ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ

ନୟାଗଡ, (ନୟାଗଡ଼ ଦର୍ପଣ):ନୟାଗଡ଼ ଷ୍ଟାଡିଅମ ଠାରେ ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ର ପାତି ମେଳା ଉଦଘାଟିତ ହୋଇଛି। ଏହି ମେଳା ୫ଦିନ ବ୍ୟାପି ଅନୁଷ୍ଠିତ ହେବ। ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁଙ୍କ ସଭାପତିତ୍ବରେ ଏହି ମେଳାରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ଼ଃ ଅରୁଣ କୁମାର ସାହୁ ଯୋଗଦେଇ ଥିବା ବେଳେ ମୁଖ୍ୟବକ୍ତା ଭାବେ କୃଷି ବିଭାଗର ମୁଖ୍ୟ ଯନ୍ତ୍ରୀ ମୁକ୍ତିକାନ୍ତ ମହାପାତ୍ର ଯୋଗ ଦେଇଥିଲେ। ସଂମ୍ମାନିତ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦ ଅଧକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ବ୍ଳକ ଅଧକ୍ଷ କିଶୋର ଚନ୍ଦ୍ର ସାହୁ, ପୌରପରିଷଦ ଅଧକ୍ଷା ନିରୁପମା ଖଟେଇ, ଉପାଧକ୍ଷ ଗୁରୁପ୍ରସାଦ ଜେନା, ବ୍ଳକ ଉପାଧକ୍ଷା ଲଷ୍ମୀପ୍ରିୟା ସାହୁ, ଜିଲ୍ଲା କୃଷି ଅଧିକାରୀ ବିଷ୍ଣୁ ପ୍ରସାଦ ସାହୁ ଯୋଗ ଦେଇଥିଲେ। ସରକାର ଦେଉଥିବା ପ୍ରୋତ୍ସାହନକୁ ସତ…

Read More

ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟସ୍ତରୀୟ ଚେସ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ଗତ ଦୁଇଦିନ ଧରି ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ କେସି କ୍ଲବର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ କେସି କ୍ଲବଠାରେ ଚାଲିଥିବା ଆନ୍ତଃ ବିଦ୍ୟାଳୟସ୍ତରୀୟ ଚେସ ଟୁର୍ଣ୍ଣାମେଣ୍ଟ ଆଜି ଉଦଯାପିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷାଧିକାରୀ ରାଜଶ୍ରୀ ପଟ୍ଟନାୟକ ଯୋଗଦାନ କରି ବିଜୟୀ ପ୍ରତିଯୋଗୀ ମାନଙ୍କୁ ଟ୍ରଫି ଏବଂ ମାନପତ୍ର ପ୍ରଦାନ କରିଥିଲେ। ବରିଷ୍ଠ ବର୍ଗରେ ସ୍ୱୟଂ ପ୍ରକାଶ ସାହୁ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଦ୍ୱିତୀୟ ସ୍ଥାନରେ ଜାଗୃତି ଘଡେ଼ଇ, ତୃତୀୟରେ ଧର୍ମେଶ ରାୱଲ,ଚତୁର୍ଥରେ ରାଜା ପ୍ରଧାନ ଏବଂ ପଞ୍ଚମ ସ୍ଥାନରେ କ୍ରୀଷ୍ଣ ରାଓ ଦୋରା ପ୍ରମୁଖ କୃତିତ୍ବ ହାସଲ କରି ପୁରସ୍କୃତ ହୋଇଛନ୍ତି। ସେହିପରି କନିଷ୍ଠ ବର୍ଗରେ ଶୁଭସ୍ମିତା ପ୍ରିୟଦର୍ଶିନୀ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଦ୍ୱିତୀୟ ସ୍ଥାନରେ କୁଇନ କନସାଇନ ହରିଚନ୍ଦନ, ତୃତୀୟରେ…

