ନୟାଗଡ଼, (ନୟାଗଡ଼ ଦର୍ପଣ): ଓଡ଼ିଶା ସରକାର ଶ୍ରମ ବିଭାଗ ନିର୍ଦ୍ଦେଶ ମୁତାବକ ଶ୍ରମିକ କଲ୍ୟାଣ ଯୋଜନାରେ ହିତାଧିକାରୀମାନଙ୍କୁ ଦ୍ୱିପାକ୍ଷିକ ସହାୟତା ପ୍ରଦାନର ଶୁଭାରମ୍ଭ ଶ୍ରୀମତୀ ସ୍ୱଧା ଦେବ ସିଂ, ଭା.ପ୍ର.ସେ. ଜିଲ୍ଲାପାଳ ନୟାଗଡ଼ଙ୍କ ଦ୍ୱାରା ଆଜି ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୯୫ଜଣ ଆବେଦନକାରୀଙ୍କୁ ଟ.୫୮,୩୨,୪୦୦/-ର ଅର୍ଥ ରାଶି ସିଧା ଆବେଦନକାରୀଙ୍କ ବ୍ୟାଙ୍କ ଖାତାକୁ ପଠାଯାଇଛି । ଏଥିରେ ୬୭ଜଣଙ୍କୁ ବିବାହ କାଳୀନ ସହାୟତା ବାବଦରେ ଟ.୩୧,୫୦,୦୦୦/- , ୧୩ଜଣ ଉତ୍ତରାଧିକାରୀଙ୍କୁ ମୃତ୍ୟୁକାଳୀନ ସହାୟତା ବାବଦରେ ଟ.୨୬,୦୦,୦୦୦/-, ୧୦ଜଣ ଉତ୍ତରାଧିକାରୀଙ୍କୁ ଅନ୍ତେଷ୍ଟିକ୍ରିୟା ସହାୟତା ବାବଦରେ ଟ.୫୦,୦୦୦/- ଏବଂ ୫ଜଣଙ୍କୁ ପିଲା ପାଠ ପଢ଼ିବା ପାଇଁ ଶିକ୍ଷା ସହାୟତା ବାବଦରେ ଟ.୩୨,୪୦୦/- ପ୍ରଦାନ କରାଯାଇଥିଲା । ଏହି ଭଳି ୧୫ଦିନିଆ ଶ୍ରମିକ କଲ୍ୟାଣ ଯୋଜନାରେ ହିତାଧିକାରୀମାନଙ୍କୁ ସହାୟତା ବଣ୍ଟନ ନୂତନ ଭାବେ କରାଯାଇଥିବାରୁ ଶ୍ରମିକ ଭାଇଭଉଣୀଙ୍କ ତରଫରୁ…
Read MoreCategory: ଭାପୁର ବ୍ଲକ
ଭାପୁରରେ ସେବା ଉତ୍ସବ, ଅଭାବୀଙ୍କୁ ବସ୍ତ୍ରଦାନ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସେବା ଉତ୍ସବ ସମିତି ଆନୁକୂଲ୍ୟରେ ଦୀର୍ଘ ୧୦ଦିନ ଧରି ଅନୁଷ୍ଠିତ ହେଉଥିବା ଅଷ୍ଟମ ବାର୍ଷିକ ଜିଲ୍ଲାବ୍ୟାପି ସେବା ଉତ୍ସବ -2024 ଆଜି ଭାପୁର ବ୍ଲକର ବିଭିର୍ଣ୍ଣ ସ୍ଥାନରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଭାପୁର ସଦର ମହକୁମା ସମେତ ମହୁଲିଆ, ଫତେଗଡ଼ ଆଦି ବିଭିର୍ଣ୍ଣ ପଞ୍ଚାୟତର ବିଭିର୍ଣ୍ଣ ସ୍ଥାନରେ ଗରିବ ଓ ଅସହାୟଲୋକଙ୍କୁ ବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନ କରିଥିଲେ। ସେବା ଉତ୍ସବ ସମିତି ଅଧକ୍ଷ ଶିବରାମ ମହାପାତ୍ରଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସେବା ସମିତ ସଦସ୍ୟ ଗୁଲସନ କୁମାର ଦାସ, ବର୍ଷା ପ୍ରିୟଦର୍ଶିନୀ, ଯୁଧିଷ୍ଠିର ବେହେରା, ସୋମ୍ୟା ସ୍ୱୟଂପ୍ରଭା, କାହ୍ନା ସାହୁ, ଅଂଶୁମାନ ସେଠି, ଗୋପାଳ ଚନ୍ଦ୍ର ସାହୁ, ପ୍ରଶାନ୍ତ କୁମାର ସାହୁ, ବାପୁନି ପ୍ରଧାନ ପ୍ରମୁଖ ସାମିଲ ହୋଇଥିଲେ। ଏହି ଉତ୍ସବ ମାଧ୍ୟମରେ ସାରା…
Read Moreଭାପୁର ବନବିଭାଗ ପକ୍ଷରୁ ୭୫ତମ ବନ ମହୋତ୍ସବରେ ବୃକ୍ଷ ରୋପଣ
ଭାପୁର, (ନୟାଗଡ଼ ଦର୍ପଣ): ୭୫ ତମ ବନ ମହୋତ୍ସବ ଉପଲକ୍ଷେ ସାରା ଦେଶରେ ବ୍ୟକ୍ତି ଗତ ଏବଂ ବିଭିନ୍ନ ଅନୁଷ୍ଠାନମାନଙ୍କ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଜାରି ରହିଛି। ଏହି ଅବସରରେ ଭାପୁର ଶ୍ରୀରାମ ମନ୍ଦିର ପରିସରରେ ଗୁରୁବାର ଦିନ ଖଣ୍ଡପଡା ଏବଂ ଭାପୁର ବନ ବିଭାଗର ମିଳିତ ଉଦ୍ୟମରେ ଆୟୋଜିତ ଏପରି ଏକ ମହନୀୟ କାର୍ଯ୍ୟକ୍ରମରେ ଖଣ୍ଡପଡା ବିଧାୟକ ଇଂ ଦୁଷ୍ମନ୍ତ କୁମାର ସ୍ୱାଇଁ ମୁଖ୍ୟ ଅତିଥିଭାବେ ଯୋଗଦେଇ ଚାରା ରୋପଣ କାର୍ଯ୍ୟକ୍ରମରେ ସାମିଲ ହେବା ସହ ପ୍ରତ୍ୟେକ ବ୍ୟକ୍ତି ଗୋଟିଏ ଲେଖାଏଁ ଗଛ ଲଗାଇବାକୁ ଆହ୍ୱାନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ କଟକ ସଂସଦୀୟ କ୍ଷେତ୍ରରୁ ସାଂସଦଙ୍କ ଜିଲ୍ଲା ପ୍ରତିନିଧି ଗୟାଧର ପରିଡା, ଜିଲ୍ଲା ପରିଷଦ ସଭ୍ୟ ସୁଶାନ୍ତ କୁମାର ସାହୁ ଏବଂ ବିଜୟ କୁମାର ସାମନ୍ତରାୟ, ସାଂସଦଙ୍କ ବ୍ଲକ ପ୍ରତିନିଧି ତୋଫାନ…
Read Moreଓଡ଼ିଶା ସାହିତ୍ୟ ଏକାଡେମୀର ସ୍ୱନକ୍ଷତ୍ର ଦିବସ-୨୦୨୪ ପାଳନ ଉପଲକ୍ଷେ ଆୟୋଜିତ ଜିଲ୍ଲାସ୍ତରୀୟ ପ୍ରତିଯୋଗିତାର ଫଳାଫଳ
