ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଦଶପଲ୍ଲା ବ୍ଲକ ଅନ୍ତର୍ଗତ କୁଳୁରୁକୁମ୍ପା ଠାରେ ନବମ ବାର୍ଷିକ ସେବା ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସେବା ଉତ୍ସବ ସମିତି ଓ ଵାଣିଗୋଚ୍ଛା ପଶ୍ଚିମ ବନ୍ୟପ୍ରାଣୀ ବନାଞ୍ଚଳ, ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ମିଳିତ ଉଦ୍ୟମରେ କୁଲୁରିକୁମ୍ପା ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର ଓ ଚଷମା ବଣ୍ଟନ କାର୍ଯକ୍ରମ ଅନୁଷ୍ଠିତ ହେବା ସହ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଶିବିର ରେ ପ୍ରାୟ ଦେଢ଼ ଶହ ଜଣ ରୋଗୀ ଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ସହ ମାଗଣା ଔଷଧ ଓ ପ୍ରାୟ ୨୦ଜଣଙ୍କୁ ଚଷମା ବଣ୍ଟନ କରାଯାଇଥିଲା। ଅନ୍ୟପକ୍ଷେ ସେବା ସମିତି ସଦସ୍ୟଙ୍କ ଦ୍ୱାରା ମନୁଷ୍ୟ ଓ ବନ୍ୟଜନ୍ତୁ ମଧ୍ୟରେ ବିବାଦ ପ୍ରତିବିଧାନ ସମ୍ପର୍କରେ ସଚେତନ ସଭା କରାଯିବା ସହ ପଥପ୍ରାନ୍ତ ନାଟକ ପ୍ରଦର୍ଶିତ ହୋଇଥିଲା। ସେବା ଉତ୍ସବ ସମିତି ଅଧ୍ୟକ୍ଷ…
Read MoreCategory: ଦଶପଲ୍ଲା ବ୍ଲକ
୪ଦିନହେବ ଅଙ୍ଗନବାଡି କେନ୍ଦ୍ରରେ ରୋଷେଇ ବନ୍ଦ
ଦଶପଲ୍ଲା, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ ଅଧିନସ୍ଥ ଟାକରା ଗ୍ରାମ ପଂଚାୟତ ଅଧୀନରେ ଥିବା ରଥିପୁର ଅଙ୍ଗନବାଡ଼ି କେନ୍ଦ୍ର ବିଭିନ୍ନ ଅବ୍ୟବସ୍ଥା ଭିତରେ ଥିବା ଅଭିଯୋଗ ପୂର୍ବରୁ ହୋଇଆସୁଥିଲା। ଯେମିତି କି ଅଙ୍ଗନବାଡି କର୍ମୀ ଲିପ୍ସା ନାୟକ କେନ୍ଦ୍ରକୁ ମାଡୁନଥିବା ଠାରୁ ଆରମ୍ଭ କରି ହିତାଧିକାରୀଙ୍କ ପାଇଁ ଆସୁଥିବା ଖାଦ୍ୟକୁ ଅଙ୍ଗନବାଡି କେନ୍ଦ୍ରରେ ନରଖି ନିଜ ଘରେ ରଖି ହିତାଧିକାରୀଙ୍କୁ ବଣ୍ଟନ କରୁଥିବା ଭଳି ସାଙ୍ଘାତିକ ଅଭିଯୋଗ ଆସିଥିଲା ଅଙ୍ଗନବାଡି