ଶାଶୁ, ସ୍ତ୍ରୀ ଓ ପ୍ରେମିକ ଗିରଫ ପରେ ଗାଁ ଶତାଧିକ ଲୋକ, ପୋଲିସ ମୁତୟନ ଓଡ଼ଗାଁ,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା କୋମଣ୍ତ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି। ୧୪ ବର୍ଷଘର ସଂସାର କରି ସାରିବା ପରେ ସ୍ୱାମୀ ସ୍ତ୍ରୀର ସଂପର୍କକୁ ପଛରେ ପକାଇ ନିଜ ପ୍ରେମିକ ସହ ମିଶି ସ୍ବାମୀକୁ ଜୀବନରେ ମାରି ଘର ଭିତରେ ପୋତି ଦେଇଛି ସ୍ତ୍ରୀ । ଘଟଣାକୁ ୧୦ ଦିନ ବିତି ଯାଇଥିଲେ ମଧ୍ୟ ଆଜି ପୁଲିସ ଗାଁରେ ପହଂଚି ସ୍ତ୍ରୀ ଓ ଶାଶୁକୁ ଉଠାଇ ଆଣିଥିବାବେଳେ ପ୍ରେମିକ ଫେରାର ହେବାକୁ ଚେଷ୍ଟା କରି ପୁଲିସ ଜାଲରେ ଧରାପଡିଛି। ସୂଚନା ଅନୁସାରେ, ଓଡ଼ଗାଁ ଥାନା ରୋହିବାଙ୍କ ଗ୍ରାମର ଗୋଲକ ନାୟକ ପୁଅ ପ୍ରକାଶ ନାୟକ(୩୭) ଜଣେ ଦିନ ମଜୁରିଆ ଭାବେ କାର୍ଯ୍ୟ କରନ୍ତି। ସେ…
Read MoreCategory: ରଣପୁର ବ୍ଲକ
ନ୍ୟାୟ ପାଇଲା ପରୀ
ନୟାଗଡ଼, (ନୟାଗଡ଼ ଦର୍ପଣ): ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାର ଆସିଛି ରାୟ। ନୟାଗଡ଼ର ଏହି ଚର୍ଚ୍ଚିତ ହତ୍ୟା ଘଟଣାର ଶୁଣାଣୀ କରି ଦୋଷୀ ସରୋଜ ସେଠୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ନୟାଗଡ଼ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ । ୨୦୨୦ ମସିହା ଜୁଲାଇ ୧୪ ତାରିଖରେ ନୟାଗଡ଼ ନିକଟସ୍ଥ ଯଦୁପୁର ଗାଁରେ ପରୀକୁ ହତ୍ୟା କରାଯାଇଥିଲା ।ଏସ୍.ଆଇ.ଟି ଧରିଥିବା ନାବାଳକକୁ ଆଜି କୋର୍ଟରେ ହାଜର କରାଯାଇଥିଲା । ଏଥିପାଇଁ ରାଉରକେଲା ବାଳ ସ୍ୱଧାର ଗୃହରୁ ଅଭିଯୁକ୍ତକୁ ନୟାଗଡ଼ ଚିଲଡ୍ରେନ୍ କୋର୍ଟକୁ ଅଣାଯାଇଥିଲା । ଗତ ଜାନୁଆରୀ ୩୦ ତାରିଖରେ ଶୁଣାଣି ଶେଷ ହେବା ପରେ ରାୟ ସଂରକ୍ଷିତ କରିଥିଲେ କୋର୍ଟ । ପରୀ ହତ୍ୟାକାଣ୍ଡ ଘଟଣାରେ ଗଠିତ ଏସଆଇଟି ଗତ ୨୦ ଡିସେମ୍ବର ୨୦୨୦ରେ ଅଭିଯୁକ୍ତକୁ ଗିରଫ କରିଥିଲା । ରାଜ୍ୟ ସରକାର…
Read Moreମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାରେ ନୟାଗଡ ଜିଲ୍ଲା
