ନୟାଗଡ଼,(ନୟାଗଡ଼ ଦର୍ପଣ): ମୋଟର ଯାନ ଆଇନ ୧୯୮୮ (୫୯), ରୁଲ ୧୯୯୩(୧୭୩) ଅନୁସାରେ ସଡ଼କ ଦୁର୍ଘଟଣାକୁ ପ୍ରତିହତ କରିବା ପାଇଁ ସମଗ୍ର ନୟାଗଡ଼ ଜିଲ୍ଲାରେ ମାଲ ପରିବହନ କରୁଥିବା ଭାରୀଯାନ ଯଥା- ଟିପର, ଟ୍ରକ୍ ଦ୍ୱାରା ବାଲି, ମୋରମ, ଗୁଣ୍ଡ ପଥର(ଚିପସ୍), ଖଣ୍ଡ ପଥର, ଇଟା ଇତ୍ୟାଦିର ପରିବହନ ସକାଳ ୭ଘଟିକା ଠାରୁ ରାତ୍ର ୯ଘଟିକା ପର୍ଯ୍ୟନ୍ତ ଜିଲ୍ଲାପାଳ-ତଥା-ଜିଲ୍ଲା ମାଜଷ୍ଟ୍ରେଟ୍ ଶ୍ରୀମତୀ ସ୍ୱଧା ଦେବ ସିଂଙ୍କ ଦ୍ୱାରା ନିଷିଦ୍ଧ କରାଯାଇଛି । ଏହି ନିଷିଦ୍ଧାଦେଶକୁ ଦିବା ୧ଘଟିକା ଠାରୁ ୩ଘଟିକା ପର୍ଯ୍ୟନ୍ତ କୋହଳ କରାଯାଇଛି । ଏହି ଆଦେଶ ଚଳିତ ମାସ ତା.୦୫.୦୭.୨୦୨୪ରିଖ ଠାରୁ ତା.୦୪.୦୮.୨୦୨୪ପର୍ଯ୍ୟନ୍ତ ବଳବତ୍ତର ରହିବ । ଜନସାଧାରଣଙ୍କ ଧନ ଜୀବନର ସୁରକ୍ଷା ଦୃଷ୍ଟିରୁ ଏଥିରେ ସହଯୋଗ କରିବା ପାଇଁ ଜିଲ୍ଲାର ସମସ୍ତ ଟ୍ରକ୍ ମାଲିକ ସଂଘ ଓ ଟ୍ରକ ମାଲିକମାନଙ୍କୁ ଜିଲ୍ଲା ପ୍ରଶାସନ…
Read MoreCategory: ଖଣ୍ଡପଡ଼ା ବ୍ଲକ
ନୂତନ ଅପରାଧିକ ଆଇନ୍ର କାର୍ଯ୍ୟକାରିତା
ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲା ପରିଷଦର ସୃଜନ ସଭା ଗୃହରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନଙ୍କ ସଭାପତିତ୍ୱରେ ଭାରତରେ ନୂତନ ଅପରାଧିକ ଆଇନ୍ର କାର୍ଯ୍ୟକାରିତା ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲାପାଳ ସ୍ୱଧା ଦେବ ସିଂ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଦିପ ପ୍ରଜ୍ୱଳନ କରି ଏହାକୁ ଉଦ୍ଘାଟନ କରିଥିଲେ । ପ୍ରତ୍ୟେକ ପୀଡ଼ିତଙ୍କୁ ସୁନିଶ୍ଚିତ ନ୍ୟାୟ ପ୍ରଦାନ, ମହିଳା ଓ ଶିଶୁଙ୍କ ସୁରକ୍ଷାକୁ ପ୍ରାଧାନ୍ୟ, ତ୍ୱରିତ୍ ନ୍ୟାୟ ପାଇଁ ସଠିକ୍ ସମୟରେ ମାମଲାର ବିଚାର, ଅନଲାଇନ୍ରେ FIR କରିବାର ସୁବିଧା, ଡିଜିଟାଲ ପ୍ରମାଣର ବ୍ୟବହାର, ମବ୍ ଲିଂଚିଙ୍ଗ୍ ଏବଂ ସଙ୍ଗଠିତ ଅପରାଧ ଇତ୍ୟାଦି ଅପରାଧିକ ଆଇନ୍ର ଅନ୍ତର୍ଭୁକ୍ତ, ସ୍ପଷ୍ଟ ଏବଂ ସ୍ୱଚ୍ଛ ଅନୁସନ୍ଧାନ ପାଇଁ ସାକ୍ଷର ବିବୃତି ଏବଂ ଯାଂଚ୍ର ଅଡିଓ ଭିଡିଓ ରେକଡିଂ ଇତ୍ୟାଦିକୁ ନୂତନ ଅପରାଧିକ…
Read Moreଆନ୍ତର୍ଜାତୀକ ନିଶା ସେବନ ଓ ଅବୈଧ ଚାଲାଣ ବିରୋଧୀ ଦିବସ ପାଳିତ
