛୁଇଁଲେନି ଶବ, ଅନନ୍ୟା ଫାଉଣ୍ଡେସନ ସଦସ୍ୟ କଲେ ଶବଦାହ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଳକ ନୋତ୍ତର ପଞ୍ଚାୟତ ଅନ୍ତର୍ଗତ ନୋତ୍ତର ଗ୍ରାମର ବକ୍ସି ନାୟକ (୭୭) ନାମକ ଜନୈକ ବ୍ୟକ୍ତି ଗତ କିଛି ଦିନ ହେବ ମାଛିଆ ପାତକ ସହ ଅନ୍ୟ କେତେକ ରୋଗରେ ପୀଡ଼ିତ ଥିଲେ। କିନ୍ତୁ ଶୁକ୍ରବାର ରାତିରେ ଦେହତ୍ୟାଗ କରିଥିବା ବେଳେ ବକ୍ସି ନାୟକଙ୍କ ପୁଅ ଓ ନାତି ଶବଦାହ ପାଇଁ ପଡୋଶୀ ଓ ଗ୍ରାମବାସୀଙ୍କୁ ଅନୁରୋଧ କରିଥିଲେ। କିନ୍ତୁ ରୋଗ ବ୍ୟାପି ଯିବା ଭୟରେ ଗ୍ରାମର କୌଣସି ବ୍ୟକ୍ତି ଶବଦାହରେ ସାମିଲ ହୋଇ ନଥିଲେ। ସୂଚନାନୁସାରେ, ନୋତ୍ତର ଗ୍ରାମର ବିଭିନ୍ନ ଦେବାଳୟ ପୂଜା କରୁଥିବା ପାଖ ଗମ୍ଭାରୀଡ଼ିହି ଗ୍ରାମର ଜଣେ ବ୍ରାହ୍ମଣ କିଛି ଦିନ ଆଗରୁ ଗ୍ରାମବାସୀଙ୍କୁ କହିଥିଲେ କି ଯେ, ବକ୍ସି ନାୟକ ଯେଉଁ ବ୍ୟାଧିରେ ପୀଡ଼ିତ ତାଙ୍କୁ ଯଦି କେହି ଛୁଇଁବ କିମ୍ବା ଶବଦାହ କରିବ ତେବେ ସେହି…
Read Moreନୟାଗଡ଼ ଜିଲ୍ଲାରେ ନଭେମ୍ବର ୧୫ରୁ ସ୍ୱତନ୍ତ୍ର ଟୀକାକରଣ ଅଭିଯାନ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସମସ୍ତ ସବ-ସେଣ୍ଟର, ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର, ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଚଳିତ ମାସ ୧୫ ତାରିଖରୁ ସ୍ୱତନ୍ତ୍ର ଟୀକାକରଣ ଅଭିଯାନ ଅନୁଷ୍ଠିତ ହେବ । ଜନ୍ମରୁ ୫ ବର୍ଷ ବୟସ ପର୍ଯ୍ୟନ୍ତ ସମସ୍ତ ଶିଶୁଙ୍କୁ ବିଭିନ୍ନ ପ୍ରକାର ଟୀକା ଦିଆଯିବ । ମହାମାରୀ କୋଭିଡ ସମ୍ଭାବ୍ୟ ତୃତୀୟ ଲହରକୁ ଦୃଷ୍ଟିରେ ରଖି ଶିଶୁମାନଙ୍କ ନିମନ୍ତେ ନିୟମିତ ଟୀକାଦାନକୁ ଗୁରୁତ୍ୱ ଦିଆଯାଇଛି । ଏହାଦ୍ୱାରା ଜନ୍ମରୁ ୫ ବର୍ଷ ବୟସ ପର୍ଯ୍ୟନ୍ତ କୌଣସି ଶିଶୁ ଟୀକାକରଣରୁ ବଞ୍ଚିତ ହେବେନାହିଁ । ଜନ୍ମରୁ ୫ ବର୍ଷ ବୟସ ପର୍ଯ୍ୟନ୍ତ ଥିବା ଶିଶୁଙ୍କ ପରିବାରକୁ ଏ ସମ୍ପର୍କରେ ସଚେତନ କରାଇବା ପାଇଁ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବିଭିନ୍ନ ପଦକ୍ଷେପ ମାନ ଗ୍ରହଣ କରାଯାଇଛି । ମାଇକରେ ପ୍ରଚାର, ପୋଷ୍ଟର, ଲିଫଲେଟ…
Read Moreଜାଲ କମ୍ପ୍ୟୁଟର ପ୍ରମାଣପତ୍ର ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବିପତ୍ର