Read More

ମର୍ଣ୍ଣି କ୍ଳବ ଦ୍ୱାରା ଆୟୋଜିତ ଜିଲ୍ଲାସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ମର୍ନିଙ୍ଗ କ୍ଳବ ଦ୍ୱାରା ଆୟୋଜିତ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଉଦଯାପିତ ହୋଇଯାଇଛି। ନୟାଗଡ଼ ଖେଳ ପଡିଆ ଠାରେ ଚଳିତ ମାସ ଗତ ୨ତାରିଖରୁ ଅନୁଷ୍ଠିତ ହେଉଥିବା ଏହି ଟୁର୍ଣ୍ଣାମେଣ୍ଟରେ ଆଜି ଫାଇନାଲ ମ୍ୟାଚରେ ଯଦୁମଣି କ୍ଲବ ଇଟାମାଟି ବନାମ ଖଣ୍ଡପଡ଼ା ମଧ୍ୟରେ ଖେଳ ହୋଇଥିଲା । ଆଜିର ଖେଳ ଭାରି ରୋମାଞ୍ଚକ ହୋଇଥିଲା କାରଣ ଖେଳ ଶେଷ ସୁଧା ଉଭୟ ଦଳ ଗୋଟିଏ ଲେଖାଏଁ ଗୋଲ ଦେଇଥିବା ବେଳେ ପେନାଲିଟି ସଟ୍ ମରାଯାଇଥିଲା । ଏଥିରେ ମଧ୍ୟ ଉଭୟ ଦଳ ସମାନ ସ୍ଥିତିରେ ଥିଲେ । ଏହା ପରେ ପୁଣି ରେଫରୀଙ୍କ ଦ୍ୱାରା ଉଭୟ ଦଳକୁ ଗୋଟିଏ ଗୋଲର ସୁଯୋଗ ଦିଆଯାଇଥିଲା । ଏଥିରେ ଯଦୁମଣି କ୍ଲବ ଇଟାମାଟି ୧-୦ ଗୋଲରେ ବିଜୟ ଲାଭ କରିଥିଲା। ଆଜିର ଖେଳରେ ଶ୍ରେଷ୍ଠ…

Read More

ନୟାଗଡ଼ରେ ଅକ୍ଟୋବର ୧୬ ଏବଂ ୧୭ ଦୁଇ ଦିନ ଧରି ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ ଚେସ ଟୁର୍ନାମେଣ୍ଟ ଅନୁଷ୍ଠିତ ହେବା ନେଇ ସୂଚନା

ନୟାଗଡ,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଚେସ୍ ଆସୋଶିଏସନ ଏବଂ କେ.ସି. କ୍ଲବ ନୟାଗଡ଼ର ମିଳିତ ଆନୁକୁଲ୍ୟରେ ଦୁଇ ଦିନିଆ ଆନ୍ତଃ ବିଦ୍ୟାଳୟ ଚେସ୍ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ । ଏ ନେଇ ଆଜି ନୟାଗଡ଼ କେ.ସି. କ୍ଲବ ପରିସରସ୍ଥ ସମ୍ମିଳନୀ କକ୍ଷରେ ଏକ ସାମ୍ବାଦିକ ଅନୁଷ୍ଠିତ ହୋଇ ବ୍ୟାପକ ସୂଚନା ପ୍ରଦାନ କରାଯାଇଛି । ଏଥିପାଇଁ ପ୍ରଥମ ଦଶ ଜଣକୁ ଟ୍ରଫି ସହ ସାର୍ଟିଫିକେଟ ପ୍ରଦାନ କରାଯିବ| ନୟାଗଡ଼ ଚେସ୍ ଆଶୋସିଏସନ୍‌ର ସଭାପତି ଶ୍ରୀଧର ସାହୁ, ସମ୍ପାଦକ ରିତେଶ କୁମାର ରଥ, କେ.ସି. କ୍ଲବର ସଭାପତି ଭାଗିରଥ ଦାସ, ସମ୍ପାଦକ ସଂଗ୍ରାମ କେଶରୀ ଗୁମାନସିଂ ଓ ବରଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ସମ୍ପୂର୍ଣ୍ଣ ବିବରଣୀ ରଖୁଛନ୍ତି । ଆସନ୍ତା ୧୬ ଓ ୧୭ ତାରିଖ ଦୁଇ ଦିନ ଧରି ଏହି ଆନ୍ତଃ ବିଦ୍ୟାଳୟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ…