ନୟାଗଡ,(ନୟାଗଡ଼ ଦର୍ପଣ): ମାଦକ ଦ୍ରବ୍ୟ ଅପବ୍ୟବହାର ଓ ଏହାର ଅବୈଧ ଚାଲାଣ ଉପରେ ନୟାଗଡ଼ରେ ଏକ ସଚେତନତା ରାଲି ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଜଗନ୍ନାଥ ମନ୍ଦିର ଠାରେ ଅତିରିକ୍ତ ଜିଲ୍ଲାପାଳ ପତାକା ଦେଖାଇ ଶୁଭ ଉଦଘାଟନ କରିଥିବା ବେଳେ ଏହି ରାଲି ବଜାର ସହ ମୁଖ୍ୟ ଟ୍ରାଫିକ ଛକ ପର୍ଯ୍ୟନ୍ତ ସଚେତନତା ରାଲି ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲା। ଜିଲ୍ଲାପାଳଙ୍କ ସଦଭାବନା ଗୃହରେ ଏହି ଦିବସ ପାଳନର ଉଦ୍ଦେଶ୍ୟ ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଉପସ୍ଥିତ ଅତିଥିମାନେ ନିଶା ସେବନ ଦ୍ୱାରା କେବଳ ଯେ ସେବନକାରୀ ତଳିତଳାନ୍ତ ହୁଏ ତା ନୁହେଁ, ତାର ପରିବାର ମଧ୍ୟ ଆର୍ଥିକ ଓ ମାନସିକ ଦୁର୍ଗତି ର ଶିକାର ହୁଅନ୍ତି। ସମାଜ ଉପରେ ମଧ୍ୟ ପ୍ରଭାବ ପଡେ। ଯାହା ସେବନ କଲେ ମନୁଷ୍ୟ ର ଶରୀର,…
Read Moreଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପ୍ରଶମନ ପରିଚାଳନା କମିଟି ବୈଠକ
ନୟାଗଡ଼,(ନୟାଗଡ ଦର୍ପଣ): ଜିଲ୍ଲା ପରିଷଦର ସୃଜନ ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ ଦିଲିପ କୁମାର ବଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ବିପର୍ଯ୍ୟୟ ପ୍ରଶମନ କମିଟିି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ନୟାଗଡ଼ ବିଧାୟକ ଡଃ ଅରୁଣ କୁମାର ସାହୁ, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦର ସଭାପତି ଇଂ. ଦେବାଶିଷ ପଟ୍ଟନାୟକ, ରଣପୁର ବିଧାୟିକା ତଥା ଓଡ଼ିଶା ବିଧାନସଭାର ବାଚସ୍ପତିଙ୍କ ପ୍ରତିନିଧି ଅଭିଷେକ ସାମନ୍ତରାୟ, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ତାପତିରାଜ୍ ଏବଂ ସମସ୍ତ ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ । ପ୍ରାରମ୍ଭରେ ମଞ୍ଚାସିନ ସମସ୍ତ ଅତିଥିମାନଙ୍କୁ ଫୁଲତୋଡ଼ା ଓ ଉତ୍ତରୀୟ ପ୍ରଦାନ ପୂର୍ବକ ସ୍ୱାଗତ କରାଯାଇଥିଲା । କାର୍ଯ୍ୟସୂଚୀ ଅନୁଯାୟୀ ବିଭିନ୍ନ ବିଭାଗ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା କରିବା ପାଇଁ…
