ଦଶପଲ୍ଲା, (ନୟାଗଡ଼ ଦର୍ପଣ): ଦଶପଲ୍ଲା ବ୍ଲକ ଵାଣିଗୋଚ୍ଛା ଥାନା ବିଡାପାଜୁ ଗ୍ରାମରେ ଦେଖା ଦେଇଛି ଏହି ଘଟଣା ଆଜି ସନ୍ଦ୍ୟା ସାଢେ ପାଞ୍ଚଟା ବେଳେ ହରିଶ୍ଚନ୍ଦ୍ର ବାଘଙ୍କ ପୁଅ ଅର୍ଜୁନ ବାଘ (35) ନିଜ ସ୍ତ୍ରୀ ଧରିତ୍ରୀ ବାଘ କୁ ଏକ ଧାରୁଆ ଟାଙ୍ଗିଆ ରେ ହାଣି ମୁଣ୍ଡ ଗଣ୍ଡି ଅଲଗା କରି ସ୍ତ୍ରୀ ର ମୁଣ୍ଡକୁ ଏକ ବ୍ୟାଗ ସାହାଯ୍ୟ ରେ ଧରି ଵାଣିଗୋଚ୍ଛା ଥାନାରେ ଆତ୍ମ ସମର୍ପଣ କରିଛି। ପତ୍ନୀର କଟାମୁଣ୍ଡ ଧରି ଥାନାରେ ପହଞ୍ଚିବା ଘଟଣା ପରେ ବାଣୀଗୋଛା ପୋଲିସ୍ ଅର୍ଜ୍ଜୁନକୁ ଅଟକ ରଖି ପଚରା ଉଚରା ଆରମ୍ଭ କରିଛି। ଅର୍ଜୁନ ଓ ଧରିତ୍ରୀର ଦୁଇ ଗୋଟି ଶିଶୁପୁତ୍ର ଅଟନ୍ତି। ଜଣେ ୪ବର୍ଷର ଏବଂ ଅନ୍ୟ ଜଣେ ୩ମାସର କମଳ ମତି ଶିଶୁ। ନିଷ୍ଠୁର ଭାବେ ସବୁକିଛି ଭୂଲି ନିର୍ମମ ଭାବେ ନିଜ…
Read MoreCategory: ଦଶପଲ୍ଲା ବ୍ଲକ
ଓ.ଏସ.ଇ.ଏଫ.ଡ଼ି ନୟାଗଡ଼ ଶାଖା ପକ୍ଷରୁ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ
ରାଜସୁନାଖଳା,(ନୟାଗଡ଼ ଦର୍ପଣ): ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରସନ ଫର ଦିବ୍ୟାଙ୍ଗ ନୟାଗଡ଼ ଶାଖା ପକ୍ଷରୁ ରାଜସୁନାଖଳା ଠାରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳନ କରାଯାଇଛି। ଦିବ୍ୟାଙ୍ଗ ବିଦ୍ୟାର୍ଥୀମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ଏହି ଦିବସର ମୂଳ ଲକ୍ଷ୍ୟ। ଦିବ୍ୟାଙ୍ଗ ବିଦ୍ୟାର୍ଥୀମାନଙ୍କୁ ଏକତ୍ରିତ କରି ତାଙ୍କ ସହ ଓଏସଇଏଫଡ଼ି ସଂଘର କାର୍ଯ୍ୟକର୍ତ୍ତା କିଛି ସମୟ ବିତାଇବା ଦ୍ବାରା ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନେ ଖୁସି ପ୍ରକଟ କରିଥିଲେ। ଏହି ଦିବସକୁ ଓଡ଼ିଶା ସରକାର ରାଜ୍ୟସାରା ବହୁ ଆଡ଼ମ୍ବରରେ ପାଳନ କରୁଛନ୍ତି, କିନ୍ତୁ ସମସ୍ତ ସାଧାରଣ ବିଦ୍ୟାଳୟରେ ଦିବ୍ୟାଙ୍ଗ ବିଦ୍ୟାର୍ଥୀମାନେ ଶିକ୍ଷା ଗ୍ରହଣ କରୁଥିଲେ ମଧ୍ୟ ତାଙ୍କ ପାଇଁ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞାପନ ଆଜି ପର୍ଯ୍ୟନ୍ତ ରାଜ୍ୟ ସରକାର ବାହାର କଲେ ନାହିଁ। ଏହି ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ପାଇଁ ମାନ୍ୟବର ସୁପ୍ରିମକୋର୍ଟଙ୍କ…
