ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସୃଷ୍ଟି ହୋଇଥିବା ଉତ୍କଟ ରକ୍ତ ଅଭାବକୁ ଦୃଷ୍ଟିରେ ରଖି ସଙ୍ଗଠନର ପ୍ରତିଷ୍ଠାତା ଅରଣ୍ୟରାଜ କିଶୋର ସିଂଙ୍କ ନିର୍ଦ୍ଦେଶରେ ଆଜି ପ୍ରଥମ ସାଧାରଣ ବୈଠକ ଏବଂ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ସ୍ଥିତ ପୁରୁଣା ରାଜବାଟିରେ ଆୟୋଜିତ ରକ୍ତଦାନ ଶିବିରକୁ ସମାଜସେବୀ ପ୍ରମୋଦ ପଟ୍ଟନାୟକ ଉଦଘାଟନ କରିଥିବା ବେଳେ ହେମେନ୍ଦ୍ର ସେନାର ସଭାପତି ସୌମ୍ୟ ରଂଜନ ପ୍ରଧାନ, ସମ୍ପାଦକ ଶେଖ ଅବଦୁଲ ଆହାଦ, ସମାଜସେବୀ ଦାମୋଦର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଏହି ବୈଠକରେ ନୟାଗଡ଼ ମେଡିକାଲ କଲେଜ, ନୟାଗଡ଼ ମହାବିଦ୍ୟାଳୟକୁ ନୟାଗଡ଼ ବିଶ୍ବବିଦ୍ୟାଳୟ ରୂପେ ଘୋଷଣା ଏବଂ ନୟାଗଡ଼ରେ ହେଉଥିବା ଘନ ଘନ ବିଦ୍ୟୁତ କାଟ ଉପରେ ଆଲୋଚନା କରାଯିବା ସହ ଏହା ଉପରେ ଖୁବଶୀଘ୍ର ଆବଶ୍ୟକୀୟ ପଦକ୍ଷେପ ନିଆଯିବା ନିମନ୍ତେ ସ୍ଥିର କରାଗଲା। ନୟାଗଡ଼…
Read MoreCategory: ଖଣ୍ଡପଡ଼ା ବ୍ଲକ
ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ନୟାଗଡ଼ରେ ଚଳିତ ବର୍ଷର ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ଜାତୀୟ ଆଇନ ସେବା ପ୍ରାଧିକରଣ ନିର୍ଦେଶମତେ ଆଜି ଭାରତର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ ୭ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ୫୨ଲକ୍ଷ ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀମାନଙ୍କୁ ନିର୍ଦେଶ ଦିଆଯାଇଥିଲା । ସେହିପରି ୮୦ଟି ଦେୱାନି ମାମଲା ଫଇସଲା କରାଯାଇଥିଲା। ଏନ.ଆଇ. ଆକ୍ଟ କେସ ୦୬ ଟି ଏବଂ ବିବାହଜନିତ ୦୫ଟି ମାମଲା ଫଇସଲା କରାଯାଇଥିଲା । ବ୍ୟାଙ୍କରୁ ଋଣ ନେଇ ଋଣ ପରିଶୋଧ କରିନଥିବା ୭୮ ଜଣ ଋଣ ଗ୍ରହିତାଙ୍କଠାରୁ Rs. ୩୪,୪୧,୧୯୨.୦୦ ଟଙ୍କା ଦେବା ପାଇଁ ରାଜିନାମା ସ୍ୱାକ୍ଷରିତ କରାଯାଇଥିଲା । ୧୫୨୫ ଟି…
Read Moreରାଜ୍ୟ ଟପ୍ପର ହୋଇ ନୟାଗଡ଼ ପାଇଁ ଗୌରବ ଆଣିଲେ ପ୍ରତ୍ୟାଶା