କର୍ମୀଙ୍କ ନାମରେ। ଗତ ଏପ୍ରିଲ ୨୮ତାରିଖରେ ମଧ୍ୟ ଅଙ୍ଗନବାଡି କର୍ମୀ କେନ୍ଦ୍ରକୁ ଯାଉନଥିବା ସହ ଫୋନ ଉଠାଉନଥିବା ସମ୍ୱନ୍ୱିତ ଶିଶୁ ବିକାଶ ଯୋଜନା ଅଧିକାରୀଙ୍କୁ ଜଣାଇଥିଲେ ହେଲ୍ପର ରଂଜିତା ପରିଡ଼ା। ପରେ ଅଙ୍ଗନବାଡ଼ି କର୍ମୀଙ୍କ ବାପା ଫୋନ କରି ହେଲ୍ପରଙ୍କୁ ତାଗିଦ କଲାଭଳି ମନ୍ତବ୍ୟ ଦେଇଥିବା ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ପରେ…
Read Moreଦଶପଲ୍ଲାରେ DYFIର ଦଶପଲ୍ଲା ବ୍ଲକ ସମ୍ମିଳନୀ ଅନୁଷ୍ଠିତ
ଦଶପଲ୍ଲା, (ନୟାଗଡ଼ ଦର୍ପଣ): ଭାରତର ଗଣତାନ୍ତ୍ରିକ ଯୁବ ଫେଡେରେଶନ(DYFI)ର ଦଶପଲ୍ଲା ବ୍ଲକ ସମ୍ମିଳନୀ ଆଜି ସ୍ଥାନୀୟ ଇଲେଭେନ୍ ଷ୍ଟାର କ୍ଳବ୍ ଠାରେ ଅନୁଷ୍ଠିତ ହୋଇ ଯାଇଛି। ଏହି ସମ୍ମିଳନୀକୁ ସଂଗଠନର ରାଜ୍ୟ ସଭାପତି ସରୋଜ କୁମାର ନାୟକ ଉଦଘାଟନ କଲାପରେ ବ୍ଲକ ସମ୍ପାଦକ ବିପିନ୍ କୁମାର ବାଜୁ ରିପୋର୍ଟ ଉପସ୍ଥାପନ କରିଥିଲେ। ରିପୋର୍ଟ ଉପରେ ପ୍ରତିନିଧିମାନେ ଆଲୋଚନା କଲାପରେ ତାହା ସର୍ବସମ୍ମତି କ୍ରମେ ଗ୍ରହଣ କରାଯାଇଥିଲା। ଅନ୍ୟତମ ଅତିଥି ଜିଲ୍ଲା କୋଷାଧ୍ୟକ୍ଷ ଧିରେନ୍ କୁମାର ପାତ୍ର ଉଦବୋଧନ ଦେବାପରେ ଆଗାମୀ ତିନି ବର୍ଷ ପାଇଁ ଏକ କମିଟି ନିର୍ବାଚିତ କରା ଯାଇଛି। ଏହି କମିଟିର ସଭାପତି ପ୍ରକାଶ ମଣ୍ଡଳ,ସମ୍ପାଦକ ସୁଧାଂଶୁ ଶେଖର ନାୟକ ଓ କୋଷାଧ୍ୟକ୍ଷ ଭାବେ ସୁଶାନ୍ତ ନାୟକ ସମେତ ସାତ ଜଣିଆ କମିଟି ଗଠନ କରାଯାଇଛି। ଶେଷରେ ବିଶିଷ୍ଟ ବାମପନ୍ଥୀ ନେତା ଆଡଭୋକେଟ ଶରତ…
Read Moreସୌମ୍ୟାଶ୍ରୀଙ୍କ ବିୟୋଗରେ ଉତ୍ସର୍ଗ ଫାଉଣ୍ଡେସନ ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା
ଦଶପଲ୍ଲା, (ନୟାଗଡ଼ ଦର୍ପଣ): ଜୀବନ ଯୁଦ୍ଧରେ ହାରିଗଲେ ବାଲେଶ୍ୱର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଭୋଗରାଇ ବ୍ଲକର ଛାତ୍ରୀ ସୌମ୍ୟାଶ୍ରୀ ବିଶି । ସୋମବାର ବିଳମ୍ବିତ ରାତିରେ ଏମସ କତୃପକ୍ଷ ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଦୁଃଖଦ ଖବର ଏବେ ସମଗ୍ର ଦେଶକୁ ସ୍ତବ୍ଧ କରିଦେଇଥିବା ବେଳେ ଆଜି ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକର ଅଗ୍ରଣୀ ସ୍ବେଛାସେବୀ ଅନୁଷ୍ଠାନ ଉତ୍ସର୍ଗ ଫାଉଣ୍ଡେସନ ପକ୍ଷରୁ ଟାକରା ମେଡିକାଲ ଠାରୁ ଆରମ୍ଭ କରି ଗୋପାଳପୁର, ରଥିପୁର ଅଞ୍ଚଳ ସହ ଟାକରା ବଜାର ପରିକ୍ରମା କରି ଏହି ଶୋଭାଯାତ୍ରା ଶେଷରେ ଟାକରା ସ୍ଥିତ ବାବା ସିଦ୍ଧେସ୍ୱର ମନ୍ଦିର ନିକଟରେ ପହଞ୍ଚିଥିଲା। ସେଠାରେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିବା ବେଳେ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ଦାବି ରଖିଥିଲେ ଟ୍ରଷ୍ଟର…
Read Moreଉତ୍ସର୍ଗ ଫାଉଣ୍ଡେସନ ଓ ଆମ ଓଡିଶା ପକ୍ଷରୁ ରକ୍ତଦାନ ଶିବିର
ଦଶପଲ୍ଲା, (ନୟାଗଡ଼ ଦର୍ପଣ): ରକ୍ତଦାନ ମହାପୁଣ୍ୟ ଓ ରକ୍ତଦାନ ଜୀବନ ଦାନ। ଆଜିର ଦିନରେ ସମଗ୍ର ଓଡ଼ିଶାରେ ରକ୍ତ ହୀନତା ଜନିତ ରୋଗୀ, ମାତୃତ୍ଵ ଲାଭ କରୁଥିବା ମହିଳା, ଜୀବନର ଅପରାହ୍ନରେ ଉପନୀତ ବ୍ୟକ୍ତି, ସିକଲିନ୍ ପୀଡିତ ରୋଗୀ, ଦୁରାରୋଗ୍ୟ ବ୍ୟାଧିରେ ପୀଡିତ ରୋଗୀ ଓ ଅପ୍ରତ୍ୟାଶିତ ଦୁର୍ଘଟଣାର ଶିକାର ହେଉଥିବା ବ୍ୟକ୍ତିମାନଙ୍କ ପାଇଁ ରକ୍ତର ଆବଶ୍ୟକତା ଥିବା ବେଳେ ସଠିକ୍ ସମୟରେ ରକ୍ତ ଭଣ୍ଡାରରେ ରକ୍ତର ଅଭାବ ରହୁଛି । ରକ୍ତ ଭଣ୍ଡାରରେ ରକ୍ତର ଅଭାବ ପୂରଣକୁ ଦୃଷ୍ଟିରେ ରଖି ନୟାଗଡ଼ ଜିଲ୍ଲା ଦଶପଲ୍ଲା ଅଞ୍ଚଳର ଅଗ୍ରଣୀ ସେବା ସଂଗଠନ ଉତ୍ସର୍ଗ ଫାଉଣ୍ଡେସନ ଟ୍ରଷ୍ଟ ଓ ଆମ ଓଡିଶା ଆନୁକୂଲ୍ୟରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ମଣୀନାଗ ବହୁମୁଖୀ ଜୁନିୟର ମହାବିଦ୍ୟାଳୟ ଟାକରା ପରିସରରେ ଆୟୋଜିତ ଏହି ରକ୍ତଦାନ ଶିବିରରେ ସମୁଦାୟ ୨୨ୟୁନିଟ…