ନୟାଗଡ଼, (ନୟାଗଡ଼ ଦର୍ପଣ): ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଅନ୍ତର୍ଗତ ରାଜ୍ୟ ସ୍ତରୀୟ ପୁରସ୍କାର ବିତରଣ ଉତ୍ସବ ଆସନ୍ତା ଜାନୁଆରୀ ମାସ ୩୧ ତାରିଖ ଦିନ ଦିବା ୨:୩୦ ଘଟିକା ଠାରୁ ସନ୍ଧ୍ୟା ୭:୩୦ପର୍ଯ୍ୟନ୍ତ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିଅମ ଠାରେ ମହାସମାରୋହ ରେ ଅନୁଷ୍ଠିତ ହେବାକୁ ଯାଉଅଛି I ଏଥି ନିମନ୍ତେ ନୟାଗଡ ଜିଲ୍ଲାରୁ ବିଭିନ୍ନ ପର୍ଯ୍ୟାୟରେ ମେଧାବୀ ଛାତ୍ର ଛାତ୍ରୀ,ବିଦ୍ୟାଳୟ, ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀ, ବିଭିନ୍ନ ବିଷୟରେ କୃତି ଶିକ୍ଷକ ଶିକ୍ଷୟତ୍ରୀ ଓ ବ୍ଲକ ଉକ୍ତ ରାଜ୍ୟ ସ୍ତରୀୟ ଉତ୍ସବରେ ପୁରସ୍କୃତ ହେବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି I ଛାତ୍ର ଏକାଡେମୀ ପୁରସ୍କାର ପର୍ଯ୍ୟାୟରେ ଜିଲ୍ଲାରୁ ମୋଟ ୬ ଜଣ ଯୋଗ୍ୟ ବିବେଚିତ ହୋଇଥିବା ବେଳେ ଛାତ୍ର ମେରିଟ ବୃତ୍ତି ପର୍ଯ୍ୟାୟରେ ଜିଲ୍ଲାରୁ ମୋଟ ୬୯ ଜଣ ଛାତ୍ର ଛାତ୍ରୀ ପୁରସ୍କାର…
Read Moreଭଏସ୍ ଅଫ୍ ନୟାଗଡ଼ର ବିଜେତା ହେଲେ ଦେବୀପ୍ରସାଦ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡର ଯୁବ କଣ୍ଠଶିଳ୍ପୀମାନଙ୍କୁ ନେଇ ନୟାଗଡ଼ କ୍ଳବ ତରଫରୁ ଆୟୋଜିତ ଭଏସ୍ ଅଫ୍ ନୟାଗଡ଼ ଚତୁର୍ଥ ସିଜିନ୍ ର ଗ୍ରାଣ୍ଡ ଫାଇନାଲ୍ ସ୍ଥାନୀୟ ପଠାଣି ସାମନ୍ତ ସଂସ୍କୃତି ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି।ଗତ ଏକମାସ ଧରି ନୟାଗଡ଼ର ବିଭିନ୍ନ ବ୍ଲକ ମଧ୍ୟରେ ସଂଗୀତ ପ୍ରତିଯୋଗିତା କରାଯାଇ ଶ୍ରେଷ୍ଠ ଆଠ ଜଣ ପ୍ରତିଯୋଗୀଙ୍କୁ ଅନ୍ତିମ ପର୍ଯ୍ୟାୟକୁ ଚୟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡର ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗଦେଇ ଯୁବ ପ୍ରତିଭାମାନଙ୍କୁ ଉତ୍ସାହିତ କରିବା ଦିଗରେ ନୟାଗଡ଼ କ୍ଳବର ଏହି ଅଭିନବ କାର୍ଯ୍ୟକ୍ରମର ଭୂୟସୀ ପ୍ରଶଂସା କରିଥିଲେ। ସମ୍ମାନିତ ଅତିଥି ଭାବେ ପୋୖରାଞ୍ଚଳ ଅଧ୍ୟକ୍ଷା ଶ୍ରୀମତୀ ନିରୁପମା ଖଟେଇ ଉପସ୍ଥିତ ଥିବା ବେଳ ନୟାଗଡ଼ କ୍ଳବ୍ ସଭାପତି ରବୀନ୍ଦ୍ର କୁମାର ସାହୁ, ସଂପାଦକ ମହିର ରଂଜନ ନାୟକ ଓ…