ନୟାଗଡ଼,(ନୟାଗଡ଼ ଦର୍ପଣ): ଗ୍ରାମ୍ୟ ରୋଜଗାର ସେବକ ପଦବୀ ପାଇଁ ଗଞ୍ଜାମ ଏବଂ ଢେ଼ଙ୍କାନାଳ ଜିଲ୍ଲାରେ, ଘରୋଇ ଶିକ୍ଷା ଅନୁଷ୍ଠାନ ତରଫରୁ ପ୍ରଦାନ କରାଯାଉଥିବା କମ୍ପ୍ୟୁଟର ପ୍ରମାଣପତ୍ର ପ୍ରତ୍ୟାଖ୍ୟାନ ହବା ପରେ ନୟାଗଡ଼ ଜିଲ୍ଲାର ଛାତ୍ରଛାତ୍ରୀ ମାନଙ୍କର ସ୍ବାର୍ଥ ରକ୍ଷା ଉଦ୍ଧେଶ୍ୟରେ ଆଜି ନୟାଗଡ଼ ଜିଲ୍ଲାର ସ୍ବୀକୃତି ପ୍ରାପ୍ତ କମ୍ପ୍ୟୁଟର ଶିକ୍ଷା ସଂସ୍ଥା ମାନଙ୍କ ତରଫରୁ ଧିରେନ୍ଦ୍ର ପଟ୍ଟନାୟକ, ପ୍ରଫୁଲ୍ଲ ମହାନ୍ତି, ଶିରିଶ ରଞ୍ଜନ ସାହୁ, ଅଜୟକାନ୍ତ ପୃଷ୍ଟି, ରାଇ ରଞନ ଦାସ ପ୍ରମୂଖ ଅତିରିକ୍ତ ଜିଲ୍ଲାପାଳ ଏବଂ ଉପଜିଲ୍ଲାପାଳଙ୍କୁ ଏ ବିଷୟରେ ଅବଗତ କରିବା ସହିତ ଏକ ଦାବିପତ୍ର ପ୍ରଦାନ କରିଛନ୍ତି ।
Read Moreସ୍ୱତନ୍ତ୍ର ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ଆଜିଠାରୁ ଆରମ୍ଭ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳ ଡା. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଆଜି ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମକୁ ନେଇ ସଦଭାବନା ଗୃହରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ଆଜିଠାରୁ ଆରମ୍ଭ ହୋଇଥିବା ବେଳେ ଚଳିତ ନଭେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଏହି ସଂଶୋଧନ କାର୍ଯ୍ୟକ୍ରମ ଚାଲିବ। ଭୋଟରମାନେ ନିଜ ନିଜର ତଥ୍ୟ ଯୋଗ କରିବା ପାଇଁ ଫର୍ମ ସଂଖ୍ୟା ୬, ବାଦ ଦେବା ପାଇଁ ଫର୍ମ ସଂଖ୍ୟା ୭ ଏବଂ ସଂଶୋଧନ କରିବା ପାଇଁ ଫର୍ମ ସଂଖ୍ୟା ୮ ମାଧ୍ୟମରେ ଆବେଦନ କରିବାକୁ ଜିଲ୍ଲା ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଡା. ଟୁଡୁ ସୂଚନା ଦେଇଛନ୍ତି । ଭୋଟରମାନଙ୍କ ସ୍ଥାନ ପରିବର୍ତ୍ତନ ପାଇଁ ଫର୍ମ ସଂଖ୍ୟା ୮(କ) ମାଧ୍ୟମରେ ଆବେଦନ କରିବାକୁ କୁହାଯାଇଛି । ଏହା ବାଦ ଭୋଟରମାନେ…
Read Moreଗାନ୍ଧିବାଦୀ ପଦ୍ମଶ୍ରୀ ଏସ. ଏନ ସୁବାରାଓଙ୍କ ଉଦେଶ୍ୟରେ ସ୍ମୃତିସଭା
ନୟାଗଡ଼,(ନୟାଗଡ଼ ଦର୍ପଣ): ଗାନ୍ଧିବାଦୀ ନେତା ପଦ୍ମଶ୍ରୀ ଏସ, ଏନ ସୁବାରାଓଙ୍କ ସ୍ମୃତିରେ ନୟାଗଡ଼ ତ୍ରିନାଥ ଛକ ସ୍ଥିତ ଗାନ୍ଧୀମୂର୍ତ୍ତି ଠାରେ ଏକ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ସେବା ଉତ୍ସବ ସମିତି ଆନୁକୂଲ୍ୟରେ ଅନୁଷ୍ଠିତ ଏହି ସ୍ମୃତିଚାରଣ ସଭାରେ ପଦ୍ମଶ୍ରୀ ସୁବାରାଓଙ୍କ ଉଦେଶ୍ୟରେ ୨ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା। ସେବା ଉତ୍ସବ ସମିତି ଅଧକ୍ଷ ଶିବରାମ ମହାପାତ୍ରଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ସ୍ମୃତିସଭାରେ ସମାଜସେବୀ ଦାମୋଦର ସାହୁ, ଅରୁଣ କୁମାର ମହାନ୍ତି, ସନ୍ତୋଷ କୁମାର ପ୍ରଧାନ, ପ୍ରଦୀପ କୁମାର ସାହୁ, ସମାଜ ଜିଲ୍ଲା ପ୍ରତିନିଧି ଶୁଭେନ୍ଦୁ ଦାଶ, ୟୁଥଫର ଆକ୍ସନ ଜିଲ୍ଲା ସଭାପତି ପରମେଶ୍ୱର ସାହୁ, ସମଜସେବୀ ସଞ୍ଜୟ ନାୟକ, ତାପସ ରଞ୍ଜନ ମାର୍ଥା, ସାହିତ୍ୟିକ ଚନ୍ଦ୍ର ବିଜୟୀ ମିଶ୍ର, ଅନନ୍ୟା ଫାଉଣ୍ଡେସନ ଅଧକ୍ଷ ଆଶୁତୋଷ ଦାସ , ଜ୍ୟୋତିରଂଜନ ମହାପାତ୍ର ପ୍ରମୁଖ ଉପସ୍ଥିତ ରହି…
Read Moreନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଦୁର୍ନୀତି ନିବାରଣ ସପ୍ତାହ ପାଳିତ
ନୟାଗଡ଼,(ନୟାଗଡ ଦର୍ପଣ): ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଚଳିତ ବର୍ଷର ଦୁର୍ନୀତି ନିବାରଣ ସପ୍ତାହ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଏକ ସାଧାରଣ ସଭାରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ଡା. ପୋମା ଟୁଡୁ କହିଲେ ଯେ, ଦେଶ ସ୍ୱାଧୀନତାର ୭୫ ବର୍ଷ ପାଳନ ବେଳେ ସତ୍ୟନିଷ୍ଠ ଓ ଆତ୍ମନିର୍ଭରତା ପ୍ରସଙ୍ଗ ଗୁରୁତ୍ୱ ବହନ କରେ । ଯେଉଁ ସତ୍ୟ, ଅହିଂସା ବଳରେ ଆମେ ସ୍ୱାଧୀନତା ଲାଭ କଲେ ଓ ପ୍ରଗତି ପଥରେ ଅଗ୍ରସର ହେଉଛେ, ସେହି ସତ୍ୟନିଷ୍ଠ ଓ ଆତ୍ମନିର୍ଭରତା ଆଦର୍ଶ ଆମକୁ ଆହୁରି ଆଗକୁ ଯିବାକୁ ପ୍ରେରଣା ଦେବ । କିନ୍ତୁ ପ୍ରଗତି ସାମନାରେ ଦୁର୍ନୀତି ଏକ ପ୍ରତିରୋଧକ ଅଟେ । ଦୁର୍ନୀତି ଭଳି ପଥରୋଧକକୁ ହଟାଇବା ସହ ମୂଳୋତ୍ପାଟନ କରିପାରିଲେ ରାଜ୍ୟ ତଥା ଦେଶର…
Read Moreଦୁର୍ଦ୍ଦାନ୍ତ ଅପରାଧୀକୁ ଧରି ଛେଚିଲେ ଏବଂ ପୁଲିସ ଜିମା ଦେଲେ ଗ୍ରାମବାସୀ
ବିକାଶକୁ ଖୋଜିବାର ଅଭିନୟ କରୁଥିଲା ଦଶପଲ୍ଲା ପୋଲିସ ଦଶପଲ୍ଲା/ନୟାଗଡ଼,(ନୟାଗଡ଼ ଦର୍ପଣ): ଦୁର୍ଦ୍ଦାନ୍ତ ଅପରାଧୀ ତଥା ପୋଲିସର ମୋଷ୍ଟ ୱାଣ୍ଟେଡ ଡକାୟତ ବିକାଶ ବେହେରାକୁ ମଧ୍ୟଖଣ୍ଡ ଗ୍ରାମବାସୀ ଧରି ଦଶପଲ୍ଲା ପୁଲିସକୁ ଜିମା ଦେଇଛନ୍ତି । ଦଶପଲ୍ଲା ଥାନା ଅଧିନସ୍ତ ମଧ୍ୟଖଣ୍ଡ ମହାନ୍ତିପଲ୍ଲୀ ଗ୍ରାମର ବିକାଶ ବେହେରାକୁ ଗତକାଲି ପୁଲିସ ଧରିବାରେ ସଫଳ ହୋଇଛି । ବିକାଶ ତା ଅପରାଧିକ କାର୍ଯ୍ୟକ୍ରମ ମଧ୍ୟଖଣ୍ଡରୁ ଆରମ୍ଭ କରି ବିଭିନ୍ନ ଜିଳ୍ଲାରେ ସେ କାୟା ବିସ୍ତାର କରିଥିଲା ଏପରିକି କନ୍ଧମାଳ, ଖୋର୍ଦ୍ଧା, ପୁରୀ, ତମାଣ୍ଡୋ, ଜଙ୍କିଆ ଓ ଅନୁଗୁଳ ଆଦି ଅଞ୍ଚଳରେ ତା ନେଟୱର୍କ କାମ କରୁଥିଲା। ୨୦୧୯ ମସିହା ଅଗଷ୍ଟ ୩୦ ତାରିଖ ଦିନ ମହାନ୍ତିପଲ୍ଲୀ ଗ୍ରାମରେ ପଞ୍ଚାୟତ ତରଫରୁ ଅନୁଷ୍ଠିତ ପଲ୍ଲୀସଭାରେ ଭିଏଲଡବ୍ଲ୍ୟୁ ମୁରଲିଧର ବାରିକ ଉପରକୁ ୨ରାଉଣ୍ଡ ଗୁଳି ଚାଳନା କରି ଫେରାର ହୋଇ ଯାଇଥିଲା ।…