Read Moreକେନ୍ଦ୍ରୀୟ ଶ୍ରମିକ ସଂଗଠନ ମିଳିତ ମଞ୍ଚ, ସଂଯୁକ୍ତ କିସାନ ମୋର୍ଚ୍ଚା ଓ ସ୍ଵାଧୀନ ଫେଡରେଶନ ମାନଙ୍କର ମିଳିତ ଆହ୍ବାନ କ୍ରମେ ଦଶପଲ୍ଲାରେ ଧର୍ମଘଟ
ଦଶପଲ୍ଲା, (ନୟାଗଡ଼ ଦର୍ପଣ): କେନ୍ଦ୍ରୀୟ ଶ୍ରମିକ ସଂଗଠନ ମିଳିତ ମଞ୍ଚ, ସଂଯୁକ୍ତ କିସାନ ମୋର୍ଚ୍ଚା ଓ ସ୍ଵାଧୀନ ଫେଡରେଶନ ମାନଙ୍କର ମିଳିତ ଆହ୍ବାନ କ୍ରମେ ଦେଶବ୍ୟାପୀ ସାଧାରଣ ଧର୍ମଘଟ ପରିପ୍ରେଖିରେ ଆଜି ଦଶପଲ୍ଲାରେ ଶହ ଶହ କର୍ମୀ ଦଶପଲ୍ଲା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସି ବିଭିନ୍ନ ସ୍ଲୋଗାନ ମାନ ଦେବା ସହ ବିକ୍ଷୋଭ ସଭା ଅନୁଷ୍ଠିତ ହୋଇଥିଲା। ଏହି ସଭାରେ ଶ୍ରମିକ ନେତା ବରିଷ୍ଠ ଆଇନଜୀବି ଶରତ ଚନ୍ଦ୍ର ବେହେରା, ଆଦିବାସୀ ନେତା ଶ୍ରୀନିବାସ ଜାନୀ, ମଧ୍ୟାହ୍ନ ଭୋଜନ ପାଚିକା ସଂଘ୍ ନୟାଗଡ଼ ଜିଲ୍ଲା ସମ୍ପାଦିକା ଜୟନ୍ତୀ ଦାଶ୍, ଯୁବନେତା ବିପିନ୍ କୁମାର ବାଜୁ, ସୁଶାନ୍ତ ନାୟକ, ଆଶାକର୍ମୀ ସଂଘର ଦଶପଲ୍ଲା ସମ୍ପାଦିକା ସସ୍ମିତା ପଟ୍ଟନାୟକ, କୃଷକ ନେତା ବ୍ରଜବନ୍ଧୁ ପ୍ରଧାନ, ପୂର୍ଣ୍ଣଚନ୍ଦ୍ର ସାହୁ ଓ କ୍ଷେତ ମଜଦୂର୍ ନେତା ବିରଞ୍ଚି ନାୟକ ପ୍ରମୁଖ ବକ୍ତବ୍ୟ…
Read Moreବାଲାରସେନ ପାତ୍ରଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା
ଦଶପଲ୍ଲା, (ନୟାଗଡ଼ ଦର୍ପଣ): ଦଶପଲ୍ଲା ବ୍ଳକ ଘୋଳାହାଣ୍ଡି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଆଦର୍ଶ ଶିକ୍ଷକ ବାଲାରସେନ ପାତ୍ରଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶରତ ଚନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥିଭାବେ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରିଣୀ ଗୀତାଞ୍ଜଳି ସାହୁ, ଦଶପଲ୍ଲା ବ୍ଲକ ଅଧ୍ୟକ୍ଷା ସୁନନ୍ଦା