Read Moreକୃଷକଙ୍କୁ ଦିଆଗଲା ପ୍ରଧାନମନ୍ତ୍ରୀ କୃଷକ ନିଧି ଯୋଜନାର ୧୭ତମ କିସ୍ତି
ନୟାଗଡ଼, (ନୟାଗଡ଼ ଦର୍ପଣ): ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ କୃଷକ ନିଧି ଯୋଜନାର ୧୭ତମ କିସ୍ତି ଅଧିନରେ ଆଜି ୯କୋଟି ୨୬ଲକ୍ଷ ହିତାଧିକାରୀଙ୍କୁ ୨୦ହଜାର କୋଟି ଟଙ୍କା ଦେଶର କୃଷକମନଙ୍କ ଖାତାକୁ ସ୍ଥାନାନ୍ତର ଉତ୍ତର ପ୍ରଦେଶର ବାରାଣାସୀରୁ ସିଧାପ୍ରସାରଣର କାର୍ଯ୍ୟକ୍ରମ କୃଷି ବିଜ୍ଞାନ କେନ୍ଦ୍ର, ପାଣିପୋଇଲା ଠାରେ ଅନୁଷ୍ଠିତ ହୋଇଥିଲା ଏଠାରେ ରାଜ୍ୟ ପଂଚାୟତିରାଜ୍ ଓ ପାନୀୟ ଜଳ ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ରବିନାରାୟଣ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ, କୃଷକମାନଙ୍କ ଉନ୍ନତି ନିମନ୍ତେ କୃଷକମାନଙ୍କ କ୍ଷେତକୁ ପାଣି,ଆଖୁଚାଷର ଉନ୍ନତି ଉପରେ ଆମ ସରକାର ଧ୍ୟାନ ଦେବ। ରଣପୁରର ମାନ୍ୟବର ବିଧାୟିକା ଶ୍ରୀମତୀ ସୁରମା ପାଢ଼ୀ କହିଲେ ଯେ, ସ୍ୱାମିନାଥନ୍ କମିଟି ଦେଇଥିବା ସୁପାରିଶ ଅନୁସାରେ ଧାନର ସହାୟକ ମୂଲ୍ୟ ୩୧୦୦ଟଙ୍କାକୁ ବୃଦ୍ଧି କରିବା ପାଇଁ ପ୍ରଥମ…
Read Moreଜିଲ୍ଲାସ୍ତରୀୟ ଟେବୁଲ ଟପ୍ ପ୍ରୟୋଗାତ୍ମକ ଅଭ୍ୟାସ
ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଜିଲ୍ଲାପାଳ ଶ୍ରୀମତୀ ସ୍ୱଧା ଦେବ ସିଂଙ୍କ ଅଧ୍ୟକ୍ଷତାରେ ଏବଂ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଶ୍ରୀ ଦିଲିପ କୁମାର ବଳଙ୍କ ସଂଯୋଜନାରେ ବିପର୍ଯ୍ୟୟ ପରିଚାଳନା ଉପରେ ଜିଲ୍ଲାସ୍ତରୀୟ ଟେବୁଲ ଟପ୍ ପ୍ରୟୋଗାତ୍ମକ ଅଭ୍ୟାସ ନିମନ୍ତେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବଳ ଉପସ୍ଥିତ ସମସ୍ତ ଅଧିକାରୀମାନଙ୍କୁ ସ୍ୱାଗତ ଜଣାଇବା ସହ ଜିଲ୍ଲାପାଳ ଶ୍ରୀମତୀ ସିଂଙ୍କୁ ଆଜିର କାର୍ଯ୍ୟକ୍ରମ ଉପରେ ତାଙ୍କର ପ୍ରାରମ୍ଭିକ ବକ୍ତବ୍ୟ ରଖିବା ପାଇଁ ଅନୁରୋଧ କରିଥିଲେ । ଜିଲ୍ଲାପାଳ ଶ୍ରୀମତୀ ସିଂ ତାଙ୍କ ବକ୍ତବ୍ୟରେ କହିଲେ ଯେ, ପ୍ରତି ବର୍ଷ ପ୍ରାକ୍ ମୌସୁମୀରେ ବିପର୍ଯ୍ୟୟ ମୁକାବିଲା ପାଇଁ ବିଭାଗୀୟ ଅଧିକାରୀ ଏବଂ ବିଭିନ୍ନ ବର୍ଗର ସମାଜସେବୀଙ୍କୁ ନେଇ ଏକ ମକ୍ଡ୍ରିଲ(ମିଛ ଅଭିନୟ) କରାଯାଏ । ଏଥିପାଇଁ ଆଜି ଜିଲ୍ଲାସ୍ତରରେ ଦିବା ୧୦ଘଟିକା ଠାରୁ…
