ଭାପୁର,(୩୧/୦୮):- ଭାପୁର ବ୍ଳକ ଫତେଗଡ଼ ଥାନା ବାଇଗୁଣିଆ ପଞ୍ଚାୟତ ବୋରଗାଁ ଗ୍ରାମରେ ଘଟିଥିବା ହତ୍ୟାକାଣ୍ଡ ମାମଲାରେ ଫତେଗଡ଼ ପୁଲିସ ସୋମବାର ୪ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ଏକ ପାରିବାରିକ କଳହକୁ ନେଇ ଗତ ୧୭ତାରିଖରେ ବୋରଗାଁରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା । ଏଥିରେ ୮ଜଣ ଆହତ ହୋଇଥିଲେ । ଗୁରୁତର ଆହତମାନଙ୍କୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତରିତ କରାଯାଇଥିବାବେଳେ ସେଠାରେ ସୁଧିର ଦଳେଇଙ୍କ ମୃତ୍ୟୁ ହୋଇଥିଲା । ଏହି ମାମଲାରେ ପୁଲିସ ଶିବାନନ୍ଦ ଦଳେଇ, ଅଚ୍ୟୁତ ଦଳେଇ, ଉତ୍ସବ ଦଳେଇ ଓ ପାର୍ବତୀ ଦଳେଇଙ୍କୁ ଗିରଫ କରି ଭାପୁର କୋର୍ଟରେ ହାଜର କରିଥିଲା । ସେମାନଙ୍କ ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି । ଏହି ମାମଲାରେ ଆନନ୍ଦ ଦଳେଇ ଓ ବିନୋଦ ଦଳେଇ ଏବେ ବି…
Read MoreCategory: ଖଣ୍ଡପଡ଼ା ବ୍ଲକ
ଫାଟିଗଲା ଗ୍ୟାସ ଟାଙ୍କି, ଜଣେ ମହିଳାଙ୍କ ମୃତ୍ୟୁ ସ୍ୱାମୀ ଗୁରୁତର
ରୋଷେଇ କଲାବେଳେ ଫାଟିଗଲା ଗ୍ୟାସ ଟାଙ୍କି ଘଟଣା ସ୍ଥଳରେ ଜୀବନ୍ତ ଦଗ୍ଧ ହୋଇ ମହିଳାଙ୍କ ଚାଲିଗଲା ଜୀବନ । ଉଦ୍ଧାର କରିବାକୁ ଉଦ୍ୟମ ବେଳେ ଗୁରୁତର ହେଲେ ମୃତା ମହିଳାଙ୍କ ସ୍ବାମୀ । ନୟାଗଡ ଜିଲ୍ଲା ଖଣ୍ଡପଡା ଥାନା ରାଣୀପଡ଼ା ପଞ୍ଚାୟତ ବିରିଡିହି ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା । ଏହି ଗାଁର ୨୨ ବର୍ଷୀୟା ହରପ୍ରିୟା ଜେନା ନିଜ ରୋଷେଇ ଘରେ ରନ୍ଧନ ଗ୍ୟାସ ଯୋଗେ ରୋଷେଇ କରୁଥିବା ବେଳେ ଅଚାନକ ଫାଟି ଯାଇଥିଲା ଗ୍ୟାସ ଟାଙ୍କି। ଫଳରେ ଘଟଣା ସ୍ଥଳରେ ଜୀବନ୍ତ ଦଗ୍ଧ ହୋଇ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଉଦ୍ଧାର କରିବାକୁ ଉଦ୍ୟମ କଲାବେଳେ ତାଙ୍କର ସ୍ବାମୀ ସିଲୁ ଜେନା ନିଆଁ ସଂସ୍ପର୍ଶରେ ଆସି ଗୁରୁତର ହୋଇଛନ୍ତି । ତାଙ୍କୁ ଚିକିତ୍ସା ପାଇଁ ପ୍ରଥମେ ଖଣ୍ଡପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ପରେ…