ସାହୁ, କନକ ନ୍ୟୁଜର ଜିଲ୍ଲା ପ୍ରତିନିଧି ତଥା ବରିଷ୍ଠ ସାମ୍ବାଦିକ ପ୍ରଦୀପ୍ତ ରଥ, DSS ଶରତ ସାହୁ, IPE ଅନିଲ କୁମାର ଦାସ, ଜିଲ୍ଲା ପରିଷଦ ସଦସ୍ୟ ବସନ୍ତ କୁମାର ପ୍ରଧାନ, ଘୋଳାହାଣ୍ଡି ସରପଞ୍ଚ ପ୍ରଦୀପ୍ତ ସ୍ୱାଇଁ, ମଧ୍ଯଖଣ୍ଡ ସରପଞ୍ଚ ସସ୍ମିତା ପ୍ରଧାନ, ଦଶପଲ୍ଲା ଅଞ୍ଚଳର ବିଶିଷ୍ଟ ଗାଳ୍ପିକ ହାଡିବନ୍ଧୁ ମହାଖୁଡ଼, ବିଦ୍ୟାଳୟର ପୂର୍ବତନ ସମ୍ପାଦକ ତଥା ଆଇନୀଜୀବୀ ଶରତ ଚନ୍ଦ୍ର ବେହେରା ପ୍ରମୁଖ ଯୋଗଦେଇଥିବା ବେଳେ ଦଶପଲ୍ଲା…
Read Moreଗୋରୁ ମାଲିକଙ୍କୁ ଦଶପଲ୍ଲା ଏନଏସିର ଚେତାବନୀ
ଦଶପଲ୍ଲା,(ନୟାଗଡ଼ ଦର୍ପଣ): ଦଶପଲ୍ଲା ଦେଇ ଯାଇଛି ୫୭ନଂ. ଜାତୀୟ ରାଜପଥ। ଏଥି ସହିତ ଦାପଲ୍ଲା ଏନଏସିରେ ଅନେକ ବଜାର ବି ରହିଛି। ସୁବଠି ଗୋରୁମାନଙ୍କ ପ୍ରାଦୁର୍ଭାବ ଦେଖିବାକୁ ମିଳୁଛି। ଗୋରୁ ପଲ ରାସ୍ତାଘାଟରେ ଶୋଇ ରହୁଥିବା ଓ ଅବାଧ ବିଚରଣ କରୁଥିବାରୁ ପ୍ରତ୍ୟହ ଦୁର୍ଘଟଣା ଘଟୁଛି। ଏନେଇ ଏନଏସି ନିକଟରେ ବାରମ୍ବାର ଅଭିଯୋଗ ହେବା ପରେ ଏନଏସି ପକ୍ଷରୁ ଗୋରୁମାଲିକମାନଙ୍କୁ ତାଗିଦ କରାଯାଇଛି। କାରଣ କ୍ଷୁଧାର୍ତ୍ତ ଗୋରୁମାନଙ୍କୁ ଖାଇବାକୁ ନ ଦେଇ ମାଲିକମାନେ ଦୁହିଁବା ପରେ ରାସ୍ତା ଉପରକୁ ଛାହି ଦେଉଛନ୍ତି। ଲୋକେ ଖାଦ୍ୟ ସାମଗ୍ରୀ ସାଇକେଲରେ ରଖି ବଜାର କଲାବେଳେ ଗୋରୁମାନେ ଆସି ଖାଇ ଦେଉଛନ୍ତି। ଏଭଳି ସ୍ଥଳେ ଗୋରୁ ଏବଂ ଲୋକମାନେ ଅକଥନୀୟ ଦୁର୍ଦ୍ଦଶା ଗୋକୁଛନ୍ତି। ଏଣେ ଦୁର୍ଘଟଣାରେ ଲୋକେ ଆହତ ହେଉଥିବାବେଳେ ବସ୍ ଓ ଟ୍ରକ ଧକ୍କାରେ ଗୋରୁମାନେ ମଧ୍ୟ ଆହତ ହେଉଥିବା…
Read More‘ଦଶପଲ୍ଲା ଭୂଗୋଳ’ ପୁସ୍ତକ ଉନ୍ମୋଚିତ