ନୟାଗଡ଼, (ନୟାଗଡ଼ ଦର୍ପଣ): ଓଡ଼ିଆ ବକ୍ତୃତା (କନିଷ୍ଠ ବର୍ଗ)ପ୍ରଥମ – ବିଶ୍ୱ ବିଜିତା ମହାନ୍ତି– ଶ୍ରୀ ରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର, ନୟାଗଡ଼ଦ୍ୱିତୀୟ – ଅଭୟ ପ୍ରଧାନ -ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ, କୋରପିଠା, ଓଡ଼ଗାଁତୃତୀୟ – ପ୍ରତୀକ୍ଷା ପ୍ରିୟଦର୍ଶିନୀ ଚମ୍ପତି- ନୂଆଗାଁ ଉଚ୍ଚ ବିଦ୍ୟାଳୟ ଓଡ଼ିଆ ବକ୍ତୃତା (ବରିଷ୍ଠ ବର୍ଗ)ପ୍ରଥମ – ମନିଷା ପତି– ବ୍ରଜେନ୍ଦ୍ର ଚନ୍ଦ୍ର ନୋଡାଲ ଉଚ୍ଚ ବିଦ୍ୟାଳୟ, ରଣପୁର ଦ୍ୱିତୀୟ – ଶ୍ରେୟା ମିଶ୍ର – ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଦ୍ୱାରଗାଁ, ଦଶପଲ୍ଲାତୃତୀୟ – ପ୍ରିୟ ରଂଜନ ମିଶ୍ର – ଏନ.ଏ.ସି. ଉଚ୍ଚ ବିଦ୍ୟାଳୟ, ନୟାଗଡ଼ ଓଡ଼ିଆ ପ୍ରବନ୍ଧ(କନିଷ୍ଠ ବର୍ଗ)ପ୍ରଥମ – ବିଜୟଲକ୍ଷ୍ମୀ ପରିଡ଼ା– ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ନୂଆଗାଁ ଦ୍ୱିତୀୟ – ଦିବ୍ୟାଶା ମହାନ୍ତି – ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଖଣ୍ଡପଡ଼ା ତୃତୀୟ – ସ୍ମୃତି ପ୍ରଜ୍ଞା ସାହୁ – ଏନ.ଏ.ସି.…
Read Moreବିଶ୍ଵନାଥ ମହାପାତ୍ରଙ୍କ ରଚିତ ଉପନ୍ୟାସ ‘ବିଚାର ପଥର’ର ପାଠକୀୟ ଚର୍ଚ୍ଚା
ନୟାଗଡ଼, (ନୟାଗଡ଼ ଦର୍ପଣ): ବିଶ୍ଵନାଥ ମହାପାତ୍ରଙ୍କ ରଚିତ ଉପନ୍ୟାସ ‘ବିଚାରପଥର’ର ପାଠକୀୟ ଚର୍ଚ୍ଚା ଜୁଲାଇ୬ତାରିଖରେ ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ନୟାଗଡ଼ର ନୀଳମାଧବ କଲ୍ୟାଣ ମଣ୍ଡପ ଅଡିଟୋରିୟମରେ ଅନୁଷ୍ଠିତ ହୋଇଯାଇଛି। ଶତାଧିକ ସାହିତ୍ୟପ୍ରେମୀଙ୍କ ଗହଣରେ ଏହି ଆଲୋଚନାଚକ୍ରକୁ ଉଦଘାଟନ କରି ବିଶିଷ୍ଟ ସାରସ୍ଵତ ସାଧକ ତଥା ସ୍ଥାନୀୟ ବିଧାୟକ ଡଃ ଅରୁଣ କୁମାର ସାହୁ ସମାଜ ପରିବର୍ତ୍ତନରେ ସାହିତ୍ୟର ଭୂମିକା ସମ୍ପର୍କରେ ଆଲୋଚନା ରଖିବା ସହିତ ବିଚାରପଥର ଉପନ୍ୟାସର ସଫଳ ପାଠକୀୟ ସ୍ଵୀକୃତି ଉପରେ ଆଲୋକପାତ କରିଥିଲେ। ହଜିଯାଉଥିବା ଶବ୍ଦମାନଙ୍କୁ ପ୍ରୟୋଗ କରି ଲୋକପ୍ରିୟ ସାହିତ୍ୟସୃଷ୍ଟିରେ ଶ୍ରୀ ମହାପାତ୍ର ଜଣେ ଧୂରୀଣ ସାରସ୍ଵତ ସାଧକ ବୋଲି ଡଃ ସାହୁ ମତବ୍ୟକ୍ତ କରିଥିଲେ। ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅବସରପ୍ରାପ୍ତ ବରିଷ୍ଠ ପ୍ରଶାସକ ତଥା ସାହିତ୍ୟସ୍ରଷ୍ଟା ଶ୍ରୀ ନିରଞ୍ଜନ ସାହୁ ସମାଜର ବିବର୍ତ୍ତନରେ ରଚନାତ୍ମକ ସାହିତ୍ୟର ଭୂମିକା ଉପରେ…
Read Moreଭାରୀଯାନ ଉପରେ ଲାଗିଲା ରୋକ, ସକାଳ ୭ରୁ ରାତ୍ର ୯ଘଟିକା ପର୍ଯ୍ୟନ୍ତ ଚଳାଚଳ ନିଷିଦ୍ଧ
ନୟାଗଡ଼,(ନୟାଗଡ଼ ଦର୍ପଣ): ମୋଟର ଯାନ ଆଇନ ୧୯୮୮ (୫୯), ରୁଲ ୧୯୯୩(୧୭୩) ଅନୁସାରେ ସଡ଼କ ଦୁର୍ଘଟଣାକୁ ପ୍ରତିହତ କରିବା ପାଇଁ ସମଗ୍ର ନୟାଗଡ଼ ଜିଲ୍ଲାରେ ମାଲ ପରିବହନ କରୁଥିବା ଭାରୀଯାନ ଯଥା- ଟିପର, ଟ୍ରକ୍ ଦ୍ୱାରା ବାଲି, ମୋରମ, ଗୁଣ୍ଡ ପଥର(ଚିପସ୍), ଖଣ୍ଡ ପଥର, ଇଟା ଇତ୍ୟାଦିର ପରିବହନ ସକାଳ ୭ଘଟିକା ଠାରୁ ରାତ୍ର ୯ଘଟିକା ପର୍ଯ୍ୟନ୍ତ ଜିଲ୍ଲାପାଳ-ତଥା-ଜିଲ୍ଲା ମାଜଷ୍ଟ୍ରେଟ୍ ଶ୍ରୀମତୀ ସ୍ୱଧା ଦେବ ସିଂଙ୍କ ଦ୍ୱାରା ନିଷିଦ୍ଧ କରାଯାଇଛି । ଏହି ନିଷିଦ୍ଧାଦେଶକୁ ଦିବା ୧ଘଟିକା ଠାରୁ ୩ଘଟିକା ପର୍ଯ୍ୟନ୍ତ କୋହଳ କରାଯାଇଛି । ଏହି ଆଦେଶ ଚଳିତ ମାସ ତା.୦୫.୦୭.୨୦୨୪ରିଖ ଠାରୁ ତା.୦୪.୦୮.୨୦୨୪ପର୍ଯ୍ୟନ୍ତ ବଳବତ୍ତର ରହିବ । ଜନସାଧାରଣଙ୍କ ଧନ ଜୀବନର ସୁରକ୍ଷା ଦୃଷ୍ଟିରୁ ଏଥିରେ ସହଯୋଗ କରିବା ପାଇଁ ଜିଲ୍ଲାର ସମସ୍ତ ଟ୍ରକ୍ ମାଲିକ ସଂଘ ଓ ଟ୍ରକ ମାଲିକମାନଙ୍କୁ ଜିଲ୍ଲା ପ୍ରଶାସନ…
Read Moreସର୍ଟ ସର୍କିଟ ହୋଇ ଘରେ ଲାଗିଲା ନିଆଁ
ଭାପୁର, (ନୟାଗଡ଼ ଦର୍ପଣ): ଫ୍ୟାନରୁ ସର୍ଟ ସର୍କିଟରେ ଘରସାରା ନିଆଁ। ନିଆଁର ପ୍ରକୋପରେ ଫାଟିଲା ଗ୍ୟାସ ସିଲିଣ୍ଡର। ଅଳ୍ପକେ ବଞ୍ଚିଗଲା ୬ଜଣଙ୍କ ଜୀବନ। ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲ୍ଲା ଭାପୁର ତହସିଲ କାର୍ଯ୍ୟାଳୟର ମୁଖ୍ୟ କିରାଣୀଙ୍କ ବାସ ଭବନରେ। ରାତି ପ୍ରାୟ ୩ଟା ହେବ ସରକାରୀ କ୍ଵାଟର ମଧ୍ୟରେ ମୁଖ୍ୟ କିରାଣୀ କୈଳାସ ଚନ୍ଦ୍ର ଦାସ ତାଙ୍କ ପତ୍ନୀ ଏବଂ ୩ ଛୁଆ ଏବଂ ତାଙ୍କ ମା ଶୋଇଥିଲେ। ହଠାତ ତାଙ୍କ ମା’ଙ୍କ ରୁମରେ ଥିବା ଟେବୁଲ ଫ୍ୟାନଟି ବିଦ୍ୟୁତ ସର୍ଟ ସର୍କିଟରୁ ନିଆଁ ବାହାରୀ ଘରର ଚାରିଆଡେ ଲାଗିଯାଇଥିଲା। ଏଭଳି ଘରର ଉତ୍ତାପ ଜାଣିପାରି ପୁଅ କୈଳାସ ଉଠି ଦେଖନ୍ତି ଘର ମଧ୍ୟରେ କଳା ଧୂଆଁ ସହିତ ନିଆଁ ଭର୍ତ୍ତି ହୋଇଯାଇଛି । ଏଭଳି ଘଟଣା ଦେଖି ପିଲାମାନଙ୍କୁ ଜୀବନ ବିକଳରେ ଘରର ପଛପଟେ…
Read Moreନୂତନ ଅପରାଧିକ ଆଇନ୍ର କାର୍ଯ୍ୟକାରିତା
ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲା ପରିଷଦର ସୃଜନ ସଭା ଗୃହରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନଙ୍କ ସଭାପତିତ୍ୱରେ ଭାରତରେ ନୂତନ ଅପରାଧିକ ଆଇନ୍ର କାର୍ଯ୍ୟକାରିତା ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲାପାଳ ସ୍ୱଧା ଦେବ ସିଂ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଦିପ ପ୍ରଜ୍ୱଳନ କରି ଏହାକୁ ଉଦ୍ଘାଟନ କରିଥିଲେ । ପ୍ରତ୍ୟେକ ପୀଡ଼ିତଙ୍କୁ ସୁନିଶ୍ଚିତ ନ୍ୟାୟ ପ୍ରଦାନ, ମହିଳା ଓ ଶିଶୁଙ୍କ ସୁରକ୍ଷାକୁ ପ୍ରାଧାନ୍ୟ, ତ୍ୱରିତ୍ ନ୍ୟାୟ ପାଇଁ ସଠିକ୍ ସମୟରେ ମାମଲାର ବିଚାର, ଅନଲାଇନ୍ରେ FIR କରିବାର ସୁବିଧା, ଡିଜିଟାଲ ପ୍ରମାଣର ବ୍ୟବହାର, ମବ୍ ଲିଂଚିଙ୍ଗ୍ ଏବଂ ସଙ୍ଗଠିତ ଅପରାଧ ଇତ୍ୟାଦି ଅପରାଧିକ ଆଇନ୍ର ଅନ୍ତର୍ଭୁକ୍ତ, ସ୍ପଷ୍ଟ ଏବଂ ସ୍ୱଚ୍ଛ ଅନୁସନ୍ଧାନ ପାଇଁ ସାକ୍ଷର ବିବୃତି ଏବଂ ଯାଂଚ୍ର ଅଡିଓ ଭିଡିଓ ରେକଡିଂ ଇତ୍ୟାଦିକୁ ନୂତନ ଅପରାଧିକ…
Read Moreହାଇୱା ଧକ୍କାରେ ଯୁବକ ମୃତ, କ୍ଷତି ପୂରଣ ଦାବିରେ ରାସ୍ତାରୋକ