Read Moreସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗୀତା ପାଇଁ ପ୍ରସ୍ତୁତି ବୈଠକ
ନୟାଗଡ଼,(ନୟାଗଡ଼ ଦର୍ପଣ): ଆସନ୍ତା ଡିସେମ୍ବର ୩ ତାରିଖ ରବିବାରଠାରୁ ଆରମ୍ଭ ହେବାକୁ ଯାଉଥିବା ଭକ୍ତି ସଙ୍ଗୀତ ପ୍ରତିଯୋଗିତା ଉପଲକ୍ଷ୍ୟେ ଏକ ପ୍ରସ୍ତୁତି ବୈଠକ ନୟାଗଡ଼ ସଙ୍ଗୀତଧାରା ପକ୍ଷରୁ ମହର୍ଷି ବିଦ୍ୟାମନ୍ଦିର ଖେଳ ପଡ଼ିଆଠାରେ ଅନୁଷ୍ଠିତ ହୋଇ ଯାଇଛି । ଅନୁଷ୍ଠାନର ସଭାପତି ଡ.ବିଜୟ ଚୌଧୁରୀଙ୍କ ପୌରହିତ୍ୟରେ ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ସମ୍ପାଦକ କଣ୍ଠଶିଳ୍ପୀ ପ୍ରଶାନ୍ତ ଦାଶ ସଙ୍ଗୀତଧାରା ଭକ୍ତିସଙ୍ଗୀତ ପ୍ରତିଯୋଗିତାର ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା କରିଥିଲେ । ସୁରଗନ୍ଧର୍ବ ନବକିଶୋର ମିଶ୍ର,ଗୁରୁ ପ୍ରଭାତ ଦାଶ,ରଜନୀକାନ୍ତ ମହାପାତ୍ର,ନିର୍ମଳ ଶୂରଦେଓ,ପ୍ରଦୀପ ସାହୁ,ଲକ୍ଷ୍ମୀଧର ସାହୁ,ପ୍ରଦୀପ୍ତ ରଥ,ଡ.ଆଶୁତୋଷ ମହାପାତ୍ର,ସ୍ୱପ୍ନେଶ୍ୱର ଜେନା,ବିଜୟାନନ୍ଦ ମହାପାତ୍ର,ଗୋପୀନାଥ ସେଠୀ,ଲକ୍ଷ୍ମୀଧର ମହାପାତ୍ର,ପ୍ରଶାନ୍ତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ପ୍ରତିଯୋଗିତାର ବିଭିନ୍ନ ନିୟମାବଳୀ ସମ୍ପର୍କରେ ଆଲୋଚନା କରି ଚୂଡ଼ାନ୍ତ ନିଷ୍ପତ୍ତି ଗ୍ରହଣ କରିଥିଲେ । ନିଷ୍ପତ୍ତି ମୁତାବକ ଏହି ପ୍ରତିଯୋଗୀତାରେ ୧୪ରୁ ୨୪ବର୍ଷ ବୟସର ଉଭୟ ପୁଅ ଝିଅ ଅଂଶ…
Read Moreନୟାଗଡ଼ରେ ବିଜେଡି ଯୁବ ଓ ଛାତ୍ର କର୍ମଶାଳା
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ଆଜି ବିଜୁ ଯୁବ ଓ ଛାତ୍ର ସଂଗଠନକୁ ନେଇ ଏକ କର୍ମଶାଳା ତଥା ମୁଁ ବି ହେବି ନବୀନ ଓଡ଼ିଶାର ସାରଥି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ତତ୍ୱାବଧାନ ତଥା ଯୁବ ବିଜେଡି ଜିଲ୍ଲା ସଭାପତି ଦୁର୍ଯ୍ୟୋଧନ ବେହେରା, ଛାତ୍ର ବିଜେଡି ଜିଲ୍ଲା ସଭାପତି ନୀଳମାଧବ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କର୍ମଶାଳାରେ ବିଜେଡି ରାଜ୍ୟ ଛାତ୍ର ସଭାପତି ତଥା ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ଯୋଗ ଦେଇ ନବୀନ ଓଡ଼ିଶାର ସାରଥି ହେବା ପାଇଁ ଛାତ୍ର ଓ ଯୁବକମାନଙ୍କୁ ଆହ୍ୱାନ ଦେଇଥିଲେ । ଛାତ୍ର ସଂଗଠନକୁ ତୃଣମୂଳ ସ୍ତରରୁ ମଜବୁତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଯୁବ ବିଜେଡି ରାଜ୍ୟ ସଭାପତି ତଥା ଚାନ୍ଦବାଲି…
