ନୟାଗଡ଼,(ନୟାଗଡ଼ ଦର୍ପଣ): ଇଟାମାଟି ଗ୍ରାମର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ବିଜୁ ମହତାବ ଅନୁଷ୍ଠାନ ପକ୍ଷରୁ ଶିଶୁ ଦିବସ ପାଳିତ ହୋଇଯାଇଛି। ଶିଶୁଙ୍କୁ ଉଚିତ ସମ୍ମାନ ଦେବା, ଭଲ ପାଇବା ଓ ଶିଶୁଙ୍କର ଭବିଷ୍ୟତ ଶକ୍ତି କରିବା ଉଦ୍ଦେଶ୍ୟରେ ଏହି ଉତ୍ସବ ପାଳନ କରାଯାଇଛି । ପ୍ରତ୍ୟେକ ଶିଶୁଙ୍କୁ ପ୍ରେରଣା ଦେବା ଲକ୍ଷ୍ୟରେ ଆଜି ବାମନ ଅବକାଶ ହାଇସ୍କୁଲ ଠାରେ ଶିଶୁ ଦିବସ ୨୦୨୨ ପାଳନ କରାଯାଇଥିଲା । ଏଥିରେ ସମାଜସେବୀ ଭାଗିରଥି ବାଇଙ୍କ ସଭାପତିତ୍ବରେ ଏକ ସଭା ଆୟୋଜନ କରାଯାଇଥିଲା ଏଥିରେ ମୁଖ୍ୟଅତିଥିଭାବେ ସାଓରମଲ୍ଲ ଅଗ୍ରୱାଲ, ସମ୍ମାନିତ ଅତିଥିଭାବେ ଅଶୋକ କୁମାରନାୟକ, ସମିତି ସଭ୍ୟା ଗୋଲାପ ସେଠୀ, ଶ୍ରବଣ କୁମାର ରାମ ଯୋଗଦେଇଥିଲେ । ଏଥିରେ ୧୦୦ରୁ ଉର୍ଦ୍ଧ୍ବ ପ୍ରତିଯୋଗି ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ସଚ୍ଚିତା ନନ୍ଦ ସାଥୁଆ, କୃପାସିନ୍ଧୁ ପ୍ରଧାନ,କ୍ରିଷ୍ଣା କୁମାର ଅଗ୍ରୱାଲ, ଦିଲ୍ଲୀପ…
Read MoreCategory: ଖଣ୍ଡପଡ଼ା ବ୍ଲକ
ଇନର ହୁଇଲ କ୍ଲବ ଜିଲ୍ଲା ଅଧ୍ୟକ୍ଷାଙ୍କ ନୟାଗଡ଼ ପରିଦର୍ଶନ
ନୟାଗଡ଼,(ନୟାଗଡ଼ ଦର୍ପଣ): ଇନର ହୁଇଲ କ୍ଲବ ଓଡ଼ିଶା ଜିଲ୍ଲା ଅଧ୍ୟକ୍ଷା ଶ୍ରୀମତୀ ଟି ଚିରଞ୍ଜିବୀ ନୟାଗଡ଼ ରୋଟାରୀ କ୍ଲବ ପରିସରରେ ଏକ କାର୍ଯ୍ୟକ୍ରମ ରେ ଯୋଗଦେଇ କ୍ଲବର ସମସ୍ତ କାଗଜ ପତ୍ର ତଦାରଖ କରିବା ସହିତ କ୍ଲବ କାମରେ ଅତ୍ୟନ୍ତ ଖୁସି ବ୍ୟକ୍ତ କରିବା ସହ କ୍ଲବର ସମସ୍ତ ସଦସ୍ୟା ମାନଙ୍କର ସମାଜସେବା ପ୍ରତି ଥିବା ଆଗ୍ରହ ଓ ସଦିଚ୍ଛା କୁ ଭୁରି ଭୁରି ପ୍ରଶଂସା କରିଥିଲେ। ନୟାଗଡ ଇନର ହୁଇଲ କ୍ଲବର ଅଧ୍ୟକ୍ଷା ଡକ୍ଟର ଜ୍ୟୋତ୍ସ୍ନାମୟୀ ପଟ୍ଟନାୟକଙ୍କ ସଭାପତିତ୍ବରେ କାର୍ଯ୍ୟକ୍ରମ ଟି ସୁଚାରୁ ରୂପେ ପରିଚାଳିତ ହୋଇଥିବା ବେଳେ ୯ ଜଣ ନୂତନ ସଦସ୍ୟା କ୍ଲବ ରେ ଯୋଗ ଦେଲେ । ଡାକ୍ତର ବି଼ ସୁର୍ଯ୍ୟା ରାଓ, ଫାର୍ମାସିଷ୍ଟ ପ୍ରତିଭା ମିଶ୍ର ଓ ହୋମଗାର୍ଡ ସସ୍ମିତା ନାୟକ ଙ୍କୁ ଉତ୍ତମ ସେବା ପାଇଁ କ୍ଲବ ତରଫରୁ…
Read Moreଓଡ଼ଗାଁ ବ୍ଳକ ଭାଡ଼ିକିଳାରେ ବିଜେପିର କର୍ମୀ ସମ୍ମିଳନୀ
