ନୟାଗଡ଼,(ନୟାଗଡ଼ ଦର୍ପଣ): ମିଶନ ଶକ୍ତିର ଉପଦେଷ୍ଟା ଡାଃ ଲୋପାମୁଦ୍ରା ବକ୍ସିପାତ୍ର ନୟାଗଡ଼ ଜିଲ୍ଲାର ଖଣ୍ଡପଡା ଏବଂ ଭାପୁର ଗସ୍ତ କରିଛନ୍ତି। ଖଣ୍ଡପଡ଼ା ବ୍ଲକ ସଭା କକ୍ଷରେ ମିଶନ ଶକ୍ତିର କମ୍ଯୁନିଟି ସପୋର୍ଟ ଷ୍ଟାଫ୍ ଏବଂ GPLFs BLFର ଲିଡର ମାନଙ୍କ ସହିତ ଆଲୋଚନା କରିଥିଲେ। ସରକାରଙ୍କ ବିଭିନ୍ନ ଯୋଜନା ଓ ଉପକାରିତା ବିଷୟର ଆଲୋଚନା କରିଥିଲେ। ବ୍ଲକ ସ୍ତରରେ ତାଲିମ୍ର ବ୍ୟବସ୍ତା କରି SHGରୁ SMEହେବା ପାଇଁ ପରାମର୍ଶ ଦେଇଥିଲେ। ପ୍ରତି ପଞ୍ଚାୟତରେ SHGରୁ SME କରିବା ପାଇଁ ସମସ୍ତେ ଚେଷ୍ଟା କରିବା ଦରକାର। ଇ.ସି ସଦସ୍ୟମାନେ ପ୍ରତି ପଞ୍ଚାୟତରେ ବୁଲି ବୁଲି SHGମାନଙ୍କୁ ବୁଝାଇବା ଦର୍କାର। ବ୍ୟାଙ୍କ୍ ରୁଣ ସୁଧ ରିହାତି scooty ମିଶନ ଶକ୍ତି ଘର ପଞ୍ଚାୟତ ମହାସଂଘ ଘର ପାଇଁ ଟଙ୍କା ଠାରୁ ଆରମ୍ଭ କରି ମିଶନ ଶକ୍ତି କାଫେ, ମିଶନ ଶକ୍ତି…
Read MoreCategory: ଭାପୁର ବ୍ଲକ
ମିଶନ ଶକ୍ତି ଉପଦେଷ୍ଟାଙ୍କ ନୟାଗଡ଼ ଗସ୍ତ, ଖଣ୍ଡପଡ଼ା ଏବଂ ଭାପୁରରେ ମିଶନ ଶକ୍ତି ମା’ମାନଙ୍କ ସହ ଆଲୋଚନା
ରାଜ୍ୟସ୍ତରୀୟ ନାଟ୍ୟମେଳା ପ୍ରସ୍ତୁତି ବୈଠକ, ନାଟ୍ୟସୂଚୀ ପ୍ରକାଶିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ଏବଂ ଜିଲ୍ଲା ସଂସ୍କୃତି ପରିଷଦଙ୍କ ମିଳିତ ଆନୁକୁଲ୍ୟରେ ଆସନ୍ତା ମାର୍ଚ୍ଚ ୧ ରୁ ୭ ପର୍ଯ୍ୟନ୍ତ ଦୀର୍ଘ ସାତ ଦିନ ବ୍ୟାପି ରାଜ୍ୟସ୍ତରୀୟ ନାଟ୍ୟମେଳା’ ପଠାଣି ସାମନ୍ତ ଅଡିଟୋରିୟମ ଠାରେ ଅନୁଷ୍ଠିତ ହେବାକୁ ଯାଉଅଛି । ଏଥି ନିମନ୍ତେ ଏକ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ ସ୍ଥାନୀୟ ମହର୍ଷି ବିଦ୍ୟାମନ୍ଦିର ଖେଳପଡ଼ିଆ ଠାରେ ଅନୁଷ୍ଠିତ ହୋଇଥିଲା। ନାଟ୍ୟଧାରା ସଭାପତି ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ସମ୍ପାଦକ ଲକ୍ଷ୍ମୀଧର ମହାପାତ୍ର ଏବଂ ନାଟ୍ୟ ନିର୍ଦ୍ଦେଶକ ଡ. ବିଜୟ କୁମାର ଚୌଧୁରୀ ବିଗତ ତିନି ବର୍ଷ ନାଟକୋତ୍ସବର ଅଭୂତପୂର୍ବ ସଫଳତା ତଥା ଦର୍ଶକୀୟ ଆଦୃତି ସମ୍ପର୍କରେ ଆଲୋଚନା କରିଥିଲେ। ଓଡ଼ିଶାର ବିଭିନ୍ନ ଅଞ୍ଚଳରୁ ନାଟ୍ୟନୁଷ୍ଠାନମାନ ସେମାନଙ୍କ ନାଟକ ପରିବେଷଣ କରିବେ ବୋଲି ଏହି ଅବସରରେ ସୂଚନା…
Read Moreପ୍ରେମ ପାଇଁ ସ୍ୱାମୀକୁ ମାରି ଘର ଭିତରେ ମାଟିତଳେ ପୋତିଦେଲା ସ୍ତ୍ରୀ
ଶାଶୁ, ସ୍ତ୍ରୀ ଓ ପ୍ରେମିକ ଗିରଫ ପରେ ଗାଁ ଶତାଧିକ ଲୋକ, ପୋଲିସ ମୁତୟନ ଓଡ଼ଗାଁ,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା କୋମଣ୍ତ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି। ୧୪ ବର୍ଷଘର ସଂସାର କରି ସାରିବା ପରେ ସ୍ୱାମୀ ସ୍ତ୍ରୀର ସଂପର୍କକୁ ପଛରେ ପକାଇ ନିଜ ପ୍ରେମିକ ସହ ମିଶି ସ୍ବାମୀକୁ ଜୀବନରେ ମାରି ଘର ଭିତରେ ପୋତି ଦେଇଛି ସ୍ତ୍ରୀ । ଘଟଣାକୁ ୧୦ ଦିନ ବିତି ଯାଇଥିଲେ ମଧ୍ୟ ଆଜି ପୁଲିସ ଗାଁରେ ପହଂଚି ସ୍ତ୍ରୀ ଓ ଶାଶୁକୁ ଉଠାଇ ଆଣିଥିବାବେଳେ ପ୍ରେମିକ ଫେରାର ହେବାକୁ ଚେଷ୍ଟା କରି ପୁଲିସ ଜାଲରେ ଧରାପଡିଛି। ସୂଚନା ଅନୁସାରେ, ଓଡ଼ଗାଁ ଥାନା ରୋହିବାଙ୍କ ଗ୍ରାମର ଗୋଲକ ନାୟକ ପୁଅ ପ୍ରକାଶ ନାୟକ(୩୭) ଜଣେ ଦିନ ମଜୁରିଆ ଭାବେ କାର୍ଯ୍ୟ କରନ୍ତି। ସେ…
Read Moreନ୍ୟାୟ ପାଇଲା ପରୀ
ନୟାଗଡ଼, (ନୟାଗଡ଼ ଦର୍ପଣ): ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାର ଆସିଛି ରାୟ। ନୟାଗଡ଼ର ଏହି ଚର୍ଚ୍ଚିତ ହତ୍ୟା ଘଟଣାର ଶୁଣାଣୀ କରି ଦୋଷୀ ସରୋଜ ସେଠୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ନୟାଗଡ଼ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ । ୨୦୨୦ ମସିହା ଜୁଲାଇ ୧୪ ତାରିଖରେ ନୟାଗଡ଼ ନିକଟସ୍ଥ ଯଦୁପୁର ଗାଁରେ ପରୀକୁ ହତ୍ୟା କରାଯାଇଥିଲା ।ଏସ୍.ଆଇ.ଟି ଧରିଥିବା ନାବାଳକକୁ ଆଜି କୋର୍ଟରେ ହାଜର କରାଯାଇଥିଲା । ଏଥିପାଇଁ ରାଉରକେଲା ବାଳ ସ୍ୱଧାର ଗୃହରୁ ଅଭିଯୁକ୍ତକୁ ନୟାଗଡ଼ ଚିଲଡ୍ରେନ୍ କୋର୍ଟକୁ ଅଣାଯାଇଥିଲା । ଗତ ଜାନୁଆରୀ ୩୦ ତାରିଖରେ ଶୁଣାଣି ଶେଷ ହେବା ପରେ ରାୟ ସଂରକ୍ଷିତ କରିଥିଲେ କୋର୍ଟ । ପରୀ ହତ୍ୟାକାଣ୍ଡ ଘଟଣାରେ ଗଠିତ ଏସଆଇଟି ଗତ ୨୦ ଡିସେମ୍ବର ୨୦୨୦ରେ ଅଭିଯୁକ୍ତକୁ ଗିରଫ କରିଥିଲା । ରାଜ୍ୟ ସରକାର…
Read Moreମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାରେ ନୟାଗଡ ଜିଲ୍ଲା