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନୋତରସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ସିବିଏସି ଦଶମ ଶ୍ରେଣୀ ପରୀକ୍ଷାରେ ମୋଟ ୮୧ଜଣ ପରୀକ୍ଷା ଦେଇଥିଲେ । ଏଥିରେ ଛାତ୍ରୀ ପ୍ରତ୍ୟାଶା ଶତପଥୀ ୯୮% ମାର୍କ ରଖି ଟପ୍ପର ହୋଇଛନ୍ତି । ଖାଲି ସେତିକି ନୁହେଁ ପ୍ରତ୍ୟାଶା ରାଜ୍ୟ ସ୍ତରରେ ଟପ୍ପର ହୋଇଛନ୍ତି । ସେ ମୋଟ ୫୦୦ ନମ୍ବରରୁ ୪୯୦ ନମ୍ବର ରଖୁଛନ୍ତି । ସେହିପରି ଭାବେ ଶୁଭକାନ୍ତି ମାଝି ଦ୍ବିତୀୟ ସ୍ଥାନ ଅଧିକାର କରିଛନ୍ତି । ସେ ୯୭.୨% ମାର୍କ ରଖୁଛନ୍ତି। ସେ ରାଜ୍ୟ ସ୍ତରରେ ଚତୁର୍ଥ ସ୍ଥାନ ଅଧିକାର କରିଛନ୍ତି ।ଦିବେଶ ଦାସ ୯୫.୨% ମାର୍କ ରଖୁ ତୃତୀୟ ସ୍ଥାନ ଅଧିକାର କରିଛନ୍ତି।ଉକ୍ତ ବିଦ୍ୟାଳୟରେ ୯୫ ରୁ ୧୦୦ % ମଧ୍ୟରେ ୩ ଜଣ ମେଧାବୀ ଥିବା ବେଳେ ୯୦ ରୁ ୧୦୦ % ଭିତରେ ୨୧ଜଣ ଛାତ୍ରଛାତ୍ରୀ…
Read Moreବିଜେଡ଼ି ଆଦର୍ଶରେ ଅନୁପ୍ରାଣିତ ହୋଇ ଇଟାମାଟି ପଞ୍ଚାୟତର ବହୁ ବିଜେପି କର୍ମୀ ବିଜେଡିରେ ସାମିଲ
ନୟାଗଡ଼,(ନୟାଗଡ଼ ଦର୍ପଣ): ବିଜୁ ଜନତା ଦଳର ନୀତି ଓ ଆଦର୍ଶ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା, ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ସାଂଗଠନିକ ଦକ୍ଷତା ଆଗରେ ବିରୋଧି ଶକ୍ତିହୀନ ହେଉଛନ୍ତି । ବିରୋଧି ଦଳର ନେତୃତ୍ୱ ନେଉଥିବା ବ୍ୟକ୍ତି ଦିନକୁ ଦିନ ଦୁର୍ବଳ ହେଉଛନ୍ତି । କିଛିଦିନ ତଳେ ନୟାଗଡ଼ ଓଡ଼ଗାଁ ବ୍ଲକର ୪୫ ପରିବାର ଝାରସୁଗୁଡ଼ା ଯାଇ ବିଜୁ ଜନତା ଦଳରେ ସାମିଲ ହେଉଥିବା ବେଳେ ଆଜି ନୟାଗଡ଼ ବ୍ଲକ ଇଟାମାଟି ପଞ୍ଚାୟତର ୨୦ ଜଣ ବିଜେପି କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଉପରେ ଅସ୍ଥାପ୍ରକଟ କରି ସେମାନେ ଦଳରେ ସାମିଲ ହୋଇଥିବା ବେଳେ ବିଜେପିରେ ଚାଲିଥିବା ଅନ୍ତଃକନ୍ଦଳ ସେମାନଙ୍କୁ ଦଳ ଛାଡ଼ିବାକୁ ବାଧ୍ୟ କରିଥିବା କହିଛନ୍ତି । ନୟାଗଡ଼…
Read Moreପୌର ନିର୍ବାଚନ ବେଳେ ଦେଇଥିଲେ ପ୍ରତିଶୃତି ତାହା ହେଲା ପୂରଣ, ଖୁବଶୀଘ୍ର ନିର୍ମାଣ ହେବ ୧୩କିମି ରାସ୍ତା