Read Moreଦଶପଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ତିନି ମୃତ
ଦଶପଲ୍ଲା, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ସୁବଳୟା ଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣ ବାଇକ୍ ଚାଳକ ମୃତ ହୋଇଛନ୍ତି।ମୃତକ ମାନେ ହେଲେ ୨ନମ୍ୱର ୱାର୍ଡ ତଅଁଳା ସାହି ର ପରମେଶ୍ବର ଜାନୀ, ୧୬ନମ୍ୱର ୱାର୍ଡ ଖଣ୍ଡପଡ଼ାର ଦୀପକ ମେଡିନିରା, ୮ନମ୍ୱର ୱାର୍ଡ ପଟାମାଳର ଗୋକୁଳି ନାଏକ। ସମସ୍ତ ମୃତକ ଦଶପଲ୍ଲା ଏନ୍ ଏ ସି ଅଞ୍ଚଳର ବୋଲି ଜଣାପଡିଛି। ସୂଚନାଯୋଗ୍ୟ ଯେ ଶନିବାର ଦିନ ମଧ୍ୟାହ୍ନ ସମୟରେ ବାଇକ୍ ନଂ ଓଡି ୨୫ କେ ୬୪୩୮ ଯୋଗେ ନୟାଗଡ ରୁ ଦଶପଲ୍ଲା ଆସିବା ସମୟରେ ଅନ୍ୟ ପଟ ରୁ ଆସୁଥିବା କାର ନଂ ସିଜି ୦୭ ବିପି ୨୯୭୧ ସହ ମୁହାମୁହିଁ ଧକ୍କା ହେବା ଫଳରେ ସେହି ସ୍ଥାନରେ ମୃତ୍ୟୁ ଘଟିଛି। ଖବର ପାଇ ପୋଲିସ ଘଟଣା ସ୍ଥଳରେ…
Read Moreସ୍ୱୀକୃତି ଦେଲାନି ଜାତି, ଆତ୍ମହତ୍ୟା କଲେ ପ୍ରେମୀ ଯୁଗଳ
ଦଶପଲ୍ଲା, (ନୟାଗଡ଼ ଦର୍ପଣ): ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା, ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଦଶପଲ୍ଲା ଥାନା ଅନ୍ତର୍ଗତ ମଧ୍ୟଖଣ୍ଡ ଗ୍ରାମରେ। ସୂଚନା ମୁତାବକ, ମଧ୍ୟଖଣ୍ଡ ପଞ୍ଚାୟତ ଅନ୍ତର୍ଗତ ମଦନପୁର ଗ୍ରାମର ସୁମିତ୍ରା ନାୟକ(୧୯) ସେହି ପଞ୍ଚାୟତର ବିଘ୍ନେସ୍ୱର ମାଝୀ(୨୨)ଙ୍କୁ ପ୍ରେମ କରି ଆସୁଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ଉଭୟ ଉଭୟଙ୍କୁ ବିବାହ କରିବା ପାଇଁ ଇଛା ପ୍ରକାଶ କରିଥିଲେ ମଧ୍ୟ ଉଭୟ ପରିବାର ପକ୍ଷରୁ ବାରଣ କରାଯାଇଥିଲା । ଏହାକୁ ସହ୍ୟନକରିପାରି ଝିଅ ସୁମିତ୍ରା ସୋମବାର ରାତ୍ର ସମୟରେ ଆତ୍ମହତ୍ୟା କରିଦେଇଥିଲା। ପ୍ରମାଣ ନଷ୍ଟ କରିବାକୁ ଯାଇ ପରିବାର ଲୋକେ ସୁମିତ୍ରାକୁ ରାତାରାତି ପୋଡି ଦେଇଥିଲେ। ସୁମିତ୍ରାର ମୃତ୍ୟୁ ଖବର ପାଇ ତହିଁ ଅରଦିନ ଅର୍ଥାତ ମଙ୍ଗଳବାର ଦିନ ସକାଳ ସମୟରେ ବିଘ୍ନେଶ୍ୱର ନିଜେ ଆତ୍ମହତ୍ୟା କରିଦେଇଥିଲା। ଏହା ଜାଣି ପାରିବା ପରେ ପୁଅର ପରିବାର…
Read More୧୦୮ ଆମ୍ବୁଲାନ୍ସକୁ ଲୋକାର୍ପିତ କଲେ ବିଧାୟକ