ନୟାଗଡ଼, (ନୟାଗଡ଼ ଦର୍ପଣ): ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଅନ୍ତର୍ଗତ ରାଜ୍ୟ ସ୍ତରୀୟ ପୁରସ୍କାର ବିତରଣ ଉତ୍ସବ ଆସନ୍ତା ଜାନୁଆରୀ ମାସ ୩୧ ତାରିଖ ଦିନ ଦିବା ୨:୩୦ ଘଟିକା ଠାରୁ ସନ୍ଧ୍ୟା ୭:୩୦ପର୍ଯ୍ୟନ୍ତ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିଅମ ଠାରେ ମହାସମାରୋହ ରେ ଅନୁଷ୍ଠିତ ହେବାକୁ ଯାଉଅଛି I ଏଥି ନିମନ୍ତେ ନୟାଗଡ ଜିଲ୍ଲାରୁ ବିଭିନ୍ନ ପର୍ଯ୍ୟାୟରେ ମେଧାବୀ ଛାତ୍ର ଛାତ୍ରୀ,ବିଦ୍ୟାଳୟ, ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀ, ବିଭିନ୍ନ ବିଷୟରେ କୃତି ଶିକ୍ଷକ ଶିକ୍ଷୟତ୍ରୀ ଓ ବ୍ଲକ ଉକ୍ତ ରାଜ୍ୟ ସ୍ତରୀୟ ଉତ୍ସବରେ ପୁରସ୍କୃତ ହେବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି I ଛାତ୍ର ଏକାଡେମୀ ପୁରସ୍କାର ପର୍ଯ୍ୟାୟରେ ଜିଲ୍ଲାରୁ ମୋଟ ୬ ଜଣ ଯୋଗ୍ୟ ବିବେଚିତ ହୋଇଥିବା ବେଳେ ଛାତ୍ର ମେରିଟ ବୃତ୍ତି ପର୍ଯ୍ୟାୟରେ ଜିଲ୍ଲାରୁ ମୋଟ ୬୯ ଜଣ ଛାତ୍ର ଛାତ୍ରୀ ପୁରସ୍କାର…
Read Moreଭଏସ୍ ଅଫ୍ ନୟାଗଡ଼ର ବିଜେତା ହେଲେ ଦେବୀପ୍ରସାଦ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡର ଯୁବ କଣ୍ଠଶିଳ୍ପୀମାନଙ୍କୁ ନେଇ ନୟାଗଡ଼ କ୍ଳବ ତରଫରୁ ଆୟୋଜିତ ଭଏସ୍ ଅଫ୍ ନୟାଗଡ଼ ଚତୁର୍ଥ ସିଜିନ୍ ର ଗ୍ରାଣ୍ଡ ଫାଇନାଲ୍ ସ୍ଥାନୀୟ ପଠାଣି ସାମନ୍ତ ସଂସ୍କୃତି ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି।ଗତ ଏକମାସ ଧରି ନୟାଗଡ଼ର ବିଭିନ୍ନ ବ୍ଲକ ମଧ୍ୟରେ ସଂଗୀତ ପ୍ରତିଯୋଗିତା କରାଯାଇ ଶ୍ରେଷ୍ଠ ଆଠ ଜଣ ପ୍ରତିଯୋଗୀଙ୍କୁ ଅନ୍ତିମ ପର୍ଯ୍ୟାୟକୁ ଚୟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡର ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗଦେଇ ଯୁବ ପ୍ରତିଭାମାନଙ୍କୁ ଉତ୍ସାହିତ କରିବା ଦିଗରେ ନୟାଗଡ଼ କ୍ଳବର ଏହି ଅଭିନବ କାର୍ଯ୍ୟକ୍ରମର ଭୂୟସୀ ପ୍ରଶଂସା କରିଥିଲେ। ସମ୍ମାନିତ ଅତିଥି ଭାବେ ପୋୖରାଞ୍ଚଳ ଅଧ୍ୟକ୍ଷା ଶ୍ରୀମତୀ ନିରୁପମା ଖଟେଇ ଉପସ୍ଥିତ ଥିବା ବେଳ ନୟାଗଡ଼ କ୍ଳବ୍ ସଭାପତି ରବୀନ୍ଦ୍ର କୁମାର ସାହୁ, ସଂପାଦକ ମହିର ରଂଜନ ନାୟକ ଓ…