ଭାପୁର, (ନୟାଗଡ଼ ଦର୍ପଣ): ଖଣ୍ଡପଡା ମୁଖ୍ୟ ରାସ୍ତାର କଳାପଥର – ଭାପୁର ବାଇପାସ ରାସ୍ତାରେ ହାଇୱା ସହ ଏକ ବାଇକ ଦୁର୍ଘଟଣା ଘଟିବାରୁ ବାଇକ ଚାଳକଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି। ସୂଚନା ମୁତାବକ ଖଣ୍ଡପଡା ବ୍ଲକ ବନମାଳୀପୁର ଗ୍ରାମର ବସନ୍ତ କୁମାର ସାହୁଙ୍କ ପୁଅ ଦେବାଶିଷ ସାହୁ(୨୪) ନିଜ ମୋଟର ସାଇକେଲ ନମ୍ବର OD 33 B 5108 ଯୋଗେ କଳାପଥରକୁ ଯାଉଥିବା ବେଳେ ବାଇପାସ ରାସ୍ତା ସ୍ଥିତ କାଳିଗିର ବ୍ରିଜ ନିକଟରେ ଏକ ହାଇୱା ନମ୍ବର OD 25 N 1222 ସହ ଧକ୍କା ହୋଇଥିଲା। ଫଳରେ ବାଇକ ଚାଳକ ଦେବାଶିଷଙ୍କ ମୁଣ୍ଡ ଆଘାତ ହେବା ସହ ଘଟଣା ସ୍ଥଳରେ ମୃତ୍ୟୁ ହୋଇଯାଇଥିଲା। ବିଳମ୍ବିତ ସମୟ ପର୍ଯ୍ୟନ୍ତ ଘଟଣା ସ୍ଥଳରେ ଶଵ ପଡ଼ିରହିଥିବା ଜଣା ପଡିଥିଲା। ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରି କ୍ଷତିପୂରଣ…
Read Moreଆନ୍ତର୍ଜାତୀକ ନିଶା ସେବନ ଓ ଅବୈଧ ଚାଲାଣ ବିରୋଧୀ ଦିବସ ପାଳିତ
ନୟାଗଡ,(ନୟାଗଡ଼ ଦର୍ପଣ): ମାଦକ ଦ୍ରବ୍ୟ ଅପବ୍ୟବହାର ଓ ଏହାର ଅବୈଧ ଚାଲାଣ ଉପରେ ନୟାଗଡ଼ରେ ଏକ ସଚେତନତା ରାଲି ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଜଗନ୍ନାଥ ମନ୍ଦିର ଠାରେ ଅତିରିକ୍ତ ଜିଲ୍ଲାପାଳ ପତାକା ଦେଖାଇ ଶୁଭ ଉଦଘାଟନ କରିଥିବା ବେଳେ ଏହି ରାଲି ବଜାର ସହ ମୁଖ୍ୟ ଟ୍ରାଫିକ ଛକ ପର୍ଯ୍ୟନ୍ତ ସଚେତନତା ରାଲି ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲା। ଜିଲ୍ଲାପାଳଙ୍କ ସଦଭାବନା ଗୃହରେ ଏହି ଦିବସ ପାଳନର ଉଦ୍ଦେଶ୍ୟ ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଉପସ୍ଥିତ ଅତିଥିମାନେ ନିଶା ସେବନ ଦ୍ୱାରା କେବଳ ଯେ ସେବନକାରୀ ତଳିତଳାନ୍ତ ହୁଏ ତା ନୁହେଁ, ତାର ପରିବାର ମଧ୍ୟ ଆର୍ଥିକ ଓ ମାନସିକ ଦୁର୍ଗତି ର ଶିକାର ହୁଅନ୍ତି। ସମାଜ ଉପରେ ମଧ୍ୟ ପ୍ରଭାବ ପଡେ। ଯାହା ସେବନ କଲେ ମନୁଷ୍ୟ ର ଶରୀର,…
Read More