ଦଶପଲ୍ଲା, (ନୟାଗଡ଼ ଦର୍ପଣ): ସାରା ରାଜ୍ୟରେ ଲୋକମାନଙ୍କର ସ୍ବାର୍ଥ ଦୃଷ୍ଟିରୁ ସ୍ୱାସ୍ଥ୍ୟ ସେବା ପାଇଁ ଆମ୍ବୁଲାନ୍ସ ସେବାକୁ ବୃଦ୍ଧି କରିଥିବା ବେଳେ ଦଶପଲ୍ଲା ବ୍ଲକ ଓ ଗଣିଆ ବ୍ଲକ ପାଇଁ ନୂତନ ୩ଗୋଟି ୧୦୮ ଆମ୍ବୁଲାନ୍ସ ଗାଡି ଯୋଗାଇ ଦିଆଯାଇଛି। ମଙ୍ଗଳବାର ଦିନ ସନ୍ଧ୍ୟା ସମୟରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଆନୁଷ୍ଠାନିକଭାବେ ରିବନ କାଟି ସବୁଜ ପତାକା ଦେଖାଇ ସାଧାରଣ ଲୋକଙ୍କ ହିତ ପାଇଁ ଲୋକାର୍ପିତ୍ କରିଛନ୍ତି। ଏହି ୩ଗୋଟି ଆମ୍ବୁଲାନ୍ସ ମଧ୍ୟରୁ ଦଶପଲ୍ଲା ବ୍ଲକ ଅନ୍ତର୍ଗତ ଟାକରା ଓ ବାଣୀଗୋଛା ସବ -ସେଣ୍ଟର ପାଇଁ ୨ ଗୋଟି ଓ ଗଣିଆ ବ୍ଲକ ଅନ୍ତର୍ଗତ ଛାମୁଣ୍ଡିଆ ସବ ସେଣ୍ଟର ପାଇଁ ଗୋଟିଏ ଆମ୍ବୁଲାନ୍ସ୍ ଉଦ୍ଧିଷ୍ଟ ଅଟେ । ଏହି ଲୋକାର୍ପଣ ସମୟରେ ବିଧାୟକଙ୍କ ସମେତ ଦଶପଲ୍ଲା ବ୍ଲକ ଅଧ୍ୟକ୍ଷା ସୁନନ୍ଦା ସାହୁ, ଦଶପଲ୍ଲା ଗୋଷ୍ଟି…
Read Moreଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ
ନୟାଗଡ, (ନୟାଗଡ଼ ଦର୍ପଣ):ନୟାଗଡ଼ ଷ୍ଟାଡିଅମ ଠାରେ ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ର ପାତି ମେଳା ଉଦଘାଟିତ ହୋଇଛି। ଏହି ମେଳା ୫ଦିନ ବ୍ୟାପି ଅନୁଷ୍ଠିତ ହେବ। ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁଙ୍କ ସଭାପତିତ୍ବରେ ଏହି ମେଳାରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ଼ଃ ଅରୁଣ କୁମାର ସାହୁ ଯୋଗଦେଇ ଥିବା ବେଳେ ମୁଖ୍ୟବକ୍ତା ଭାବେ କୃଷି ବିଭାଗର ମୁଖ୍ୟ ଯନ୍ତ୍ରୀ ମୁକ୍ତିକାନ୍ତ ମହାପାତ୍ର ଯୋଗ ଦେଇଥିଲେ। ସଂମ୍ମାନିତ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦ ଅଧକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ବ୍ଳକ ଅଧକ୍ଷ କିଶୋର ଚନ୍ଦ୍ର ସାହୁ, ପୌରପରିଷଦ ଅଧକ୍ଷା ନିରୁପମା ଖଟେଇ, ଉପାଧକ୍ଷ ଗୁରୁପ୍ରସାଦ ଜେନା, ବ୍ଳକ ଉପାଧକ୍ଷା ଲଷ୍ମୀପ୍ରିୟା ସାହୁ, ଜିଲ୍ଲା କୃଷି ଅଧିକାରୀ ବିଷ୍ଣୁ ପ୍ରସାଦ ସାହୁ ଯୋଗ ଦେଇଥିଲେ। ସରକାର ଦେଉଥିବା ପ୍ରୋତ୍ସାହନକୁ ସତ…