Read Moreନାଟ୍ୟଧାରା’ ଏବଂ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୁଲ୍ୟରେ ମାର୍ଚ୍ଚ ୧ରୁ ୦୭ଯାଏଁ ରାଜ୍ୟସ୍ତରୀୟ ନାଟ୍ୟମେଳା
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା’ ନାଟ୍ୟଧାରା’ ଏବଂ ଜିଲ୍ଲା ସଂସ୍କୃତି ପରିଷଦଙ୍କ ମିଳିତ ଆନୁକୁଲ୍ୟରେ ବିଗତ ବର୍ଷମାନଙ୍କ ଭଳି ଚଳିତ ବର୍ଷ ୧ ମାର୍ଚ୍ଚ ୨୦୨୪ ଠାରୁ ୦୭ ମାର୍ଚ୍ଚ ଯାଏଁ ଦୀର୍ଘ ସାତ ଦିନ ବ୍ୟାପି ରାଜ୍ୟ ସ୍ତରୀୟ ନାଟ୍ୟମେଳା’ ପଠାଣି ସାମନ୍ତ ଅଡିଟୋରିୟମ ଠାରେ ଅନୁଷ୍ଠିତ ହେବାକୁ ଯାଉଅଛି । ବିଗତ ତିନି ବର୍ଷ ନାଟକୋତ୍ସବର ଅଭୂତପୂର୍ବ ସଫଳତା ତଥା ଦର୍ଶକୀୟ ଆଦୃତିକୁ ଆଧାର କରି ଚଳିତ ବର୍ଷ ନାଟ୍ୟମେଳା ଆୟୋଜନ ନିମନ୍ତେ ପ୍ରସ୍ତାବ ରଖାଯାଇଛି । ଏ ବର୍ଷ ଭୁବନେଶ୍ବର, ବାରିପଦା,ସମ୍ବଲପୁର, କଟକ ଏବଂ ଅନୁଗୁଳୁ ପ୍ରଭୃତି ସ୍ଥାନର ଧୁରୀଣ ନାଟ୍ୟାନୁଷ୍ଠାନ ମାନଙ୍କ ସହିତ ନାଟକ ମଞ୍ଚସ୍ଥ ନିମନ୍ତେ ଯୋଗାଯୋଗ କରାଯାଇଅଛି । ପ୍ରତ୍ୟହ ସନ୍ଧ୍ୟା ୭ ଘ. ୩୦ ମିନିଟ ସମୟରେ ଆରମ୍ଭ ହେବାକୁ ଥିବା ନାଟକ ଗୁଡିକ…
Read Moreଦଶପଲ୍ଲା ରେଞ୍ଜରେ ହାତୀର ଗଳିତ ମୃତଦେହ ଠାବ, ୬ ଗିରଫ, ଦାନ୍ତ ଜବତ
ନୟାଗଡ,(ନୟାଗଡ଼ ଦର୍ପଣ): ଦଶପଲ୍ଲା ରେଞ୍ଜରେ ହାତୀର ଗଳିତ ମୃତ ଦେହ ଘଟଣାର ଆଜି ପର୍ଦାଫାସ କରିଛନ୍ତି ନୟାଗଡ଼ ଡିଏଫଓ କ୍ଷମା ଷଡ଼ଙ୍ଗୀ। ଏହି ଘଟଣାରେ ୬ଜଣ ଶିକାରୀଙ୍କୁ ଗିରଫ କରାଯିବା ସହ ଦୁଇଟି ହାତୀ ଦାନ୍ତକୁ ଜବତ କରିଛି ବନ ବିଭାଗ । ଉକ୍ତ ଘଟଣା ବେଳେ ବନ କର୍ମଚାରୀଙ୍କ ଅବହେଳାକୁ ସ୍ବୀକାର କରିଛନ୍ତି ନୟାଗଡ଼ ଡିଏଫଓ। ୧୫ଦିନ ତଳୁ ହାତୀକୁ ମରାଯାଇଥିଲେ ମଧ୍ୟ ସ୍ଥାନୀୟ ବନ ବିଭାଗ କିପରି ଜାଣିପାରିଲେ ନାହିଁ ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ତେବେ ବନ ବିଭାଗ କର୍ମଚାରୀଙ୍କ ଅବହେଳାକୁ ଡିଏଫଓ ସ୍ବୀକାର କରିବା ସହ ଦୋଷୀ କର୍ମଚାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି । ନୟାଗଡ ଜିଲ୍ଲା ଦଶପଲ୍ଲା ରେଞ୍ଜ ବିଲୁଆପଡା ଘାଟିରୁ ଗତ ୨୫ତାରିଖ ଦିନ ଦନ୍ତା ହାତୀର ଗଳିତ ମୃତଦେହ ଠାବ…