Read Moreକନ୍ୟାଭୃଣ ହତ୍ୟା ଓ ବାଲ୍ୟବିବାହ ନିୟନ୍ତ୍ରଣ ପାଇଁ ଜିଲ୍ଲା ପ୍ରଶାସନର ଜୋରଦାର ପ୍ରୟାସ
ଗଢ଼ାହେବ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାରେ କନ୍ୟା ଭୃଣ ହତ୍ୟା ନିବାରଣ ଓ ବାଲ୍ୟ ବିବାହ ରୋକିବା ପାଇଁ ଟାସ୍କଫୋର୍ସ ଢାଂଚାରେ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଠିତ ହେବ । ଏହି ଟିମ ଜିଲ୍ଲାର ବିଭିନ୍ନ ସ୍ଥାନ ଓ ବିଶେଷକରି ଗ୍ରାମାଂଚଳରେ ଝିଅମାନେ ସଅଳ ବିବାହ କରୁଥିବା କଥାକୁ ରୋକିବା ସହ ଝିଅମାନଙ୍କ ଉଚ୍ଚଶିକ୍ଷା ଓ ସ୍ୱାବଲମ୍ବୀ ହେବା ନିମନ୍ତେ ସଚେତନତା ସୃଷ୍ଟି କରିବେ । ଏହା ସହ କନ୍ୟା ଭୃଣହତ୍ୟା ପରି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ଅଗ୍ରାଧିକାର ଦିଆଯିବ । ଏ ସଂକ୍ରାନ୍ତରେ ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ଦ୍ୱାରା ଆହୁତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ନିଷ୍ପତି ନିଆଯାଇଛି । ଜିଲ୍ଲାପାଳ ଡା. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକର ସୂଚନା ଅନୁସାରେ କନ୍ୟା ଭୃଣହତ୍ୟା…
Read Moreନୟାଗଡ଼ ସହରରୁ ପୁଣି ଜବରଦଖଲ ଉଚ୍ଛେଦ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସହରରୁ ପୁଣି ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ନୟାଗଡ଼ ସହରରେ ରାସ୍ତା ପାର୍ଶ୍ବରେ ଜବରଦଖଲ କରି ବ୍ୟବସାୟ କରୁଥିବା ଦୋକାନ ଉପରେ ଆଜି ପଡ଼ିଛି ଜେସିବି ପାହାର । ପୌର ପରିଷଦ ପକ୍ଷରୁ ଜେସିବି ଲଗାଇ ଦୋକାନ ସାମ୍ନାରୁ ଜବର ଦଖଲ ଜବରଦଖଲ ଉଚ୍ଛେଦ କରାଯାଇଛି । ଏଥିସହିତ ଉଠାଦୋକାନ ଗୁଡ଼ିକ ମଧ୍ୟ ହଟା ଯାଇଛି । ପୌର ପରିଷଦ କାର୍ଯ୍ୟାଳୟ ଠାରୁ ନୟାଗଡ଼ କଲେଜ ରାସ୍ତା ପର୍ଯ୍ୟନ୍ତ ଜବରଦଖଲ ମୁକ୍ତି ଅଭିଯାନ ଆରମ୍ଭ କରାଯାଇଛି । ପୌର ପରିଷଦ କର୍ମଚାରୀ ଓ ପୌର ପରିଷଦର ନିର୍ବାହୀ ଅଧିକାରୀ ସନ୍ତୋଷ ଜେନା ପ୍ରମୁଖ ଉପସ୍ଥିତ ରହି ଜବରଦଖଲ ମୁକ୍ତ କରୁଥିବା ଦେଖିବାକୁ ମିଳିଛି ।
Read More