Read Moreନୟାଗଡ଼ରେ ମେଗା ସ୍ୱୟଂ ସହାୟକ ଗୋଷ୍ଠୀ ସମନ୍ୱୟ ମେଳା ଅନୁଷ୍ଠିତ
ନୟାଗଡ଼,(୨୫/୦୮): ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ନୟାଗଡ଼ ସୃଜନ ସଭାଗୃହରେ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ସହାୟତାରେ ଏକ ମେଗା ସ୍ୱୟଂ ସହାୟକ ଗୋଷ୍ଠୀ ସମନ୍ୱୟ ମେଳା ଅନୁଷ୍ଠିତ ହୋଇଯାଇଛି । ଓଡିଶା ଜୀବିକା ମିଶନ ଓ ମିଶନ ଶକ୍ତି ଜରିଆରେ ଜିଲ୍ଲାର ୬୭୨ଗୋଟି ସ୍ୱୟଂ ସହାୟକ ଗୋଷ୍ଠୀର କାଗଜପତ୍ର ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆକୁ ମିଶନଶକ୍ତି ଋଣ ପାଇଁ ପ୍ରେରଣ କରାଯାଇଥିଲା। ତନ୍ମଧ୍ୟରୁ ୫୦୩ଟି ସ୍ୱୟଂ ସହାୟକ ଗୋଷ୍ଠୀର ଲୋନ ବ୍ୟାଙ୍କ ତରଫରୁ ଅନୁମୋଦନ କରାଯାଇଥିଲା। ଯାହାକି ମୋଟ ୧୨.୮୮ କୋଟି ଟଙ୍କା ବୋଲି ସୂଚନା ମିଳିଛି । ଏହି ରାଶି ଏହି ୫୦୩ଟି ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କୁ ବ୍ୟାଙ୍କ ତରଫରୁ ଲୋନ ଯୋଗାଇ ଦିଆଯିବ । ଯାହା ଫଳରେ ଓଡିଶା ଜୀବିକା ମିଶନ, ମିଶନ ଶକ୍ତିର ଏସ୍ଏଚ୍ଜି ମାନଙ୍କ ଜୀବିକାରେ ଉନ୍ନର୍ତି ଆସିବ…
Read Moreସମର୍ପଣ(ବୃଦ୍ଧାଶ୍ରମ)ରେ ଭାରତୀୟ ଷ୍ଟେଟ୍ ବ୍ଯାଙ୍କର ଦାନ ଉତ୍ସବ
ନୟାଗଡ଼,(୨୫/୦୮):- ନୟାଗଡ଼ ଲେଖନପୁରଠାରେ ଗଢ଼ି ଉଠିଥିବା ସମର୍ପଣ(ବୃଦ୍ଧାଶ୍ରମ)ରେ ଭାରତୀୟ ଷ୍ଟେଟ୍ ବ୍ଯାଙ୍କର ଦାନ ଉତ୍ସବ ତଥା ସାମାଜିକ ପ୍ରତିବଦ୍ଧତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସମର୍ପଣର ସଭାପତି ତଥା ନୟାଗଡ଼ ଜିଲ୍ଲାପାଳ ଡା. ପୋମା ଟୁଡୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ଏହି ଦାନ ଉତ୍ସବରେ ଭାରତୀୟ ଷ୍ଟେଟ୍ ବ୍ଯାଙ୍କର ଓଡ଼ିଶା ମୁଖ୍ଯ ଶ୍ରୀମତୀ ବିଦ୍ଯା କ୍ରିଷ୍ଣନ୍ ମୁଖ୍ଯଅତିଥିଭାବେ ଯୋଗ ଦେଇଥିଲା ବେଳେ ଜେନେରାଲ ମ୍ଯାନେଜର ଅଭୟ କିଶୋର ପାଣ୍ଡେ, ଡିଜିଏମ୍ ଆନନ୍ଦ ବିକ୍ରମ, ସୁନୀଲ କୁମାର ଖେରନାର, ରିଜିଓନାଲ ମ୍ଯାନେଜର ଭୂପଦେବ ପ୍ରଧାନ ଓ ନୟାଗଡ଼ ଜିଲ୍ଲା ପ୍ରକଳ୍ପ ନିର୍ଦେଶକ ସୁବାସ ଚନ୍ଦ୍ର ରାୟ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଭାରତୀୟ ଷ୍ଟେଟ୍ ବ୍ଯାଙ୍କର ସାମାଜିକ ପ୍ରତିବଦ୍ଧତା କାର୍ଯ୍ୟକ୍ରମ ଜରିଆରେ ସମର୍ପଣକୁ ଆଜି ଏକ ଫ୍ରିଜ୍ ଦାନ କରିବା ସହିତ ଅନ୍ତେବାସୀମାନଙ୍କୁ ଅତିଥିମାନେ ବସ୍ତ୍ରଦାନ କରିଥିଲେ। ସମର୍ପଣ ପରିସର ପରିଦର୍ଶନ…
Read Moreକଂଗ୍ରେସ ସେବା ଦଳ ଷ୍ଟିଅରିଂ କମିଟି ସଭ୍ୟ ହେଲେ ନୟାଗଡ଼ର ମନୋଜ କୁମାର ସାହୁ
ନୟାଗଡ଼,(୨୩/0୮): ନୟାଗଡ଼ ଅଖିଳ ଭାରତ କଂଗ୍ରେସ ସେବାଦଳ ଷ୍ଟିଅରିଂ କମିଟିର ସଦସ୍ୟ ହେଲେ ନୟାଗଡ଼ ବ୍ଲକ ଇଟାମାଟିର ପୂର୍ବତନ ସରପଞ୍ଚ ତଥା ନୟାଗଡ ନିର୍ବାଚନ ମଣ୍ଡଳୀରୁ ୨୦୧୯ ନିର୍ବାଚନରେ କଂଗ୍ରେସ ଦଳ ପକ୍ଷରୁ ହୋଇଥିବା ବିଧାୟକ ପ୍ରାର୍ଥୀ ମନୋଜ କୁମାର ସାହୁ। ସେବା ଦଳ ମୁଖ୍ୟ ସଙ୍ଗଠକ ଲାଲାଜୀ ଦେଶାଇ ଶ୍ରୀ ସାହୁଙ୍କୁ କମିଟିର ସଦସ୍ୟ ଭାବେ ଅନୁମୋଦନ କରିଛନ୍ତି। ସଦସ୍ୟ ହେବାପରେ ସେ ପ୍ରଦେଶ କଂଗ୍ରେସ ସେବା ଦଳ ମୁଖ୍ୟ ସଙ୍ଗଠକ ଡ. ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇବା ସହ ଧନ୍ୟବାଦ ଅର୍ପଣ କରିଛନ୍ତି। ଆଗାମୀ ଦିନରେ ପ୍ରଦେଶ କଂଗ୍ରେସ ସେବା ଦଳ କିପରି ସାରା ରାଜ୍ୟରେ କ୍ରିୟାଶୀଳ ହେବ ସେ ଦିଗରେ ଅହରହ ଉଦ୍ୟମ ଜାରି ରଖିବି ବୋଲି ଶ୍ରୀଯୁକ୍ତ ମନୋଜ କୁମାର ସାହୁ…
Read Moreସତ୍ୟସାଇ ସେବା ସମିତି ପକ୍ଷରୁ ଗୋପୂଜନ କାର୍ଯ୍ୟକ୍ରମ