ଓଡ଼ଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ବିଜେପି ତରଫରୁ ଓଡଗାଁ ବ୍ଲକର ଭାଡ଼ିକିଳା ପଞ୍ଚାୟତର ଖେଳପଡିଆଠାରେ ଶନିବାର ଏକ ବିରାଟ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେପି ଜିଲ୍ଲା ସଭାପତି ଲାଲା ମନୋଜ ରାୟ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥିଭାବେ ରାଜ୍ୟ ମୁଖପାତ୍ର ଡ. ସମ୍ବିତ ପାତ୍ର ଯୋଗଦେଇ କହିଥିଲେ ଯେ, ବିଜେପି ଦେଶର ଏକ ବୃହତ ଦଳ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବହୁ କେନ୍ଦ୍ରୀୟ ଯୋଜନା ଗରିବ ଲୋକଙ୍କ ହିତ ପାଇଁ ପ୍ରଣୟନ କରିଛନ୍ତି । ଆଗାମୀ ଦିନରେ ଏହା ଜାରି ରହିବ। ନୟାଗଡ ନିର୍ବାଚନ ମଣ୍ଡଳୀରେ ବିଜେପିକୁ ତୃଣମୂଳସ୍ତରରେ ଅଧୂକ ସକ୍ରିୟ କରିବାକୁ କର୍ମୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ଅବସରରେ ଅନ୍ୟତମ ଅତିଥି ଭାବେ ପୁରୀ ଲୋକସଭା ସଂଯୋଜକ ଶଙ୍କର ପରିଡା, ପ୍ରଭାରୀ ଅମିୟ ଦାଶ, ପୂର୍ବତନ ଜିଲ୍ଲା ବିଜେପି ସଭାପତି ସନ୍ନ୍ୟାସୀ…
Read Moreଓଡ଼ଗାଁରେ ବିଜେଡ଼ିର ବିଶାଳ ପଦଯାତ୍ରାରେ ୧୫ ହଜାରରୁ ଉର୍ଦ୍ଧ୍ୱ ଲୋକ ସାମିଲ
ଓଡ଼ଗାଁ,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ନୟାଗଡ଼ ନିର୍ବାଚନ ମଣ୍ଡଳୀ ଓଡ଼ଗାଁ ବ୍ଲକର ୧୮ଟି ପଞ୍ଚାୟତକୁ ନେଇ ଆଜି ବିଜୁ ଜନତା ଦଳ ପକ୍ଷରୁ ପଦଯାତ୍ରା ଅନୁଷ୍ଠିତ । ରାଜ୍ୟ ସରକାରଙ୍କ ବିକାଶର ବାର୍ତ୍ତା ଦେବା ଉଦ୍ଦେଶ୍ୟରେ ଆୟୋଜିତ ଏହି ପଦଯାତ୍ରାରେ ନୟାଗଡ଼ ଜିଲ୍ଲାର ୩ ଜଣ ବିଧାୟକ ଯୋଗ ଦେଇଛନ୍ତି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ପଦଯାତ୍ରାରେ ଖଣ୍ଡପଡ଼ା ବିଧାୟକ ସୈାମ୍ୟ ରଞ୍ଜନ ପଟ୍ଟନାୟକ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦ ସଭାପତି ଦେବାଶିଷ ପଟ୍ଟନାୟକ ଯୋଗ ଦେଇ ପଦଯାତ୍ରାରେ ସାମିଲ ହୋଇଛନ୍ତି । ରଘୁନାଥ ମନ୍ଦିରଠାରୁ ପଦଯାତ୍ରା ବାହାରି ହାଇସ୍କୁଲ ଖେଳପଡ଼ିଆଠାରେ ପହଞ୍ଚିଛି । ପଦଯାତ୍ରା ମହିଳା ସଶକ୍ତିକରଣର ନାରା ଦେଇଛି । ବହୁ ସଂଖ୍ୟାରେ ମହିଳା ପଦଯାତ୍ରାରେ ସାମିଲ ହୋଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…
Read Moreଜିଲ୍ଲାସ୍ତରୀୟ ଆଇନ୍ ସଚେତନତା ଶିବିର ଅନୁଷ୍ଠିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ‘ସୃଜନ’ ଠାରେ ରାଜ୍ୟ ଆଇନ୍ ସେବା ପ୍ରାଧିକରଣ ଓ ଜିଲ୍ଲା ଆଇନସେବା ପ୍ରାଧିକରଣର ମିଳିତ ସହଯୋଗରେ ବିଶାଳ ଆଇନ୍ ସଚେତନତା ଶିବିର ଏବଂ ଏହା ଉପରେ ଏକ ବୈଠକ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ସଚିବ ବିଶେଷ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ପରିବାର ଅଦାଲତ ବିଚାରପତି ପ୍ରଦୀପ କୁମାର ମହାନ୍ତ, ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଲିଲି ସେନାପତି, ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁ, ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଅଲେଖ ଚନ୍ଦ୍ର ପହି ମଂଚରେ ଉପସ୍ଥିତ ରହି ଆଇନ୍ ସଚେତନତା ଦିବସ ପାଳନ ତାତ୍ପର୍ଯ୍ୟ ଉପରେ ନିଜ ନିଜର ଅଭିଭାଷଣ ରଖିଥିଲେ । ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ବିଚାର ବିଭାଗୀୟ ମାଜଷ୍ଟ୍ରେଟ୍ ପ୍ରଜ୍ଞା ପାରମିତା ମହାପାତ୍ର, ବରିଷ୍ଠ ଦେୱାନୀ ଅଦାଲତ…
Read Moreପ୍ଲାଷ୍ଟିକ୍ ଫ୍ରି ପରିବେଶ ଗଠନ ପାଇଁ ଅନନ୍ୟା ଫାଉଣ୍ଡେସନ୍ ପକ୍ଷରୁ ନିଆରା ପ୍ରୟାସ, ପଲିଥିନ ବଦଳରେ ବାଉଁଶ ଚାଙ୍ଗୁଡ଼ି
ନୟାଗଡ଼,(ନୟାଗଡ଼ ଦର୍ପଣ): ଅନନ୍ୟା ଫାଉଣ୍ଡେସନ ତରଫରୁ କାର୍ତ୍ତିକ ମାସ ସାରା ନୟାଗଡ଼ ଜିଲ୍ଲାର ଶହେରୁ ଉର୍ଦ୍ଧ୍ବ ମନ୍ଦିର ସଫେଇ କରିବା ପରେ ଏହାର ସମାପନ ଦିବସ ପାଳନ କରାଯାଇଛି। ଏକ ମାସ ଧରି ଚାଲିଥିବା ସଫେଇ କାର୍ଯ୍ୟକ୍ରମର ସମାପନ ଦିବସରେ ଅନନ୍ୟା ଫାଉଣ୍ଡେସନ ତରଫରୁ କିଛି ନିଆରା କାର୍ଯ୍ୟକ୍ରମ କରାଯାଇଛି। ସୂଚନାଯୋଗ୍ୟ ଯେ ଅନନ୍ୟା ଫାଉଣ୍ଡେସନ୍ ତରଫରୁ ମାସେ ଧରି ମନ୍ଦିର ଗୁଡିକରୁ ପ୍ଲାଷ୍ଟିକ ସଂଗ୍ରହ କରି ବୈଜ୍ଞାନିକ ପଦ୍ଧତିରେ ପୁନଃଚକ୍ରଣ କରାଯାଉଛି। ଆଜିର ଏହି ସମାପନ ଦିବସରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ଜିଲ୍ଲାପାଳ ଶ୍ରୀ ରବୀନ୍ଦ୍ର ନାଥ ସାହୁ ଉପସ୍ଥିତ ଥିବା ବେଳେ ସମ୍ମାନିତ ଅତିଥି ଭାବେ ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ ଓ ସୁନାଖଳା ସରପଞ୍ଚ ତଥା ସ୍ୱଚ୍ଛତା ପାଇଁ ରାଷ୍ଟ୍ରପତି ପୁରସ୍କାର ପାଇଥିବା ଯୁବ ସମାଜସେବୀ ଚିତ୍ତରଞ୍ଜନ ପ୍ରଧାନ ଉପସ୍ଥିତ…
Read Moreନୟାଗଡ଼ରେ ଦୁର୍ନୀତି ନିବାରଣ ସଚେତନତା ରାଲି