ଦଶପଲ୍ଲା,(ନୟାଗଡ଼ ଦର୍ପଣ): ପୁରାତନ ଗଡଜାତ ରାଜ୍ୟ ଦଶପଲ୍ଲାର ଭୌଗୋଳିକ ପରିସୀମା, ବାତାବରଣ, ଜଳବାୟୁ, ପ୍ରସିଦ୍ଧ ସ୍ଥାନ, ବାଣିଜ୍ୟ, ଶିକ୍ଷା, ରାଜନୈତିକ ଅବସ୍ଥା, ଗମନାଗମନ, ପର୍ବତମାଳା ଏବଂ ଗାଁର ନାମକରଣକୁ ଆଧାର କରି ଭାରତ ସ୍ବାଧୀନତା ପୂର୍ବରୁ ଅର୍ଥାତ ୧୯୪୦ ମସିହାରେ ଦଶପଲ୍ଲା ଇଷ୍ଟେଟ ସହକାରୀ ଦେୱାନ ନୀଳମଣୀ ବିଷୋୟୀଙ୍କ ପ୍ରଥମ ସଂସ୍କରଣ ଦଶପଲ୍ଲା ଭୂଗୋଳ ପୁସ୍ତିକାର ପ୍ରଥମ ସଂସ୍କରଣ ପ୍ରକାଶ କରିଥିଲେ। ଏହି ପୁସ୍ତକ ‘ଦଶପଲ୍ଲା ଭୂଗୋଳ’ର ୨ୟ ସଂସ୍କରଣ ଉଭୟ ଇଂରାଜୀ ଓ ଓଡ଼ିଆ ଭାଷାରେ ‘ଅକ୍ଷ’ ପ୍ରକାଶିନୀ ଆନୁକୂଲ୍ୟରେ ଲେଖକ ଗାଳ୍ପିକ ହାଡିବନ୍ଦୁ ମହାଖୁଡଙ୍କ ଦ୍ୱାରା ଶନିବାର ଦିନ ପ୍ରକାଶ ପାଇଛି । ଏହି ପୁସ୍ତକକୁ ଦଶପଲ୍ଲା ରାଜା ସାହେବ ଦିଗ୍ବିଜୟ ଚନ୍ଦ୍ର ଦେଓଭଞ୍ଜଙ୍କ କର କମଳରେ ରାଜନଅର ଅଭିଷେକ ମହଲରେ ପୁସ୍ତକକୁ ଅନାବରଣ କରିଛନ୍ତି। ଏ ଅବସରରେ ଳେକକ ଶ୍ରୀ ମହାଖୁଡଙ୍କୁ ଉଚ୍ଚ…
Read Moreଜିଲ୍ଲା ସ୍ତରୀୟ ତିନି ଦିନିଆ ଦକ୍ଷତା ବୃଦ୍ଧି ତାଲିମ କାର୍ଯ୍ୟକ୍ରମ
ନୟାଗଡ଼, (ନୟାଗଡ଼ ଦର୍ପଣ): ଏସ.ଜି. ଫାଉଣ୍ଡେସନ ଅନୁଷ୍ଠାନର ସ୍ମାର୍ଟ ସ୍କିଲ ପ୍ରକଳ୍ପ ଦ୍ଵାରା ନୟାଗଡ଼ ସହରସ୍ଥିତ ହୋଟେଲ ନୀଳମାଧଵ ଠାରେ ତିନି ଦିନିଆ ଜିଲ୍ଲା ସ୍ତରୀୟ ଦକ୍ଷତା ବୃଦ୍ଧି ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ମୁଖ୍ୟତଃ ଓଡଗାଁ ଏବଂ ଦଶପଲ୍ଲା ବ୍ଲକରେ ରିୱାର୍ଡ ପ୍ରକଳ୍ପ ମାଧ୍ୟମରେ ଗଠନ କରାଯାଇଥିବା ଜଳ ବିଭାଜିକା କମିଟି ଗୁଡିକର ସାଙ୍ଗଠନିକ ଅଭିବୃଦ୍ଧି, ପ୍ରାକୃତିକ ସମ୍ପଦର ପରିଚାଳନା, ଜଳ ବାୟୁ ବିପତ୍ତିର ପରିଚାଳନା ଓ ଆର୍ଥିକ ସୁପରିଚାଳନା ବିଷୟରେ ଆଲୋଚନା କରାଯାଇଥିଲା। ଜଳ ବିଭାଜିକା ଅଞ୍ଚଳ ଗୁଡ଼ିକରେ କୃଷକ, ମହିଳା ଓ ଭୂମି ହୀନ ଲୋକମାନଙ୍କର କୃଷି ଓ ଜୀବନ ଜୀବିକାମାନରେ କିପରି ଅଭିବୃଦ୍ଧି ହୋଇପାରିବ ଏବଂ କୃଷି ଜାତ ଦ୍ରବ୍ୟର ଉପଯୁକ୍ତ ମୂଲ୍ୟ ନିର୍ଧାରଣ ଏବଂ ସଠିକ ଉପାୟରେ ବଜାରୀକରଣ ହୋଇପାରିବ ସେ ବିଷୟରେ ତାଲିମ ପ୍ରଦାନ କରାଯାଇଥିଲା। ଏହି ତାଲିମରେ…
Read More