ନୟାଗଡ଼(୨୨ା୦୮): ନୟାଗଡ଼ ସତ୍ୟ ସାଇ ସେବା ସମିତି ଆନୁକୂଲ୍ୟରେ ପୋଷ୍ୟଗ୍ରାମ ନୟାଗଡ଼୍ ବ୍ଳକ ଅନ୍ତର୍ଗତ କଂଚନବିଲି ଠାରେ ଗୋସମ୍ବର୍ଦ୍ଧନା ଉତ୍ସବ ଓ ଅମୃତ କଳସ ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶ୍ରାବଣ ମାସର ପୂର୍ଣ୍ଣମୀ ତିଥି ହେଉଛି ଭଗବାନ ବଳଭଦ୍ରଙ୍କ ଜନ୍ମ ଦିନ ଓ ଗହ୍ମା ଶଦ୍ଦ ଗାଇ ଶଦ୍ଦରୁ ଆସିଥିବାରୁ ଏହି ଦିନଟି ଗହ୍ମା ପୂର୍ଣ୍ଣମୀ ଭାବେ ପାଳନ କରାଯାଇଥାଏ ଏବଂ ଗୋପୂଜନ କରାଯାଇଥାଏ । ଯାହାକି ଏହି ପବିତ୍ର ଗହ୍ମା ପୂର୍ଣ୍ଣମୀ ଦିନରେ ସାଇ ସେବା ସମିତି ପକ୍ଷରୁ ଗୋପୂଜନ କରାଯିବା ସହ ଅମୃତ କଳସ ପ୍ରଦାନ କରାଯାଇଥାଏ । ଏହି କାର୍ଯ୍ୟକ୍ରମରେ ନୟାଗଡ଼ ସାଇ ସେବା ସମିତିର ସଭାପତି ପ୍ରତାପ ଚନ୍ଦ୍ର ପରିଡ଼ା ଓ ଆବାହକ ମୋହନ ଦୋରାଙ୍କ ସମେତ କଂଚନବିଲି ସାଇ ଆଶ୍ରୀତ ଭଉଣୀ ପ୍ରମିଳା ପ୍ରଧାନ, ସ୍ୱର୍ଣ୍ଣଲତା ସାହୁ,…
Read Moreଉତ୍କଳ ସାମ୍ବାଦିକ ସଙ୍ଘର ନବନିଯୁକ୍ତ ରାଜ୍ୟ ସଭାପତି ପ୍ରମୋଦ ପଟ୍ଟନାୟକଙ୍କୁ ବିପୁଳ ସମ୍ବର୍ଦ୍ଧନା
ନୟାଗଡ଼,(୨୦/୦୮):- ଓଡ଼ିଶାର ସର୍ଵ ପୁରାତନ ଉତ୍କଳ ସାମ୍ବାଦିକ ସଂଘର ନବନିଯୁକ୍ତ ରାଜ୍ୟ ସଭାପତି ଭାବେ ଦାୟିତ୍ୱ ଗ୍ରହଣ କରିଥିବା ପ୍ରମୋଦ ପଟ୍ଟନାୟକଙ୍କୁ ନୟାଗଡ଼ ସହର ସ୍ଥିତ ପଠାଣି ସାମନ୍ତ ଅଡିଟୋରିୟମରେ ଆଜି ବିପୁଳ ସମ୍ବର୍ଦ୍ଧନା ଦିଆଯାଇଛି । ବରିଷ୍ଠ ସାମ୍ବାଦିକ ପ୍ରଦୀପ୍ତ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ଅନ୍ୟତମ ଅତିଥି ଭାବେ ଉତ୍କଳ ସାମ୍ବାଦିକ ସଂଘ ସମ୍ପାଦକ ବେଣୁଧର ପଣ୍ଡା, ଉପସଭାପତି ବିନାୟକ ମିଶ୍ର, ଜିଲ୍ଲା ଡିଜିଟାଲ ମିଡ଼ିଆ ସାମ୍ୱାଦିକ ସଙ୍ଘ ସଭାପତି ଅନୱାର ଅଲ୍ଲୀ, ସମାଜସେବୀ କିଷାନ ଦାସ, ବରିଷ୍ଠ ସାମ୍ବାଦିକ ଶୁଭେନ୍ଦୁ ଦାସ, କିଶୋର ମହାପାତ୍ର ପ୍ରମୁଖ ଅତିଥି ଭାବେ ମଞ୍ଚାସୀନ ଥିଲେ । ସଂଘର ସମ୍ବିଧାନ ଏବଂ ଲକ୍ଷ ବିଷୟରେ ଶ୍ରୀଯୁକ୍ତ ପଣ୍ଡା ଆଲୋଚନା କରିଥିବା ବେଳେ ଜୀବନର ଶେଷ ବିନ୍ଦୁ ପର୍ଯ୍ୟନ୍ତ ସାମ୍ବାଦିକଙ୍କ ପାଇଁ ଲଢ଼େଇ କରିବାକୁ ନବନିଯୁକ୍ତ ରାଜ୍ୟ…