Read Moreସମର୍ପଣ (ବୃଦ୍ଧାଶ୍ରମ)ରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳନ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଲେଖନପୁର ସ୍ଥିତ ସମର୍ପଣ ବୃଦ୍ଧାଶ୍ରମରେ ମହାସମାରୋହରେ ପାଳିତ ହୋଇ ଯାଇଛି ୭୫ ତମ ସାଧାରଣତନ୍ତ୍ର ଦିବସ। ନୟାଗଡ଼ ପଞ୍ଚାୟତ ସମିତି ଅଧ୍ଯକ୍ଷ କିଶୋର ଚନ୍ଦ୍ର ସାହୁ ପତାକା ଉତ୍ତୋଳନ କରି ମହାନ୍ ଦେଶଭକ୍ତ ସ୍ବାଧୀନତା ସଂଗ୍ରାମୀ ମାନଙ୍କ ସ୍ମ୍ରୁତି ଚାରଣ କରିବା ସହିତ ଆଶ୍ରମ ପରିଚାଳନା କମିଟି ସଦସ୍ଯ ମାନଙ୍କ ସେବା ଓ ସମୟଦାନ ପାଇଁ ସାଧୁବାଦ ଜଣାଇଥିଲେ। ସମର୍ପଣ ପରିଚାଳନା କମିଟିର କାର୍ଯ୍ଯକାରୀ ସଭାପତି ଅରୁଣ କୁମାର ମହାନ୍ତି, ସଂପାଦକ ଶ୍ରୀଧର ସାହୁ, ସଦସ୍ଯ ପ୍ରସନ୍ନ କୁମାର ବସନ୍ତିଆ, ଅବଦୁଲ ଆରିଫ୍ ଖାନ୍, ଭାସ୍କର ଚନ୍ଦ୍ର ସାହୁ ଓ ରୋଟାରିଆନ ସୁବୋଧ ଚନ୍ଦ୍ର ପଟ୍ଟନାୟକ ସମେତ ବହୁ ସଦସ୍ଯ ଉପସ୍ଥିତ ଥିଲେ।
Read More୨୩ରେ ଭକ୍ତିସଙ୍ଗୀତ ପ୍ରତିଯୋଗିତାର ସେମିଫାଇନାଲ
ନୟାଗଡ଼,(ନୟାଗଡ଼ ଦର୍ପଣ): ୨୩ତାରିଖରେ ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ସେମିଫାଇନାଲ ପର୍ଯ୍ୟାୟ ନୟାଗଡ଼ ସାଗର ପୋଖରୀ କୂଳ ବୁଦ୍ଧ ମଣ୍ଡପରେ ଅନୁଷ୍ଠିତ ହେବ। ନୟାଗଡ଼ ଜିଲ୍ଲାର ସମସ୍ତ ୮ଟି ବ୍ଲକରେ ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ପ୍ରତିଯୋଗିତାରେ ମୋଟ ୩୩ ପ୍ରତିଯୋଗୀ ସେମିଫାଇନାଲ ପର୍ଯ୍ୟାୟକୁ ମନୋନୀତ ହୋଇଛନ୍ତି। ସୂଚନାଯୋଗ୍ୟ ଯେ ପ୍ରଥମ ପର୍ଯ୍ୟାୟର ଅନ୍ତିମ ପ୍ରତିଯୋଗିତା ରଣପୁର ବ୍ଲକରେ ଅନୁଷ୍ଠିତ ହୋଇଥିଲା। ରଣପୁର ଶିଶୁ ବିଦ୍ୟାମନ୍ଦିରରେ ଅନୁଷ୍ଠିତ ପ୍ରତିଯୋଗିତାରେ ମୋଟ ୭ ଜଣ ପ୍ରତିଯୋଗୀ ସେମିଫାଇନାଲ ପର୍ଯ୍ୟାୟକୁ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହି ପ୍ରତିଯୋଗିତାରେ ବିଚାରକ ଭାବେ ସଙ୍ଗୀତଜ୍ଞ ଲକ୍ଷ୍ମୀ ପ୍ରତିମା ଶତପଥୀ, ସତ୍ୟନାରାୟଣ ମହାପାତ୍ର,ଜୟଶ୍ରୀ ଦେବୀ ପ୍ରମୁଖ ଯୋଗଦାନ କରି ଶ୍ରେଷ୍ଠ କଣ୍ଠଶିଳ୍ପୀ ମାନଙ୍କୁ ଚୟନ କରିଥିଲେ। ଏହି ପ୍ରତିଯୋଗିତାରେ ସଙ୍ଗୀତଧାରା ସଭାପତି ନାଟ୍ୟଭୂଷଣ ଡ ବିଜୟ ଚୌଧୁରୀ, ଉପସଭାପତି ନିର୍ମଳ ଶୁରଦେଓ, ସମ୍ପାଦକ ପ୍ରଶାନ୍ତ…