Read Moreଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟସ୍ତରୀୟ ଚେସ ଟୁର୍ଣ୍ଣାମେଣ୍ଟ ଉଦଯାପିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ଗତ ଦୁଇଦିନ ଧରି ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ କେସି କ୍ଲବର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ କେସି କ୍ଲବଠାରେ ଚାଲିଥିବା ଆନ୍ତଃ ବିଦ୍ୟାଳୟସ୍ତରୀୟ ଚେସ ଟୁର୍ଣ୍ଣାମେଣ୍ଟ ଆଜି ଉଦଯାପିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷାଧିକାରୀ ରାଜଶ୍ରୀ ପଟ୍ଟନାୟକ ଯୋଗଦାନ କରି ବିଜୟୀ ପ୍ରତିଯୋଗୀ ମାନଙ୍କୁ ଟ୍ରଫି ଏବଂ ମାନପତ୍ର ପ୍ରଦାନ କରିଥିଲେ। ବରିଷ୍ଠ ବର୍ଗରେ ସ୍ୱୟଂ ପ୍ରକାଶ ସାହୁ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଦ୍ୱିତୀୟ ସ୍ଥାନରେ ଜାଗୃତି ଘଡେ଼ଇ, ତୃତୀୟରେ ଧର୍ମେଶ ରାୱଲ,ଚତୁର୍ଥରେ ରାଜା ପ୍ରଧାନ ଏବଂ ପଞ୍ଚମ ସ୍ଥାନରେ କ୍ରୀଷ୍ଣ ରାଓ ଦୋରା ପ୍ରମୁଖ କୃତିତ୍ବ ହାସଲ କରି ପୁରସ୍କୃତ ହୋଇଛନ୍ତି। ସେହିପରି କନିଷ୍ଠ ବର୍ଗରେ ଶୁଭସ୍ମିତା ପ୍ରିୟଦର୍ଶିନୀ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଦ୍ୱିତୀୟ ସ୍ଥାନରେ କୁଇନ କନସାଇନ ହରିଚନ୍ଦନ, ତୃତୀୟରେ…
Read Moreନୂଆଗାଁ ବ୍ଲକ୍ ବିଜୁ ଜନତା ଦଳର ବିଶାଳ ଜନ ସମ୍ପର୍କ ପଦଯାତ୍ରା
ନୂଆଗାଁ,(ନୟାଗଡ଼ ଦର୍ପଣ): ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଦଶପଲ୍ଲା ଯୁବ ବିଧାୟକ ତଥା ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଙ୍କ ତତ୍ତ୍ଵାବଧାନରେ ନୂଆଗାଁ ବ୍ଲକ୍ ବିଜୁ ଜନତା ଦଳ ପକ୍ଷରୁ ବିଶାଳ ଜନ ସମ୍ପର୍କ ପଦଯାତ୍ରା ରେ ଏକ ବିଶାଳ ବାଇକ ରାଲି ଅନୁଷ୍ଠିତ ହୋଇଯାଇଛି।ଏହି ବାଇକ ରାଲି ନୂଆଗାଁ ବ୍ଲକ୍ କିରିଆ ଲାଞ୍ଜି ଠାରୁ ବାହାରି ଦଶପଲ୍ଲା ମେଳିଆ ତୋଟା ରେ ପହଞ୍ଚିଥିଲା।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ସାଂସଦ ଡ ଅଚ୍ୟୁତ ସାମନ୍ତ ଯୋଗଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ ହିତକର ଯୋଜନା ସମ୍ପର୍କରେ ବର୍ଣ୍ଣନା କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା,ସମାଜ ସେବୀ ଶଙ୍କର୍ଷଣ ବେହେରା,ଜିଲ୍ଲା ବିଜେଡ଼ି ଉପ ସଭାପତି ଦିଲ୍ଲୀପ କୁମାର ଦଳ ବେହେରା,ବିଜେଡ଼ି ସଭାପତି ସନାତନ ସାମଲ,ଉପ…
Read More