Read Moreନାଟ୍ୟଧାରା’ ଏବଂ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୁଲ୍ୟରେ ମାର୍ଚ୍ଚ ୧ରୁ ୦୭ଯାଏଁ ରାଜ୍ୟସ୍ତରୀୟ ନାଟ୍ୟମେଳା
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା’ ନାଟ୍ୟଧାରା’ ଏବଂ ଜିଲ୍ଲା ସଂସ୍କୃତି ପରିଷଦଙ୍କ ମିଳିତ ଆନୁକୁଲ୍ୟରେ ବିଗତ ବର୍ଷମାନଙ୍କ ଭଳି ଚଳିତ ବର୍ଷ ୧ ମାର୍ଚ୍ଚ ୨୦୨୪ ଠାରୁ ୦୭ ମାର୍ଚ୍ଚ ଯାଏଁ ଦୀର୍ଘ ସାତ ଦିନ ବ୍ୟାପି ରାଜ୍ୟ ସ୍ତରୀୟ ନାଟ୍ୟମେଳା’ ପଠାଣି ସାମନ୍ତ ଅଡିଟୋରିୟମ ଠାରେ ଅନୁଷ୍ଠିତ ହେବାକୁ ଯାଉଅଛି । ବିଗତ ତିନି ବର୍ଷ ନାଟକୋତ୍ସବର ଅଭୂତପୂର୍ବ ସଫଳତା ତଥା ଦର୍ଶକୀୟ ଆଦୃତିକୁ ଆଧାର କରି ଚଳିତ ବର୍ଷ ନାଟ୍ୟମେଳା ଆୟୋଜନ ନିମନ୍ତେ ପ୍ରସ୍ତାବ ରଖାଯାଇଛି । ଏ ବର୍ଷ ଭୁବନେଶ୍ବର, ବାରିପଦା,ସମ୍ବଲପୁର, କଟକ ଏବଂ ଅନୁଗୁଳୁ ପ୍ରଭୃତି ସ୍ଥାନର ଧୁରୀଣ ନାଟ୍ୟାନୁଷ୍ଠାନ ମାନଙ୍କ ସହିତ ନାଟକ ମଞ୍ଚସ୍ଥ ନିମନ୍ତେ ଯୋଗାଯୋଗ କରାଯାଇଅଛି । ପ୍ରତ୍ୟହ ସନ୍ଧ୍ୟା ୭ ଘ. ୩୦ ମିନିଟ ସମୟରେ ଆରମ୍ଭ ହେବାକୁ ଥିବା ନାଟକ ଗୁଡିକ…
Read Moreଦଶପଲ୍ଲା ରେଞ୍ଜରେ ହାତୀର ଗଳିତ ମୃତଦେହ ଠାବ, ୬ ଗିରଫ, ଦାନ୍ତ ଜବତ
ନୟାଗଡ,(ନୟାଗଡ଼ ଦର୍ପଣ): ଦଶପଲ୍ଲା ରେଞ୍ଜରେ ହାତୀର ଗଳିତ ମୃତ ଦେହ ଘଟଣାର ଆଜି ପର୍ଦାଫାସ କରିଛନ୍ତି ନୟାଗଡ଼ ଡିଏଫଓ କ୍ଷମା ଷଡ଼ଙ୍ଗୀ। ଏହି ଘଟଣାରେ ୬ଜଣ ଶିକାରୀଙ୍କୁ ଗିରଫ କରାଯିବା ସହ ଦୁଇଟି ହାତୀ ଦାନ୍ତକୁ ଜବତ କରିଛି ବନ ବିଭାଗ । ଉକ୍ତ ଘଟଣା ବେଳେ ବନ କର୍ମଚାରୀଙ୍କ ଅବହେଳାକୁ ସ୍ବୀକାର କରିଛନ୍ତି ନୟାଗଡ଼ ଡିଏଫଓ। ୧୫ଦିନ ତଳୁ ହାତୀକୁ ମରାଯାଇଥିଲେ ମଧ୍ୟ ସ୍ଥାନୀୟ ବନ ବିଭାଗ କିପରି ଜାଣିପାରିଲେ ନାହିଁ ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ତେବେ ବନ ବିଭାଗ କର୍ମଚାରୀଙ୍କ ଅବହେଳାକୁ ଡିଏଫଓ ସ୍ବୀକାର କରିବା ସହ ଦୋଷୀ କର୍ମଚାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି । ନୟାଗଡ ଜିଲ୍ଲା ଦଶପଲ୍ଲା ରେଞ୍ଜ ବିଲୁଆପଡା ଘାଟିରୁ ଗତ ୨୫ତାରିଖ ଦିନ ଦନ୍ତା ହାତୀର ଗଳିତ ମୃତଦେହ ଠାବ…