Read Moreନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ଚରମ ଚେତାବନୀ
୧୦ ସୁଦ୍ଧା ଦଶପଲ୍ଲାକୁ ଟ୍ରେନ ନଗଡ଼ିଲେ ୧୪ରୁ ରେଳ ରୋକ ସହିତ ଜୋରଦାର ଆନ୍ଦୋଳନ ନୟାଗଡ଼, (ନୟାଗଡ଼ ଦର୍ପଣ): ଆସନ୍ତା ଜାନୁଆରୀ ୧୦ ସୁଦ୍ଧା ଦଶପଲ୍ଲାକୁ ରେଳ ନଗଡ଼ିଲେ ୧୪ ତାରିଖରୁ ରେଳ ରୋକ ସହିତ ଜୋରଦାର ଆନ୍ଦୋଳନର ଚେତାବନୀ ଦେଇଛି ନୟାଗଡ଼ ନାଗରିକ ମଞ୍ଚ । ପୂର୍ବ ନିଷ୍ପତ୍ତି ମୁତାବକ ଆଜି ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ଦଶପଲ୍ଲାକୁ ତୁରନ୍ତ ଟ୍ରେନ ଚଳାଚଳ ଦାବିରେ ନୟାଗଡ଼ ଟାଉନ ଷ୍ଟେସନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଏଥିରେ ଦଶପଲ୍ଲା ସଚେତନଶୀଳ ନାଗରିକ ମଞ୍ଚ ମଧ୍ୟ ସାମିଲ ହୋଇଥିଲା । ସୂଚନା ଯୋଗ୍ୟ ଯେ ଦଶପଲ୍ଲା ରେଳ ଷ୍ଟେସନର ନିର୍ମାଣ କାର୍ଯ୍ୟ ଗତ ୫ମାସ ତଳୁ ସମ୍ପୁର୍ଣ୍ଣ ହୋଇ ସାରିଥିବା ବେଳେ ଅଦ୍ୟାବଧି ରେଳ ଚଳାଚଳ ହେଉନାହିଁ । ଏ ନେଇ ଗତ ଜୁଲାଇ ମାସରେ ମଞ୍ଚ ପକ୍ଷରୁ…
Read Moreନୟାଗଡ଼ରୁ ୪ଜଣ ସାଇକେଲ ଚୋର ଗିରଫ, ୨୬ସାଇକେଲ ଜବତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଟାଉନଥାନା ପୁଲିସ ଏକ ସାଇକେଲ୍ ଚୋର ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି । ଟାଉନ ପୁଲିସ ୨୬ଟି ଚୋରା ସାଇକେଲ ଜବତ କରିବା ସହ ୪ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ନୟାଗଡ଼ ସଦରଥାନା ଅନ୍ତର୍ଗତ ବାଲୁଗାଁ ପଞ୍ଚାୟତ କଣ୍ଟାବଣିଆ ଗ୍ରାମର ଅଲେଖ ପ୍ରଧାନ ମୁଖ୍ୟ ଅଭିଯୁକ୍ତ ବୋଲି ପୁଲିସଠାରୁ ସୂଚନା ମିଳିଛି । ଅନ୍ୟ ଅଭିଯୁକ୍ତମାନେ ହେଲେ ସଦରଥାନା ଅନ୍ତର୍ଗତ କ୍ରିଦାଶପୁର ପଞ୍ଚାୟତ ଡିମିରିପାଟଣା ଗ୍ରାମର କୁମର ସାହୁ, ପ୍ରଶାନ୍ତ କୁମାର ନାୟକ, ବାଲୁଗାଁ ପଞ୍ଚାୟତ ନୂଆକଣ୍ଟାବଣିଆ ଗ୍ରାମର ହରେଶ ସ୍ବାଇଁ ଓରଫ ମନୁଆ ବୋଲି ସୂଚନା ମିଳିଛି। ଗତ ୧୧ ତାରିଖ ନୟାଗଡ଼ ସହର ଓଡଗାଁ ଛକ ଜିନିୟସ ସୋରୁମ ସାମ୍ନାରୁ ପ୍ରକାଶ ଚନ୍ଦ୍ର ଷଡ଼ଙ୍ଗୀଙ୍କ ଏକ ସାଇକେଲ ଚୋରୀ ହୋଇଥିଲା। ଏନେଇ ଥାନାରେ ଅଭିଯୋଗ ପରେ…
Read More