Read Moreଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟାଲୋଚନା କମିଟି ବୈଠକ(ଦିଶା)
ନୟାଗଡ଼,(୧୯.୦୮):- ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସୃଜନ ସମ୍ମଳନୀ କକ୍ଷରେ ମାନ୍ୟବର ସାଂସଦ କଟକ ଶ୍ରୀ ଭର୍ତ୍ତୃହରି ମହତାବଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ପର୍ଯ୍ୟାଲୋଚନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଶ୍ରୀ ମହତାବ ସମସ୍ତ ସଦସ୍ୟଙ୍କୁ ସ୍ୱାଗତ ଜଣାଇ ବୈଠକର ଉଦ୍ଦେଶ୍ୟ ସଂପର୍କରେ ସୂଚନା ପ୍ରଦାନ କରିଥିଲେ । ସର୍ବପ୍ରଥମେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ ଓ ସହରାଂଚଳ) ଉପରେ ଆଲୋଚନା କରାଯାଇଥିଲା । ଏହି ଯୋଜନା ଅନର୍ଗତ ନୟାଗଡ଼ ଜିଲ୍ଲା ୨୦୨୦-୨୧ ଆର୍ଥିକ ବର୍ଷରେ ସମଗ୍ର ରାଜ୍ୟରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବାରୁ ମାନ୍ୟବର ସାଂସଦ ଖୁସି ପ୍ରକଟ କରିଥିଲେ । ଏହା ସଙ୍ଗେ ସଙ୍ଗେ ଏହି ଯୋଜନାରେ ଯୋଗ୍ୟ ହିତାଧିକାରୀମାନେ କିପରି ଉପକୃତ ହୋଇପାରିବେ ସେଥି ପ୍ରତି ଦୃଷ୍ଟି ଦେବାପାଇଁ ଜିଲ୍ଲା ପ୍ରଶାସନକୁ ପରାମର୍ଶ ଦେଇଥିଲେ ।…
Read Moreବଳରାମପ୍ରସାଦରେ ବରିଷ୍ଠ ନାଗରିକ ଓ ବିଶିଷ୍ଟ ବ୍ୟକ୍ତିମାନଙ୍କୁ ସମ୍ବର୍ଦ୍ଧିତ
ଖଣ୍ଡପଡ଼ା,(୧୫/୦୮):- ଖଣ୍ଡପଡ଼ା ବ୍ଲକ୍ ସିଧାମୂଳା ପଞ୍ଚାୟତ ଅନ୍ତର୍ଗତ ବଳରାମପ୍ରସାଦ ଗ୍ରାମରେ ୭୫ତମ ସ୍ଵାଧୀନତା ଦିବସ ଅବସରରେ ଗ୍ରାମର ଯୁବ ସଂଗଠନ “ବଳରାମପ୍ରସାଦ ବିକାଶ ପରିଷଦ” ଆନୁକୁଲ୍ୟରେ ୮୦ଜଣ ବୃଦ୍ଧବୃଦ୍ଧାଙ୍କୁ ନୂଆ ବସ୍ତ୍ର ପ୍ରଦାନ ଏବଂ ସ୍ଥାନୀୟ ଅଞ୍ଚଳର ଶିକ୍ଷା, ସାହିତ୍ୟ, ସମାଜସେବା, ସ୍ଵାସ୍ଥ୍ୟସେବା, ସାମ୍ବାଦିକତା ଆଦି ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ୨୫ଜଣ ବରିଷ୍ଠ ତଥା ବିଶିଷ୍ଟ ବ୍ୟକ୍ତିଙ୍କୁ ମାନପତ୍ର ସହ ଉପଢୈାକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା। ବିକାଶ ପରିଷଦର ସଭାପତି ପଣ୍ଡିତ ବନମାଳୀ ମିଶ୍ରଙ୍କ ପୈାରୋହିତ୍ୟରେ ଅନୁଷ୍ଠିତ ଏହି ସଭାରେ ବିଶିଷ୍ଟ ନାଟ୍ୟକାର ତଥା ଶ୍ରମିକନେତା ବିଶ୍ଵନାଥ ମହାପାତ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ବଳରାମପ୍ରସାଦର ସଂସ୍କୃତି, ପରମ୍ପରା, ଐତିହ୍ୟର ଭୂୟସୀ ପ୍ରଶଂସା କରିବାସହ, ଗ୍ରାମର ସ୍ଵାଧୀନତା ସଂଗ୍ରାମୀ ସ୍ଵର୍ଗତ ପନ୍ଦାରୀ ପଶ୍ଚିମରାୟଙ୍କ ସ୍ମୃତିଚାରଣ କରିଥିଲେ। ବରିଷ୍ଠ ଜିଲ୍ଲାପରିଷଦ ସଭ୍ୟ ରାମେଶ୍ବର ଶତପଥୀ ମୁଖ୍ୟବକ୍ତା…
Read Moreଖଣ୍ଡପଡ଼ାରେ ସ୍ୱଚ୍ଛତା ପଖୱାଡ଼ା କାର୍ଯ୍ୟକ୍ରମରେ ବୃକ୍ଷ ରୋପଣ
ଖଣ୍ଡପଡ଼ା,(୧୨/୦୮):- ଜାତୀୟ ଯୁବ ଦିବସ ଉପଲକ୍ଷେ ୟୁନିକ୍ ଆସୋସିଏସନ୍ ଓ ନେହେରୁ ଯୁବକେନ୍ଦ୍ରର ମିଳିତ ଆନୁକୁଲ୍ୟରେ ଖଣ୍ଡପଡ଼ା ବ୍ଲକର ଶିଖରପୁର ଗ୍ରାମରେ ଆଜି ସ୍ୱଚ୍ଛତା ପଖୱାଡ଼ା କାର୍ଯ୍ୟକ୍ରମର ଦ୍ଵାଦଶ ଦିବସରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସ୍ୱଚ୍ଛତା ପଖୱାଡ଼ା କାର୍ଯ୍ୟକ୍ରମ ୦୧ଅଗଷ୍ଟରୁ ଆରମ୍ଭ ହୋଇଥିବା ବେଳେ ଏହା ୧୫ ଅଗଷ୍ଟ ପର୍ଯ୍ୟନ୍ତ ଚାଲିବ। ସ୍ଵଚ୍ଛ ରହିବା ସହିତ ଆମ ଚାରିପାର୍ଶ୍ୱକୁ ସ୍ୱଚ୍ଛ ରଖିବା ପାଇଁ ଆଜି ଏହି କାର୍ଯ୍ୟକ୍ରମରେ ସଂକଳ୍ପ ନିଆଗଲା। ଭାରତ ସରକାରଙ୍କ ଯୁବ ଓ କ୍ରୀଡ଼ା ମନ୍ତ୍ରଣାଳୟ ଅଧୀନରେ ଥିବା ନେହେରୁ ଯୁବ କେନ୍ଦ୍ର ତରଫରୁ ନୟାଗଡ଼ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଏ କାର୍ଯ୍ୟକ୍ରମ ଜାରି ରହିଛି। ଆଜିର ଏହି କାର୍ଯ୍ୟକ୍ରମରେ ସତ୍ୟବ୍ରତ ମହାରଣା, ଦେବବ୍ରତ ମିଶ୍ର, ଦୀପକ କୁମାର, ପଦ୍ମଲୋଚନ ମହାରଣା ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମକୁ ଅନନ୍ୟା ଫାଉଣ୍ଡେସନର ପ୍ରତିଷ୍ଠାତା…
Read More