ନୟାଗଡ଼ ବିକାଶର ଆଉ ଏକ ମାଇଲଖୁଣ୍ଟ, ମୁଖ୍ୟମନ୍ତ୍ରୀ ଏବଂ ନୟାଗଡ଼ ବିଧାୟକଙ୍କୁ କୃତଜ୍ଞତା ଜ୍ଞାପନ କଲେ ନୟାଗଡ଼ ସହରବାସୀ ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସହରର ବିକାଶରେ ପୁଣି ଯୋଡ଼ି ହେଲା ଆଉ ଏକ ଫର୍ଦ୍ଦ। ଦୀର୍ଘ ଦିନର ପ୍ରତୀକ୍ଷାର ହେଲା ଅବସାନ। ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ପାଇଁ ପ୍ରାୟ ୧୩ କି.ମି ପର୍ଯ୍ୟନ୍ତ ନୟାଗଡ଼ ସହରର ଦୁଇଟି ରାସ୍ତା ପୂର୍ତ୍ତ ବିଭାଗକୁ ହସ୍ତାନ୍ତର ହୋଇପାରିଛି । ଏ ସବୁ ରାସ୍ତା ସହରାଞ୍ଚଳ ବିକାଶ ବିଭାଗ ବା ପୋୖରାଞ୍ଚଳ ଅଧିନରେ ଆସୁଥିଲା । ପୋୖରାଞ୍ଚଳ ଅଧିନରେ ଆସୁଥିବାରୁ ଏହି ରାସ୍ତା ନିର୍ମାଣ କରିବା ପାଇଁ ପୌର ପରିଷଦ ପାଖରେ ଯଥେଷ୍ଟ ଅର୍ଥ ନଥିଲା । ତେଣୁକରି ଏହି ରାସ୍ତାକୁ କଙ୍କ୍ରିଟ୍ କରିବାକୁ ପୂର୍ତ୍ତ ବିଭାଗକୁ ହସ୍ତାନ୍ତର କରିବା ପାଇଁ ନିଷ୍ପତ୍ତି ନିଆଗଲା। ସେଥିପାଇଁ ଯାହା ସବୁ ପକ୍ରିୟା ରହିଛି ସେସବୁ…
Read Moreଚଳିତ ମାସ ୨୦ ଓ ୨୧ତାରିଖ ଦୁଇଦିନ ଧରି କେସି କ୍ଲବରେ ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ
ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟ ଚେସ ଆସୋସିଏସନର ନିର୍ଦ୍ଦେଶ କ୍ରମେ ନୟାଗଡ଼ରେ ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ ଚଳିତ ମାସ ୨୦ ଏବଂ ୨୧ ତାରିଖ ଦୁଇଦିନ ଧରି ସ୍ଥାନୀୟ କେସି କ୍ଲବ ପରିସରରେ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦିଆଯାଇଛି। ସୂଚନା ମୁତାବକ ଏହି ଟୁର୍ଣ୍ଣାମେଣ୍ଟରେ ସମସ୍ତ ବର୍ଗର ପ୍ରତିଯୋଗୀ ଅଂଶ ଗ୍ରହଣ କରି ପାରିବେ। ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ୧୫ଶହ ଟଙ୍କା, ଦ୍ୱିତୀୟ ସ୍ଥାନ ପାଇଁ ୧୨ଶହ ଟଙ୍କା, ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ୧ହଜାର ଟଙ୍କା, ଚତୁର୍ଥ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ୭୦୦ଟଙ୍କା ଏବଂ ପଞ୍ଚମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ୬୦୦ ଟଙ୍କା ସହିତ ପ୍ରମାଣପତ୍ର ପ୍ରଦାନ କରାଯିବ। ସେହିପରି ଅଂଶ ଗ୍ରହଣ କରିଥିବା ସମସ୍ତ ପ୍ରତିଯୋଗୀଙ୍କୁ ପ୍ରମାଣ…