Read More

ନୟାଗଡ଼ ଆଞ୍ଚଳିକ ବାଣିଜ୍ୟ ସମବାୟ ସମିତିର ଗୁରୁତ୍ବପୁର୍ଣ୍ଣ ବୈଠକ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଆଞ୍ଚଳିକ ବାଣିଜ୍ୟ ସମବାୟ ସମିତିର କଡା ପଦକ୍ଷେପ । ୬ଶହ ଟଙ୍କାରେ ଘର ଭଡା ନେଇ ମାଲିକ ୭ରୁ ୮ହଜାର ଟଙ୍କାରେ ଅନ୍ୟକୁ ଭଡା ଦେଉଛନ୍ତି । ମୁଳ ପଇସା ଛଅ ଶହ ଟଙ୍କା ଦେବାକୁ ଖାତିର କରୁନାହାନ୍ତି । ବାରମ୍ବାର ମାଗିଲେ ମଧ୍ୟ ଟଙ୍କା ଠିକ ସମୟରେ ଦେଉ ନାହାନ୍ତି । ଏଥିପାଇଁ ଆଜି ନୟାଗଡ଼ ଆଞ୍ଚଳିକ ବାଣିଜ୍ୟ ସମବାୟ ସମିତିର ପରିଚାଳନା ବୈଠକ କରାଯାଇ ୨୦ନଂ ଘରକୁ ସିଲ କରାଯାଇଛି । ଅପରାହ୍ନ ଦୁଇ ଘଟିକା ସମୟରେ ପରିଚାଳନା ପରିଷଦର ସଭ୍ୟ ସଭ୍ୟାମାନଙ୍କୁ ନେଇ ଗୁରୁତ୍ବପୁର୍ଣ୍ଣ ବୈଠକ ବସିଥିଲା । ଆଜିଠାରୁ ଉକ୍ତ ଦୋକାନୀର ମାଲିକଙ୍କୁ ୩୦ଦିନର ମହଲତ ଦିଆଯାଇଛି । ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ଘର ମାଲିକ ଟଙ୍କା ନଦେଲେ ସମିତି ଦଖଲକୁ ନେବ ବୋଲି ନିଷ୍ପତି ନିଆଯାଇଛି…

Read More

ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଛି । ସକାଳୁ ରାମଧୁନ ସହ ତ୍ରିନାଥ ଛକଠାରେ ଥିବା ପ୍ରତିମୂର୍ତ୍ତୀରେ ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା। ଅପରାହ୍ନରେ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ସଭା ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥିଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ପୌର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନ ପ୍ରମୁଖ ଉପସ୍ଥିତ ରହିଥିଲେ । ମୁଖ୍ୟବକ୍ତା ଭାବେ ନାଟ୍ୟକାର ଡ଼ଃ. ବିଜୟ କୁମାର ଚୌଧୁରୀ ଯୋଗଦେଇ ଗାନ୍ଧୀ ଓ ସାହିତ୍ୟ ସମ୍ପର୍କରେ ଆଲୋଚନା କରିଥିଲେ । ଅନ୍ୟତମ ବକ୍ତା ମହମ୍ମଦ ଓମାର ମଲ୍ଲିକ ଗାନ୍ଧୀ…

Read More

ନୟାଗଡ଼ ଜିଲ୍ଲାର ଗର୍ବ ଓ ଗୌରବ ଡ଼ଃ. ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ହେବେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଅନ୍ତର୍ଗତ ପନ୍ତିଖାରୀ ଶାସନ ଗ୍ରାମରେ ଜନ୍ମଗ୍ରହଣ କରିଥିବା ଡ଼ ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡଙ୍ଗୀ ଅକ୍ଟୋବର ୪ ତାରିଖରେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କରିବା ପାଇଁ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି l ଏହି ବିଜ୍ଞତି ପାଇବା ପରେ ଖବରଟି ବିଜୁଳି ବେଗରେ ସମଗ୍ର ରାଜ୍ୟରେ ପ୍ରଚାରିତ ହୋଇଥିଲା। ରାତି ପାହିବା ବେଳକୁ ବୈଦ୍ୟୁତିକ, ସାମାଜିକ ଅଥବା ଛାପା ଗଣମାଧ୍ୟମରୁ ଖବର ପାଇ ଜଷ୍ଟିସ ଷଡଙ୍ଗୀଙ୍କ ଜନ୍ମ ସ୍ଥାନ ଓଡ଼ଗାଁ ଅଞ୍ଚଳରେ ସମସ୍ତଙ୍କ ମନରେ ଖୁସିର ଲହରୀ ଖେଳି ଯାଇଥିଲା। ପିଲାଟି ଦିନରୁ ନିଜ ଗାଁ ତଥା ଅଞ୍ଚଳ ପାଇଁ ବିଶେଷ ଆକର୍ଷଣ ରହିଥ‌ିବାରୁ ଏକଥାକୁ ଅଞ୍ଚଳବାସୀ ବେଶ ମନେ ରଖିଛନ୍ତି ଏବଂ ନିଜକୁ ଗୌରବାନ୍ବିତ ମନେ କରୁଛନ୍ତି। କେବଳ…

Read More

ସାଇବର ସଚେତନତା ଲୋଗ ଉନ୍ମୋଚିତ, ଆସନ୍ତା ୨ ତାରିଖରୁ ବୁଲିବ ‘ସାଇରା’