ନୟାଗଡ଼,(ନୟାଗଡ଼ ଦର୍ପଣ): ଦୁର୍ନୀତି ନିବାରଣ ସଚେତନତା ପାଳନ ଅବସରରେ ନୟାଗଡ଼ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ପ୍ରାୟ ୫୦୦ ମିଶନଶକ୍ତି ମାଆମାନଙ୍କୁ ନେଇ ଏକ ସଚେତନତା ରାଲି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ପୂର୍ବାହ୍ନ ୧୦ଘଟିକା ସମୟରେ ବାହାରିଥିଲା। ଏହି ରାଲିକୁ ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁ ପତାକା ଦେଖାଇ ଶୁଭ ଉଦ୍ଘାଟନ କରିଥିଲେ । ଏଥିରେ ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା- ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ସୁବାସ ଚନ୍ଦ୍ର ରାୟ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ, ଉପ ଆରକ୍ଷୀ ଅଧୀକ୍ଷକ(ଦୁର୍ନୀତି ନିବାରଣ) ଶ୍ରୀକାନ୍ତ ବେହେରା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ମମତାରାଣୀ ପାତ୍ର, ଡି.ପି.ଏମ (ଓ.ଏଲ.ଏମ) ସଂଜୟ କୁମାର ମହାପାତ୍ର, ଡିପିସି (ମିଶନଶକ୍ତି) ସମିଧା ପାଢ଼ୀ ଯୋଗ ଦେଇଥିଲେ । ରାଲିରେ ଯୋଗଦେଇଥିବା ମାଆମାନେ…
Read Moreଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଏବଂ କଳା ଉତ୍ସବ -୨୦୨୨ ଆସନ୍ତା ତା, ୦୭/୧୧/୨୦୨୨ ସୋମବାର ନବଘନପୁର ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବ। ଏଥିରେ ସମଗ୍ର ଜିଲ୍ଲାରୁ ୬୦୦ରୁ ଅଧିକ ଛାତ୍ରଛାତ୍ରୀ, ଅଭିଭାବକ, ଦର୍ଶକ ସମସ୍ତ ବ୍ଲକରୁ ଆସିବେ । ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା କରାଯାଇ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରାଯିବ ବୋଲି ଜିଲ୍ଲା ପ୍ରକଳ୍ପ ସଂଯୋଜକ, ସର୍ବଶିକ୍ଷା ଅଭିଯାନ ପ୍ରକାଶ କରିଛନ୍ତି । ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ/ଶିକ୍ଷୟିତ୍ରୀ, ଅଭିଭାବକ, ବୁଦ୍ଧିଜୀବି ଏବଂ ଜନସାଧାରଣ ଏଥିରେ ଯୋଗଦାନ କରି ଏହି ଉତ୍ସବକୁ ସଫଳ କରିବା ନିମନ୍ତେ ଜିଲ୍ଲା ପ୍ରକଳ୍ପ ସଂଯୋଜକ, ସର୍ବଶିକ୍ଷା ଅଭିଯାନ ଅନୁରୋଧ କରିଛନ୍ତି ।
Read Moreଚଳିତ ମାସ ୧୩ରୁ ୧୯ତାରିଖ ପର୍ଯ୍ୟନ୍ତ ଶରଣକୁଳ ସର୍ବ ଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ
ଶରଣକୁଳ,(ନୟାଗଡ଼ ଦର୍ପଣ): ଶରଣକୁଳ ଲଡୁକେଶ ଆଥଲେଟିକ୍ ଆସୋସିଏସନ ଶରଣକୁଳ ପକ୍ଷରୁ ୬୧ତମ ସର୍ବ ଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଚଳିତ ନଭେମ୍ବର ମାସ ୧୩ତାରିଖରୁ ୧୯ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ ଅନୁଷ୍ଠିତହେବ। ଏହି ପ୍ରତିଯୋଗିତାରେ ମୋଟ ୮ଟି ଦଳ ଅଂଶଗ୍ରହଣ କରିବେ ବୋଲି ଆସୋସିଏସନ ପକ୍ଷରୁ ସୂଚନା ମିଳିଛି। ୧୩ତାରିଖ ପ୍ରଥମ ଦିନର ଖେଳରେ ଆଚିଭର କଟକ ଓ କିଶୋର କ୍ଲବ୍ ଭୁବନେଶ୍ବର ମଧ୍ୟରେ ମ୍ୟାଚ୍ ଅନୁଷ୍ଠିତ ହେବାକୁ ଥିବା ବେଳେ ୧୪ତାରିଖରେ ତାମିଲନାଡୁ ପୋଲିସ ଓ ୟୁନାଇଟେଡ଼ କ୍ଲବ୍ ବରଗଡ଼ ମଧ୍ୟରେ ଖେଳ ଅନୁଷ୍ଠିତ ହେବ । ସେହିପରି ୧୫ତାରିଖ ଖେଳରେ ହାଇଦ୍ରାବାଦ ଆର୍ମି ଓ ସ୍ପୋର୍ଟସ ହଷ୍ଟେଲ ବାରିପଦା ମଧ୍ୟରେ ହେବାକୁ ଥିବା ବେଳେ ୧୬ତାରିଖରେ ସାଇ ଏଚଏଏଲ ସୁନାବେଡା ଓ ସ୍ପୋର୍ଟସ ହଷ୍ଟେଲ ଭବାନୀ ପାଟଣା ମଧ୍ୟରେ…
Read Moreସଜେଇ ହେଉଛି ରାଜ୍ୟର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ସାତକୋଶିଆ ସ୍ୟାଣ୍ଡରିସର୍ଟ
ଗଣିଆ,(ନୟାଗଡ଼ ଦର୍ପଣ): ସଜେଇ ହେଉଛି ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ୍ ବଡ଼ମୂଳ ମଙ୍ଗାନାସୀସ୍ଥିତ ରାଜ୍ୟର ଅନ୍ୟତମ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ସାତକୋଶିଆ ସ୍ୟାଣ୍ଡରିସର୍ଟ। ଶୀତ ତଥା ପର୍ଯ୍ୟଟନ ଋତୁ ପ୍ରବେଶ କରୁଥିବା ବେଳେ ପ୍ରତିବର୍ଷ ଭଳି ଚଳିତବର୍ଷ ପର୍ଯ୍ୟଟକଙ୍କ ପାଇଁ ସ୍ୟାଣ୍ଡରିସର୍ଟ ସାଜସଜ୍ଜା ଚାଲିଥିବା ଦେଖିବାକୁ ମିଳିଛି। ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ମହାନଦୀର ବାଲୁକା ଶଯ୍ୟାରେ ଲାଗୁଥିବା କଟେଜ୍ ଗୁଡ଼ିକର ନିମାର୍ଣ କାର୍ଯ୍ୟରେ ବିଳମ୍ବ ହୋଇଥିଲା। ଆସନ୍ତା ୧୫ତାରିଖରେ ଏହାର ଶୁଭ ଉଦ୍ଘାଟନ କରାଯିବ । ଏ ନେଇ ମୁଦୁଲୀଗାଡ଼ିଆ, ମା’ ସାତଭଉଣୀ ପର୍ଯ୍ୟଟନ ପରିଚାଳନା କମିଟି ପକ୍ଷରୁ ସୂଚନା ମିଳିଛି। ଚଳିତବର୍ଷ ୧୬ଟି ଅଣଶୀତତାପ ନିତମ୍ବିତ ଅସ୍ଥାୟୀ ଟେଣ୍ଟ୍ ନିର୍ମାଣ କରାଯିବାକୁ ନିଷ୍ପତ୍ତିନିଆଯାଇଥିବା ବେଳେ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇଲେ ଆବଶ୍ୟକସ୍ଥଳେ ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶ କ୍ରମେ ଟେଣ୍ଟ ସଂଖ୍ୟାକୁ ବୃଦ୍ଧି କରାଯିବ। ସାତକୋଶିଆ…
Read More