Read Moreନୟାଗଡ଼ ସଦର ମହକୁମାରେ ଜିଲ୍ଲାସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ରେ ବିଶ୍ଵ ରେଡକ୍ରସ ଦିବସ ଜିଲ୍ଲା ପ୍ରଶାସନ ଓ ରେଡକ୍ରସ ଭଲେଣ୍ଟିୟର୍ସ ଫୋରମର ମିଳିତ ସହଯୋଗରେ ପାଳିତ ହୋଇଯାଇଅଛି । ଏହି ଅବସରରେ ପୂର୍ବାହ୍ନ ୭ଘଟିକା ସମୟରେ ଦିବସର ତାତ୍ପର୍ଯ୍ୟ ଉପରେ ସାଧାରଣ ନାଗରିକଙ୍କୁ ସଚେତନ କରିବା ପାଇଁ ଏକ ପଦଯାତ୍ରା ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ ପତାକା ଦେଖାଇ ଶୁଭ ଉଦ୍ଘାଟନ କରିଥିଲେ । ଏହି ପଦଯାତ୍ରା ସହର ପରିକ୍ରମା କରିବା ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍ଭାବନା ସଭାକକ୍ଷରେ ଏକ ସଚେତନତା ସଭା ସହ ରକ୍ତଦାନ କ୍ୟାମ୍ପ୍ କରାଯାଇଥିଲା। ଏହି ସଭାକାର୍ଯ୍ୟରେ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ ଅଧ୍ୟକ୍ଷତା କରିଥିଲେ । ମୁଖ୍ୟବକ୍ତା ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା, ମକରନ୍ଦ ବେଉରା ରେଡକ୍ରସ ଦିବସର ଇତିହାସ ତାଙ୍କ ବକ୍ତବ୍ୟରେ ରଖିଥିଲେ ।ସମ୍ମାନିତ ଅତିଥି…
Read Moreପଛୁଆ ବର୍ଗର ସାମାଜିକ ଓ ଶିକ୍ଷାଗତ ସର୍ଭେ କେନ୍ଦ୍ର ପରିଦର୍ଶନ କଲେ ରାଜ୍ୟ ପର୍ଯ୍ୟବେକ୍ଷକ
ନୟାଗଡ଼,(ନୟାଗଡ଼ ଦର୍ପଣ): ଓଡ଼ିଶା ପଛୁଆ ବର୍ଗର ସାମାଜିକ ଓ ଶିକ୍ଷାଗତ ସ୍ଥିତି ସର୍ଭେ କାର୍ଯ୍ୟ ସାରା ଓଡ଼ିଶାରେ ଚାଲୁ ରହିଛି। ମେ ୧ ତାରିଖରୁ ଆରମ୍ଭ ହୋଇଥିବା ଏହି ସର୍ଭେ କାର୍ଯ୍ୟ ଆସନ୍ତା ମେ ୨୭ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ। ଏଥିନିମନ୍ତେ ନୟାଗଡ଼ ଜିଲ୍ଲାରେ ବିଭିନ୍ନ ସ୍ଥାନରେ ସର୍ଭେ କେନ୍ଦ୍ର ଖୋଲାଯାଇଛି। ନୟାଗଡ଼ ଜିଲ୍ଲା ଦାୟିତ୍ୱରେ ଥିବା ରାଜ୍ୟ ପର୍ଯ୍ୟବେକ୍ଷକ ପ୍ରଦୀପ କୁମାର ନାୟକ ଆଜି ନୟାଗଡ଼ ଜିଲ୍ଲାର ବିଭିନ୍ନ ବ୍ଲକ ଯଥା ଭାପୁର, ଖଣ୍ଡପଡ଼ା, ଗଣିଆ, ଦଶପଲ୍ଲା ଓ ନୂଆଗାଁ ବ୍ଳକ ପରିଦର୍ଶନ କରି ସମସ୍ତ କାର୍ଯ୍ୟର ତଦାରଖ କରିଛନ୍ତି। ଏହି ସର୍ଭେ କେବଳ ଓଡ଼ିଶା ସରକାରଙ୍କ ଦ୍ବାରା ଅଧିସୂଚୀତ ୨୦୮ପ୍ରକାର ପଛୁଆ ବର୍ଗର ଲୋକଙ୍କ ପାଇଁ ଉଦ୍ଦିଷ୍ଟ। ପରିବାରର ମୁଖ୍ୟ କିମ୍ବା ଘରର ବରିଷ୍ଠ ସଦସ୍ୟ ସର୍ଭେ ସେଣ୍ଟରକୁ ଯାଇ ସବିଶେଷ ବାର୍ତ୍ତା…