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସାଇବର ସଚେତନତା ଲୋଗ ଉନ୍ମୋଚିତ ହୋଇଛି । ନୟାଗଡ଼ ଏସପି ରାହୁଲ ଜୈନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ସାଇବର ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବା ଏସପି ସୂଚନା ଦେବା ସହ ଏହାର ଲୋଗକୁ ଉନ୍ମୋଚନ କରାଯାଇଥିଲା । ଆସନ୍ତା ୩୦ ତାରିଖ ମୁଖ୍ୟମନ୍ତ୍ରୀ ରାଜ୍ୟ ସ୍ତରରେ ସଚେତନତା ରଥ ଉଦଘାଟନ କରିବେ । ନୟାଗଡ଼ ଜିଲ୍ଲାରେ ୨ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ରଥ ବୁଲିବା ସହ ସଚେତନତା ନେଇ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯିବ । ଏହି ରଥରେ ଭିଡିଓ ମାଧ୍ୟମରେ ସଚେତନ କରାଯିବା ପାଇଁଯୋଜନା ରହିଛି । ନୟାଗଡ଼ ଜିଲ୍ଲା ପୁଲିସ…

Read More

ଆମରଣ ଅନଶନରେ ନୟାଗଡ଼ ଉପ କାରଗାର କର୍ମଚାରୀ

ନୟାଗଡ଼,(ନୟାଗଡ଼ ଦର୍ପଣ): ୫ଦଫା ଦାବି ପୁରଣକୁ ନେଇ ନୟାଗଡ଼ ଉପ କାରଗାର କର୍ମଚାରୀମାନେ ଆମରଣ ଅନଶନରେ ସମାନ କାମକୁ ସମାନ ଦରମା ଦାବିରେ ଗତ ୧୩ତାରିଖରୁ କଳା ବ୍ୟାଚ୍ ପିନ୍ଧି ନୟାଗଡ଼ ଜେଲ୍ ୱାର୍ଡରମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ । ପ୍ରଥମେ କଳା ବ୍ୟାଚ୍ ପିନ୍ଧି ତାଙ୍କ ଦାବି ସଂପର୍କରେ ସରକାରଙ୍କୁ ଅବଗତ କରାଇଥିଲେ ହେଲେ ସରକାର କର୍ଣ୍ଣପାତ ନକରିବାରୁ ଆଜିଠାରୁ ଜେଲ୍‌ ୱାର୍ଡରମାନେ ଆମରଣ ଅନଶନକୁ ଓହ୍ଲାଇବାକୁ ବାଧ୍ୟ ହୋଇଛନ୍ତି । ଜେଲ୍ ୱାର୍ଡରମାନଙ୍କ କହିବା କଥା ଗୃହ ବିଭାଗ ଅଧିନରେ ଥିବା ଆମର ଆଉ ରାଜ୍ୟ ପୋଲିସର ସମସ୍ତ କାର୍ଯ୍ୟ ସମାନ ଥିବାବେଳେ ଆମକୁ ସରକାର ଅଣଦେଖା କରୁଛନ୍ତି । ସମାନ କାମକୁ ସମାନ ବେତନ ଥିବା ବେଳେ ଗୃହ ବିଭାଗର ପୋଲିସମାନେ ଯାହା ପାଉଛନ୍ତି ଆମେ ତାହା ପାଉନାହୁଁ । ଆମର ଦାବି ହେଲା…

Read More

ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲାସ୍ତରରେ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଜିଲ୍ଲାପାଳ ସମସ୍ତଙ୍କୁ ସ୍ୱାଗତ କରି ଏହି ଦିବସ ପାଳନ ନିମନ୍ତେ ସମସ୍ତଙ୍କର ଅକୁଣ୍ଠ ସହଯୋଗ କାମନା କରି କହିଥିଲେ ଯେ,ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଅକ୍ଟୋବର ୧ ତାରିଖରେ ବରିଷ୍ଠ ନାଗରିକ ଦିବସ ଜିଲ୍ଲାସ୍ତରରେ ପାଳନ କରାଯିବ । ଏହି ପରିପ୍ରେକ୍ଷୀରେ ବରିଷ୍ଠ ନାଗରିକମାନଙ୍କ ନିମନ୍ତେ ଏକ ସ୍ୱାସ୍ଥ୍ୟସେବା ଶିବିର ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବ । ପ୍ରତ୍ୟେକ ବ୍ଲକରୁ ପ୍ରାୟ ୫୦ରୁ ୬୦ଜଣ ବରିଷ୍ଠ ନାଗରିକ ବ୍ଲକ ସାମାଜିକ କଲ୍ୟାଣ ଅଧିକାରୀମାନଙ୍କ ଦ୍ୱାରା ସ୍ୱାସ୍ଥ୍ୟ ଶିବିରକୁ ଆଣିବାର ବ୍ୟବସ୍ଥା କରାଯାଇଛି । ଏଥିପାଇଁ ଆଂଚଳିକ…

Read More