Read Moreସମର୍ପଣ (ବୃଦ୍ଧାଶ୍ରମ)ରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳନ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଲେଖନପୁର ସ୍ଥିତ ସମର୍ପଣ ବୃଦ୍ଧାଶ୍ରମରେ ମହାସମାରୋହରେ ପାଳିତ ହୋଇ ଯାଇଛି ୭୫ ତମ ସାଧାରଣତନ୍ତ୍ର ଦିବସ। ନୟାଗଡ଼ ପଞ୍ଚାୟତ ସମିତି ଅଧ୍ଯକ୍ଷ କିଶୋର ଚନ୍ଦ୍ର ସାହୁ ପତାକା ଉତ୍ତୋଳନ କରି ମହାନ୍ ଦେଶଭକ୍ତ ସ୍ବାଧୀନତା ସଂଗ୍ରାମୀ ମାନଙ୍କ ସ୍ମ୍ରୁତି ଚାରଣ କରିବା ସହିତ ଆଶ୍ରମ ପରିଚାଳନା କମିଟି ସଦସ୍ଯ ମାନଙ୍କ ସେବା ଓ ସମୟଦାନ ପାଇଁ ସାଧୁବାଦ ଜଣାଇଥିଲେ। ସମର୍ପଣ ପରିଚାଳନା କମିଟିର କାର୍ଯ୍ଯକାରୀ ସଭାପତି ଅରୁଣ କୁମାର ମହାନ୍ତି, ସଂପାଦକ ଶ୍ରୀଧର ସାହୁ, ସଦସ୍ଯ ପ୍ରସନ୍ନ କୁମାର ବସନ୍ତିଆ, ଅବଦୁଲ ଆରିଫ୍ ଖାନ୍, ଭାସ୍କର ଚନ୍ଦ୍ର ସାହୁ ଓ ରୋଟାରିଆନ ସୁବୋଧ ଚନ୍ଦ୍ର ପଟ୍ଟନାୟକ ସମେତ ବହୁ ସଦସ୍ଯ ଉପସ୍ଥିତ ଥିଲେ।
Read Moreନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ଚରମ ଚେତାବନୀ
୧୦ ସୁଦ୍ଧା ଦଶପଲ୍ଲାକୁ ଟ୍ରେନ ନଗଡ଼ିଲେ ୧୪ରୁ ରେଳ ରୋକ ସହିତ ଜୋରଦାର ଆନ୍ଦୋଳନ ନୟାଗଡ଼, (ନୟାଗଡ଼ ଦର୍ପଣ): ଆସନ୍ତା ଜାନୁଆରୀ ୧୦ ସୁଦ୍ଧା ଦଶପଲ୍ଲାକୁ ରେଳ ନଗଡ଼ିଲେ ୧୪ ତାରିଖରୁ ରେଳ ରୋକ ସହିତ ଜୋରଦାର ଆନ୍ଦୋଳନର ଚେତାବନୀ ଦେଇଛି ନୟାଗଡ଼ ନାଗରିକ ମଞ୍ଚ । ପୂର୍ବ ନିଷ୍ପତ୍ତି ମୁତାବକ ଆଜି ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ଦଶପଲ୍ଲାକୁ ତୁରନ୍ତ ଟ୍ରେନ ଚଳାଚଳ ଦାବିରେ ନୟାଗଡ଼ ଟାଉନ ଷ୍ଟେସନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଏଥିରେ ଦଶପଲ୍ଲା ସଚେତନଶୀଳ ନାଗରିକ ମଞ୍ଚ ମଧ୍ୟ ସାମିଲ ହୋଇଥିଲା । ସୂଚନା ଯୋଗ୍ୟ ଯେ ଦଶପଲ୍ଲା ରେଳ ଷ୍ଟେସନର ନିର୍ମାଣ କାର୍ଯ୍ୟ ଗତ ୫ମାସ ତଳୁ ସମ୍ପୁର୍ଣ୍ଣ ହୋଇ ସାରିଥିବା ବେଳେ ଅଦ୍ୟାବଧି ରେଳ ଚଳାଚଳ ହେଉନାହିଁ । ଏ ନେଇ ଗତ ଜୁଲାଇ ମାସରେ ମଞ୍ଚ ପକ୍ଷରୁ…
Read More