Read Moreଶତପ୍ରତିଶତ ରେଜଲ୍ଟ କରି ନୟାଗଡ଼ ପାଢ଼ି ଟ୍ୟୁଟରିଆଲର ସଫଳତା
ନୟାଗଡ଼,(ନୟାଗଡ଼ ଦର୍ପଣ): ଚଳିତ ବର୍ଷ ଗୋଟିଏ ଦିନରେ ଏକା ଥରକେ ପ୍ରକାଶ ପାଇଲା ମ୍ୟାଟ୍ରିକ, +୨ ବିଜ୍ଞାନ, କଳା, ବାଣିଜ୍ୟ ପରୀକ୍ଷା ଫଳ । ଏଥିରେ ନୟାଗଡ଼ର ସର୍ବ ପୁରାତନ ଅନୁଷ୍ଠାନପାଢ଼ି ଟ୍ୟୁଟରିଆଲର ଛାତ୍ରଛାତ୍ରୀମାନେ ଅଦ୍ଭୁତ ପୂର୍ବ ସଫଳତା ହାସଲ କରିଛନ୍ତି। ଶତପ୍ରତିଶତ ରେଜଲ୍ଟ ହୋଇଥିବା ବେଳେ ସମସ୍ତ ଛାତ୍ରଛାତ୍ରୀ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସର୍ବାଧିକ ୬ ଜଣ ଏ-୧ (୯୦% ରୁ ଅଧିକ) ମାର୍କ ରଖୁଛନ୍ତି । ୫୦୦ ବା ତାଠାରୁ ଅଧିକ ବର୍ଗରେ ୩୭ ଜଣ ଏବଂ ୮୦% ରୁ ଅଧିକ ବର୍ଗରେ ୬୧ ଜଣ ରହିଛନ୍ତି । ଏହି ସଫଳତା ପାଇଁ ନୟାଗଡ଼ ପାଢ଼ୀ ଟ୍ୟୁଟୋରିଆଲରେ ଖୁସିର ଲହରୀ ଖେଳି ଯାଇଛି । ବିଜିତେନ୍ଦ୍ରିୟ ଦାସ ଏବଂ ସାଇ ପ୍ରସାଦ ନନ୍ଦ ଉଭୟ ୫୫୦ ମାର୍କ ରଖି…
Read Moreନୟାଗଡ଼ରେ ନବୀନଙ୍କ ପ୍ରଚାର, ୩୫ହଜାରରୁ ଉର୍ଦ୍ଧ୍ୱ ଜନତା ସାମିଲ
ନୟାଗଡ଼,(ନୟାଗଡ଼ ଦର୍ପଣ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୟାଗଡ଼ ପିଟିଏସ ରୋଡରେ ଥିବା ଷ୍ଟାଡିୟମ ପଡିଆରେ ନିର୍ବାଚନୀ ସଭା କରିଛନ୍ତି । ସକାଳୁ ସକାଳୁ ବହୁ ଛାତ୍ର, ଯୁବ, ମହିଳା, ବରିଷ୍ଠ ନାଗରୀକ, ବୁଦ୍ଧିଜିବି, ସମାଜସେବୀ, ଆଇନଜିବୀ, ବରିଷ୍ଠ ନାଗରୀକ ଓ ବିଭିନ୍ନ ସମ୍ପ୍ରଦାୟର ଲୋକମାନେ ଏକଜୁଟ ହୋଇଥିଲେ । ନବୀନଙ୍କୁ ଦେଖିବା ସହିତ ତାଙ୍କ ଅଭିଭାଷଣ ଶୁଣିବା ପାଇଁ ଜନ ସମୁଦ୍ର ପାଲଟିଥିଲା ନୟାଗଡ଼ ସହର । ସକାଳ ୯ଟାରୁ ଲୋକମାନେ ଏକଜୁଟ ହୋଇ ନବୀନଙ୍କୁ ଅପେକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ବର୍ଗର ଲୋକ ମାନଙ୍କ ପାଇଁ ବିଭିନ୍ନ ଯୋଜନା କରିଥିବାରୁ ଲୋକ ମାନଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି । ନୟାଗଡ଼ ଜିଲ୍ଲାର ୪ ଗୋଟି ନିର୍ବାଚନ ମଣ୍ଡଳୀରେ ବହୁଦିନ ଧରି ବିଜେଡି ଦବ୍ଦବା ରଖିଛି । ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ନିର୍ବାଚନ…
Read Moreଆଦର୍ଶ ଆଚରଣ ବିଧି ଉଲଂଘନ କରି ନିଲମ୍ବିତ ହେଲେ ଅଧ୍ୟାପକ