Read Moreବିଶ୍ୱ ହାସ୍ୟ ଦିବସ: ଚଳିତବର୍ଷ ହାସ୍ୟ ରସିକ ଉପାୟନ ପାଇଲେ ଶ୍ରୀଯୁକ୍ତ ସତ୍ୟାନାଶ
ନୟାଗଡ଼,(ନୟାଗଡ଼ ଦର୍ପଣ): ମଇ ମାସର ପ୍ରଥମ ରବିବାରକୁ ବିଶ୍ୱ ହାସ୍ୟ ଦିବସ ରୂପେ ପାଳନ କରାଯାଏ। ଏହି ପରିପ୍ରେକ୍ଷୀରେ ନୟାଗଡ଼ ଜିଲ୍ଲା ସାହିତ୍ୟ ସଂସ୍କୃତି ବିକାଶ ମଞ୍ଚ ପକ୍ଷରୁ ବିଶ୍ବ ହାସ୍ୟ ଦିବସ ବେଶ ଧୁମଧାମରେ ପାଳିତ ହୋଇଯାଇଛି । ନୟାଗଡ଼ ପୁରୁଣାସହର ଜଗନ୍ନାଥ ମନ୍ଦିର ସାମନା ଯଦୁମଣି ମଣ୍ଡପଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ନୟାଗଡ଼ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଅନୁଷ୍ଠାନର ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଚଳଚ୍ଚିତ୍ର ଏବଂ ଦୂରଦର୍ଶନ ହାସ୍ୟ ଅଭିନେତା ବ୍ରଜ ସିଂ, ନିଉଜ ଫିଉଜର ସଂଚାଳକ ତଥା ହାସ୍ୟାଭିନେତା ହୃଷିକେଶ ଦାସ, ଜ୍ଞାନ ହୋତା, ବୋଲଗଡ଼ ଏକ୍ସପ୍ରେସ ବ୍ରଜ ସୁବୁଦ୍ଧି, ଡ଼ଃ. କୁଳାଙ୍ଗାର, ଶ୍ରୀଯୁକ୍ତ ସତ୍ୟାନାଶ, ଡ. ରମାକାନ୍ତ…
Read Moreରାଜ୍ୟ ବିଜେଡିର ବରିଷ୍ଠ ମହିଳା ଉପ ସଭାପତି ପ୍ରଭାସିନୀ ନନ୍ଦଙ୍କ ମହତ କାର୍ଯ୍ୟ
ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟ ବିଜେଡିର ବରିଷ୍ଠ ମହିଳା ଉପସଭାପତି ପ୍ରଭାସିନୀ ନନ୍ଦ ଓଡଗାଁ ବ୍ଲକର ବାଣ୍ଠପୁର ପଂଚାୟତର ଶାଳିଆଝରି ଓ ନେପାଳ ଗ୍ରାମ ଗ୍ରସ୍ତ କରିଛନ୍ତି। ଶାଳିଆଝରି ଗ୍ରାମରେ କାଜୁପଦାକୁ ନେଇ ଗ୍ରାମବାସୀ ଓ ନିଲାମଧାରୀଙ୍କ ମଧ୍ୟରେ ଯେଉଁ ବାଦ ବିବାଦ ଉପୁଜିଛି ତାହାରି ଉପରେ ଗ୍ରାମବାସୀଙ୍କ ସହିତ ଆଲୋଚନା କରି ତାହା କିଭଳି ସମାଧାନ ହୋଇପାରିବ ସେ ଦିଗରେ ଜିଲ୍ଲା ପ୍ରଶାସନ ସହିତ ଆଲୋଚନା କରିବେ ବୋଲି ଗ୍ରାମବାସୀଙ୍କୁ ଆଶ୍ୱାସନା ଦେଇଥିଲେ। ଏବଂ ଗ୍ରାମର କିଛି ବୟସ୍କ ବୁଢ଼ା ବୁଢ଼ୀଙ୍କ ବାର୍ଦ୍ଧକ୍ୟ ଭତା ଆଜି ସୁଦ୍ଧା ପାଇବାରୁ ବଂଚିତ ଥିବାରୁ ଲୋକମାନେ ତାଙ୍କ ପାଖରେ ଅଭିଯୋଗ କରିଥିଲେ। ଏହାପରେ ନୟାଗଡ଼ର ନଗଡା କୁହାଯାଉଥିବା ନେପାଳ ଗ୍ରାମକୁ ଯାଇ ଗ୍ରାମର ଛୋଟ ପିଲାମାନଙ୍କୁ ବହି ସିଲଟ, ଖଡ଼ି ବିସ୍କୁଟ ଆଦି ବଣ୍ଟନ କରିଥିଲେ, କାରଣ ଏହି ଗ୍ରାମରେ…
Read More