ନୟାଗଡ଼, (ନୟାଗଡ଼ ଦର୍ପଣ): ଗତକାଲି ନିର୍ବାଚନ ଆଦର୍ଶ ଆଚରଣ ବିଧି ଉଲଂଘନ କରିଥିବାରୁ ଅଧ୍ୟାପକ ନିଲମ୍ବିତ । ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟର ସଂସ୍କୃତ ଅଧ୍ୟାପକ ସର୍ବଶ୍ବର ମହାରଣାଙ୍କୁ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ସ୍ଵଧା ଦେବ ସିଂ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି । ସୂଚନା ଅନୁଯାଇ ଶ୍ରୀ ମହାରଣା ଭାପୁରରେ ବିଜୁ ଜନତା ଦଳର ରାଜନୈତିକ ପ୍ରଚାର ରାଲିରେ ଯୋଗ ଦେଇଥିଲେ । ଯାହା ବିଭିନ୍ନ ସମ୍ବାଦ ପତ୍ର ଏବଂ ସୋସିଆଲ ମିଡିଆରେ ପ୍ରକାଶ ପାଇଥିଲା। ଏହା ଉପରେ ତଦନ୍ତ କରାଯିବା ପରେ ଖବରଟି ସତ୍ୟ ବୋଲି ଜଣାପଡ଼ିଥିଲା । ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀମତୀ ସିଂଙ୍କ ଏପରି ଦୃଷ୍ଟାନ୍ତ ମୂଳକ ପଦକ୍ଷେପକୁ ସବୁ ମହଲରେ ସ୍ବାଗତ କରାଯାଇଛି। ଅନ୍ୟ ସରକାରୀ କର୍ମଚାରୀମାନେ ଏପରି ରାଜନୈତିକକାର୍ଯ୍ୟକ୍ରମରେ ଭାଗ ନେବା ପୂର୍ବରୁ ଏ ବିଷୟରେ ଶହେଥର…
Read Moreଆସନ୍ତାକାଲି ଆସିବେ ନବୀନ, ନୟାଗଡ଼ ଷ୍ଟାଡିୟମ ପଡ଼ିଆରେ ପ୍ରଚାର ସଭା
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ନୟାଗଡ଼ ନିର୍ବାଚନ ମଣ୍ଡଳୀର ଭୋଟରଙ୍କ ଉଦ୍ଦେଶ୍ୟରେ ବିଶାଳ ଜନସମାବେଶ ଅନୁଷ୍ଠିତ ହେବ । ଆସନ୍ତାକାଲି ଅର୍ଥାତ ୨୨ତାରିଖରେ ଷ୍ଟାଡିୟମ ପଡ଼ିଆଠାରେ ଅନୁଷ୍ଠିତ ସଭାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଉଦବୋଧନ ଦେବେ । ମୁଖ୍ୟମନ୍ତ୍ରୀଙ୍କ ସହ ଷ୍ଟାର ପ୍ରଚାରକ ଭି. କେ ପାଣ୍ଡିଆନ୍ ଯୋଗ ଦେବାର ସୂଚନା ମିଳିଛି । ଏଥିପାଇଁ ବିଜୁ ଜନତା ଦଳ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି । ୨୩ ତାରିଖରେ ନିର୍ବାଚନ ପ୍ରଚାର ଶେଷ ହେବାକୁ ଥିବା ବେଳେ ୨୨ ତାରିଖ ନୟାଗଡ଼ରେ ଅନୁଷ୍ଠିତ ବିଶାଳ ଜନସମାବେଶ ବେଶ ଗୁରୁତ୍ୱ ବହନ କରୁଛି । ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ଅଭୂତ ପୂର୍ବ ବିକାଶ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା କରାଯାଇଥିବା ଅନେକ ଜନହିତକର ଯୋଜନାର ଉପକାର…
Read More